Skip to content
The Believer's Library

Indian Revised Version(IRV) Odia - 2021

Luke 18 IRVOry

Show IRVOry only
Verse × ×
1 Then Jesus told them a parable about the need to always pray and never lose heart. କ୍ଳାନ୍ତ ନ ହୋଇ ସର୍ବଦା ପ୍ରାର୍ଥନା କରିବା ଯେ କର୍ତ୍ତବ୍ୟ, ଏହି ବିଷୟରେ ଯୀଶୁ ଶିଷ୍ୟମାନଙ୍କୁ ଦୃଷ୍ଟାନ୍ତ ଦେଇ କହିଲେ,
2 "In a certain town there was a judge who neither feared God nor respected people. “ଗୋଟିଏ ନଗରରେ ଜଣେ ବିଚାରକର୍ତ୍ତା ଥିଲେ, ସେ ଈଶ୍ବରଙ୍କୁ ଭୟ କରୁ ନ ଥିଲେ କି ମନୁଷ୍ୟକୁ ମାନୁ ନ ଥିଲେ।
3 A widow in that town kept coming to him, saying, 'Grant me justice against my opponent.' ସେହି ନଗରରେ ଜଣେ ବିଧବା ଥିଲା, ତାହା ପ୍ରତି ଅନ୍ୟାୟ କରିଥିବା ଲୋକ ବିରୁଦ୍ଧରେ ବିଚାର ନିଷ୍ପତ୍ତି କରିବା ପାଇଁ ସେ ଥରକୁଥର ବିଚାରକର୍ତ୍ତାଙ୍କ ନିକଟକୁ ଯାଇ କହୁଥିଲା।
4 For a while he refused, but then said to himself, 'Though I don't fear God nor respect people, ଆଉ ସେ କେତେ ସମୟ ପର୍ଯ୍ୟନ୍ତ ସହମତ ହେଉ ନ ଥିଲେ; କିନ୍ତୁ ପରେ ସେ ମନେ ମନେ କହିଲେ, ‘ଯଦିବା ମୁଁ ଈଶ୍ବରଙ୍କୁ ଭୟ କରେ ନାହିଁ କିମ୍ବା ମନୁଷ୍ୟକୁ ମାନେ ନାହିଁ,
5 since this widow keeps troubling me, I'll grant her justice, so she doesn't wear me out with her endless visits.'" ତଥାପି ଏହି ବିଧବାଟା ମୋତେ କଷ୍ଟ ଦେଉଥିବାରୁ ମୁଁ ତାହା ପ୍ରତି କରାଯାଇଥିବା ଅନ୍ୟାୟର ବିଚାର କରିବି, ନୋହିଲେ ସେ ସବୁବେଳେ ଆସି ମୋତେ ବ୍ୟତିବ୍ୟସ୍ତ କରୁଥିବ।’”
6 And the Lord said, "Listen to what the unjust judge says. ସେଥିରେ ପ୍ରଭୁ କହିଲେ, “ଏହି ଅଧାର୍ମିକ ବିଚାରକର୍ତ୍ତା କଅଣ କହୁଅଛନ୍ତି, ତାହା ଶୁଣ।
7 Won't our Father bring justice for his chosen ones who cry to him day and night? Will he keep delaying? ତେବେ ଈଶ୍ବରଙ୍କର ଯେଉଁ ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କର ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି?
8 I tell you, he will grant them justice quickly. But when the Son of Man comes, will he find faith on earth?" ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଶୀଘ୍ର ସେମାନଙ୍କ ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ। ତଥାପି ମନୁଷ୍ୟପୁତ୍ର ଆସି ପୃଥିବୀରେ କଅଣ ବିଶ୍ୱାସ ଦେଖିବେ?”
9 He also told this parable to some who trusted in themselves as righteous and despised everyone else: ନିଜ ନିଜକୁ ଧାର୍ମିକ ମନେ କରି ଅନ୍ୟ ସମସ୍ତଙ୍କୁ ତୁଚ୍ଛ କରୁଥିବା କେତେକ ଆତ୍ମନିର୍ଭରଶୀଳ ଲୋକଙ୍କୁ ସେ ଏହି ଦୃଷ୍ଟାନ୍ତ ମଧ୍ୟ କହିଲେ,
10 "Two men went up to the temple to pray, one a Pharisee and the other a tax collector. “ଦୁଇ ଜଣ ଲୋକ ପ୍ରାର୍ଥନା କରିବା ନିମନ୍ତେ ମନ୍ଦିରକୁ ଗଲେ, ଜଣେ ଫାରୂଶୀ ଓ ଅନ୍ୟ ଜଣକ କରଗ୍ରାହୀ।
11 The Pharisee stood and prayed about himself: 'God, I thank you I'm not like other people—robbers, wrongdoers, adulterers—or even like this tax collector.' ଫାରୂଶୀ ଠିଆ ହୋଇ ଆପଣା ନିକଟରେ ଏହି ପ୍ରକାର ପ୍ରାର୍ଥନା କରିବାକୁ ଲାଗିଲେ, ‘ହେ ଈଶ୍ବର, ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି ଯେ, ମୁଁ ଅନ୍ୟ ସମସ୍ତ ଲୋକଙ୍କ ପରି ଅତ୍ୟାଚାରୀ, ଅଧାର୍ମିକ, ବ୍ୟଭିଚାରୀ କିମ୍ବା ଏହି କରଗ୍ରାହୀ ପରି ସୁଦ୍ଧା ନୁହେଁ;
12 'I fast twice a week; I give a tenth of all I get.' ମୁଁ ସପ୍ତାହରେ ଦୁଇ ଥର ଉପବାସ କରିଥାଏ ଓ ମୋହର ସମସ୍ତ ଆଦାୟର ଦଶମାଂଶ ଦେଇଥାଏ।’
13 But the tax collector, standing far off, would not even raise his eyes to heaven, but beat his chest, saying, 'our Father, have mercy on me, a sinner.' କିନ୍ତୁ କରଗ୍ରାହୀ ଦୂରରେ ଠିଆ ହୋଇ ସ୍ୱର୍ଗ ଆଡ଼େ ଅନେଇବାକୁ ସୁଦ୍ଧା ସାହସ କଲା ନାହିଁ, କିନ୍ତୁ ନିଜ ଛାତିରେ ମାରିହୋଇ କହିବାକୁ ଲାଗିଲା, ‘ହେ ଈଶ୍ବର, ମୁଁ ପାପୀ ମୋତେ ଦୟା କରନ୍ତୁ।’
14 I tell you, this man went to his home justified, not the other. Everyone who lifts himself up will be humbled; the one who humbles himself will be lifted up." ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଲୋକ ନୁହେଁ, ବରଂ କର ଆଦାୟକାରୀ ଧାର୍ମିକ ଗଣିତ ହୋଇ ନିଜ ଘରକୁ ଚାଲିଗଲା; କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, କିନ୍ତୁ ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।”
15 People were even bringing their infants to him to touch them, but the disciples saw this and warned them off. ଯୀଶୁ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ସେମାନଙ୍କୁ ମଧ୍ୟ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ତାହା ଦେଖି ସେମାନଙ୍କୁ ଧମକ ଦେବାକୁ ଲାଗିଲେ।
16 But Jesus called the children to him and said, "Let the children come to me; don't stop them—the kingdom of our Father belongs to ones like these. କିନ୍ତୁ ଯୀଶୁ ସେମାନଙ୍କୁ ଆପଣା ପାଖକୁ ଡାକି କହିଲେ, “ଶିଶୁମାନଙ୍କୁ ମୋ ନିକଟକୁ ଆସିବାକୁ ଦିଅ, ଆଉ ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ବରଙ୍କ ରାଜ୍ୟ ଏହି ପ୍ରକାର ଲୋକମାନଙ୍କର।
17 Truly I tell you: whoever doesn't accept the kingdom of our Father like a little child will never enter it." ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଈଶ୍ବରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ।”
18 A certain ruler asked him, "Good Teacher, what must I do to inherit eternal life?" ଜଣେ ଯିହୁଦୀ ଧର୍ମଗୁରୁ ତାହାଙ୍କୁ ପଚାରିଲେ, ହେ ସଦ୍‌ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି?
19 Jesus said to him, "Why call me good? No one is good except our Father alone. ସେଥିରେ ଯୀଶୁ ତାହାଙ୍କୁ କହିଲେ, “ମୋତେ ସତ୍ ବୋଲି କାହିଁକି କହୁଅଛ? ଜଣଙ୍କ ବିନା, ଅର୍ଥାତ୍‍ ଈଶ୍ବରଙ୍କ ବିନା ଅନ୍ୟ କେହି ସତ୍ ନୁହେଁ।
20 You know the commandments: 'Do not commit adultery, Do not murder, Do not steal, Do not testify falsely, Honor your father and mother.'" ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ଆପଣା ପିତାମାତାଙ୍କୁ ସମାଦର କର।”
21 "All these I have kept since my youth," he said. ସେ କହିଲେ, ଏହି ସମସ୍ତ ମୁଁ ଯୌବନକାଳରୁ ପାଳନ କରି ଆସିଅଛି।
22 Hearing this, Jesus said, "One thing you still lack: sell all you own, give to the poor, and you'll have treasure in heaven; then come, follow me." ଯୀଶୁ ଏହା ଶୁଣି ତାହାଙ୍କୁ କହିଲେ, “ତୁମ୍ଭର ଆଉ ଗୋଟିଏ ବିଷୟ ଉଣା ଅଛି; ତୁମ୍ଭେ ନିଜର ସବୁ ବିକି ଦେଇ ଗରିବମାନଙ୍କୁ ବାଣ୍ଟିଦିଅ, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।”
23 But when he heard this, he became very sad, for he was extremely rich. କିନ୍ତୁ ସେ ଏହି ସମସ୍ତ କଥା ଶୁଣି ଅତ୍ୟନ୍ତ ଦୁଃଖିତ ହେଲେ, କାରଣ ସେ ଅତିଶୟ ଧନୀ ଥିଲେ।
24 Jesus looked at him and said, "How hard it is for the wealthy to enter our Father's kingdom! ସେଥିରେ ଯୀଶୁ ତାହାଙ୍କୁ ଦେଖି କହିଲେ, “ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରନ୍ତି!
25 For it's easier for a camel to pass through a needle's eye than for a rich person to enter our Father's kingdom." କାରଣ ଈଶ୍ବରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ପ୍ରବେଶ କରିବା ସହଜ।”
26 Those who heard it asked, "Then who can be saved?" ଯେଉଁମାନେ ଏହା ଶୁଣିଲେ, ସେମାନେ କହିଲେ, ତେବେ କିଏ ପରିତ୍ରାଣ ପାଇ ପାରେ?
27 But he said, "What is impossible for people is possible for our Father." କିନ୍ତୁ ସେ କହିଲେ, “ଯାହା ମଣିଷର ଅସମ୍ଭବ, ତାହା ଈଶ୍ବରଙ୍କର ସମ୍ଭବ।”
28 Then Peter said, "Look, we have left our own homes and followed you." ସେଥିରେ ପିତର କହିଲେ, ଦେଖନ୍ତୁ, ଆମ୍ଭେମାନେ ନିଜ ନିଜର ସବୁ କିଛି ଛାଡ଼ି ଆପଣଙ୍କ ଅନୁଗାମୀ ହୋଇଅଛୁ।
29 He said to them, "Truly I tell you: no one has left house, wife, brothers, parents, or children for the sake of our Father's kingdom, ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଲୋକମାନେ ଈଶ୍ବରଙ୍କ ରାଜ୍ୟ ନିମନ୍ତେ ଗୃହ କିମ୍ବା ସ୍ତ୍ରୀ କିମ୍ବା ଭାଇ କିମ୍ବା ପିତାମାତା କିମ୍ବା ସନ୍ତାନସନ୍ତତି ପରିତ୍ୟାଗ କରିଅଛନ୍ତି
30 who will not receive many times more now, and eternal life in the age to come." ସେମାନେ ଇହକାଳରେ ବହୁଗୁଣରେ ଓ ପରକାଳରେ ଅନନ୍ତ ଜୀବନ ପାଇବେ।”
31 He took the Twelve aside and said, "Look, we're going up to Jerusalem, and all the prophets wrote about the Son of Man will be fulfilled. ପରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, “ଦେଖ, ଆମ୍ଭେମାନେ ଯିରୂଶାଲମ ସହରକୁ ଯାଉଅଛୁ, ଆଉ ଭାବବାଦୀମାନଙ୍କ ଦ୍ୱାରା ଯେଉଁ ସମସ୍ତ ବିଷୟ ଲେଖାଯାଇଅଛି, ସେ ସମସ୍ତ ମନୁଷ୍ୟପୁତ୍ରଙ୍କଠାରେ ସଫଳ ହେବ;
32 For he will be handed over to the Gentiles, mocked, insulted, and spit on. କାରଣ ସେ ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପିତ ହେବେ, ପୁଣି, ସେମାନେ ତାହାଙ୍କୁ ପରିହାସ କରିବେ, ତାହାଙ୍କ ପ୍ରତି ଅତ୍ୟାଚାର କରି ତାହାଙ୍କ ଉପରେ ଛେପ ପକାଇବେ,
33 They will flog him and kill him, and on the third day he will rise." ତାହାଙ୍କୁ କୋରଡ଼ା ମାରି ବଧ କରିବେ, ଆଉ ତୃତୀୟ ଦିନରେ ସେ ପୁନର୍ବାର ଉଠିବେ।”
34 But they understood none of this; this saying was hidden from them, and they did not grasp what was said. କିନ୍ତୁ ଶିଷ୍ୟମାନେ ଏହିସବୁ ବିଷୟ କିଛି ବୁଝିଲେ ନାହିଁ; ଏହି ବାକ୍ୟ ସେମାନଙ୍କଠାରୁ ଗୁପ୍ତ ହୋଇ ରହିଲା, ପୁଣି, ଯାହା କୁହାଯାଉଥିଲା, ସେ ସବୁ ବୁଝୁ ନ ଥିଲେ।
35 As Jesus drew near to Jericho, a blind man was sitting by the roadside begging. ସେ ଯିରୀହୋର ନିକଟବର୍ତ୍ତୀ ହେଉଥିବା ସମୟରେ ଜଣେ ଅନ୍ଧ ବାଟ ପାଖରେ ବସି ଭିକ ମାଗୁଥିଲା।
36 Hearing a crowd going by, he asked what was happening. ସେ ଲୋକମାନଙ୍କ ଯାଉଥିବାର ଶବ୍ଦ ଶୁଣି କଥା କଅଣ ବୋଲି ପଚାରିବାକୁ ଲାଗିଲା।
37 They told him, "Jesus of Nazareth is passing by." ସେମାନେ ତାହାକୁ କହିଲେ, ନାଜରିତୀୟ ଯୀଶୁ ଏହି ବାଟ ଦେଇ ଯାଉଅଛନ୍ତି।
38 So he called out, "Jesus, Son of David, have mercy on me!" ସେଥିରେ ସେ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ଦାଉଦଙ୍କ ସନ୍ତାନ, ମୋତେ ଦୟା କରନ୍ତୁ।
39 Those who were in front rebuked him and told him to be quiet, but he cried out all the more, "Son of David, have mercy on me!" ମାତ୍ର ଆଗରେ ଯାଉଥିବା ଲୋକମାନେ ତାହାଙ୍କୁ ତୁନି ହେବା ପାଇଁ ଧମକ ଦେବାକୁ ଲାଗିଲେ, କିନ୍ତୁ ସେ ଆହୁରି ଅଧିକ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦଙ୍କ ସନ୍ତାନ ମୋତେ ଦୟା କରନ୍ତୁ।
40 Jesus stopped and ordered him brought to him. When he came near, Jesus asked, ସେଥିରେ ଯୀଶୁ ଠିଆ ହୋଇ ଅନ୍ଧକୁ ଆପଣା ନିକଟକୁ ଆଣିବା ପାଇଁ ଆଦେଶ ଦେଲେ; ଯେତେବେଳେ ଅନ୍ଧଟି ପାଖକୁ ଆସିଲା, ଯୀଶୁ ତାହାକୁ ପଚାରିଲେ,
41 "What do you want me to do for you?" He said, "Lord, let me see again." “ମୁଁ ତୁମ୍ଭ ପାଇଁ କଅଣ କରିବି ବୋଲି ତୁମ୍ଭେ ଇଚ୍ଛା କରୁଅଛ?” ଅନ୍ଧ କହିଲା, ହେ ପ୍ରଭୁ, ମୁଁ ଯେପରି ଦେଖି ପାରିବି।
42 And Jesus said to him, "Receive your sight; your faith has saved you." ଯୀଶୁ ତାହାକୁ କହିଲେ, “ଦୃଷ୍ଟି ପାଅ; ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି।”
43 At once he could see and followed Jesus, glorifying our Father. All the people who saw it praised our Father too. ସେହିକ୍ଷଣି ସେ ଦେଖି ପାରିଲେ ଏବଂ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲେ ଏବଂ ଲୋକ ସମସ୍ତେ ତାହା ଦେଖି ଈଶ୍ବରଙ୍କ ପ୍ରଶଂସା କଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]