Skip to content
The Believer's Library

Indian Revised Version(IRV) Odia - 2021

Luke 2 IRVOry

Show IRVOry only
Verse × ×
1 In those days Caesar Augustus issued a decree to register the whole inhabited world. ସେ ସମୟରେ ସମସ୍ତ ସାମ୍ରାଜ୍ୟବାସୀଙ୍କ ନାମ ଲେଖାଯିବା ନିମନ୍ତେ କାଇସର ଅଗଷ୍ଟଙ୍କଠାରୁ ଆଜ୍ଞା ଘୋଷଣା କରାଗଲା।
2 This was the first registration, when Quirinius was governor of Syria. ସିରିୟା ପ୍ରଦେଶର ଶାସନକର୍ତ୍ତା କ୍ୱିରୀଣୀୟଙ୍କ ସମୟରେ ପ୍ରଥମ ଥର ଏହି ଜନଗଣନା ହୋଇଥିଲା।
3 Everyone went to be registered, each to his own town. ସେଥିନିମନ୍ତେ ସମସ୍ତେ ନାମ ଲେଖାଇବା ପାଇଁ ଆପଣା ଆପଣା ନଗରକୁ ଯାଉଥିଲେ।
4 Joseph too went up from Galilee, from the town of Nazareth, to Judea, to the city of David called Bethlehem, since he belonged to David's house and family, ପୁଣି, ଯୋଷେଫ ମଧ୍ୟ ନାମ ଲେଖାଇବା ନିମନ୍ତେ ମରୀୟମଙ୍କ ସହିତ ଗାଲିଲୀର ନାଜରିତ ନଗରରୁ ଯିହୂଦିୟା ପ୍ରଦେଶର ବେଥଲିହିମ ନାମକ ଦାଉଦଙ୍କ ନଗରକୁ ଗଲେ, କାରଣ ସେ ଦାଉଦଙ୍କ ବଂଶ ଓ ଗୋଷ୍ଠୀର ଲୋକ ଥିଲେ;
5 to be registered with Mary, his fiancée, who was expecting a child. ତାହାଙ୍କ ସହିତ ମରୀୟମଙ୍କ ବିବାହ ନିର୍ବନ୍ଧ ହୋଇଥିଲା ଓ ସେ ଗର୍ଭବତୀ ଥିଲେ।
6 While they were there, the time came for her to give birth. ସେମାନେ ସେହି ସ୍ଥାନରେ ଥିବା ସମୟରେ ତାହାଙ୍କ ପ୍ରସବ କାଳ ଉପସ୍ଥିତ ହେଲା,
7 She gave birth to her firstborn son, wrapped him in cloths, and laid him in a manger, because the inn had no place for them. ପୁଣି, ସେ ଆପଣା ପ୍ରଥମଜାତ ପୁତ୍ର ପ୍ରସବ କଲେ ଏବଂ ତାହାଙ୍କୁ ଲୁଗାରେ ଗୁଡ଼ାଇ ଗୁହାଳକୁଣ୍ଡରେ ଶୁଆଇଲେ, କାରଣ ବସାଘରେ ସେମାନଙ୍କ ପାଇଁ ସ୍ଥାନ ନ ଥିଲା।
8 Shepherds were in that same region, staying out in the fields, keeping watch over their flock by night. ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ମେଷପଲ ଜଗୁଥିଲେ।
9 An angel of our Father stood before them; the glory of our Father shone around them, and great fear seized them. ପ୍ରଭୁଙ୍କର ଜଣେ ଦୂତ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି, ପ୍ରଭୁଙ୍କର ଗୌରବର ଆଲୋକ ସେମାନଙ୍କ ଚାରିଅାଡ଼େ ପ୍ରକାଶିତ ହେଲା, ଆଉ ସେମାନେ ଅତିଶୟ ଭୟଗ୍ରସ୍ତ ହେଲେ।
10 The angel told them, "Don't be afraid—I bring good news of great joy for everyone: ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟନ୍ତ ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି,
11 Today in the city of David, a Savior was born to you—Christ the Lord. କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କ ନିମନ୍ତେ ତ୍ରାଣକର୍ତ୍ତା ଜନ୍ମଗ୍ରହଣ କରିଅଛନ୍ତି, ସେ ଖ୍ରୀଷ୍ଟ ପ୍ରଭୁ।
12 This is your sign: you'll find a baby wrapped in cloths, lying in a manger." ଆଉ ତୁମ୍ଭମାନଙ୍କ ନିମନ୍ତେ ଏହା ଚିହ୍ନସ୍ୱରୂପ ହେବ, ତୁମ୍ଭେମାନେ ଜଣେ ଶିଶୁଙ୍କୁ ଲୁଗାରେ ଗୁଡ଼ା ହୋଇ ଗୁହାଳକୁଣ୍ଡରେ ଶୋଇଥିବାର ଦେଖିବ।
13 Suddenly there was with the angel a multitude of the heavenly host, praising our Father and saying, ପୁଣି, ହଠାତ୍‍ ସେହି ଦୂତଙ୍କ ସାଙ୍ଗରେ ସ୍ୱର୍ଗୀୟ ବାହିନୀର ଗୋଟିଏ ବୃହତ ଦଳ ଉପସ୍ଥିତ ହୋଇ ଈଶ୍ବରଙ୍କ ପ୍ରଶଂସା କରୁ କରୁ କହିଲେ,
14 "Glory to our Father in the highest, and on earth peace among those with whom he is pleased!" “ଊର୍ଦ୍ଧ୍ୱଲୋକରେ ଈଶ୍ବରଙ୍କ ମହିମା, ପୁଣି, ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି।”
15 When the angels left them for heaven, the shepherds said to each other, "Let's go straight to Bethlehem and see this thing that has happened, which our Father has made known to us." ଦୂତମାନେ ସେମାନଙ୍କଠାରୁ ସ୍ୱର୍ଗକୁ ଫେରିଗଲା ପରେ ମେଷପାଳକମାନେ ପରସ୍ପର କହିବାକୁ ଲାଗିଲେ, ଆସ, ଆମ୍ଭେମାନେ ବେଥଲିହିମ ପର୍ଯ୍ୟନ୍ତ ଯାଇ, ପ୍ରଭୁ ଆମ୍ଭମାନଙ୍କୁ ଏହି ଯେଉଁ ଘଟଣା ଜଣାଇଲେ, ତାହା ଦେଖିବା।
16 They hurried off and found Mary and Joseph, and the baby lying in the manger. ଏଥିରେ ସେମାନେ ଶୀଘ୍ର ଯାଇ, ଅନ୍ୱେଷଣ କରି, ମରୀୟମ ଓ ଯୋଷେଫଙ୍କୁ, ପୁଣି, ଗୁହାଳକୁଣ୍ଡରେ ଶିଶୁଙ୍କୁ ଶୋଇଥିବା ଦେଖିଲେ।
17 When they saw him, they made known what had been told them about this child. ସେମାନେ ଏହା ଦେଖି ସେହି ଶିଶୁଙ୍କ ବିଷୟରେ ସେମାନଙ୍କୁ ଯେଉଁ କଥା କୁହାଯାଇଥିଲା, ତାହା ପ୍ରକାଶ କଲେ,
18 All who heard were amazed at what the shepherds told them. ପୁଣି, ଯେତେ ଲୋକ ମେଷପାଳକମାନଙ୍କ ଠାରୁ ସେହିସବୁ କଥା ଶୁଣିଲେ, ସେମାନେ ସମସ୍ତେ ସେହି କଥାରେ ଚମତ୍କୃତ ହେଲେ।
19 But Mary treasured up all these things, pondering them in her heart. କିନ୍ତୁ ମରୀୟମ ଏହି ସମସ୍ତ କଥା ହୃଦୟରେ ରଖି ଭାବିବାକୁ ଲାଗିଲେ।
20 The shepherds returned, glorifying and praising our Father for all they'd heard and seen, just as they were told. ଆଉ, ମେଷପାଳକମାନଙ୍କୁ ଯେପରି କୁହାଯାଇଥିଲା, ସେହିପରି ସେମାନେ ଯାହା ଯାହା ଶୁଣିଲେ ଓ ଦେଖିଲେ, ସେ ସମସ୍ତ ସକାଶେ ଈଶ୍ବରଙ୍କ ଗୌରବ ଓ ପ୍ରଶଂସା କରୁ କରୁ ଫେରିଗଲେ।
21 When eight days for his circumcision were complete, he was named Jesus, the name the angel gave before he was conceived in the womb. ତାହାଙ୍କୁ ସୁନ୍ନତ କରିବା ନିମନ୍ତେ ଆଠ ଦିନ ହେବାରୁ, ତାହାଙ୍କର ନାମ ଯୀଶୁ ଦିଆଗଲା; ଏହି ନାମ ତାହାଙ୍କ ଗର୍ଭାସ୍ଥ ହେବା ପୂର୍ବରୁ ଦୂତଙ୍କ ଦ୍ୱାରା ଦିଆଯାଇଥିଲା।
22 When their days of purification under the Law of Moses ended, they brought him up to Jerusalem to present him to our Father, ପରେ ଯେତେବେଳେ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ମରୀୟମଙ୍କ ଶୁଚି ହେବା ସମୟ ପୂର୍ଣ୍ଣ ହେଲା,
23 (as it is written in our Father's Law, "Every firstborn male will be called holy to our Father"), ସେତେବେଳେ ପ୍ରତ୍ୟେକ ପ୍ରଥମଜାତ ପୁତ୍ରସନ୍ତାନ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବୋଲି ଗଣିତ ହେବେ,
24 and to offer a sacrifice as the Law of our Father says: a pair of turtledoves or two young pigeons. ପ୍ରଭୁଙ୍କ ବ୍ୟବସ୍ଥାରେ ଲିଖିତ ଏହି ଆଜ୍ଞାନୁସାରେ ସେମାନେ ତାହାଙ୍କୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ନିମନ୍ତେ ଓ ପ୍ରଭୁଙ୍କ ବ୍ୟବସ୍ଥାରେ ଲେଖାଯାଇଥିବା ଅନୁସାରେ ଦୁଇଟି ଘୁଘୁ ବା ଦୁଇଟି କାପ୍ତାଛୁଆ ବଳିଦାନ କରିବା ସକାଶେ ତାହାଙ୍କୁ ଯିରୂଶାଲମ ସହରକୁ ନେଇଗଲେ।
25 In Jerusalem lived a man named Simeon, righteous and devout, waiting for Israel's comfort, with the Holy Spirit on him. ଆଉ ଦେଖ, ଯିରୂଶାଲମ ସହରରେ ଶିମିୟୋନ ନାମକ ଜଣେ ଧାର୍ମିକ ଓ ଭକ୍ତ ବ୍ୟକ୍ତି ଥିଲେ; ସେ ଇସ୍ରାଏଲର ସାନ୍ତ୍ୱନା ଅପେକ୍ଷା କରୁଥିଲେ, ପୁଣି, ପବିତ୍ର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିଥିଲେ।
26 The Holy Spirit had revealed to him he wouldn't die before seeing our Father's Christ. ପ୍ରଭୁ ଖ୍ରୀଷ୍ଟଙ୍କର ଦର୍ଶନ ନ ପାଇଲେ ତାହାଙ୍କର ଯେ ମୃତ୍ୟୁ ହେବ ନାହିଁ, ପବିତ୍ର ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ଏହି ପ୍ରତ୍ୟାଦେଶ ଦିଆଯାଇଥିଲା।
27 Prompted by the Spirit, he entered the temple. As the parents brought in the child Jesus to do for him what the Law required, ସେ ପବିତ୍ର ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ ମନ୍ଦିରକୁ ଆସିଲେ, ପୁଣି, ଶିଶୁ ଯୀଶୁଙ୍କ ପିତାମାତା ଯେତେବେଳେ ତାହାଙ୍କ ବିଷୟରେ ମୋଶାଙ୍କ ବ୍ୟବସ୍ଥାର ନିୟମ ଅନୁଯାୟୀ କର୍ମ କରିବା ନିମନ୍ତେ ତାହାଙ୍କୁ ଭିତରକୁ ଆଣିଲେ,
28 Simeon took him up in his arms and blessed our Father, saying, ସେତେବେଳେ ସେ ତାହାଙ୍କୁ କୋଳରେ ଘେନି ଈଶ୍ବରଙ୍କ ପ୍ରଶଂସା କରି କହିଲେ,
29 "Sovereign Father, now you are letting your servant depart in peace, according to your word. “ହେ ପ୍ରଭୁ, ଏବେ ତୁମ୍ଭେ ଆପଣା ବାକ୍ୟ ଅନୁସାରେ ନିଜ ଦାସକୁ ଶାନ୍ତିରେ ଯିବାକୁ ଦେଉଅଛ;
30 For my eyes have seen your salvation, କାରଣ ମୋହର ଚକ୍ଷୁ ତୁମ୍ଭର ପରିତ୍ରାଣ ଦେଖିଅଛି,
31 which you have prepared in the presence of all peoples: ଯାହା ତୁମ୍ଭେ ସମସ୍ତ ଲୋକମାନଙ୍କ ସମ୍ମୁଖରେ ପ୍ରସ୍ତୁତ କରି,
32 a light for revelation to the Gentiles, and for glory to your people Israel." ଅଣଯିହୁଦୀମାନଙ୍କ ପ୍ରତି ସତ୍ୟ ପ୍ରକାଶକ ଆଲୋକ, ପୁଣି, ତୁମ୍ଭ ଲୋକ ଇସ୍ରାଏଲର ଗୌରବସ୍ୱରୂପ କରିଅଛ।”
33 His father and mother were amazed at what was said about him. ତାହାଙ୍କ ସମ୍ବନ୍ଧୀୟ କୁହାଯାଇଥିବା ସମସ୍ତ ବିଷୟରେ ତାହାଙ୍କ ପିତାମାତା ଚମତ୍କୃତ ହେଉଥିଲେ।
34 And Simeon blessed them and told Mary, his mother, "This child is appointed for the fall and rising of many in Israel, and to be a sign that is opposed, ଆଉ, ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କରି ତାହାଙ୍କ ମାତା ମରୀୟମଙ୍କୁ କହିଲେ, ଦେଖ, ଯେପରି ଅନେକଙ୍କ ହୃଦୟର ଭାବନା ପ୍ରକାଶିତ ହୁଏ,
35 and a sword will pierce through your own soul also—so that thoughts from many hearts may be revealed." ସେଥିପାଇଁ ଏହି ଶିଶୁ ଇସ୍ରାଏଲ ମଧ୍ୟରେ ଅନେକଙ୍କ ପତନ ଓ ଉତ୍‌‌ଥାନ ନିମନ୍ତେ ଏବଂ ଯାହା ବିରୁଦ୍ଧରେ କଥା କୁହାଯିବ, ଏପରି ଚିହ୍ନ ହେବା ନିମନ୍ତେ ନିରୂପିତ, ପୁଣି, ତୁମ୍ଭ ନିଜ ପ୍ରାଣକୁ ମଧ୍ୟ ଖଡ୍ଗ ବିଦ୍ଧ କରିବ।
36 Also there was Anna, a woman prophet, daughter of Phanuel of Asher's tribe, very old, having lived with her husband seven years after her virginity, ଆଉ ହାନ୍ନା ନାମ୍ନୀ ଜଣେ ଭାବବାଦିନୀ ଥିଲେ; ସେ ଆଶେର ବଂଶଜ ଫିନୂୟେଲଙ୍କ କନ୍ୟା। ତାହାଙ୍କର ଅନେକ ବୟସ ହୋଇଥିଲା; ସେ କୁମାରୀ ଅବସ୍ଥା ପରେ ସାତ ବର୍ଷ ସ୍ୱାମୀଙ୍କ ସହିତ ବାସ କରିଥିଲେ ଓ ଚଊରାଅଶୀ ବର୍ଷ ପର୍ଯ୍ୟନ୍ତ ବିଧବା ହୋଇ ରହିଥିଲେ।
37 and a widow until eighty-four, never leaving the temple, worshiping with fasting and prayer night and day. ସେ ମନ୍ଦିର ନ ଛାଡ଼ି ଉପବାସ ଓ ନିବେଦନ ସହ ଦିନରାତି ଉପାସନା କରୁଥିଲେ।
38 Coming up at that same hour, she gave thanks to our Father and spoke of the child to all awaiting Jerusalem's redemption. ସେହି ଦଣ୍ଡରେ ସେ ଉପସ୍ଥିତ ହୋଇ ଈଶ୍ବରଙ୍କ ପ୍ରଶଂସା କରୁ କରୁ ଯିରୂଶାଲମ ସହରର ମୁକ୍ତି ଅପେକ୍ଷାରେ ଥିବା ସମସ୍ତଙ୍କୁ ତାହାଙ୍କ ବିଷୟ କହିବାକୁ ଲାଗିଲେ।
39 When they finished everything required by our Father's Law, they returned to Galilee, to their own town of Nazareth. ପରେ ସେମାନେ ପ୍ରଭୁଙ୍କ ବ୍ୟବସ୍ଥାନୁଯାୟୀ ସମସ୍ତ କାର୍ଯ୍ୟ ସମାପ୍ତ କରି ଗାଲିଲୀକୁ, ନିଜ ନଗର ନାଜରିତକୁ ଫେରିଗଲେ।
40 The child grew, becoming strong, filled with wisdom, and our Father's favor was on him. ଆଉ, ଶିଶୁ ବୃଦ୍ଧି ପାଇବାକୁ ଲାଗିଲେ ଓ ଜ୍ଞାନରେ ପୂର୍ଣ୍ଣ ହେଉ ହେଉ ଶକ୍ତିମାନ ହେଲେ, ପୁଣି, ଈଶ୍ବରଙ୍କ ଅନୁଗ୍ରହ ତାହାଙ୍କ ଉପରେ ଥିଲା।
41 Now his parents went to Jerusalem every year at the Feast of Passover. ତାହାଙ୍କ ପିତାମାତା ପ୍ରତିବର୍ଷ ନିସ୍ତାର ପର୍ବ ସମୟରେ ଯିରୂଶାଲମ ସହରକୁ ଯାଉଥିଲେ।
42 When he was twelve years old, they went up according to the custom of the feast. ତାହାଙ୍କର ବାର ବର୍ଷ ସମୟରେ ସେମାନେ ପର୍ବର ରୀତି ଅନୁସାରେ ସେଠାକୁ ଯାତ୍ରା କଲେ।
43 When the festival ended and they left for home, the boy Jesus stayed behind in Jerusalem, unknown to his parents. ପର୍ବର ସମୟ ସମାପ୍ତ କରି ଯେତେବେଳେ ସେମାନେ ଫେରିଆସୁଥିଲେ, ସେତେବେଳେ ବାଳକ ଯୀଶୁ ଯିରୂଶାଲମ ସହରରେ ରହିଗଲେ, ଆଉ ତାହାଙ୍କ ପିତାମାତା ତାହା ଜାଣି ନ ଥିଲେ।
44 Thinking he was in the group, they traveled a day's journey, then searched for him among relatives and acquaintances. କିନ୍ତୁ ସେ ସହଯାତ୍ରୀମାନଙ୍କ ସଙ୍ଗରେ ଅଛନ୍ତି ବୋଲି ମନେ କରି ସେମାନେ ଦିନକର ବାଟ ଚାଲିଗଲେ, ପୁଣି, ସମ୍ପର୍କୀୟ ଓ ପରିଚିତ ଲୋକଙ୍କ ମଧ୍ୟରେ ତାହାଙ୍କୁ ଖୋଜିବାକୁ ଲାଗିଲେ,
45 When they did not find him, they returned to Jerusalem, searching for him. ଆଉ ତାହାଙ୍କୁ ନ ପାଇ ଖୋଜୁ ଖୋଜୁ ଯିରୂଶାଲମ ସହରକୁ ଫେରିଗଲେ।
46 After three days they found him in the temple, sitting among the teachers, listening to them and asking them questions. ତିନି ଦିନ ପରେ ସେମାନେ ତାହାଙ୍କୁ ମନ୍ଦିରରେ ପାଇଲେ; ସେ ପଣ୍ଡିତମାନଙ୍କ ମଧ୍ୟରେ ବସି ସେମାନଙ୍କ କଥା ଶୁଣୁଥିଲେ ଓ ସେମାନଙ୍କୁ ପ୍ରଶ୍ନ ପଚାରୁଥିଲେ,
47 All who heard him were amazed at his understanding and his answers. ଆଉ ଯେତେ ଲୋକ ତାହାଙ୍କ କଥା ଶୁଣୁଥିଲେ, ସମସ୍ତେ ତାହାଙ୍କ ବୁଦ୍ଧି ଓ ଉତ୍ତରରେ ଆଚମ୍ଭିତ ହେଉଥିଲେ।
48 When his parents saw him, they were astonished. His mother said, "Child, why have you done this to us? Look, your father and I have been anguished, searching for you." ସେମାନେ ତାହାଙ୍କୁ ଦେଖି ଆଶ୍ଚର୍ଯ୍ୟାନ୍ୱିତ ହେଲେ, ଆଉ ତାହାଙ୍କର ମାତା ତାହାଙ୍କୁ କହିଲେ, ପୁଅରେ, ଆମ୍ଭମାନଙ୍କ ପ୍ରତି କାହିଁକି ଏପରି ବ୍ୟବହାର କଲୁ? ଦେଖ୍, ତୋର ବାପା ଓ ମୁଁ ଅତିଶୟ ବ୍ୟାକୁଳ ହୋଇ ତୋତେ ଖୋଜୁଥିଲୁ।
49 He said to them, "Why were you searching for me? Didn't you know I must be in my Father's house?" ଏଥିରେ ସେ ସେମାନଙ୍କୁ କହିଲେ, “କାହିଁକି ତୁମ୍ଭେମାନେ ମୋତେ ଖୋଜୁଥିଲ? ମୋହର ପିତାଙ୍କ ଗୃହରେ ରହିବା ଯେ ମୋହର କର୍ତ୍ତବ୍ୟ, ଏହା କଅଣ ଜାଣି ନ ଥିଲ?”
50 But they did not understand the saying that he spoke to them. କିନ୍ତୁ ସେ ସେମାନଙ୍କୁ ଯେଉଁ କଥା କହିଲେ, ତାହା ସେମାନେ ବୁଝିଲେ ନାହିଁ।
51 Then he went down with them and came to Nazareth, remaining obedient to them. His mother kept all these things in her heart. ପରେ ସେ ସେମାନଙ୍କ ସାଙ୍ଗରେ ଫେରି ନାଜରିତକୁ ଆସିଲେ ଓ ସେମାନଙ୍କ ବାଧ୍ୟ ହୋଇ ରହିଲେ; ପୁଣି, ତାହାଙ୍କ ମାତା ଏହି ସମସ୍ତ କଥା ସାବଧାନ ରୂପେ ଆପଣା ହୃଦୟରେ ରଖିଲେ।
52 Jesus increased in wisdom and stature and in favor with our Father and with people. ଆଉ, ଯୀଶୁ ଜ୍ଞାନରେ ଓ ଶରୀରରେ, ପୁଣି, ଈଶ୍ବରଙ୍କ ଓ ମନୁଷ୍ୟମାନଙ୍କ ଅନୁଗ୍ରହରେ ବୃଦ୍ଧି ପାଇଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]