Skip to content
The Believer's Library

Indian Revised Version(IRV) Odia - 2021

Luke 19 IRVOry

Show IRVOry only
Verse × ×
1 Jesus entered Jericho and was passing through. ପରେ ଯୀଶୁ ଯିରୀହୋରେ ପ୍ରବେଶ କରି ତାହା ମଧ୍ୟ ଦେଇ ଯାଉଥିଲେ।
2 And there was a man named Zacchaeus; he was a chief tax collector, and he was rich. ଆଉ ଦେଖ, ସେଠାରେ ଜଖୀୟ ନାମରେ ଜଣେ ଲୋକ ଥିଲେ। ସେ ଜଣେ ପ୍ରଧାନ କର ଆଦାୟକାରୀ ଓ ଧନୀ ଲୋକ।
3 He wanted to see who Jesus was, but couldn't for the crowd—he was short. ଯୀଶୁ କିଏ, ତାହା ଦେଖିବାକୁ ସେ ଚେଷ୍ଟା କରୁଥିଲେ, କିନ୍ତୁ ଲୋକମାନଙ୍କର ଭିଡ଼ ସକାଶୁ ଦେଖି ପାରୁ ନ ଥିଲେ, କାରଣ ସେ ବାଙ୍ଗର ଥିଲେ।
4 He ran ahead and climbed a sycamore tree to see him, since Jesus was about to pass that way. ଏଣୁ ସେ ଆଗକୁ ଦୌଡ଼ିଯାଇ ଯୀଶୁଙ୍କୁ ଦେଖିବା ନିମନ୍ତେ ଗୋଟିଏ ଡିମ୍ବିରିବୃକ୍ଷରେ ଚଢ଼ିଲେ, କାରଣ ସେହି ବାଟ ଦେଇ ତାହାଙ୍କର ଯିବାର ଥିଲା।
5 When Jesus reached the spot, looked up, and said to him, "Zacchaeus, hurry down, for I must stay at your house today." ଯୀଶୁ ସେ ସ୍ଥାନକୁ ଆସି ଉପରକୁ ଚାହିଁ ତାହାଙ୍କୁ କହିଲେ, “ଜଖୀୟ, ଶୀଘ୍ର ଓହ୍ଲାଇଆସ, କାରଣ ଆଜି ମୋତେ ଅବଶ୍ୟ ତୁମ୍ଭ ଘରେ ରହିବାକୁ ହେବ।”
6 So he hurried down and welcomed him joyfully. ସେଥିରେ ସେ ଶୀଘ୍ର ଓହ୍ଲାଇ ଆସି ଆନନ୍ଦରେ ଯୀଶୁଙ୍କୁ ନିଜ ଘରକୁ ଡାକିଲେ।
7 Seeing this, everyone grumbled, "He's gone to stay with a sinful man." ତାହା ଦେଖି ସମସ୍ତେ ବଚସା କରି କହିବାକୁ ଲାଗିଲେ, ସେ ଜଣେ ପାପୀ ଲୋକ ଘରେ ରହିବାକୁ ଗଲାଣି।
8 Zacchaeus stood and said to the Lord, "Look, Lord, I give half my possessions to the poor, and if I've cheated anyone, I'll repay four times as much." କିନ୍ତୁ ଜଖୀୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋହର ସମ୍ପତ୍ତିର ଅଧା ମୁଁ ଗରିବମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି।
9 Jesus told him, "Today salvation has come to this house, since he too is a son of Abraham. ସେଥିରେ ଯୀଶୁ ତାହାଙ୍କ ବିଷୟରେ କହିଲେ, “ଆଜି ଏହି ଗୃହରେ ପରିତ୍ରାଣ ଉପସ୍ଥିତ ହୋଇଅଛି, ଯେଣୁ ଜଖୀୟ ମଧ୍ୟ ଅବ୍ରହାମଙ୍କ ଜଣେ ସନ୍ତାନ;
10 For the Son of Man came to seek and to save the lost." କାରଣ ଯାହା ହଜିଅଛି, ତାହା ଖୋଜି ରକ୍ଷା କରିବାକୁ ମନୁଷ୍ୟପୁତ୍ର ଆସିଅଛନ୍ତି।”
11 While they listened, he added a parable, since he was near Jerusalem and they thought our Father's kingdom would appear immediately. ଲୋକମାନେ ଏହି କଥାସବୁ ଶୁଣିବା ସମୟରେ ସେ ଆହୁରି ଗୋଟିଏ ଦୃଷ୍ଟାନ୍ତ କହିଲେ, କାରଣ ସେ ଯିରୂଶାଲମ ସହରର ନିକଟବର୍ତ୍ତୀ ହୋଇଥିଲେ ଓ ଈଶ୍ବରଙ୍କ ରାଜ୍ୟ ଅତି ଶୀଘ୍ର ପ୍ରକାଶ ପାଇବ ବୋଲି ସେମାନେ ମନେ କରୁଥିଲେ।
12 So he said, "A nobleman went to a distant land to receive a kingdom for himself and return. ଏଣୁ ସେ କହିଲେ, “ଜଣେ ଉଚ୍ଚବଂଶର ବ୍ୟକ୍ତି ଆପଣା ନିମନ୍ତେ ରାଜପଦ ଗ୍ରହଣ କରି ଫେରିଆସିବା ନିମନ୍ତେ ଦୂର ଦେଶକୁ ଯାତ୍ରା କଲେ।
13 Calling ten of his servants, he gave each about three months' wages, saying, "Trade with this until I return." ସେ ଆପଣାର ଦଶ ଜଣ ଦାସଙ୍କୁ ଡାକି ସେମାନଙ୍କୁ ଦଶଗୋଟି ମୋହର ଦେଇ କହିଲେ, ମୋହର ଆସିବା ପର୍ଯ୍ୟନ୍ତ ବେପାର କର।
14 His citizens hated him and sent envoys after him, saying, "We don't want this man ruling over us." କିନ୍ତୁ ତାହାଙ୍କ ଦେଶବାସୀମାନେ ତାହାଙ୍କୁ ଘୃଣା କରୁଥିଲେ, ଆଉ ସେମାନେ ତାହାଙ୍କ ପଛରେ ଦୂତ ପଠାଇ କହିଲେ, ଏ ଲୋକ ଯେ ଆମ୍ଭମାନଙ୍କ ଉପରେ ଶାସନ କରିବ, ଏହା ଆମ୍ଭମାନଙ୍କ ଇଚ୍ଛା ନାହିଁ।
15 "Returning after receiving the kingdom, he called the servants he had given money to, to learn what they had earned. ପରେ ସେ ରାଜପଦ ପ୍ରାପ୍ତ ହୋଇ ଫେରିଆସିଲେ, ଯେଉଁ ଦାସମାନଙ୍କୁ ଧନ ଦେଇଥିଲେ, ସେମାନଙ୍କ ମଧ୍ୟରେ ବେପାର କରି କିଏ କେତେ ଲାଭ କରିଅଛି, ତାହା ଜାଣିବା ନିମନ୍ତେ ସେମାନଙ୍କୁ ଆପଣା ନିକଟକୁ ଡାକି ଆଣିବା ପାଇଁ ଆଦେଶ ଦେଲେ।
16 The first came, saying, 'Lord, your money has earned ten times as much.'" ସେଥିରେ ପ୍ରଥମ ଜଣକ ଆସି କହିଲା, ପ୍ରଭୁ, ଆପଣଙ୍କ ମୋହର ଆଉ ଦଶଗୋଟି ମୋହର ଲାଭ କରିଅଛି।
17 "He replied, 'Well done, good servant! Since you were faithful in a small matter, take charge of ten cities.'" ସେ ତାହାକୁ କହିଲେ, ବେଶ୍, ଉତ୍ତମ ଦାସ, ତୁମ୍ଭେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ ହୋଇଥିବାରୁ ଦଶ ଗୋଟି ନଗର ଉପରେ ଅଧିକାରପ୍ରାପ୍ତ ହୁଅ।
18 "And the second came, saying, 'Lord, the money you gave me has earned five times as much.'" ପୁଣି, ଦ୍ୱିତୀୟ ଜଣକ ଆସି କହିଲା, ପ୍ରଭୁ, ଆପଣଙ୍କ ମୋହର ଆଉ ପାଞ୍ଚୋଟି ମୋହର ଲାଭ କରିଅଛି।
19 "And he said to him, 'And you will be in charge of five cities.'" ସେ ତାହାକୁ ମଧ୍ୟ କହିଲେ, ତୁମ୍ଭେ ସୁଦ୍ଧା ପାଞ୍ଚଗୋଟି ନଗର ଉପରେ ଅଧିକାରପ୍ରାପ୍ତ ହୁଅ।
20 "Then another came, saying, 'Lord, here is your money back, which I kept wrapped in a cloth;' ଆଉ ଜଣେ ଆସି କହିଲା, ପ୍ରଭୁ, ଦେଖନ୍ତୁ, ଏହି ଆପଣଙ୍କର ମୋହର, ମୁଁ ଏହା ଗାମୁଛାରେ ବାନ୍ଧି ରଖି ଦେଇଥିଲି;
21 for I was afraid of you, because you're a harsh man: you take what you didn't deposit and reap what you didn't sow." କାରଣ ମୁଁ ଆପଣଙ୍କୁ ଭୟ କଲି, ଯେଣୁ ଆପଣ ଜଣେ କଠୋର ଲୋକ, ଯାହା ରଖି ନ ଥାଆନ୍ତି, ତାହା ଉଠାଇ ନିଅନ୍ତି, ପୁଣି, ଯାହା ବୁଣି ନ ଥାଆନ୍ତି, ତାହା କାଟନ୍ତି।
22 He answered, "By your own mouth I judge you, wicked servant! You knew I'm a harsh man, taking what I didn't deposit and reaping what I didn't sow? ସେ ତାହାକୁ କହିଲେ, ରେ ଦୁଷ୍ଟ ଦାସ, ତୋର ମୁହଁର କଥାରେ ତୋହର ବିଚାର କରିବି। ମୁଁ ଜଣେ କଠୋର ଲୋକ, ଯାହା ରଖି ନ ଥାଏ, ତାହା ଉଠାଇନିଏ, ପୁଣି, ଯାହା ବୁଣି ନ ଥାଏ, ତାହା କାଟେ, ଏହା କଅଣ ଜାଣିଥିଲୁ?
23 Why then didn't you put my money in the bank? I'd have collected it with interest when I returned. ତେବେ ବ୍ୟାଙ୍କରେ କାହିଁକି ମୋହର ଧନ ରଖିଲୁ ନାହିଁ? ତାହାହେଲେ ମୁଁ ଆସି ସୁଧ ସହିତ ତାହା ଆଦାୟ କରିଥାଆନ୍ତି।
24 He said to those standing by, 'Take the money from him and give it to the one with ten times as much.'" ପୁଣି, ସେ ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ କହିଲେ, ଏହାଠାରୁ ଏହି ମୋହର ନେଇଯାଇ, ଯାହାର ଦଶ ମୋହର ଅଛି, ତାହାକୁ ଦିଅ।
25 "And they said to him, 'Lord, he has ten times as much! ସେଥିରେ ସେମାନେ ତାହାଙ୍କୁ କହିଲେ, ପ୍ରଭୁ, ତାହାର ତ ଦଶ ମୋହର ଅଛି।
26 I tell you: everyone who has will be given more; but from the one who has none, even what he has will be taken. ‘ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେକୌଣସି ଲୋକର ଅଛି, ତାହାକୁ ଅଧିକ ଦିଆଯିବ। କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ।
27 But bring here these enemies of mine who refused my rule, and slaughter them before me.'" କିନ୍ତୁ ମୋହର ଏହି ଯେଉଁ ଶତ୍ରୁମାନେ ମୁଁ ସେମାନଙ୍କ ଉପରେ ଶାସନ କରେ ବୋଲି ଇଚ୍ଛା କରି ନ ଥିଲେ, ସେମାନଙ୍କୁ ଏଠାକୁ ଆଣି ମୋହର ସାକ୍ଷାତରେ ହତ୍ୟା କର।’”
28 And when he had said these things, he went on ahead, going up to Jerusalem. ଏହି ସମସ୍ତ କଥା କହି ଯୀଶୁ ଆଗକୁ ଯାଇ ଯିରୂଶାଲମ ଆଡ଼େ ଯାତ୍ରା କରିବାକୁ ଲାଗିଲେ।
29 Nearing Bethphage and Bethany, at the Mount of Olives, he sent two of the disciples, ଆଉ ଯେତେବେଳେ ସେ ଜୀତ ପର୍ବତ ପାଖରେ ଥିବା ବୈଥ୍‌ଫାଗୀ ଓ ବେଥନୀୟା ଗ୍ରାମ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ସେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଏହି କଥା କହି ପଠାଇଲେ,
30 saying, "Go into the village ahead. As you enter, you will find a colt tied there, never sat on. Untie it and bring it here. “ତୁମ୍ଭମାନଙ୍କ ସମ୍ମୁଖରେ ଥିବା ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବା ସମୟରେ, ଯାହା ଉପରେ କେହି କେବେ ବସି ନାହିଁ; ଏପରି ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବାର ଦେଖିବ; ତାହାକୁ ଫିଟାଇ ନେଇଆସ।
31 If anyone asks you, 'Why are you untying it?' say, 'The Lord needs it.'" ଆଉ ଯଦି କେହି ତୁମ୍ଭମାନଙ୍କୁ ‘କାହିଁକି ଫିଟାଉଅଛ’ ବୋଲି ପଚାରେ, ତେବେ ଏପରି କହିବ, ‘କାରଣ ଏହାଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି।’”
32 So those who were sent went away and found it just as he had told them. ସେଥିରେ ପଠାଯାଇଥିବା ଲୋକେ ଯାଇ, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖିଲେ।
33 As they were untying the colt, its owners said to them, "Why are you untying the colt?" ପୁଣି, ସେମାନେ ଗଧଛୁଆକୁ ଫିଟାଉଥିବା ସମୟରେ ତାହାର ମାଲିକମାନେ ସେମାନଙ୍କୁ ପଚାରିଲେ, କାହିଁକି ଗଧଛୁଆକୁ ଫିଟାଉଅଛ?
34 And they said, "The Lord needs it." ସେମାନେ କହିଲେ, କାରଣ ଏହାଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି।
35 They brought it to Jesus, threw their cloaks on the colt, and set Jesus on it. ପୁଣି, ସେମାନେ ତାହାକୁ ଯୀଶୁଙ୍କ ନିକଟକୁ ଆଣି ତାହା ଉପରେ ଆପଣା ଆପଣା ଲୁଗା ପକାଇ ଯୀଶୁଙ୍କୁ ବସାଇଲେ।
36 And as he rode along, they spread their cloaks on the road. ଆଉ ସେ ଯାତ୍ରା କରୁଥିବା ସମୟରେ ଲୋକେ ବାଟରେ ଆପଣା ଆପଣା ଲୁଗା ବିଛାଇ ଦେବାକୁ ଲାଗିଲେ।
37 As he neared the descent of the Mount of Olives, the whole crowd of disciples began rejoicing, praising our Father loudly for all the mighty works they had seen, ପୁଣି, ସେ ଯେତେବେଳେ ଜୀତ ପର୍ବତର ଗଡ଼ାଣି ସ୍ଥାନର ନିକଟବର୍ତ୍ତୀ ହେଲେ, ସେତେବେଳେ ସମୁଦାୟ ଶିଷ୍ୟଦଳ ଦେଖିଥିବା ସମସ୍ତ ମହତର କାର୍ଯ୍ୟ ନିମନ୍ତେ ଆନନ୍ଦରେ ଉଚ୍ଚସ୍ୱର କରି ଈଶ୍ବରଙ୍କ ପ୍ରଶଂସା କରୁ କରୁ କହିଲେ,
38 saying, "Blessed is the King who comes in the name of our Father! Peace in heaven and glory in the highest!" ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଅଛନ୍ତି, ସେ ଧନ୍ୟ। ସ୍ୱର୍ଗରେ ଶାନ୍ତି ଓ ଊର୍ଦ୍ଧ୍ୱଲୋକରେ ମହିମା।
39 And some of the Pharisees in the crowd said to him, "Teacher, rebuke your disciples." ସେଥିରେ ଲୋକମାନଙ୍କ ମଧ୍ୟରୁ କେତେ ଜଣ ଫାରୂଶୀ ତାହାଙ୍କୁ କହିଲେ, ହେ ଗୁରୁ, ଆପଣଙ୍କ ଶିଷ୍ୟମାନଙ୍କୁ ଧମକ ଦିଅନ୍ତୁ।
40 He answered, "I tell you, if these were silent, the very stones would cry out." ସେ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ କହୁଅଛି, ଏମାନେ ତୁନି ହୋଇ ରହିଲେ, ପଥରଗୁଡ଼ାକ ପାଟି କରିବେ।”
41 And when he drew near and saw the city, he wept over it, ଆଉ ଯେତେବେଳେ ସେ ନିକଟକୁ ଆସିଲେ, ସେତେବେଳେ ନଗରକୁ ଦେଖି ତାହା ନିମନ୍ତେ ରୋଦନ କରି କହିଲେ,
42 saying, "If only you had known today what brings you peace! But now it is hidden from your eyes. “ତୁ, ହଁ, ତୁ ହିଁ ଯଦି ଆଜି ଶାନ୍ତିର ବିଷୟଗୁଡ଼ିକ ଜାଣିଥାଆନ୍ତୁ! ମାତ୍ର ଏବେ ସେଗୁଡ଼ିକ ତୋʼ ଦୃଷ୍ଟିରୁ ଗୁପ୍ତ ହୋଇ ରହିଅଛି।
43 Days are coming when your enemies will build a barricade around you, surround you, and hem you in on every side, ଯେତେବେଳେ ଈଶ୍ବର ତୋତେ ଉଦ୍ଧାର କରିବାକୁ ଚେଷ୍ଟା କରୁଥିଲେ ତାହା ତୁ ନ ଜାଣିବା ହେତୁରୁ, ଯେଉଁ ସମୟରେ ତୋʼ ଶତ୍ରୁମାନେ ତୋର ଚାରିଆଡ଼େ ବନ୍ଧ ବାନ୍ଧି ତୋତେ ଘେରି ଅବରୋଧ କରିବେ,
44 and they will level you and your children within your walls, leaving no stone on another, because you did not recognize the time of your visitation." ପୁଣି, ତୋତେ ଓ ତୋʼ ମଧ୍ୟରେ ଥିବା ତୋʼ ସନ୍ତାନମାନଙ୍କୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବେ, ଆଉ ତୋʼ ମଧ୍ୟରେ ଗୋଟିଏ ପଥରକୁ ଅନ୍ୟ ଗୋଟିଏ ପଥର ଉପରେ, ରହିବାକୁ ଦେବେ ନାହିଁ, ଏପରି ସମୟ ତୋʼ ଉପରେ ଆସିବ।”
45 And he entered the temple and began to drive out those who were selling, ଆଉ, ସେ ମନ୍ଦିରରେ ପ୍ରବେଶ କରି ବେପାରୀମାନଙ୍କୁ ବାହାର କରିବାକୁ ଲାଗିଲେ,
46 he told them, "Scripture says, 'My house will be a house of prayer,' but you've made it a den of robbers." “ଲେଖାଅଛି, ‘ଆମ୍ଭର ଗୃହ ପ୍ରାର୍ଥନାଗୃହ ହେବ,’ କିନ୍ତୁ ତୁମ୍ଭେମାନେ ତାହାକୁ ଦୁଷ୍କର୍ମକାରୀମାନଙ୍କର ବାସସ୍ଥାନ କରିଅଛ।”
47 He taught daily in the temple, while the chief priests, scribes, and leaders of the people looked for a way to kill him, ଆଉ ସେ ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେଉଥିଲେ, ମାତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଲୋକଙ୍କର ନେତାମାନଙ୍କ ସହିତ ତାହାଙ୍କୁ ବିନାଶ କରିବାକୁ ଚେଷ୍ଟା କରୁଥିଲେ,
48 but they found nothing they could do, since all the people hung on his words. କିନ୍ତୁ ଲୋକ ସମସ୍ତେ ଆଗ୍ରହରେ ତାହାଙ୍କ ଶିକ୍ଷା ଶୁଣୁଥିବାରୁ ସେମାନେ କଅଣ କରିବେ ବୋଲି ସ୍ଥିର କରିପାରୁ ନ ଥିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]