Skip to content
The Believer's Library

Indian Revised Version(IRV) Odia - 2021

Luke 5 IRVOry

Show IRVOry only
Verse × ×
1 Once, as the crowd pressed around him to hear our Father's word, Jesus stood by Lake Gennesaret. ଦିନେ ଯେତେବେଳେ ଲୋକସମୂହ ଯୀଶୁଙ୍କ ଉପରେ ମାଡ଼ିପଡ଼ି ଈଶ୍ବରଙ୍କ ବାକ୍ୟ ଶୁଣୁଥିଲେ, ସେତେବେଳେ ସେ ଗିନ୍ନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ;
2 He saw two boats standing by the lake; the fishermen had left them and were washing their nets. ଆଉ ସେ ହ୍ରଦ କୂଳରେ ଦୁଇଟି ନୌକା ଥିବାର ଦେଖିଲେ; ମାଛୁଆମାନେ ସେଥିରୁ ଓହ୍ଲାଇ ଜାଲ ଧୋଉଥିଲେ।
3 Getting into one of the boats, Simon's, he asked him to move out a little from shore, then sat down and taught the crowds from the boat. ସେହି ନୌକାଗୁଡ଼ିକ ମଧ୍ୟରୁ ଯାହା ଶିମୋନଙ୍କର ଥିଲା, ସେଥିରେ ସେ ଚଢ଼ି ସ୍ଥଳରୁ ଅଳ୍ପ ଦୂରକୁ ଯିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ; ଆଉ, ସେ ବସି ନୌକାରୁ ଲୋକସମୂହକୁ ଶିକ୍ଷା ଦେବାକୁ ଲାଗିଲେ।
4 When he stopped speaking, he told Simon, "Push out into deep water and lower your nets for a catch." ସେ କଥା ଶେଷ କରି ଶିମୋନଙ୍କୁ କହିଲେ, “ଗଭୀର ଜଳକୁ ଯାଇ ମାଛ ଧରିବା ନିମନ୍ତେ ତୁମ୍ଭମାନଙ୍କର ଜାଲ ପକାଅ।”
5 Simon answered, "Master, we worked all night and caught nothing. But at your word, I'll let down the nets." ଏଥିରେ ଶିମୋନ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ରାତିଯାକ ପରିଶ୍ରମ କରି କିଛି ଧରି ନାହୁଁ; କିନ୍ତୁ ଆପଣଙ୍କ କଥାରେ ମୁଁ ଜାଲ ପକାଇବି।
6 Doing this, they caught so many fish their nets began tearing. ଆଉ, ସେମାନେ ତାହା ପକାଇ ବହୁତ ମାଛ ଧରିଲେ, ପୁଣି, ସେମାନଙ୍କ ଜାଲ ଛିଣ୍ଡିବାକୁ ଲାଗିଲା।
7 They signaled to partners in the other boat to come help; they came and filled both boats so that they began to sink. ସେଥିରେ ସେମାନଙ୍କର ଯେଉଁ ସହକର୍ମୀମାନେ ଅନ୍ୟ ନୌକାରେ ଥିଲେ, ସେମାନେ ଯେପରି ଆସି ସାହାଯ୍ୟ କରନ୍ତି, ଏଥିପାଇଁ ସେମାନେ ସେମାନଙ୍କୁ ଠାରିଲେ। ଏଥିରେ ସେମାନେ ଆସି ଦୁଇଟି ନୌକାକୁ ଏପରି ପୂର୍ଣ୍ଣ କଲେ ଯେ, ସେଗୁଡ଼ିକ ବୁଡ଼ିବାକୁ ଲାଗିଲା।
8 Seeing this, Simon Peter fell at Jesus' knees and said, "Leave me, Lord, for I'm a sinful man!" କିନ୍ତୁ ଶିମୋନ ପିତର ଏହା ଦେଖି ଯୀଶୁଙ୍କ ଚରଣ ତଳେ ପଡ଼ି କହିଲେ, ହେ ପ୍ରଭୁ, ମୋ ନିକଟରୁ ଚାଲିଯାଅ, ଯେଣୁ ମୁଁ ଜଣେ ପାପୀ ମନୁଷ୍ୟ।
9 For amazement gripped him and all with him at the catch of fish they had caught, କାରଣ ସେମାନେ ଏତେ ମାଛ ଧରିଥିଲେ ଯେ, ତାହା ଦେଖି ସେ ଓ ତାହାଙ୍କ ସଙ୍ଗୀ ସମସ୍ତେ ଆଶ୍ଚର୍ଯ୍ୟ ହେଲେ;
10 and so were James and John, Zebedee's sons and Simon's partners. Jesus told Simon, "Don't be afraid; from now on you'll catch people." ପୁଣି, ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନ, ଯେଉଁମାନେ ଶିମୋନଙ୍କର ସହଭାଗୀ ଥିଲେ, ସେମାନେ ମଧ୍ୟ ସେହି ପ୍ରକାର ଆଶ୍ଚର୍ଯ୍ୟାନ୍ୱିତ ହେଲେ। ପୁଣି, ଯୀଶୁ ଶିମୋନଙ୍କୁ କହିଲେ, “ଭୟ କର ନାହିଁ, ଆଜିଠାରୁ ତୁମ୍ଭେ ମନୁଷ୍ୟମାନଙ୍କୁ ଧରିବ।”
11 So they pulled their boats up on shore, left everything, and followed him. ସେଥିରେ ସେମାନେ ନୌକାଗୁଡ଼ିକ କୂଳକୁ ଆଣି ସବୁ ଛାଡ଼ିଦେଇ ତାହାଙ୍କର ଅନୁଗମନ କଲେ।
12 While Jesus was in one of the towns, a man covered with a serious skin disease appeared. Seeing Jesus, he fell facedown and begged, "Lord, if you're willing, you can make me clean." ସେ ଗୋଟିଏ ନଗରରେ ଥିବା ସମୟରେ, ଦେଖ, ଜଣେ ସର୍ବାଙ୍ଗ କୁଷ୍ଠୀ ଲୋକ ସେ ସ୍ଥାନରେ ଥିଲେ; ସେ ଯୀଶୁଙ୍କୁ ଦେଖି ମୁହଁ ମାଡ଼ିପଡ଼ି ତାହାଙ୍କୁ ନିବେଦନ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରିପାରନ୍ତି।
13 Jesus reached out his hand, touched him: "I am willing. Be clean." At once the skin disease left him. ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, “ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।” ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା।
14 Jesus ordered him to tell no one, "but go, show yourself to the priest and offer what Moses commanded for your cleansing, as proof to the people." ଆଉ, ସେ ତାହାକୁ ଆଜ୍ଞା ଦେଇ କହିଲେ, “କାହାକୁ କୁହ ନାହିଁ, କିନ୍ତୁ ଯାଇ ଯାଜକଙ୍କୁ ନିଜକୁ ଦେଖାଅ, ପୁଣି, ମୋଶାଙ୍କ ଆଦେଶ ଅନୁସାରେ ଆପଣାର ଶୁଚିକ୍ରିୟାରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ବଳି ଉତ୍ସର୍ଗ କର।”
15 But word about him spread even more; large crowds gathered to hear him and be healed of their sicknesses. କିନ୍ତୁ ତାହାଙ୍କ ବିଷୟକ କଥା ଆହୁରି ଅଧିକ ବ୍ୟାପିଗଲା, ଆଉ ବହୁସଂଖ୍ୟକ ଲୋକ ଶୁଣିବା ନିମନ୍ତେ ଓ ନିଜ ନିଜ ରୋଗରୁ ସୁସ୍ଥ ହେବା ନିମନ୍ତେ ଏକତ୍ର ହେବାକୁ ଲାଗିଲେ;
16 But Jesus often withdrew to deserted places and prayed. ମାତ୍ର ସେ କେହି ନ ଥିବା ସ୍ଥାନମାନଙ୍କରେ ରହି ପ୍ରାର୍ଥନା କରୁଥିଲେ।
17 One day as he taught, Pharisees and teachers of the law sat, having come from every village of Galilee, and from Judea and Jerusalem. And our Father's power was there for him to heal the sick. ଦିନେ ସେ ଶିକ୍ଷା ଦେଉଥିଲେ, ଆଉ ଗାଲିଲୀର ପ୍ରତ୍ୟେକ ଗ୍ରାମ, ପୁଣି, ଯିହୂଦିୟା ପ୍ରଦେଶ ଓ ଯିରୂଶାଲମ ସହରରୁ ଆସିଥିବା ଫାରୂଶୀ ଓ ମୋଶାଙ୍କ ବ୍ୟବସ୍ଥା ଶିକ୍ଷକମାନେ ନିକଟରେ ବସିଥିଲେ। ଆଉ, ସେ ଯେପରି ସୁସ୍ଥ କରନ୍ତି ଏଥିପାଇଁ ପ୍ରଭୁଙ୍କର ଶକ୍ତି ଉପସ୍ଥିତ ଥିଲା।
18 Just then, men came carrying a paralyzed man on a mat, trying to bring him in and lay him before Jesus. ପୁଣି, ଦେଖ, କେତେକ ଲୋକ ଜଣେ ପକ୍ଷାଘାତରୋଗୀ ମନୁଷ୍ୟକୁ ଖଟିଆରେ ବୋହିଆଣି ତାହାକୁ ଭିତରକୁ ନେଇଯିବା ନିମନ୍ତେ ଓ ତାହାଙ୍କ ସମ୍ମୁଖରେ ଥୋଇବା ନିମନ୍ତେ ଚେଷ୍ଟା କରୁଥିଲେ।
19 Finding no way through the crowd to bring him in, they went up on the roof and lowered him on his mat through the tiles, into the middle, right before Jesus. କିନ୍ତୁ ଭିଡ଼ ହେତୁ ତାହାକୁ ଭିତରକୁ ନେଇଯିବା ପାଇଁ ବାଟ ନ ପାଇବାରୁ ସେମାନେ ଘର ଉପରକୁ ଯାଇ ଛାତ ଭିତର ଦେଇ ଖଟିଆ ସହିତ ତାହାକୁ ମଧ୍ୟସ୍ଥାନରେ ଯୀଶୁଙ୍କ ସମ୍ମୁଖରେ ଓହ୍ଲାଇଦେଲେ।
20 When Jesus saw their faith, he said, "Friend, your sins are forgiven you." ସେ ସେମାନଙ୍କର ବିଶ୍ୱାସ ଦେଖି କହିଲେ, “ହେ ବନ୍ଧୁ, ତୁମ୍ଭର ପାପସବୁ କ୍ଷମା କରାଯାଇଅଛି।”
21 The scribes and Pharisees began debating, "Who is this man insulting God? Who but God alone can forgive sins?" ସେଥିରେ ଶାସ୍ତ୍ରୀ ଓ ଫାରୂଶୀମାନେ ତର୍କବିତର୍କ କରି ଏହା କହିବାକୁ ଲାଗିଲେ, ଏ ଯେ ଈଶ୍ବର ନିନ୍ଦା କରୁଅଛି, ଏ କିଏ? କେବଳ ଈଶ୍ବରଙ୍କ ବିନା ଆଉ କିଏ ପାପ କ୍ଷମା କରିପାରେ?
22 Knowing what they were thinking, Jesus answered them, "Why are you reasoning in your hearts? କିନ୍ତୁ ଯୀଶୁ ତାହାଙ୍କ ତର୍କବିତର୍କ ଜ୍ଞାତ ହୋଇ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଆପଣା ଆପଣା ମନରେ କଅଣ ତର୍କବିତର୍କ କରୁଅଛ?
23 Which is easier: to say, 'Your sins are forgiven you,' or to say, 'Get up and walk'? କଅଣ ସହଜ? ‘ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା,’ ବା, ‘ଉଠ, ଚାଲ ବୋଲି କହିବା?’
24 But so you'll know the Son of Man has authority on earth to forgive sins"—he told the paralyzed man—"I tell you, get up, pick up your mat, and go home." କିନ୍ତୁ, ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର,” ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, “ମୁଁ ତୁମ୍ଭକୁ କହୁଅଛି, ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଯାଅ।”
25 At once he stood before them, picked up his mat, went home glorifying our Father. ସେଥିରେ ସେ ସେହିକ୍ଷଣି ସେମାନଙ୍କ ସାକ୍ଷାତରେ ଉଠି, ଯାହା ଉପରେ ସେ ଶୋଇଥିଲେ, ତାହା ନେଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ ନିଜ ଗୃହକୁ ଚାଲିଗଲେ।
26 Amazement seized them all; they glorified our Father, filled with awe, saying, "We saw remarkable things today." ତହିଁରେ ସମସ୍ତେ ଆଚମ୍ଭିତ ହୋଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ ଓ ଅତିଶୟ ଭୟ କରି କହିଲେ, ଆଜି ଆମ୍ଭେମାନେ ଆଶ୍ଚର୍ଯ୍ୟ ଘଟଣା ଦେଖିଲୁ।
27 After this, Jesus went out and saw a tax collector named Levi sitting at the tax booth. "Follow me," he said. ଏଥିଉତ୍ତାରେ ସେ ବାହାରିଯାଇ ଲେବୀ ନାମକ ଜଣେ କରଗ୍ରାହୀଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, “ମୋହର ଅନୁଗମନ କର।”
28 So Levi got up, left everything behind, and followed him. ସେଥିରେ ସେ ସମସ୍ତ ପରିତ୍ୟାଗ କରି ଉଠି ତାହାଙ୍କର ଅନୁଗମନ କରିବାକୁ ଲାଗିଲେ।
29 Then Levi hosted a great banquet for Jesus at his house, and a large crowd of tax collectors and others reclined with them. ପୁଣି, ଲେବୀ ନିଜ ଘରେ ତାହାଙ୍କ ନିମନ୍ତେ ଗୋଟିଏ ବଡ଼ ଭୋଜି କଲେ, ଆଉ ବହୁସଂଖ୍ୟକ କରଗ୍ରାହୀ ଓ ଅନ୍ୟାନ୍ୟ ଲୋକ ସେମାନଙ୍କ ସାଙ୍ଗରେ ଭୋଜନ କରିବାକୁ ବସିଲେ।
30 But the Pharisees and their scribes grumbled to his disciples, "Why do you eat and drink with tax collectors and sinners?" ସେଥିରେ ଫାରୂଶୀମାନେ ଓ ସେମାନଙ୍କ ଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ, ତୁମ୍ଭେମାନେ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଖିଆପିଆ କରୁଅଛ?
31 Jesus answered them, "It is not the healthy who need a doctor, but the sick. ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ଆବଶ୍ୟକତା ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ଆବଶ୍ୟକତା ଅଛି।
32 I have not come to call the righteous, but sinners to repentance." ମୁଁ ଧାର୍ମିକ ଲୋକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ମନ-ପରିବର୍ତ୍ତନ କରିବା ନିମନ୍ତେ ପାପୀମାନଙ୍କୁ ଆହ୍ୱାନ କରିବାକୁ ଆସିଅଛି।”
33 They said to him, "John's disciples fast often and pray, likewise the Pharisees' disciples, but yours eat and drink." ସେମାନେ ତାହାଙ୍କୁ କହିଲେ, ଯୋହନଙ୍କ ଶିଷ୍ୟମାନେ ଥରକୁଥର ଉପବାସ ଓ ପ୍ରାର୍ଥନା କରନ୍ତି, ଫାରୂଶୀମାନଙ୍କ ଶିଷ୍ୟମାନେ ମଧ୍ୟ ସେହି ପ୍ରକାର କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଖିଆପିଆ କରନ୍ତି।
34 Jesus said, "Can you make the bridegroom's friends fast while he is with them? ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ବରଯାତ୍ରୀମାନଙ୍କ ସହିତ ବର ଥିବା ସମୟରେ ତୁମ୍ଭେମାନେ କି ସେମାନଙ୍କୁ ଉପବାସ କରାଇପାର?
35 But days will come when the bridegroom is taken from them, and then, in those days, they will fast." କିନ୍ତୁ ସମୟ ଆସିବ; ଆଉ ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ି ନିଆଯିବ, ସେତେବେଳେ ସେହି ସମୟରେ ସେମାନେ ଉପବାସ କରିବେ।”
36 He told them a parable too: "No one tears a patch from a new garment and sews it on an old one. Otherwise, he tears the new, and the new patch won't match the old. ପୁଣି, ସେ ସେମାନଙ୍କୁ ଏକ ଦୃଷ୍ଟାନ୍ତ ମଧ୍ୟ କହିଲେ, “କେହି ନୂଆ ଲୁଗାରୁ ତାଳି ଛିଣ୍ଡାଇ ପୁରୁଣା ଲୁଗାରେ ପକାଏ ନାହିଁ; ପକାଇଲେ ସେ ନୂଆ ଖଣ୍ଡିକ ଚିରିଦେବ, ପୁଣି, ନୂଆ ଲୁଗାର ତାଳିଟି ମଧ୍ୟ ପୁରୁଣା ସାଙ୍ଗରେ ମିଶିବ ନାହିଁ।
37 No one puts new wine into old wineskins; otherwise the new wine will burst the skins, spill out, and the skins will be ruined. ଆଉ, କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖେ ନାହିଁ; ରଖିଲେ ନୂଆ ଦ୍ରାକ୍ଷାରସ କୁମ୍ପାକୁ ଫଟାଇ ପଡ଼ିଯିବ, ଆଉ କୁମ୍ପା ନଷ୍ଟ ହେବ।
38 No, new wine must be poured into new wineskins. କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖିବା ଉଚିତ।
39 And no one after drinking old wine wants the new, for he says, 'The old is good.'" ଆଉ, କେହି ପୁରୁଣା ଦ୍ରାକ୍ଷାରସ ପାନ କରି ନୂଆ ଦ୍ରାକ୍ଷାରସ ପାନ କରିବାକୁ ଇଚ୍ଛା କରେ ନାହିଁ, କାରଣ ସେ କହେ, ‘ପୁରୁଣା ତ ଭଲ।’”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]