Skip to content
The Believer's Library

Indian Revised Version(IRV) Odia - 2021

Luke 24 IRVOry

Show IRVOry only
Verse × ×
1 On the first day of the week, at dawn, they came to the tomb, carrying the spices they had prepared. ଆଉ ବିଶ୍ରାମବାର ଦିନରେ ସେମାନେ ବିଧି ଅନୁସାରେ ବିଶ୍ରାମ କଲେ, କିନ୍ତୁ ସପ୍ତାହର ପ୍ରଥମ ଦିନର ଅତି ପ୍ରତ୍ୟୁଷରେ ସେମାନେ ସେମାନଙ୍କ ପ୍ରସ୍ତୁତ ସୁଗନ୍ଧିଦ୍ରବ୍ୟ ଘେନି ସମାଧି-ସ୍ଥାନ ନିକଟକୁ ଗଲେ।
2 They found the stone rolled away from the tomb, ପୁଣି, ସେମାନେ ସମାଧିରୁ ପଥରଟା ଗଡ଼ାଇ ଦିଆଯାଇଥିବା ଦେଖିଲେ,
3 but when they went in they did not find the body of the Lord Jesus. କିନ୍ତୁ ଭିତରକୁ ଯାଇ ପ୍ରଭୁ ଯୀଶୁଙ୍କ ଶରୀର ପାଇଲେ ନାହିଁ।
4 While they were perplexed about this, suddenly two men stood beside them in dazzling clothes. ଆଉ, ସେମାନେ ସେ ସମ୍ବନ୍ଧରେ ହତବୁଦ୍ଧି ହେଉଅଛନ୍ତି, ଏପରି ସମୟରେ ଦେଖ, ଉଜ୍ଜ୍ୱଳବସ୍ତ୍ର ପରିହିତ ଦୁଇ ଜଣ ବ୍ୟକ୍ତି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;
5 Frightened, they bowed their faces to the ground. The men asked, "Why seek the living among the dead? ସେଥିରେ ସେମାନେ ଭୀତ ହୋଇ ଅଧୋମୁଖ ହୁଅନ୍ତେ ସେମାନେ ସେମାନଙ୍କୁ କହିଲେ, ମୃତମାନଙ୍କ ମଧ୍ୟରେ ତୁମ୍ଭେମାନେ କାହିଁକି ଜୀବିତଙ୍କର ଅନ୍ୱେଷଣ କରୁଅଛ?
6 He's not here—he's risen. Remember what he told you while still in Galilee, ସେ ଏଠାରେ ନାହାନ୍ତି, ମାତ୍ର ଉଠିଅଛନ୍ତି। “ମନୁଷ୍ୟପୁତ୍ରଙ୍କୁ ଯେ ଅବଶ୍ୟ ପାପୀମାନଙ୍କ ହସ୍ତରେ ସମର୍ପିତ ହୋଇ କ୍ରୁଶରେ ହତ ହେବାକୁ ଓ ତୃତୀୟ ଦିବସରେ ପୁନରୁତ୍ଥାନ କରିବାକୁ ହେବ,”
7 that the Son of Man must be handed over to sinful men, be crucified, and rise on the third day." ଏହି ଯେଉଁ ବାକ୍ୟ ସେ ଗାଲିଲୀରେ ଥିବା ସମୟରେ ତୁମ୍ଭମାନଙ୍କୁ କହିଥିଲେ, ତାହା ସ୍ମରଣ କର।
8 And they remembered his words, ସେଥିରେ ସେମାନେ ତାହାଙ୍କ ବାକ୍ୟ ସ୍ମରଣ କଲେ,
9 returning from the tomb, they told all this to the eleven and all the rest. ପୁଣି, ସମାଧିରୁ ବାହୁଡ଼ିଯାଇ ଏକାଦଶ ଶିଷ୍ୟମାନଙ୍କୁ ଓ ଅନ୍ୟ ସମସ୍ତଙ୍କୁ ଏହିସବୁ ସମ୍ବାଦ ଦେଲେ।
10 Mary Magdalene, Joanna, Mary the mother of James, and the other women with them told these things to the apostles. ଏମାନେ ମଗ୍‌ଦଲୀନୀ ମରୀୟମ, ଯୋହାନା, ଯାକୁବଙ୍କ ମାତା ମରୀୟମ ଓ ଏମାନଙ୍କ ସାଙ୍ଗରେ ଥିବା ଅନ୍ୟ ସ୍ତ୍ରୀଲୋକମାନେ; ଏମାନେ ପ୍ରେରିତମାନଙ୍କୁ ଏହିସବୁ ବିଷୟ ଜଣାଇଲେ।
11 But these words seemed like nonsense to them, and they did not believe them. ମାତ୍ର ଏସମସ୍ତ କଥା ସେମାନଙ୍କ ନିକଟରେ କଳ୍ପିତ ଗଳ୍ପ ପରି ଲାଗିଲା, ଆଉ ସେମାନେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ।
12 Peter got up and ran to the tomb; bending down, he saw only the linen cloths, then went home amazed at what had happened. [କିନ୍ତୁ ପିତର ଉଠି ସମାଧି ନିକଟକୁ ଦୌଡ଼ିଗଲେ ପୁଣି, ନଇଁପଡ଼ି ଚାହିଁ କେବଳ ସୂକ୍ଷ୍ମ ବସ୍ତ୍ରସବୁ ଦେଖିଲେ, ଆଉ ସେ ସେହି ଘଟଣା ବିଷୟରେ ଚମତ୍କୃତ ହୋଇ ଆପଣା ଘରକୁ ଚାଲିଗଲେ।]
13 That same day two of them traveled to a village called Emmaus, about seven miles from Jerusalem, ଆଉ ଦେଖ, ସେହି ଦିନ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଯିରୂଶାଲମଠାରୁ ପ୍ରାୟ ସାତ ମାଇଲ୍ ଦୂରବର୍ତ୍ତୀ ଇମ୍ମାୟୁ ଗ୍ରାମକୁ ଯାଉଥିଲେ
14 and they were talking with each other about all these things that had happened. ଓ ଏହି ସମସ୍ତ ଘଟଣା ବିଷୟରେ ପରସ୍ପର କଥାବାର୍ତ୍ତା କରୁଥିଲେ।
15 While they were talking and discussing together, Jesus himself drew near and went with them. ସେମାନେ କଥାବାର୍ତ୍ତା ଓ ବାଦାନୁବାଦ କରୁଥିବା ସମୟରେ ଯୀଶୁ ଆପେ ସେମାନଙ୍କ ନିକଟକୁ ଆସି ସେମାନଙ୍କ ସଙ୍ଗେ ସଙ୍ଗେ ଗମନ କରିବାକୁ ଲାଗିଲେ;
16 But their eyes were kept from recognizing him. କିନ୍ତୁ ସେମାନଙ୍କର ଚକ୍ଷୁ ଏପରି ରୁଦ୍ଧ ହୋଇଥିଲା ଯେ, ସେମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ।
17 He asked them, "What are you discussing with each other as you walk?" They stopped, looking sad. ସେ ସେମାନଙ୍କୁ ପଚାରିଲେ, “ତୁମ୍ଭେମାନେ ଚାଲୁ ଚାଲୁ ଯେଉଁ ସମସ୍ତ ବିଷୟ ପରସ୍ପର କଥାବାର୍ତ୍ତା କରୁଅଛ, ସେ ସବୁ କଅଣ?” ସେଥିରେ ସେମାନେ ବିଷଣ୍ଣ ମୁଖରେ ଠିଆ ହୋଇ ରହିଲେ।
18 One of them, Cleopas, replied, "Are you the only visitor to Jerusalem who does not know what has happened there these days?" ଆଉ ସେମାନଙ୍କ ମଧ୍ୟରୁ କ୍ଲେୟପା ନାମକ ଜଣେ ତାହାଙ୍କୁ ଉତ୍ତର ଦେଲେ, ଯିରୂଶାଲମସ୍ଥ ପ୍ରବାସୀମାନଙ୍କ ମଧ୍ୟରୁ ଆପଣ କଅଣ ଏକାକୀ ସେ ସ୍ଥାନର ଏ କେତେକ ଦିନର ଘଟଣା ଜାଣନ୍ତି ନାହିଁ?
19 He asked, "What things?" They said, "About Jesus of Nazareth—a prophet powerful in deed and word before our Father and all the people, ସେ ସେମାନଙ୍କୁ ପଚାରିଲେ, “କି କି ପ୍ରକାର ଘଟଣା?” ସେମାନେ ତାହାଙ୍କୁ କହିଲେ, ନାଜରିତୀୟ ଯୀଶୁଙ୍କ ବିଷୟ; ସେ ଈଶ୍ବର ଓ ସମସ୍ତ ଲୋକଙ୍କ ଦୃଷ୍ଟିରେ କର୍ମରେ ଓ ବାକ୍ୟରେ ଜଣେ ଶକ୍ତିଶାଳୀ ଭାବବାଦୀ ଥିଲେ,
20 and how our chief priests and rulers handed him over to a death sentence, and crucified him. ଆଉ, ଆମ୍ଭମାନଙ୍କର ପ୍ରଧାନ ଯାଜକ ଓ ଅଧ୍ୟକ୍ଷମାନେ କିପରି ତାହାଙ୍କୁ ପ୍ରାଣଦଣ୍ଡ ଭୋଗିବାକୁ ସମର୍ପଣ କରି ତାହାଙ୍କୁ କ୍ରୁଶରେ ବଧ କଲେ, ଏହି ସମସ୍ତ ବିଷୟ।
21 We'd hoped he was the one to redeem Israel. Yet on top of all this, it's the third day since these things happened. କିନ୍ତୁ ଯେ ଇସ୍ରାଏଲକୁ ମୁକ୍ତ କରିବେ, ସେ ଯେ ଏହି ବ୍ୟକ୍ତି, ତାହା ଆମ୍ଭେମାନେ ଆଶା କରିଥିଲୁ; ମାତ୍ର ଏହା ଛଡ଼ା ଏସମସ୍ତ ଘଟିବାର ଆଜିକି ତିନି ଦିନ ହେଲା।
22 Some women of ours also amazed us—early at the tomb, ଆହୁରି ମଧ୍ୟ ଆମ୍ଭମାନଙ୍କ ମଧ୍ୟରୁ କେତେକ ସ୍ତ୍ରୀଲୋକ ଆମ୍ଭମାନଙ୍କୁ ଆଚମ୍ଭିତ କରିଅଛନ୍ତି; ସେମାନେ ପ୍ରତ୍ୟୁଷରେ ସମାଧି ନିକଟକୁ ଯାଇଥିଲେ
23 and not finding his body, they came back saying they'd even seen a vision of angels, who said he was alive. ଆଉ, ତାହାଙ୍କ ଶରୀର ନ ପାଇ ଆସି କହିଲେ ଯେ, ସେମାନେ ଦୂତମାନଙ୍କର ଦର୍ଶନ ମଧ୍ୟ ପାଇଅଛନ୍ତି ଓ ସେହି ଦୂତମାନେ କହିଲେ ଯେ, ସେ ଜୀବିତ ଅଛନ୍ତି।
24 Some of our companions went to the tomb and found it just as the women said, but they did not see him." ଆଉ, ଆମ୍ଭମାନଙ୍କ ସଙ୍ଗୀମାନଙ୍କ ମଧ୍ୟରୁ କେହି କେହି ସମାଧି ନିକଟକୁ ଯାଇ, ସ୍ତ୍ରୀଲୋକମାନେ ଯେପରି କହିଥିଲେ, ସେପରି ଦେଖିଲେ, କିନ୍ତୁ ଯୀଶୁଙ୍କୁ ଦେଖିଲେ ନାହିଁ।
25 He said to them, "How foolish you are, and slow to believe all the prophets said! ସେଥିରେ ସେ ସେମାନଙ୍କୁ କହିଲେ, “ହେ ନିର୍ବୋଧମାନେ ଓ ଭାବବାଦୀମାନଙ୍କ ଦ୍ୱାରା କଥିତ ସମସ୍ତ ବାକ୍ୟରେ ବିଶ୍ୱାସ କରିବାକୁ ଶିଥିଳଚିତ୍ତମାନେ,
26 Was it not necessary that the Christ should suffer these things and enter into his glory?" ଏହି ସମସ୍ତ ଦୁଃଖଭୋଗ କରି ଆପଣା ମହିମାରେ ପ୍ରବେଶ କରିବା କଅଣ ଖ୍ରୀଷ୍ଟଙ୍କର ଆବଶ୍ୟକ ନ ଥିଲା?”
27 And beginning with Moses and all the Prophets, he explained to them from all the Scriptures everything about himself. ପୁଣି, ମୋଶା ଓ ସମସ୍ତ ଭାବବାଦୀଙ୍କଠାରୁ ଆରମ୍ଭ କରି ସମସ୍ତ ଧର୍ମଶାସ୍ତ୍ରରେ ଆପଣା ସମ୍ବନ୍ଧୀୟ କଥା ସେ ସେମାନଙ୍କୁ ବୁଝାଇଦେଲେ।
28 And they approached the village they were heading to, and he pretended to go farther. ଆଉ ସେମାନେ ଯେଉଁ ଗ୍ରାମକୁ ଯାଉଥିଲେ, ସେଥିର ନିକଟବର୍ତ୍ତୀ ହୁଅନ୍ତେ ସେ ଆହୁରି ଆଗକୁ ଯିବାର ଭାବ ଦେଖାଇଲେ।
29 But they insisted, "Stay with us—evening is near, the day nearly done." So he went in to stay with them. କିନ୍ତୁ ସେମାନେ ତାହାଙ୍କୁ ବଳାଇ କହିଲେ, ଆମ୍ଭମାନଙ୍କ ସାଙ୍ଗରେ ରହନ୍ତୁ, କାରଣ ସନ୍ଧ୍ୟା ହୋଇ ଆସୁଅଛି ଓ ବେଳ ଗଡ଼ିଗଲାଣି। ସେଥିରେ ସେ ସେମାନଙ୍କ ସହିତ ରହିବାକୁ ଘର ଭିତରକୁ ଗଲେ।
30 As he reclined with them, he took the bread, blessed it, broke it, and gave it to them. ଆଉ ସେମାନଙ୍କ ସହିତ ଭୋଜନରେ ବସିଲା ଉତ୍ତାରେ ସେ ରୁଟି ଘେନି ଆଶୀର୍ବାଦ କଲେ, ପୁଣି, ତାହା ଭାଙ୍ଗି ସେମାନଙ୍କୁ ଦେବାକୁ ଲାଗିଲେ।
31 And their eyes were opened, and they recognized him. And he vanished from their sight. ତହିଁରେ ସେମାନଙ୍କ ଚକ୍ଷୁ ଉନ୍ମୁକ୍ତ ହେଲା ଓ ସେମାନେ ତାହାଙ୍କୁ ଚିହ୍ନିଲେ; ଆଉ ସେ ସେମାନଙ୍କ ଦୃଷ୍ଟିରୁ ଅନ୍ତର୍ହିତ ହେଲେ।
32 They said to each other, "Weren't our hearts burning within us as he spoke to us on the road, as he opened the Scriptures to us?" ସେଥିରେ ସେମାନେ ପରସ୍ପର କହିଲେ, ଯେତେବେଳେ ପଥ ମଧ୍ୟରେ ସେ ଆମ୍ଭମାନଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିଲେ ଓ ଆମ୍ଭମାନଙ୍କୁ ଧର୍ମଶାସ୍ତ୍ର ବୁଝାଉଥିଲେ, ସେତେବେଳେ କଅଣ ଆମ୍ଭମାନଙ୍କ ହୃଦୟ ଉତ୍ତପ୍ତ ହେଉ ନ ଥିଲା?
33 That same hour they got up, returned to Jerusalem, and found the eleven and those with them gathered together, ଆଉ ସେମାନେ ସେହି ଦଣ୍ଡରେ ଉଠି ଯିରୂଶାଲମ ସହରକୁ ବାହୁଡ଼ିଯାଇ ସମବେତ ହୋଇଥିବା ଏକାଦଶ ଶିଷ୍ୟମାନଙ୍କୁ ଓ ସେମାନଙ୍କ ସଙ୍ଗୀମାନଙ୍କୁ ଦେଖିଲେ;
34 saying, "The Lord has risen indeed, and has appeared to Simon!" ସେମାନେ କହୁଥିଲେ ପ୍ରଭୁ ନିଶ୍ଚୟ ଉଠିଅଛନ୍ତି ଓ ଶିମୋନଙ୍କୁ ଦର୍ଶନ ଦେଇଅଛନ୍ତି।
35 And they told what happened on the road, and how he was recognized in the breaking of the bread. ଆଉ ସେମାନେ ମଧ୍ୟ ବାଟର ସମସ୍ତ ଘଟଣା ଓ ରୁଟି ଭାଙ୍ଗିବାରେ ସେ କିପରି ସେମାନଙ୍କ ଦ୍ୱାରା ଚିହ୍ନାଗଲେ, ସେହିସବୁ ବର୍ଣ୍ଣନା କରିବାକୁ ଲାଗିଲେ।
36 As they spoke these things, Jesus himself stood among them and said to them, "Peace to you!" କିନ୍ତୁ ସେମାନେ ଏହିସବୁ କଥା କହୁଥିବା ସମୟରେ ସେ ଆପେ ଏମାନଙ୍କ ମଧ୍ୟରେ ଉପସ୍ଥିତ ହେଲେ, ଏବଂ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପ୍ରତି ଶାନ୍ତି ବର୍ତ୍ତୁ।”
37 But they were startled and frightened and thought they saw a spirit. ମାତ୍ର ସେମାନେ ଆତଙ୍କିତ ଓ ଭୀତ ହୋଇ ଗୋଟିଏ ଭୂତ ଦେଖୁଅଛନ୍ତି ବୋଲି ମନେ କଲେ।
38 And he said to them, "Why are you troubled, and why do doubts arise in your hearts? ସେଥିରେ ସେ ସେମାନଙ୍କୁ କହିଲେ, “କାହିଁକି ଉଦ୍‌ବିଗ୍ନ ହେଉଅଛ, ପୁଣି, ତୁମ୍ଭମାନଙ୍କ ମନରେ କାହିଁକି ତର୍କବିତର୍କ ଉଠୁଅଛି?
39 Look at my hands and my feet—it's really me. Touch me and see: a spirit has no flesh and bones, as you see I have." ଏ ଯେ ସ୍ୱୟଂ ମୁଁ, ମୋହର ହାତ ଓ ପାଦ ଦେଖ, ମୋତେ ସ୍ପର୍ଶ କରି ଦେଖ, କାରଣ ମୋହର ଯେପରି ମାଂସ ଓ ଅସ୍ଥି ଥିବାର ତୁମ୍ଭେମାନେ ଦେଖୁଅଛ, ଭୂତର ସେପରି ନାହିଁ।”
40 And when he had said this, he showed them his hands and his feet. [ଆଉ ସେ ଏହା କହି ସେମାନଙ୍କୁ ଆପଣା ହାତ ଓ ପାଦ ଦେଖାଇଲେ।]
41 And while they still disbelieved for joy and were marveling, he said to them, "Do you have anything here to eat?" ତେବେ ମଧ୍ୟ ସେମାନେ ଆନନ୍ଦ ହେତୁ ଅବିଶ୍ୱାସ କରି ଚମତ୍କୃତ ହେବାରୁ ସେ ସେମାନଙ୍କୁ ପଚାରିଲେ, “ଏଠାରେ ତୁମ୍ଭମାନଙ୍କ ପାଖରେ କଅଣ ଖାଦ୍ୟ ଅଛି?”
42 They gave him a piece of broiled fish, ସେଥିରେ ସେମାନେ ତାହାଙ୍କୁ ଖଣ୍ଡେ ଭଜା ମାଛ ଦେଲେ।
43 and he took it and ate before them. ଆଉ, ସେ ତାହା ଘେନି ସେମାନଙ୍କ ସାକ୍ଷାତରେ ଭୋଜନ କଲେ।
44 He said to them, "This is what I told you while still with you: everything written about me in the Law of Moses, the Prophets, and the Psalms had to be fulfilled." ପୁଣି, ସେ ସେମାନଙ୍କୁ କହିଲେ, “ମୋଶାଙ୍କ ବ୍ୟବସ୍ଥାରେ ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତା ଧର୍ମଶାସ୍ତ୍ରରେ ମୋʼ ବିଷୟରେ ଯାହା ଯାହା ଲେଖାଅଛି, ସେହିସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି।”
45 Then he opened their minds to understand the Scriptures, ସେତେବେଳେ ସେମାନେ ଯେପରି ଧର୍ମଶାସ୍ତ୍ର ବୁଝି ପାରନ୍ତି, ସେଥିପାଇଁ ସେ ସେମାନଙ୍କର ମନ ଉନ୍ମୁକ୍ତ କଲେ;
46 and told them, "This is written: the Christ must suffer and rise from the dead on the third day, ଆଉ ସେମାନଙ୍କୁ କହିଲେ, “ଏହି ପ୍ରକାରେ ଲେଖାଅଛି, ଖ୍ରୀଷ୍ଟ ଦୁଃଖଭୋଗ କରିବେ ଓ ତୃତୀୟ ଦିନରେ ମୃତମାନଙ୍କ ମଧ୍ୟରୁ ପୁନର୍ବାର ଜୀବିତ ହେବେ,
47 and that repentance for the forgiveness of sins should be proclaimed in his name to all nations, beginning from Jerusalem. ପୁଣି, ଯିରୂଶାଲମ ସହରରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ।
48 You are witnesses of these things. ତୁମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ ଅଟ
49 I am sending the promise of my Father on you. Stay in the city until you are dressed with power from on high." ଆଉ ଦେଖ, ମୋହର ପିତା ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ମୁଁ ତୁମ୍ଭମାନଙ୍କ ନିକଟକୁ ପଠାଉଅଛି, କିନ୍ତୁ ଊର୍ଦ୍ଧ୍ୱରୁ ଶକ୍ତି ପ୍ରାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହି ନଗରରେ ରହିଥାଅ।”
50 And he led them out as far as Bethany, and lifting up his hands he blessed them. ତତ୍ପରେ ସେ ସେମାନଙ୍କୁ ବେଥନୀୟାକୁ ଯିବା ବାଟ ପର୍ଯ୍ୟନ୍ତ ଘେନିଗଲେ ଓ ଆପଣା ହାତ ତୋଳି ସେମାନଙ୍କୁ ଆଶୀର୍ବାଦ କଲେ।
51 While he blessed them, he parted from them and was carried up into heaven. ପୁଣି, ସେମାନଙ୍କୁ ଆଶୀର୍ବାଦ କରୁ କରୁ ସେ ସେମାନଙ୍କଠାରୁ ଅଲଗା ହୋଇ ସ୍ୱର୍ଗକୁ ନୀତ ହେଲେ।
52 And they worshiped him and returned to Jerusalem with great joy, ଆଉ ସେମାନେ ତାହାଙ୍କୁ ପ୍ରଣାମ କରି ମହାନନ୍ଦରେ ଯିରୂଶାଲମ ସହରକୁ ବାହୁଡ଼ିଗଲେ,
53 and were continually in the temple blessing our Father. ପୁଣି, ସର୍ବଦା ମନ୍ଦିରରେ ରହି ଈଶ୍ବରଙ୍କ ସ୍ତବ କରିବାକୁ ଲାଗିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]