Skip to content
The Believer's Library

Indian Revised Version(IRV) Odia - 2021

Luke 13 IRVOry

Show IRVOry only
Verse × ×
1 Just then some people told him about Galileans whose blood Pilate mixed with their sacrifices. ସେହି ସମୟରେ କେତେକ ଲୋକ ଆସି, ପୀଲାତ ଯେଉଁ ଗାଲିଲୀୟମାନଙ୍କ ରକ୍ତ ସେମାନଙ୍କର ବଳି ସହିତ ମିଶାଇଥିଲେ, ସେମାନଙ୍କ ବିଷୟରେ ଯୀଶୁଙ୍କୁ ଜଣାଇଲେ।
2 He replied, "Do you think these Galileans were worse sinners than all other Galileans because they suffered these things? ସେଥିରେ ସେ ସେମାନଙ୍କୁ ଉତ୍ତର ଦେଲେ, “ଏହାସବୁ ଭୋଗ କରିବାରୁ ଏହି ଗାଲିଲୀୟମାନେ ଅନ୍ୟ ସମସ୍ତ ଗାଲିଲୀୟମାନଙ୍କ ଅପେକ୍ଷା ଅଧିକ ପାପୀ ବୋଲି କି ତୁମ୍ଭେମାନେ ମନେ କରୁଅଛ?
3 No, I tell you; but unless you repent, you will all perish as well. ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ-ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହି ପ୍ରକାରେ ବିନଷ୍ଟ ହେବ।
4 Or those eighteen killed when the tower in Siloam fell on them—do you think they were more guilty than everyone else in Jerusalem? କିମ୍ବା ଶୀଲୋହରେ ସେହି ଯେଉଁ ଅଠର ଜଣଙ୍କ ଉପରେ ପ୍ରହରୀ-ଗୃହ ପଡ଼ି ସେମାନଙ୍କର ପ୍ରାଣନାଶ କଲା, ସେମାନେ ସମସ୍ତ ଯିରୂଶାଲମବାସୀଙ୍କ ଅପେକ୍ଷା ଅଧିକ ଅପରାଧୀ ବୋଲି କି ତୁମ୍ଭେମାନେ ମନେ କରୁଅଛ?
5 No, I tell you; but unless you repent, you will all perish in the same way." ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ-ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହିପରି ବିନଷ୍ଟ ହେବ।”
6 Then he told this parable: "A man had a fig tree planted in his vineyard. He came looking for fruit on it and found none. ଆଉ, ସେ ଏହି ଦୃଷ୍ଟାନ୍ତ କହିଲେ, “ଜଣକର ଦ୍ରାକ୍ଷାକ୍ଷେତ୍ରରେ ଗୋଟିଏ ଡିମ୍ବିରିବୃକ୍ଷ ଲଗାଯାଇଥିଲା। ସେ ଆସି ସେଥିରେ ଫଳ ଖୋଜିଲେ, କିନ୍ତୁ ପାଇଲେ ନାହିଁ।
7 He told the gardener, 'Look, for three years I've come seeking fruit on this fig tree and found none. Cut it down—why let it drain the ground?' ତେଣୁ ସେ ମାଳୀକୁ କହିଲେ, ଦେଖ, ଏହି ତିନି ବର୍ଷ ହେଲା ମୁଁ ଆସି ଏହି ଡିମ୍ବିରିବୃକ୍ଷରେ ଫଳ ଖୋଜୁଅଛି, କିନ୍ତୁ ପାଉ ନାହିଁ; ଏହାକୁ ହାଣିପକାଅ, ଏଇଟା କାହିଁକି ଭୂମିକୁ ମଧ୍ୟ ନଷ୍ଟ କରୁଅଛି?
8 But he replied, 'Sir, leave it this year too, until I dig around it and add manure. ମାତ୍ର ସେ ତାହାଙ୍କୁ ଉତ୍ତର ଦେଲା, ‘ପ୍ରଭୁ, ଏହାକୁ ଏହି ବର୍ଷଟି ମଧ୍ୟ ଛାଡ଼ିଦିଅନ୍ତୁ, ମୁଁ ଇତିମଧ୍ୟରେ ଏହାର ଚାରିପାଖ ଖୋଳି ଖତ ଦେବି,
9 Then if it bears fruit next year, good; if not, you can cut it down.'" ଆଉ ପରେ ଫଳ ହୁଏତ ଭଲ, ନୋହିଲେ ତାହାକୁ ହାଣିପକାଇବେ।’”
10 Now he was teaching in one of the synagogues on the Sabbath. ଥରେ ସେ ବିଶ୍ରାମବାର ଦିନରେ ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିଲେ।
11 Just then, a woman weakened by a spirit for eighteen years was bent over, unable to straighten up at all. ଆଉ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଦୁର୍ବଳକାରୀ ଆତ୍ମା ଦ୍ୱାରା ଆବିଷ୍ଟ ଜଣେ ସ୍ତ୍ରୀଲୋକ ସେଠାରେ ଥିଲା, ସେ କୁବ୍‌ଜା ହୋଇ କୌଣସି ପ୍ରକାରେ ଆପଣାକୁ ସିଧା କରିପାରୁ ନ ଥିଲା।
12 Seeing her, Jesus called her over and said, "Woman, you are freed from your disability." ଯୀଶୁ ତାହାକୁ ଦେଖି ପାଖକୁ ଡାକି କହିଲେ, “ହେ ନାରୀ, ତୁମ୍ଭର ଦୁର୍ବଳତାରୁ ମୁକ୍ତ ହେଲ।”
13 He laid hands on her, and immediately she straightened up and glorified our Father. ଆଉ, ସେ ତାହା ଉପରେ ହାତ ରଖିଲେ, ସେଥିରେ ସେ ସେହିକ୍ଷଣି ସଳଖ ହୋଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲା।
14 But the synagogue leader, angry that Jesus had healed on the Sabbath, told the crowd, "There are six days for work. Come be healed on those days, not on the Sabbath." କିନ୍ତୁ ଯୀଶୁ ବିଶ୍ରାମବାର ଦିନରେ ସୁସ୍ଥ କରିବାରୁ ସମାଜଗୃହର ଅଧ୍ୟକ୍ଷ ବିରକ୍ତ ହୋଇ ଲୋକସମୂହକୁ ଉତ୍ତର ଦେଲେ, କର୍ମ କରିବା ନିମନ୍ତେ ଛଅ ଦିନ ଅଛି, ଏଣୁ ସେହିସବୁ ଦିନରେ ଆସି ସୁସ୍ଥ ହୁଅ, ବିଶ୍ରାମବାର ଦିନରେ ଆସ ନାହିଁ।
15 The Lord answered him, "Hypocrites! Doesn't each of you untie your ox or donkey from its stall on the Sabbath and lead it out to water it? କିନ୍ତୁ ପ୍ରଭୁ ତାହାଙ୍କୁ ଉତ୍ତର ଦେଲେ, “ରେ କପଟୀମାନେ, ତୁମ୍ଭେମାନେ ପ୍ରତ୍ୟେକେ କଅଣ ବିଶ୍ରାମବାର ଦିନରେ ଆପଣା ଆପଣା ବଳଦ କିମ୍ବା ଗଧ ଗୁହାଳରୁ ଫିଟାଇ ନେଇ ପାଣି ପିଆଅ ନାହିଁ?
16 Shouldn't this daughter of Abraham, bound by Satan for eighteen years, be freed from that bond on the Sabbath?" ତେବେ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଶୟତାନ ଦ୍ୱାରା ବନ୍ଧା ହୋଇଥିବା ଅବ୍ରହାମଙ୍କ କନ୍ୟା ଏହି ସ୍ତ୍ରୀଲୋକଟି କଅଣ ବିଶ୍ରାମବାର ଦିନରେ ଆପଣା ବନ୍ଧନରୁ ମୁକ୍ତ ହେବା ଆବଶ୍ୟକ ନ ଥିଲା?”
17 As he said these things, all his opponents were humiliated, and all the crowd celebrated all the glorious things he was doing. ଆଉ, ସେ ଏହି କଥାସବୁ କହନ୍ତେ, ତାହାଙ୍କ ବିପକ୍ଷ ସମସ୍ତେ ଲଜ୍ଜିତ ହେବାକୁ ଲାଗିଲେ, ମାତ୍ର ଲୋକମାନେ ଯୀଶୁ କରିଥିବା ସମସ୍ତ ମହତ କାର୍ଯ୍ୟ ସକାଶେ ଆନନ୍ଦ କରିବାକୁ ଲାଗିଲେ।
18 He said therefore, "What is the kingdom of our Father like? What should I compare it to? ସେଥିରେ ସେ କହିଲେ, “ଈଶ୍ବରଙ୍କ ରାଜ୍ୟ କାହା ପରି? ପୁଣି, କାହା ସହିତ ମୁଁ ତାହାର ତୁଳନା କରିବି?
19 It's like a mustard seed a man took and planted in his garden, growing into a tree where the sky's birds nested in its branches." ତାହା ଏପ୍ରକାର ଗୋଟିଏ ସୋରିଷ ଦାନା ପରି, ଯାହା ନେଇ ଜଣେ ଲୋକ ଆପଣା ବଗିଚାରେ ବୁଣିଲା, ଆଉ ତାହା ବଢ଼ି ଗଛ ହେଲା, ପୁଣି, ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କଲେ।”
20 And again he said, "What should I compare the kingdom of our Father to? ସେ ଆହୁରି କହିଲେ, “ମୁଁ କାହା ସହିତ ଈଶ୍ବରଙ୍କ ରାଜ୍ୟର ତୁଳନା କରିବି?
21 It is like yeast a woman took and hid in three measures of flour until it all yeasted." ତାହା ଖମୀର ପରି, ଜଣେ ସ୍ତ୍ରୀ ତାହା ଘେନି ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା, ଆଉ ଶେଷରେ ସମସ୍ତ ଖମୀରମୟ ହେଲା।”
22 He went on his way through towns and villages, teaching and journeying toward Jerusalem. ଏହାପରେ ସେ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେଉ ଦେଉ ଯିରୂଶାଲମ ଆଡ଼କୁ ଯାତ୍ରା କରୁଥିଲେ।
23 Someone asked him, "Lord, are the saved few?" He said to them, ଆଉ, ଜଣେ ତାହାଙ୍କୁ କହିଲେ, ପ୍ରଭୁ, ପରିତ୍ରାଣ ପାଇବା ଲୋକମାନଙ୍କ ସଂଖ୍ୟା କଅଣ ଅଳ୍ପ? ସେଥିରେ ସେ ସେମାନଙ୍କୁ କହିଲେ,
24 "Struggle to enter through the narrow door—many, I tell you, will try to enter and fail. “ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କରିବାକୁ ପ୍ରାଣପଣ କର, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକ ପ୍ରବେଶ କରିବା ନିମନ୍ତେ ଚେଷ୍ଟା କରିବେ, କିନ୍ତୁ ପାରିବେ ନାହିଁ।
25 Once the homeowner rises and shuts the door, you'll stand outside knocking, saying, 'Lord, open for us.' He'll answer, 'I don't know where you're from.' ଘରର ମୁଖ୍ୟ ଲୋକ ଉଠି ଦ୍ୱାର ବନ୍ଦ କଲା ପରେ ଯେତେବେଳେ ତୁମ୍ଭେମାନେ ବାହାରେ ଠିଆ ହୋଇ ରହିବ ଓ ‘ହେ ପ୍ରଭୁ, ଆମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାନ୍ତୁ,’ ଏହା କହି ଦ୍ୱାରରେ ମାରିବାକୁ ଲାଗିବ, ସେତେବେଳେ ସେ ତୁମ୍ଭମାନଙ୍କୁ ଉତ୍ତର ଦେବେ, ‘ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ।’
26 Then you'll begin to say, 'We ate and drank before you; you taught in our streets.' ସେହି ସମୟରେ ତୁମ୍ଭେମାନେ କହିବାକୁ ଲାଗିବ, ଆମ୍ଭେମାନେ ଆପଣଙ୍କ ସାକ୍ଷାତରେ ଭୋଜନପାନ କଲୁ, ପୁଣି, ଆପଣ ଆମ୍ଭମାନଙ୍କ ଦାଣ୍ଡମାନଙ୍କରେ ଶିକ୍ଷା ଦେଲେ;
27 But he'll say, 'I tell you, I don't know where you're from. Get away from me, all you who do evil!' ଆଉ, ସେ ତୁମ୍ଭମାନଙ୍କୁ କହିବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ; ହେ ଅଧର୍ମାଚାରୀ ସମସ୍ତେ ମୋʼ ପାଖରୁ ଦୂର ହୁଅ।
28 There will be weeping and teeth grinding, when you see Abraham and Isaac and Jacob and all the prophets in the kingdom of our Father, while you yourselves are thrown out. ଯେତେବେଳେ ତୁମ୍ଭେମାନେ ଅବ୍ରହାମ, ଇସ୍‌ହାକ, ଯାକୁବ ପୁଣି, ସମସ୍ତ ଭାବବାଦୀଙ୍କୁ ଈଶ୍ବରଙ୍କ ରାଜ୍ୟରେ ଥିବା ଓ ଆପଣା ଆପଣାକୁ ବାହାରେ ପକାଉଥିବା ଦେଖିବ, ସେତେବେଳେ ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ।
29 People will come from east and west, from north and south, and sit down to eat in our Father's kingdom. ପୁଣି, ପୂର୍ବ ଓ ପଶ୍ଚିମ, ଉତ୍ତର ଓ ଦକ୍ଷିଣରୁ ଲୋକେ ଆସି ଈଶ୍ବରଙ୍କ ରାଜ୍ୟରେ ଭୋଜନରେ ବସିବେ।
30 And indeed, some are last who will be first, and some are first who will be last." ଆଉ ଦେଖ, ଶେଷରେ ଥିବା କେତେକ ପ୍ରଥମ ହେବେ ଓ ପ୍ରଥମରେ ଥିବା କେତେକ ଶେଷରେ ପଡ଼ିବେ।”
31 At that same hour some Pharisees came, telling him, "Get out, leave here—Herod wants to kill you." ସେହି ଦଣ୍ଡରେ କେତେକ ଫାରୂଶୀ ତାହାଙ୍କ ପାଖକୁ ଆସି କହିଲେ, ଏ ସ୍ଥାନ ଛାଡ଼ି ବାହାରି ଯାଉନ୍ତୁ, କାରଣ ହେରୋଦ ଆପଣଙ୍କୁ ମାରିବା ପାଇଁ ଇଚ୍ଛା କରୁଅଛନ୍ତି।
32 And he said to them, "Go tell that fox: Look, I drive out demons and complete healings today and tomorrow, and on the third day I am finished. ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯାଇ ସେହି କୋକିଶିଆଳିକି କୁହ, ‘ଦେଖ, ମୁଁ ଆଜି ଓ କାଲି ଭୂତ ଛଡ଼ାଉଅଛି ଓ ସୁସ୍ଥ କରୁଅଛି, ପୁଣି, ତୃତୀୟ ଦିନରେ ମୁଁ ସିଦ୍ଧ ହେବି।’
33 Still, I must travel today, tomorrow, and the next day, since no prophet can die outside Jerusalem. ଯାହା ହେଉ, ଆଜି, କାଲି ଓ ପଅର ଦିନ ମୋତେ ଯାତ୍ରା କରିବାକୁ ହେବ, କାରଣ ଯିରୂଶାଲମ ସହରର ବାହାରେ ଭାବବାଦୀର ନିହତ ହେବା ଉଚିତ୍ ନୁହେଁ।”
34 Jerusalem, Jerusalem, killing the prophets, stoning those sent to her! How often I longed to gather your children as a hen gathers her brood under her wings—but you refused! “ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେହିପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।
35 Look, your house is left to you. I tell you: you won't see me until you say, 'Blessed is the one who comes in the name of our Father!'" ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ି ଦିଆଯାଉଅଛି; ଆଉ, ମୁଁ ତୁମ୍ଭମାନଙ୍କୁ କହୁଅଛି, ‘ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ,’ ତୁମ୍ଭେମାନେ ଯେଉଁ ଦିନ ଏହି କଥା କହିବ, ସେହି ଦିନ ନ ଆସିବା ପର୍ଯ୍ୟନ୍ତ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]