Skip to content
The Believer's Library

Indian Revised Version(IRV) Odia - 2021

Leviticus 5 IRVOry

Show IRVOry only
Verse × ×
1 "If anyone sins by hearing a public call to testify, and is a witness, having seen or known, yet stays silent, he bears his guilt. ଆଉ, ଯଦି କୌଣସି ବ୍ୟକ୍ତି ସାକ୍ଷୀ ହୋଇ ଶପଥ କରାଇବାର କଥା ଶୁଣିଲେ ହେଁ, ଯାହା ସେ ଦେଖିଅଛି ବା ଜାଣିଅଛି, ତାହା ପ୍ରକାଶ ନ କରି ପାପ କରେ, ତେବେ ସେ ଆପଣା ଅପରାଧ ବୋହିବ।
2 "Or if someone unknowingly touches any unclean thing, or a carcass—unclean wild animal, unclean livestock, or unclean swarming creature—he becomes unclean and guilty. ଅବା ଯଦି କେହି କୌଣସି ଅଶୁଚି ଦ୍ରବ୍ୟ, ଅର୍ଥାତ୍‍, ଅଶୁଚି ପଶୁର ଶବ, କି ଅଶୁଚି ଗୋମେଷାଦିର ଶବ, କି ଅଶୁଚି ଉରୋଗାମୀ ପ୍ରାଣୀର ଶବ ସ୍ପର୍ଶ କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ ଓ ସେ ଅଶୁଚି ହୁଏ, ତେବେ ସେ ଦୋଷୀ ହେବ।
3 "Or if he touches human impurity—any impurity that makes one unclean—unknowingly, then learns of it, he is guilty. କିଅବା ଯଦି ସେ ମନୁଷ୍ୟର ଅଶୁଚିକାରୀ କୌଣସି ଦ୍ରବ୍ୟ, ଅର୍ଥାତ୍‍, ଯଦ୍ଦ୍ୱାରା ମନୁଷ୍ୟ ଅଶୁଚି ହୁଏ, ଏପରି କିଛି ଦ୍ରବ୍ୟ ସ୍ପର୍ଶ କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ, ତେବେ ସେ ତାହା ଜ୍ଞାତ ହେଲେ ଦୋଷୀ ହେବ।
4 "Or if anyone rashly swears an oath to do evil or good—whatever people rashly swear—and it's hidden from him, when he realizes it, he's guilty in any of these. ଅଥବା କେହି ଯଦି ମନ୍ଦ କରିବାକୁ କି ଭଲ କରିବାକୁ ବିଚାରହୀନତା ପୂର୍ବକ ଶପଥ କରେ, ମନୁଷ୍ୟ ଯେକୌଣସି ବିଷୟରେ ଶପଥପୂର୍ବକ ବିଚାରହୀନତା କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ; ତେବେ ସେ ତାହା ଜ୍ଞାତ ହେଲେ, ଉକ୍ତ କୌଣସି ଏକ ବିଷୟରେ ଦୋଷୀ ହେବ।
5 When anyone is guilty in any of these matters, he must confess the sin he has committed. ପୁଣି ଉକ୍ତ କୌଣସି ଏକ ବିଷୟରେ ସେ ଦୋଷୀ ହେଲେ, ଆପଣାର ସେହି କୃତ ପାପ ସ୍ୱୀକାର କରିବା ତାହାର କର୍ତ୍ତବ୍ୟ।
6 He must bring our Father a penalty offering for the sin he committed—a female from the flock, a lamb or goat—as a sin offering; the priest will atone for his sin. ତହୁଁ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ପାପାର୍ଥକ ବଳିଦାନ ରୂପେ ପଲରୁ ମେଷବତ୍ସା କି ଛାଗବତ୍ସା ନେଇ ସଦାପ୍ରଭୁଙ୍କ ସମ୍ମୁଖକୁ ଦୋଷାର୍ଥକ ବଳି ଆଣିବ; ପୁଣି ଯାଜକ ତାହାର ପାପ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।
7 "If he can't afford a lamb, he must bring our Father two turtledoves or two young pigeons as penalty for his sin—one as a sin offering, the other as a burnt offering. ଆଉ, ଯଦି ସେ ମେଷବତ୍ସା ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଦୋଷାର୍ଥକ ବଳି ରୂପେ ଦୁଇ କପୋତ ବା ଦୁଇ ପାରାଛୁଆ ଆଣି ତହିଁରୁ ଗୋଟିଏକୁ ପାପ ନିମନ୍ତେ ଓ ଅନ୍ୟଟିକୁ ହୋମ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।
8 He brings them to the priest, who presents the sin offering first, wringing its head at the neck without separating it. ପୁଣି ସେ ଯାଜକ ନିକଟକୁ ସେମାନଙ୍କୁ ଆଣିବ, ତହୁଁ ଯାଜକ ପ୍ରଥମେ ପାପାର୍ଥକ ବଳି ଉତ୍ସର୍ଗ କରି ତାହାର ବେକରୁ ମୁଣ୍ଡ ମୋଡ଼ିବ, ମାତ୍ର ଦୁଇ ଖଣ୍ଡ କରିବ ନାହିଁ।
9 He sprinkles some blood from the sin offering on the altar's side; the rest drains at its base. It is a sin offering. ତହୁଁ ସେ ପାପାର୍ଥକ ବଳିର ରକ୍ତରୁ କିଛି ନେଇ ବେଦି ପାର୍ଶ୍ୱରେ ଛିଞ୍ଚିବ, ପୁଣି ଅବଶିଷ୍ଟ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ; ତାହା ପାପାର୍ଥକ ବଳିଦାନ।
10 The second bird he offers as a burnt offering, per the rule. The priest atones for his sin, and he is forgiven. ତହିଁ ଉତ୍ତାରେ ସେ ବିଧି ଅନୁସାରେ ଅନ୍ୟଟିକୁ ହୋମାର୍ଥକ ବଳି ଉତ୍ସର୍ଗ କରିବ; ଏହିରୂପେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ଯାଜକ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ କ୍ଷମାପ୍ରାପ୍ତ ହେବ।
11 "But if he cannot afford two doves or two young pigeons, he must bring two quarts of fine flour as his sin offering—no oil or incense on it, for it is a sin offering. ମାତ୍ର ସେ ଯଦି ଦୁଇ କପୋତ ଅବା ଦୁଇ ପାରାଛୁଆ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଆପଣାର ଉପହାର ରୂପେ ପାପାର୍ଥକ ନୈବେଦ୍ୟ ପାଇଁ ଐଫାର ଦଶମାଂଶ ସରୁ ମଇଦା ଆଣିବ; ସେ ତହିଁ ଉପରେ ତୈଳ ଦେବ ନାହିଁ, କି କୁନ୍ଦୁରୁ ରଖିବ ନାହିଁ; କାରଣ ତାହା ପାପାର୍ଥକ ନୈବେଦ୍ୟ।
12 He must bring it to the priest, who takes a handful as its memorial portion and burns it on the altar atop our Father's fire offerings. It is a sin offering. ତହୁଁ ସେ ତାହା ଯାଜକ ନିକଟକୁ ଆଣିଲେ, ଯାଜକ ତହିଁର ସ୍ମରଣାର୍ଥକ ଅଂଶ ରୂପେ ତହିଁରୁ ଏକ ମୁଷ୍ଟି ନେଇ ବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଉପରେ ତାହା ଦଗ୍ଧ କରିବ; ଏହା ପାପାର୍ଥକ ନୈବେଦ୍ୟ।
13 The priest will atone for him for any of these sins he committed, and he'll be forgiven; the rest belongs to the priest, like the grain offering." ଏହିରୂପେ ଉକ୍ତ କୌଣସି ବିଷୟରେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ସକାଶୁ ତାହା ନିମନ୍ତେ ଯାଜକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ; ଆଉ, ଅବଶିଷ୍ଟ ଦ୍ରବ୍ୟ ଭକ୍ଷ୍ୟ ନୈବେଦ୍ୟ ତୁଲ୍ୟ ଯାଜକର ହେବ।”
14 Then our Father said to Moses, ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
15 "If anyone is unfaithful and sins unintentionally against any of our Father's holy things, he must bring our Father a ram without defect from the flock as his guilt offering, valued in silver by weight by the sanctuary standard—a guilt offering. “କେହି ଯଦି ସତ୍ୟ-ଲଙ୍ଘନ କରି ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ବିଷୟରେ ଭୁଲବଶତଃ ପାପ କରେ, ତେବେ ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ତୁମ୍ଭର ନିରୂପିତ ପରିମାଣର ରୂପା ଦେଇ ପଲରୁ ଏକ ନିଖୁନ୍ତ ମେଷ ଆଣି ଦୋଷାର୍ଥକ ବଳି ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।
16 He must repay for the holy thing he sinned against, adding a fifth, and give it to the priest. The priest will atone for him with the guilt-offering ram, and he'll be forgiven. ପୁଣି ପବିତ୍ର ବସ୍ତୁ ବିଷୟରେ ସେ ଯେଉଁ ତ୍ରୁଟି କରିଅଛି, ତହିଁର ପରିଶୋଧ କରିବ, ତାହା ବ୍ୟତୀତ ପଞ୍ଚମାଂଶର ଏକାଂଶ ମଧ୍ୟ ଯାଜକକୁ ଦେବ, ତହୁଁ ଯାଜକ ଦୋଷାର୍ଥକ ମେଷବଳି ଦ୍ୱାରା ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।
17 "If anyone sins, doing what our Father commanded not to be done, even unknowingly, he is guilty and bears his wrongdoing. ଆଉ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯଦି କୌଣସି ବ୍ୟକ୍ତି ତହିଁ ମଧ୍ୟରୁ କୌଣସି କର୍ମ କରି ପାପ କରେ; ଯଦ୍ୟପି ସେ ତାହା ଜାଣି ନ ଥାଏ, ତଥାପି ସେ ଦୋଷୀ ଅଟେ, ପୁଣି ଆପଣାର ଅପରାଧ ବୋହିବ।
18 He must bring the priest a flawless ram from the flock, at the assessed value, as a guilt offering; the priest will atone for his unwitting sin, and he'll be forgiven. ସେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁନ୍ତ ମେଷ ଦୋଷାର୍ଥକ ବଳି ରୂପେ ଯାଜକ ନିକଟକୁ ଆଣିବ; ପୁଣି ଯେଉଁ ବିଷୟରେ ସେ ଭୁଲବଶତଃ ପାପ କଲା ଓ ତାହା ଜାଣିଲା ନାହିଁ, ଯାଜକ ତହିଁ ସକାଶୁ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।
19 It is a guilt offering; he was certainly guilty before our Father." ତାହା ଦୋଷାର୍ଥକ ବଳି, ସେ ସଦାପ୍ରଭୁଙ୍କ ଛାମୁରେ ନିତାନ୍ତ ଦୋଷୀ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]