Skip to content
The Believer's Library

Indian Revised Version(IRV) Odia - 2021

Luke 20 IRVOry

Show IRVOry only
Verse × ×
1 One of those days, as Jesus taught the people in the temple and preached good news, the chief priests and scribes came up with the elders, ଏଥିମଧ୍ୟରେ ଦିନେ ଯୀଶୁ ଯେତେବେଳେ ମନ୍ଦିରରେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ସୁସମାଚାର ପ୍ରଚାର କରୁଥିଲେ, ସେତେବେଳେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ପ୍ରାଚୀନମାନଙ୍କ ସହିତ ଆସି ତାହାଙ୍କୁ କହିଲେ,
2 and asked him, "Tell us by what authority you do these things, or who gave you this authority." ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ, ଅବା, ଯେ ତୁମ୍ଭକୁ ଏ ଅଧିକାର ଦେଲା, ସେ କିଏ, ଆମ୍ଭମାନଙ୍କୁ କୁହ?
3 He answered them, "I also will ask you a question. Tell me: କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ମୋତେ କୁହ,
4 Was the baptism of John from heaven, or from man?" ଯୋହନଙ୍କର ବାପ୍ତିସ୍ମ ସ୍ୱର୍ଗରୁ ନା ମନୁଷ୍ୟଠାରୁ ଥିଲା?”
5 They discussed among themselves: "If we say, 'From heaven,' he'll say, 'Why didn't you believe him?' ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ କହିବେ, ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ?
6 But if we say 'From man,' all the people will stone us, for they're convinced John was a prophet." କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକ ସମସ୍ତେ ଆମ୍ଭମାନଙ୍କୁ ପଥର ଫୋପାଡ଼ି ମାରିପକାଇବେ, କାରଣ ଯୋହନ ଯେ ଜଣେ ଭାବବାଦୀ, ଏହା ସେମାନଙ୍କର ଦୃଢ଼ ବିଶ୍ୱାସ।
7 So they answered that they did not know where it came from. ଏଣୁ ତାହା କେଉଁଠାରୁ ହେଲା, ଏହା ଜାଣି ନାହୁଁ ବୋଲି ସେମାନେ ଉତ୍ତର ଦେଲେ।
8 And Jesus said to them, "Neither will I tell you by what authority I do these things." ଯୀଶୁ ସେମାନଙ୍କୁ କହିଲେ, “ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ।”
9 He began telling the people this parable: A man planted a vineyard, leased it to tenants, then went abroad for a long time. ଏହାପରେ ସେ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତ କହିବାକୁ ଲାଗିଲେ। “ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହା କୃଷକମାନଙ୍କୁ ଭାଗରେ ଦେଇ ବହୁକାଳ ନିମନ୍ତେ ବିଦେଶକୁ ଗଲେ।
10 "At harvest he sent a servant to the tenant farmers for his share of the vineyard's fruit, but they beat him and sent him away empty-handed. ଆଉ କୃଷକମାନେ ଯେପରି ତାହାଙ୍କୁ ଦ୍ରାକ୍ଷାକ୍ଷେତ୍ରର ଫଳରୁ ଭାଗ ଦିଅନ୍ତି, ଏଥିନିମନ୍ତେ ସେ ଜଣେ ଦାସକୁ ଉପଯୁକ୍ତ ସମୟରେ ସେମାନଙ୍କ ନିକଟକୁ ପଠାଇଲେ, କିନ୍ତୁ ସେହି କୃଷକମାନେ ତାହାକୁ ପ୍ରହାର କରି ଶୂନ୍ୟ ହସ୍ତରେ ଫେରାଇଦେଲେ।
11 He sent another servant; they beat him too, humiliated him, and sent him away empty-handed. ସେ ପୁଣି, ଆଉ ଜଣେ ଦାସକୁ ପଠାଇଲେ; ସେମାନେ ତାହାକୁ ମଧ୍ୟ ପ୍ରହାର ଓ ଅପମାନ କରି ଶୂନ୍ୟ ହସ୍ତରେ ଫେରାଇଦେଲେ;
12 And he sent yet a third, but they wounded this one too and threw him out. ପରେ ସେ ତୃତୀୟ ଜଣକୁ ମଧ୍ୟ ପଠାଇଲେ; କିନ୍ତୁ ସେମାନେ ତାହାକୁ ସୁଦ୍ଧା କ୍ଷତବିକ୍ଷତ କରି ବାହାରେ ଫୋପାଡ଼ିଦେଲେ।
13 The vineyard owner said, 'What should I do? I will send my beloved son; perhaps they will respect him.' ସେଥିରେ ଦ୍ରାକ୍ଷାକ୍ଷେତ୍ରର ମାଲିକ କହିଲେ, ମୁଁ କଅଣ କରିବି? ମୋହର ପ୍ରିୟ ପୁତ୍ରକୁ ପଠାଇବି, କେଜାଣି ସେମାନେ ତାହାକୁ ମାନ୍ୟ କରିବେ।
14 But seeing him, the tenants reasoned among themselves: 'This is the heir. Let's kill him, so the inheritance becomes ours.' ମାତ୍ର କୃଷକମାନେ ତାହାଙ୍କୁ ଦେଖି ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଏ ତ ଉତ୍ତରାଧିକାରୀ, ଏହାକୁ ବଧ କରିବା, ଯେପରି ଅଧିକାର ଆମ୍ଭମାନଙ୍କର ହେବ।
15 They threw him out of the vineyard and killed him. What then will the vineyard owner do to them? ଆଉ ସେମାନେ ତାହାଙ୍କୁ ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇ ବଧ କଲେ। ଅତଏବ ଦ୍ରାକ୍ଷାକ୍ଷେତ୍ରର ମାଲିକ ସେମାନଙ୍କ ପ୍ରତି କଅଣ କରିବେ?
16 "He will come, destroy those tenants, and give the vineyard to others." Hearing this, they said, "Impossible!" ସେ ଆସି ଏହି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଦେବେ। ଏହା ଶୁଣି ସେମାନେ କହିଲେ, ତାହା ନ ହେଉ।”
17 He looked straight at them and asked, "Then what is this that's written: 'The stone the builders rejected became the cornerstone'? କିନ୍ତୁ ସେ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ତେବେ ଏହି ଯେଉଁ ବାକ୍ୟ ଲେଖାଅଛି, ତାହାର ଅର୍ଥ କଅଣ, ‘ଗୃହନିର୍ମାଣକାରୀମାନେ ଯେଉଁ ପଥରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହେଲା?’
18 Everyone who falls on that stone will be broken to pieces, and when it falls on anyone, it will crush him." ଯେ କେହି ସେହି ପଥର ଉପରେ ପଡ଼ିବ, ସେ ଖଣ୍ଡବିଖଣ୍ଡ ହେବ, ପୁଣି, ସେହି ପଥର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୁର୍ଣ୍ଣବିଚୂର୍ଣ୍ଣ କରିବ।”
19 The scribes and chief priests wanted to arrest him then and there, knowing he'd told this parable against them—but they feared the people. ଏଥିରେ ଶାସ୍ତ୍ରୀ ଓ ପ୍ରଧାନ ଯାଜକମାନେ ସେହି ମୁହୂର୍ତ୍ତରେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କଲେ, କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ।
20 Watching closely, they sent spies pretending to be honest, to catch him in his words, so as to hand him over to the governor's rule and authority. ସେଥିରେ ସେମାନେ ଯୀଶୁଙ୍କୁ ରାଜ୍ୟପାଳଙ୍କ ହାତରେ ଓ ଶାସନକର୍ତ୍ତାଙ୍କ ଶାସନର ଅଧୀନରେ ସମର୍ପଣ କରିବା ନିମନ୍ତେ ସୁଯୋଗ ଖୋଜି ଯୀଶୁଙ୍କ କଥାର ଭୁଲ୍ ଧରିବା ଉଦ୍ଦେଶ୍ୟରେ ଯେଉଁମାନେ କପଟରେ ନିଜ ନିଜକୁ ଧାର୍ମିକ ବୋଲି ଦେଖାଉଥିବା ଚୋରମାନଙ୍କୁ ପଠାଇଲେ।
21 They asked him, "Teacher, we know you speak and teach rightly, favor no one, but truly teach God's way. ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ଠିକ୍ କଥା କହନ୍ତି ଓ ଶିକ୍ଷା ଦିଅନ୍ତି, ପୁଣି, କାହାରି ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ବରଙ୍କ ପଥ ବିଷୟରେ ଶିକ୍ଷା ଦିଅନ୍ତି।
22 Is it lawful for us to pay taxes to Caesar, or not?" କାଇସରଙ୍କୁ କର ଦେବା ଆମ୍ଭମାନଙ୍କର ବିଧିସଙ୍ଗତ କି ନୁହେଁ?
23 But he saw through their cunning and said, କିନ୍ତୁ ଯୀଶୁ ସେମାନଙ୍କ ଚତୁରତା ବୁଝି ସେମାନଙ୍କୁ କହିଲେ, “ମୋତେ ଗୋଟିଏ ମୁଦ୍ରା ଦେଖାଅ।
24 "Show me a coin worth a day's wages. Whose image and inscription is on it?" They said, "Caesar's." ଏଥିରେ କାହାର ମୂର୍ତ୍ତି ଓ ନାମ ଅଛି?” ସେମାନେ କହିଲେ, କାଇସରଙ୍କର।
25 He said to them, "Then give Caesar what's Caesar's, and our Father what's our Father's." ସେଥିରେ ସେ ସେମାନଙ୍କୁ କହିଲେ, ତେବେ ଯାହା କାଇସରଙ୍କର, ତାହା କାଇସରଙ୍କୁ ଦିଅ; ପୁଣି, ଯାହା ଈଶ୍ବରଙ୍କର, ତାହା ଈଶ୍ବରଙ୍କୁ ଦିଅ।
26 They could not trap him in his words before the people, and amazed at his answer, they fell silent. ଏଥିରେ ସେମାନେ ଲୋକମାନଙ୍କ ସାକ୍ଷାତରେ ତାହାଙ୍କ କଥାର ଭୁଲ୍ ଧରି ପାରିଲେ ନାହିଁ, ଆଉ ସେମାନେ ତାହାଙ୍କ ଉତ୍ତରରେ ଆଶ୍ଚର୍ଯ୍ୟ ହୋଇ ନୀରବ ରହିଲେ।
27 Some Sadducees, who deny there is a resurrection, came and asked him, ଏହାପରେ ପୁନରୁତ୍ଥାନକୁ ବିଶ୍ୱାସ କରୁ ନ ଥିବା କେତେକ ସାଦ୍ଦୂକୀ ଯୀଶୁଙ୍କ ନିକଟକୁ ଆସି ପଚାରିଲେ,
28 "Teacher, Moses wrote for us: if a man dies leaving a wife but no children, his brother must marry the widow and raise offspring for him. ହେ ଗୁରୁ, ମୋଶା ଆମ୍ଭମାନଙ୍କ ନିମନ୍ତେ ଲେଖିଅଛନ୍ତି ଯେ, ଯଦି କୌଣସି ଲୋକର ଭାଇ, ସ୍ତ୍ରୀ ଥାଉ ଥାଉ ନିଃସନ୍ତାନ ହୋଇ ମରେ, ତାହାହେଲେ ତାହାର ଭାଇ ତାହାର ସ୍ତ୍ରୀକୁ ଗ୍ରହଣ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ।
29 Now there were seven brothers. The first took a wife and died childless. ଆଚ୍ଛା, ସାତ ଭାଇ ଥିଲେ; ପ୍ରଥମଟି ଗୋଟିଏ ସ୍ତ୍ରୀକୁ ବିବାହ କଲା ଓ ନିଃସନ୍ତାନ ହୋଇ ମଲା;
30 And the second, ପରେ ଦ୍ୱିତୀୟଟି ଓ ତୃତୀୟଟି ତାହାକୁ ଗ୍ରହଣ କଲେ;
31 and the third took her, and likewise all seven left no children and died. ସେହି ପ୍ରକାର ସାତ ଜଣଯାକ ନିଃସନ୍ତାନ ହୋଇ ମଲେ।
32 Finally the woman also died. ଶେଷରେ ସ୍ତ୍ରୀଟି ମଧ୍ୟ ମଲା।
33 At the resurrection, then, whose wife will she be? For all seven had married her." ତେବେ ପୁନରୁତ୍ଥାନରେ ସେମାନଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ? ସାତ ଜଣଯାକ ତ ତାହାକୁ ବିବାହ କରିଥିଲେ।
34 And Jesus said to them, "The people of this age marry and are given in marriage, ଯୀଶୁ ସେମାନଙ୍କୁ କହିଲେ, “ଏହି ଜଗତର ସନ୍ତାନମାନେ ବିବାହ କରନ୍ତି ଓ ବିବାହିତା ହୁଅନ୍ତି,
35 "But those considered worthy to reach that age and the resurrection from the dead neither marry nor are given in marriage. କିନ୍ତୁ ଯେଉଁମାନେ ସେହି ଜଗତ ଓ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଯୋଗ୍ୟ ଗଣିତ ହୁଅନ୍ତି, ସେମାନେ ବିବାହ କରନ୍ତି ନାହିଁ କିମ୍ବା ବିବାହିତା ହୁଅନ୍ତି ନାହିଁ;
36 For they can no longer die, because they are like angels and children of our Father, children of the resurrection. ପୁଣି, ସେମାନେ ଆଉ ମରି ପାରନ୍ତି ନାହିଁ, କାରଣ ସେମାନେ ଦୂତମାନଙ୍କ ପରି ରୁହନ୍ତି ଏବଂ ପୁନରୁତ୍ଥାନର ସନ୍ତାନ ହେବାରୁ ଈଶ୍ବରଙ୍କ ସନ୍ତାନ ଅଟନ୍ତି।
37 But even Moses showed the dead are raised, at the bush passage, calling our Father the God of Abraham and of Isaac and of Jacob. ମାତ୍ର ମୃତମାନେ ଯେ ଉଠିବେ, ଏହା ମୋଶା ମଧ୍ୟ ବୁଦାର ଘଟଣାରେ ପ୍ରଭୁଙ୍କୁ ‘ଅବ୍ରହାମଙ୍କ ଈଶ୍ବର, ଇସ୍‌ହାକଙ୍କ ଈଶ୍ବର ଓ ଯାକୁବଙ୍କ ଈଶ୍ବର’ ବୋଲି କହି ସୂଚନା ଦେଇଅଛନ୍ତି।
38 He isn't God of the dead but of the living, for all are alive to him." ସେ ତ ମୃତମାନଙ୍କ ଈଶ୍ବର ନୁହଁନ୍ତି, ମାତ୍ର ଜୀବିତମାନଙ୍କର; କାରଣ ସମସ୍ତେ ତାହାଙ୍କ ସାକ୍ଷାତରେ ଜୀବିତ ଅଟନ୍ତି।”
39 Then some of the scribes answered, "Teacher, you have spoken well." ସେଥିରେ ଶାସ୍ତ୍ରୀମାନଙ୍କ ମଧ୍ୟରୁ କେତେ ଜଣ ଉତ୍ତର ଦେଲେ, ହେ ଗୁରୁ, ଆପଣ ଠିକ୍ କହିଲେ।
40 For they no longer dared to ask him anything. କାରଣ ସେମାନେ ତାହାଙ୍କୁ କୌଣସି ପ୍ରଶ୍ନ ପଚାରିବାକୁ ଆଉ ସାହସ କଲେ ନାହିଁ।
41 But he said to them, "How can they say that the Christ is the son of David? କିନ୍ତୁ ସେ ସେମାନଙ୍କୁ ପଚାରିଲେ, “ଖ୍ରୀଷ୍ଟ ଯେ ଦାଉଦଙ୍କ ସନ୍ତାନ, ଏହା ଲୋକେ କିପରି କହନ୍ତି?
42 For David himself says in the Psalms, 'Our Father said to my Lord, "Sit at my right hand, କାରଣ ଦାଉଦ ନିଜେ ଗୀତସଂହିତା ପୁସ୍ତକରେ କହନ୍ତି, ‘ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ,
43 until I make your enemies a footstool for your feet."' ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।’
44 David then calls him Lord—how is he his son?" ଅତଏବ ଦାଉଦ ତାହାଙ୍କୁ ପ୍ରଭୁ ବୋଲି କହନ୍ତି; ତେବେ ସେ କିପ୍ରକାରେ ଦାଉଦର ସନ୍ତାନ?”
45 While all the people were listening, he said to his disciples, ପରେ ସେ ସମସ୍ତ ଲୋକଙ୍କ ଆଗରେ ଶିଷ୍ୟମାନଙ୍କୁ କହିଲେ,
46 "Watch out for the scribes, who want to walk in long robes, and love greetings in the marketplaces, the best seats in synagogues, and places of honor at feasts, “ଶାସ୍ତ୍ରୀମାନଙ୍କଠାରୁ ସାବଧାନ! ସେମାନେ ଲମ୍ବା ବସ୍ତ୍ର ପିନ୍ଧି ବୁଲିବାକୁ, ପୁଣି, ହାଟବଜାରରେ ନମସ୍କାର, ସମାଜଗୃହରେ ପ୍ରଧାନ ଆସନ ଓ ଭୋଜିରେ ପ୍ରଧାନ ସ୍ଥାନ ପାଇବାକୁ ଭଲ ପାଆନ୍ତି;
47 who devour widows' houses and pray long prayers for show. They will receive greater condemnation." ସେମାନେ ବିଧବାମାନଙ୍କ ଗୃହସବୁ ଗ୍ରାସ କରନ୍ତି ଓ ଛଳନାରେ ବହୁତ ସମୟ ଧରି ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ଡ ପାଇବେ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]