Skip to content
The Believer's Library

Indian Revised Version(IRV) Odia - 2021

Luke 6 IRVOry

Show IRVOry only
Verse × ×
1 On a Sabbath, Jesus walked through grainfields; his disciples picked heads of grain, rubbed them in their hands, and ate. ଥରେ ବିଶ୍ରାମବାର ଦିନରେ ସେ ଶସ୍ୟକ୍ଷେତ୍ର ଦେଇ ଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନେ ଶସ୍ୟର ଶିଁଷା ଛିଣ୍ଡାଇ ଛିଣ୍ଡାଇ ହାତରେ ମଳି ଖାଉଥିଲେ।
2 Some of the Pharisees said, "Why are you doing what is not lawful on the Sabbath?" କିନ୍ତୁ ଫାରୂଶୀମାନଙ୍କ ମଧ୍ୟରୁ କେତେକ କହିଲେ, ବିଶ୍ରାମବାର ଦିନରେ ଯାହା କରିବା ବିଧିସଙ୍ଗତ ନାହିଁ, ତାହା ତୁମ୍ଭେମାନେ କାହିଁକି କରୁଅଛ?
3 Jesus answered them, "Haven't you read what David did when he and those with him were hungry, ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଦାଉଦ ଓ ତାହାଙ୍କ ସଙ୍ଗୀମାନେ ଭୋକିଲା ଥିବା ସମୟରେ ସେ କଅଣ କରିଥିଲେ, ତାହା ସୁଦ୍ଧା କି ତୁମ୍ଭେମାନେ ପଢ଼ି ନାହଁ?
4 how he entered our Father's house, took the bread of the Presence, ate it, gave some to his companions, though it's not lawful for any but the priests to eat it?" ସେ କିପରି ଈଶ୍ବରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ବିନା ଆଉ କାହାରି ଭୋଜନ କରିବା ବିଧିସଙ୍ଗତ ନୁହେଁ, ତାହା ନେଇ ଖାଇଥିଲେ, ପୁଣି, ଆପଣା ସଙ୍ଗୀମାନଙ୍କୁ ମଧ୍ୟ ଦେଇଥିଲେ।”
5 Then he said to them, "The Son of Man is Lord of the Sabbath." ଆଉ, ସେ ସେମାନଙ୍କୁ କହିଲେ, “ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି।”
6 On another Sabbath he entered the synagogue and taught; a man was there with a withered right hand. ସେ ଆଉ ଏକ ବିଶ୍ରାମବାର ଦିନରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେଉଥିଲେ; ସେଠାରେ ଜଣେ ଲୋକ ଥିଲା, ତାହାର ଡାହାଣ ହାତ ଶୁଖିଯାଇଥିଲା।
7 The scribes and Pharisees watched him closely to see if he would heal on the Sabbath, so they could find a charge against him. ଆଉ, ସେ କେଜାଣି ବିଶ୍ରାମବାର ଦିନରେ ସୁସ୍ଥ କରନ୍ତି, ଏହା ଦେଖିବା ପାଇଁ ଶାସ୍ତ୍ରୀ ଓ ଫାରୂଶୀମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ଭୁଲ୍ ପାଇ ପାରନ୍ତି।
8 But knowing their thoughts, he told the man with the withered hand, "Get up and stand here." So he got up and stood there. କିନ୍ତୁ ସେ ସେମାନଙ୍କର ମନୋଭାବ ଜାଣି ପାରି, ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ କହିଲେ, “ଉଠ, ମଝିରେ ଠିଆ ହୁଅ।” ପୁଣି, ସେ ଉଠି ଠିଆ ହେଲା।
9 Then Jesus said to them, "I ask you: is it lawful on the Sabbath to do good or do harm, to save a life or destroy it?" ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ପଚାରୁଅଛି, ବିଶ୍ରାମବାର ଦିନରେ କଅଣ କରିବା ବିଧିସଙ୍ଗତ? ଭଲ କରିବା ନା ମନ୍ଦ କରିବା? ଜୀବନ ରକ୍ଷା କରିବା ନା ବିନାଶ କରିବା?”
10 Looking around at them all, he told the man, "Stretch out your hand." He did, and his hand was restored. ଆଉ, ସେ ଚାରିଆଡ଼େ ସମସ୍ତଙ୍କ ପ୍ରତି ଦୃଷ୍ଟିପାତ କରି ତାହାକୁ କହିଲେ, “ତୁମ୍ଭର ହାତ ବଢ଼ାଅ।” ସେଥିରେ ସେ ତାହା କଲା, ଆଉ ତାହାର ହାତ ପୁଣି, ଭଲ ହୋଇଗଲା।
11 But filled with rage, they discussed with each other what to do to Jesus. କିନ୍ତୁ ସେମାନେ କ୍ରୋଧରେ ପୂର୍ଣ୍ଣ ହେଲେ, ଆଉ ଯୀଶୁଙ୍କ ପ୍ରତି କଅଣ କରିପାରନ୍ତି, ସେ ବିଷୟରେ ପରସ୍ପର କଥାବାର୍ତ୍ତା କରିବାକୁ ଲାଗିଲେ।
12 In those days Jesus went out to the mountain to pray, spending the whole night in prayer to our Father. ସେହି ସମୟରେ ସେ ଦିନେ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ବାହାରିଯାଇ ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁ କରୁ ସାରା ରାତ୍ରି ବିତାଇଲେ।
13 At daybreak he called his disciples and chose twelve of them, naming them apostles: ସକାଳ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ ପାଖକୁ ଡାକି ସେମାନଙ୍କ ମଧ୍ୟରୁ ବାର ଜଣକୁ ମନୋନୀତ କଲେ; ସେ ସେମାନଙ୍କୁ ମଧ୍ୟ ପ୍ରେରିତ ନାମ ଦେଲେ,
14 Simon, whom he named Peter, and his brother Andrew; James and John; Philip and Bartholomew; ସେମାନେ ଶିମୋନ, ଯାହାକୁ ସେ ମଧ୍ୟ ପିତର ନାମ ଦେଲେ, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଯାକୁବ ଓ ଯୋହନ, ଫିଲିପ୍ପ ଓ ବାର୍ଥଲମୀ,
15 Matthew and Thomas; James son of Alphaeus, and Simon who was called the Zealot; ମାଥିଉ ଓ ଥୋମା, ଆଲଫିଙ୍କ ପୁତ୍ର ଯାକୁବ ଓ ଶିମୋନ, ଯାହାଙ୍କୁ ଉଦ୍‌ଯୋଗୀ ବୋଲି କହନ୍ତି,
16 Judas son of James, and Judas Iscariot, who became a traitor. ଯାକୁବଙ୍କ ପୁତ୍ର ଯିହୂଦା ଓ ଇଷ୍କାରିୟୋତୀୟ ଯିହୂଦା, ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା।
17 He came down with them and stood on a level place, with a large crowd of his disciples and a large multitude of people from all Judea, Jerusalem, and the coast of Tyre and Sidon. ଆଉ ସେ ସେମାନଙ୍କ ସହିତ ଓହ୍ଲାଇ ଗୋଟିଏ ସମତଳ ଭୂମିରେ ଠିଆ ହେଲେ, ପୁଣି, ତାହାଙ୍କର ଅନେକ ଶିଷ୍ୟ ଏବଂ ସମସ୍ତ ଯିହୂଦିୟା ପ୍ରଦେଶ, ଯିରୂଶାଲମ ଆଉ ସୋର ଓ ସୀଦୋନର ଉପକୂଳରୁ ଅନେକେ ଉପସ୍ଥିତ ହେଲେ;
18 They came to hear him and be healed of their diseases; those troubled by unclean spirits were also cured. ସେମାନେ ତାହାଙ୍କ ବାକ୍ୟ ଶୁଣିବାକୁ ଓ ଆପଣା ଆପଣା ରୋଗରୁ ସୁସ୍ଥ ହେବାକୁ ଆସିଥିଲେ, ଆଉ ଯେଉଁମାନେ ଅଶୁଚି ଆତ୍ମାଗୁଡ଼ାକ ଦ୍ୱାରା କଷ୍ଟ ପାଉଥିଲେ, ସେମାନେ ସୁସ୍ଥ କରାଗଲେ;
19 The whole crowd tried to touch him, since power went out from him, healing everyone. ପୁଣି, ଲୋକସମୂହ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ, କାରଣ ତାହାଙ୍କଠାରୁ ଶକ୍ତି ବାହାରି ସମସ୍ତଙ୍କୁ ସୁସ୍ଥ କରୁଥିଲା।
20 Looking up at his disciples, he said: "Blessed are you who are poor, for yours is the kingdom of our Father. ସେ ସମୟରେ ସେ ଆପଣା ଶିଷ୍ୟମାନଙ୍କୁ ଦେଖି କହିଲେ, “ଦୀନହୀନ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କର।
21 "Blessed are you who hunger now, for you will be satisfied. Blessed are you who weep now, for you will laugh. ବର୍ତ୍ତମାନ କ୍ଷୁଧିତ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ପରିତୃପ୍ତ ହେବ। ବର୍ତ୍ତମାନ ରୋଦନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ହାସ୍ୟ କରିବ।
22 Blessed are you when people hate you, and when they exclude you and revile you and reject your name as evil, because of the Son of Man. ଲୋକେ ଯେବେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ମନୁଷ୍ୟପୁତ୍ରଙ୍କ ହେତୁ ଅଲଗା କରନ୍ତି ପୁଣି, ନିନ୍ଦା କରନ୍ତି ଓ ତୁମ୍ଭମାନଙ୍କ ନାମକୁ ମନ୍ଦ ବୋଲି ଅଗ୍ରାହ୍ୟ କରନ୍ତି, ତେବେ ତୁମ୍ଭେମାନେ ଧନ୍ୟ।
23 Rejoice in that day and leap for joy, for your reward is great in heaven; for that is how the persecutors' ancestors treated the prophets. ସେହି ଦିନ ଆନନ୍ଦରେ ନୃତ୍ୟ କର, କାରଣ ଦେଖ, ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ଆଉ ସେହିପରି ତ ସେମାନଙ୍କ ପିତୃ-ପୁରୁଷମାନେ ଭାବବାଦୀମାନଙ୍କ ପ୍ରତି କରୁଥିଲେ।”
24 But woe to you who are rich, for you have already received your comfort. “କିନ୍ତୁ ହାୟ, ଦଣ୍ଡର ପାତ୍ର ଧନୀ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ ଆପଣା ଆପଣା ସୁଖ ଭୋଗ କରିଅଛ।
25 Woe to you who are full now, for you will be hungry. Woe to you who laugh now, for you will mourn and weep. ହାୟ, ଦଣ୍ଡର ପାତ୍ର ବର୍ତ୍ତମାନ ପରିତୃପ୍ତ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ କ୍ଷୁଧିତ ହେବ। ହାୟ, ଦଣ୍ଡର ପାତ୍ର ବର୍ତ୍ତମାନ ହାସ୍ୟ କରୁଅଛ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ ଦୁଃଖ ଓ ରୋଦନ କରିବ।
26 Woe to you when everyone speaks well of you, for that is how the flatterers' ancestors treated the false prophets. ଯେତେବେଳେ ଲୋକ ସମସ୍ତେ ତୁମ୍ଭମାନଙ୍କର ପ୍ରଶଂସା କରନ୍ତି, ସେତେବେଳେ ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର; ସେହିପରି ତ ସେମାନଙ୍କ ପିତୃ-ପୁରୁଷମାନେ ଭଣ୍ଡ ଭାବବାଦୀମାନଙ୍କ ପ୍ରତି କରୁଥିଲେ।
27 But I tell you who listen: love your enemies, do good to those who hate you, କିନ୍ତୁ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନଙ୍କର ମଙ୍ଗଳ କର;
28 bless those who curse you, pray for those who mistreat you. ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦିଅନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଯେଉଁମାନେ ତୁମ୍ଭମାନଙ୍କୁ ଅପବ୍ୟବହାର କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର।
29 Whoever strikes you on one cheek, offer the other too; whoever takes your coat, do not hold back your shirt. ଯେ ତୁମ୍ଭକୁ ଗୋଟିଏ ଗାଲରେ ଚାପୁଡ଼ା ମାରେ, ତାହା ପ୍ରତି ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ; ଆଉ, ଯେ ତୁମ୍ଭର ବସ୍ତ୍ର ନେଇଯାଏ, ତାହାକୁ ତୁମ୍ଭର ଅଙ୍ଗରଖା ମଧ୍ୟ ନେବାକୁ ମନା କର ନାହିଁ।
30 Give to everyone who asks you, and don't demand back what is taken from you. ଯେ କେହି ତୁମ୍ଭକୁ ମାଗେ, ତାହାକୁ ଦିଅ; ଆଉ ଯେ ତୁମ୍ଭର ସମ୍ପତ୍ତି ନେଇଯାଏ, ତାହାଠାରୁ ତାହା ପୁନର୍ବାର ଦାବି କର ନାହିଁ।
31 Do to others as you would have them do to you. ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯେପ୍ରକାର ବ୍ୟବହାର କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ସେମାନଙ୍କ ପ୍ରତି ସେହି ପ୍ରକାର କର।
32 Loving those who love you—what credit is that? Even sinners love those who love them. ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭେମାନେ କି ଅନୁଗ୍ରହ ପାଇବ? କାରଣ ପାପୀମାନେ ସୁଦ୍ଧା ଆପଣା ଆପଣା ପ୍ରେମକାରୀମାନଙ୍କୁ ପ୍ରେମ କରନ୍ତି।
33 If you do good to those doing you good, what credit is that to you? Even sinners do the same. ଆଉ, ଯେଉଁମାନେ ତୁମ୍ଭମାନଙ୍କର ମଙ୍ଗଳ କରନ୍ତି, ଯଦି ତୁମ୍ଭେମାନେ ସେମାନଙ୍କର ମଙ୍ଗଳ କର, ତେବେ ତୁମ୍ଭେମାନେ କି ଅନୁଗ୍ରହ ପାଇବ? କାରଣ ପାପୀମାନେ ସୁଦ୍ଧା ତାହା କରନ୍ତି।
34 And if you lend expecting repayment, what credit is that? Even sinners lend to sinners to get back the same amount. ପୁଣି, ଯେଉଁମାନଙ୍କଠାରୁ ତୁମ୍ଭମାନଙ୍କର ପାଇବାର ଆଶା ଥାଏ, ସେମାନଙ୍କୁ ଋଣ ଦେଲେ ତୁମ୍ଭେମାନେ କି ଅନୁଗ୍ରହ ପାଇବ? ପାପୀମାନେ ସୁଦ୍ଧା ସମାନ ପରିମାଣରେ ପରିଶୋଧ ପାଇବା ନିମନ୍ତେ ପାପୀମାନଙ୍କୁ ଋଣ ଦିଅନ୍ତି।
35 But love your enemies, do good, and lend expecting nothing back; your reward will be great, and you will be children of the Most High, for he is kind to the ungrateful and evil. ମାତ୍ର ତୁମ୍ଭମାନଙ୍କର ଶତ୍ରୁମାନଙ୍କୁ ପ୍ରେମ କର ଏବଂ ସେମାନଙ୍କର ମଙ୍ଗଳ କର, ପୁଣି, ପରିଶୋଧ ନେବାର ଆଶା ନ ରଖି ଋଣ ଦିଅ; ତାହାହେଲେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ହେବ ଓ ତୁମ୍ଭେମାନେ ମହାନ ଈଶ୍ବରଙ୍କ ସନ୍ତାନ ହେବ, କାରଣ ସେ ଅକୃତଜ୍ଞ ଓ ଦୁଷ୍ଟମାନଙ୍କ ପ୍ରତି ଦୟାଳୁ ଅଟନ୍ତି।
36 Be merciful, just as your Father is merciful. ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ଦୟାଳୁ, ତୁମ୍ଭେମାନେ ସେହିପରି ଦୟାଳୁ ହୁଅ।”
37 Do not judge, and you will not be judged. Do not condemn, and you will not be condemned. Forgive, and you will be forgiven. “ପୁଣି, ବିଚାର କର ନାହିଁ, ତାହାହେଲେ ତୁମ୍ଭେମାନେ ବିଚାରିତ ହେବ ନାହିଁ; ଦୋଷୀ କର ନାହିଁ, ତାହାହେଲେ ତୁମ୍ଭେମାନେ ଦୋଷୀକୃତ ହେବ ନାହିଁ। କ୍ଷମା କର, ତାହାହେଲେ ତୁମ୍ଭମାନଙ୍କୁ କ୍ଷମା କରାଯିବ;
38 Give, and it will be given to you: a good measure—pressed down, shaken, overflowing—will be poured into your lap. For the measure you use will be measured back to you." ଦାନ କର, ତାହାହେଲେ ତୁମ୍ଭମାନଙ୍କୁ ଦାନ ଦିଆଯିବ; ଲୋକେ ମାଣକୁ ପୁରା କରି ତାହାକୁ ଚାପି ହଲାଇ ଉଛୁଳାଇ ତୁମ୍ଭମାନଙ୍କ ଅଣ୍ଟିରେ ଦେବେ; କାରଣ ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ପୁଣି ମପାଯିବ।
39 He also gave them a parable: "Can a blind person guide a blind person? Won't both fall into a pit? ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ ମଧ୍ୟ କହିଲେ, ଅନ୍ଧ କଅଣ ଅନ୍ଧକୁ ବାଟ କଢ଼ାଇପାରେ? ସେମାନେ କଅଣ ଉଭୟେ ଗାତରେ ପଡ଼ିବେ ନାହିଁ?
40 No student surpasses their teacher; whoever is fully trained becomes like their teacher. ଶିଷ୍ୟ ଗୁରୁଠାରୁ ଶ୍ରେଷ୍ଠ ନୁହେଁ; କିନ୍ତୁ ପ୍ରତ୍ୟେକ ଶିଷ୍ୟ ସିଦ୍ଧ ହୋଇ ଆପଣା ଗୁରୁଙ୍କ ତୁଲ୍ୟ ହେବ।
41 Why do you see the speck in your brother's eye, yet miss the beam in your own eye? ଆଉ, କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ?
42 How can you tell your brother, 'Brother, let me remove the speck from your eye,' when you don't see the beam in your own eye? Hypocrite! First remove the beam from your own eye—then you'll see clearly to remove the speck from your brother's eye. ତୁମ୍ଭେ ଆପଣା ଆଖିରେ ଥିବା କଡ଼ିକାଠ ନ ଦେଖି କିପରି ନିଜ ଭାଇ କି କହିପାର, ଭାଇ, ଆସ, ତୁମ୍ଭ ଆଖିରେ ଥିବା କୁଟାଟିକକ ବାହାର କରିଦେବି? କପଟୀ, ଆଗେ ଆପଣା ଆଖିରୁ କଡ଼ିକାଠ ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରେ ଥିବା କୁଟାଟିକକ ବାହାର କରିବା ନିମନ୍ତେ ସ୍ପଷ୍ଟ ରୂପେ ଦେଖି ପାରିବ।”
43 For no good tree bears bad fruit, nor again does a bad tree bear good fruit. “କାରଣ ଏପରି କୌଣସି ଭଲ ଗଛ ନାହିଁ, ଯାହାକି ମନ୍ଦ ଫଳ ଫଳେ, ଅନ୍ୟ ପକ୍ଷରେ ଏପରି କୌଣସି ମନ୍ଦ ଗଛ ନାହିଁ, ଯାହାକି ଭଲ ଫଳ ଫଳେ।
44 Each tree is known by its own fruit; figs aren't gathered from thornbushes, nor grapes picked from a bramble. କାରଣ ପ୍ରତ୍ୟେକ ଗଛ ନିଜର ଫଳ ଦ୍ୱାରା ଚିହ୍ନାଯାଏ; କଣ୍ଟାଗଛରୁ ତ ଲୋକମାନେ ଡିମ୍ବିରି ତୋଳନ୍ତି ନାହିଁ, କିମ୍ବା କଣ୍ଟାଗଛରୁ ଦ୍ରାକ୍ଷାଫଳ ତୋଳନ୍ତି ନାହିଁ।
45 A good person produces good from the heart's good store; an evil person produces evil from the evil store; for the mouth speaks from the heart's overflow. ଉତ୍ତମ ଲୋକ ଆପଣା ହୃଦୟରୂପ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି, ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ; କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ।
46 Why do you call me 'Lord, Lord,' and not do what I say? ଆଉ, ତୁମ୍ଭେମାନେ କାହିଁକି ମୋତେ ପ୍ରଭୁ, ପ୍ରଭୁ ବୋଲି କହୁଅଛ, ମାତ୍ର ମୋହର ବାକ୍ୟ ପାଳନ କରୁ ନାହଁ?
47 Everyone coming to me, hearing my words, and doing them—I'll show you what he's like: ଯେ କେହି ମୋ ନିକଟକୁ ଆସି ମୋହର କଥା ଶୁଣି ସେହିସବୁ ପାଳନ କରେ, ସେ କାହା ପରି, ମୁଁ ତୁମ୍ଭମାନଙ୍କୁ ଜଣାଇବି।
48 He's like a man building a house, who dug deep and laid its foundation on rock. When the flood came, the river crashed into that house but couldn't shake it—it was built well. ସେ ଏପରି ଜଣେ ଘର ନିର୍ମାଣକାରୀ ଲୋକ ପରି, ଯେ ଗଭୀର ଗାତ ଖୋଳି ମୂଳଦୁଆ ପଥର ଉପରେ ବସାଇଲେ; ଆଉ, ବଢ଼ି ହୁଅନ୍ତେ ସୁଅ ସେହି ଘରକୁ ପ୍ରବଳ ଭାବରେ ଧକ୍କା ମାରିଲା, କିନ୍ତୁ ତାହା ହଲାଇ ପାରିଲା ନାହିଁ, କାରଣ ତାହା ଉତ୍ତମ ରୂପେ ନିର୍ମାଣ କରାଯାଇଥିଲା।
49 But whoever hears my words and doesn't act on them is like a man who built a house on the ground, without a foundation. The flood crashed against it, and it collapsed at once—that house's ruin was great." କିନ୍ତୁ ଯେ ଶୁଣି ପାଳନ କରେ ନାହିଁ, ସେ ମୂଳଦୁଆ ପଥର ଉପରେ ନ ବସାଇ ମାଟି ଉପରେ ଘର ନିର୍ମାଣକାରୀ ଲୋକ ପରି; ବନ୍ୟା ଜଳ ସେହି ଘର ଉପରେ ପ୍ରବଳ ଭାବରେ ଧକ୍କା ମାରିବାରୁ ସେହିକ୍ଷଣି ତାହା ପଡ଼ିଗଲା ଓ ତାହାର ବିନାଶ ଭୟଙ୍କର ହେଲା।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]