Skip to content
The Believer's Library

Indian Revised Version(IRV) Odia - 2021

Leviticus 3 IRVOry

Show IRVOry only
Verse × ×
1 "If someone's offering is a peace offering from the herd, male or female, he must present it without defect before me. ଆଉ, କୌଣସି ବ୍ୟକ୍ତିର ଉପହାର ଯଦି ମଙ୍ଗଳାର୍ଥକ ବଳିଦାନ ହୁଏ; ଯଦି ସେ ପଲରୁ ଅଣ୍ଡିରା କି ମାଈ ଗୋରୁ ଦିଏ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁନ୍ତ ପଶୁ ଆଣିବ।
2 He lays his hand on his offering's head and slaughters it at the tent of meeting's entrance, and Aaron's sons the priests splash the blood against all sides of the altar. ପୁଣି, ସେ ସମାଗମ-ତମ୍ବୁର ଦ୍ୱାର ନିକଟରେ ଆପଣା ବଳିର ମସ୍ତକରେ ହସ୍ତ ରଖି ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ବେଦି ଉପରେ ଚତୁର୍ଦ୍ଦିଗରେ ଛିଞ୍ଚିବେ।
3 From the peace offering he must present to me a food offering made by fire: the fat covering the inner parts and all the fat on them, ଏଥିଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍‍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ମେଦ,
4 both kidneys with the fat on them near the flanks, and the long lobe of the liver, which he removes with the kidneys. ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।
5 Aaron's sons will burn it on the altar atop the burnt offering on the wood over the fire—a food offering, a pleasing aroma to me. ତହୁଁ ହାରୋଣର ପୁତ୍ରଗଣ ବେଦି ଉପରିସ୍ଥ ଅଗ୍ନି, କାଷ୍ଠ ଓ ହୋମଦ୍ରବ୍ୟ ଉପରେ ତାହା ଦଗ୍ଧ କରିବେ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।
6 "If his peace offering to me is from the flock, male or female, he must present it without defect. ଆଉ, ଯଦି କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଷାଦିପଲରୁ ମଙ୍ଗଳାର୍ଥକ ବଳିଦାନ କରେ, ତେବେ ସେ ନିଖୁନ୍ତ ଅଣ୍ଡିରା କି ମାଈ ପଶୁ ଉତ୍ସର୍ଗ କରିବ।
7 If he brings a lamb as his offering, he is to present it before me, ଯଦି ସେ ଉପହାର ନିମନ୍ତେ ମେଷବତ୍ସ ବଳିଦାନ କରେ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବ;
8 lay his hand on the head of his offering and slaughter it before the tent of meeting; Aaron's sons will splash its blood on all sides of the altar. ପୁଣି ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ। ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ।
9 From the peace offering he must present a food offering to me by fire: its fat, the whole fat tail cut off close to the backbone, the fat covering the inner parts, and all the fat on them, ଏଥିଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅର୍ଥାତ୍‍, ତହିଁର ମେଦ, ସମସ୍ତ ମେଦମୟ ଲାଙ୍ଗୁଳ ମେରୁଦଣ୍ଡ ନିକଟରୁ ନେବ, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ସମସ୍ତ ମେଦ,
10 both kidneys with the fat near the loins, and the liver's long lobe, which he removes with the kidneys. ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।
11 The priest will burn it on the altar as food, an offering made to me by fire. ତହୁଁ ଯାଜକ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପ ଭୋଜନ।
12 "If his offering is a goat, he is to present it before me, ଆଉ, କେହି ଯଦି ଛାଗଳ ବଳିଦାନ କରେ, ତେବେ ସେ ତାହା ସଦାପ୍ରଭୁଙ୍କ ଛାମୁକୁ ଆଣିବ,
13 lay his hand on its head and slaughter it in front of the tent of meeting; Aaron's sons will splash its blood on all sides of the altar. ପୁଣି, ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ।
14 From it he must present a food offering to me by fire: the fat covering the inner parts and all the fat on them, ଆଉ, ସେ ତହିଁରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍‍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ସମସ୍ତ ମେଦ,
15 both kidneys with their fat near the loins, and the liver's long lobe, which he removes with the kidneys. ଦୁଇ ଗୁର୍ଦା, ତାହାର ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।
16 The priest will burn them on the altar as food, an offering by fire, a pleasing aroma. All fat is mine. ତହୁଁ ଯାଜକ ବେଦି ଉପରେ ତାହା ଦଗ୍ଧ କରିବ; ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପ ଭୋଜନ; ସମସ୍ତ ମେଦ ସଦାପ୍ରଭୁଙ୍କର।
17 "This is a lasting rule for all generations, wherever you live: never eat any fat or any blood." ତାହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସମସ୍ତ ଗୃହରେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ମେଦ ଓ ରକ୍ତ, କିଛି ଭୋଜନ କରିବ ନାହିଁ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]