Skip to content
The Believer's Library

Indian Revised Version(IRV) Odia - 2021

Luke 16 IRVOry

Show IRVOry only
Verse × ×
1 He also told his disciples, "A rich man had a manager who was accused of squandering his possessions. ଯୀଶୁ ଶିଷ୍ୟମାନଙ୍କୁ ମଧ୍ୟ କହିଲେ, “ଜଣେ ଧନୀ ଲୋକ ଥିଲେ; ତାହାଙ୍କର ଜଣେ ବେବର୍ତ୍ତା ଥିଲେ, ଆଉ ସେ ତାହାଙ୍କର ସମ୍ପତ୍ତି ଅଯଥା ଖର୍ଚ୍ଚ କରିଦେଉଅଛି ବୋଲି ତାହା ବିଷୟରେ ଶୁଣି ସେ ତାହାକୁ ଡାକି କହିଲେ,
2 He called him and said, 'What is this I hear about you? Give an account of your management, for you can no longer manage.' ମୁଁ ତୁମ୍ଭ ବିଷୟରେ ଏ କି କଥା ଶୁଣୁଅଛି? ତୁମ୍ଭ ବେବର୍ତ୍ତା କାର୍ଯ୍ୟର ହିସାବ ଦିଅ, କାରଣ ତୁମ୍ଭେ ଆଉ ବେବର୍ତ୍ତା ହୋଇ ରହି ପାରିବ ନାହିଁ।
3 "The manager said to himself, 'What should I do? My master is taking my position from me. I'm not strong enough to dig, and I'm ashamed to beg.' ସେଥିରେ ସେହି ବେବର୍ତ୍ତା ମନେ ମନେ କହିଲା, କଅଣ କରିବି? ମୋହର ପ୍ରଭୁ ତ ମୋʼଠାରୁ ବେବର୍ତ୍ତାପଦ ଛଡ଼ାଇ ନେଉଅଛନ୍ତି। ମାଟି ହାଣିବାକୁ ମୋହର ବଳ ନାହିଁ, ଭିକ ମାଗିବାକୁ ମୋତେ ଲାଜ ଲାଗୁଅଛି।
4 I know what to do, so that when I lose this job, people will welcome me into their homes.' ମୁଁ ବେବର୍ତ୍ତାପଦରୁ ବାହାରିବା ପରେ ଲୋକ ଯେପରି ମୋତେ ଆପଣା ଆପଣା ଗୃହରେ ଗ୍ରହଣ କରିବେ, ଏଥିପାଇଁ କଅଣ କରିବି, ତାହା ବୁଝିଲିଣି।
5 He called in his master's debtors, one after another, and asked the first, 'How much do you owe my master?' ପୁଣି, ସେ ଆପଣା ପ୍ରଭୁଙ୍କର ପ୍ରତ୍ୟେକ ଖାତକକୁ ପାଖକୁ ଡାକି ପ୍ରଥମ ଜଣକୁ କହିଲା, ତୁମ୍ଭେ ମୋ ପ୍ରଭୁଙ୍କର କେତେ ଧାର ନେଇଅଛ? ସେ କହିଲା, ଶହେ ମହଣ ତୈଳ।
6 He said, 'one hundred measures of olive oil.' He told him, 'Take your bill, sit quickly, and write fifty.' ସେ ତାହାକୁ କହିଲା, ତୁମ୍ଭର ରସିଦ ନେଇ ଶୀଘ୍ର ବସି ପଚାଶ ବୋଲି ଲେଖ।
7 Then he asked another, 'And you, how much do you owe?' 'one hundred measures of wheat,' he said. 'Take your bill,' he told him, 'and write eighty.' ତାହା ପରେ ସେ ଆଉ ଜଣକୁ କହିଲା, ‘ତୁମ୍ଭେ କେତେ ଧାର ନେଇଅଛ?’ ସେ କହିଲା, ‘ଶହେ ଭରଣ ଗହମ।’ ସେ ତାହାକୁ କହିଲା, ‘ତୁମ୍ଭର ରସିଦ ନେଇ ଅଶୀ ବୋଲି ଲେଖ।’
8 "The master praised the dishonest manager for acting shrewdly, for this age's children are shrewder with their own generation than the children of light. ସେହି ଅବିଶ୍ୱସ୍ତ ବେବର୍ତ୍ତା ବୁଦ୍ଧି ସହିତ କାର୍ଯ୍ୟ କରିଥିବାରୁ ପ୍ରଭୁ ତାହାର ପ୍ରଶଂସା କଲେ; ଯେଣୁ ଏହି ଯୁଗର ସନ୍ତାନମାନେ ସେମାନଙ୍କ ନିଜ ଜାତି ପକ୍ଷରେ ଆଲୋକର ସନ୍ତାନମାନଙ୍କ ଅପେକ୍ଷା ଅଧିକ ବୁଦ୍ଧିମାନ।
9 I tell you, make friends for yourselves with worldly wealth, so that when it fails, they welcome you into eternal dwellings. ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ଅଧର୍ମ ଧନରେ ଆପଣା ଆପଣା ନିମନ୍ତେ ବନ୍ଧୁ ଲାଭ କର, ଯେପରି ତାହା ଶେଷ ହେଲେ ସେମାନେ ତୁମ୍ଭମାନଙ୍କୁ ନିତ୍ୟସ୍ଥାୟୀ ବାସସ୍ଥାନରେ ଗ୍ରହଣ କରିବେ।
10 Whoever is faithful in the least is also faithful in much; whoever is dishonest in the least is also dishonest in much. ଯେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ, ସେ ବହୁତ ବିଷୟରେ ମଧ୍ୟ ବିଶ୍ୱସ୍ତ ଅଟେ, ପୁଣି, ଯେ ଅତି ଅଳ୍ପ ବିଷୟରେ ଅବିଶ୍ୱସ୍ତ ସେ ବହୁତ ବିଷୟରେ ମଧ୍ୟ ଅବିଶ୍ୱସ୍ତ।
11 If then you weren't faithful with worldly wealth, who will trust you with the true riches? ଅତଏବ, ଯଦି ତୁମ୍ଭେମାନେ ଅଧର୍ମ ଧନରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ବିଶ୍ୱାସ କରି ସତ୍ୟ ଧନ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବ?
12 And if you haven't been faithful with another's things, who will give you what's your own? ଆଉ, ଯଦି ତୁମ୍ଭେମାନେ ପରର ବିଷୟରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ନିଜ ବିଷୟ ଦେବ?
13 No household servant can serve two masters. He will hate one and love the other, or hold to one and despise the other. You cannot serve both our Father and wealth." କୌଣସି ଦାସ ଦୁଇ ପ୍ରଭୁଙ୍କର ସେବା କରିପାରିବ ନାହିଁ; କାରଣ ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣକ ପ୍ରତି ଆସକ୍ତ ହେବ ଓ ଅନ୍ୟ ଜଣକୁ ତୁଚ୍ଛ କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାରିବ ନାହିଁ।”
14 The Pharisees, who loved money, heard all this and were ridiculing him. ଏହିସବୁ କଥା ଶୁଣି ଧନଲୋଭୀ ଫାରୂଶୀମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।
15 He told them, "You justify yourselves before others, but our Father knows your hearts. What is prized among people is detestable to our Father." ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଯେଉଁମାନେ ନିଜ ନିଜକୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ଧାର୍ମିକ ବୋଲି ଦେଖାନ୍ତି, ତୁମ୍ଭେମାନେ ସେହି ପ୍ରକାର ଲୋକ, କିନ୍ତୁ ଈଶ୍ବର ତୁମ୍ଭମାନଙ୍କର ହୃଦୟ ଜାଣନ୍ତି; କାରଣ ଯାହା ମନୁଷ୍ୟମାନଙ୍କ ମଧ୍ୟରେ ଉଚ୍ଚୀକୃତ, ତାହା ଈଶ୍ବରଙ୍କ ଦୃଷ୍ଟିରେ ଘୃଣିତ।
16 "The Law and Prophets lasted until John; since then, the good news of the kingdom of our Father is proclaimed, and everyone forces their way into it. ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯୋହନଙ୍କ ପର୍ଯ୍ୟନ୍ତ ପ୍ରଚଳିତ ଥିଲା; ସେହି ସମୟଠାରୁ ଈଶ୍ବରଙ୍କ ରାଜ୍ୟର ସୁସମାଚାର ପ୍ରଚାର ହେଉଅଛି, ଆଉ ପ୍ରତ୍ୟେକ ଲୋକ ପରାକ୍ରମ ପୂର୍ବକ ସେଥିରେ ପ୍ରବେଶ କରୁଅଛନ୍ତି।
17 But it's easier for heaven and earth to pass away than for one stroke of the Law to fail." କିନ୍ତୁ ଇଶ୍ବରଙ୍କ ବ୍ୟବସ୍ଥାର ଏକ ବିନ୍ଦୁ ଲୋପ ପାଇବା ଅପେକ୍ଷା ବରଂ ଆକାଶ ଓ ପୃଥିବୀ ଲୋପ ପାଇବା ସହଜ।
18 "Whoever divorces his wife and marries another commits adultery; marrying a woman divorced from her husband is adultery too." ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ; ପୁଣି, ଯେ ସ୍ୱାମୀ ଦ୍ୱାରା ପରିତ୍ୟାଗ କରାଯାଇଥିବା ସ୍ତ୍ରୀକୁ ବିବାହ କରେ, ସେ ବ୍ୟଭିଚାର କରେ।”
19 "There was a rich man dressed in purple and fine linen, feasting lavishly every day. “ଜଣେ ଧନୀ ଲୋକ ଥିଲା, ସେ କୃଷ୍ଣଲୋହିତ ବର୍ଣ୍ଣର ବହୁମୂଲ୍ୟ ବସ୍ତ୍ର ପିନ୍ଧି ମହା ଆଡ଼ମ୍ବରରେ ପ୍ରତିଦିନ ଆମୋଦ ପ୍ରମୋଦ କରୁଥିଲା;
20 And a poor man named Lazarus was laid at his gate, covered with sores, କିନ୍ତୁ ତାହାର ଫାଟକ ପାଖରେ ଲାଜାର ବୋଲି ଜଣେ ଭିକାରୀ ପଡ଼ି ରହିଥିଲା,
21 wanting to eat the crumbs falling from the rich man's table; even dogs came and licked his sores. ତାର ଦେହରେ ଘାଆ ଭର୍ତ୍ତି ହୋଇଥିଲା; ସେ ସେହି ଧନୀ ଲୋକର ମେଜରୁ ପଡ଼ିବା ଅଇଁଣ୍ଠାରୁ କିଛି ଖାଇ ପେଟ ପୁରାଇବାକୁ ଆଶା କରୁଥିଲା; ଆଉ କୁକୁରଗୁଡ଼ାକ ସୁଦ୍ଧା ଆସି ତାହାର ଘାଆ ସବୁ ଚାଟୁଥିଲେ।
22 The poor man died; angels carried him to Abraham's side. The rich man also died and was buried, କାଳକ୍ରମେ ସେହି ଭିକାରୀଟି ମରିଗଲା ଓ ଦୂତମାନଙ୍କ ଦ୍ୱାରା ଅବ୍ରହାମଙ୍କ କୋଳକୁ ନିଆଗଲା; ପରେ ସେହି ଧନୀ ଲୋକ ମଧ୍ୟ ମରିଗଲା ଓ ସମାଧି ପାଇଲା।
23 and in the grave, in torment, he looked up and saw Abraham far off and Lazarus at his side. ଆଉ, ସେ ନର୍କ-ଯନ୍ତ୍ରଣାରେ କଲବଲ ହୋଇ ଉପରକୁ ଚାହିଁ ଦୂରରେ ଅବ୍ରହାମ ଓ ତାହାଙ୍କ କୋଳରେ ଲାଜାରକୁ ଦେଖିଲା।
24 He cried out, 'Father Abraham, have mercy on me. Send Lazarus to dip his fingertip in water and cool my tongue, for I'm in agony in this flame.' ସେଥିରେ ସେ ଡାକି କହିଲେ, ‘ହେ ପିତା ଅବ୍ରହାମ, ମୋତେ ଦୟା କରି ଲାଜାରକୁ ପଠାଇ ଦିଅନ୍ତୁ, ଯେପରି ସେ ପାଣିରେ ନିଜ ଅଙ୍ଗୁଳିର ଟିପ ବୁଡ଼ାଇ ମୋହର ଜିଭକୁ ଥଣ୍ଡା କରେ, କାରଣ ମୁଁ ଏହି ନିଆଁରେ କଲବଲ ହେଉଅଛି।’
25 "But Abraham said, 'Child, remember: you received good things in your life, and Lazarus likewise bad things. Now he is comforted here, and you are in anguish. କିନ୍ତୁ ଅବ୍ରହାମ କହିଲେ, ‘ପୁଅରେ, ତୁ ଯେ ଜୀବିତ ଥିବା ସମୟରେ ତୋର ଭଲ ବିଷୟସବୁ ପାଇଲୁ, ଆଉ ଲାଜାର ସେହିପରି ମନ୍ଦ ବିଷୟସବୁ ପାଇଲା, ଏହା ମନେ କର; କିନ୍ତୁ ଏବେ ସେ ଏହି ସ୍ଥାନରେ ସାନ୍ତ୍ୱନା ପାଉଅଛି, ଆଉ ତୁ କଲବଲ ହେଉଅଛୁ।
26 Besides all this, a great chasm separates us from you, so those who want to cross from here to you can't, nor can anyone cross from there to us.' ତାହା ଛଡ଼ା ତୁମ ଓ ଆମ ମଧ୍ୟରେ ବହୁତ ବଡ଼ ବ୍ୟବଧାନ ଅଛି, ଯେପରି ଯେଉଁମାନେ ଏ ସ୍ଥାନରୁ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ଇଚ୍ଛା କରନ୍ତି, ସେମାନେ ଯାଇ ପାରିବେ ନାହିଁ, କିମ୍ବା ସେ ସ୍ଥାନରୁ କେହି ଆମ୍ଭମାନଙ୍କ ନିକଟକୁ ପାର ହୋଇ ଆସି ପାରିବେ ନାହିଁ।’
27 "And he said, 'Then I beg you, father, to send him to my father's house, ସେଥିରେ ସେ କହିଲେ, ‘ହେ ପିତା, ତାହାହେଲେ ମୁଁ ଆପଣଙ୍କୁ ଅନୁରୋଧ କରୁଅଛି, ତାହାକୁ ମୋହର ବାପାଙ୍କ ଘରକୁ ପଠାଉନ୍ତୁ,
28 for I have five brothers—let him warn them, so they won't also come to this place of torment.' କାରଣ ମୋହର ପାଞ୍ଚ ଭାଇ ଅଛନ୍ତି; ସେମାନେ ମଧ୍ୟ ଯେପରି ଏହି ଯନ୍ତ୍ରଣାମୟ ସ୍ଥାନକୁ ନ ଆସିବେ, ସେଥିପାଇଁ ସେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବେ।’
29 "But Abraham said, 'They have Moses and the Prophets; let them hear them.' କିନ୍ତୁ ଅବ୍ରହାମ କହିଲେ, ‘ସେମାନଙ୍କ ନିକଟରେ ମୋଶା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଅଛି, ସେମାନେ ସେମାନଙ୍କର କଥା ଶୁଣନ୍ତୁ।’
30 He said, 'No, father Abraham, but if someone from the dead goes to them, they'll repent.' ସେଥିରେ ସେ କହିଲେ, ‘ହେ ପିତା ଅବ୍ରହାମ, ତାହା ଯଥେଷ୍ଟ ନୁହେଁ, ମାତ୍ର ଯଦି ମୃତମାନଙ୍କ ପାଖରୁ ଜଣେ ସେମାନଙ୍କ ନିକଟକୁ ଯିବ, ତାହାହେଲେ ସେମାନେ ମନ-ପରିବର୍ତ୍ତନ କରିବେ।’
31 He told him, 'If they won't listen to Moses and the Prophets, they won't be convinced even if someone rises from the dead.'" କିନ୍ତୁ ସେ ତାହାକୁ କହିଲେ, ‘ଯଦି ସେମାନେ ମୋଶା ଓ ଭାବବାଦୀମାନଙ୍କର କଥା ନ ଶୁଣନ୍ତି, ତାହାହେଲେ ମୃତମାନଙ୍କ ମଧ୍ୟରୁ ଜଣେ ପୁନରୁତ୍ଥିତ ହେଲେ ସୁଦ୍ଧା ସେମାନେ ପରାମର୍ଶ ଗ୍ରହଣ କରିବେ ନାହିଁ।’”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]