Skip to content
The Believer's Library

Indian Revised Version(IRV) Odia - 2021

Luke 21 IRVOry

Show IRVOry only
Verse × ×
1 Looking up, Jesus saw the rich putting their gifts into the temple treasury. ଏହାପରେ ଯୀଶୁ ଦୃଷ୍ଟିପାତ କରି ଧନୀ ଲୋକମାନଙ୍କୁ ଭଣ୍ଡାରରେ ନିଜ ନିଜର ଦାନ ପକାଉଥିବା ଦେଖିଲେ।
2 He also saw a poor widow putting in two small copper coins. ଆଉ ସେ ଜଣେ ଦରିଦ୍ର ବିଧବାକୁ ସେଥିରେ ଦୁଇଟି କ୍ଷୁଦ୍ର ମୁଦ୍ରା ପକାଉଥିବା ଦେଖି କହିଲେ,
3 "Truly I tell you," he said, "this poor widow has put in more than all the others. “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ଦରିଦ୍ର ବିଧବା ସମସ୍ତଙ୍କଠାରୁ ଅଧିକ ପକାଇଅଛି,
4 For all these gave gifts from their surplus, but she gave from her poverty all she had to live on." କାରଣ ଧନୀମାନେ ଦାନ ସଂଗ୍ରହ ବାକ୍ସରେ ନିଜ ନିଜର ବଳକା ଧନରୁ କିଛି କିଛି ପକାଇଲେ, କିନ୍ତୁ ଦରିଦ୍ର ବିଧବା ନିଜର ଅଭାବ ଅବସ୍ଥାରେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ଯାହା କିଛି ଥିଲା, ସେହିସବୁ ପକାଇଲା।”
5 As some were speaking of the temple, decorated with fine stones and gifts dedicated to our Father, he said: ଆଉ କେହି କେହି ମନ୍ଦିରଟି ସୁନ୍ଦର ସୁନ୍ଦର ପଥର ଓ ଦାନ ପଦାର୍ଥ ସମୂହରେ ସୁସଜ୍ଜିତ ହୋଇଅଛି ବୋଲି କହିବାରୁ ଯୀଶୁ କହିଲେ,
6 "As for what you're looking at, days are coming when not one stone will be left on another—every one will be thrown down." “ତୁମ୍ଭେମାନେ ଏହି ଯାହାସବୁ ଦେଖୁଅଛ, ସମୟ ଆସିବ, ଯେତେବେଳେ ଗୋଟିଏ ପଥର ଅନ୍ୟ ପଥର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍‍ ହେବ।”
7 "Teacher," they asked, "when will these things happen, and what sign will show these things are about to happen?" ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ତେବେ ଏସବୁ କେବେ ଘଟିବ? ପୁଣି, ଯେଉଁ ସମୟରେ ଏହିସବୁ ଘଟଣା ସନ୍ନିକଟ ହେବ, ସେ ସମୟର ଚିହ୍ନ କଅଣ?
8 "Watch out, don't be deceived," he said. "Many will come in my name, saying, 'I am he,' and, 'The time is near.' Don't follow them. ସେଥିରେ ଯୀଶୁ କହିଲେ, “ସାବଧାନ, ତୁମ୍ଭେମାନେ ଯେପରି ଭ୍ରାନ୍ତ ନ ହୁଅ; କାରଣ ଅନେକ ଲୋକ ମୋ ନାମରେ ଆସି, ମୁଁ ସେ ଓ ସମୟ ସନ୍ନିକଟ ବୋଲି କହିବେ; ସେମାନଙ୍କ ପଛରେ ଯାଅ ନାହିଁ।
9 When you hear of wars and revolts, don't panic. These must come first, but the end won't follow at once." ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧ ଓ ବିପ୍ଳବ ବିଷୟ ଶୁଣିବ, ସେତେବେଳେ ଭୟ କର ନାହିଁ; କାରଣ ଏହି ସମସ୍ତ ଅବଶ୍ୟ ପ୍ରଥମରେ ଘଟିବ, କିନ୍ତୁ ସଙ୍ଗେ ସଙ୍ଗେ ଯୁଗ ଶେଷ ହେବ ନାହିଁ।”
10 Then he said to them, "Nation will rise against nation, and kingdom against kingdom. ତାହା ପରେ ସେ ସେମାନଙ୍କୁ କହିଲେ, “ଜାତି ବିରୁଦ୍ଧରେ ଜାତି ଓ ରାଜ୍ୟ ବିରୁଦ୍ଧରେ ରାଜ୍ୟ ଉଠିବ,
11 Great earthquakes will strike, with famines and plagues in various places, and terrors and great signs from heaven. ଆଉ ମହା ଭୂମିକମ୍ପ ଓ ବିଭିନ୍ନ ସ୍ଥାନରେ ମହାମାରୀ ଓ ଦୁର୍ଭିକ୍ଷ ହେବ, ପୁଣି, ଆକାଶମଣ୍ଡଳରେ ଭୟଙ୍କର ଦୃଶ୍ୟ ଓ ମହା ମହାଲକ୍ଷଣ ଦେଖାଯିବ।
12 But before all this, they'll grab you and persecute you, handing you over to synagogues and prisons, hauling you before kings and governors because of my name. କିନ୍ତୁ ଏହି ସମସ୍ତ ଘଟଣା ପୂର୍ବେ ଲୋକମାନେ ତୁମ୍ଭମାନଙ୍କୁ ଧରିବେ ଏବଂ ସମାଜଗୃହ ଓ କାରାଗାରରେ ତୁମ୍ଭମାନଙ୍କୁ ସମର୍ପଣ କରି ତାଡ଼ନା କରିବେ, ଆଉ ମୋ ନାମ ସକାଶେ ତୁମ୍ଭେମାନେ ରାଜା ଓ ଶାସନକର୍ତ୍ତାମାନଙ୍କ ନିକଟକୁ ନିଆଯିବ;
13 This will be your opportunity to bear witness. ଏହା ତୁମ୍ଭମାନଙ୍କ ସପକ୍ଷରେ ସାକ୍ଷ୍ୟ ହେବ।
14 So settle in your hearts not to prepare your defense beforehand, ଅତଏବ କଅଣ ଉତ୍ତର ଦେବ, ସେ ବିଷୟରେ ପୂର୍ବରୁ ଚିନ୍ତା ନ କରିବାକୁ ଆପଣା ଆପଣା ମନରେ ସ୍ଥିର କର;
15 for I will give you words and wisdom no opponent can resist or refute. କାରଣ ମୁଁ ତୁମ୍ଭମାନଙ୍କୁ ଏପରି ବାକ୍ୟ ଓ ଜ୍ଞାନ ଦେବି ଯେ, ତୁମ୍ଭମାନଙ୍କର ସମସ୍ତ ବିପକ୍ଷ ଲୋକ ସେଥିର ପ୍ରତିରୋଧ ବା ପ୍ରତିବାଦ କରିପାରିବେ ନାହିଁ।
16 You will be betrayed even by parents and brothers and relatives and friends, and they will kill some of you. କିନ୍ତୁ ତୁମ୍ଭେମାନେ ପିତାମାତା, ଭାଇ, ସମ୍ପର୍କୀୟ ଓ ବନ୍ଧୁମାନଙ୍କ ଦ୍ୱାରା ସୁଦ୍ଧା ସମର୍ପିତ ହେବ, ଆଉ ତୁମ୍ଭମାନଙ୍କ ମଧ୍ୟରୁ ଲୋକମାନେ କାହାରି କାହାରିକୁ ହତ୍ୟା କରିବେ,
17 You will be hated by everyone for my name's sake. ପୁଣି, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ।
18 But not a hair of your head will perish. କିନ୍ତୁ ତୁମ୍ଭମାନଙ୍କ ମସ୍ତକର କେଶ ହିଁ ନଷ୍ଟ ହେବ ନାହିଁ;
19 By your endurance you will gain your lives." ସହିଷ୍ଣୁତା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ଜୀବନ ଲାଭ କରିବ।”
20 "When you see Jerusalem surrounded by armies, then know that its desolation has drawn near. “କିନ୍ତୁ ତୁମ୍ଭେମାନେ ଯେତେବେଳେ ଯିରୂଶାଲମ ସହରକୁ ସୈନ୍ୟସାମନ୍ତ ଘେରିଥିବା ଦେଖିବ, ସେତେବେଳେ ତାହା ଧ୍ୱଂସ ହେବା ଯେ ସନ୍ନିକଟ, ଏହା ଜାଣ।
21 Then let those in Judea flee to the mountains, let those in the city leave, and let those in the countryside not enter it, ସେତେବେଳେ ଯେଉଁମାନେ ଯିହୂଦିୟା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଆନ୍ତୁ; ପୁଣି, ଯେଉଁମାନେ ନଗର ମଧ୍ୟରେ ଥାଆନ୍ତି, ସେମାନେ ପ୍ରସ୍ଥାନ କରନ୍ତୁ; ଆଉ, ଯେଉଁମାନେ ଗ୍ରାମଗୁଡ଼ିକରେ ଥାଆନ୍ତି, ସେମାନେ ନଗରରେ ପ୍ରବେଶ ନ କରନ୍ତୁ;
22 for these are days of judgment, when all that is written will be fulfilled. କାରଣ ଲିଖିତ ବିଷୟସବୁ ସଫଳ ହେବା ନିମନ୍ତେ ତାହା ସମୁଚିତ ଦଣ୍ଡର ସମୟ ଅଟେ।
23 How terrible it will be for pregnant women and nursing mothers in those days! For great distress will fall on the land, and wrath against this people. ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର! କାରଣ ଦେଶରେ ମହା ବିପଦ ଓ ଏହି ଜାତି ପ୍ରତି କ୍ରୋଧ ଘଟିବ,
24 They will fall by the edge of the sword and be led captive into all nations. Jerusalem will be trampled by the nations until the times of the nations are fulfilled." ଆଉ ସେମାନେ ଖଡ୍ଗରେ ହତ ହେବେ ଓ ବନ୍ଦୀ ହୋଇ ସମସ୍ତ ଅଣଯିହୁଦୀ ମଧ୍ୟକୁ ନିଆଯିବେ, ପୁଣି, ଅଣଯିହୁଦୀମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯିରୂଶାଲମ ସେମାନଙ୍କର ପଦଦଳିତ ହୋଇ ରହିବ।”
25 "There will be signs in sun, moon, and stars, and on earth, nations in distress, confused by the sea's roar and surge. “ପୁଣି, ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ରମାଳାରେ ଲକ୍ଷଣ ଦେଖାଯିବ, ଆଉ ପୃଥିବୀରେ ଜାତିମାନଙ୍କ ମଧ୍ୟରେ କ୍ଲେଶ ଘଟିବ; ସମୁଦ୍ର ଓ ତରଙ୍ଗର ତର୍ଜନଗର୍ଜନ ହେତୁ ସେମାନେ ଅବାକ୍ ହେବେ,
26 People fainting from fear, dreading what's coming on the world, for the powers of the heavens will be shaken. ପୁଣି, ଜଗତ ଉପରେ ଆସୁଥିବା ଘଟଣା ସବୁକୁ ଅପେକ୍ଷା କରି ଲୋକେ ମୂର୍ଚ୍ଛିତ ହେବେ, କାରଣ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବ।
27 Then they will see the Son of Man coming in a cloud with power and great glory. ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ମେଘରେ ଆଗମନ କରିବା ଦେଖିବେ।
28 When these things start, straighten up and lift your heads, for your redemption is near." କିନ୍ତୁ ଏହି ସମସ୍ତ ଘଟଣା ଆରମ୍ଭ ହେଲେ ତୁମ୍ଭେମାନେ ଉପରକୁ ଅନାଅ ଓ ମସ୍ତକ ଉଠାଅ, ଯେଣୁ ତୁମ୍ଭମାନଙ୍କର ମୁକ୍ତି ସନ୍ନିକଟ।”
29 Then he told them a parable: "Look at the fig tree and all the trees. ଆଉ ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ କହିଲେ, “ଡିମ୍ବିରି ପୁଣି, ସମସ୍ତ ବୃକ୍ଷ ପ୍ରତି ଦୃଷ୍ଟିପାତ କର;
30 When they sprout leaves, you see for yourselves and know summer is already near. ଯେତେବେଳେ ସେଗୁଡ଼ିକ ପଲ୍ଲବିତ ହୁଏ, ସେତେବେଳେ ତୁମ୍ଭେମାନେ ତାହା ଦେଖି ଗ୍ରୀଷ୍ମକାଳ ସନ୍ନିକଟ ହେଲାଣି ବୋଲି ନିଜେ ନିଜେ ଜାଣିଥାଅ;
31 Likewise, when you see these things happen, know the kingdom of our Father is near. ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଘଟଣା ଦେଖିଲେ ଈଶ୍ବରଙ୍କ ରାଜ୍ୟ ଯେ ସନ୍ନିକଟ, ଏହା ଜାଣ।
32 Truly I tell you, this generation will not pass away until all these things have taken place. ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ।
33 Heaven and earth will pass away, but my words will never pass away." ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।”
34 "Watch yourselves, or your hearts will be weighed down by wild living, drunkenness, and life's worries, and that day will spring on you suddenly, like a trap. “କିନ୍ତୁ ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ ପୁଣି, ଜୀବିକା ସମ୍ବନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହି ଦିନ ହଠାତ୍‍ ତୁମ୍ଭମାନଙ୍କ ଉପରେ ପଡ଼େ;
35 For it will come upon everyone living on the face of the whole earth. କାରଣ ତାହା ଫାନ୍ଦ ସ୍ୱରୂପେ ସମଗ୍ର ପୃଥିବୀନିବାସୀ ସମସ୍ତଙ୍କ ଉପରେ ଆସିବ।
36 Keep watch at all times, praying for strength to escape everything about to happen, and to stand before the Son of Man." କିନ୍ତୁ ତୁମ୍ଭେମାନେ ଯେପରି ଏହି ସମସ୍ତ ଆଗାମୀ ଘଟଣାରୁ ରକ୍ଷା ପାଇବାକୁ ଓ ମନୁଷ୍ୟପୁତ୍ରଙ୍କ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହୁଅ, ଏନିମନ୍ତେ ସର୍ବଦା ପ୍ରାର୍ଥନା କରି ଜାଗି ରୁହ।”
37 By day he taught in the temple; at night he went out and stayed on the Mount of Olives. ସେ ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେଉଥିଲେ, ପୁଣି, ପ୍ରତି ରାତ୍ରି ବାହାରିଯାଇ ଜୀତପର୍ବତରେ ରହୁଥିଲେ।
38 All the people would come to him at dawn in the temple to hear him. ଆଉ ସମସ୍ତ ଲୋକ ମନ୍ଦିରରେ ଯୀଶୁଙ୍କର ଶିକ୍ଷା ଶୁଣିବା ନିମନ୍ତେ ଅତି ସକାଳୁ ତାହାଙ୍କ ନିକଟକୁ ଆସୁଥିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]