Skip to content
The Believer's Library

Indian Revised Version(IRV) Odia - 2021

Leviticus 26 IRVOry

Show IRVOry only
Verse × ×
1 "You must not make worthless idols for yourselves, set up a carved image or sacred pillar, or place a sculpted stone in your land to bow down to it; for I am your Father. “ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଦେବମୂର୍ତ୍ତି ନିର୍ମାଣ କରିବ ନାହିଁ, କିଅବା ଆପଣାମାନଙ୍କ ନିମନ୍ତେ ଖୋଦିତ ପ୍ରତିମା କି ସ୍ତମ୍ଭ ସ୍ଥାପନ କରିବ ନାହିଁ ଓ ତାହା ନିକଟରେ ପ୍ରଣାମ କରିବା ନିମନ୍ତେ ତୁମ୍ଭମାନଙ୍କ ଦେଶରେ କୌଣସି ଖୋଦିତ ପ୍ରସ୍ତର ରଖିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
2 "You are to keep my Sabbaths and revere my sanctuary; I am your Father. ତୁମ୍ଭେମାନେ ଆମ୍ଭର ସକଳ ବିଶ୍ରାମ ଦିବସ ପାଳନ କରିବ ଓ ଆମ୍ଭର ପବିତ୍ର ସ୍ଥାନକୁ ସମାଦର କରିବ; ଆମ୍ଭେ ସଦାପ୍ରଭୁ ଅଟୁ।
3 "If you walk in my statutes and keep my commandments and carry them out, ଯଦି ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଚ଼ାଲିବ ଓ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ;
4 I will give rain in its season; the land will yield its produce, and the field's trees their fruit. ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭମାନଙ୍କୁ ବୃଷ୍ଟିଦାନ କରିବା, ତହିଁରେ ଭୂମି ନିଜ ଶସ୍ୟର ପୂର୍ଣ୍ଣତା ଉତ୍ପନ୍ନ କରିବ ଓ କ୍ଷେତ୍ରର ବୃକ୍ଷସକଳ ଆପଣା ଆପଣା ଫଳ ଉତ୍ପନ୍ନ କରିବ।
5 Threshing will reach the grape harvest, and the grape harvest will reach sowing; you will eat your bread to the full and live securely in your land. ଆଉ ତୁମ୍ଭମାନଙ୍କର ଶସ୍ୟମର୍ଦ୍ଦନର ସମୟ ଦ୍ରାକ୍ଷା ସଂଗ୍ରହର ସମୟ ପର୍ଯ୍ୟନ୍ତ ଲାଗିବ ଓ ଦ୍ରାକ୍ଷା ସଂଗ୍ରହର ସମୟ ବୀଜ ବୁଣିବାର ସମୟ ପର୍ଯ୍ୟନ୍ତ ଲାଗିବ; ପୁଣି ତୁମ୍ଭେମାନେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରିବ ଓ ଆପଣା ଦେଶରେ ନିର୍ଭୟରେ ବାସ କରିବ।
6 "I will give peace in the land; you will lie down with nothing to frighten you. I will remove harmful animals from the land, and no sword will pass through your land. ଆଉ, ଆମ୍ଭେ ଦେଶରେ ଶାନ୍ତି ପ୍ରଦାନ କରିବା, ତହିଁରେ ତୁମ୍ଭେମାନେ ଶୟନ କଲେ, କେହି ତୁମ୍ଭମାନଙ୍କୁ ଭୟ ଦେଖାଇବ ନାହିଁ; ପୁଣି ଆମ୍ଭେ ହିଂସ୍ରକ ଜନ୍ତୁମାନଙ୍କୁ ଦେଶରୁ ଦୂର କରିବା ଓ ତୁମ୍ଭମାନଙ୍କ ଦେଶରେ ଖଡ୍ଗ ଭ୍ରମଣ କରିବ ନାହିଁ।
7 You will chase your enemies, and they will fall before you by the sword. ଆଉ ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କୁ ଘଉଡ଼ାଇ ଦେବ ଓ ସେମାନେ ତୁମ୍ଭମାନଙ୍କ ଆଗେ ଖଡ୍ଗରେ ପଡ଼ିବେ।
8 Five of you will chase 100, one hundred of you will chase 10,000; your enemies will fall before you by the sword. ପୁଣି ତୁମ୍ଭମାନଙ୍କର ପାଞ୍ଚ ଜଣ ଶହେ ଜଣଙ୍କୁ ଘଉଡ଼ାଇ ଦେବ ଓ ତୁମ୍ଭମାନଙ୍କର ଶହେ ଜଣ ଦଶ ସହସ୍ର ଜଣଙ୍କୁ ଘଉଡ଼ାଇ ଦେବ; ଆଉ ତୁମ୍ଭମାନଙ୍କର ଶତ୍ରୁଗଣ ତୁମ୍ଭମାନଙ୍କ ଆଗେ ଖଡ୍ଗରେ ପଡ଼ିବେ।
9 "I will turn to you, make you fruitful, multiply you, and confirm my covenant with you. ଆଉ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ପ୍ରସନ୍ନମୁଖ ହେବା ଓ ତୁମ୍ଭମାନଙ୍କୁ ପ୍ରଜାବନ୍ତ ଓ ବହୁବଂଶ କରିବା ଓ ତୁମ୍ଭମାନଙ୍କ ସହିତ ଆପଣା ନିୟମ ସ୍ଥିର କରିବା।
10 You'll still be eating old, long-stored grain, clearing it out to make room for new. ପୁଣି ତୁମ୍ଭେମାନେ ବହୁସମୟର ସଞ୍ଚିତ ପୁରାତନ ଶସ୍ୟ ଭୋଜନ କରିବ ଓ ତୁମ୍ଭେମାନେ ନୂତନ ଶସ୍ୟ ହେତୁ ପୁରାତନ ଶସ୍ୟ ବାହାର କରିବ।
11 I will set my dwelling among you, and my heart will not reject you. ଆଉ ଆମ୍ଭେ ଆପଣା ଆବାସ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାପନ କରିବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ ନାହିଁ।
12 I will walk among you and be your Father, and you will be my children. ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ଗମନାଗମନ କରିବା ଓ ତୁମ୍ଭମାନଙ୍କର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ।
13 I am your Father, who brought you out of the land of Egypt so you would no longer be the Egyptians' slaves. I broke your yoke's bars and made you walk upright. ତୁମ୍ଭେମାନେ ଯେପରି ସେମାନଙ୍କର ଦାସ ନ ହେବ, ଏଥିପାଇଁ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆମ୍ଭେ ଅଟୁ; ଆମ୍ଭେ ତୁମ୍ଭମାନଙ୍କ ଯୁଆଳିର ଯୋତ ଭାଙ୍ଗିଅଛୁ ଓ ତୁମ୍ଭମାନଙ୍କୁ ସିଧା ଚାଲିବାକୁ ଦେଇଅଛୁ।
14 "But if you will not listen to me and will not carry out all these commandments, ମାତ୍ର, ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ ଓ ସେହି ସକଳ ଆଜ୍ଞା ପାଳନ ନ କରିବ;
15 if you reject my statutes and your soul despises my rules, not doing all my commandments but breaking my covenant, ପୁଣି, ଯଦି ତୁମ୍ଭେମାନେ ଆମ୍ଭ ବିଧି ଅବଜ୍ଞା କରିବ ଓ ତୁମ୍ଭମାନଙ୍କ ପ୍ରାଣ ଆମ୍ଭର ସକଳ ଶାସନ ଘୃଣା କରିବାରୁ ତୁମ୍ଭେମାନେ ଆମ୍ଭର ଆଜ୍ଞାସକଳ ପାଳନ ନ କରିବ, ମାତ୍ର ଆମ୍ଭର ନିୟମ ଲଙ୍ଘନ କରିବ,
16 then I too will do this to you: I will bring on you sudden terror, wasting disease and fever that destroy the eyes and drain life. You will sow your seed for nothing, for your enemies will eat it. ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପ୍ରତି ଏହିରୂପେ ବ୍ୟବହାର କରିବା; ଆମ୍ଭେ ତୁମ୍ଭମାନଙ୍କ ଉପରେ ବ୍ୟାକୁଳତା ନିରୂପଣ କରିବା; ଅର୍ଥାତ୍‍, ଯକ୍ଷ୍ମା ଓ ଜ୍ୱର, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ ଓ ପ୍ରାଣ କ୍ଷୟ କରିବ; ଆଉ ତୁମ୍ଭେମାନେ ବୃଥାରେ ଆପଣାମାନଙ୍କ ବୀଜ ବୁଣିବ, କାରଣ ତୁମ୍ଭମାନଙ୍କ ଶତ୍ରୁମାନେ ତାହା ଖାଇବେ।
17 I will set my face against you: you will be struck down before your enemies, those who hate you will rule you, and you will flee though none pursue you. ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରାସ୍ତ ହେବ; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ ଓ କେହି ତୁମ୍ଭମାନଙ୍କ ପଛେ ନ ଗୋଡ଼ାଇଲେ ହେଁ ତୁମ୍ଭେମାନେ ପଳାଇଯିବ।
18 "Even after this, if you still won't listen, I will discipline you seven times over for your sins, ଆଉ ଏହା ହେଲେ ମଧ୍ୟ ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ଅଧିକ ଦଣ୍ଡ ଦେବା।
19 I will break your proud strength, and make your sky like iron and your ground like bronze. ପୁଣି ଆମ୍ଭେ ତୁମ୍ଭମାନଙ୍କ ବଳର ଗର୍ବ ଖର୍ବ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ଆକାଶ ଲୌହ ତୁଲ୍ୟ ଓ ଭୂମି ପିତ୍ତଳ ତୁଲ୍ୟ କରିବା।
20 Your strength will be spent for nothing: your land won't yield its produce, and the land's trees won't yield their fruit. ତହିଁରେ ତୁମ୍ଭେମାନେ ବୃଥାରେ ବଳ ବ୍ୟୟ କରିବ, କାରଣ ତୁମ୍ଭମାନଙ୍କ ଭୂମି ଶସ୍ୟ ଉତ୍ପନ୍ନ କରିବ ନାହିଁ ଓ କ୍ଷେତ୍ରର ବୃକ୍ଷସକଳ ଫଳ ଉତ୍ପନ୍ନ କରିବ ନାହିଁ।
21 "If you walk against me and refuse to listen to me, I will add blows seven times over for your sins. ଆଉ, ଯଦି ତୁମ୍ଭେମାନେ ଆମ୍ଭର ବିରୁଦ୍ଧାଚରଣ କରି ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହେବ; ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ଅନୁସାରେ ତୁମ୍ଭମାନଙ୍କୁ ସାତ ଗୁଣ କ୍ଲେଶ ଦେବା।
22 I will send wild animals against you. They will rob you of your children, wipe out your livestock, reduce you to few, and empty your roads. ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ବନ୍ୟ ପଶୁମାନଙ୍କୁ ପଠାଇବା, ତହିଁରେ ସେମାନେ ତୁମ୍ଭମାନଙ୍କୁ ସନ୍ତାନହୀନ କରିବେ ଓ ତୁମ୍ଭମାନଙ୍କ ପଶୁମାନଙ୍କୁ ବିନଷ୍ଟ କରିବେ, ପୁଣି ତୁମ୍ଭମାନଙ୍କୁ ଅଳ୍ପସଂଖ୍ୟକ କରିବେ; ଆଉ ତୁମ୍ଭମାନଙ୍କ ରାଜପଥସକଳ ଜନମାନବ ଶୂନ୍ୟ ହେବ।
23 "If even this doesn't turn you back to me, and you keep walking against me, ଏହା ହେଲେ ମଧ୍ୟ ଯଦି ତୁମ୍ଭେମାନେ ଆମ୍ଭ ପ୍ରତି ସୁଧୁରିବ ନାହିଁ, ମାତ୍ର ଆମ୍ଭର ବିରୁଦ୍ଧାଚରଣ କରିବ,
24 then I too will walk against you and strike you, I too, seven times for your sins. ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କର ବିରୁଦ୍ଧାଚରଣ କରିବା ଓ ତୁମ୍ଭମାନଙ୍କୁ ପ୍ରହାର କରିବା, ଆମ୍ଭେ ନିଜେ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ପ୍ରହାର କରିବା।
25 I will bring a sword against you, avenging the covenant. When you gather into your cities, I will send plague among you, and you will be given into the enemy's hand. ପୁଣି ଆମ୍ଭେ ତୁମ୍ଭମାନଙ୍କ ଉପରକୁ ଖଡ୍ଗ ଆଣିବା, ତାହା ନିୟମ ଲଙ୍ଘନର ପ୍ରତିଫଳ ଦେବ ଓ ତୁମ୍ଭେମାନେ ନଗର ମଧ୍ୟରେ ଏକତ୍ର ହେଲେ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ମହାମାରୀ ପଠାଇବା; ତହିଁରେ ତୁମ୍ଭେମାନେ ଶତ୍ରୁ ହସ୍ତରେ ସମର୍ପିତ ହେବ।
26 When I break your supply of bread, ten women will bake it in one oven and dole it out by weight—you'll eat and stay unsatisfied. ଆମ୍ଭେ ତୁମ୍ଭମାନଙ୍କର ଅନ୍ନରୂପ ଯଷ୍ଟି ଭାଙ୍ଗିଲେ ଦଶ ଜଣ ସ୍ତ୍ରୀ ଗୋଟିଏ ଚୁଲ୍ଲୀରେ ତୁମ୍ଭମାନଙ୍କର ରୁଟି ରନ୍ଧନ କରିବେ ଓ ପୁନର୍ବାର ତୌଲି ତୁମ୍ଭମାନଙ୍କୁ ରୁଟି ଦେବେ, ଆଉ ତୁମ୍ଭେମାନେ ତାହା ଭୋଜନ କରିବ, ମାତ୍ର ତୃପ୍ତ ହେବ ନାହିଁ।
27 "And if in spite of this you will not listen to me but keep walking against me, ଏହା ହେଲେ ହେଁ ଯଦି ତୁମ୍ଭେମାନେ ଆମ୍ଭ କଥା ଶୁଣିବ ନାହିଁ, ମାତ୍ର ଆମ୍ଭର ବିରୁଦ୍ଧାଚରଣ କରିବ;
28 then I will walk against you in fury, and discipline you myself seven times over for your sins. ତେବେ ଆମ୍ଭେ କ୍ରୋଧରେ ତୁମ୍ଭମାନଙ୍କର ବିରୁଦ୍ଧାଚରଣ କରିବା ଓ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ଶାସ୍ତି ଦେବା।
29 You will eat the flesh of your sons, and you will eat the flesh of your daughters. ତହିଁରେ ତୁମ୍ଭେମାନେ ଆପଣା ପୁତ୍ରଗଣର ଓ କନ୍ୟାଗଣର ମାଂସ ଭୋଜନ କରିବ।
30 I will destroy your high places, cut down your incense altars, pile your corpses on your idols' corpses, and my very being will detest you. ପୁଣି ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚ ସ୍ଥଳସକଳ ଭାଙ୍ଗିବା ଓ ତୁମ୍ଭମାନଙ୍କ ସୂର୍ଯ୍ୟ ପ୍ରତିମାସକଳ କାଟି ପକାଇବା ଓ ତୁମ୍ଭମାନଙ୍କ ପ୍ରତିମାଗଣର ଦେହ ଉପରେ ତୁମ୍ଭମାନଙ୍କ ମୃତ ଦେହ ପକାଇବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ।
31 I will turn your cities to ruins, devastate your sanctuaries, and not smell your soothing aromas. ଆମ୍ଭେ ତୁମ୍ଭମାନଙ୍କ ନଗରସକଳ ମରୁଭୂମି କରିବା ଓ ତୁମ୍ଭମାନଙ୍କ ପବିତ୍ର ସ୍ଥାନସକଳ ଶୂନ୍ୟ କରିବା ଓ ଆମ୍ଭେ ତୁମ୍ଭମାନଙ୍କର (ଦତ୍ତ) ତୁଷ୍ଟିଜନକ ସୁଗନ୍ଧି ଆଘ୍ରାଣ କରିବା ନାହିଁ।
32 I myself will make the land desolate; your enemies who settle there will be appalled by it. ପୁଣି ଆମ୍ଭେ ଦେଶକୁ ଶୂନ୍ୟସ୍ଥାନ କରିବା ଓ ତନ୍ନିବାସୀ ତୁମ୍ଭମାନଙ୍କ ଶତ୍ରୁଗଣ ତହିଁରେ ଆଶ୍ଚର୍ଯ୍ୟ ଜ୍ଞାନ କରିବେ।
33 I will scatter you among the nations and draw a sword after you; your land will become desolate and your cities a ruin. ଆଉ ଆମ୍ଭେ ନାନା ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ପଶ୍ଚାତ୍‍ ଖଡ୍ଗ ନିଷ୍କୋଷ କରିବା; ତହିଁରେ ତୁମ୍ଭମାନଙ୍କ ଦେଶ ଶୂନ୍ୟସ୍ଥାନ ହେବ ଓ ତୁମ୍ଭମାନଙ୍କ ନଗରସକଳ ମରୁଭୂମି ହେବ।
34 Then the land will enjoy its Sabbaths all the days of its desolation, while you are in your enemies' land; then it will rest and enjoy its Sabbaths. ତେବେ ଯେପର୍ଯ୍ୟନ୍ତ ଦେଶ ଶୂନ୍ୟସ୍ଥାନ ହୋଇଥିବ ଓ ତୁମ୍ଭେମାନେ ଆପଣା ଶତ୍ରୁଗଣର ଦେଶରେ ରହିବ, ସେପର୍ଯ୍ୟନ୍ତ ଭୂମି ଆପଣା ବିଶ୍ରାମ ଗ୍ରହଣ କରିବ; ଅର୍ଥାତ୍‍, ସେହି ସମୟରେ ଭୂମି ବିଶ୍ରାମ କରି ଆପଣା ବିଶ୍ରାମ ଗ୍ରହଣ କରିବ।
35 All the days it lies desolate, it rests—the rest it lacked during your Sabbaths while you lived there. ଯେତେକାଳ ତାହା ଶୂନ୍ୟସ୍ଥାନ ହୋଇ ରହିବ, ସେତେକାଳ ତାହା ବିଶ୍ରାମ ପାଇବ; ଅର୍ଥାତ୍‍, ତୁମ୍ଭେମାନେ ତହିଁ ମଧ୍ୟରେ ବାସ କରିବା ସମୟରେ ତୁମ୍ଭମାନଙ୍କ ବିଶ୍ରାମ କାଳରେ ତାହା ଯେଉଁ ବିଶ୍ରାମ ପାଇ ନ ଥିଲା, ତାହା ପାଇବ।
36 "Those of you who remain—I will put weakness in their hearts in their enemies' lands. A wind-driven leaf's sound will chase them; they'll flee as from a sword and fall though no one chases. ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେତେ ଅବଶିଷ୍ଟ ରହିବେ, ଆମ୍ଭେ ଶତ୍ରୁଗଣର ଦେଶରେ ସେମାନଙ୍କ ହୃଦୟରେ ଭୀରୁତା ପଠାଇବା ଯଦ୍ଦ୍ୱାରା (ବାୟୁରେ) ଚାଳିତ ପତ୍ରର ଶବ୍ଦ ମଧ୍ୟ ସେମାନଙ୍କୁ ଘଉଡ଼ାଇ ଦେବ; ପୁଣି ଖଡ୍ଗଧାରରୁ ପଳାଇଲା ଲୋକ ପରି ସେମାନେ ପଳାଇବେ ଓ କେହି ସେମାନଙ୍କୁ ନ ଗୋଡ଼ାଇଲେ ହେଁ ସେମାନେ ପତିତ ହେବେ।
37 They'll stumble over each other as if fleeing a sword, with no one chasing, and have no strength to stand before your enemies. ପୁଣି କେହି ନ ଗୋଡ଼ାଇଲେ ହେଁ ଯେପରି ଖଡ୍ଗ ସମ୍ମୁଖରେ, ସେପରି ସେମାନେ ପରସ୍ପର ଉପରେ ଝୁଣ୍ଟି ପଡ଼ିବେ ଓ ଶତ୍ରୁଗଣ ସମ୍ମୁଖରେ ଠିଆ ହେବା ପାଇଁ ସେମାନଙ୍କର ବଳ ପାଇବ ନାହିଁ।
38 You will perish among the nations, and the land of your enemies will swallow you up. ଆଉ ତୁମ୍ଭେମାନେ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ବିନଷ୍ଟ ହେବ ଓ ତୁମ୍ଭମାନଙ୍କ ଶତ୍ରୁଗଣର ଦେଶ ତୁମ୍ଭମାନଙ୍କୁ ଗ୍ରାସ କରିବ।
39 Those left among you will waste away in their guilt in your enemies' lands; also, for their fathers' guilt, they will waste away with them. ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ରହିବେ, ସେମାନେ ଆପଣା ଆପଣା ଅପରାଧ ସକାଶୁ ତୁମ୍ଭମାନଙ୍କ ଶତ୍ରୁଗଣର ଦେଶରେ କ୍ଷୟ ପାଇବେ ଓ ମଧ୍ୟ ସେମାନେ ଆପଣା ଆପଣା ପିତୃଗଣର ଅପରାଧ ସକାଶୁ ସେମାନଙ୍କ ସଙ୍ଗରେ କ୍ଷୟ ପାଇବେ।
40 "But if they confess their guilt and their fathers' guilt, in the treachery they committed against me, and also that they walked in hostility toward me, ଆଉ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ସେମାନେ ଓ ସେମାନଙ୍କ ପିତୃଗଣ ଯେଉଁ ସତ୍ୟ-ଲଙ୍ଘନ ଅପରାଧ କଲେ, ଆପଣାମାନଙ୍କର ସେହି ଅପରାଧ;
41 so that I too walked against them, bringing them into their enemies' land—if then their uncircumcised heart humbles itself and they pay for their guilt, ଓ ମଧ୍ୟ ସେମାନେ ଆମ୍ଭର ବିରୁଦ୍ଧାଚରଣ କରିବା ହେତୁ ଆମ୍ଭେ ହିଁ ଯେ ସେମାନଙ୍କର ବିରୁଦ୍ଧାଚରଣ କରି ସେମାନଙ୍କୁ ସେମାନଙ୍କ ଶତ୍ରୁଗଣର ଦେଶକୁ ଆଣିଲୁ, ଏହା ସେମାନେ ସ୍ୱୀକାର କରିବେ; ତହିଁରେ ଯଦି ସେମାନଙ୍କ ଅସୁନ୍ନତ ହୃଦୟ ନମ୍ର ହେବ ଓ ସେମାନେ ଆପଣା ଆପଣା ଅପରାଧର ଦଣ୍ଡ ଗ୍ରହଣ କରିବେ;
42 I will remember my covenant with Jacob, also my covenant with Isaac, also my covenant with Abraham, and I will remember the land. ତେବେ ଆମ୍ଭେ ଯାକୁବ ସହିତ ଆପଣା ନିୟମ ସ୍ମରଣ କରିବା ଓ ମଧ୍ୟ ଇସ୍‌ହାକ ସହିତ ଆପଣା ନିୟମ ଓ ମଧ୍ୟ ଅବ୍ରହାମ ସହିତ ଆପଣା ନିୟମ ସ୍ମରଣ କରିବା; ପୁଣି ଆମ୍ଭେ ଦେଶକୁ ସ୍ମରଣ କରିବା।
43 The land will be abandoned by them, enjoying its Sabbaths while desolate without them; they will pay for their guilt, because they despised my rules and their heart rejected my statutes. ଦେଶ ମଧ୍ୟ ସେମାନଙ୍କ ଦ୍ୱାରା ତ୍ୟକ୍ତ ହୋଇ ରହିବ ଓ ସେମାନଙ୍କ ଅନୁପସ୍ଥିତିରେ ଶୂନ୍ୟସ୍ଥାନ ହୋଇ ପଡ଼ିଥିବା ସମୟରେ ଆପଣା ବିଶ୍ରାମ ଗ୍ରହଣ କରିବ; ପୁଣି ସେମାନେ ଆପଣା ଆପଣା ଅପରାଧର ଦଣ୍ଡ ଗ୍ରହଣ କରିବେ; ଏଥିର କାରଣ ଏହି ଯେ, ସେମାନେ ଆମ୍ଭର ଆଜ୍ଞା ଅଗ୍ରାହ୍ୟ କଲେ ଓ ସେମାନଙ୍କ ପ୍ରାଣ ଆମ୍ଭ ବିଧି ଘୃଣା କଲା।
44 Even so, while they're in their enemies' land, I won't despise or reject them to the point of destroying them and breaking my covenant with them, for I am their Father. ତଥାପି ଏହିସବୁ କାରଣରୁ, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଦେଶରେ ଥିବା ସମୟରେ ଆମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ନିମନ୍ତେ ଓ ସେମାନଙ୍କ ସହିତ ଆପଣା ନିୟମ ଭାଙ୍ଗିବା ନିମନ୍ତେ ସେମାନଙ୍କୁ ଅଗ୍ରାହ୍ୟ କରିବା ନାହିଁ, କିଅବା ସେମାନଙ୍କୁ ଘୃଣା କରିବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ।
45 For them I will remember the covenant with their ancestors, whom I brought out of the land of Egypt before the eyes of the nations, to be their Father: I am your Father." ମାତ୍ର ଆମ୍ଭେ ସେମାନଙ୍କ ଲାଗି ସେମାନଙ୍କ ପୂର୍ବପୁରୁଷମାନଙ୍କ ସହିତ କରିଥିବା ଆପଣା ନିୟମ ସ୍ମରଣ କରିବା, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ନିମନ୍ତେ ଅନ୍ୟ ଦେଶୀୟ ଲୋକମାନଙ୍କ ସାକ୍ଷାତରେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ଆମ୍ଭେ ସଦାପ୍ରଭୁ ଅଟୁ।”
46 These are the statutes, rules, and laws our Father gave between himself and Israel's people on Mount Sinai, by Moses. ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ଦ୍ୱାରା ଆପଣାର ଓ ଇସ୍ରାଏଲ-ସନ୍ତାନଗଣର ମଧ୍ୟରେ ଏହି ସକଳ ବିଧି, ଶାସନ ଓ ବ୍ୟବସ୍ଥା ସ୍ଥାପନ କଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]