Skip to content
The Believer's Library

Indian Revised Version(IRV) Odia - 2021

Leviticus 8 IRVOry

Show IRVOry only
Verse × ×
1 Our Father spoke to Moses: ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 "Take Aaron and his sons with him, the garments, the anointing oil, the bull of the sin offering, the two rams, and the basket of yeast-free bread, “ତୁମ୍ଭେ ହାରୋଣକୁ ଓ ତାହା ସହିତ ତାହାର ପୁତ୍ରଗଣଙ୍କୁ, ଆଉ ବସ୍ତ୍ରସକଳ, ଅଭିଷେକାର୍ଥକ ତୈଳ, ପାପାର୍ଥକ ବଳିର ଗୋବତ୍ସ, ଦୁଇ ମେଷ ଓ ତାଡ଼ିଶୂନ୍ୟ ରୁଟିର ଟୋକେଇ ଆପଣା ସଙ୍ଗେ ନିଅ।
3 and assemble the whole congregation at the entrance of the tent of meeting." ପୁଣି ସମାଗମ-ତମ୍ବୁର ଦ୍ୱାର ନିକଟରେ ସମଗ୍ର ମଣ୍ଡଳୀକୁ ଏକତ୍ର କର।”
4 Moses did as our Father commanded him; the assembly gathered at the entrance of the tent of meeting. ଆଉ, ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା କଲେ; ତହିଁରେ ସମାଗମ-ତମ୍ବୁର ଦ୍ୱାର ନିକଟରେ ସମଗ୍ର ମଣ୍ଡଳୀ ଏକତ୍ର ହେଲେ।
5 And Moses said to the congregation, "This is what our Father has commanded to be done." ପୁଣି ମୋଶା ମଣ୍ଡଳୀକୁ କହିଲେ, “ଯାହା କରିବା ପାଇଁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ସେହି କଥା ଏହି।”
6 Then Moses brought Aaron and his sons forward and washed them with water. ତହୁଁ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଆଣି ଜଳରେ ସ୍ନାନ କରାଇଲେ।
7 He put the tunic on Aaron, tied the sash around him, dressed him in the robe, put the ephod on him, tied the ephod's skillfully woven band around him, and fastened it to him. ପୁଣି ହାରୋଣଙ୍କୁ ପୋଷାକ ପିନ୍ଧାଇଲେ ଓ କଟିବନ୍ଧନୀରେ ତାଙ୍କର କଟି ବାନ୍ଧିଲେ ଓ ତାଙ୍କୁ ଚୋଗା ପିନ୍ଧାଇଲେ ଓ ତହିଁ ଉପରେ ଏଫୋଦ ଦେଲେ, ପୁଣି ଏଫୋଦର ଚିତ୍ରିତ ପଟୁକା ବାନ୍ଧି ତହିଁ ସଙ୍ଗେ ଏଫୋଦକୁ ବାନ୍ଧିଲେ।
8 He placed the breastpiece on him, and in the breastpiece he put the Urim and the Thummim. ଆଉ, ସେ ତାହା ଉପରେ ବୁକୁପଟା ଦେଲେ ଆଉ, ବୁକୁପଟାରେ ଊରୀମ୍‍ ଓ ତୁମ୍ମୀମ୍‍ ରଖିଲେ।
9 He set the turban on Aaron's head, and on its front he set the gold plate, the holy crown, as our Father commanded Moses. ପୁଣି, ତାଙ୍କର ମସ୍ତକରେ ପଗଡ଼ି ରଖିଲେ; ପଗଡ଼ି ସମ୍ମୁଖରେ ସ୍ୱର୍ଣ୍ଣପତ୍ରର ପବିତ୍ର ମୁକୁଟ ଦେଲେ; ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କଲେ।
10 Then Moses took the anointing oil and anointed the tabernacle and everything in it, and consecrated them. ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ପବିତ୍ର କଲେ।
11 He sprinkled some of it on the altar seven times, anointing the altar, all its utensils, and the basin with its stand, to dedicate them. ପୁଣି, ସେ ତହିଁରୁ କିଛି ନେଇ ବେଦି ଉପରେ ସାତ ଥର ସେଚନ କଲେ; ଆଉ, ବେଦି ଓ ତହିଁର ସମସ୍ତ ପାତ୍ର ଓ ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି ପବିତ୍ର କରିବାକୁ ଅଭିଷେକ କଲେ।
12 He poured some anointing oil on Aaron's head and anointed him to dedicate him. ଏଥିଉତ୍ତାରେ ମୋଶା ହାରୋଣଙ୍କୁ ପବିତ୍ର କରିବା ପାଇଁ ତାଙ୍କର ମସ୍ତକରେ କିଛି ଅଭିଷେକାର୍ଥକ ତୈଳ ଢାଳି ତାଙ୍କୁ ଅଭିଷେକ କଲେ।
13 Then Moses brought Aaron's sons forward, dressed them in tunics, tied on sashes, and put caps on their heads, as our Father had commanded Moses. ଏଥିଉତ୍ତାରେ ମୋଶା ହାରୋଣଙ୍କର ପୁତ୍ରଗଣଙ୍କୁ ଆଣି ସେମାନଙ୍କୁ ପୋଷାକ ପିନ୍ଧାଇଲେ ଓ କଟିବନ୍ଧନୀରେ ସେମାନଙ୍କର କଟି ବାନ୍ଧିଲେ ଓ ସେମାନଙ୍କୁ ଶିରୋଭୂଷଣରେ ଭୂଷିତ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।
14 He brought the bull of the sin offering, and Aaron and his sons laid their hands on its head. ଆଉ, ସେ ପାପାର୍ଥକ ବଳିର ଗୋବତ୍ସ ଆଣିଲେ; ପୁଣି ହାରୋଣ ଓ ତାଙ୍କର ପୁତ୍ରଗଣ ସେହି ପାପାର୍ଥକ ବଳିର ଗୋବତ୍ସ ମସ୍ତକରେ ହସ୍ତ ରଖିଲେ।
15 Moses slaughtered it, took the blood, and with his finger applied it to the altar's horns all around, purifying the altar. He poured the rest of the blood at the altar's base and dedicated the altar, making atonement for it. ତହୁଁ ସେ ତାକୁ ବଧ କଲେ; ପୁଣି ମୋଶା ରକ୍ତ ନେଇ ଅଙ୍ଗୁଳି ଦ୍ୱାରା ବେଦିର ଚାରିଆଡ଼େ ଶୃଙ୍ଗ ଉପରେ ଦେଇ ବେଦିକୁ ପବିତ୍ର କଲେ; ଆଉ, ବେଦି ମୂଳରେ ସେହି ରକ୍ତ ଢାଳିଦେଲେ ଓ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପବିତ୍ର କଲେ।
16 He took all the fat on the inner organs, the liver's lobe, and the two kidneys with their fat, and burned it on the altar. ଏଥିଉତ୍ତାରେ ମୋଶା ଅନ୍ତ ଉପରିସ୍ଥ ସମସ୍ତ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଦୁଇ ଗୁର୍ଦା ଓ ତହିଁର ମେଦ ନେଇ ବେଦି ଉପରେ ଦଗ୍ଧ କଲେ।
17 But the bull—hide, flesh, and waste—he burned outside the camp, as our Father commanded Moses. ମାତ୍ର ସେହି ଗୋବତ୍ସର ଚର୍ମ, ମାଂସ ଓ ଗୋମୟ ନେଇ ଛାଉଣିର ବାହାରେ ଦଗ୍ଧ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।
18 He brought the ram for the burnt offering; Aaron and his sons laid their hands on its head. ଏଥିଉତ୍ତାରେ ସେ ହୋମାର୍ଥକ ମେଷ ଆଣିଲେ; ତହିଁରେ ହାରୋଣ ଓ ତାଙ୍କର ପୁତ୍ରଗଣ ମେଷର ମସ୍ତକରେ ହସ୍ତ ରଖିଲେ।
19 Moses slaughtered it and threw the blood against the sides of the altar. ତହୁଁ ସେ ତାକୁ ବଧ କଲେ, ପୁଣି ମୋଶା ବେଦି ଉପରେ ଚାରିଆଡ଼େ ରକ୍ତ ସେଚନ କଲେ।
20 He cut the ram into pieces and burned the head, the pieces, and the fat. ଆଉ, ସେ ମେଷକୁ ଖଣ୍ଡ ଖଣ୍ଡ କରି କାଟିଲେ; ପୁଣି, ମୋଶା ତାହାର ମସ୍ତକ, ମାଂସଖଣ୍ଡସକଳ ଓ ମେଦ ଦଗ୍ଧ କଲେ।
21 He washed the inner organs and legs in water, then burned the whole ram on the altar—a burnt offering, a pleasing aroma, a food offering to our Father, as our Father commanded Moses. ଆଉ, ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କଲେ। ପୁଣି, ମୋଶା ବେଦି ଉପରେ ମେଷ ସମେତ ଦଗ୍ଧ କଲେ, ଏହା ତୁଷ୍ଟିଜନକ ଆଘ୍ରାଣାର୍ଥକ ହୋମବଳି; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର। ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।
22 He brought the second ram, the ram of ordination, and Aaron and his sons laid their hands on its head. ଏଥିଉତ୍ତାରେ ସେ ଅନ୍ୟ ମେଷ, ଅର୍ଥାତ୍‍, ପଦନିଯୋଗାର୍ଥକ ମେଷ ଆଣିଲେ, ତହିଁରେ ହାରୋଣ ଓ ତାଙ୍କର ପୁତ୍ରଗଣ ମେଷର ମସ୍ତକ ଉପରେ ହସ୍ତ ରଖିଲେ।
23 Moses slaughtered it, took some of its blood, and put it on Aaron's right earlobe, right thumb, and right big toe. ଆଉ, ସେ ତାକୁ ବଧ କଲେ; ତହୁଁ ମୋଶା ତାହାର କିଛି ରକ୍ତ ନେଇ ହାରୋଣଙ୍କର ଡାହାଣ କର୍ଣ୍ଣପ୍ରାନ୍ତରେ ଓ ତାଙ୍କର ଡାହାଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ।
24 Moses brought Aaron's sons near and put blood on their right earlobes, thumbs, and big toes, then splashed the rest against the altar's sides. ଏଥିଉତ୍ତାରେ ସେ ହାରୋଣଙ୍କର ପୁତ୍ରଗଣଙ୍କୁ ଆଣିଲେ, ତହୁଁ ମୋଶା ସେହି ରକ୍ତରୁ କିଛି ନେଇ ସେମାନଙ୍କ ଡାହାଣ କର୍ଣ୍ଣପ୍ରାନ୍ତରେ ଓ ସେମାନଙ୍କ ଡାହାଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ସେମାନଙ୍କ ଡାହାଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ; ଆଉ ମୋଶା ବେଦି ଉପରେ ଚାରିଆଡ଼େ ରକ୍ତ ସେଚନ କଲେ।
25 He took the fat, the fat tail, all the fat on the intestines, the liver's long lobe, the two kidneys with their fat, and the right thigh. ପୁଣି, ସେ ମେଦ, ମେଦମୟ ଲାଙ୍ଗୁଳ, ଅନ୍ତ ଉପରିସ୍ଥ ସକଳ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଦୁଇ ଗୁର୍ଦା, ତହିଁର ମେଦ ଓ ଡାହାଣ ଜଙ୍ଘ ନେଲେ;
26 From the basket of unleavened bread before our Father, he took one cake, one oiled cake, and one wafer, and put them on the fat and the right thigh. ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ତାଡ଼ିଶୂନ୍ୟ ରୁଟିର ଟୋକେଇରୁ ଗୋଟିଏ ତାଡ଼ିଶୂନ୍ୟ ପିଠା ଓ ତୈଳଲେପିତ ରନ୍ଧନ ହୋଇଥିବା ରୁଟିର ଗୋଟିଏ ପିଠା ଓ ଗୋଟିଏ ସରୁ ଚକୁଳି ନେଇ ମେଦ ଓ ଡାହାଣ ଜଙ୍ଘ ଉପରେ ରଖିଲେ;
27 He put all these in Aaron's and his sons' hands, and waved them as a wave offering before our Father. ତହୁଁ ସେ ହାରୋଣଙ୍କର ଓ ତାଙ୍କର ପୁତ୍ରଗଣଙ୍କର ହସ୍ତରେ ସେହି ସବୁ ଦେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ।
28 Moses took them from their hands and burned them on the altar with the burnt offering—an ordination offering, a pleasing aroma, a food offering to our Father. ଏଥିଉତ୍ତାରେ ମୋଶା ସେମାନଙ୍କ ହସ୍ତରୁ ସେହି ସବୁ ନେଇ ବେଦିସ୍ଥିତ ହୋମବଳି ଉପରେ ଦଗ୍ଧ କଲେ; ଏହିସବୁ ତୁଷ୍ଟିଜନକ ଆଘ୍ରାଣାର୍ଥେ ପଦନିଯୋଗାର୍ଥକ ନୈବେଦ୍ୟ; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର।
29 Moses took the breast and waved it as a wave offering before our Father—Moses's portion from the ram of ordination, as our Father commanded him. ଆଉ, ମୋଶା ବକ୍ଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ; ପଦନିଯୋଗାର୍ଥକ ମେଷର ଏହି ଅଂଶ ମୋଶାଙ୍କର ହେଲା; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।
30 Moses took some anointing oil and some blood from the altar and sprinkled it on Aaron and his garments, on his sons and their garments. So he consecrated Aaron and his garments, and his sons and their garments with him. ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳରୁ ଓ ବେଦି ଉପରିସ୍ଥ ରକ୍ତରୁ କିଛି ନେଇ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ, ପୁଣି ତାଙ୍କ ସଙ୍ଗେ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ତାହା ସେଚନ କଲେ; ଆଉ ହାରୋଣଙ୍କୁ ଓ ତାଙ୍କର ବସ୍ତ୍ରସକଳକୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସେମାନଙ୍କ ବସ୍ତ୍ରସକଳକୁ ପବିତ୍ର କଲେ।
31 Moses told Aaron and his sons, "Boil the meat at the tent of meeting's entrance, eat it there with the bread from the ordination-offering basket, as I commanded: Aaron and his sons will eat it. ତହୁଁ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ କହିଲେ, “ସମାଗମ-ତମ୍ବୁର ଦ୍ୱାର ନିକଟରେ ମାଂସ ରନ୍ଧନ କର; ଆଉ ‘ହାରୋଣ ଓ ତାହାର ପୁତ୍ରଗଣ ତାହା ଭୋଜନ କରିବେ,’ ଆମ୍ଭର ଏହି ଆଜ୍ଞାନୁସାରେ ସେହି ସ୍ଥାନରେ ତାହା ଓ ପଦନିଯୋଗାର୍ଥକ ଟୋକେଇରେ ଥିବା ରୁଟି ଭୋଜନ କର।
32 Whatever is left of the meat and the bread, burn it with fire. ପୁଣି, ମାଂସ ଓ ରୁଟିରୁ ଯାହା ଅବଶିଷ୍ଟ ରହିବ, ତାହା ତୁମ୍ଭେମାନେ ଅଗ୍ନିରେ ଦଗ୍ଧ କରିବ।
33 Do not leave the Tent of Meeting's entrance for seven days, until your ordination days end, for it takes seven days to ordain you. ଆଉ, ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ, ଅର୍ଥାତ୍‍, ତୁମ୍ଭମାନଙ୍କ ପଦନିଯୋଗ ଦିନର ସମାପ୍ତି ପର୍ଯ୍ୟନ୍ତ ସମାଗମ-ତମ୍ବୁର ଦ୍ୱାରରୁ ବାହାରକୁ ଯିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ସାତ ଦିନ ପର୍ଯ୍ୟନ୍ତ ପଦରେ ନିଯୁକ୍ତ କରିବେ।
34 What has been done today, our Father has commanded to be done to make atonement for you. ଯେପରି ଆଜି କରାଯାଇଅଛି, ସେପରି ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି।
35 Stay at the tent of meeting's entrance day and night, seven days, doing what our Father requires, so you do not die—this is what I was commanded." ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ସାତ ଦିନ ପର୍ଯ୍ୟନ୍ତ ସମାଗମ-ତମ୍ବୁର ଦ୍ୱାରରେ ଦିବାରାତ୍ର ରହିବ ଓ ସଦାପ୍ରଭୁଙ୍କର ରକ୍ଷଣୀୟ ରକ୍ଷା କରିବ। କାରଣ ଏହିପରି ଆମ୍ଭେ ଆଜ୍ଞା ପାଇଅଛୁ।”
36 So Aaron and his sons did everything our Father had commanded through Moses. ତହୁଁ ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯାହା ଆଜ୍ଞା କରିଥିଲେ, ହାରୋଣ ଓ ତାଙ୍କର ପୁତ୍ରଗଣ ସେହି ସବୁ କଥା ପାଳନ କଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]