Skip to content
The Believer's Library

Indian Revised Version(IRV) Odia - 2021

Leviticus 6 IRVOry

Show IRVOry only
Verse × ×
1 Our Father spoke to Moses: ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 "If anyone sins, unfaithful to your Father, by deceiving his neighbor about a deposit, a pledge, or stolen goods, or by cheating him, “କେହି ଯଦି ପାପ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରେ, ଅର୍ଥାତ୍‍, ଗଚ୍ଛିତ ବା ହସ୍ତରେ ସମର୍ପିତ କିଅବା ଅପହୃତ ଦ୍ରବ୍ୟ ବିଷୟରେ ଆପଣା ପ୍ରତିବାସୀ ସହିତ ଅସତ୍ୟ ବ୍ୟବହାର କରେ, ଅଥବା ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରେ;
3 or if he finds lost property and lies about it, swearing falsely—any such act by which a person sins. କିଅବା ହଜାଦ୍ରବ୍ୟ ପାଇ ତଦ୍‍ବିଷୟରେ ଅସତ୍ୟ ବ୍ୟବହାର କରେ ଓ ମିଥ୍ୟା କହି ଶପଥ କରେ; ଏହି ପ୍ରକାର ଯେକୌଣସି କର୍ମରେ ମନୁଷ୍ୟ ପାପ କରେ;
4 When he sins and is guilty, he must return what he stole, or extorted, or the deposit entrusted to him, or the lost item he found, ତେବେ ସେ ପାପ କରି ଦୋଷୀ ହେଲେ, ଯାହା ସେ ଅପହରଣ ଦ୍ୱାରା ନେଇଅଛି, ଅବା ଅନ୍ୟାୟରେ ପ୍ରାପ୍ତ ହୋଇଅଛି, ଅବା ଯେଉଁ ଗଚ୍ଛିତ ଦ୍ରବ୍ୟ ତାହା ନିକଟରେ ସମର୍ପିତ ହୋଇଅଛି, ଅବା ଯେଉଁ ହଜାଦ୍ରବ୍ୟ ପାଇଅଛି,
5 or whatever he swore falsely about, he must repay it in full, add a fifth to it, and give it to its owner on the day he admits his guilt. ଅବା ଯେକୌଣସି ବିଷୟରେ ମିଥ୍ୟା ଶପଥ କରିଅଛି, ସେହି ସବୁ ଦ୍ରବ୍ୟ ଫେରାଇ ଦେବ; ମଧ୍ୟ ସେ ତାହା ସମ୍ପୂର୍ଣ୍ଣ ରୂପେ ଓ ତହିଁ ସଙ୍ଗେ ତହିଁର ପଞ୍ଚମାଂଶ ଅଧିକ ଫେରାଇ ଦେବ; ସେ ଦୋଷୀ ବୋଲି ନିଶ୍ଚିତ ହେବା ଦିନରେ ସେହି ଦ୍ରବ୍ୟର ମାଲିକକୁ ତାହା ଦେବ।
6 He must bring his guilt offering to your Father: a ram without defect from the flock, at your valuation, as a guilt offering, to the priest. ପୁଣି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାର ଦୋଷାର୍ଥକ ବଳି ଉତ୍ସର୍ଗ କରିବ; ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁନ୍ତ ମେଷ ଦୋଷାର୍ଥକ ବଳି ନିମନ୍ତେ ଯାଜକ ନିକଟକୁ ଆଣିବ।
7 The priest will atone for him before your Father, and he'll be forgiven for whatever he did that made him guilty." ତହୁଁ ଯାଜକ ସଦାପ୍ରଭୁଙ୍କ ଛାମୁରେ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଯେକୌଣସି କର୍ମ ଦ୍ୱାରା ଦୋଷୀ ହୋଇଥାଏ, ତହିଁରୁ କ୍ଷମାପ୍ରାପ୍ତ ହେବ।”
8 Then our Father spoke to Moses: ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
9 "Command Aaron and his sons: This is the law for the burnt offering. It stays on the altar's hearth all night until morning, and the altar fire must keep burning on it. “ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ ଏହି ଆଜ୍ଞା ଦିଅ, ହୋମବଳିର ବ୍ୟବସ୍ଥା ଏହି; ହୋମଦ୍ରବ୍ୟ ସମସ୍ତ ରାତ୍ରି, ପ୍ରଭାତ ପର୍ଯ୍ୟନ୍ତ ବେଦିର ଅଗ୍ନିସ୍ଥାନ ଉପରେ ରହିବ, ପୁଣି ବେଦିର ଅଗ୍ନି ପ୍ରଜ୍ୱଳିତ ରହିବ।
10 The priest is to wear his linen garment, with linen undergarments against his skin, then remove the ashes left after the fire consumes the burnt offering on the altar, and place them beside the altar. ପୁଣି ଯାଜକ ଆପଣା ଶୁକ୍ଳବସ୍ତ୍ର ଓ ଶରୀରରେ ଶୁକ୍ଳ ଜଙ୍ଘିଆ ପିନ୍ଧିବ; ଆଉ ସେ ବେଦି ଉପରେ ଅଗ୍ନିଦଗ୍ଧ ହୋମବଳିର ଭସ୍ମ ଉଠାଇ ବେଦି ପାର୍ଶ୍ୱରେ ରଖିବ।
11 Then he removes his garments, puts on others, and carries the ashes outside the camp to a clean place. ଏଥିଉତ୍ତାରେ ସେ ଆପଣାର ସେହି ବସ୍ତ୍ର ତ୍ୟାଗ କରି ଅନ୍ୟ ବସ୍ତ୍ର ପିନ୍ଧି ଛାଉଣିର ବାହାରେ କୌଣସି ଶୁଚି ସ୍ଥାନକୁ ସେହି ଭସ୍ମ ନେଇଯିବ।
12 The altar fire must keep burning; it must not go out. Every morning the priest adds wood on it, arranges the burnt offering on it, and burns the fat of the peace offerings on it. ମାତ୍ର ବେଦିର ଉପରିସ୍ଥ ଅଗ୍ନି ସର୍ବଦା ପ୍ରଜ୍ୱଳିତ ରହିବ, ତାହା ଲିଭିବ ନାହିଁ; ଯାଜକ ପ୍ରତ୍ୟେକ ପ୍ରଭାତରେ ତହିଁ ଉପରେ କାଷ୍ଠ ଜାଳିବ; ପୁଣି ସେ ତହିଁ ଉପରେ ହୋମବଳି ସଜାଇ ରଖିବ ଓ ମଙ୍ଗଳାର୍ଥକ ବଳିର ମେଦ ତହିଁ ଉପରେ ଦଗ୍ଧ କରିବ।
13 The fire must be kept burning on the altar continually; it must not go out. ବେଦି ଉପରେ ଅଗ୍ନି ସର୍ବଦା ପ୍ରଜ୍ୱଳିତ ରହିବ, ତାହା କଦାପି ଲିଭିବ ନାହିଁ।
14 "This is the law of the grain offering: Aaron's sons must bring it before your Father, in front of the altar. ଆଉ ଭକ୍ଷ୍ୟ ନୈବେଦ୍ୟର ବ୍ୟବସ୍ଥା ଏହି; ହାରୋଣର ପୁତ୍ରଗଣ ବେଦି ସମ୍ମୁଖରେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବେ।
15 The priest takes a handful of the grain offering's fine flour and oil, with all its frankincense, and burns this memorial portion on the altar as a pleasing aroma to your Father. ତହୁଁ ଯାଜକ ଆପଣା ମୁଷ୍ଟି ପୂର୍ଣ୍ଣ କରି ସେହି ଭକ୍ଷ୍ୟ ନୈବେଦ୍ୟରୁ କିଛି ସରୁ ମଇଦା ଓ କିଛି ତୈଳ ଓ ନୈବେଦ୍ୟ ଉପରିସ୍ଥ ସମସ୍ତ କୁନ୍ଦୁରୁ ନେଇ ତହିଁର ସ୍ମରଣାର୍ଥକ ଅଂଶ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ବେଦିରେ ଦଗ୍ଧ କରିବ।
16 Aaron and his sons eat what remains; it must be eaten without yeast in a holy place, eaten in the courtyard of the tent of meeting. ପୁଣି, ହାରୋଣ ଓ ତାହାର ପୁତ୍ରଗଣ ତହିଁର ଅବଶିଷ୍ଟାଂଶ ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାଡ଼ି ବିନା ତାହା ଭୋଜନ କରାଯିବ; ସେମାନେ ସମାଗମ-ତମ୍ବୁର ପ୍ରାଙ୍ଗଣରେ ତାହା ଭୋଜନ କରିବେ।
17 Do not bake it with yeast. I've given it as their share of my food offerings, like the sin and guilt offerings; it is most holy. ତାଡ଼ି ସହିତ ତାହା ରନ୍ଧନ ହେବ ନାହିଁ। ଆମ୍ଭେ ଆପଣା ଅଗ୍ନିକୃତ ଉପହାରରୁ ସେମାନଙ୍କ ଅଂଶ ନିମନ୍ତେ ତାହା ଦେଲୁ; ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ତୁଲ୍ୟ ତାହା ମହାପବିତ୍ର।
18 Every male of Aaron's descendants may eat it—a lasting portion through your generations from your Father's food offerings. Whatever touches them becomes holy." ହାରୋଣର ସନ୍ତାନଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାରରୁ ଏହା ଗ୍ରହଣ କରିବା ହେଉଛି ପୁରୁଷାନୁକ୍ରମରେ ତୁମ୍ଭମାନଙ୍କର ଅନନ୍ତକାଳୀନ ଅଧିକାର। ଯେକେହି ତାହା ସ୍ପର୍ଶ କରେ, ସେ ପବିତ୍ର ହେବ।”
19 Our Father said to Moses: ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
20 "This is Aaron and his sons' offering to your Father on the day he is anointed: about two quarts of fine flour as a regular grain offering, half in the morning, half in the evening. “ଅଭିଷେକ ଦିନରେ ହାରୋଣ ଓ ତାହାର ପୁତ୍ରଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରିବେ, ତାହା ଏହି; ସେମାନେ ନିତ୍ୟ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଐଫାର ଦଶମାଂଶ ସରୁ ମଇଦା ନେଇ ଅର୍ଦ୍ଧେକ ପ୍ରଭାତରେ ଓ ଅର୍ଦ୍ଧେକ ସନ୍ଧ୍ୟାକାଳରେ ଉତ୍ସର୍ଗ କରିବେ।
21 Prepare it with oil on a griddle, bring it well-kneaded, present the grain offering in broken pieces—a pleasing aroma to your Father. ପଲମରେ ଯାହା ତୈଳ ସହିତ ପ୍ରସ୍ତୁତ କରାଯିବ, ଓଦା ହେଲେ ତୁମ୍ଭେ ତାହା ଭିତରକୁ ଆଣିବ; ପୁଣି ସେହି ରନ୍ଧନ କରାଯାଇଥିବା ଭକ୍ଷ୍ୟ ନୈବେଦ୍ୟର ଖଣ୍ଡ ଖଣ୍ଡ ଖାଦ୍ୟ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।
22 The anointed priest who succeeds him from among his sons must prepare it—a lasting decree before your Father: it must be burned completely. ଏଥିଉତ୍ତାରେ ହାରୋଣର ପୁତ୍ରଗଣ ମଧ୍ୟରୁ ଯେ ତାହାର ପଦରେ ଅଭିଷିକ୍ତ ଯାଜକ ହେବ, ସେ ତାହା ଉତ୍ସର୍ଗ କରିବ; ଏହା ଅନନ୍ତକାଳୀନ ବିଧିରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମ୍ପୂର୍ଣ୍ଣ ଦଗ୍ଧ ହେବ।
23 Every grain offering of a priest is to be burned completely; it must not be eaten." ଅର୍ଥାତ୍‍, ଯାଜକର ପ୍ରତ୍ୟେକ ଭକ୍ଷ୍ୟ ନୈବେଦ୍ୟ ସମ୍ପୂର୍ଣ୍ଣ ରୂପେ ଦଗ୍ଧ ହେବ; ତାହା ଭୋଜନ କରାଯିବ ନାହିଁ।”
24 Again our Father spoke to Moses: ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
25 "Tell Aaron and his sons: this is the law of the sin offering: slaughter it before your Father, where the burnt offering is slaughtered; it is most holy. “ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ କୁହ, ପାପାର୍ଥକ ବଳିଦାନର ବ୍ୟବସ୍ଥା ଏହି; ଯେଉଁ ସ୍ଥାନରେ ହୋମବଳି ବଧ କରାଯାଏ, ସେହି ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ପାପାର୍ଥକ ବଳି ବଧ କରାଯିବ; ତାହା ମହାପବିତ୍ର।
26 The priest who offers it for sin must eat it; it must be eaten in a holy place, in the tent of meeting's courtyard. ଯେଉଁ ଯାଜକ ପାପାର୍ଥେ ତାହା ଉତ୍ସର୍ଗ କରେ, ସେ ତାହା ଭୋଜନ କରିବ; ସମାଗମ-ତମ୍ବୁ ପ୍ରାଙ୍ଗଣର କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ।
27 Whatever touches its flesh becomes holy. If its blood spatters a garment, wash the spattered spot in a holy place. ଯେକେହି ତହିଁର ମାଂସ ସ୍ପର୍ଶ କରେ, ତାହା ପବିତ୍ର ହେବ; ପୁଣି ଯଦି କୌଣସି ବସ୍ତ୍ରରେ ତହିଁର ରକ୍ତର ଛିଟା ପଡ଼େ; ତେବେ ତୁମ୍ଭେ ସେହି ରକ୍ତ ସେଚିତ ବସ୍ତ୍ର ପବିତ୍ର ସ୍ଥାନରେ ଧୌତ କରିବ।
28 The clay pot it is boiled in must be broken; if boiled in a bronze pot, it must be scoured and rinsed with water. ମାତ୍ର ଯେଉଁ ମୃତ୍ତିକାର ପାତ୍ରରେ ତାହା ପାକ ହୁଏ, ତାହା ଭଙ୍ଗାଯିବ; ଯଦି ପିତ୍ତଳ ପାତ୍ରରେ ତାହା ପାକ ହୁଏ, ତେବେ ତାହା ମଜାଯିବ ଓ ଜଳରେ ପରିଷ୍କୃତ ହେବ।
29 Every male among the priests may eat it; it is most holy. ଯାଜକଗଣ ମଧ୍ୟରେ ସମସ୍ତ ପୁରୁଷ ତାହା ଭୋଜନ କରିବେ; ତାହା ମହାପବିତ୍ର।
30 No sin offering whose blood is brought into the tent of meeting to atone in the Holy Place may be eaten; it must be burned with fire." ମାତ୍ର ପବିତ୍ର ସ୍ଥାନରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଯେକୌଣସି ପାପାର୍ଥକ ବଳିର ରକ୍ତ ସମାଗମ-ତମ୍ବୁ ଭିତରକୁ ଅଣାଯାଏ, ତାହା ଭୋଜନ କରାଯିବ ନାହିଁ, ତାହା ଅଗ୍ନିରେ ଦଗ୍ଧ ହେବ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]