Skip to content
The Believer's Library

Indian Revised Version(IRV) Odia - 2021

Leviticus 24 IRVOry

Show IRVOry only
Verse × ×
1 Our Father spoke to Moses: ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 "Command the Israelites to bring you pure, crushed olive oil for the light, to keep a lamp burning continually. “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି ଆଜ୍ଞା ଦିଅ, ନିତ୍ୟ ନିତ୍ୟ ପ୍ରଦୀପ ଜ୍ୱଳାଇବା ନିମନ୍ତେ ସେମାନେ ତୁମ୍ଭ ନିକଟକୁ ନିର୍ମଳ ପେଷା ଜୀତ ତୈଳ ଆଣିବେ।
3 Outside the testimony's curtain in the tent of meeting, Aaron is to tend it before me from evening to morning, continually—a lasting law for your generations. ହାରୋଣ ସମାଗମ-ତମ୍ବୁ ମଧ୍ୟରେ ସାକ୍ଷ୍ୟ-ସିନ୍ଦୁକର ବିଚ୍ଛେଦ ବସ୍ତ୍ର ବାହାରେ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ତାହା ସ୍ଥାପନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି।
4 On the pure lampstand he must tend the lamps before me continually. ସେ ନିର୍ମଳ ଦୀପବୃକ୍ଷ ଉପରେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ସେହି ପ୍ରଦୀପସକଳ ସ୍ଥାପନ କରିବ।
5 "Take fine flour and bake twelve loaves, each about four and a half pounds of flour. ଆଉ, ତୁମ୍ଭେ ସରୁ ମଇଦା ନେଇ ତହିଁରେ ବାରଗୋଟି ପିଠା ପ୍ରସ୍ତୁତ କରିବ; ପ୍ରତ୍ୟେକ ପିଠା ଏକ ଐଫାର ଦୁଇ ଦଶମାଂଶ ହେବ।
6 Arrange them in two rows, six to a row, on the pure table before me. ପୁଣି, ତୁମ୍ଭେ ଏକ ଏକ ଧାଡ଼ିରେ ଛଅ ଛଅ, ଏପରି ଦୁଇ ଧାଡ଼ି କରି ସଦାପ୍ରଭୁଙ୍କ ସମ୍ମୁଖରେ ନିର୍ମଳ ମେଜ ଉପରେ ତାହାସବୁ ରଖିବ।
7 Put pure frankincense on each row as the bread's memorial portion, a food offering to me. ଆଉ, ପ୍ରତ୍ୟେକ ଧାଡ଼ି ଉପରେ ନିର୍ମଳ କୁନ୍ଦୁରୁ ଦେବ, ତାହା ସେହି ରୁଟିର ସ୍ମରଣାର୍ଥକ ଅଂଶ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।
8 Every Sabbath he must arrange it before me continually, from the Israelites, a lasting covenant. ପୁଣି, ଯାଜକ ପ୍ରତ୍ୟେକ ବିଶ୍ରାମବାର ସଦାପ୍ରଭୁଙ୍କ ସମ୍ମୁଖରେ ତାହା ନିତ୍ୟ ନିତ୍ୟ ସ୍ଥାପନ କରିବ; ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ଏହା ଅନନ୍ତକାଳୀନ ନିୟମ।
9 It belongs to Aaron and his sons, who must eat it in a holy place; it is a most holy portion for him from my food offerings, their permanent share." ପୁଣି, ତାହା ହାରୋଣ ଓ ତାହାର ପୁତ୍ରଗଣଙ୍କର ହେବ; ଆଉ, ସେମାନେ କୌଣସି ଏକ ପବିତ୍ର ସ୍ଥାନରେ ତାହା ଭୋଜନ କରିବେ, କାରଣ ତାହା ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରେ ତାହା ପ୍ରତି ମହାପବିତ୍ର ଅଟେ; ଏହା ଅନନ୍ତକାଳୀନ ବିଧି।”
10 The son of an Israelite woman, whose father was Egyptian, went out among the Israelites; the Israelite woman's son fought with an Israelite man in the camp. ଏଥିଉତ୍ତାରେ ମିସରୀୟ ପୁରୁଷର ଔରସରେ ଇସ୍ରାଏଲ ବଂଶୀୟା ସ୍ତ୍ରୀଠାରୁ ଜାତ ଏକ ପୁତ୍ର ବାହାର ହୋଇ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଲା; ପୁଣି ଛାଉଣି ମଧ୍ୟରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର ଓ ଇସ୍ରାଏଲୀୟ କୌଣସି ପୁରୁଷ ମଧ୍ୟରେ ବିବାଦ ହେଲା।
11 The son of the Israelite woman blasphemed the Name with a curse, and they brought him to Moses. His mother was Shelomith, daughter of Dibri, of the tribe of Dan. ତହିଁରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର (ସଦାପ୍ରଭୁଙ୍କ) ନାମକୁ ନିନ୍ଦା କରି ଅଭିଶାପ ଦେଲା; ତହୁଁ ଲୋକମାନେ ତାହାକୁ ମୋଶାଙ୍କ ନିକଟକୁ ଆଣିଲେ; ତାହାର ମାତାର ନାମ ଶଲୋମୀତ୍‍, ସେ ଦାନ୍ ବଂଶୀୟ ଦିବ୍ରିର କନ୍ୟା ଥିଲା।
12 They put him in custody until our Father made his will clear to them. ପୁଣି ଲୋକମାନେ ସଦାପ୍ରଭୁଙ୍କ ମୁଖରୁ ଆଦେଶ ପାଇବା ଅପେକ୍ଷାରେ ତାହାକୁ ରୁଦ୍ଧ କରି ରଖିଲେ।
13 Then our Father spoke to Moses: ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,
14 "Bring the one who cursed outside the camp. Let all who heard lay their hands on his head, then let the whole congregation stone him. “ଯେଉଁ ଲୋକ ଅଭିଶାପ ଦେଇଅଛି, ତାହାକୁ ଛାଉଣି ବାହାରକୁ ଆଣ; ପୁଣି ଯେଉଁମାନେ ତାହାର କଥା ଶୁଣିଅଛନ୍ତି, ସେମାନେ ସମସ୍ତେ ତାହାର ମସ୍ତକରେ ହସ୍ତ ଦିଅନ୍ତୁ, ପୁଣି ସମୁଦାୟ ମଣ୍ଡଳୀ ପଥର ମାରି ତାହାକୁ ବଧ କରନ୍ତୁ।
15 Tell the Israelites: Whoever curses our Father will bear their sin. ଆଉ, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯେକେହି ଆପଣା ପରମେଶ୍ୱରଙ୍କୁ ଅଭିଶାପ ଦିଏ, ସେ ଆପଣା ଅପରାଧ ବୋହିବ।
16 Whoever blasphemes my name must die—the whole community must stone him. Foreigner and native-born alike: whoever blasphemes the Name must die. ପୁଣି, ଯେକେହି ଆପଣା ସଦାପ୍ରଭୁଙ୍କ ନାମର ନିନ୍ଦା କରେ, ସେ ଅବଶ୍ୟ ହତ ହେବ; ସମସ୍ତ ମଣ୍ଡଳୀ ତାହାକୁ ନିଶ୍ଚୟ ପଥର ମାରି ବଧ କରିବେ; ବିଦେଶୀ ହେଉ ବା ସ୍ୱଦେଶୀ ହେଉ, ସଦାପ୍ରଭୁଙ୍କ ନାମର ନିନ୍ଦା କଲେ ହତ ହେବ।
17 "Whoever kills any person must be put to death. ଆଉ, ଯେକେହି କୌଣସି ମନୁଷ୍ୟକୁ ପ୍ରାଣାନ୍ତକ ଆଘାତ କରେ, ସେ ନିଶ୍ଚୟ ହତ ହେବ।
18 Whoever kills an animal must make restitution for it, life for life. ପୁଣି, ଯେକେହି କୌଣସି ପଶୁକୁ ପ୍ରାଣାନ୍ତକ ଆଘାତ କରେ, ସେ ତହିଁର ପରିଶୋଧ ଦେବ; ପ୍ରାଣ ପରିଶୋଧରେ ପ୍ରାଣ।
19 If anyone injures their neighbor, the same must be done to them: ଆଉ, କୌଣସି ମନୁଷ୍ୟ ଯଦି ଆପଣା ପ୍ରତିବାସୀର ଶରୀରରେ ଖୁଣ କରେ, ତେବେ ସେ ଯେପରି କରିଅଛି, ସେହିପରି ତାହା ପ୍ରତି କରାଯିବ।
20 Fracture for fracture, eye for eye, tooth for tooth: as one injures another, so it is done to him. କ୍ଷତ ପରିଶୋଧରେ କ୍ଷତ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦନ୍ତ ପରିଶୋଧରେ ଦନ୍ତ; ମନୁଷ୍ୟର ଦେହରେ ଯେ ଯେପରି ଖୁଣ କରିଅଛି, ତାହା ପ୍ରତି ସେହି ପ୍ରକାର କରାଯିବ।
21 Whoever kills an animal repays for it; whoever kills a person is put to death. ଯେଉଁ ଜନ ପଶୁ ବଧ କରେ, ସେ ତହିଁର ପରିଶୋଧ ଦେବ; ପୁଣି ଯେଉଁ ଜନ ନରହତ୍ୟା କରେ, ସେ ହତ ହେବ।
22 The same law applies to the foreigner and to the native-born alike, for I am your Father." ବିଦେଶୀ ହେଉ କି ସ୍ୱଦେଶୀ ହେଉ, ସେମାନଙ୍କ ନିମନ୍ତେ ତୁମ୍ଭମାନଙ୍କର ଏକ-ପ୍ରକାର ବ୍ୟବସ୍ଥା ହେବ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
23 Moses told the Israelites; they took the one who had cursed outside the camp and stoned him with stones. The Israelites did as our Father commanded Moses. ତହୁଁ ମୋଶା ଇସ୍ରାଏଲ-ସନ୍ତାନଗଣକୁ କହନ୍ତେ, ଯେଉଁ ଲୋକ ଅଭିଶାପ ଦେଇଥିଲା, ତାହାକୁ ସେମାନେ ଛାଉଣିର ବାହାରକୁ ଆଣି ପଥର ମାରି ବଧ କଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ କର୍ମ କଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]