Skip to content
The Believer's Library

Indian Revised Version(IRV) Odia - 2021

Luke 22 IRVOry

Show IRVOry only
Verse × ×
1 Now the Feast of Bread Without Yeast, called Passover, was approaching. ନିସ୍ତାର ପର୍ବ ନାମକ ଖମୀରଶୂନ୍ୟ ରୁଟିର ପର୍ବ ନିକଟ ହୋଇ ଆସୁଥିଲା।
2 The chief priests and the scribes were looking for a way to kill him, because they feared the people. ଆଉ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ, କିପରି ଯୀଶୁଙ୍କୁ ବିନାଶ କରିପାରନ୍ତି, ସେଥିର ଉପାୟ ଖୋଜୁଥିଲେ, କାରଣ ସେମାନେ ଲୋକମାନଙ୍କୁ ଭୟ କରୁଥିଲେ।
3 Then Satan entered into Judas, the one called Iscariot, who was one of the twelve. ସେତେବେଳେ ବାରଜଣଙ୍କ ସଂଖ୍ୟା ମଧ୍ୟରେ ଥିବା ଇଷ୍କାରିୟୋତୀୟ ନାମକ ଯିହୂଦାଠାରେ ଶୟତାନ ପ୍ରବେଶ କଲା;
4 He went and conferred with the chief priests and temple officers how he might betray him to them. ଆଉ ଯିହୂଦା ଯାଇ, କି ଉପାୟରେ ଯୀଶୁଙ୍କୁ ପ୍ରଧାନ ଯାଜକ ଓ ସେନାପତିମାନଙ୍କ ହାତରେ ଧରାଇଦେବ, ତାହା ସେମାନଙ୍କ ସହିତ କଥାବାର୍ତ୍ତା କଲା।
5 They were glad and agreed to give him money. ସେଥିରେ ସେମାନେ ଆନନ୍ଦିତ ହେଲେ ଓ ତାହାକୁ ଟଙ୍କା ଦେବା ପାଇଁ ଚୁକ୍ତି କଲେ।
6 He agreed and began looking for an opportunity to betray him to them away from the crowd. ଆଉ ଯିହୂଦା ଏକମତ ହୋଇ ଲୋକମାନଙ୍କ ଅନୁପସ୍ଥିତିରେ ଯୀଶୁଙ୍କୁ ସେମାନଙ୍କ ହାତରେ ଧରାଇ ଦେବା ନିମନ୍ତେ ସୁଯୋଗ ଖୋଜିବାକୁ ଲାଗିଲା।
7 Then the day of Unleavened Bread arrived, when the Passover lamb had to be sacrificed. ପରେ ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରିବାକୁ ହୁଏ, ଖମୀରଶୂନ୍ୟ ରୁଟି ପର୍ବର ସେହି ଦିନ ଉପସ୍ଥିତ ହେଲା;
8 Jesus sent Peter and John, saying, "Go prepare the Passover for us to eat." ଆଉ ସେ ପିତର ଓ ଯୋହନଙ୍କୁ ଏହା କହି ପଠାଇଲେ, “ଆମ୍ଭେମାନେ ଯେପରି ଭୋଜନ କରିପାରିବୁ, ଏଥିପାଇଁ ତୁମ୍ଭେମାନେ ଯାଇ ଆମ୍ଭମାନଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କର।”
9 They said to him, "Where do you want us to prepare it?" ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ଆମ୍ଭେମାନେ କେଉଁ ସ୍ଥାନରେ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି?
10 He said, "Once you enter the city, a man carrying a jar of water will meet you. Follow him into the house he enters, ଯୀଶୁ ସେମାନଙ୍କୁ କହିଲେ, “ଦେଖ, ତୁମ୍ଭେମାନେ ନଗରରେ ପ୍ରବେଶ କରନ୍ତେ ଜଳକୁମ୍ଭ ଘେନି ଯାଉଥିବା ଜଣେ ଲୋକ ତୁମ୍ଭମାନଙ୍କୁ ଭେଟିବ; ସେ ଯେଉଁ ଗୃହରେ ପ୍ରବେଶ କରିବ, ତାହାର ପଛେ ପଛେ ଯାଇ ଗୃହର କର୍ତ୍ତାଙ୍କୁ କହିବ,
11 "and tell the owner of the house, 'The Teacher says to you: Where is the guest room where I may eat the Passover with my disciples?' ‘ଗୁରୁ ଆପଣଙ୍କୁ ପଚାରୁଅଛନ୍ତି, ମୁଁ ମୋହର ଶିଷ୍ୟମାନଙ୍କ ସହିତ ଯେଉଁଠାରେ ନିସ୍ତାର ପର୍ବର ଭୋଜ ପାଳନ କରିବି, ସେହି ଅତିଥିଶାଳା କାହିଁ?’
12 And he will show you a large upper room, furnished; prepare it there." ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଗୋଟିଏ ଉପରିସ୍ଥ ବୃହତ କୋଠରୀ ଦେଖାଇଦେବେ; ସେ ସ୍ଥାନରେ ପ୍ରସ୍ତୁତ କର।”
13 They went and found it just as he had told them, and they prepared the Passover. ଆଉ, ସେହି ଦୁଇ ଜଣ ଶିଷ୍ୟ ଯାଇ, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ।
14 When the hour came, he reclined at table, and the apostles with him. ପୁଣି, ନିସ୍ତାର ପର୍ବର ସମୟ ଉପସ୍ଥିତ ହୁଅନ୍ତେ, ଯୀଶୁ ଓ ତାହାଙ୍କ ସଙ୍ଗେ ପ୍ରେରିତମାନେ ଭୋଜନ କରିବାକୁ ବସିଲେ।
15 He told them, "I have deeply longed to eat this Passover with you before I suffer. ଆଉ ସେ ସେମାନଙ୍କୁ କହିଲେ, “ମୋହର ଦୁଃଖଭୋଗ ପୂର୍ବେ ମୁଁ ତୁମ୍ଭମାନଙ୍କ ସହିତ ଏହି ନିସ୍ତାରଭୋଜ ପାଳନ କରିବାକୁ ଏକାନ୍ତ ବାଞ୍ଛା କଲି।
16 For I tell you, I won't eat it until it's fulfilled in the kingdom of our Father." କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବରଙ୍କ ରାଜ୍ୟରେ ଏହା ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ମୁଁ ଆଉ କେବେ ହେଁ ତାହା ଭୋଜନ କରିବି ନାହିଁ।”
17 Taking a cup and giving thanks, he said, "Take this and divide it among yourselves. ପୁଣି, ସେ ପାନପାତ୍ର ଗ୍ରହଣ କରି ଧନ୍ୟବାଦ ଦେଇ କହିଲେ, “ଏହା ନେଇ ଆପଣା ଆପଣା ମଧ୍ୟରେ ଭାଗ କର,
18 For I tell you, from now on I will not drink the vine's fruit until our Father's kingdom comes." କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବରଙ୍କ ରାଜ୍ୟ ନ ଆସିବା ପର୍ଯ୍ୟନ୍ତ ମୁଁ ଆଜିଠାରୁ ଦ୍ରାକ୍ଷାଫଳର ରସ ଆଉ ପାନ କରିବି ନାହିଁ।”
19 He took bread, gave thanks, broke it, and gave it to them, saying, "This is my body, given for you. Do this in memory of me." ପୁଣି, ସେ ରୁଟି ଘେନି ଧନ୍ୟବାଦ ଦେଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, “ତୁମ୍ଭମାନଙ୍କ ନିମନ୍ତେ ଦତ୍ତ ହେଉଥିବା ମୋହର ଶରୀର ଏହି; ମୋତେ ସ୍ମରଣ କରିବା ନିମନ୍ତେ ଏହା କର।”
20 He did the same with the cup after supper: "This cup is the new covenant in my blood, poured out for you. ଭୋଜନ ଉତ୍ତାରେ ସେହିପରି ସେ ପାନପାତ୍ର ଘେନି କହିଲେ, “ଏହି ପାନପାତ୍ର ତୁମ୍ଭମାନଙ୍କ ନିମନ୍ତେ ପାତିତ ହେଉଥିବା ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ।
21 But look—the hand of the one who betrays me is with me on the table. କିନ୍ତୁ ଦେଖ, ଯେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରୁଅଛି, ତାହାର ହସ୍ତ ମୋʼ ସହିତ ମେଜ ଉପରେ ଅଛି।
22 The Son of Man goes as determined, but woe to that man through whom he is handed over!" କାରଣ ଯେପରି ନିରୂପିତ ହୋଇଅଛି, ମନୁଷ୍ୟପୁତ୍ର ସେହିପରି ପ୍ରୟାଣ କରୁଅଛନ୍ତି ସତ୍ୟ, ତଥାପି ଯେଉଁ ଲୋକ ଦ୍ୱାରା ସେ ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର!”
23 They began asking each other which of them would do this. ତେଣୁ ସେମାନଙ୍କ ମଧ୍ୟରୁ କିଏ ଏହା କରିବାକୁ ଯାଉଅଛି, ସେ ବିଷୟରେ ସେମାନେ ପରସ୍ପର ବାଦାନୁବାଦ କରିବାକୁ ଲାଗିଲେ।
24 A dispute also arose among them about which of them was the greatest. ପୁଣି, ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ବୋଲି ଗଣିତ, ସେ ବିଷୟରେ ସେମାନଙ୍କ ମଧ୍ୟରେ ବିବାଦ ଘଟିଲା।
25 He said to them, "Kings of nations dominate them, and rulers over them are called benefactors. ସେଥିରେ ସେ ସେମାନଙ୍କୁ କହିଲେ, “ଅଣଯିହୁଦୀମାନଙ୍କ ରାଜାମାନେ ସେମାନଙ୍କ ଉପରେ ପ୍ରଭୁତ୍ୱ କରନ୍ତି, ଆଉ ଯେଉଁମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି, ସେମାନେ ଲୋକ-ସେବକ ବୋଲି ଖ୍ୟାତ ହୁଅନ୍ତି।
26 Not so with you: let the greatest among you become like the youngest, the leader like the one serving. କିନ୍ତୁ ତୁମ୍ଭେମାନେ ସେପ୍ରକାର ହୁଅ ନାହିଁ, ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଯେ ଜ୍ୟେଷ୍ଠ, ସେ କନିଷ୍ଠ ପରି ହେଉ, ପୁଣି, ଯେ ନେତା, ସେ ସେବକ ପରି ହେଉ।
27 Who is greater—the guest at the table or the one serving? The guest, isn't it? Yet I am among you as one who serves. କାରଣ କିଏ ଶ୍ରେଷ୍ଠ? ଯେ ଭୋଜନ ନିମନ୍ତେ ମେଜରେ ବସିଅଛି, ନା ଯେ ସେବକ? ଭୋଜନ ନିମନ୍ତେ ମେଜରେ ବସିଅଛି, ସେ କି ଶ୍ରେଷ୍ଠ ନୁହଁନ୍ତି? କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜଣେ ସେବକ ପରି ଅଛି।
28 "You are those who have stayed with me in my trials, ମାତ୍ର ତୁମ୍ଭେମାନେ ମୋହର ସମସ୍ତ ପରୀକ୍ଷାରେ ମୋʼ ସହିତ ରହି ଆସିଅଛ;
29 and I confer on you a kingdom, just as my Father conferred one on me, ଏଣୁ ମୋହର ପିତା ଯେପରି ମୋ ନିମନ୍ତେ ରାଜ୍ୟ ନିରୂପଣ କଲେ, ମୁଁ ମଧ୍ୟ ସେପରି ତୁମ୍ଭମାନଙ୍କ ନିମନ୍ତେ ନିରୂପଣ କରୁଅଛି,
30 so you'll eat and drink at my table in my kingdom, and sit on thrones judging the twelve tribes of Israel." ଯେପରି ତୁମ୍ଭେମାନେ ମୋହର ରାଜ୍ୟରେ ମୋ ମେଜରେ ଭୋଜନପାନ କରିବ, ପୁଣି, ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ।”
31 "Simon, Simon, listen—Satan has demanded to sift all of you like wheat, “ଶିମୋନ, ଶିମୋନ, ଦେଖ, ଗହମକୁ ଚାଲୁଣୀରେ ଚଲାଇବା ପରି ଶୟତାନ ତୁମ୍ଭମାନଙ୍କୁ ଚଲାଇବାକୁ ଅନୁମତି ପାଇଅଛି;
32 but I prayed for you, that your faith not fail. Once you have turned back, strengthen your brothers." କିନ୍ତୁ ତୁମ୍ଭର ବିଶ୍ୱାସ ଯେପରି ଲୋପ ନ ହୁଏ, ଏଥିପାଇଁ ମୁଁ ତୁମ୍ଭ ନିମନ୍ତେ ନିବେଦନ କଲି; ପୁଣି, ତୁମ୍ଭେ ଫେରିଲା ଉତ୍ତାରେ ଆପଣା ଭାଇମାନଙ୍କୁ ସୁସ୍ଥିର କର।”
33 Peter said, "Lord, I'm ready to go with you to prison and death." ମାତ୍ର ସେ ତାହାଙ୍କୁ କହିଲେ, ହେ ପ୍ରଭୁ, ମୁଁ ଆପଣଙ୍କ ସହିତ କାରାଗାରକୁ ଯିବାକୁ ଓ ମୃତ୍ୟୁଭୋଗ କରିବାକୁ ପ୍ରସ୍ତୁତ ଅଛି।
34 Jesus said, "I tell you, Peter: the rooster won't crow today before you deny three times that you know me." କିନ୍ତୁ ସେ କହିଲେ, “ହେ ପିତର, ମୁଁ ତୁମ୍ଭକୁ କହୁଅଛି, ଆଜି କୁକୁଡ଼ା ନ ଡାକୁଣୁ ତୁମ୍ଭେ ଯେ ମୋତେ ଜାଣ, ଏହା ତିନି ଥର ଅସ୍ୱୀକାର କରିବ।”
35 He asked, "When I sent you without money bag, knapsack, or sandals, did you lack anything?" "Nothing," they said. ଆଉ, ସେ ସେମାନଙ୍କୁ କହିଲେ, “ଯେତେବେଳେ ମୁଁ ତୁମ୍ଭମାନଙ୍କୁ ଗାଞ୍ଜିଆ, ଝୋଲି ଓ ଜୋତା ବିନା ପଠାଇଥିଲି, ସେତେବେଳେ ତୁମ୍ଭମାନଙ୍କର କି କିଛି ଅଭାବ ହୋଇଥିଲା?” ସେମାନେ କହିଲେ, କିଛି ନାହିଁ।
36 He said to them, "But now, let the one with a money bag take it, and a knapsack too. Let the one without a sword sell his cloak and buy one. ସେଥିରେ ସେ ସେମାନଙ୍କୁ କହିଲେ, “ମାତ୍ର ଏବେ, ଯାହାର ଟଙ୍କା ରଖିବାର ମୁଣା ଅଛି, ସେ ତାହା ନେଉ, ସେହି ପ୍ରକାରେ ଝୋଲି ମଧ୍ୟ ନେଉ, ଆଉ ଯାହାର ନାହିଁ, ସେ ଆପଣା ବସ୍ତ୍ରଖଣ୍ଡକ ବିକି ଖଣ୍ଡା କିଣୁ।
37 For I tell you this Scripture must be fulfilled in me: 'He was counted among sinners.' For what is written about me is coming true." କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେପରି ଶାସ୍ତ୍ରରେ ଲେଖାଅଛି, ‘ତାହା ମୋʼଠାରେ ସିଦ୍ଧ ହେବା ଆବଶ୍ୟକ; ସେ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ,’ ଯେଣୁ ମୋ ସମ୍ବନ୍ଧୀୟ କଥା ସିଦ୍ଧ ହେଉଅଛି।”
38 They said, "Lord, look, here are two swords." He said to them, "It is enough." ସେଥିରେ ସେମାନେ କହିଲେ, ପ୍ରଭୁ ଦେଖନ୍ତୁ, ଏଠାରେ ଦୁଇଟା ଖଣ୍ଡା ଅଛି। ପୁଣି, ସେ ସେମାନଙ୍କୁ କହିଲେ, “ଯଥେଷ୍ଟ।”
39 And he went out, as usual, to the Mount of Olives, and the disciples followed him. ସେ ବାହାରି ଆପଣା ଧାରାନୁସାରେ ଜୀତ ପର୍ବତକୁ ଗଲେ, ଆଉ ଶିଷ୍ୟମାନେ ମଧ୍ୟ ତାହାଙ୍କ ପଛେ ପଛେ ଗଲେ।
40 When he reached the place, he told them, "Pray you don't give in to temptation." ସେହି ସ୍ଥାନରେ ଉପସ୍ଥିତ ହୋଇ ସେ ସେମାନଙ୍କୁ କହିଲେ, “ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ପ୍ରାର୍ଥନା କର।”
41 And he withdrew from them about a stone's throw, and knelt down and prayed, ଆଉ ସେ ସେମାନଙ୍କଠାରୁ ପ୍ରାୟ ଶହେ ହାତ ଦୂରକୁ ଯାଇ ଆଣ୍ଠୁପାତି ଏହି ପ୍ରାର୍ଥନା କରିବାକୁ ଲାଗିଲେ,
42 saying, "Father, if you are willing, take this cup from me. Yet not my will, but yours, be done." “ହେ ପିତା, ଯଦି ତୁମ୍ଭର ଇଚ୍ଛା ଥାଏ, ତେବେ ଏହି ପାନପାତ୍ର ମୋʼଠାରୁ ଦୂର କର; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା ସଫଳ ହେଉ।”
43 And an angel from heaven appeared to him, strengthening him. ଆଉ ସ୍ୱର୍ଗରୁ ଜଣେ ଦୂତ ଦର୍ଶନ ଦେଇ ତାହାଙ୍କୁ ଶକ୍ତି ପ୍ରଦାନ କଲେ।
44 In agony he prayed more intensely; his sweat became like great drops of blood falling down to the ground. ପୁଣି, ସେ ମର୍ମାନ୍ତିକ ଦୁଃଖରେ ମଗ୍ନ ହୋଇ ଆହୁରି ଏକାଗ୍ରଭାବେ ପ୍ରାର୍ଥନା କରିବାକୁ ଲାଗିଲେ ଓ ତାହାଙ୍କ ଝାଳ ଘନ ରକ୍ତଟୋପା ପରି ଭୂମିରେ ପଡ଼ିଲା।
45 When he rose from prayer, he came to the disciples and found them asleep from grief, ଆଉ ସେ ପ୍ରାର୍ଥନାରୁ ଉଠି ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ ଦୁଃଖ ହେତୁ ନିଦ୍ରିତ ଦେଖିଲେ;
46 he said to them, "Why are you sleeping? Get up and pray, so you don't yield to temptation." ପୁଣି, ସେ ସେମାନଙ୍କୁ କହିଲେ, “କାହିଁକି ଶୋଉଅଛ? ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଉଠି ପ୍ରାର୍ଥନା କର।”
47 While he was still speaking, a crowd came, led by the one called Judas, one of the twelve. He came up to Jesus to kiss him, ସେ କଥା କହୁଥିବା ସମୟରେ, ଦେଖ, ଲୋକସମୂହ ଆସି ଉପସ୍ଥିତ ହେଲେ, ଆଉ ଦ୍ୱାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ସେମାନଙ୍କ ଆଗେ ଆଗେ ଆସି ଯୀଶୁଙ୍କୁ ଚୁମ୍ବନ କରିବାକୁ ତାହାଙ୍କ ପାଖକୁ ଗଲା।
48 but Jesus said to him, "Judas, would you betray the Son of Man with a kiss?" କିନ୍ତୁ ଯୀଶୁ ତାହାକୁ କହିଲେ, “ହେ ଯିହୂଦା, ଚୁମ୍ବନ ଦ୍ୱାରା କି ମନୁଷ୍ୟପୁତ୍ରଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରୁଅଛ?”
49 Seeing what was about to happen, those with him said, "Lord, should we strike with the sword?" ଏଥିରେ କଅଣ, ତାହା ଦେଖି ତାହାଙ୍କ ସଙ୍ଗୀମାନେ କହିଲେ, ପ୍ରଭୁ, ଆମ୍ଭେମାନେ କଅଣ ଖଡ୍ଗରେ ଆଘାତ କରିବା?
50 And one of them struck the servant of the high priest and cut off his right ear. ଆଉ ସେମାନଙ୍କ ମଧ୍ୟରୁ ଜଣେ ମହାଯାଜକଙ୍କ ଦାସକୁ ଖଣ୍ଡାରେ ଆଘାତ କରି ତାହାର ଡାହାଣ କାନ କାଟିପକାଇଲେ।
51 But Jesus answered, "No more of this!" And he touched the ear and healed him. କିନ୍ତୁ ଯୀଶୁ ଉତ୍ତର ଦେଲେ, “ଏତିକି ସହିଥାଅ;” ପୁଣି, ସେ ତାହାର କାନ ଛୁଇଁ ତାହାକୁ ସୁସ୍ଥ କଲେ।
52 Then Jesus said to the chief priests, temple officers, and elders who had come out against him, "Have you come out with swords and clubs, as against a robber? ଆଉ, ଯୀଶୁ ତାହାଙ୍କ ବିରୁଦ୍ଧରେ ଆସିଥିବା ପ୍ରଧାନ ଯାଜକ, ମନ୍ଦିରର ସେନାପତି ଓ ପ୍ରାଚୀନମାନଙ୍କୁ କହିଲେ, “ଡକାଇତ ବିରୁଦ୍ଧରେ ବାହାରିବା ପରି ଖଣ୍ଡା ଓ ଠେଙ୍ଗା ଘେନି ତୁମ୍ଭେମାନେ କଅଣ ବାହାରି ଆସିଲ?
53 Every day I was with you in the temple, and you didn't lay hands on me. But this is your hour, and the authority of darkness." ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥିବା ସମୟରେ ତୁମ୍ଭେମାନେ ମୋ ବିରୁଦ୍ଧରେ ହାତ ବଢ଼ାଇଲ ନାହିଁ; କିନ୍ତୁ ଏହା ତୁମ୍ଭମାନଙ୍କର ସମୟ ଓ ଅନ୍ଧକାରର କର୍ତ୍ତାପଣ।”
54 Seizing him, they led him and brought him into the high priest's house; Peter followed at a distance. ପରେ ସେମାନେ ତାହାଙ୍କୁ ଘେନିଯାଇ ମହାଯାଜକଙ୍କ ଗୃହକୁ ଆଣିଲେ; କିନ୍ତୁ ପିତର ଦୂରରେ ରହି ପଛେ ପଛେ ଗଲେ।
55 They lit a fire in the middle of the courtyard and sat together; Peter sat among them. ଆଉ ସେମାନେ ପ୍ରାଙ୍ଗଣ ମଧ୍ୟସ୍ଥଳରେ ନିଆଁ ଜାଳି ଏକାଠି ବସନ୍ତେ ପିତର ସେମାନଙ୍କ ମଧ୍ୟରେ ବସି ରହିଲେ।
56 But a servant girl, seeing him sitting facing the light, stared at him and said, "This one too was with him." ଜଣେ ଦାସୀ ତାହାଙ୍କୁ ନିଆଁ ପାଖରେ ବସିଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲା, ଏ ଲୋକଟା ମଧ୍ୟ ତାହା ସାଙ୍ଗରେ ଥିଲା।
57 But he denied it, saying, "Woman, I do not know him." କିନ୍ତୁ ସେ ଅସ୍ୱୀକାର କରି କହିଲେ, ହେ ନାରୀ, ମୁଁ ତାହାକୁ ଜାଣେ ନାହିଁ।
58 Shortly after, another saw him and said, "You too are one of them." But Peter said, "Man, I'm not." ଅଳ୍ପ ସମୟ ଉତ୍ତାରେ ଆଉ ଜଣେ ତାହାଙ୍କୁ ଦେଖି କହିଲା, ତୁମ୍ଭେ ମଧ୍ୟ ସେମାନଙ୍କ ମଧ୍ୟରୁ ଜଣେ। କିନ୍ତୁ ପିତର କହିଲେ, ନାହିଁ, ଭାଇ, ମୁଁ ନୁହେଁ।
59 About an hour later, another insisted, "This man was certainly with him, for he's a Galilean too." ପ୍ରାୟ ଘଣ୍ଟାକ ପରେ ଆଉ ଜଣେ ଦୃଢ଼ ଭାବରେ କହିବାକୁ ଲାଗିଲା, ଏ ଲୋକଟା ମଧ୍ୟ ନିଶ୍ଚୟ ତାହା ସଙ୍ଗରେ ଥିଲା, କାରଣ ସେ ତ ଗାଲିଲୀୟ ଲୋକ।
60 But Peter said, "Man, I don't know what you're saying." Immediately, while he was still speaking, the rooster crowed. କିନ୍ତୁ ପିତର କହିଲେ, ଭାଇ, ତୁମ୍ଭେ ଯାହା କହୁଅଛ, ମୁଁ ତାହା ଜାଣେ ନାହିଁ। ସେହିକ୍ଷଣି ସେ କହୁ କହୁ କୁକୁଡ଼ା ରାବିଲା;
61 The Lord turned and looked at Peter. Peter remembered what the Lord had told him: "Before the rooster crows today, you will deny me three times." ପୁଣି, ପ୍ରଭୁ ବୁଲିପଡ଼ି ପିତରଙ୍କୁ ଏକଦୃଷ୍ଟିରେ ଚାହିଁଲେ; ସେଥିରେ “ଆଜି କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ,” ଏହି ଯେଉଁ କଥା ପ୍ରଭୁ ପିତରଙ୍କୁ କହିଥିଲେ ତାହା ତାହାଙ୍କ ମନରେ ପଡ଼ିଲା,
62 And he went out and wept bitterly. ଆଉ ସେ ବାହାରକୁ ଯାଇ ଅତ୍ୟନ୍ତ ବ୍ୟାକୁଳ ହୋଇ ରୋଦନ କଲେ।
63 Now the men who were holding Jesus mocked him as they beat him. ଆଉ ଯେଉଁ ଲୋକମାନେ ଯୀଶୁଙ୍କୁ ଧରି ରଖିଥିଲେ, ସେମାନେ ତାହାଙ୍କୁ ପ୍ରହାର କରୁ କରୁ ପରିହାସ କଲେ,
64 They blindfolded him and kept asking, "Prophesy! Who is it that struck you?" ପୁଣି, ତାହାଙ୍କ ମୁହଁ ଘୋଡ଼ାଇ ତାହାଙ୍କୁ ପଚାରିବାକୁ ଲାଗିଲେ, ତୁ ପରା ଭାବବାଦୀ! କହ ତ କିଏ ତୋତେ ମାଇଲା?
65 And they said many other things against him, insulting him. ପୁଣି, ସେମାନେ ଆହୁରି ଅନେକ କଥା ତାହାଙ୍କ ବିରୁଦ୍ଧରେ କହି ତାହାଙ୍କର ନିନ୍ଦା କରିବାକୁ ଲାଗିଲେ।
66 At daybreak, the people's council of elders convened—chief priests and scribes—and led him away to their council, saying, ସକାଳ ହେଲାକ୍ଷଣି ଲୋକମାନଙ୍କର ପ୍ରାଚୀନବର୍ଗ ପୁଣି, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏକତ୍ର ହୋଇ ଆପଣାମାନଙ୍କ ମହାସଭାକୁ ତାହାଙ୍କୁ ଘେନିଯାଇ କହିଲେ, ତୁମ୍ଭେ ଯଦି ଖ୍ରୀଷ୍ଟ, ତେବେ ଆମ୍ଭମାନଙ୍କୁ କୁହ।
67 "If you are the Christ, tell us." He said to them, "If I tell you, you will not believe, କିନ୍ତୁ ସେ ସେମାନଙ୍କୁ କହିଲେ, “ମୁଁ ଯଦି ଆପଣମାନଙ୍କୁ କହେ, ଆପଣମାନେ ତ ବିଶ୍ୱାସ କରିବେ ନାହିଁ;
68 "and if I ask you, you will not answer. ପୁଣି, ମୁଁ ଯଦି ପ୍ରଶ୍ନ କରେ, ଆପଣମାନେ ଉତ୍ତର ଦେବେ ନାହିଁ।
69 "But from now on the Son of Man will sit at the right hand of the power of our Father." କିନ୍ତୁ ଏହାପରେ ମନୁଷ୍ୟପୁତ୍ର ଈଶ୍ବରଙ୍କ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହେବେ।”
70 They all said, "So you are the Son of God?" He said to them, "You say that I am." ସେଥିରେ ସମସ୍ତେ ପଚାରିଲେ, ତେବେ ତୁମ୍ଭେ କଅଣ ଈଶ୍ବରଙ୍କ ପୁତ୍ର? ସେ ସେମାନଙ୍କୁ କହିଲେ, “ମୁଁ ସେହି ବୋଲି ଆପଣମାନେ କହୁଅଛନ୍ତି।”
71 They said, "What more testimony do we need? For we heard it ourselves from his mouth." ତେଣୁ ସେମାନେ କହିଲେ, ସାକ୍ଷ୍ୟରେ ଆମ୍ଭମାନଙ୍କର ଆଉ କଅଣ ପ୍ରୟୋଜନ? ଆମ୍ଭେମାନେ ତ ଆପେ ଆପେ ତାହାର ନିଜ ମୁଖରୁ ଏହା ଶୁଣିଲୁ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]