Skip to content
The Believer's Library

Indian Revised Version(IRV) Odia - 2021

Luke 4 IRVOry

Show IRVOry only
Verse × ×
1 Jesus, full of the Holy Spirit, returned from the Jordan, led by the Spirit in the wilderness. ଯୀଶୁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଯର୍ଦ୍ଦନ ନଦୀରୁ ଫେରି ଆସିଲେ ଏବଂ ଚାଳିଶ ଦିନ ପର୍ଯ୍ୟନ୍ତ ଆତ୍ମାଙ୍କ ଦ୍ୱାରା ପ୍ରାନ୍ତରରେ ଚାଳିତ ହୋଇ ଶୟତାନ ଦ୍ୱାରା ପରୀକ୍ଷିତ ହେଉଥିଲେ।
2 Forty days, tempted by the devil, eating nothing in those days; when they ended, he was hungry. ସେହି ସମସ୍ତ ଦିନ ସେ କିଛି ଖାଇଲେ ନାହିଁ, ଆଉ ସେହିସବୁ ଦିନ ଶେଷ ହୁଅନ୍ତେ, ସେ କ୍ଷୁଧିତ ହେଲେ।
3 The devil told him, "If you're the Son of God, tell this stone to become bread." ସେଥିରେ ଶୟତାନ ତାହାଙ୍କୁ କହିଲା, ତୁମ୍ଭେ ଯେବେ ଈଶ୍ବରଙ୍କ ପୁତ୍ର, ତେବେ ଏହି ପଥରକୁ ରୁଟି ହେବା ପାଇଁ ଆଜ୍ଞା ଦିଅ।
4 And Jesus answered him, "It is written, 'Man shall not live by bread alone.'" ଯୀଶୁ ତାହାକୁ ଉତ୍ତର ଦେଲେ, “ପବିତ୍ର ଶାସ୍ତ୍ରରେ ଲେଖାଅଛି, ‘ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ।’”
5 Then the devil led him up and showed him all the kingdoms of the world in an instant. ଆଉ ସେ ତାହାଙ୍କୁ ଉପରକୁ ନେଇଯାଇ ଏକ ମୁହୂର୍ତ୍ତ ମଧ୍ୟରେ ପୃଥିବୀର ସମସ୍ତ ରାଜ୍ୟ ତାହାଙ୍କୁ ଦେଖାଇଲା।
6 He said to him, "I will give you all this authority and their glory, for it has been entrusted to me, and I give it to whomever I want. ପୁଣି, ଶୟତାନ ତାହାଙ୍କୁ କହିଲା, ଆମ୍ଭେ ତୁମ୍ଭକୁ ଏସମସ୍ତ ଅଧିକାର ଓ ଏସବୁର ଐଶ୍ୱର୍ଯ୍ୟ ଦେବା, କାରଣ ଆମ୍ଭକୁ ତାହା ସମର୍ପିତ ହୋଇଅଛି, ଆଉ ଆମ୍ଭେ ଯାହାକୁ ଇଚ୍ଛା, ତାହାକୁ ତାହା ଦେଉ।
7 If you, then, will worship me, it will all be yours." ଅତଏବ, ତୁମ୍ଭେ ଯେବେ ଆମ୍ଭ ଛାମୁରେ ପ୍ରଣାମ କରିବ, ତେବେ ସମସ୍ତ ତୁମ୍ଭର ହେବ।
8 And Jesus answered him, "It is written, 'You will worship your Father, and serve only him.'" ଯୀଶୁ ତାହାକୁ ଉତ୍ତର ଦେଲେ, “ପବିତ୍ର ଶାସ୍ତ୍ରରେ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣ ଈଶ୍ବରଙ୍କୁ ପ୍ରଣାମ କରିବ, ଆଉ କେବଳ ତାହାଙ୍କର ଉପାସନା କରିବ।’”
9 Then he led him to Jerusalem, stood him on the temple's highest point, and said, "If you're the Son of God, throw yourself down from here, ପୁଣି, ସେ ତାହାଙ୍କୁ ଯିରୂଶାଲମ ସହରକୁ ନେଇଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା, ତୁମ୍ଭେ ଯଦି ଈଶ୍ବରଙ୍କ ପୁତ୍ର, ତେବେ ଏଠାରୁ ତଳକୁ ଡେଇଁପଡ଼;
10 for it is written, 'He will command his angels concerning you, to guard you,' କାରଣ ଶାସ୍ତ୍ରରେ ଲେଖାଅଛି, “‘ତୁମ୍ଭକୁ ରକ୍ଷା କରିବା ନିମନ୍ତେ ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ;
11 and 'On their hands they will bear you up, so that you won't strike your foot against a stone.'" ଆଉ ଲେଖାଅଛି, କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ।’”
12 And Jesus answered him, "It is said, 'You shall not put your Father to the test.'" ପୁଣି, ଯୀଶୁ ତାହାକୁ ଉତ୍ତର ଦେଲେ, “ଶାସ୍ତ୍ରରେ ଏହା ମଧ୍ୟ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପରୀକ୍ଷା କର ନାହିଁ।’”
13 And when the devil had ended every temptation, he departed from him until an opportune time. ଶୟତାନ ଯୀଶୁଙ୍କୁ ସମସ୍ତ ପ୍ରକାର ପରୀକ୍ଷା ଶେଷ କଲା ପରେ କିଛି କାଳ ପର୍ଯ୍ୟନ୍ତ ତାହାଙ୍କୁ ଛାଡ଼ି ଚାଲିଗଲା।
14 Jesus returned to Galilee in the Holy Spirit's power, and news of him spread through the whole region. ଏହାପରେ ଯୀଶୁ ପବିତ୍ର ଆତ୍ମାଙ୍କ ଶକ୍ତିରେ ଗାଲିଲୀକୁ ଫେରିଗଲେ, ଆଉ ଚାରିଆଡ଼େ ସମସ୍ତ ଅଞ୍ଚଳରେ ତାହାଙ୍କ ଖ୍ୟାତି ବ୍ୟାପିଗଲା।
15 And he taught in their synagogues, and everyone glorified him. ପୁଣି, ସେ ସେମାନଙ୍କର ସମାଜଗୃହ ସମୂହରେ ଶିକ୍ଷା ଦେଇ ସମସ୍ତଙ୍କଠାରୁ ଗୌରବ ପାଇବାକୁ ଲାଗିଲେ।
16 He came to Nazareth, where he was raised, and as usual entered the synagogue on the Sabbath, then stood to read. ସେ ଯେଉଁ ନାଜରିତରେ ପ୍ରତିପାଳିତ ହୋଇଥିଲେ, ସେହି ସ୍ଥାନକୁ ଇତିମଧ୍ୟରେ ଗଲେ ଓ ଆପଣା ରୀତି ଅନୁସାରେ ବିଶ୍ରାମବାର ଦିନରେ ସମାଜଗୃହରେ ପ୍ରବେଶ କଲେ, ଆଉ ପାଠ କରିବା ନିମନ୍ତେ ଠିଆ ହେଲେ।
17 He was handed the scroll of the prophet Isaiah, unrolled it, and found where it was written: ସେଥିରେ ଯିଶାଇୟ ଭାବବାଦୀଙ୍କ ପୁସ୍ତକ ତାହାଙ୍କୁ ଦିଆଗଲା, ଆଉ ସେ ତାହା ଫିଟାଇ, ଯେଉଁ ସ୍ଥାନରେ ଏହି ବାକ୍ୟ ଲିଖିତ ଅଛି, ତାହା ପାଇଲେ,
18 "The Spirit of our Father is upon me, because he has anointed me to proclaim good news to the poor. He has sent me to proclaim freedom for the captives and recovery of sight to the blind, to set free those who are oppressed, “ପ୍ରଭୁଙ୍କ ଆତ୍ମା ମୋʼଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି, ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ,
19 to proclaim the year of our Father's favor." ଆଉ ପ୍ରଭୁଙ୍କ ଅନୁଗ୍ରହ ବର୍ଷ ଘୋଷଣା କରିବାକୁ ସେ ମୋତେ ପଠାଇଅଛନ୍ତି।”
20 He rolled up the scroll, gave it back to the attendant, and sat down. Every eye in the synagogue was fixed on him. ପରେ ସେ ପୁସ୍ତକ ବନ୍ଦ କରି, ପରିଚାରକଙ୍କୁ ତାହା ଫେରାଇଦେଇ ବସିଲେ। ଆଉ ସମାଜଗୃହରେ ସମସ୍ତଙ୍କ ଦୃଷ୍ଟି ତାହାଙ୍କ ଉପରେ ସ୍ଥିର ହୋଇ ରହିଲା।
21 And he began to say to them, "Today this Scripture has been fulfilled in your hearing." ପୁଣି, ସେ ସେମାନଙ୍କୁ କହିବାକୁ ଲାଗିଲେ, “ଆଜି ଧର୍ମଶାସ୍ତ୍ରର ଏହି ବାକ୍ୟ ତୁମ୍ଭମାନଙ୍କ ଶୁଣିବା ଅନୁସାରେ ସଫଳ ହେଲା।”
22 All spoke well of him, amazed at the gracious words from his mouth, and said, "Isn't this Joseph's son?" ଆଉ, ସମସ୍ତେ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ତାହାଙ୍କ ମୁଖ ନିର୍ଗତ ଅନୁଗ୍ରହର ବାକ୍ୟରେ ଚମତ୍କୃତ ହେଲେ; ପୁଣି, ସେମାନେ କହିବାକୁ ଲାଗିଲେ, ଏ କଅଣ ଯୋଷେଫର ପୁତ୍ର ନୁହେଁ?
23 He said to them, "Surely you'll quote this proverb to me: 'Doctor, heal yourself.' Do here in your hometown, too, what we heard happened in Capernaum." ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ନିଶ୍ଚୟ ମୋତେ ଏହି ପ୍ରବାଦବାକ୍ୟ କହିବ, ‘ହେ ବୈଦ୍ୟ, ନିଜେ ନିଜକୁ ସୁସ୍ଥ କର; କଫର୍ନାହୂମରେ ଯାହା ଯାହା ଘଟିଅଛି ବୋଲି ଆମ୍ଭେମାନେ ଶୁଣିଅଛୁ, ସେହିସବୁ ଏହି ସ୍ଥାନରେ ନିଜ ପିତାଙ୍କ ନଗରରେ ମଧ୍ୟ କର।’”
24 And he said, "Truly, I say to you, no prophet is acceptable in his hometown. ପୁଣି, ସେ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କୌଣସି ଭାବବାଦୀ ନିଜ ପିତାଙ୍କ ନଗରରେ ଗ୍ରାହ୍ୟ ହୁଅନ୍ତି ନାହିଁ।
25 But truly I tell you, many widows lived in Israel in Elijah's days, when the sky was shut three years and six months and a great famine struck the whole land, କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏଲୀୟଙ୍କ ସମୟରେ ଯେତେବେଳେ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଆକାଶ ବନ୍ଦ ହେବାରୁ ସମସ୍ତ ଦେଶରେ ମହାଦୁର୍ଭିକ୍ଷ ପଡ଼ିଥିଲା, ସେତେବେଳେ ଇସ୍ରାଏଲ ମଧ୍ୟରେ ଅନେକ ବିଧବା ଥିଲେ;
26 and Elijah was sent to none of them but only to a widow in Zarephath of Sidon. ତଥାପି ଏଲୀୟ ସେମାନଙ୍କର କାହାରି ନିକଟକୁ ପ୍ରେରିତ ନ ହୋଇ କେବଳ ସୀଦୋନ ଦେଶର ସାରିଫତକୁ ଜଣେ ବିଧବା ସ୍ତ୍ରୀ ନିକଟକୁ ପଠାଗଲେ।
27 Many had leprosy in Israel in the days of the prophet Elisha, yet none was made clean except Naaman the Syrian." ପୁଣି, ଭାବବାଦୀ ଇଲୀଶାୟଙ୍କ ସମୟରେ ଇସ୍ରାଏଲ ମଧ୍ୟରେ ଅନେକ କୁଷ୍ଠରୋଗୀମାନେ ଥିଲେ; ତଥାପି ସେମାନଙ୍କ ମଧ୍ୟରୁ କେହି ଶୁଚି କରାଯାଇ ନ ଥିଲେ, କେବଳ ସିରିୟା ଦେଶୀୟ ନାମାନ ଶୁଚି କରାଯାଇଥିଲେ।”
28 When they heard these things, everyone in the synagogue was furious. ସମାଜଗୃହରେ ଏହିସବୁ କଥା ଶୁଣୁ ଶୁଣୁ ସମସ୍ତେ କ୍ରୋଧରେ ପରିପୂର୍ଣ୍ଣ ହେଲେ,
29 They got up, drove him out of town, and took him to the edge of the hill their town was built on, to throw him off the cliff. ପୁଣି, ସେମାନେ ଉଠି ତାହାଙ୍କୁ ନଗରରୁ ବାହାର କରିଦେଲେ ଏବଂ ସେମାନଙ୍କର ନଗର ଯେଉଁ ପର୍ବତ ଉପରେ ସ୍ଥାପିତ ଥିଲା, ସେହି ପର୍ବତ ଉପରୁ ତଳକୁ ପକାଇଦେବା ନିମନ୍ତେ ତାହାକୁ ସେଠାକୁ ନେଇଗଲେ;
30 But he walked through the crowd and went away. କିନ୍ତୁ ସେ ସେମାନଙ୍କ ମଧ୍ୟ ଦେଇ ଗମନ କରି ଚାଲିଗଲେ।
31 He went down to Capernaum, a town in Galilee, and taught them on the Sabbath, ଯୀଶୁ କଫର୍ନାହୂମ ନାମକ ଗାଲିଲୀର ଗୋଟିଏ ନଗରକୁ ଆସିଲେ, ପୁଣି, ବିଶ୍ରାମବାରମାନଙ୍କରେ ଲୋକମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ,
32 and they were astonished at his teaching, for his word possessed authority. ଆଉ ସେମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ, କାରଣ ତାହାଙ୍କ ବାକ୍ୟ ଅଧିକାରଯୁକ୍ତ ଥିଲା।
33 In the synagogue was a man with the spirit of an unclean demon; he cried out in a loud voice, ଦିନେ ସମାଜଗୃହରେ ଜଣେ ଅଶୁଚି ଭୂତାତ୍ମାବିଷ୍ଟ ଲୋକ ଥିଲା; ସେ ଉଚ୍ଚସ୍ୱରରେ ଚିତ୍କାର କଲା,
34 Ha! What do you want with us, Jesus of Nazareth? Have you come to destroy us? I know who you are—God's Holy One. ଆଃ, ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ ତାହା ମୁଁ ଜାଣେ; ତୁମ୍ଭେ ଈଶ୍ବରଙ୍କର ସେହି ପବିତ୍ର ବ୍ୟକ୍ତି।
35 Jesus rebuked him: "Be silent and come out of him!" The demon threw him down before them all, came out, and did him no harm. ଯୀଶୁ ତାହାକୁ ଧମକ ଦେଇ କହିଲେ “ଚୁପ୍ କର୍, ଏହାଠାରୁ ବାହାରିଯା।” ସେଥିରେ ସେହି ଭୂତ ତାହାକୁ ମଧ୍ୟ ସ୍ଥାନରେ ପକାଇଦେଇ ତାହାର କୌଣସି କ୍ଷତି ନ କରି ତାହାଠାରୁ ବାହାରିଗଲା।
36 All were amazed and asked each other, "What word is this? With authority and power he orders unclean spirits, and they leave!" ଏଥିରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇ ପରସ୍ପର କୁହାକୋହି ହେଲେ, ଏ କି କଥା? ସେ ଅଶୁଚି ଆତ୍ମାମାନଙ୍କୁ ଅଧିକାର ଓ ଶକ୍ତି ସହିତ ଆଦେଶ ଦିଅନ୍ତି, ଆଉ ସେମାନେ ବାହାରିଯାଆନ୍ତି।
37 And reports about him went out into every place in the surrounding region. ସେଥିରେ ତାହାଙ୍କ ବିଷୟରେ ସମାଚାର ଚତୁର୍ଦ୍ଦିଗସ୍ଥ ଅଞ୍ଚଳର ସବୁଆଡ଼େ ବ୍ୟାପିଗଲା।
38 And he arose and left the synagogue and entered Simon's house. Now Simon's mother-in-law was ill with a high fever, and they asked him to help her. ପରେ ସେ ସମାଜଗୃହରୁ ଉଠି ଶିମୋନଙ୍କ ଘରକୁ ଗଲେ। ଶିମୋନଙ୍କ ଶାଶୁଙ୍କୁ ଭୟଙ୍କର ଜ୍ୱର ହୋଇଥିଲା, ଆଉ ସେମାନେ ତାହାଙ୍କ ବିଷୟରେ ତାହାଙ୍କୁ ଅନୁରୋଧ କଲେ।
39 He stood over her and rebuked the fever; it left her, and she rose at once and began serving them. ସେଥିରେ ସେ ତାହାଙ୍କ ପାଖରେ ଠିଆ ହୋଇ ଜ୍ୱରକୁ ଧମକ ଦେଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ସେହିକ୍ଷଣି ଉଠି ସେମାନଙ୍କ ସେବା କରିବାକୁ ଲାଗିଲେ।
40 As the sun set, all who had someone sick with various diseases brought them to him; laying his hands on each one, he healed them. ସୂର୍ଯ୍ୟ ଅସ୍ତ ହେବା ସମୟରେ, ଯେଉଁମାନଙ୍କ ନିକଟରେ ନାନା ପ୍ରକାର ରୋଗରେ ପୀଡ଼ିତ ଲୋକମାନେ ଥିଲେ, ସେ ସମସ୍ତେ ସେମାନଙ୍କୁ ତାହାଙ୍କ ନିକଟକୁ ଆଣିଲେ ଏବଂ ସେ ପ୍ରତ୍ୟେକ ଜଣ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କଲେ।
41 Demons also came out of many, shouting, "You are the Son of God!" He silenced them, forbidding them to speak, since they knew he was the Christ. ପୁଣି, ଭୂତମାନେ ମଧ୍ୟ ଚିତ୍କାର କରୁ କରୁ ତୁମ୍ଭେ ଈଶ୍ବରଙ୍କ ପୁତ୍ର ବୋଲି କହି ଅନେକଙ୍କଠାରୁ ବାହାରିଗଲେ। ଆଉ, ଯୀଶୁ ସେମାନଙ୍କୁ ଧମକ ଦେଇ କଥା କହିବାକୁ ଦେଲେ ନାହିଁ, କାରଣ ସେ ଯେ ଖ୍ରୀଷ୍ଟ, ଏହା ସେମାନେ ଜାଣିଥିଲେ।
42 At daybreak he went out to a remote place. Crowds looked for him, came to him, and tried to keep him from leaving them. ସକାଳ ହେବାରୁ, ସେ ବାହାରି ଏକ ନିର୍ଜନ ସ୍ଥାନକୁ ଗଲେ; ଆଉ, ଲୋକସମୂହ ତାହାଙ୍କୁ ଖୋଜି ଖୋଜି ତାହାଙ୍କ ନିକଟକୁ ଆସିଲେ, ପୁଣି, ସେ ଯେପରି ସେମାନଙ୍କ ପାଖରୁ ଚାଲି ନ ଯାଆନ୍ତି, ସେଥିନିମନ୍ତେ ତାହାଙ୍କୁ ଅଟକାଇବା ପାଇଁ ଚେଷ୍ଟା କଲେ।
43 But he told them, "I must announce the good news of our Father's kingdom to the other towns too—this is why I was sent." କିନ୍ତୁ ସେ ସେମାନଙ୍କୁ କହିଲେ, “ଅନ୍ୟାନ୍ୟ ନଗରରେ ମଧ୍ୟ ମୋତେ ଅବଶ୍ୟ ଈଶ୍ବରଙ୍କ ରାଜ୍ୟର ସୁସମାଚାର ପ୍ରଚାର କରିବାକୁ ହେବ, କାରଣ ସେଥିନିମନ୍ତେ ମୁଁ ପଠାଯାଇଅଛି।”
44 And he was preaching in the synagogues of Judea. ପୁଣି, ସେ ଯିହୂଦିୟା ପ୍ରଦେଶର ସମାଜଗୃହମାନଙ୍କରେ ପ୍ରଚାର କରିବାକୁ ଲାଗିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]