Skip to content
The Believer's Library

Indian Revised Version(IRV) Odia - 2021

Luke 12 IRVOry

Show IRVOry only
Verse × ×
1 Meanwhile, as thousands crowded together, trampling each other, Jesus began speaking first to his disciples: "Guard yourselves against the yeast of the Pharisees—that is, hypocrisy. ଏଥିମଧ୍ୟରେ ଅସଂଖ୍ୟ ଅସଂଖ୍ୟ ଲୋକ ଏକତ୍ର ହୋଇ ପରସ୍ପର ଉପରେ ମାଡ଼ି ପଡ଼ୁଥିଲେ; ସେତେବେଳେ ସେ ପ୍ରଥମେ ଆପଣା ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, “ଫାରୂଶୀମାନଙ୍କ ଖମୀର ସ୍ୱରୂପ କପଟତା ବିଷୟରେ ସାବଧାନ ହୋଇଥାଅ।
2 Nothing is concealed that will not be revealed, and nothing hidden that will not be made known. କିନ୍ତୁ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ।
3 So whatever you said in darkness will be heard in the light, and what you whispered in private rooms will be announced from the rooftops. ଅତଏବ ତୁମ୍ଭେମାନେ ଯାହା ଅନ୍ଧକାରରେ କହିଅଛ, ସେହିସବୁ ଆଲୋକରେ ଶୁଣାଯିବ, ପୁଣି, ଯାହା ଗୁପ୍ତ କୋଠରୀରେ ଗୋପନରେ କହିଅଛ, ତାହା ଘର ଛାତ ଉପରେ ଘୋଷଣା କରାଯିବ।”
4 "I tell you, my friends: don't fear those who kill the body, then can do nothing more. “କିନ୍ତୁ ମୋହର ବନ୍ଧୁ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ଯେଉଁମାନେ ଶରୀରକୁ ବଧ କରନ୍ତି, ମାତ୍ର ତାହା ପରେ ଆଉ କିଛି କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ।
5 I'll show you whom to fear: fear the one who, after killing, has authority to throw you into hell. Yes, I tell you, fear him. କିନ୍ତୁ କାହାକୁ ଭୟ କରିବ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ବଧ କଲା ଉତ୍ତାରେ ନର୍କରେ ପକାଇବା ନିମନ୍ତେ ଯାହାଙ୍କର ଅଧିକାର ଅଛି, ତାହାଙ୍କୁ ଭୟ କର; ହଁ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତାହାଙ୍କୁ ଭୟ କର।
6 Aren't five sparrows sold for two small coins? Yet not one is forgotten before our Father. ପାଞ୍ଚୋଟି ଘରଚଟିଆ କଅଣ ଯୋଡ଼ିଏ ପଇସାରେ ବିକାଯାଆନ୍ତି ନାହିଁ? ତଥାପି ସେମାନଙ୍କ ମଧ୍ୟରୁ ଗୋଟିଏକୁ ମଧ୍ୟ ଈଶ୍ବର ଭୁଲିଯାଆନ୍ତି ନାହିଁ।
7 But even the hairs of your head are all counted. Don't be afraid—you're worth more than many sparrows. କିନ୍ତୁ ତୁମ୍ଭମାନଙ୍କର ମସ୍ତକର ସମସ୍ତ କେଶ ହିଁ ଗଣାଯାଇଅଛି। ଭୟ କର ନାହିଁ; ତୁମ୍ଭେମାନେ ଅନେକ ଘରଚଟିଆ ଠାରୁ ଶ୍ରେଷ୍ଠ।”
8 "And I tell you, whoever acknowledges me before others, the Son of Man will also acknowledge before our Father's angels. “ଆଉ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଲୋକମାନଙ୍କ ଆଗରେ ମୋତେ ସ୍ୱୀକାର କରିବେ, ମନୁଷ୍ୟପୁତ୍ର ମଧ୍ୟ ଈଶ୍ବରଙ୍କ ଦୂତମାନଙ୍କ ସାକ୍ଷାତରେ ତାହାକୁ ସ୍ୱୀକାର କରିବେ;
9 But whoever denies me before others will be denied before our Father's angels. କିନ୍ତୁ ଯେ ଲୋକଙ୍କ ସାକ୍ଷାତରେ ମୋତେ ଅସ୍ୱୀକାର କରିବ, ତାହାକୁ ଈଶ୍ବରଙ୍କ ଦୂତମାନଙ୍କ ସାକ୍ଷାତରେ ଅସ୍ୱୀକାର କରାଯିବ।
10 Anyone who speaks a word against the Son of Man will be forgiven, but whoever blasphemes against the Holy Spirit will not be forgiven. ଆଉ ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ; ମାତ୍ର ଯେ ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହିବ, ତାହାକୁ କ୍ଷମା ଦିଆଯିବ ନାହିଁ।
11 When they bring you before synagogues, rulers, and authorities, don't worry how to defend yourselves or what to say, ଆଉ, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମାଜଗୃହ, ଶାସନକର୍ତ୍ତା ଓ କ୍ଷମତା ପ୍ରାପ୍ତ ବ୍ୟକ୍ତିମାନଙ୍କ ନିକଟକୁ ନେଇଯିବେ, ସେତେବେଳେ ତୁମ୍ଭେମାନେ ଆପଣା ସପକ୍ଷରେ କିପରି ବାକି କଥା ଉତ୍ତର ଦେବ କିମ୍ବା କଅଣ କହିବ, ସେ ବିଷୟରେ ଚିନ୍ତା କର ନାହିଁ;
12 for the Holy Spirit will teach you in that very hour what you must say." କାରଣ କଅଣ କହିବାକୁ ହେବ, ତାହା ପବିତ୍ର ଆତ୍ମା ସେହି ସମୟରେ ତୁମ୍ଭମାନଙ୍କୁ ଶିଖାଇବେ।”
13 Someone in the crowd said to him, "Teacher, tell my brother to divide the inheritance with me." ଲୋକସମୂହ ମଧ୍ୟରୁ ଜଣେ ତାହାଙ୍କୁ କହିଲା, ହେ ଗୁରୁ, ମୋʼର ଭାଇକୁ ମୋʼ ସହିତ ପୈତୃକ ସମ୍ପତ୍ତି ଭାଗ କରିଦେବା ନିମନ୍ତେ କହନ୍ତୁ।
14 But Jesus said to him, "Man, who appointed me a judge or arbitrator over you?" କିନ୍ତୁ ସେ ତାହାଙ୍କୁ କହିଲେ, “ହେ ଭାଇ, କିଏ ମୋତେ ତୁମ୍ଭମାନଙ୍କ ଉପରେ ବିଚାରକର୍ତ୍ତା ଓ ମଧ୍ୟସ୍ଥ କରି ନିଯୁକ୍ତ କଲା?”
15 He said to them, "Watch out! Guard against every kind of greed, because life isn't made up of possessions, however many." ପୁଣି, ସେ ସେମାନଙ୍କୁ କହିଲେ, “ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ଧନସମ୍ପତ୍ତି ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ।”
16 And he told them a parable: "The land of a certain rich man produced a good harvest. ଆଉ ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ, “ଜଣେ ଧନୀ ଲୋକର କ୍ଷେତରେ ବହୁତ ଫସଲ ହେଲା।
17 He thought to himself, 'What should I do? I have no place to store my crops.' ସେଥିରେ ସେ ମନେ ମନେ ଚିନ୍ତା କରି କହିଲେ, କଅଣ କରିବି? କାରଣ ମୋହର ଫସଲ ସଂଗ୍ରହ କରି ରଖିବା ନିମନ୍ତେ ସ୍ଥାନ ନାହିଁ।
18 So he said, 'Here's what I'll do: tear down my barns, build bigger ones, and store all my grain and my goods there.' ପୁଣି, ସେ କହିଲା, ଏହା କରିବି; ମୋହର ଅମାରସବୁ ଭାଙ୍ଗି ବଡ଼ ବଡ଼ କରି ତୋଳିବି ଓ ସେସବୁରେ ମୋହର ଶସ୍ୟ ଓ ଦ୍ରବ୍ୟ ସବୁ ସଂଗ୍ରହ କରି ରଖିବି,
19 And I will say to my soul, "Soul, you have plenty stored up for many years—rest, eat, drink, enjoy life." ଆଉ ମୁଁ ମୋହର ପ୍ରାଣକୁ କହିବି, ରେ ପ୍ରାଣ, ଅନେକ ବର୍ଷ ନିମନ୍ତେ ତୋର ବହୁତ ଖାଦ୍ୟଶସ୍ୟ ସଞ୍ଚିତ ଅଛି, ବିଶ୍ରାମ କର୍, ଭୋଜନ କର୍, ଆମୋଦ କର୍;
20 But our Father said to him, 'Fool! Tonight your soul is demanded back from you. Then what you've prepared, whose will it be?' କିନ୍ତୁ ଈଶ୍ବର ତାହାକୁ କହିଲେ, ରେ ନିର୍ବୋଧ, ଆଜି ରାତିରେ ତୋର ପ୍ରାଣ ତୋʼଠାରୁ ନିଆଯିବ; ସେଥିରେ ତୁ ଯାହା ଯାହା ସଞ୍ଚୟ କରିଅଛୁ, ସେହିସବୁ କାହାର ହେବ?
21 That's what happens to anyone who piles up treasure for himself but isn't rich toward our Father." ଯେ ଆପଣା ନିମନ୍ତେ ଧନ ସଞ୍ଚୟ କରେ, କିନ୍ତୁ ଈଶ୍ବରଙ୍କ ବିଷୟରେ ଧନୀ ନୁହେଁ, ତାହା ପ୍ରତି ଏହିପରି ଘଟେ।”
22 Then Jesus told his disciples, "So I tell you: don't worry about your life—what you'll eat—or about your body—what you'll wear. ସେ ଆପଣା ଶିଷ୍ୟମାନଙ୍କୁ କହିଲେ, “ଏନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, କଅଣ ଖାଇବ, ଏପରି ଭାଳି ତୁମ୍ଭମାନଙ୍କ ଜୀବନ ନିମନ୍ତେ, କିଅବା କଅଣ ପିନ୍ଧିବ, ଏପରି ଭାଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ।
23 For life is more than food, and the body more than clothing. କାରଣ ଭକ୍ଷ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର ଶ୍ରେଷ୍ଠ।
24 Look at the ravens: they don't sow or reap, have no storeroom or barn, yet our Father feeds them. How much more valuable you are than birds! କାଉମାନଙ୍କ ବିଷୟରେ ଭାବି ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ, ପୁଣି, ସେମାନଙ୍କର ଅମାର ନାହିଁ, ଆଉ ଈଶ୍ବର ସେମାନଙ୍କୁ ଆହାର ଦିଅନ୍ତି; ତୁମ୍ଭେମାନେ ପକ୍ଷୀମାନଙ୍କ ଅପେକ୍ଷା କେତେ ଅଧିକ ଶ୍ରେଷ୍ଠ!
25 Which of you by worrying can add a single hour to his life? ପୁଣି, ତୁମ୍ଭମାନଙ୍କ ମଧ୍ୟରେ କିଏ ଚିନ୍ତା କରି କରି ଆପଣା ଆୟୁ ହାତେ ବଢ଼ାଇପାରେ?
26 Since you cannot do such a small thing, why do you worry about the rest? ଅତଏବ, ଯଦି ତୁମ୍ଭେମାନେ କ୍ଷୁଦ୍ର ବିଷୟ ସୁଦ୍ଧା କରିବାକୁ ସକ୍ଷମ ନୁହଁ, ତେବେ ଅନ୍ୟ ସମସ୍ତ ବିଷୟରେ କାହିଁକି ଚିନ୍ତା କରୁଅଛ?
27 Notice how the lilies grow: no toil, no spinning. Yet I tell you, not even Solomon in all his splendor was dressed like one of these. କ୍ଷେତ୍ରର ପୁଷ୍ପଗୁଡ଼ିକ ବିଷୟରେ ଭାବି ଦେଖ, ସେଗୁଡ଼ିକ କିପରି ସୂତା କାଟନ୍ତି ନାହିଁ କି ବୁଣନ୍ତି ନାହିଁ; ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ଶଲୋମନ ସୁଦ୍ଧା ଆପଣାର ସମସ୍ତ ଐଶ୍ୱର୍ଯ୍ୟରେ ଏଗୁଡ଼ିକ ମଧ୍ୟରୁ ଗୋଟିଏ ପରି ବିଭୂଷିତ ନ ଥିଲେ।
28 If this is how our Father clothes the grass of the field—here today, thrown into the oven tomorrow—how much more will he clothe you, you of little faith? କିନ୍ତୁ ଯେଉଁ ଘାସ ଆଜି କ୍ଷେତରେ ଅଛି, ଆଉ କାଲି ଚୁଲିରେ ପକାଯାଏ, ତାହାକୁ ଯେବେ ଈଶ୍ବର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ୱାସୀମାନେ, ସେ ତୁମ୍ଭମାନଙ୍କୁ କେତେ ଅଧିକ ରୂପେ ନ ଦେବେ!
29 Do not seek what you will eat or drink, and do not be anxious. ପୁଣି, କଅଣ ଖାଇବ ଓ କଅଣ ପିଇବ, ତାହା ତୁମ୍ଭେମାନେ ଖୋଜି ବୁଲ ନାହିଁ କିମ୍ବା ଚିନ୍ତିତ ହୁଅ ନାହିଁ,
30 For all the nations of the world seek these things; your Father knows you need them. କାରଣ ଜଗତର ଅଣଯିହୁଦୀମାନେ ଏହିସବୁ ବିଷୟ ଖୋଜି ବୁଲନ୍ତି; କିନ୍ତୁ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ଈଶ୍ବର ଜାଣନ୍ତି।
31 Instead, seek our Father's kingdom, and these things will be given to you as well. ବରଂ ତୁମ୍ଭେମାନେ ତାହାଙ୍କ ରାଜ୍ୟ ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।”
32 "Do not be afraid, little flock, for your Father has been pleased to give you the kingdom. “ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଈଶ୍ବରଙ୍କର ମହା ଆନନ୍ଦ।
33 Sell your possessions and give to the poor. Make yourselves purses that don't wear out—an unfailing treasure in the heavens, where no thief comes near and no moth destroys. ତୁମ୍ଭମାନଙ୍କର ଯାହା ଅଛି; ତାହା ବିକ୍ରୟ କରି ଦାନ କର; ଯାହା କ୍ଷୟ ପାଏ ନାହିଁ, ଏପରି ଝୋଲି ଆପଣା ଆପଣା ନିମନ୍ତେ ପ୍ରସ୍ତୁତ କର; ଯେଉଁଠାରେ ଚୋର ନିକଟକୁ ଆସେ ନାହିଁ କିମ୍ବା କୀଟ ନଷ୍ଟ କରେ ନାହିଁ, ଏପରି ସ୍ୱର୍ଗରେ ଅକ୍ଷୟ ଧନ ସଞ୍ଚୟ କର,
34 For where your treasure is, there your heart will be also. କାରଣ ଯେଉଁଠାରେ ତୁମ୍ଭମାନଙ୍କର ଧନ, ସେହିଠାରେ ମଧ୍ୟ ତୁମ୍ଭମାନଙ୍କର ମନ।”
35 "Be dressed and ready for service, and keep your lamps burning, “ତୁମ୍ଭମାନଙ୍କ କଟି ବନ୍ଧା ଥାଉ ଓ ପ୍ରଦୀପ ଜଳୁଥାଉ;
36 like servants waiting for their master's return from the wedding feast, so when he comes and knocks, they open the door at once. ଆଉ ପ୍ରଭୁ ବିବାହ-ଉତ୍ସବରୁ ଫେରି ଆସି ଦ୍ୱାରରେ ଆଘାତ କରିବା ମାତ୍ରେ ଯେଉଁ ଲୋକମାନେ ତାହାଙ୍କ ନିମନ୍ତେ ସେହିକ୍ଷଣି ଦ୍ୱାର ଫିଟାଇବାକୁ ଅପେକ୍ଷାରେ ଥାଆନ୍ତି, ତୁମ୍ଭେମାନେ ସେମାନଙ୍କ ପରି ହୋଇ ରହିଥାଅ।
37 Blessed are the servants the master finds alert when he comes. Truly I tell you, he will dress himself for service, have them recline at the table, and come serve them. ପ୍ରଭୁ ଆସି ଯେଉଁ ଦାସମାନଙ୍କୁ ଜାଗ୍ରତ ଦେଖିବେ, ସେମାନେ ଧନ୍ୟ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ଆପଣାର କଟି ବନ୍ଧନ କରି ସେମାନଙ୍କୁ ଭୋଜନରେ ବସାଇ ନିକଟକୁ ଯାଇ ସେବା କରିବେ।
38 Whether he comes at midnight or just before dawn, blessed are those servants if he finds them ready. ଆଉ ସେ ଯଦି ରାତ୍ରିର ଦ୍ୱିତୀୟ କି ତୃତୀୟ ପ୍ରହରରେ ସୁଦ୍ଧା ଆସି ସେମାନଙ୍କୁ ସେପରି ଦେଖନ୍ତି, ତାହାହେଲେ ସେହି ଦାସମାନେ ଧନ୍ୟ।
39 Know this: if the homeowner knew what hour the thief was coming, he would not have let his house be broken into. କିନ୍ତୁ ଏହା ଜାଣିଥାଅ, କେଉଁ ସମୟରେ ଚୋର ଆସିବ, ଏହା ଗୃହକର୍ତ୍ତା ଯଦି ଜାଣନ୍ତେ, ତାହାହେଲେ ସେ ଆପଣା ଘରେ ସିନ୍ଧି କାଟିବାକୁ ଦିଅନ୍ତେ ନାହିଁ।
40 You too must be ready—the Son of Man comes at an hour you don't expect." ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ସମୟରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ସମୟରେ ମନୁଷ୍ୟପୁତ୍ର ଆସିବେ।”
41 Peter said, "Lord, are you telling this parable for us, or for everyone?" ସେଥିରେ ପିତର କହିଲେ, ହେ ପ୍ରଭୁ, ଆପଣ କେବଳ ଆମ୍ଭମାନଙ୍କୁ ନା ସମସ୍ତଙ୍କୁ ଏହି ଦୃଷ୍ଟାନ୍ତ କହୁଅଛନ୍ତି?
42 The Lord replied, "Who is the faithful, wise manager the master puts in charge of his household servants, to give them their ration at the right time? ପ୍ରଭୁ କହିଲେ, “ଏଣୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ନିରୂପିତ ଭାଗ ଦେବା ନିମନ୍ତେ ପ୍ରଭୁ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କରିବେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ବେବର୍ତ୍ତା କିଏ?
43 Blessed is that servant whom the master finds doing so when he returns. ପ୍ରଭୁ ଆସି ଆପଣାର ଯେଉଁ ଦାସକୁ ସେପ୍ରକାର କରୁଥିବା ଦେଖିବେ, ସେ ଧନ୍ୟ।
44 Truly I tell you, he will put him in charge of all his possessions. ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ତାହାକୁ ଆପଣାର ସମସ୍ତ ସମ୍ପତ୍ତି ଉପରେ ଦାୟିତ୍ୱ ଦେବେ।
45 But if that servant tells himself, 'My master delays his coming,' and starts beating the servants, men and women, and eats, drinks, and gets drunk. କିନ୍ତୁ ଯଦି ସେହି ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି ଦାସଦାସୀମାନଙ୍କୁ ପ୍ରହାର କରିବାକୁ ଏବଂ ଭୋଜନପାନ କରି ମତ୍ତ ହେବାକୁ ଆରମ୍ଭ କରେ,
46 That servant's master will come on a day he doesn't expect, at an hour he doesn't know, cut him in two, and give him a place among the unfaithful. ତାହାହେଲେ ଯେଉଁ ଦିନ ସେ ଅପେକ୍ଷା କରୁ ନ ଥିବ ଓ ଯେଉଁ ଦଣ୍ଡ ସେ ଜାଣି ନ ଥିବ, ସେହି ଦିନ ଓ ସେହି ଦଣ୍ଡରେ ତାହାର ପ୍ରଭୁ ଆସିବେ, ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି ଅବିଶ୍ୱସ୍ତମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ।
47 The servant who knew his master's will but didn't prepare or act on it will get many blows. ଆଉ ଯେଉଁ ଦାସ ନିଜ ପ୍ରଭୁଙ୍କ ଇଚ୍ଛା ଜାଣି ପ୍ରସ୍ତୁତ ହୋଇ ନ ଥାଏ କିମ୍ବା ତାହାଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ନ ଥାଏ,
48 But the one who didn't know, yet did what deserved punishment, will get few blows. Everyone given much will be asked for much; the one entrusted with much will be asked for even more. ସେ ବହୁତ ପ୍ରହାରରେ ପ୍ରହାରିତ ହେବ; କିନ୍ତୁ ଯେ ନ ଜାଣି ପ୍ରହାରଯୋଗ୍ୟ କର୍ମ କରିଥାଏ, ସେ ଅଳ୍ପ ପ୍ରହାରରେ ପ୍ରହାରିତ ହେବ। ଯାହାକୁ ବହୁତ ଦିଆଯାଇଅଛି, ତାହାଠାରୁ ବହୁତ ଦାବି କରାଯିବ; ପୁଣି, ଲୋକେ ଯାହା ନିକଟରେ ବହୁତ ସମର୍ପଣ କରିଅଛନ୍ତି, ତାହା ନିକଟରୁ ବହୁତ ଦାବି କରିବେ।”
49 "I came to throw fire on the earth—how I wish it were already lit! “ମୁଁ ପୃଥିବୀରେ ଅଗ୍ନି ନିକ୍ଷେପ କରିବାକୁ ଆସୁଅଛି, ଆଉ ତାହା ଯଦି ପ୍ରଜ୍ୱଳିତ ହେଲାଣି, ତାହାହେଲେ ମୋହର ଆଉ କଅଣ ବାଞ୍ଛା?
50 But I have a baptism to undergo, and how distressed I am until it is accomplished! ମାତ୍ର ମୋତେ ଏକ ବାପ୍ତିସ୍ମରେ ବାପ୍ତିଜିତ ହେବାକୁ ହେବ, ଆଉ ତାହା ସମାପ୍ତ ନ ହେବା ପର୍ଯ୍ୟନ୍ତ ମୁଁ କିପରି ଭାରାକ୍ରାନ୍ତ ହେଉଅଛି।
51 Do you think I came to bring peace on the earth? No, I tell you, but division. ମୁଁ ପୃଥିବୀରେ ଶାନ୍ତି ଦେବାକୁ ଆସିଅଛି ବୋଲି କଅଣ ତୁମ୍ଭେମାନେ ମନେ କରୁଅଛ? ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, ବରଂ ଭେଦ କରିବାକୁ ଆସିଅଛି।
52 From now on there will be five in one household divided—three against two and two against three. କାରଣ ଅଦ୍ୟାବଧି ଗୋଟିଏ ଗୃହରେ ପାଞ୍ଚ ଜଣ ଥିଲେ ଦୁଇ ଜଣଙ୍କ ବିରୁଦ୍ଧରେ ତିନି ଜଣ ଓ ତିନି ଜଣଙ୍କ ବିରୁଦ୍ଧରେ ଦୁଇ ଜଣ ବିଭିନ୍ନ ହେବେ।
53 They'll split—father against son and son against father, mother against daughter and daughter against mother, mother-in-law against her daughter-in-law and daughter-in-law against mother-in-law." ପୁତ୍ର ବିରୁଦ୍ଧରେ ପିତା, ପିତା ବିରୁଦ୍ଧରେ ପୁତ୍ର, କନ୍ୟା ବିରୁଦ୍ଧରେ ମାତା, ମାତା ବିରୁଦ୍ଧରେ କନ୍ୟା, ବୋହୂ ବିରୁଦ୍ଧରେ ଶାଶୁ ଓ ଶାଶୁ ବିରୁଦ୍ଧରେ ବୋହୂ ଭିନ୍ନ ହେବେ।”
54 He also told the crowds, "When you see a cloud rising in the west, you immediately say, 'Rain is coming,' and so it does. ପୁଣି, ସେ ଲୋକମାନଙ୍କୁ ମଧ୍ୟ କହିଲେ, “ପଶ୍ଚିମ ଦିଗରେ ମେଘ ଉଠୁଥିବା ଦେଖିଲେ ସେହିକ୍ଷଣି ତୁମ୍ଭେମାନେ କୁହ, ବର୍ଷା ଆସୁଅଛି, ଆଉ ସେହିପରି ଘଟେ;
55 And when the south wind blows, you say, 'It will be hot,' and it is. ପୁଣି, ଦକ୍ଷିଣା ପବନ ବହିବା ଦେଖିଲେ ତୁମ୍ଭେମାନେ କୁହ, ବଡ଼ ଖରା ହେବ, ପୁଣି, ତାହା ଘଟେ।
56 Hypocrites! You know how to read the face of earth and sky. Why don't you know how to read this present time? ରେ କପଟୀମାନେ, ତୁମ୍ଭେମାନେ ପୃଥିବୀ ଓ ଆକାଶର ଲକ୍ଷଣସବୁ ବୁଝି ପାରୁଅଛ, କିନ୍ତୁ ଏହି କାଳର ଲକ୍ଷଣସବୁ କିପରି ବୁଝୁ ନାହଁ?”
57 "And why don't you judge for yourselves what is right? “ଆଉ ନିଜେ ନିଜେ କାହିଁକି ନ୍ୟାୟବିଚାର କରୁ ନାହଁ ଯେ ଉଚିତ୍ କଅଣ?
58 While going with your accuser to the magistrate, work to settle with him on the way, or he may drag you to the judge, and the judge hand you to the officer, and the officer throw you in prison. କାରଣ ତୁମ୍ଭର ବିବାଦୀ ସହିତ ଶାସନକର୍ତ୍ତାଙ୍କ ଛାମୁକୁ ଯାଉଥିବା ସମୟରେ ପଥ ମଧ୍ୟରେ ତାହାଠାରୁ ମୁକ୍ତ ହେବା ପାଇଁ ଚେଷ୍ଟା କର, କାଳେ ସେ ତୁମ୍ଭକୁ ବିଚାରକର୍ତ୍ତାଙ୍କ ନିକଟକୁ ଟାଣି ନେଇଯିବ, ପୁଣି, ବିଚାରକର୍ତ୍ତା ତୁମ୍ଭକୁ ଉଚ୍ଚପଦସ୍ଥ କର୍ମଚାରୀଙ୍କ ହସ୍ତରେ ସମର୍ପଣ କରିବେ, ଆଉ ଉଚ୍ଚପଦସ୍ଥ କର୍ମଚାରୀ ତୁମ୍ଭକୁ କାରାଗାରରେ ପକାଇବ।
59 I tell you, you will not get out until you have paid the very last penny." ମୁଁ ତୁମ୍ଭକୁ କହୁଅଛି, ତୁମ୍ଭେ ଶେଷ କଉଡ଼ିଟି ନ ସୁଝିବା ପର୍ଯ୍ୟନ୍ତ ସେହି ସ୍ଥାନରୁ କୌଣସି ପ୍ରକାରେ ବାହାରି ଆସିପାରିବ ନାହିଁ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]