Skip to content
The Believer's Library

Indian Revised Version(IRV) Odia - 2021

Luke 10 IRVOry

Show IRVOry only
Verse × ×
1 After this, the Lord appointed seventy-two more, sending them ahead of him two by two, into every town and place he himself intended to go. ଏଥିଉତ୍ତାରେ ପ୍ରଭୁ ଆଉ ସତୁରି ଜଣଙ୍କୁ ନିଯୁକ୍ତ କଲେ ଓ ନିଜେ ଯେଉଁ ଯେଉଁ ନଗର ଓ ସ୍ଥାନକୁ ଯିବା ପାଇଁ ଉଦ୍ୟତ ଥିଲେ, ସେହି ସେହି ସ୍ଥାନକୁ ଦୁଇ ଦୁଇ ଜଣ କରି ସେମାନଙ୍କୁ ଆପଣା ଆଗେ ପଠାଇଲେ।
2 He told them, "The harvest is plentiful, but workers are few. So ask the Father of the harvest to send out workers into his harvest. ପୁଣି, ସେ ସେମାନଙ୍କୁ କହିଲେ, “ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ; ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର ମାଲିକଙ୍କ ନିକଟରେ ନିବେଦନ କର।
3 Go! Look, I am sending you out like lambs among wolves. ତୁମ୍ଭେମାନେ ଯାଅ; ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାଛୁଆମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି।
4 Carry no purse, no bag, no sandals, and greet no one on the road. ଥଳି, ଝୋଲି ଓ ଜୋତା ନିଅ ନାହିଁ, ପୁଣି, ବାଟରେ କାହାକୁ ନମସ୍କାର କର ନାହିଁ।
5 Whatever house you enter, first say, 'Peace to this house.' ଆଉ, ଯେକୌଣସି ଗୃହରେ ତୁମ୍ଭେମାନେ ପ୍ରବେଶ କରିବ, ପ୍ରଥମେ କୁହ, ଏହି ଗୃହ ପ୍ରତି ଶାନ୍ତି ହେଉ।
6 If a person of peace is there, your peace will rest on them; if not, it will return to you. ଆଉ, ସେ ସ୍ଥାନରେ ଯଦି ଜଣେ ଶାନ୍ତିର ପାତ୍ର ଥାଏ, ତାହାହେଲେ ତୁମ୍ଭମାନଙ୍କର ଶାନ୍ତି ତାହାର ଉପରେ ଅଧିଷ୍ଠାନ କରିବ; କିନ୍ତୁ ଯଦି ନ ଥାଏ, ତେବେ ତାହା ତୁମ୍ଭମାନଙ୍କ ନିକଟକୁ ଫେରିଆସିବ।
7 Stay in that house, eating and drinking what's offered, for the worker deserves his wage. Don't move from house to house. ପୁଣି, ସେମାନଙ୍କ ପାଖରେ ଯାହା ଥାଏ, ତାହା ଭୋଜନପାନ କରି ସେହି ଗୃହରେ ରୁହ, କାରଣ କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ। ଘରକୁ ଘର ଯାଅ ନାହିଁ।
8 Whenever you enter a town and they welcome you, eat what is set before you. ପୁଣି, ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି, ସେଠାରେ ତୁମ୍ଭମାନଙ୍କୁ ଯାହା ଦିଆଯାଏ, ତାହା ଭୋଜନ କର,
9 Heal the sick there and tell them, 'The kingdom of our Father has come near to you.' ସେ ସ୍ଥାନରେ ଥିବା ପୀଡ଼ିତମାନଙ୍କୁ ସୁସ୍ଥ କର, ଆଉ ସେମାନଙ୍କୁ କୁହ, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ସନ୍ନିକଟ।
10 But when you enter a town that doesn't welcome you, go out into its streets and say, କିନ୍ତୁ ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି ନାହିଁ, ସେଥିର ଦାଣ୍ଡମାନଙ୍କୁ ବାହାରିଯାଇ କୁହ,
11 'Even your town's dust stuck to our feet, we wipe off against you. Yet know this: the kingdom of our Father has come near.' ତୁମ୍ଭମାନଙ୍କ ନଗରର ଯେଉଁ ଧୂଳି ଆମ୍ଭମାନଙ୍କ ପାଦରେ ଲାଗିଅଛି, ତାହା ସୁଧା ତୁମ୍ଭମାନଙ୍କ ପାଇଁ ଝାଡ଼ି ଦେଉଅଛୁ; ତଥାପି ଈଶ୍ବରଙ୍କ ରାଜ୍ୟ ଯେ ସନ୍ନିକଟ, ଏହା ଜାଣିଥାଅ।
12 I tell you, it will be more bearable on that day for Sodom than for that town. ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ସେହି ନଗରର ଦଣ୍ଡ ଅପେକ୍ଷା ସଦୋମର ଦଣ୍ଡକୁ ସହି ହେବ।”
13 "Woe to you, Chorazin! Woe to you, Bethsaida! Had the miracles done among you happened in Tyre and Sidon, they would have repented long ago, sitting in sackcloth and ashes. “ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥ୍‌ସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସୋର ଓ ସୀଦୋନରେ କରାଯାଇଥାଆନ୍ତା, ତେବେ ସେମାନେ ଅନେକ କାଳ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ-ପରିବର୍ତ୍ତନ କରିଥାଆନ୍ତେ।
14 But it will be more bearable for Tyre and Sidon at the judgment than for you. ତଥାପି ବିଚାରରେ ତୁମ୍ଭମାନଙ୍କ ଦଣ୍ଡ ଅପେକ୍ଷା ସୋର ଓ ସୀଦୋନର ଦଣ୍ଡ ସହି ହେବ।
15 And you, Capernaum, will you be lifted to heaven? You'll be brought down to the grave. ଆଉ, ରେ କଫର୍ନାହୂମ ତୁ କଅଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ? ପାତାଳ ପର୍ଯ୍ୟନ୍ତ ତୋର ପତନ ହେବ।”
16 Whoever listens to you listens to me; whoever rejects you rejects me; whoever rejects me rejects the one who sent me." ଯେ ତୁମ୍ଭମାନଙ୍କର କଥା ଶୁଣେ, ସେ ମୋʼ କଥା ଶୁଣେ, ପୁଣି, ଯେ ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରେ, ସେ ମୋତେ ଅଗ୍ରାହ୍ୟ କରେ, ଆଉ ଯେ ମୋତେ ଅଗ୍ରାହ୍ୟ କରେ, ସେ ମୋʼ ପ୍ରେରଣକର୍ତ୍ତାଙ୍କୁ ଅଗ୍ରାହ୍ୟ କରେ।
17 The seventy-two returned with joy and said, "Lord, even the demons submit to us in your name." ଏଥିଉତ୍ତାରେ ସେହି ସତୁରି ଜଣ ଫେରିଆସି ଆନନ୍ଦରେ କହିଲେ, ପ୍ରଭୁ, ଭୂତମାନେ ସୁଦ୍ଧା ଆପଣଙ୍କ ନାମରେ ଆମ୍ଭମାନଙ୍କ ବଶୀଭୂତ ଅଟନ୍ତି।
18 He said to them, "I saw Satan fall like lightning from heaven. କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ବିଜୁଳି ପରି ସ୍ୱର୍ଗରୁ ଶୟତାନକୁ ପଡ଼ିବା ମୁଁ ଦେଖୁଥିଲି।
19 Look, I have given you authority to trample on snakes and scorpions, and over all the enemy's power—nothing will harm you. ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି, ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହେଲେ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ।
20 But don't rejoice that the spirits submit to you—rejoice that your names are written in heaven." ତଥାପି ଆତ୍ମାମାନେ ଯେ ତୁମ୍ଭମାନଙ୍କର ବଶୀଭୂତ ଅଟନ୍ତି, ଏଥିରେ ଆନନ୍ଦ କର ନାହିଁ, କିନ୍ତୁ ତୁମ୍ଭମାନଙ୍କ ନାମ ଯେ ସ୍ୱର୍ଗରେ ଲେଖାଅଛି, ଏଥିରେ ଆନନ୍ଦ କର।”
21 At that moment Jesus rejoiced in the Holy Spirit and said, "Father, Sovereign of heaven and earth, I praise you—you hid these things from the wise and clever, and revealed them to little children. Yes, Father, for this pleased you." ସେହି ସମୟରେ ସେ ପବିତ୍ର ଆତ୍ମାଙ୍କଠାରେ ଉଲ୍ଲସିତ ହୋଇ କହିଲେ, “ପିତା ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏଥିନିମନ୍ତେ ତୁମ୍ଭର ପ୍ରଶଂସା କରୁଅଛି; ହଁ, ପିତା, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା।”
22 "All has been given to me by my Father. No one knows who the Son is but the Father, or who the Father is but the Son—and whoever the Son chooses to reveal him to." “ମୋହର ପିତାଙ୍କ ଅଧିକାରର ସମସ୍ତ ବିଷୟ ମୋʼ ଠାରେ ସମର୍ପିତ ହୋଇଅଛି; ଆଉ, ପୁତ୍ର କିଏ, ଏହା ପିତାଙ୍କ ବିନା କେହି ଜାଣେ ନାହିଁ, ପୁଣି, ପିତା କିଏ, ଏହା ପୁତ୍ରଙ୍କ ବିନା କେହି ଜାଣେ ନାହିଁ, ଆଉ ପୁତ୍ର ଯାହା ନିକଟରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ।”
23 Then turning to the disciples, he said privately, "Blessed are the eyes that see what you see! ପୁଣି, ସେ ଶିଷ୍ୟମାନଙ୍କ ପ୍ରତି ବୁଲିପଡ଼ି କେବଳ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯାହା ଯାହା ଦେଖୁଅଛ, ସେହିସବୁ ଯେଉଁ ଚକ୍ଷୁ ଦେଖେ, ତାହା ଧନ୍ୟ।
24 For I tell you, many prophets and kings wanted to see what you see and never saw it, to hear what you hear and never heard it." କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ ସେହିସବୁ ଅନେକ ଭାବବାଦୀ ଓ ରାଜା ଦେଖିବାକୁ ଇଚ୍ଛା କଲେ, କିନ୍ତୁ ଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଯାହା ଶୁଣୁଅଛ ସେହିସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ।”
25 A lawyer stood and tested him: "Teacher, what must I do to inherit eternal life?" ଆଉ ଦେଖ, ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଉଠି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି?
26 He said to him, "What is written in the Law? How do you read it?" ସେଥିରେ ଯୀଶୁ ତାହାଙ୍କୁ କହିଲେ, “ମୋଶାଙ୍କ ବ୍ୟବସ୍ଥାରେ କଅଣ ଲେଖାଅଛି? ତୁମ୍ଭେ କିପରି ପାଠ କରୁଅଛ?”
27 He answered, "Love your Father with all your heart, with all your soul, with all your strength, with all your mind, and your neighbor as yourself." ସେ ଉତ୍ତର ଦେଲେ, ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ଶକ୍ତି ଓ ସମସ୍ତ ମନ ଦେଇ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରେମ କର; ପୁଣି, ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।
28 He said to him, "You have answered correctly. Do this and you will live." ସେଥିରେ ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ ଠିକ୍ ଉତ୍ତର ଦେଲ; ଏହା କର, ତାହାହେଲେ ତୁମ୍ଭେ ଜୀବନ ପାଇବ।”
29 But wanting to justify himself, he asked Jesus, "And who is my neighbor?" କିନ୍ତୁ ସେ ଆପଣାକୁ ଧାର୍ମିକ ବୋଲି ଦେଖାଇବାକୁ ଇଚ୍ଛା କରି ଯୀଶୁଙ୍କୁ ପଚାରିଲେ, ତେବେ ମୋହର ପ୍ରତିବାସୀ କିଏ?
30 Jesus said, "A man went down from Jerusalem to Jericho and fell among robbers, who stripped and beat him, then left him half dead. ଯୀଶୁ ସେହି ପ୍ରସଙ୍ଗ ଧରି କହିଲେ, “ଜଣେ ଲୋକ ଯିରୂଶାଲମ ସହରରୁ ଯିରୀହୋକୁ ଯାଉ ଯାଉ ଡକାଇତମାନଙ୍କ ହାବୁଡ଼ରେ ପଡ଼ିଲା। ସେମାନେ ତାହାର ଲୁଗାପଟା ଛଡ଼ାଇନେଇ ଓ ମାଡ଼ ମାରି ତାହାକୁ ଦରମରା ଅବସ୍ଥାରେ ଛାଡ଼ି ଚାଲିଗଲେ।
31 Now, by chance a priest was going down that road; seeing him, he passed by on the other side. ଘଟଣା ପରେ-ପରେ ଜଣେ ଯାଜକ ସେହି ବାଟ ଦେଇ ଯାଉଥିଲେ, ଆଉ ସେ ତାହାକୁ ଦେଖି ବାଟର ଆରପାଖ ଦେଇ ଗଲେ।
32 So too a Levite came to the place, saw him, and passed by on the other side. ସେହି ପ୍ରକାରେ ଜଣେ ଲେବୀୟ ମଧ୍ୟ ସେ ସ୍ଥାନକୁ ଆସି ତାହାକୁ ଦେଖି ବାଟର ଆରପାଖ ଦେଇ ଚାଲିଗଲେ।
33 But a Samaritan traveling that road found him, and seeing him, was moved with compassion. କିନ୍ତୁ ଜଣେ ଶମିରୋଣୀୟ ପଥିକ ତାହା ନିକଟକୁ ଆସି ତାହାକୁ ଦେଖି ଦୟାରେ ବିଗଳିତ ହେଲେ,
34 He went to him, bandaged his wounds, poured on oil and wine, put him on his own animal, took him to an inn, and cared for him. ଏବଂ ପାଖକୁ ଯାଇ ତାହାର କ୍ଷତ ସବୁରେ ତୈଳ ଓ ଦ୍ରାକ୍ଷାରସ ଢ଼ାଳି ସେହିସବୁ ବାନ୍ଧିଦେଲେ, ଆଉ ତାହାକୁ ନିଜ ଗଧ ଉପରେ ବସାଇ ତାହାକୁ ଗୋଟିଏ ପାନ୍ଥଶାଳାକୁ ନେଇଯାଇ ତାହାର ସେବା କଲେ।
35 The next day he took out two silver coins, gave them to the innkeeper, and said, 'Take care of him. Whatever more you spend, I will repay when I return.' ତହିଁ ଆରଦିନ ସେ ଦୁଇଟି ରୌପ୍ୟ-ମୁଦ୍ରା ବାହାର କରି ପାନ୍ଥଶାଳାର ମାଲିକଙ୍କୁ ଦେଇ କହିଲେ, ‘ଏହାର ସେବା କର, ଆଉ ଯାହା କିଛି ଅଧିକ ଖର୍ଚ୍ଚ କରିବ, ତାହା ମୁଁ ଫେରିଆସିବା ସମୟରେ ତୁମ୍ଭକୁ ପରିଶୋଧ କରିବି।’”
36 Which of these three do you think became a neighbor to the man who fell among the robbers?" “ଏହି ତିନି ଜଣଙ୍କ ମଧ୍ୟରୁ କିଏ ଡକାଇତମାନଙ୍କ ହାବୁଡ଼ରେ ପଡ଼ିଥିବା ଲୋକଟିର ପ୍ରତିବାସୀ ବୋଲି ମନେ କରୁଅଛ?”
37 He said, "The one who showed him mercy." Jesus said to him, "Go and do likewise." ସେ କହିଲେ, ଯେ ତାହା ପ୍ରତି ଦୟା କଲା, ସେ। ଯୀଶୁ ତାହାଙ୍କୁ କହିଲେ, “ଯାଅ, ତୁମ୍ଭେ ମଧ୍ୟ ସେହି ପ୍ରକାର କର।”
38 As they traveled, Jesus entered a village. A woman named Martha welcomed him into her home. ସେମାନେ ଯାତ୍ରା କରୁଥିବା ସମୟରେ ସେ ଗୋଟିଏ ଗ୍ରାମରେ ପ୍ରବେଶ କଲେ ଏବଂ ମାର୍ଥା ନାମରେ ଜଣେ ସ୍ତ୍ରୀଲୋକ ଯୀଶୁଙ୍କୁ ନିଜ ଘରକୁ ଡାକିଲେ।
39 She had a sister called Mary, who sat at the Lord's feet and listened to his teaching. ତାହାଙ୍କର ଜଣେ ଭଉଣୀ ଥିଲେ ତାହାଙ୍କ ନାମ ମରୀୟମ, ସେ ପ୍ରଭୁଙ୍କ ପାଦ ତଳେ ବସି ତାହାଙ୍କ ବାକ୍ୟ ଶୁଣୁଥିଲେ।
40 But Martha was distracted by all the serving. She came to him and said, "Lord, don't you care that my sister left me to serve alone? Tell her to help me." କିନ୍ତୁ ମାର୍ଥା ଖାଦ୍ୟ ପ୍ରସ୍ତୁତ କରିବାରେ ବହୁତ ବ୍ୟସ୍ତ ହେଉଥିଲେ; ଏଣୁ ସେ ତାହାଙ୍କ ନିକଟକୁ ଆସି କହିଲେ, ହେ ପ୍ରଭୁ, ମୋହର ଭଉଣୀ ଯେ ଏକାକୀ ମୋʼ ଉପରେ ପରିଚର୍ଯ୍ୟାର ଭାର ପକାଇ ଦେଇଅଛି ସେ ଆଡ଼କୁ କଅଣ ଆପଣଙ୍କର ମନ ନାହିଁ? ତେବେ ମୋତେ ସାହାଯ୍ୟ କରିବା ନିମନ୍ତେ ତାହାକୁ କୁହନ୍ତୁ।
41 But the Lord answered her, "Martha, Martha, you are anxious and troubled about many things, କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ମାର୍ଥା, ମାର୍ଥା, ତୁମ୍ଭେ ବହୁତ ବିଷୟରେ ଚିନ୍ତିତ ଓ ବ୍ୟତିବ୍ୟସ୍ତ ହେଉଅଛ,
42 but one thing is needed. Mary has chosen the good share; it won't be taken from her." କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ଆବଶ୍ୟକ; ମରୀୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ନିଆଯିବ ନାହିଁ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]