Skip to content
The Believer's Library

Indian Revised Version(IRV) Odia - 2021

Leviticus 27 IRVOry

Show IRVOry only
Verse × ×
1 Our Father spoke to Moses, saying: ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 "Speak to Israel: When anyone makes a special vow to me, dedicating a person by their equivalent value, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ମାନତ ପୂର୍ଣ୍ଣ କରିବାକୁ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପ୍ରାଣୀସକଳ ସଦାପ୍ରଭୁଙ୍କର ହେବେ।
3 if the valuation is for a male from twenty years old to sixty years old, the value is 1.2 pounds of silver, by the sanctuary standard. ପୁରୁଷ ହେଲେ, କୋଡ଼ିଏ ବର୍ଷଠାରୁ ଷାଠିଏ ବର୍ଷ ବୟସ ପର୍ଯ୍ୟନ୍ତ ତୁମ୍ଭର ନିରୂପିତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ପଚାଶ ଶେକଲ ରୂପା ହେବ।
4 If it is a female, the valuation is to be about twelve ounces. ପୁଣି ସ୍ତ୍ରୀ ହେଲେ, ତୁମ୍ଭ ନିରୂପିତ ମୂଲ୍ୟ ତିରିଶ ଶେକଲ ରୂପା ହେବ।
5 For ages five to twenty, the valuation is about eight ounces for a male and about four ounces for a female. ଆଉ ପାଞ୍ଚ ବର୍ଷଠାରୁ କୋଡ଼ିଏ ବର୍ଷ ବୟସ ପର୍ଯ୍ୟନ୍ତ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ କୋଡ଼ିଏ ଶେକଲ ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ରୂପା ହେବ।
6 If from one month to five years old, the valuation is about two ounces of silver for a male and about one.two ounces for a female. ଆଉ ଏକ ମାସଠାରୁ ପାଞ୍ଚ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପାଞ୍ଚ ଶେକଲ ରୂପା ହେବ ଓ ସ୍ତ୍ରୀ ନିମନ୍ତେ ତୁମ୍ଭର ନିରୂପିତ ମୂଲ୍ୟ ତିନି ଶେକଲ ରୂପା ହେବ।
7 If sixty or older, the valuation is about six ounces for a male, four ounces for a female. ପୁଣି ଷାଠିଏ ବର୍ଷଠାରୁ ଅଧିକ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପନ୍ଦର ଶେକଲ ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ହେବ।
8 But if he is too poor for the valuation, he is to be presented before the priest, and the priest is to set his value; the priest is to value him according to what the one who vowed can afford. ମାତ୍ର ସେ ତୁମ୍ଭର ନିରୂପିତ ମୂଲ୍ୟ ଅପେକ୍ଷା ଦରିଦ୍ର ହେଲେ, ଯାଜକ ସମ୍ମୁଖକୁ ଅଣାଯିବ, ତହୁଁ ଯାଜକ ତାହାର ମୂଲ୍ୟ ନିରୂପଣ କରିବ; ମାନତକାରୀର ଶକ୍ତି ଅନୁସାରେ ଯାଜକ ତାହାର ମୂଲ୍ୟ ନିରୂପଣ କରିବ।
9 "If the vow is an animal that may be offered to me, every such one given to me is holy. ଆଉ ଲୋକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରନ୍ତି, ତାହା ପଶୁ ହେଲେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ସେହି ସବୁ ପଶୁ ପବିତ୍ର ହେବ।
10 He must not exchange or substitute it, good for bad or bad for good; if he does substitute one animal for another, both it and its substitute become holy. ସେ ତାହା ଅନ୍ୟଥା କି ପରିବର୍ତ୍ତନ କରିବ ନାହିଁ; ମନ୍ଦ ପାଲଟେ ଭଲ, କି ଭଲ ପାଲଟେ ମନ୍ଦ ଦେବ ନାହିଁ; ଯଦି ସେ କୌଣସିମତେ ପଶୁର ପାଲଟେ ପଶୁ ଦେବ, ତେବେ ତାହା ଓ ତହିଁ ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ।
11 If it is any unclean animal that may not be offered to me, it is to be presented before the priest, ଆଉ ଯାହା ଦ୍ୱାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରାଯାଏ ନାହିଁ, ଏପରି କୌଣସି ଅଶୁଚି ପଶୁ ଯଦି ଦିଆଯାଏ, ତେବେ ସେ ସେହି ପଶୁକୁ ଯାଜକ ସମ୍ମୁଖରେ ଉପସ୍ଥିତ କରିବ।
12 the priest will set its value, good or bad; as the priest values it, so it will be. ପୁଣି ସେହି ପଶୁ ଭଲ କି ମନ୍ଦ ହେଉ, ଯାଜକ ତହିଁର ମୂଲ୍ୟ ନିରୂପଣ କରିବ; ତୁମ୍ଭର, ଅର୍ଥାତ୍‍, ଯାଜକର ନିରୂପଣ ଅନୁସାରେ ତହିଁର ମୂଲ୍ୟ ହେବ।
13 But if he wishes to redeem it, he is to add a fifth to its valuation. ମାତ୍ର, ଯଦି ସେ କୌଣସିମତେ ତାହା ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ।
14 "When someone dedicates his house as holy to me, the priest is to set its value, good or bad; as the priest values it, so it stands. ଆଉ, ଯଦି କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବା ପାଇଁ ଆପଣା ଗୃହ ପ୍ରତିଷ୍ଠା କରେ, ତେବେ ତାହା ଭଲ କି ମନ୍ଦ ହେଉ, ଯାଜକ ତହିଁର ମୂଲ୍ୟ ନିରୂପଣ କରିବ; ଯାଜକ ତହିଁର ଯେଉଁ ମୂଲ୍ୟ ନିରୂପଣ କରିବ, ତାହା ସ୍ଥିର ହେବ।
15 If the one who dedicated his house redeems it, he adds a fifth of its value in silver, and it is his. ଆଉ, ଯଦି ଗୃହ ପ୍ରତିଷ୍ଠାକାରୀ ଆପଣା ଗୃହ ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ।
16 "If someone dedicates to me part of a field he owns, its value follows the seed for it—about 1.2 pounds of silver for six bushels of barley seed. ଆଉ, ଯଦି କୌଣସି ମନୁଷ୍ୟ ଆପଣା ଅଧିକୃତ କ୍ଷେତ୍ରର କୌଣସି ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶୁଚି କରେ, ତେବେ ତୁମ୍ଭର ମୂଲ୍ୟ ନିରୂପଣ ସେହି କ୍ଷେତ୍ରରେ ବୁଣିବା ନିମନ୍ତେ ଆବଶ୍ୟକୀୟ ପରିମାଣର ବିହନ ଅନୁସାରେ ହେବ; ଏକ ହୋମର ପରିମିତ ଯବ ବିହନର ମୂଲ୍ୟ ପଚାଶ ଶେକଲ ରୂପା ହେବ।
17 If he dedicates his field from the Year of Jubilee, it is to stand at the full valuation. ଯଦି ସେ ଯୋବେଲ ବର୍ଷଠାରୁ ଆପଣା କ୍ଷେତ୍ର ଶୁଚି କରେ, ତେବେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ସ୍ଥିର ହେବ।
18 But if he dedicates his field after the Jubilee, the priest will figure the price by the years left until the next Jubilee, and lower the valuation to match. ମାତ୍ର, ଯଦି ସେ ଯୋବେଲ ଉତ୍ତାରେ ଆପଣା କ୍ଷେତ୍ର ଶୁଚି କରେ, ତେବେ ଯାଜକ ଯୋବେଲ ବର୍ଷ ପର୍ଯ୍ୟନ୍ତ ଅବଶିଷ୍ଟ ବର୍ଷର ସଂଖ୍ୟାନୁସାରେ ତାହା ସହିତ ମୂଲ୍ୟର ଗଣନା କରିବ, ପୁଣି ତଦନୁସାରେ ତୁମ୍ଭ ନିରୂପିତ ମୂଲ୍ୟରୁ ଊଣା କରାଯିବ।
19 If the one dedicating the field wants to redeem it, he must add a fifth of its silver value, and it stays his. ଆଉ ସେହି କ୍ଷେତ୍ର ଶୁଚିକାରୀ ଲୋକ ଯଦି କୌଣସିମତେ ତାହା ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ରୂପାର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ।
20 But if he does not redeem the field, or has sold it to another, it can no longer be redeemed. ମାତ୍ର ଯଦି ସେ ଆପଣା କ୍ଷେତ୍ର ମୁକ୍ତ ନ କରେ, କିଅବା ଯଦି ସେ ସେହି କ୍ଷେତ୍ର ଅନ୍ୟକୁ ବିକ୍ରୟ କରେ, ତେବେ ତାହା ଆଉ କେବେ ମୁକ୍ତ ହେବ ନାହିଁ।
21 When the field is released in the Jubilee, it becomes holy to me, like a devoted field; it belongs to the priest as his property. ମାତ୍ର ସେହି କ୍ଷେତ୍ର ଯୋବେଲ ସମୟରେ ମୁକ୍ତ ହେଲେ, ତାହା ସମ୍ପୂର୍ଣ୍ଣ ରୂପେ ଉତ୍ସର୍ଗିତ କ୍ଷେତ୍ର ତୁଲ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତହିଁରେ ସେହି କ୍ଷେତ୍ର ଯାଜକର ଅଧିକାର ହେବ।
22 "If someone dedicates to me a bought field, not part of his ancestral possession, ଆଉ ଯେଉଁ କ୍ଷେତ୍ର ଆପଣାର ସମ୍ପତ୍ତି ନୁହେଁ, ତାହା କେହି ଯଦି କ୍ରୟ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶୁଚି କରେ;
23 the priest is to calculate the valuation up to the Year of Jubilee, and he is to pay it that day as something holy to me. ତେବେ ଯାଜକ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ଯୋବେଲ ବର୍ଷ ପର୍ଯ୍ୟନ୍ତ ତାହା ପାଇଁ ଗଣନା କରିବ; ପୁଣି ସେ ସେହି ଦିନ ତୁମ୍ଭର ନିରୂପିତ ମୂଲ୍ୟ ଦେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବସ୍ତୁ ତୁଲ୍ୟ।
24 In the Year of Jubilee the field returns to the one it was bought from, to whom the land belongs. ଯାହାଠାରୁ ସେହି କ୍ଷେତ୍ର କ୍ରୟ କରାଗଲା, ଅର୍ଥାତ୍‍, ଭୂମି ଯାହାର ସମ୍ପତ୍ତି ଅଟେ, ତାହା ଯୋବେଲ ବର୍ଷରେ ତାହାକୁ ଫେରାଇ ଦିଆଯିବ।
25 Every valuation is to be by the sanctuary standard. ପୁଣି ତୁମ୍ଭର ନିରୂପିତ ସମସ୍ତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ହେବ; କୋଡ଼ିଏ ଗେରାରେ ଏକ ଶେକଲ ହୁଏ।
26 "No one may dedicate the firstborn of any animal; it already belongs to me—whether ox or sheep, it is mine. ପଶୁମାନଙ୍କ ମଧ୍ୟରେ କେବଳ ପ୍ରଥମଜାତ ପଶୁ, ଯାହା ସଦାପ୍ରଭୁଙ୍କର ପ୍ରଥମଜାତ ହୁଏ, ତାହା କୌଣସି ମନୁଷ୍ୟ ଶୁଚି କରିବ ନାହିଁ; ଗୋରୁ କି ମେଷ ହେଉ, ତାହା ସଦାପ୍ରଭୁଙ୍କର ଅଟେ।
27 If it is an unclean animal, he redeems it at the valuation plus a fifth; if not redeemed, it is sold at the valuation. ପୁଣି ଯଦି ତାହା ଅଶୁଚି ପଶୁ ହୁଏ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟ ଅନୁସାରେ ତାହା ମୁକ୍ତ କରିବ, ପୁଣି ସେହି ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ; ମୁକ୍ତ କରା ନ ଗଲେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ବିକ୍ରୀତ ହେବ।
28 "But nothing a person devotes to me by ban—a human, animal, or field he owns—may be sold or redeemed. All so devoted is most holy to me. ଆଉ କୌଣସି ମନୁଷ୍ୟ ଆପଣା ସର୍ବସ୍ୱରୁ, ଅର୍ଥାତ୍‍, ମନୁଷ୍ୟ କି ପଶୁ କି ଅଧିକୃତ କ୍ଷେତ୍ରରୁ ଯାହା କିଛି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ଏପରି କୌଣସି ଉତ୍ସର୍ଗିତ ବସ୍ତୁ ବିକ୍ରୀତ ବା ମୁକ୍ତ ହେବ ନାହିଁ; ପ୍ରତ୍ୟେକ ଉତ୍ସର୍ଗିତ ବସ୍ତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ।
29 "No person devoted under the ban may be redeemed; he must be put to death. ମନୁଷ୍ୟମାନଙ୍କ ମଧ୍ୟରେ ଯେ ଦଣ୍ଡିତ ହେବା ନିମନ୍ତେ ଉତ୍ସର୍ଗିତ ହେବ, ଏପରି ଉତ୍ସର୍ଗିତ କେହି ମୁକ୍ତ କରାଯିବ ନାହିଁ; ସେ ନିତାନ୍ତ ହତ ହେବ।
30 "Every tithe of the land, whether of the seed of the ground or of the fruit of the trees, is mine; it is holy to me. ପୁଣି ଭୂମିର ଶସ୍ୟ କି ବୃକ୍ଷର ଫଳ ହେଉ, ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟର ଦଶମାଂଶ ସଦାପ୍ରଭୁଙ୍କର ହେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର।
31 If anyone redeems part of his tenth, he adds a fifth to it. ଆଉ, ଯଦି କେହି ଆପଣା ଦଶମାଂଶରୁ କିଛି ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତହିଁର ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ।
32 Every tenth of the herd and flock—each animal passing under the shepherd's rod—is holy to me. ପୁଣି ଗୋମେଷାଦି ପଲର ଦଶମାଂଶ, ଅର୍ଥାତ୍‍, ପାଞ୍ଚଣ ତଳ ଦେଇ ଗମନକାରୀ ସବୁ ପଶୁ ମଧ୍ୟରେ ପ୍ରତ୍ୟେକ ଦଶମ ପଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।
33 He must not check whether it is good or bad, nor substitute for it; if he does, both it and its substitute become holy and cannot be redeemed." ତାହା ଭଲ କି ମନ୍ଦ, ଏଥିର ସେ ଅନୁସନ୍ଧାନ କରିବ ନାହିଁ, କିଅବା ତହିଁର ବଦଳ କରିବ ନାହିଁ; ପୁଣି ଯଦି ସେ କୌଣସିମତେ ବଦଳ କରେ, ତେବେ ତାହା ଓ ତାହା ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ, ତାହା ମୁକ୍ତ କରାଯିବ ନାହିଁ।”
34 These are the commandments our Father gave Moses for the people of Israel on Mount Sinai. ସଦାପ୍ରଭୁ ସୀନୟ ପର୍ବତରେ ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ମୋଶାଙ୍କୁ ଯେଉଁ ଆଜ୍ଞା ଦେଇଥିଲେ, ସେହି ସକଳ ଆଜ୍ଞା ଏହି।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]