Skip to content
The Believer's Library

Indian Revised Version(IRV) Odia - 2021

Leviticus 23 IRVOry

Show IRVOry only
Verse × ×
1 Our Father spoke to Moses, saying: ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 "Speak to the Israelites and tell them: My appointed feasts, which you are to proclaim as holy gatherings—these are my appointed feasts. “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କର ଯେଉଁ ସକଳ ନିରୂପିତ ପର୍ବ ପବିତ୍ର ସଭା ବୋଲି ଘୋଷଣା କରିବ, ଆମ୍ଭର ସେହି ସକଳ ପର୍ବ ଏହି।
3 "Six days work may be done; the seventh is a sabbath of complete rest, a holy gathering—do no work at all. It is my sabbath, wherever you live. ଛଅ ଦିନ କର୍ମ କରାଯିବ; ମାତ୍ର ସପ୍ତମ ଦିନ ମହା ବିଶ୍ରାମ, ଅର୍ଥାତ୍‍, ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ପ୍ରକାର କର୍ମ କରିବ ନାହିଁ; ତାହା ତୁମ୍ଭମାନଙ୍କର ସମସ୍ତ ନିବାସ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ଦିନ ହେବ।
4 "These are my appointed feasts, the holy gatherings that you are to proclaim at their appointed times. ତୁମ୍ଭେମାନେ ନିରୂପିତ ସମୟରେ ସଦାପ୍ରଭୁଙ୍କ ସ୍ଥାପିତ ପର୍ବ, ଅର୍ଥାତ୍‍, ପବିତ୍ର ସଭା ବୋଲି ଯାହା ଘୋଷଣା କରିବ, ତାହା ଏହି।
5 In the first month, on the fourteenth day of the month at twilight, is my Passover. ପ୍ରଥମ ମାସରେ, ମାସର ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ହେବ।
6 On the fifteenth day of that month is my Feast of Unleavened Bread; eat unleavened bread seven days. ପୁଣି, ସେହି ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଡ଼ିଶୂନ୍ୟ ରୁଟିର ପର୍ବ ହେବ; ସାତ ଦିନ ଯାଏ ତୁମ୍ଭେମାନେ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ।
7 On the first day hold a holy gathering; do no ordinary work. ପ୍ରଥମ ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
8 Present a food offering to me for seven days. The seventh day is a holy gathering—do no ordinary work." ମାତ୍ର ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ସପ୍ତମ ଦିନରେ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।”
9 Our Father spoke to Moses, saying: ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
10 "Speak to the Israelites and say to them: When you enter the land I am giving you and reap its harvest, bring the priest a sheaf of the first of your harvest. “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ସେହି ଦେଶରେ ପ୍ରବେଶ କରି ଯେତେବେଳେ ତୁମ୍ଭେମାନେ ଶସ୍ୟ କାଟିବ, ସେତେବେଳେ ତୁମ୍ଭମାନଙ୍କର ପ୍ରଥମ କଟା ଶସ୍ୟର ଏକ ବିଡ଼ା ଯାଜକ ନିକଟକୁ ଆଣିବ।
11 He will wave the sheaf before me for your acceptance; the priest will wave it the day after the Sabbath. ତହିଁରେ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବା ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ବିଡ଼ା ଦୋଳାଇବ; ବିଶ୍ରାମବାରର ପରଦିନ ଯାଜକ ତାହା ଦୋଳାଇବ।
12 The day you wave the sheaf, offer me a flawless year-old male lamb as a burnt offering, ପୁଣି, ଯେଉଁ ଦିନ ତୁମ୍ଭେମାନେ ସେହି ବିଡ଼ା ଦୋଳାଇବ, ସେହି ଦିନ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ପ୍ରଥମବର୍ଷୀୟ ନିଖୁନ୍ତ ଏକ ମେଷବତ୍ସ ଉତ୍ସର୍ଗ କରିବ।
13 with its grain offering—about four quarts of fine flour mixed with oil, a food offering to me, a pleasing aroma—and its drink offering, about a quart of wine. ପୁଣି, ଐଫାର ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ତହିଁର ଭକ୍ଷ୍ୟ ନୈବେଦ୍ୟ ହେବ, ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ; ଆଉ, ଏକ ହିନ୍‍ ଦ୍ରାକ୍ଷାରସର ଚତୁର୍ଥାଂଶ ତହିଁର ପେୟ-ନୈବେଦ୍ୟ ହେବ।
14 Eat no bread, roasted grain, or fresh grain until this day, until you bring your Father's offering. This is a lasting statute for all generations, wherever you live. ପୁଣି, ତୁମ୍ଭେମାନେ ଯେଉଁ ଦିନ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏହି ଉପହାର ଆଣି ନାହଁ, ସେହି ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ରୁଟି କି ଭଜା ଶସ୍ୟ କି ଛିଣ୍ଡା ଶିଷା ଖାଇବ ନାହିଁ; ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ଏହା ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।
15 "Count off seven full weeks from the day after the Sabbath, the day you brought the wave-offering sheaf. ଆହୁରି ସେହି ବିଶ୍ରାମବାରର ପରଦିନଠାରୁ ଯେଉଁ ଦିନ ଦୋଳନୀୟ ନୈବେଦ୍ୟରୂପ ବିଡ଼ା ଆଣିଲ, ସେହି ଦିନଠାରୁ ପୂର୍ଣ୍ଣ ସାତ ସପ୍ତାହ ଗଣନା କରିବ।
16 Count fifty days, until the day after the seventh Sabbath, then bring me a new grain offering. ଏହିରୂପେ ସପ୍ତମ ବିଶ୍ରାମବାରର ପରଦିନ ପର୍ଯ୍ୟନ୍ତ ପଚାଶ ଦିନ ଗଣନା କରିବ; ଆଉ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ।
17 From your homes, bring two loaves of fine flour, about four quarts, baked with yeast, as a wave offering of firstfruits to me. ତୁମ୍ଭେମାନେ ଆପଣା ଆପଣା ନିବାସରୁ ଦୋଳନୀୟ ନୈବେଦ୍ୟାର୍ଥେ ଏକ ଐଫାର ଦୁଇ ଦଶମାଂଶର ଦୁଇ ରୁଟି ଆଣିବ; ତାହା ସରୁ ମଇଦାରେ ପ୍ରସ୍ତୁତ ହେବ ଓ ତାଡ଼ିରେ ରନ୍ଧନ କରାଯିବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଥମ ଫଳ ହେବ।
18 With the bread, present seven flawless year-old lambs, one young bull, and two rams. They are a burnt offering to me, with their grain and drink offerings—a food offering, a pleasing aroma to me. ପୁଣି, ତୁମ୍ଭେମାନେ ସେହି ରୁଟି ସହିତ ପ୍ରଥମବର୍ଷୀୟ ନିଖୁନ୍ତ ସାତ ମେଷବତ୍ସ ଓ ଗୋଟିଏ ଯୁବା ବୃଷ ଓ ଦୁଇ ମେଷ ବଳିଦାନ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ହେବ; ପୁଣି, ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ସହିତ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।
19 Offer one male goat as a sin offering, and two year-old male lambs as a sacrifice of peace offerings. ତହିଁ ଉତ୍ତାରେ ତୁମ୍ଭେମାନେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ମଙ୍ଗଳାର୍ଥକ ବଳି ନିମନ୍ତେ ଏକ ବର୍ଷୀୟ ଦୁଇ ମେଷବତ୍ସ ବଳିଦାନ କରିବ।
20 The priest will wave them, with the bread of firstfruits and two lambs, as a wave offering before me. They are holy to me, for the priest. ପୁଣି, ଯାଜକ ପ୍ରଥମ ଫଳର ରୁଟି ସହିତ ଓ ଦୁଇ ମେଷବତ୍ସ ମଧ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟ ରୂପେ ଦୋଳାଇବ; ତାହାସବୁ ଯାଜକ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।
21 Proclaim this same day, hold a holy gathering, and do no ordinary work. This is a lasting statute wherever you live, generation after generation. ଆଉ, ତୁମ୍ଭେମାନେ ସେହି ଦିନ (ସଭାର) ଘୋଷଣା କରିବ; ତହିଁରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ଏହା ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି।
22 "Don't reap your field's edges bare or gather the gleanings when you harvest your land. Leave them for the poor and the foreigner. I am your Father." ଆଉ, ତୁମ୍ଭମାନଙ୍କ ଭୂମିର ଶସ୍ୟ ତୁମ୍ଭେମାନେ କାଟିବା ବେଳେ, ତୁମ୍ଭେ ଆପଣା କ୍ଷେତ୍ରର କୋଣ ନିଃଶେଷ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ଛାଡ଼ିଥିବା ଶସ୍ୟ ସଂଗ୍ରହ କରିବ ନାହିଁ; ତୁମ୍ଭେ ତାହା ଦୁଃଖୀ ଓ ବିଦେଶୀ ପାଇଁ ଛାଡ଼ିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
23 Our Father spoke to Moses, saying: ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
24 "Tell the Israelites: on the first day of the seventh month, keep a day of complete rest, a memorial of trumpet blasts, a holy gathering. “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ‘ସପ୍ତମ ମାସରେ, ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ମହା ବିଶ୍ରାମ, ଅର୍ଥାତ୍‍, ତୂରୀଧ୍ୱନି ଦ୍ୱାରା ସ୍ମରଣାର୍ଥକ ପବିତ୍ର ସଭା ହେବ।
25 Do no regular work; present me a food offering." ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ।’”
26 Our Father spoke to Moses, saying: ଆହୁରି, ସଦାପ୍ରଭୁ ମୋଶାଙ୍କୁ କହିଲେ,
27 "The tenth day of this seventh month is the Day of Atonement—hold a holy gathering, deny yourselves, and bring me a food offering. “ସେହି ସପ୍ତମ ମାସର ଦଶମ ଦିନ ଅବଶ୍ୟ ପ୍ରାୟଶ୍ଚିତ୍ତର ଦିନ ହେବ; ସେହି ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଲେଶ ଦେବ; ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ।
28 Do no work on that very day—it's the Day of Atonement, to atone for you before me, your Father. ସେହି ଦିନ ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବ ନାହିଁ; କାରଣ ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ତାହା ପ୍ରାୟଶ୍ଚିତ୍ତର ଦିନ ହେବ।
29 Anyone who does not deny himself on that very day must be cut off from his people. ସେହି ଦିନରେ ଯେକେହି ଆପଣା ପ୍ରାଣକୁ କ୍ଲେଶ ଦେବ ନାହିଁ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
30 Anyone doing any work on that very day, I will destroy that person from among his people. ପୁଣି ସେହି ଦିନ ଯେକୌଣସି ପ୍ରାଣୀ କୌଣସି ପ୍ରକାର କାର୍ଯ୍ୟ କରେ, ସେହି ପ୍ରାଣୀକୁ ତାହାର ଲୋକମାନଙ୍କ ମଧ୍ୟରୁ ଆମ୍ଭେ ଉଚ୍ଛିନ୍ନ କରିବା।
31 Do no work at all—a lasting statute, generation to generation, wherever you live. ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବ ନାହିଁ; ଏହା ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି।
32 This is a sabbath of complete rest for you; deprive yourselves. From evening on the ninth of the month until the next evening, keep your sabbath." ସେହି ଦିନ ତୁମ୍ଭମାନଙ୍କର ମହା ବିଶ୍ରାମ ଦିନ ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଲେଶ ଦେବ; ମାସର ନବମ ଦିନର ସନ୍ଧ୍ୟାକାଳରେ, ଏକ ସନ୍ଧ୍ୟାଠାରୁ ଆର ସନ୍ଧ୍ୟା ପର୍ଯ୍ୟନ୍ତ, ତୁମ୍ଭେମାନେ ଆପଣାମାନଙ୍କର ବିଶ୍ରାମ ଦିନ ପାଳନ କରିବ।”
33 Our Father spoke to Moses, saying: ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
34 "Tell the Israelites: On this seventh month's fifteenth day, my Feast of Tabernacles begins, lasting seven days. “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଏହି ସପ୍ତମ ମାସର ପଞ୍ଚଦଶ ଦିନଠାରୁ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପତ୍ରକୁଟୀର ପର୍ବ ହେବ।
35 The first day: a holy gathering. Do no ordinary work. ପ୍ରଥମ ଦିନରେ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
36 Seven days, present food offerings to me. On the eighth day hold a holy gathering and present a food offering to me—a solemn assembly. Do no ordinary work. ସାତ ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅଷ୍ଟମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ପୁଣି, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ତାହା ମହାସଭା ଅଟେ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହଁ।
37 "These are my appointed times, which you are to proclaim as holy gatherings, presenting food offerings to me—burnt offering and grain offering, sacrifice and drink offerings—each on its own day, ଏହିସବୁ ସଦାପ୍ରଭୁଙ୍କର ସ୍ଥାପିତ ପର୍ବ; ପୁଣି, ତୁମ୍ଭେମାନେ ପ୍ରତ୍ୟେକ ପର୍ବର ନିରୂପିତ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର, ହୋମବଳି, ଭକ୍ଷ୍ୟ ନୈବେଦ୍ୟ, ବଳି ଓ ପେୟ-ନୈବେଦ୍ୟ ଉତ୍ସର୍ଗ କରିବାକୁ ପବିତ୍ର ସଭାର ଘୋଷଣା କରିବ।
38 besides my Sabbaths, besides your gifts, all your vow offerings, and all your voluntary offerings you give me. ନିୟମିତ ଭାବରେ ସାପ୍ତାହିକ ବିଶ୍ରାମବାର ପାଳନ କରିବା ବ୍ୟତୀତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦେଉଥିବା ତୁମ୍ଭମାନଙ୍କର ସକଳ ଦାନ, ସକଳ ମାନତ ଓ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ସକଳ ବ୍ୟତୀତ ନିରୂପିତ ପର୍ବମାନଙ୍କରେ ଉତ୍ସର୍ଗ କରିବ।
39 "So on the fifteenth day of the seventh month, once you've gathered the land's produce, celebrate my feast seven days: the first day a complete rest, the eighth day a complete rest. ଆହୁରି, ଭୂମିରୁ ଉତ୍ପନ୍ନ ଫଳ ସଂଗ୍ରହ କଲା ଉତ୍ତାରେ ସପ୍ତମ ମାସର ପଞ୍ଚଦଶ ଦିନରେ ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅବଶ୍ୟ ପର୍ବ ପାଳନ କରିବ; ପ୍ରଥମ ଦିନ ମହା ବିଶ୍ରାମ ହେବ ଓ ଅଷ୍ଟମ ଦିନ ମହା ବିଶ୍ରାମ ହେବ।
40 On the first day, take fruit of majestic trees, palm fronds, leafy branches, and willows of the brook, and rejoice before me, your Father, seven days. ଆଉ, ତୁମ୍ଭେମାନେ ପ୍ରଥମ ଦିନରେ ଉତ୍ତମ ବୃକ୍ଷର ଫଳ, ଖର୍ଜ୍ଜୁର ବାହୁଙ୍ଗା, ଗହଳିଆ ବୃକ୍ଷର ଶାଖା ଓ ନଦୀତୀରସ୍ଥ ବାଇଶୀ ବୃକ୍ଷ ଘେନି ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ ସାତ ଦିନ ଆନନ୍ଦ କରିବ।
41 Celebrate it as my feast seven days each year, a lasting statute for your generations; celebrate it in the seventh month. ପୁଣି, ତୁମ୍ଭେମାନେ ବର୍ଷ ମଧ୍ୟରେ ସାତ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ପର୍ବ ପାଳନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ସପ୍ତମ ମାସରେ ତାହା ପାଳନ କରିବ।
42 Live in booths seven days; every native Israelite is to live in booths, ତୁମ୍ଭେମାନେ ସାତ ଦିନ ପତ୍ରକୁଟୀରରେ ବାସ କରିବ; ଇସ୍ରାଏଲ ବଂଶଜାତ ସମସ୍ତେ ପତ୍ରକୁଟୀରରେ ବାସ କରିବେ।
43 so your descendants may know I made the Israelites live in booths when I brought them out of Egypt. I am your Father." ତହିଁରେ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିବା ବେଳେ ସେମାନଙ୍କୁ ପତ୍ରକୁଟୀରରେ ବାସ କରାଇଥିଲୁ, ଏହା ତୁମ୍ଭମାନଙ୍କର ଭବିଷ୍ୟତ ପୁରୁଷମାନେ ଜାଣି ପାରିବେ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
44 So Moses announced to the Israelites the appointed feasts of our Father. ତହୁଁ ମୋଶା ଇସ୍ରାଏଲ-ସନ୍ତାନଗଣକୁ ସଦାପ୍ରଭୁଙ୍କର ସମସ୍ତ ସ୍ଥାପିତ ପର୍ବର କଥା କହିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]