Skip to content
The Believer's Library

Indian Revised Version(IRV) Odia - 2021

Luke 3 IRVOry

Show IRVOry only
Verse × ×
1 In Tiberius Caesar's fifteenth year, when Pontius Pilate was governor of Judea, Herod was tetrarch of Galilee, his brother Philip of the region of Ituraea and Trachonitis, and Lysanias of Abilene, ତିବିରୀୟା କାଇସରଙ୍କ ଶାସନର ପନ୍ଦର ବର୍ଷରେ, ଯେତେବେଳେ ପନ୍ତିୟ ପୀଲାତ ଯିହୂଦିୟା ପ୍ରଦେଶର ଶାସନକର୍ତ୍ତା ଓ ହେରୋଦ ଗାଲିଲୀର ସାମନ୍ତରାଜା ଥିଲେ, ଆଉ ତାହାଙ୍କ ଭାଇ ଫିଲିପ୍ପ ଈତୂରୀୟା ଓ ତ୍ରାଖୋନୀତି ପ୍ରଦେଶର, ପୁଣି, ଲୂସାନୀୟା ଅବିଲୀନୀର ସାମନ୍ତରାଜା ଥିଲେ
2 under high priests Annas and Caiaphas, our Father's word came to John son of Zechariah in the wilderness. ଏବଂ ହାନାନ ଓ କୟାଫା ମହାଯାଜକ ଥିଲେ, ସେତେବେଳେ ଈଶ୍ବରଙ୍କ ବାକ୍ୟ ପ୍ରାନ୍ତରରେ ଜିଖରୀୟଙ୍କ ପୁତ୍ର ଯୋହନଙ୍କ ନିକଟରେ ଉପସ୍ଥିତ ହେଲା।
3 He went through the whole Jordan region, preaching a baptism of repentance for the forgiveness of sins, ସେଥିରେ ସେ ଯର୍ଦ୍ଦନ ନଦୀର ନିକଟବର୍ତ୍ତୀ ସମସ୍ତ ଅଞ୍ଚଳକୁ ଯାଇ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିବାକୁ ଲାଗିଲେ,
4 as it is written in the book of the words of Isaiah the prophet: "A voice of one calling in the wilderness: Prepare the way for the Lord, make his paths straight. ଯେପରି ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରରେ ଲିଖିତ ଅଛି, ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜପଥ ସଳଖ କର;
5 Every valley will be filled in, and every mountain and hill made low. The crooked roads will become straight, and the rough ways smooth, ପ୍ରତ୍ୟେକ ଉପତ୍ୟକା ପୂର୍ଣ୍ଣ କରାଯିବ, ପୁଣି, ପ୍ରତ୍ୟେକ ପର୍ବତ ଓ ଉପପର୍ବତ ନୀଚ କରାଯିବ, ବକ୍ର ପଥସବୁ ସିଧା ହେବ, ଆଉ ଉଚ୍ଚ ନୀଚ ଭୂମି ସମତଳ ପଥରେ ପରିଣତ ହେବ;
6 and all flesh will see the salvation of our Father." ପୁଣି, ସମସ୍ତ ମନୁଷ୍ୟ ଈଶ୍ବରଙ୍କ ପରିତ୍ରାଣ ଦେଖିବେ।
7 John said then to the crowds coming to be baptized by him: "You brood of vipers! Who warned you to flee the coming wrath? ଅତଏବ, ଯୋହନ ତାହାଙ୍କ ଦ୍ୱାରା ବାପ୍ତିଜିତ ହେବା ନିମନ୍ତେ ବାହାରି ଆସୁଥିବା ଲୋକସମୂହକୁ କହିଲେ, ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା?
8 So produce fruit worthy of repentance. Don't start telling yourselves, 'We have Abraham as our father.' For I tell you, our Father can raise up children for Abraham from these stones. ଏଣୁ ମନ-ପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର; ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ସୁଦ୍ଧା ଏପରି କୁହ ନାହିଁ; କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରିପାରନ୍ତି।
9 Already the axe lies at the root of the trees; every tree not bearing good fruit is cut down and thrown into the fire." ଆଉ, ଏବେ ସୁଦ୍ଧା ଗଛଗୁଡ଼ାକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ।
10 And the crowds asked him, "What then should we do?" ଏଥିରେ ଲୋକସମୂହ ତାହାଙ୍କୁ ପଚାରିବାକୁ ଲାଗିଲେ, ତାହାହେଲେ ଆମ୍ଭେମାନେ କଅଣ କରିବା?
11 He replied, "Whoever has two shirts, share with the one who has none; whoever has food, do the same." ସେ ସେମାନଙ୍କୁ ଉତ୍ତର ଦେଲେ, ଯାହାର ଦୁଇଟି ଅଙ୍ଗରଖା ଅଛି, ସେ ଯାହାର ନାହିଁ, ତାହାକୁ ଗୋଟିଏ ଦେଉ; ପୁଣି, ଯାହାର ଖାଦ୍ୟ ଅଛି, ସେ ସେହିପରି କରୁ।
12 Tax collectors also came to be baptized, and they said to him, "Teacher, what should we do?" କରଗ୍ରାହୀମାନେ ମଧ୍ୟ ବାପ୍ତିସ୍ମ ପାଇବାକୁ ଆସି ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ କଅଣ କରିବା?
13 "Collect no more than you are required to," he told them. ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଯେତିକି ନିୟମ ଅଛି, ତାହାଠାରୁ ଅଧିକ ଆଦାୟ କର ନାହିଁ।
14 Soldiers also asked him, "And us—what should we do?" He said to them, "Don't extort anyone by force or false charges; be satisfied with your wages." ସୈନିକମାନେ ମଧ୍ୟ ତାହାଙ୍କୁ ପଚାରିବାକୁ ଲାଗିଲେ, ଆଉ ଆମ୍ଭେମାନେ କଅଣ କରିବା? ସେ ସେମାନଙ୍କୁ କହିଲେ, ବଳରେ କି ଛଳରେ କାହାର ଧନ ହରଣ କର ନାହିଁ, ପୁଣି, ତୁମ୍ଭମାନଙ୍କ ବେତନରେ ସନ୍ତୁଷ୍ଟ ହୋଇଥାଅ।
15 The people were expectant, all wondering in their hearts whether John himself might be the Christ. ଲୋକେ ଅପେକ୍ଷାରେ ଥିବାରୁ ଓ ଯୋହନ କେଜାଣି ଖ୍ରୀଷ୍ଟ ହେବେ, ଏହା ତାହାଙ୍କ ବିଷୟରେ ସମସ୍ତେ ଆପଣା ଆପଣା ମନରେ ତର୍କବିତର୍କ କରୁଥିବାରୁ,
16 John answered them all, "I baptize you with water. But one stronger than I is coming—I'm not worthy to untie his sandal strap. He will baptize you with the Holy Spirit and fire. ଯୋହନ ସମସ୍ତଙ୍କୁ ଉତ୍ତର ଦେଲେ, ମୁଁ ସିନା ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋʼଠାରୁ ଯେ ଅଧିକ ଶକ୍ତିମାନ, ସେ ଆସୁଅଛନ୍ତି, ତାହାଙ୍କର ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।
17 Winnowing fork in hand, he will clear his threshing floor, gather the wheat into his barn, but burn the chaff with fire that can't be put out." ଆପଣା ଖଳା ଉତ୍ତମ ରୂପେ ପରିଷ୍କାର କରିବା ନିମନ୍ତେ ଓ ନିଜ ଅମାରରେ ଗହମ ସଂଗ୍ରହ କରି ରଖିବା ନିମନ୍ତେ ତାହାଙ୍କ ହାତରେ କୁଲା ଅଛି, କିନ୍ତୁ ଅଗାଡ଼ିଯାକ ସେ ଅନନ୍ତ ଅଗ୍ନିରେ ପୋଡ଼ିପକାଇବେ।
18 And with many other words of exhortation, John proclaimed the good news to the people. ସେ ଏହିପରି ଅନେକ ଉପଦେଶ ଦେଇ, ପୁଣି, ବିଭିନ୍ନ ପ୍ରକାର ଉତ୍ସାହଜନକ ବାକ୍ୟ କହି ଲୋକଙ୍କ ନିକଟରେ ସୁସମ୍ବାଦ ପ୍ରଚାର କରୁଥିଲେ;
19 But John confronted Herod the tetrarch about Herodias, his brother's wife, and about all the evil Herod had done, କିନ୍ତୁ ସାମନ୍ତରାଜା ହେରୋଦ ନିଜ ଭାଇଙ୍କ ଭାର୍ଯ୍ୟା ହେରୋଦିଆଙ୍କ ବିଷୟରେ ଏବଂ ନିଜେ କରିଥିବା ସମସ୍ତ ଦୁଷ୍କର୍ମ ବିଷୟରେ ଯୋହନଙ୍କ ଦ୍ୱାରା ଅନୁଯୋଗ ପାଇବାରୁ,
20 Herod added this to all the rest: he locked John up in prison. ସେ ଯୋହନଙ୍କୁ କାରାଗାରରେ ବନ୍ଦୀ କରି ନିଜର ସମସ୍ତ ଦୁଷ୍କର୍ମ ସହିତ ଏହା ମଧ୍ୟ ଯୋଗ କଲେ।
21 When all the people were baptized, Jesus was baptized too. As he prayed, heaven opened, ସମସ୍ତ ଲୋକ ବାପ୍ତିଜିତ ହେଲା ପରେ ଯୀଶୁ ମଧ୍ୟ ବାପ୍ତିଜିତ ହୋଇ ପ୍ରାର୍ଥନା କରୁଥିବା ସମୟରେ ଆକାଶ ଖୋଲା ହେଲା,
22 and the Holy Spirit descended on him in bodily form like a dove. And a voice came from heaven: "You are my beloved Son; in you I delight." ପୁଣି, ପବିତ୍ର ଆତ୍ମା କପୋତର ଦେହ ଧାରଣ କରି ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ; ଆଉ ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ।
23 Jesus was about thirty when he began his ministry, the son—so it was thought—of Joseph, son of Heli, ଯୀଶୁ କାର୍ଯ୍ୟ ଆରମ୍ଭ କରିବା ସମୟରେ ତାହାଙ୍କୁ ପ୍ରାୟ ତିରିଶ ବର୍ଷ ବୟସ ହୋଇଥିଲା; ଲୋକଙ୍କ ଧାରଣାନୁସାରେ ସେ ଯୋଷେଫଙ୍କ ପୁତ୍ର; ଯୋଷେଫ ଏଲୀଙ୍କ ପୁତ୍ର,
24 the son of Matthat, the son of Levi, the son of Melchi, the son of Jannai, the son of Joseph, ଏଲୀ ମତ୍ଥାତଙ୍କ ପୁତ୍ର, ମତ୍ଥାତ ଲେବୀଙ୍କ ପୁତ୍ର, ଲେବୀ ମଲ୍‌ଖୀଙ୍କ ପୁତ୍ର, ମଲ୍‌ଖୀ ଯନ୍ନୟଙ୍କ ପୁତ୍ର, ଯନ୍ନୟ ଯୋଷେଫଙ୍କ ପୁତ୍ର,
25 the son of Mattathias, the son of Amos, the son of Nahum, the son of Esli, the son of Naggai, ଯୋଷେଫ ମତ୍ତିଥ୍ୟାଙ୍କ ପୁତ୍ର, ମତ୍ତିଥ୍ୟା ଆମୋସଙ୍କ ପୁତ୍ର, ଆମୋସ ନାହୂମଙ୍କ ପୁତ୍ର, ନାହୂମ ହେସ୍ଲୀଙ୍କ ପୁତ୍ର, ହେସ୍ଲୀ ନଗୟଙ୍କ ପୁତ୍ର,
26 the son of Maath, the son of Mattathias, the son of Semein, the son of Josech, the son of Joda, ନଗୟ ମହଥଙ୍କ ପୁତ୍ର, ମହଥ ମତ୍ତିଥ୍ୟାଙ୍କ ପୁତ୍ର, ମତ୍ତିଥ୍ୟା ଶିମୟୀଙ୍କ ପୁତ୍ର, ଶିମୟୀ ଯୋସେଖଙ୍କ ପୁତ୍ର, ଯୋସେଖ ଯୋଦାଙ୍କ ପୁତ୍ର,
27 the son of Joanan, the son of Rhesa, the son of Zerubbabel, the son of Shealtiel, the son of Neri, ଯୋଦା ଯୋହନଙ୍କ ପୁତ୍ର, ଯୋହନ ରେଷାଙ୍କ ପୁତ୍ର, ରେଷା ଜିରୁବାବିଲଙ୍କ ପୁତ୍ର, ଜିରୁବାବିଲ ଶଲ୍‍ଟୀୟେଲ୍‍ଙ୍କ ପୁତ୍ର, ଶଲ୍‍ଟୀୟେଲ୍ ନେରୀଙ୍କ ପୁତ୍ର,
28 the son of Melchi, the son of Addi, the son of Cosam, the son of Elmadam, the son of Er, ନେରୀ ମଲ୍‌ଖୀଙ୍କ ପୁତ୍ର, ମଲ୍‌ଖୀ ଅଦ୍ଦୀଙ୍କ ପୁତ୍ର, ଅଦ୍ଦୀ କୋସାମଙ୍କ ପୁତ୍ର, କୋସାମ ଏଲ୍ମଦାନଙ୍କ ପୁତ୍ର, ଏଲ୍ମଦାନ ଏରଙ୍କ ପୁତ୍ର,
29 the son of Joshua, the son of Eliezer, the son of Jorim, the son of Matthat, the son of Levi, ଏର ଯିହୋଶୂୟଙ୍କ ପୁତ୍ର, ଯିହୋଶୂୟ ଏଲୀୟାଜରଙ୍କ ପୁତ୍ର, ଏଲୀୟାଜର ଯୋରୀମଙ୍କ ପୁତ୍ର, ଯୋରୀମ ମତ୍ଥାତଙ୍କ ପୁତ୍ର, ମତ୍ଥାତ ଲେବୀଙ୍କ ପୁତ୍ର,
30 the son of Simeon, the son of Judah, the son of Joseph, the son of Jonam, the son of Eliakim, ଲେବୀ ଶିମିୟୋନଙ୍କ ପୁତ୍ର, ଶିମିୟୋନ ଯିହୂଦାଙ୍କ ପୁତ୍ର, ଯିହୂଦା ଯୋଷେଫଙ୍କ ପୁତ୍ର, ଯୋଷେଫ ଯୋନାମଙ୍କ ପୁତ୍ର, ଯୋନାମ ଏଲୀୟାକୀମଙ୍କ ପୁତ୍ର,
31 the son of Melea, the son of Menna, the son of Mattatha, the son of Nathan, the son of David, ଏଲୀୟାକୀମ ମଲାହଙ୍କ ପୁତ୍ର, ମଲାହ ମନ୍ନାଙ୍କ ପୁତ୍ର, ମନ୍ନା ମତ୍ତଥାଙ୍କ ପୁତ୍ର, ମତ୍ତଥା ନାଥନଙ୍କ ପୁତ୍ର, ନାଥନ ଦାଉଦଙ୍କ ପୁତ୍ର,
32 the son of Jesse, the son of Obed, the son of Boaz, the son of Salmon, the son of Nahshon, ଦାଉଦ ଯିଶୀଙ୍କ ପୁତ୍ର, ଯିଶୀ ଓବେଦଙ୍କ ପୁତ୍ର, ଓବେଦ ବୋୟଜଙ୍କ ପୁତ୍ର, ବୋୟଜ ଶେଲହଙ୍କ ପୁତ୍ର, ଶେଲହ ନହଶୋନଙ୍କ ପୁତ୍ର,
33 the son of Amminadab, the son of Admin, the son of Arni, the son of Hezron, the son of Perez, the son of Judah, ନହଶୋନ ଅମ୍ମୀନାଦାବଙ୍କ ପୁତ୍ର, ଅମ୍ମୀନାଦାବ ଅଦ୍ମୀନଙ୍କ ପୁତ୍ର, ଅଦ୍ମୀନ ଅର୍ଣ୍ଣୀଙ୍କ ପୁତ୍ର, ଅର୍ଣ୍ଣୀ ହିଷ୍ରୋଣଙ୍କ ପୁତ୍ର, ହିଷ୍ରୋଣ ପେରସଙ୍କ ପୁତ୍ର, ପେରସ ଯିହୂଦାଙ୍କ ପୁତ୍ର,
34 the son of Jacob, the son of Isaac, the son of Abraham, the son of Terah, the son of Nahor, ଯିହୂଦା ଯାକୁବଙ୍କ ପୁତ୍ର, ଯାକୁବ ଇସ୍‌ହାକଙ୍କ ପୁତ୍ର, ଇସ୍‌ହାକ ଅବ୍ରହାମଙ୍କ ପୁତ୍ର, ଅବ୍ରହାମ ତେରହଙ୍କ ପୁତ୍ର, ତେରହ ନାହୋରଙ୍କ ପୁତ୍ର,
35 the son of Serug, the son of Reu, the son of Peleg, the son of Eber, the son of Shelah, ନାହୋର ସରୁଗଙ୍କ ପୁତ୍ର, ସରୁଗ ରଗୁଙ୍କ ପୁତ୍ର, ରଗୁ ଫେଲଗଙ୍କ ପୁତ୍ର, ଫେଲଗ ଏବରଙ୍କ ପୁତ୍ର, ଏବର ଶେଲହଙ୍କ ପୁତ୍ର,
36 the son of Cainan, the son of Arphaxad, the son of Shem, the son of Noah, the son of Lamech, ଶେଲହ କେନାନଙ୍କ ପୁତ୍ର, କେନାନ ଅର୍ଫକ୍ଷଦଙ୍କ ପୁତ୍ର, ଅର୍ଫକ୍ଷଦ ଶେମଙ୍କ ପୁତ୍ର, ଶେମ ନୋହଙ୍କ ପୁତ୍ର, ନୋହ ଲେମଖଙ୍କ ପୁତ୍ର,
37 the son of Methuselah, the son of Enoch, the son of Jared, the son of Mahalalel, the son of Cainan, ଲେମଖ ମଥୂଶେଲହଙ୍କ ପୁତ୍ର, ମଥୂଶେଲହ ହନୋକଙ୍କ ପୁତ୍ର, ହନୋକ ଯେରଦଙ୍କ ପୁତ୍ର, ଯେରଦ ମହଲଲେଲଙ୍କ ପୁତ୍ର, ମହଲଲେଲ କେନାନଙ୍କ ପୁତ୍ର,
38 the son of Enosh, the son of Seth, the son of Adam, the son of our Father. କେନାନ ଏନୋଶଙ୍କ ପୁତ୍ର, ଏନୋଶ ଶେଥଙ୍କ ପୁତ୍ର, ଶେଥ ଆଦମଙ୍କ ପୁତ୍ର, ଆଦମ ଈଶ୍ବରଙ୍କ ପୁତ୍ର।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]