Skip to content
The Believer's Library

Indian Revised Version(IRV) Odia - 2021

Luke 17 IRVOry

Show IRVOry only
Verse × ×
1 He told his disciples, "Offenses are sure to come, but woe to the one they come through! ସେ ଆପଣା ଶିଷ୍ୟମାନଙ୍କୁ କହିଲେ, “ବିଘ୍ନ ଯେ ନ ଘଟିବ, ଏହା ଅସମ୍ଭବ, କିନ୍ତୁ ଯାହା ଦ୍ୱାରା ତାହା ଘଟିବ, ହାୟ, ସେ ଦଣ୍ଡର ପାତ୍ର;
2 Better for him to have a millstone hung around his neck and be thrown into the sea than to cause one of these little ones to stumble. ଏହି ସାନ ପିଲାମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହେବା ଅପେକ୍ଷା ବରଂ ତାହା ବେକରେ ଗୋଟିଏ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ପକାଇ ଦିଆଯାଇଥିଲେ ତାହା ପାଇଁ ଭଲ ହୋଇଥାଆନ୍ତା।
3 "Watch yourselves. If your brother sins, rebuke him, and if he repents, forgive him. ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ। ଯଦି ତୁମ୍ଭ ଭାଇ ପାପ କରେ, ତେବେ ତାହାକୁ ଅନୁଯୋଗ କର; ଆଉ ସେ ଯଦି ମନ-ପରିବର୍ତ୍ତନ କରେ, ତେବେ ତାହାକୁ କ୍ଷମା ଦିଅ।
4 If he sins against you seven times a day, and seven times returns saying, 'I repent,' forgive him." ପୁଣି, ଯଦି ସେ ଦିନ ଭିତରେ ସାତ ଥର ତୁମ୍ଭ ବିରୁଦ୍ଧରେ ପାପ କରେ ଓ ସାତ ଥର ତୁମ୍ଭ ନିକଟକୁ ଫେରିଆସି ମୁଁ ମନ-ପରିବର୍ତ୍ତନ କରୁଅଛି ବୋଲି କହେ, ତେବେ ତାହାକୁ କ୍ଷମା କର।”
5 The apostles said to the Lord, "Increase our faith!" ସେଥିରେ ପ୍ରେରିତମାନେ ପ୍ରଭୁଙ୍କୁ କହିଲେ, ଆମ୍ଭମାନଙ୍କର ବିଶ୍ୱାସ ବଢ଼ାଇ ଦିଅନ୍ତୁ।
6 The Lord said, "If you had faith like a mustard seed, you could tell this mulberry tree, 'Be uprooted and planted in the sea,' and it would obey you. ପ୍ରଭୁ କହିଲେ, “ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ତୁତକୋଳି ଗଛକୁ ତୁ ସମୂଳେ ଉପୁଡ଼ାଯାଇ ସମୁଦ୍ରରେ ରୋପିତ ହୁଅ ବୋଲି କହିଲେ, ତାହା ତୁମ୍ଭମାନଙ୍କର ଆଜ୍ଞା ମାନିବ।”
7 Which of you with a servant plowing or tending sheep tells him, coming in from the field, 'Come at once, recline at the table'? “କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଏପରି ଲୋକ କିଏ ଅଛି, ଯାହାର ଦାସ ହଳ ବୁଲାଇ କିମ୍ବା ପଶୁ ଚରାଇ କ୍ଷେତରୁ ଆସିଲେ ସେ ତାହାକୁ କହିବ, ଏହିକ୍ଷଣି ଆସି ଖାଇ ବସ?
8 Won't he instead say, 'Get my supper ready, dress to serve me while I eat and drink, then you may eat and drink'? ସେ କଅଣ ବରଂ ତାହାକୁ କହିବ ନାହିଁ, ମୋହର ଖାଇବାର ଠିକ୍ କର, ପୁଣି, ମୁଁ ଖିଆପିଆ ଶେଷ ନ କରିବା ପର୍ଯ୍ୟନ୍ତ ଅଣ୍ଟା ବାନ୍ଧି ମୋହର ସେବା କର, ତାହା ପରେ ତୁ ଖିଆପିଆ କରିବୁ?
9 "Does he thank the servant because he did what he was commanded? ଦାସ ଆଦେଶ ଅନୁସାରେ କାମ କରିବାରୁ ସେ କଅଣ ତାହାକୁ ଧନ୍ୟବାଦ ଦିଏ?
10 So you too, having done all you were commanded, say: 'We are unworthy servants; we've only done our duty.'" ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆଦେଶ ଅନୁସାରେ ସବୁ କାମ କଲା ପରେ କୁହ, ‘ଆମ୍ଭେମାନେ ଅକର୍ମଣ୍ୟ ଦାସ, ଯାହା କର୍ତ୍ତବ୍ୟ, କେବଳ ତାହା କରିଅଛୁ।’”
11 On the way to Jerusalem he was passing along between Samaria and Galilee. ସେ ଯିରୂଶାଲମ ସହରକୁ ଯାତ୍ରା କରିବା ସମୟରେ ଶମିରୋଣ ଓ ଗାଲିଲୀ ମଧ୍ୟ ଦେଇ ଯାଉଥିଲେ।
12 As he entered a village, ten men who had leprosy met him. They stood at a distance, ଆଉ ଯୀଶୁ କୌଣସି ଗୋଟିଏ ଗ୍ରାମରେ ପ୍ରବେଶ କରନ୍ତେ ଦଶ ଜଣ କୁଷ୍ଠରୋଗୀ ତାହାଙ୍କ ସହିତ ସାକ୍ଷାତ କଲେ;
13 and called out loudly, "Jesus, Master, have mercy on us!" ସେମାନେ ଦୂରରେ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ହେ ଗୁରୁ, ଆମ୍ଭମାନଙ୍କୁ ଦୟା କରନ୍ତୁ।
14 Seeing them, he said, "Go, show yourselves to the priests." As they went, they were made clean. ପୁଣି, ସେ ସେମାନଙ୍କୁ ଦେଖି କହିଲେ, “ତୁମ୍ଭେମାନେ ଯାଇ ନିଜ ନିଜକୁ ଯାଜକମାନଙ୍କୁ ଦେଖାଅ।” ଆଉ ସେମାନେ ଯାଉ ଯାଉ ଶୁଚି ହେଲେ।
15 One of them, seeing he was healed, turned back, praising our Father loudly, କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ ନିଜକୁ ସୁସ୍ଥ ହୋଇଥିବା ଦେଖି ଉଚ୍ଚସ୍ୱରରେ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ ଫେରିଆସି,
16 and he fell on his face at Jesus' feet, giving him thanks. Now he was a Samaritan. ଯୀଶୁଙ୍କ ଚରଣ ତଳେ ଉବୁଡ଼ ହୋଇ ତାହାଙ୍କର ଧନ୍ୟବାଦ କରିବାକୁ ଲାଗିଲା; ସେ ଜଣେ ଶମିରୋଣୀୟ ଲୋକ।
17 Jesus said, "Weren't ten made clean? Where are the nine? ସେଥିରେ ଯୀଶୁ ଉତ୍ତର ଦେଲେ, “ଦଶ ଜଣ କଅଣ ଶୁଚି ହେଲେ ନାହିଁ?
18 Was no one found to return and give glory to our Father except this foreigner?" ତେବେ ଆଉ ନଅ ଜଣ କାହାନ୍ତି? ଈଶ୍ବରଙ୍କୁ ଗୌରବ ଦେବା ନିମନ୍ତେ ଏହି ଅଣଯିହୁଦୀ ଲୋକଟି ଛଡ଼ା କଅଣ ଆଉ କେହି ଫେରିଆସି ନାହିଁ?”
19 And he said to him, "Rise and go; your faith has made you well." ପୁଣି, ସେ ତାହାକୁ କହିଲେ, “ଉଠିଯାଅ, ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି।”
20 Asked by the Pharisees when the kingdom of our Father would come, he answered them, "The kingdom of our Father does not come with observation, ଈଶ୍ବରଙ୍କ ରାଜ୍ୟ କେବେ ଆସୁଅଛି, ଏ ବିଷୟରେ ଫାରୂଶୀମାନେ ତାହାଙ୍କୁ ପଚାରିବାରୁ ସେ ସେମାନଙ୍କୁ ଉତ୍ତର ଦେଲେ, “ଈଶ୍ବରଙ୍କ ରାଜ୍ୟ ଦୃଶ୍ୟ ଭାବରେ ଆସେ ନାହିଁ;
21 nor will they say, 'Look, here!' or 'There!' For the kingdom of our Father is among you." କିମ୍ବା ଦେଖ, ଏଠାରେ ବା ସେଠାରେ ବୋଲି ଲୋକ କହିବେ ନାହିଁ; କାରଣ ଦେଖ, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ମଧ୍ୟରେ ଅଛି।”
22 He told the disciples, "Days are coming when you will long to see one of the days of the Son of Man, and you won't see it. କିନ୍ତୁ ସେ ଶିଷ୍ୟମାନଙ୍କୁ କହିଲେ, “ଏପରି ସମୟ ଆସିବ, ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କର ଦିନଗୁଡ଼ିକ ମଧ୍ୟରୁ ଗୋଟିଏ ଦିନ ଦେଖିବାକୁ ଇଚ୍ଛା କରିବ, କିନ୍ତୁ ଦେଖିବ ନାହିଁ।
23 They will say to you, 'Look, there!' or 'Look, here!' Don't go, don't chase after them. ଦେଖ, ଏଠାରେ ବା ସେଠାରେ ଲୋକେ ତୁମ୍ଭମାନଙ୍କୁ କହିବେ; କିନ୍ତୁ ତୁମ୍ଭେମାନେ ଯାଅ ନାହିଁ କିମ୍ବା ସେମାନଙ୍କର ଅନୁସରଣ କର ନାହିଁ।
24 For as lightning flashes and lights the sky from one edge to the other, so the Son of Man will be in his day. କାରଣ ବିଜୁଳି ମାରି ଯେପରି ଆକାଶରୁ ଗୋଟିଏ ପାଖରୁ ଆରପାଖ ପର୍ଯ୍ୟନ୍ତ ଆଲୁଅ ଦିଏ, ମନୁଷ୍ୟପୁତ୍ର ଆପଣା ଦିନରେ ସେହିପରି ହେବେ।
25 But first he must suffer many things and be rejected by this generation. ଅବଶ୍ୟ ଅନେକ ଦୁଃଖଭୋଗ କରିବାକୁ ହେବ ଓ ଏହି ବର୍ତ୍ତମାନ ପୁରୁଷ ଦ୍ୱାରା ଅଗ୍ରାହ୍ୟ ହେବାକୁ ହେବ।
26 As Noah's days were, so will the Son of Man's days be. ଆଉ ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିବ;
27 They ate, drank, married, and were given in marriage, until the day Noah entered the ark, and the flood came and destroyed them all. ଜାହାଜରେ ନୋହଙ୍କ ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକମାନେ ଭୋଜନପାନ ଓ ବିବାହ କରିବା ଓ ବିବାହ ହେବାରେ ବ୍ୟସ୍ତ ଥିଲେ, ପୁଣି, ଜଳପ୍ଲାବନ ଆସି ସମସ୍ତଙ୍କୁ ବିନାଶ କଲା।
28 It was the same in Lot's days: eating, drinking, buying, selling, planting, building, ଲୋଟଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିଥିଲା, ଲୋକମାନେ ଖିଆପିଆ, କିଣାବିକା, ଗଛ ଲଗାଇବା ଓ ଘର ତିଆରି କରିବାରେ ବ୍ୟସ୍ତ ଥିଲେ,
29 but the day Lot left Sodom, fire and sulfur rained from heaven and destroyed them all, କିନ୍ତୁ ଲୋଟ ସଦୋମରୁ ବାହାରିଯିବା ଦିନ ଆକାଶରୁ ଅଗ୍ନି ଓ ଗନ୍ଧକ ଆସି ସମସ୍ତଙ୍କୁ ବିନାଶ କଲା।
30 so will it be on the day when the Son of Man is revealed. ମନୁଷ୍ୟପୁତ୍ର ପ୍ରକାଶିତ ହେବା ଦିନ ସେହି ପ୍ରକାର ଘଟିବ।
31 On that day, whoever is on the roof with goods inside must not go down for them; likewise, whoever is in the field must not turn back. ସେହି ଦିନ ଯେ ଛାତ ଉପରେ ଥିବ, ସେ ଘର ଭିତରେ ଥିବା ଆପଣା ଜିନିଷପତ୍ର ନେଇଯିବା ପାଇଁ ଓହ୍ଲାଇ ନ ଆସୁ; ସେହିପରି ଯେ କ୍ଷେତରେ ଥିବ, ସେ ଫେରି ନ ଯାଉ।
32 Remember Lot's wife. ଲୋଟଙ୍କ ସ୍ତ୍ରୀଙ୍କର କଥା ମନେ ପକାଅ।
33 Whoever seeks to preserve his life will lose it, but whoever loses his life will keep it. ଯେ କେହି ଆପଣା ଜୀବନ ଲାଭ କରିବାକୁ ଚେଷ୍ଟା କରେ, ସେ ତାହା ହରାଇବ, ଆଉ ଯେ କେହି ଆପଣା ଜୀବନ ହରାଇବ, ସେ ତାହା ବଞ୍ଚାଇବ।
34 I tell you, that night two will be in one bed: one will be taken, and the other left. ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ରାତିରେ ଦୁଇ ଜଣ ଗୋଟିଏ ଖଟରେ ଶୋଇଥିବେ, ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ।
35 There will be two women grinding together; one will be taken and the other left." ଦୁଇ ଜଣ ସ୍ତ୍ରୀ ଏକାଠି ଚକି ପେଷୁଥିବେ, ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ।
36 Not in this edition [ଦୁଇ ଜଣ କ୍ଷେତରେ ଥିବେ, ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ।]”
37 They asked, "Where, Lord?" He said, "Wherever a corpse lies, the vultures will gather there." ସେଥିରେ ଶିଷ୍ୟମାନେ ତାହାଙ୍କୁ ଉତ୍ତର ଦେଲେ, ହେ ପ୍ରଭୁ, କେଉଁଠାରେ? ସେ ସେମାନଙ୍କୁ କହିଲେ, “ଯେଉଁଠାରେ ଶବ, ସେହିଠାରେ ଶାଗୁଣାଗୁଡ଼ାକ ମଧ୍ୟ ଏକାଠି ହେବେ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]