Skip to content
The Believer's Library

Indian Revised Version(IRV) Odia - 2021

Leviticus 25 IRVOry

Show IRVOry only
Verse × ×
1 Our Father spoke to Moses on Mount Sinai, saying: ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କୁ କହିଲେ,
2 "Speak to the Israelites and say to them: When you enter the land I am giving you, the land is to keep a sabbath rest to me. “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ସେହି ଦେଶରେ ପ୍ରବେଶ କଲେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମି ବିଶ୍ରାମ ଭୋଗ କରିବ।
3 For six years sow your field, six years prune your vineyard and gather its fruit. ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା କ୍ଷେତ୍ରରେ ବୀଜ ବୁଣିବ ଓ ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା ଦ୍ରାକ୍ଷାଲତା ଝାଡ଼ିବ ଓ ତହିଁର ଫଳ ସଂଗ୍ରହ କରିବ।
4 But the seventh year is a sabbath of full rest for the land, a sabbath to me—don't sow your field or prune your vineyard. ମାତ୍ର ସପ୍ତମ ବର୍ଷରେ ଭୂମିର ମହା ବିଶ୍ରାମ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ହେବ; ତୁମ୍ଭେ ଆପଣା କ୍ଷେତ୍ରରେ ବୁଣିବ ନାହିଁ, କି ଆପଣା ଦ୍ରାକ୍ଷାଲତା ଝାଡ଼ିବ ନାହିଁ।
5 Don't reap what grows on its own, or gather grapes from your unpruned vine; the land gets a year of complete rest. ଯେଉଁ ଶସ୍ୟ ତୁମ୍ଭ କ୍ଷେତ୍ରରେ ଆପେ ବଢ଼େ, ତାହା ତୁମ୍ଭେ କାଟିବ ନାହିଁ ଓ ତୁମ୍ଭେ ଆପଣା ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ; ତାହା ଭୂମିର ମହା ବିଶ୍ରାମ ବର୍ଷ ହେବ।
6 The land's sabbath will feed you—yourself, your male and female servants, hired hand, and the foreigner living with you, ଆଉ, ଭୂମିର ବିଶ୍ରାମ ତୁମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ ହେବ; ତୁମ୍ଭର କ୍ଷେତ୍ରୋତ୍ପନ୍ନ ସମସ୍ତ ଦ୍ରବ୍ୟ ତୁମ୍ଭର, ତୁମ୍ଭ ଦାସର, ତୁମ୍ଭ ଦାସୀର, ତୁମ୍ଭ ବେତନଜୀବୀର ଓ ତୁମ୍ଭ ସହବାସୀ ବିଦେଶୀର;
7 and for your livestock and the wild animals in your land—all it yields is food. ପୁଣି, ତୁମ୍ଭ ପଶୁର ଓ ତୁମ୍ଭ ଦେଶୀୟ ବନ୍ୟପଶୁର ଆହାର ନିମନ୍ତେ ହେବ।
8 "You are to count seven sabbaths of years, seven times seven years, making forty-nine years in all. ଆଉ, ତୁମ୍ଭେ ଆପଣା ନିମନ୍ତେ ସାତ ବିଶ୍ରାମ ବର୍ଷ, ଅର୍ଥାତ୍‍, ସାତ ଗୁଣ ସାତ ବର୍ଷ ଗଣନା କରିବ; ତହିଁରେ ସେହି ସାତ ଗୁଣ ସାତ ବର୍ଷର ଦିନ ତୁମ୍ଭ ପ୍ରତି ଅଣଞ୍ଚାଶ ବର୍ଷ ହେବ।
9 Blow the ram's horn in blasts on the tenth day of the seventh month; on the Day of Atonement, sound it throughout all your land. ତହୁଁ ସପ୍ତମ ମାସର ଦଶମ ଦିନରେ ତୁମ୍ଭେ ମହାଶବ୍ଦକାରୀ ତୂରୀ ବଜାଇବ; ପ୍ରାୟଶ୍ଚିତ୍ତ ଦିନରେ ତୁମ୍ଭେମାନେ ଆପଣାମାନଙ୍କ ସମସ୍ତ ଦେଶରେ ତୂରୀ ବଜାଇବ।
10 Make the fiftieth year holy: proclaim freedom in the land for all its residents. It is a jubilee for you—each returns to their property, each to their family. ପୁଣି, ତୁମ୍ଭେମାନେ ପଚାଶତମ ବର୍ଷକୁ ପବିତ୍ର ରୂପେ ମାନ୍ୟ କରିବ, ଆଉ ସମୁଦାୟ ଦେଶରେ ତହିଁର ସମସ୍ତ ନିବାସୀମାନଙ୍କ ପ୍ରତି ମୁକ୍ତି ଘୋଷଣା କରିବ; ତାହା ତୁମ୍ଭମାନଙ୍କ ନିମନ୍ତେ ଯୋବେଲ (ମହା ଉଲ୍ଲାସ ଉତ୍ସବ) ହେବ ଓ ତୁମ୍ଭେମାନେ ପ୍ରତି ଜଣ ଆପଣା ଆପଣା ଅଧିକାରକୁ ଫେରିଯିବ ଓ ପ୍ରତି ଜଣ ଆପଣା ଆପଣା ବଂଶ ନିକଟକୁ ଫେରିଯିବ।
11 The fiftieth year is your jubilee: sow nothing, reap no self-grown grain, gather no untended vines. ସେହି ପଚାଶତମ ବର୍ଷ ବ୍ୟାପି ତୁମ୍ଭମାନଙ୍କ ନିମନ୍ତେ ଯୋବେଲ ହେବ; ତୁମ୍ଭେମାନେ ବୁଣିବ ନାହିଁ କିଅବା ଯେଉଁ ଶସ୍ୟ ଆପେ ବଢ଼େ, ତାହା କାଟିବ ନାହିଁ ଓ ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ।
12 For it is a jubilee; it is to be holy to you. Eat only what the field produces. କାରଣ ତାହା ଯୋବେଲ ବର୍ଷ ଅଟେ; ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ; ତଥାପି ତୁମ୍ଭେମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟାଦି ଖାଇ ପାରିବ।
13 "In this Year of Jubilee each of you are to return to your own property. ସେହି ଯୋବେଲ ବର୍ଷରେ ପ୍ରତି ଜଣ ଆପଣା ଆପଣା ଅଧିକାରକୁ ଫେରିଯିବ।
14 "If you sell or buy from your neighbor, do not cheat one another. ଯଦି ତୁମ୍ଭେ ଆପଣା ପ୍ରତିବାସୀକୁ କୌଣସି ଭୂମ୍ୟାଦି ବିକ୍ରୟ କର, ଅବା ଆପଣା ପ୍ରତିବାସୀ ହସ୍ତରୁ କ୍ରୟ କର, ତେବେ ତୁମ୍ଭେମାନେ ପରସ୍ପର ପ୍ରତି ଅନ୍ୟାୟ କରିବ ନାହିଁ।
15 Buy from your neighbor by the years since the jubilee; he sells to you by the years of harvests. ତୁମ୍ଭେ ଯୋବେଲ ପରବର୍ଷର ସଂଖ୍ୟାନୁସାରେ ଆପଣା ପ୍ରତିବାସୀଠାରୁ କ୍ରୟ କରିବ ଓ ଫଳ ଉତ୍ପତ୍ତି ବର୍ଷର ସଂଖ୍ୟାନୁସାରେ ସେ ତୁମ୍ଭକୁ ବିକ୍ରୟ କରିବ।
16 Raise the price for more years, lower it for fewer, since he's selling you a number of harvests. ତୁମ୍ଭେ ବର୍ଷର ଆଧିକ୍ୟ ଅନୁସାରେ ତହିଁର ମୂଲ୍ୟ ବୃଦ୍ଧି କରିବ ଓ ବର୍ଷର ନ୍ୟୂନତାନୁସାରେ ମୂଲ୍ୟ ଊଣା କରିବ; କାରଣ ସେ ତୁମ୍ଭକୁ ଫଳ ଉତ୍ପତ୍ତି ବର୍ଷର ସଂଖ୍ୟାନୁସାରେ ଭୂମି ବିକ୍ରୟ କରିବ।
17 You shall not wrong one another, but you are to fear your Father, for I am your Father. ତୁମ୍ଭେମାନେ ପରସ୍ପରର ଅନ୍ୟାୟ କରିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଭୟ କରିବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
18 "Follow my statutes, keep my rules, and obey them, and you will live securely in the land. ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଆଚରଣ କରିବ ଓ ଆମ୍ଭର ଶାସନସକଳ ମାନିବ ଓ ପାଳନ କରିବ; ତହିଁରେ ତୁମ୍ଭେମାନେ ଦେଶରେ ନିର୍ଭୟରେ ବାସ କରିବ।
19 The land will yield its fruit, and you will eat your fill and dwell in it securely. ପୁଣି, ଭୂମି ନିଜ ଫଳ ଉତ୍ପନ୍ନ କରିବ, ତହିଁରେ ତୁମ୍ଭେମାନେ ତୃପ୍ତି ପର୍ଯ୍ୟନ୍ତ ଭୋଜନ କରିବ ଓ ଦେଶରେ ନିର୍ଭୟରେ ବାସ କରିବ।
20 If you ask, 'What will we eat in the seventh year, since we won't sow or gather our produce?' ଆଉ ତୁମ୍ଭେମାନେ ଯଦି କହିବ, ଦେଖ, ଆମ୍ଭେମାନେ ତ ବୁଣିବୁ ନାହିଁ, କି ଉତ୍ପନ୍ନ ଫଳ ସଂଗ୍ରହ କରିବୁ ନାହିଁ, ତେବେ ଆମ୍ଭେମାନେ ସପ୍ତମ ବର୍ଷରେ କଅଣ ଖାଇବୁ?
21 I will command my blessing on you in the sixth year, yielding crop for three years. ଆମ୍ଭେ ଷଷ୍ଠ ବର୍ଷରେ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦ ଆଜ୍ଞା କରିବା, ତହିଁରେ ତାହା ତିନି ବର୍ଷର ଫଳ ଉତ୍ପନ୍ନ କରିବ।
22 You will plant in the eighth year but still eat old crop; until the ninth year's harvest comes in, you will eat the old. ପୁଣି, ଅଷ୍ଟମ ବର୍ଷରେ ତୁମ୍ଭେମାନେ ବୁଣିବ ଓ ପୁରାତନ ଶସ୍ୟ ଖାଇବ; ନବମ ବର୍ଷ ପର୍ଯ୍ୟନ୍ତ ଫଳ ଉତ୍ପନ୍ନ ହେବା ପର୍ଯ୍ୟନ୍ତ, ତୁମ୍ଭେମାନେ ପୁରାତନ ଶସ୍ୟ ଭୋଜନ କରିବ।
23 "The land must not be sold permanently, for it is mine; for you are only foreigners and temporary residents with me. ଆଉ, ଭୂମି ସଦାକାଳ ନିମନ୍ତେ ବିକ୍ରୟ କରାଯିବ ନାହିଁ; କାରଣ ଭୂମି ଆମ୍ଭର; ତୁମ୍ଭେମାନେ ଆମ୍ଭ ସହିତ ବିଦେଶୀ ଓ ପ୍ରବାସୀ ଅଟ।
24 Throughout the land you possess, you are to grant a right of redemption for the land. ଆଉ, ତୁମ୍ଭେମାନେ ଆପଣାମାନଙ୍କ ଅଧିକୃତ ଦେଶର ସମସ୍ତ ଭୂମି ମୁକ୍ତ କରିବାକୁ ଦେବ।
25 "If your brother becomes poor and sells part of his land, his nearest redeemer must come redeem what his brother sold. ଯଦି ତୁମ୍ଭର ଭ୍ରାତା ଦରିଦ୍ର ହୋଇ ଆପଣା ଅଧିକାରରୁ କିଛି ବିକ୍ରୟ କରେ, ତେବେ ତାହାର ମୁକ୍ତିକର୍ତ୍ତା ନିକଟସ୍ଥ ଜ୍ଞାତି ଆସି ଆପଣା ଭ୍ରାତାର ବିକ୍ରୀତ ଭୂମି ମୁକ୍ତ କରି ନେବ।
26 If a man has no redeemer but prospers and finds enough to redeem it, ପୁଣି, ଯଦି ତାହା ମୁକ୍ତ କରିବାକୁ ତାହାର କେହି ନ ଥାଏ ଓ ସେ ବର୍ଦ୍ଧିଷ୍ଣୁ ହୋଇ ତାହା ମୁକ୍ତ କରିବାକୁ ଯଥେଷ୍ଟ ଧନ ପାଏ,
27 he calculates the years since the sale, returns the balance to the buyer, and returns to his property. ତେବେ ସେ ତହିଁର ବିକ୍ରୟ ବର୍ଷ ଗଣନା କରୁ ଓ ତଦନୁସାରେ ଅତିରିକ୍ତ ମୂଲ୍ୟ କ୍ରୟକର୍ତ୍ତାକୁ ଫେରାଇ ଦେଉ; ତହିଁରେ ସେ ପୁନର୍ବାର ଆପଣା ଅଧିକାରକୁ ଫେରିଯିବ।
28 But if he lacks means to repay him, what he sold stays with the buyer until Jubilee; it releases then, and he returns to his property. ମାତ୍ର ଯଦି ସେ ତାହା ଫେରାଇ ନେବାକୁ ଅସମର୍ଥ ହୁଏ, ତେବେ ସେ ଯାହା ବିକ୍ରୟ କରିଅଛି, ତାହା ଯୋବେଲ ପର୍ଯ୍ୟନ୍ତ କ୍ରୟକର୍ତ୍ତାର ହସ୍ତରେ ରହିବ; ପୁଣି, ତାହା ଯୋବେଲ ସମୟରେ ମୁକ୍ତ ହେବ ଓ ସେ ପୁନର୍ବାର ଆପଣା ଅଧିକାରକୁ ଫେରିଯିବ।
29 "If someone sells a house in a walled city, redemption rights last a full year from the sale. For that whole year the seller keeps this right. ଆଉ, ଯଦି କେହି ପ୍ରାଚୀର-ବେଷ୍ଟିତ ନଗରର ମଧ୍ୟବର୍ତ୍ତୀ ବାସଗୃହ ବିକ୍ରୟ କରେ, ତେବେ ସେ ବିକ୍ରୟ ବର୍ଷର ଶେଷ ପର୍ଯ୍ୟନ୍ତ ତାହା ମୁକ୍ତ କରି ପାରିବ; ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ସେ ତାହା ମୁକ୍ତ କରିବାର ଅଧିକାର ପାଇବ।
30 If not redeemed within a full year, the house in the walled city belongs to its buyer permanently, generation after generation; it isn't released at the jubilee. ମାତ୍ର ଯଦି ପୂର୍ଣ୍ଣ ଏକ ବର୍ଷ ମଧ୍ୟରେ ତାହା ମୁକ୍ତ କରା ନ ଯାଏ, ତେବେ ପ୍ରାଚୀର-ବେଷ୍ଟିତ ନଗର ମଧ୍ୟବର୍ତ୍ତୀ ସେହି ଗୃହ ପୁରୁଷ-ପରମ୍ପରାରେ କ୍ରୟକର୍ତ୍ତାର ନିତ୍ୟ ଅଧିକାର ହେବ; ଯୋବେଲ ସମୟରେ ତାହା ମୁକ୍ତ ହେବ ନାହିଁ।
31 Houses in villages without walls count as open fields; they may be redeemed and go free at Jubilee. ମାତ୍ର ପ୍ରାଚୀରହୀନ ଗ୍ରାମର ମଧ୍ୟବର୍ତ୍ତୀ ଗୃହଗୁଡ଼ିକ ଦେଶର କ୍ଷେତ୍ର ମଧ୍ୟରେ ଗଣାଯିବ ତାହା ମୁକ୍ତ ହୋଇପାରେ, ପୁଣି ଯୋବେଲ ସମୟରେ ତାହା ମୁକ୍ତ ହେବ।
32 "The Levites may always redeem the houses in the Levite cities they possess. ମାତ୍ର ଲେବୀୟମାନଙ୍କର ନଗରସକଳ, ସେମାନଙ୍କ ଅଧିକୃତ ନଗରର ଗୃହସକଳ ମୁକ୍ତ କରିବାର ଅଧିକାର ଲେବୀୟମାନଙ୍କ ପକ୍ଷରେ ଅନନ୍ତକାଳସ୍ଥାୟୀ ହେବ।
33 If a Levite doesn't redeem it, the house sold in his city is released at jubilee, for houses in Levite cities are their property among Israel. ପୁଣି, ଯଦି କେହି ଲେବୀୟମାନଙ୍କଠାରୁ ତାହା ମୁକ୍ତ କରେ, ତେବେ ସେହି ବିକ୍ରୀତ ଗୃହ ଓ ତାହାର ଅଧିକୃତ ନଗର ଯୋବେଲ ସମୟରେ ମୁକ୍ତ ହେବ; କାରଣ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଲେବୀୟମାନଙ୍କ ଗୃହସକଳ ସେମାନଙ୍କର ଅଧିକାର।
34 But the pasture fields around their cities cannot be sold; they are their permanent possession. ମାତ୍ର ସେମାନଙ୍କ ନଗରର ପ୍ରାନ୍ତର ଭୂମି ବିକ୍ରୟ କରାଯିବ ନାହିଁ; କାରଣ ତାହା ସେମାନଙ୍କର ଅନନ୍ତକାଳୀନ ଅଧିକାର।
35 "If your brother becomes poor and cannot support himself among you, help him like a foreigner or resident, so he may live among you. ଆଉ ଯଦି ତୁମ୍ଭର ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ତାହାର ହାତ ପଡ଼ିଯାଏ, ତେବେ ତୁମ୍ଭେ ତାହାକୁ ଧରି ରଖିବ; ସେ ବିଦେଶୀ ଓ ପ୍ରବାସୀ ପରି ତୁମ୍ଭ ସହିତ ଜୀବନ ଯାପନ କରିବ।
36 Charge him no interest or profit, but fear your Father, so your brother may live alongside you. ତୁମ୍ଭେ ତାହାଠାରୁ ସୁଧ କି ଦେଢ଼ି (ଦେଢ଼ଗୁଣ ସୁଧହାର) ନିଅ ନାହିଁ; ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କର; ତହିଁରେ ତୁମ୍ଭର ଭାଇ ତୁମ୍ଭ ସହିତ ଜୀବନ ଯାପନ କରିବ।
37 You shall not lend him your money at interest or give him your food for profit. ତୁମ୍ଭେ ସୁଧରେ ତାହାକୁ ଟଙ୍କା ଦେବ ନାହିଁ, କିଅବା ଦେଢ଼ି (ଦେଢ଼ଗୁଣ ସୁଧହାର) ପାଇଁ ତାହାକୁ ଆପଣା ଅନ୍ନ ଦେବ ନାହିଁ।
38 I am your Father, who brought you out of Egypt to give you Canaan and be your Father. ଯେ ତୁମ୍ଭମାନଙ୍କର ପରମେଶ୍ୱର ହେବା ପାଇଁ ତୁମ୍ଭମାନଙ୍କୁ କିଣାନ ଦେଶ ଦେବା ନିମନ୍ତେ ମିସର ଦେଶରୁ ବାହାର କରି ଆଣିଲେ, ତୁମ୍ଭମାନଙ୍କର ପରମେଶ୍ୱର ସେହି ସଦାପ୍ରଭୁ ଆମ୍ଭେ ଅଟୁ।
39 "If your brother beside you becomes poor and sells himself to you, don't make him work as a slave. ଆଉ ଯଦି ତୁମ୍ଭ ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ଆପଣାକୁ ବିକ୍ରୟ କରେ, ତେବେ ତୁମ୍ଭେ ତାହାକୁ ବନ୍ଧାଦାସ ପରି ପରିଶ୍ରମ କରାଇବ ନାହିଁ।
40 He will be with you as a hired worker, as a resident, serving with you until Jubilee Year. ସେ ବେତନଜୀବୀ ଓ ପ୍ରବାସୀ ନ୍ୟାୟ ତୁମ୍ଭ ସହିତ ବାସ କରିବ; ସେ ଯୋବେଲ ବର୍ଷ ପର୍ଯ୍ୟନ୍ତ ତୁମ୍ଭର ଦାସ୍ୟକର୍ମ କରିବ।
41 Then he and his children go free from you, returning to his clan and ancestral property. ତହୁଁ ସେ ଆପଣା ସନ୍ତାନଗଣ ସହିତ ତୁମ୍ଭଠାରୁ ମୁକ୍ତ ହୋଇ ଆପଣା ବଂଶ ନିକଟକୁ ଓ ତାହାର ପୈତୃକ ଅଧିକାରକୁ ଫେରିଯିବ।
42 For they are my servants, whom I brought from Egypt; they must not be sold as slaves are sold. କାରଣ ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ସେମାନେ ବନ୍ଧାଦାସ ତୁଲ୍ୟ ବିକ୍ରୀତ ହେବେ ନାହିଁ।
43 You shall not rule over him harshly, but you are to fear your Father. ତୁମ୍ଭେ ତାହା ଉପରେ କଠିନ କର୍ତ୍ତୃତ୍ୱ କରିବ ନାହିଁ; ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କରିବ।
44 "As for your male and female slaves: you may buy them from the nations around you. ତୁମ୍ଭର ବନ୍ଧାଦାସ ଓ ବନ୍ଧାଦାସୀ ରଖିବାର ହେଲେ, ତୁମ୍ଭେମାନେ ଆପଣା ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟମାନଙ୍କଠାରୁ ବନ୍ଧାଦାସ ଓ ବନ୍ଧାଦାସୀ କ୍ରୟ କରିବ।
45 Also buy from the foreign residents among you, and from their families with you, born in your land; they become your property. ଆହୁରି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ ବିଦେଶୀୟ ସନ୍ତାନଗଣଠାରୁ ଓ ତୁମ୍ଭମାନଙ୍କ ଦେଶରେ ସେମାନଙ୍କଠାରୁ ଉତ୍ପନ୍ନ ଯେଉଁ ଯେଉଁ ବଂଶ ତୁମ୍ଭମାନଙ୍କର ସହବର୍ତ୍ତୀ ଥାʼନ୍ତି, ସେମାନଙ୍କଠାରୁ କ୍ରୟ କରିବ, ପୁଣି, ସେମାନେ ତୁମ୍ଭମାନଙ୍କର ଅଧିକାର ହେବେ।
46 You may leave them to your children as inherited property, holding them for life. But over your fellow Israelites you must not rule harshly, one over another. ପୁଣି, ତୁମ୍ଭେମାନେ ଆପଣା ଉତ୍ତାରେ ଆପଣା ଭବିଷ୍ୟତ ସନ୍ତାନଗଣର ଅଧିକାର ନିମନ୍ତେ ପୈତୃକ ସମ୍ପତ୍ତି ରୂପେ ସେମାନଙ୍କୁ ଦେଇ ପାରିବ; ତୁମ୍ଭେମାନେ ସେମାନଙ୍କୁ ନିତ୍ୟ ଆପଣାମାନଙ୍କର ଦାସ୍ୟକର୍ମ କରାଇ ପାରିବ; ମାତ୍ର ତୁମ୍ଭେମାନେ ଆପଣାମାନଙ୍କ ଭ୍ରାତା ଇସ୍ରାଏଲ-ସନ୍ତାନଗଣ ଉପରେ ପରସ୍ପର କଠିନ କର୍ତ୍ତୃତ୍ୱ କରିବ ନାହିଁ।
47 "If a foreigner or resident among you prospers and your brother becomes poor beside him, selling himself to the foreigner or to a branch of the foreigner's family, ଆଉ ଯଦି ତୁମ୍ଭମାନଙ୍କ ମଧ୍ୟରେ କୌଣସି ବିଦେଶୀ କି ପ୍ରବାସୀ ଲୋକର ହସ୍ତ ଧନରେ ବଢ଼େ, ପୁଣି, ତାହାର ନିକଟବର୍ତ୍ତୀ ତୁମ୍ଭର ଭ୍ରାତା ଦରିଦ୍ର ହୋଇଯାଏ ଓ ସେହି ବିଦେଶୀ କି ପ୍ରବାସୀ କିଅବା ସେହି ବିଦେଶୀ ବଂଶରୁ ଉତ୍ପନ୍ନ କାହାରି ନିକଟରେ ଆପଣାକୁ ବିକ୍ରୟ କରେ;
48 he may be redeemed after he has sold himself. One of his brothers may redeem him. ତେବେ ସେହି ବିକ୍ରୟ ଉତ୍ତାରେ ତାହାର ମୁକ୍ତି ହୋଇ ପାରିବ; ତାହାର ଜ୍ଞାତି ମଧ୍ୟରୁ କେହି ତାହାକୁ ମୁକ୍ତ କରି ପାରିବ।
49 His uncle or cousin may redeem him, or a close relative from his clan may redeem him; or if he affords it, he redeems himself. କିଅବା ତାହାର ପିତୃବ୍ୟ କି ପିତୃବ୍ୟପୁତ୍ର ତାହାକୁ ମୁକ୍ତ କରି ପାରିବ, ଅବା ତାହାର ବଂଶଜାତ ନିକଟବର୍ତ୍ତୀ କୌଣସି ଜ୍ଞାତି ତାହାକୁ ମୁକ୍ତ କରି ପାରିବ; ଅବା ଯଦି ତାହାର ହସ୍ତ ଧନରେ ବୃଦ୍ଧି ପାଏ, ତେବେ ସେ ଆପଣାକୁ ମୁକ୍ତ କରି ପାରିବ।
50 He and his buyer is to reckon from the year he sold himself to the Jubilee; the price follows the years, like a hired worker's wage. ତହିଁରେ ତାହାର ବିକ୍ରୟ ବର୍ଷଠାରୁ ଯୋବେଲ ବର୍ଷ ପର୍ଯ୍ୟନ୍ତ ସେ କ୍ରୟକର୍ତ୍ତା ସହିତ ଗଣନା କରିବ, ପୁଣି ବିକ୍ରୟ ବର୍ଷର ସଂଖ୍ୟାନୁସାରେ ତାହାର ମୂଲ୍ୟ ହେବ; ବେତନଜୀବୀର ଦିନ ତୁଲ୍ୟ ତାହାର ଦାସତ୍ୱ କାଳ ହେବ।
51 If many years remain, he refunds a proportionate amount of his purchase price as his redemption payment. ଯଦି ଅନେକ ବର୍ଷ ବାକି ଥାଏ, ତେବେ ତଦନୁସାରେ ସେ କ୍ରୟମୂଲ୍ୟରୁ ଆପଣା ମୁକ୍ତିର ମୂଲ୍ୟ ଫେରାଇ ଦେବ।
52 If few years remain until Jubilee, he must calculate and refund his redemption price accordingly. ଆଉ ଯଦି ଯୋବେଲ ବର୍ଷ ପର୍ଯ୍ୟନ୍ତ ଅଳ୍ପ ବର୍ଷ ବାକି ଥାଏ, ତେବେ ସେ ତାହା ସହିତ ଗଣନା କରିବ; ସେହି ସେହି ବର୍ଷାନୁସାରେ ସେ ଆପଣା ମୁକ୍ତିର ମୂଲ୍ୟ ଫେରାଇ ଦେବ।
53 He is to be with him as one hired year by year, not ruled over harshly in your sight. ବର୍ଷକୁ ବର୍ଷ ନିଯୁକ୍ତ ଦାସ ତୁଲ୍ୟ ସେ ତାହା ସହିତ ରହିବ; ତୁମ୍ଭ ସାକ୍ଷାତରେ ତାହା ଉପରେ କେହି କଠିନ କର୍ତ୍ତୃତ୍ୱ କରିବ ନାହିଁ।
54 If he isn't redeemed this way, he and his children go free together in the Jubilee Year. ଆଉ ଯଦି ସେ ଏହିରୂପେ ମୁକ୍ତ ନ ହୁଏ, ତେବେ ସେ ଯୋବେଲ ବର୍ଷରେ ଆପଣା ସନ୍ତାନଗଣ ସହିତ ମୁକ୍ତ ହୋଇ ବାହାରି ଯିବ।
55 Israel's people are my servants, whom I brought out of Egypt. I am your Father." କାରଣ ଇସ୍ରାଏଲ-ସନ୍ତାନଗଣ କେବଳ ଆମ୍ଭର ଦାସ, ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]