Skip to content
The Believer's Library

Indian Revised Version(IRV) Odia - 2021

Luke 23 IRVOry

Show IRVOry only
Verse × ×
1 Then the whole assembly rose and brought him before Pilate. ପରେ ସଭାରେ ସମସ୍ତେ ଉଠି ପୀଲାତଙ୍କ ନିକଟକୁ ଯୀଶୁଙ୍କୁ ଘେନିଗଲେ।
2 They began accusing him: "We found this man misleading our nation, forbidding taxes to Caesar, and claiming to be Christ, a king." ଆଉ ସେମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗ କରିବାକୁ ଲାଗିଲେ, ଆମ୍ଭେମାନେ ଦେଖିଲୁ, ଏ ଲୋକଟା ଆମ୍ଭମାନଙ୍କ ଜାତିକୁ ରାଜଦ୍ରୋହ କରୁଅଛି ଏବଂ କାଇସରଙ୍କୁ କର ଦେବା ନିଷେଧ କରୁଅଛି ଓ ଆପଣାକୁ ଖ୍ରୀଷ୍ଟ, ରାଜା ବୋଲି କହୁଅଛି।
3 Pilate asked him, "Are you the King of the Jews?" He answered, "You say so." ଏଥିରେ ପୀଲାତ ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କର ରାଜା? ସେ ତାହାଙ୍କୁ ଉତ୍ତର ଦେଲେ, “ଆପଣ କହୁଅଛନ୍ତି।”
4 Then Pilate said to the chief priests and the crowds, "I find no guilt in this man." ଏଥିରେ ପୀଲାତ ପ୍ରଧାନ ଯାଜକ ଓ ଲୋକସମୂହକୁ କହିଲେ, ଆମ୍ଭେ ଏହି ଲୋକଠାରେ କୌଣସି ଦୋଷ ପାଉ ନାହୁଁ।
5 But they pressed on: "He stirs up the people, teaching all through Judea, from Galilee to here." କିନ୍ତୁ ସେମାନେ ଆହୁରି ଦୃଢ଼ରୂପେ କହିବାକୁ ଲାଗିଲେ, ଏ ତ ଗାଲିଲୀ ପ୍ରଦେଶଠାରୁ ଆରମ୍ଭ କରି ସମଗ୍ର ଯିହୂଦିୟା ପ୍ରଦେଶରେ ଶିକ୍ଷା ଦେଇ ଲୋକସାଧାରଣଙ୍କୁ ମତାଉଅଛି।
6 When Pilate heard this, he asked whether the man was a Galilean. କିନ୍ତୁ ପୀଲାତ ଏହା ଶୁଣି ପଚାରିଲେ, ଏ ଲୋକଟା କଅଣ ଜଣେ ଗାଲିଲୀୟ?
7 Learning he was under Herod's authority, he sent him to Herod, who himself was also in Jerusalem in those days. ପୁଣି, ସେ ଯେ ହେରୋଦଙ୍କ ଅଧିକାର ଅଧୀନରେ ଅଛନ୍ତି, ଏହା ଜ୍ଞାତ ହୋଇ ସେ ତାହାଙ୍କୁ ହେରୋଦଙ୍କ ନିକଟକୁ ପଠାଇଦେଲେ, ଯେଣୁ ସେ ମଧ୍ୟ ଏହି ସମୟରେ ଯିରୂଶାଲମ ସହରରେ ଥିଲେ।
8 Seeing Jesus, Herod was delighted—he'd long wanted to see him, having heard about him, and hoped to see him perform a sign. ହେରୋଦ ଯୀଶୁଙ୍କୁ ଦେଖି ଅତ୍ୟନ୍ତ ଆନନ୍ଦିତ ହେଲେ, କାରଣ ସେ ତାହାଙ୍କ ବିଷୟ ଶୁଣିଥିବାରୁ ତାହାଙ୍କୁ ବହୁକାଳରୁ ଦେଖିବାକୁ ଇଚ୍ଛା କରୁଥିଲେ, ପୁଣି, ତାହାଙ୍କ ଦ୍ୱାରା କୌଣସି ଆଶ୍ଚର୍ଯ୍ୟକର୍ମ ସାଧିତ ହେବା ଦେଖିବାକୁ ଆଶା କରୁଥିଲେ।
9 He questioned him at great length, but Jesus gave him no answer. ଏଣୁ ସେ ତାହାଙ୍କୁ ଅନେକ କଥା ପଚାରିବାକୁ ଲାଗିଲେ, କିନ୍ତୁ ସେ ତାହାଙ୍କୁ କୌଣସି ଉତ୍ତର ଦେଲେ ନାହିଁ।
10 The chief priests and the scribes stood by, vehemently accusing him. ଆଉ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଠିଆ ହୋଇ ତାହାଙ୍କ ବିରୁଦ୍ଧରେ ତୀବ୍ର ଭାବରେ ଅଭିଯୋଗ କରୁଥିଲେ।
11 Herod and his soldiers scorned and mocked him, dressed him in bright clothing, and sent him back to Pilate. ପୁଣି, ହେରୋଦ ଆପଣା ସୈନ୍ୟମାନଙ୍କ ସହିତ ତାହାଙ୍କୁ ତୁଚ୍ଛ କରି ପରିହାସପୂର୍ବକ ଚାକଚକ୍ୟ ବସ୍ତ୍ର ପିନ୍ଧାଇ ପୀଲାତଙ୍କ ନିକଟକୁ ପୁନର୍ବାର ପଠାଇଦେଲେ।
12 That day Herod and Pilate became friends—they had been enemies before. ସେହି ଦିନ ହେରୋଦ ଓ ପୀଲାତ ପରସ୍ପର ବନ୍ଧୁ ହେଲେ; ଏଥିପୂର୍ବେ ସେମାନଙ୍କ ପରସ୍ପର ମଧ୍ୟରେ ଶତ୍ରୁତା ଥିଲା।
13 Pilate then called together the chief priests, the rulers, and the people, ଏଥିଉତ୍ତାରେ ପୀଲାତ ପ୍ରଧାନ ଯାଜକ, ଅଧ୍ୟକ୍ଷ ଓ ଜନସାଧାରଣଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହିଲେ,
14 and said to them, "You brought me this man as one turning the people away. I examined him before you and found no guilt in this man on your charges. ଏ ଲୋକସାଧାରଣଙ୍କୁ ବିଦ୍ରୋହୀ କରୁଅଛି ବୋଲି ତୁମ୍ଭେମାନେ ଏହାକୁ ଆମ୍ଭ ନିକଟକୁ ଆଣିଥିଲ; ଆଉ ଦେଖ, ଆମ୍ଭେ ତୁମ୍ଭମାନଙ୍କ ସାକ୍ଷାତରେ ଏହାକୁ ପ୍ରଶ୍ନ କରି, ତାହା ବିରୁଦ୍ଧରେ ତୁମ୍ଭେମାନେ ଯେ ସମସ୍ତ ଅଭିଯୋଗ କରୁଅଛ, ସେପରି କୌଣସି ଦୋଷ ଏହାଠାରେ ପାଇଲୁ ନାହିଁ।
15 Neither did Herod, for he sent him back to us. Look, he has done nothing deserving death. ହେରୋଦ ମଧ୍ୟ ପାଇ ନାହାନ୍ତି କାରଣ ସେ ତାହାକୁ ଆମ୍ଭମାନଙ୍କ ନିକଟକୁ ପୁଣି ପଠାଇଦେଲେ; ଆଉ ଦେଖ, ଏହି ବ୍ୟକ୍ତି ପ୍ରାଣଦଣ୍ଡ ଯୋଗ୍ୟ କୌଣସି କର୍ମ କରି ନାହିଁ;
16 I will therefore discipline him and release him." ଅତଏବ ଆମ୍ଭେ ଏହାକୁ ଶାସ୍ତି ଦେଇ ମୁକ୍ତ କରିଦେବୁ
17 Not in this edition [ପର୍ବ ସମୟରେ ସେମାନଙ୍କ ନିମନ୍ତେ ତାହାଙ୍କୁ ଜଣେ ବନ୍ଦୀକୁ ମୁକ୍ତ କରିବାକୁ ହେଉଥିଲା।]
18 But they all cried out together, "Away with this man! Release Barabbas to us!" ମାତ୍ର ସେମାନେ ସମସ୍ତେ ଏକତ୍ର ଚିତ୍କାର କରି କହିଲେ, ଏହାକୁ ବଧ କର, ଆମ୍ଭମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କର।
19 a man imprisoned for a rebellion that happened in the city, and for murder. ଏହି ବାରବ୍ବା ନଗରରେ ଘଟିଥିବା କୌଣସି ବିପ୍ଳବ ଯୋଗୁଁ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିଲା।
20 Pilate addressed them once more, wanting to release Jesus, ମାତ୍ର ପୀଲାତ ଯୀଶୁଙ୍କୁ ମୁକ୍ତ କରିବାକୁ ଇଚ୍ଛା କରି ସେମାନଙ୍କୁ ପୁନର୍ବାର ବୁଝାଇଲେ।
21 but they kept shouting, "Crucify, crucify him!" କିନ୍ତୁ ସେମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ତାହାକୁ କ୍ରୁଶରେ ଚଢ଼ାଅ, କ୍ରୁଶରେ ଚଢ଼ାଅ।
22 A third time he said to them, "Why? What wrong has this man done? I find no ground for death in him. So I will punish and release him." ପୁଣି, ସେ ସେମାନଙ୍କୁ ତୃତୀୟ ଥର କହିଲେ, କାହିଁକି, ସେ କି ଦୋଷ କରିଅଛି? ଆମ୍ଭେ ତାହାଠାରେ ପ୍ରାଣଦଣ୍ଡର କୌଣସି ଦୋଷ ପାଇ ନାହୁଁ; ଅତଏବ, ଆମ୍ଭେ ତାହାକୁ ଶାସ୍ତି ଦେଇ ଛାଡ଼ିଦେବା।
23 But they kept shouting loudly, demanding he be crucified, and their voices prevailed. ମାତ୍ର ସେ କ୍ରୁଶରେ ଚଢ଼ାଯାଉ ବୋଲି ଦାବି କରି ସେମାନେ ବଡ଼ ପାଟିରେ ଜିଦ୍ କରିବାକୁ ଲାଗିଲେ, ଆଉ ସେମାନଙ୍କ କୋଳାହଳର ଜୟ ହେଲା।
24 So Pilate decided that their demand should be granted. ପୁଣି, ସେମାନଙ୍କର ଦାବି ଅନୁସାରେ କରାଯାଉ ବୋଲି ପୀଲାତ ଆଦେଶ ଦେଲେ;
25 He released the man they asked for, jailed for rebellion and murder, but handed Jesus over to their will. କିନ୍ତୁ ବିପ୍ଳବ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିବା ଯେଉଁ ଲୋକ ନିମନ୍ତେ ସେମାନେ ଦାବି କରିଥିଲେ, ତାହାକୁ ସେ ମୁକ୍ତ କରିଦେଲେ, ଆଉ ଯୀଶୁଙ୍କୁ ସେ ସେମାନଙ୍କ ଇଚ୍ଛାର ଅଧୀନରେ ସମର୍ପଣ କଲେ।
26 Leading him away, they seized a man named Simon of Cyrene, coming in from the countryside, and put the cross on him to carry behind Jesus. ସେମାନେ ତାହାଙ୍କୁ ଘେନିଯିବା ସମୟରେ ପଲ୍ଲୀରୁ ଆସୁଥିବା ଶିମୋନ ନାମକ ଜଣେ କୂରୀଣୀୟ ଲୋକଙ୍କୁ ଧରି ଯୀଶୁଙ୍କ ପଛେ ପଛେ କ୍ରୁଶ ବହିବା ନିମନ୍ତେ ତାହାଙ୍କ କାନ୍ଧରେ ତାହା ଥୋଇଲେ।
27 A great crowd of the people followed him, including women who were weeping and wailing for him. ପୁଣି, ଲୋକମାନଙ୍କର ଓ ତାହାଙ୍କ ନିମନ୍ତେ ବକ୍ଷାଘାତ କରି ବିଳାପ କରୁଥିବା ସ୍ତ୍ରୀଲୋକମାନଙ୍କର ମହାଜନତା ତାହାଙ୍କର ପଶ୍ଚାଦ୍‍ଗମନ କରୁଥିଲେ।
28 But Jesus turned to them and said, "Daughters of Jerusalem, don't cry for me; cry for yourselves and your children. କିନ୍ତୁ ଯୀଶୁ ସେମାନଙ୍କ ଆଡ଼କୁ ବୁଲିପଡ଼ି କହିଲେ, “ଗୋ ଯିରୂଶାଲମ ସହରର କନ୍ୟାମାନେ, ମୋʼ ନିମନ୍ତେ ରୋଦନ କର ନାହିଁ, ବରଂ ଆପଣା ଆପଣା ନିମନ୍ତେ ଓ ଆପଣା ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କର;
29 For the days are coming when they will say, 'Blessed are the barren, the wombs that never bore, the breasts that never nursed.' କାରଣ ଦେଖ, ଯେଉଁମାନେ ବନ୍ଧ୍ୟା, ପୁଣି, ଯେଉଁମାନେ କେବେ ହେଁ ଗର୍ଭବତୀ ହୋଇ ନାହାନ୍ତି ଓ ସ୍ତନ୍ୟପାନ କରାଇ ନାହାନ୍ତି, ସେମାନଙ୍କୁ ଲୋକେ ଯେତେବେଳେ ଧନ୍ୟ ଧନ୍ୟ ବୋଲି କହିବେ ଏପରି ସମୟ ଆସୁଅଛି।
30 Then they'll begin saying to the mountains, "Fall on us," and to the hills, "Cover us." ସେତେବେଳେ ‘ଲୋକେ ପର୍ବତମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କ ଉପରେ ପଡ଼,’ ‘ଆଉ ଉପପର୍ବତମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କୁ ଘୋଡ଼ାଇ ପକାଅ।’
31 For if they do this when the wood is green, what will happen when it's dry?" କାରଣ ଲୋକେ ଯଦି ସତେଜ ବୃକ୍ଷ ପ୍ରତି ଏହା କରନ୍ତି, ତେବେ ଶୁଷ୍କ ବୃକ୍ଷ ପ୍ରତି କଅଣ ନ ଘଟିବ?”
32 Two others, who were criminals, were also led away to be put to death with him. ପୁଣି, ପ୍ରାଣଦଣ୍ଡ ଭୋଗିବା ନିମନ୍ତେ ଦୁଇ ଜଣ ଦୁଷ୍କର୍ମକାରୀ ମଧ୍ୟ ତାହାଙ୍କ ସାଙ୍ଗରେ ନିଆଯାଉଥିଲେ।
33 When they reached the place called The Skull, they crucified him there with the criminals, one on his right, one on his left. ଆଉ ସେମାନେ କପାଳ ନାମକ ସ୍ଥାନରେ ଉପସ୍ଥିତ ହୋଇ ସେଠାରେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି, ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣକୁ ଦକ୍ଷିଣରେ ଓ ଅନ୍ୟ ଜଣକୁ ବାମରେ କ୍ରୁଶରେ ଚଢ଼ାଇଲେ।
34 Jesus said, "Father, forgive them, for they do not know what they are doing." Then they divided his garments, casting lots. ସେତେବେଳେ ଯୀଶୁ କହିଲେ, “ପିତଃ, ଏମାନଙ୍କୁ କ୍ଷମା କର, କାରଣ ଏମାନେ କଅଣ କରୁଅଛନ୍ତି, ତାହା ଜାଣନ୍ତି ନାହିଁ।” ଆଉ ସେମାନେ ତାହାଙ୍କ ବସ୍ତ୍ରସବୁ ଭାଗ କରିବା ନିମନ୍ତେ ଗୁଲିବାଣ୍ଟ କଲେ।
35 The people stood watching; the rulers sneered, "He saved others—let him save himself, if he's God's Christ, the Chosen One." ପୁଣି, ଲୋକମାନେ ଠିଆ ହୋଇ ଦେଖୁଥିଲେ। ଆଉ ଅଧ୍ୟକ୍ଷମାନେ ମଧ୍ୟ ତାହାଙ୍କୁ ବିଦୃପ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା; ସେ ଯଦି ଈଶ୍ବରଙ୍କ ମନୋନୀତ ଖ୍ରୀଷ୍ଟ, ତେବେ ନିଜକୁ ରକ୍ଷା କରୁ।
36 The soldiers also mocked him, coming up to offer him sour wine, ପୁଣି, ସୈନ୍ୟମାନେ ମଧ୍ୟ ତାହାଙ୍କ ପାଖକୁ ଆସି ଅମ୍ଳରସ ଯାଚି ତାହାଙ୍କୁ ପରିହାସ କରି କହିଲେ,
37 and saying, "If you are the King of the Jews, save yourself!" ତୁ ଯଦି ଯିହୁଦୀମାନଙ୍କର ରାଜା, ତାହାହେଲେ ନିଜକୁ ରକ୍ଷା କର।
38 There was also an inscription over him: "This is the King of the Jews." ପୁଣି, ତାହାଙ୍କ ଊର୍ଦ୍ଧ୍ୱରେ ଏହି ଲିପି ମଧ୍ୟ ଲେଖା ଥିଲା, “ଏ ଯିହୁଦୀମାନଙ୍କର ରାଜା।”
39 One of the hanged criminals insulted him: "Aren't you the Christ? Save yourself and us!" ଆଉ କ୍ରୁଶରେ ଚଢ଼ାଯାଇଥିବା ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ନିନ୍ଦା କରି କହିବାକୁ ଲାଗିଲା, ତୁ କଅଣ ଖ୍ରୀଷ୍ଟ ନୋହୁଁ? ନିଜକୁ ଓ ଆମ୍ଭମାନଙ୍କୁ ରକ୍ଷା କର।
40 But the other rebuked him: "Don't you even fear God, since you're under the same sentence? କିନ୍ତୁ ଅନ୍ୟ ଜଣକ ତାହାକୁ ଧମକ ଦେଇ ଉତ୍ତର ଦେଲା, ତୁ ସମାନ ଦଣ୍ଡ ତ ପାଉଅଛୁ, ତୁ ଈଶ୍ବରଙ୍କୁ କଅଣ ଭୟ ମଧ୍ୟ କରୁ ନାହୁଁ?
41 Rightly so—we're paying for what we did; but this man has done nothing wrong." ଆଉ ଆମ୍ଭେମାନେ ସିନା ନ୍ୟାୟଭାବରେ ଦଣ୍ଡ ଭୋଗୁଅଛୁ, କାରଣ ଆମ୍ଭେମାନେ ନିଜ ନିଜ କର୍ମର ସମୁଚିତ ଫଳ ପାଉଅଛୁ, କିନ୍ତୁ ଏହି ବ୍ୟକ୍ତି କୌଣସି ଦୋଷ କରି ନାହାନ୍ତି।
42 Then he said, "Jesus, remember me when you come into your kingdom." ପୁଣି, ସେ କହିଲା, ହେ ଯୀଶୁ, ଆପଣ ନିଜ ରାଜ୍ୟରେ ପ୍ରବେଶ କଲେ ମୋତେ ସ୍ମରଣ କରିବେ।
43 And Jesus said to him, "Truly I tell you, today you will be with me in Paradise." ସେଥିରେ ସେ ତାହାକୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ତୁମ୍ଭେ ମୋହର ସହିତ ପାରଦୀଶରେ ଉପସ୍ଥିତ ହେବ।”
44 It was already about noon, and darkness covered the whole land until three in the afternoon, ସେତେବେଳେ ପ୍ରାୟ ବାର ଘଣ୍ଟା ସମୟ ହୋଇଥିଲା, ଆଉ ସୂର୍ଯ୍ୟର କିରଣ ନିସ୍ତେଜ ହେବାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା,
45 for the sun's light failed; and the curtain of the temple was torn in two. ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ମଝିରୁ ଚିରିଗଲା।
46 Jesus called out loudly, "Father, into your hands I commit my spirit!" Then he breathed his last. ଆଉ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, “ହେ ପିତା, ତୁମ୍ଭ ହସ୍ତରେ ମୁଁ ଆପଣାର ଆତ୍ମା ସମର୍ପଣ କରୁଅଛି।” ଏହା କହି ସେ ପ୍ରାଣତ୍ୟାଗ କଲେ।
47 Seeing what happened, the centurion praised our Father: "This man really was righteous." ଶତ-ସେନାପତି ଏହି ଘଟଣା ଦେଖି ଈଶ୍ବରଙ୍କ ଗୌରବ କରି କହିଲେ, ନିଶ୍ଚୟ ଏ ବ୍ୟକ୍ତି ଧାର୍ମିକ ଥିଲେ।
48 All the crowds gathered for this sight, seeing what happened, went home beating their chests. ପୁଣି, ଯେଉଁ ଲୋକସମୂହ ଦେଖିବାକୁ ଏକତ୍ରିତ ହୋଇଥିଲେ, ସେମାନେ ସମସ୍ତେ ସେହିସବୁ ଘଟଣା ଦେଖି ବକ୍ଷାଘାତ କରୁ କରୁ ବାହୁଡ଼ି ଯିବାକୁ ଲାଗିଲେ।
49 All his acquaintances, and the women who followed him from Galilee, stood far off watching these things. କିନ୍ତୁ ତାହାଙ୍କର ପରିଚିତ ସମସ୍ତେ ଓ ଗାଲିଲୀରୁ ଏକତ୍ର ମିଳି ତାହାଙ୍କ ପଛେ ପଛେ ଆସିଥିବା ସ୍ତ୍ରୀଲୋକମାନେ ଦୂରରେ ଠିଆ ହୋଇ ଏହିସବୁ ଦେଖୁଥିଲେ।
50 Now there was a man named Joseph, a member of the council, a good and righteous man, ଆଉ ଦେଖ, ଯିହୂଦିୟା ପ୍ରଦେଶରେ ହାରାମାଥୀୟା ନଗରର ଯୋଷେଫ ନାମକ ଜଣେ ବ୍ୟକ୍ତି ଯିହୁଦୀମାନଙ୍କର ମହାସଭାର ସଭ୍ୟ ଥିଲେ; ସେ ଜଣେ ଉତ୍ତମ ଓ ଧାର୍ମିକ ଲୋକ,
51 who had not agreed to their plan and action. He was from Arimathea, a Jewish town, and was waiting for the kingdom of our Father. ଆଉ ସେମାନଙ୍କର ମନ୍ତ୍ରଣା ଓ କର୍ମରେ ସମ୍ମତ ହୋଇ ନ ଥିଲେ ପୁଣି, ଈଶ୍ବରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ।
52 This man went to Pilate and asked for the body of Jesus. ସେ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ,
53 He took it down, wrapped it in a linen cloth, and laid him in a rock-cut tomb where no one had yet been laid. ପୁଣି, ତାହା ଓହ୍ଲାଇ ଆଣି ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇ, ଯହିଁରେ କେହି କେବେ ରଖାଯାଇ ନ ଥିଲା, ପାହାଡ଼ରେ ଖୋଳା ହୋଇଥିବା ଏପରି ଗୋଟିଏ ସମାଧି-ସ୍ଥାନରେ ତାହାଙ୍କୁ ଥୋଇଲେ।
54 It was the day of Preparation, and the Sabbath was about to begin. ସେହି ଦିନ ଆୟୋଜନ ଦିନ ଥିଲା, ପୁଣି, ବିଶ୍ରାମବାର ନିକଟ ହୋଇ ଆସୁଥିଲା
55 Women who came with him from Galilee followed, saw the tomb, and how his body was placed. ଆଉ ଗାଲିଲୀରୁ ତାହାଙ୍କ ସହିତ ଆସିଥିବା ସ୍ତ୍ରୀଲୋକମାନେ ପଛେ ପଛେ ଯାଇ ସମାଧି ସ୍ଥଳ ଓ ତାହାଙ୍କ ଶରୀର କିପରି ରଖାଗଲା, ତାହା ଦେଖିଲେ,
56 They went back and prepared spices and ointments, then rested on the Sabbath as commanded. ପୁଣି, ସେମାନେ ବାହୁଡ଼ିଯାଇ ସୁଗନ୍ଧିଦ୍ରବ୍ୟ ଓ ତୈଳ ପ୍ରସ୍ତୁତ କଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]