1Soon after, he traveled through towns and villages, preaching and announcing the good news of our Father's kingdom. The twelve were with him,IRVOryଏଥିର ଅଳ୍ପ ସମୟ ପରେ ଯୀଶୁ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଘୋଷଣା କରି ଈଶ୍ବରଙ୍କ ରାଜ୍ୟର ସୁସମାଚାର ପ୍ରଚାର କରି ଯାତ୍ରା କରିବାକୁ ଲାଗିଲେ, ଆଉ ବାର ଜଣ ଶିଷ୍ୟ ତାହାଙ୍କ ସାଙ୍ଗରେ ଥିଲେ,
2and some women healed of evil spirits and illnesses: Mary, called Magdalene, from whom seven demons had left,IRVOryପୁଣି, ଯେଉଁ ସ୍ତ୍ରୀମାନେ ଦୁଷ୍ଟ ଆତ୍ମା ଓ ରୋଗରୁ ସୁସ୍ଥ କରାଯାଇଥିଲେ, ଏପରି କେତେକ ସ୍ତ୍ରୀଲୋକ, ଅର୍ଥାତ୍ ମଗ୍ଦଲୀନୀ ନାମକ ମରୀୟମ, ଯାହାଙ୍କଠାରୁ ସାତ ଭୂତ ବାହାରିଯାଇଥିଲେ,
3and Joanna, wife of Chuza, manager for Herod, and Susanna, and many others, who supported them from their own resources.IRVOryହେରୋଦଙ୍କ ପରିଚାଳକ ଖୂଜା ଓ ତାହାଙ୍କ ଭାର୍ଯ୍ୟା ଯୋହାନା, ଶୋଶନ୍ନା, ପୁଣି, ଆହୁରି ଅନେକ ସ୍ତ୍ରୀଲୋକ ତାହାଙ୍କ ସାଙ୍ଗରେ ଥାଇ ନିଜ ନିଜ ସମ୍ପତ୍ତି ଦେଇ ସେମାନଙ୍କ ସେବା କରୁଥିଲେ।
4As a large crowd gathered, with people from every town coming to him, he spoke in a parable:IRVOryବହୁସଂଖ୍ୟକ ଲୋକ ଏକତ୍ର ହୁଅନ୍ତେ ଓ ନଗରୁ ନଗରୁ ଲୋକେ ତାହାଙ୍କ ନିକଟକୁ ଆସନ୍ତେ ସେ ଦୃଷ୍ଟାନ୍ତ ଦେଇ କହିଲେ,
5"A sower went out to sow. As he sowed, some seed fell on the path, got trampled, and birds of the sky ate it.IRVOry“ଜଣେ ବୁଣାଳୀ ଆପଣା ବିହନ ବୁଣିବାକୁ ବାହାରିଲା। ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା ଓ ପାଦ ତଳେ ଦଳି ହୋଇଗଲା, ପୁଣି, ଆକାଶର ଚଢ଼େଇମାନେ ସେଗୁଡ଼ିକ ଖାଇଗଲେ।
6Other seed fell on rock; sprouting, it withered from lack of moisture.IRVOryଆଉ କେତେକ ପଥର ଉପରେ ପଡ଼ିଲା, ପୁଣି, ଗଜା ହୋଇ ରସ ନ ପାଇବାରୁ ଶୁଖିଗଲା।
7Some fell among the thorns, and the thorns grew up with it and choked it.IRVOryଆଉ କେତେକ କଣ୍ଟାଗଛଗୁଡ଼ାକ ମଧ୍ୟରେ ପଡ଼ିଲା, ପୁଣି, କଣ୍ଟାଗଛଗୁଡ଼ାକ ସାଙ୍ଗେ ସାଙ୍ଗେ ବଢ଼ି ସେଗୁଡ଼ିକୁ ଚାପି ପକାଇଲା।
8Other seed fell on good soil, grew, and yielded a hundredfold." Saying this, he called out, "Whoever has ears to hear, let him hear."IRVOryଅନ୍ୟ କେତେକ ଭଲ ଭୂମିରେ ପଡ଼ିଲା ଆଉ ବଢ଼ି ଶହେ ଗୁଣ ଫଳ ଫଳିଲା।” ସେ ଏହା କହୁ କହୁ ଉଚ୍ଚସ୍ୱରରେ କହିଲେ, “ଯାହାର ଶୁଣିବା ପାଇଁ କାନ ଅଛି, ସେ ଶୁଣୁ।”
9His disciples asked him what this parable meant.IRVOryତାହାଙ୍କ ଶିଷ୍ୟମାନେ ଏହି ଦୃଷ୍ଟାନ୍ତର ଅର୍ଥ କଅଣ ବୋଲି ପଚାରିବାକୁ ଲାଗିଲେ।
10He said, "You've been given to know the secrets of our Father's kingdom; the rest get parables, so that 'seeing they may not see, and hearing they may not understand.'"IRVOryସେଥିରେ ସେ କହିଲେ, ଈଶ୍ବରଙ୍କ ରାଜ୍ୟର ରହସ୍ୟ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ଅନ୍ୟମାନଙ୍କୁ ଦୃଷ୍ଟାନ୍ତରେ କୁହାଯାଏ, “‘ଯେପରି ସେମାନେ ଦେଖୁ ଦେଖୁ ଦେଖିପାରିବେ ନାହିଁ ଓ ଶୁଣୁ ଶୁଣୁ ବୁଝିପାରିବେ ନାହିଁ।’”
11"Now the parable is this: The seed is the word of our Father.IRVOry“ଦୃଷ୍ଟାନ୍ତର ଅର୍ଥ ଏହି, ବିହନ ଈଶ୍ବରଙ୍କ ବାକ୍ୟ,
12Those along the path are the ones who hear; then the devil comes and takes the word from their hearts, so they won't believe and be saved.IRVOryଆଉ ଯେଉଁମାନେ ବାଟ ପାଖରେ ଅଛନ୍ତି, ସେମାନେ ବାକ୍ୟ ଶୁଣନ୍ତି; ତାହା ପରେ ଶୟତାନ ଆସି, ଯେପରି ସେମାନେ ବିଶ୍ୱାସ କରି ପରିତ୍ରାଣ ନ ପାଆନ୍ତି, ଏଥିନିମନ୍ତେ ସେମାନଙ୍କ ହୃଦୟରୁ ବାକ୍ୟ ନେଇଯାଏ।
13Those on the rock hear the word and receive it with joy, but have no root; they believe for a while, then fall away in time of testing.IRVOryପୁଣି, ଯେଉଁମାନେ ପଥର ଉପରେ ଅଛନ୍ତି, ସେମାନେ ବାକ୍ୟ ଶୁଣି ଆନନ୍ଦରେ ଗ୍ରହଣ କରନ୍ତି; କିନ୍ତୁ ସେମାନଙ୍କର ଚେର ନ ଥିବାରୁ ସେମାନେ ଅଳ୍ପ ସମୟ ବିଶ୍ୱାସ କରନ୍ତି ଓ ପରୀକ୍ଷା ସମୟରେ ଧର୍ମତ୍ୟାଗୀ ହୁଅନ୍ତି।
14What fell among thorns: these are those who hear, but as they go, life's worries, wealth, and pleasures choke them, and their fruit never matures.IRVOryଆଉ, କଣ୍ଟାଗଛଗୁଡ଼ାକ ମଧ୍ୟରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଯେଉଁମାନେ ଶୁଣି ସାଂସାରିକ ଚିନ୍ତା, ଧନ ଓ ସୁଖଭୋଗର ବଶବର୍ତ୍ତୀ ହୋଇ ଜୀବନ ଯାତ୍ରା କରୁ କରୁ ଚାପି ହୋଇଯାନ୍ତି, ପୁଣି, ପରିପକ୍ୱ ଫଳ ଉତ୍ପନ୍ନ କରନ୍ତି ନାହିଁ।
15But the one in good soil: these hear the word with an honest, good heart, hold it firmly, and bear fruit through perseverance."IRVOryଆଉ, ଉତ୍ତମ ଭୂମିରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଆଉ, ଯେଉଁମାନେ ଉତ୍ତମ ଓ ସରଳ ହୃଦୟରେ ବାକ୍ୟ ଶୁଣି ତାହା ଧରି ରଖନ୍ତି ଏବଂ ଧୈର୍ଯ୍ୟ ସହକାରେ ଫଳ ଫଳନ୍ତି।”
16"No one lights a lamp, covers it with a jar, or puts it under a bed; instead, he sets it on a stand, so those entering can see the light.IRVOry“କେହି ଦୀପ ଜାଳି ପାତ୍ର ଦ୍ୱାରା ତାହା ଘୋଡ଼ାଇ ରଖେ ନାହିଁ, କିମ୍ବା ଖଟ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି।
17For nothing is hidden that won't be revealed, nothing secret that won't be known and brought to light.IRVOryକାରଣ ଯାହା ପ୍ରକାଶିତ ନ ହେବ, ଏପରି ଗୁପ୍ତ ବିଷୟ କିଛି ନାହିଁ, ଅବା ଯାହା ଜଣାଯାଇ ପ୍ରକାଶ ନ ପାଇବ, ଏପରି ଗୁପ୍ତ ବିଷୟ କିଛି ନାହିଁ।
18So watch how you listen, for whoever has, more will be given to him; whoever has not, even what he thinks he has will be taken away."IRVOryଅତଏବ, କିପରି ଶୁଣୁଅଛ, ସେ ବିଷୟରେ ସାବଧାନ; କାରଣ ଯାହାର ଅଛି, ତାହାକୁ ଦିଆଯିବ, ଆଉ ଯାହାର ନାହିଁ, ସେ ଯାହା ନିଜର ଅଛି ବୋଲି ମନେ କରେ, ତାହା ସୁଦ୍ଧା ତାହାଠାରୁ ନିଆଯିବ।”
19His mother and brothers came to him but couldn't reach him because of the crowd.IRVOryତାହାଙ୍କ ମାଆ ଓ ଭାଇମାନେ ତାହାଙ୍କ ନିକଟକୁ ଆସିଲେ, କିନ୍ତୁ ଲୋକଗହଳି ହେତୁ ତାହାଙ୍କ ସହିତ ଦେଖା କରିପାରୁ ନ ଥିଲେ।
20And he was told, "Your mother and your brothers are standing outside, wanting to see you."IRVOryସେଥିରେ ତାହାଙ୍କୁ ଏହି ଖବର ଦିଆଗଲା, ଆପଣଙ୍କର ମାଆ ଓ ଭାଇମାନେ ଆପଣଙ୍କ ସହିତ ଦେଖା କରିବାକୁ ଇଚ୍ଛା କରି ବାହାରେ ଠିଆ ହୋଇଅଛନ୍ତି।
21But he answered them, "My mother and my brothers are those who hear the word of our Father and do it."IRVOryକିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, “ଯେଉଁମାନେ ଈଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ମୋହର ମାଆ ଓ ଭାଇମାନେ।”
22One day he and his disciples got into a boat. He said to them, "Let us cross over to the other side of the lake." So they set out.IRVOryସେହି ସମୟରେ ଦିନେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଗୋଟିଏ ନୌକାରେ ଚଢ଼ିଲେ, ଆଉ ସେ ସେମାନଙ୍କୁ କହିଲେ, “ଆସ, ହ୍ରଦର ଆରପାରିକୁ ଯିବା।” ସେଥିରେ ସେମାନେ ନୌକା ଫିଟାଇଦେଲେ।
23As they sailed, he fell asleep. A windstorm swept down on the lake; the boat filled with water, and they were endangered.IRVOryକିନ୍ତୁ ସେମାନେ ନୌକା ବାହି ଯାଉଥିବା ସମୟରେ ଯୀଶୁ ଶୋଇପଡ଼ିଥିଲେ। ସେତେବେଳେ ହ୍ରଦରେ ତୋଫାନ ହେଲା, ଆଉ ସେମାନଙ୍କ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା ଓ ସେମାନେ ବିପଦରେ ପଡ଼ିଲେ।
24They woke him, saying, "Master, Master, we're dying!" He got up, rebuked the wind and the raging water; they stopped, and it grew calm.IRVOryସେଥିରେ ଶିଷ୍ୟମାନେ ନିକଟକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ହେ ଗୁରୁ, ଆମେ ମଲୁ। ଏଥିରେ ସେ ଉଠି ପବନ ଓ ପ୍ରବଳ ତରଙ୍ଗକୁ ଧମକ ଦେଲେ, ଆଉ ସେହିସବୁ ବନ୍ଦ ହୋଇ ସୁସ୍ଥିର ହେଲା।
25He asked them, "Where is your faith?" Afraid and amazed, they said to each other, "Who then is this? He commands even the winds and water, and they obey him."IRVOryପୁଣି, ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କର ବିଶ୍ୱାସ କାହିଁ?” କିନ୍ତୁ ସେମାନେ ଭୀତ ଓ ଚକିତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ସେ ବାୟୁ ଓ ଜଳକୁ ସୁଦ୍ଧା ଆଦେଶ ଦିଅନ୍ତେ, ସେମାନେ ତାହାଙ୍କ ଆଜ୍ଞା ମାନନ୍ତି।
26Then they sailed to the region of the Gerasenes, which is opposite Galilee.IRVOryପରେ ସେମାନେ ଗାଲିଲୀର ସମ୍ମୁଖବର୍ତ୍ତୀ ସେପାରିର ଗରାଶୀୟମାନଙ୍କ ଅଞ୍ଚଳରେ ପହଞ୍ଚିଲେ।
27As Jesus stepped onto land, a demon-possessed man from the city met him. For a long time he'd worn no clothes and stayed not in a house but among the tombs.IRVOryସେ ନୌକାରୁ ବାହାରି କୂଳରେ ଓହ୍ଲାନ୍ତେ ସେହି ନଗରର ଜଣେ ଭୂତଗ୍ରସ୍ତ ଲୋକ ତାହାଙ୍କୁ ଭେଟିଲା; ସେ ବହୁକାଳ ପର୍ଯ୍ୟନ୍ତ ଲୁଗା ନ ପିନ୍ଧି ଓ ଘରେ ନ ରହି ସମାଧି-ସ୍ଥାନରେ ରହୁଥିଲା।
28Seeing Jesus, he cried out, fell before him, and said loudly, "What do you want with me, Jesus, Son of the Most High God? I beg you, don't torment me!"IRVOryସେ ଯୀଶୁଙ୍କୁ ଦେଖି ଚିତ୍କାର କରି ତାହାଙ୍କ ଚରଣ ତଳେ ପଡ଼ି ଉଚ୍ଚସ୍ୱରରେ କହିଲା, ହେ ମହାନ ଈଶ୍ବରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋହର କଅଣ ଅଛି? ମୁଁ ତୁମ୍ଭକୁ ନିବେଦନ କରୁଅଛି, ମୋତେ କଷ୍ଟ ଦିଅ ନାହିଁ।
29Jesus had ordered the unclean spirit out of the man, for it had often seized him; though guarded and bound with chains and shackles, he would break them and be driven by the demon into the wilderness.IRVOryକାରଣ ସେ ଅଶୁଚି ଆତ୍ମାକୁ ସେହି ମନୁଷ୍ୟଠାରୁ ବାହାରିଯିବା ପାଇଁ ଆଜ୍ଞା ଦେବାକୁ ଯାଉଥିଲେ। ସେହି ଆତ୍ମା ଅନେକ ଥର ତାହାକୁ ଧରିଥିଲା, ପୁଣି, ଲୋକେ ତାହାକୁ ଜଞ୍ଜିର ଓ ବେଡ଼ିସବୁ ଦ୍ୱାରା ବାନ୍ଧି ରଖୁଥିଲେ, ମାତ୍ର ସେ ବନ୍ଧନସବୁ ଛିଣ୍ଡାଇପକାଇ ଭୂତ ଦ୍ୱାରା ପ୍ରାନ୍ତରକୁ ଚାଳିତ ହେଉଥିଲା।
30Jesus asked him, "What is your name?" He said, "Legion," for many demons had entered him.IRVOryଯୀଶୁ ତାହାଙ୍କୁ ପଚାରିଲେ, “ତୋର ନାଁ କଅଣ?” ସେ କହିଲା, ବାହିନୀ; କାରଣ ଅନେକ ଭୂତ ତାହାଠାରେ ପ୍ରବେଶ କରିଥିଲେ।
31And they begged him not to command them to depart into the abyss.IRVOryପୁଣି, ସେ ଯେପରି ସେମାନଙ୍କୁ ପାତାଳକୁ ଯିବା ପାଇଁ ଆଜ୍ଞା ନ ଦିଅନ୍ତି, ଏଥିପାଇଁ ସେମାନେ ତାହାଙ୍କୁ ବିନତି କରିବାକୁ ଲାଗିଲେ।
32A large herd of pigs was feeding on the hillside there. The demons begged him to let them enter the pigs, and he allowed it.IRVOryସେଠାରେ ପର୍ବତ ଉପରେ ଗୋଟିଏ ବଡ଼ ଘୁଷୁରିପଲ ଚରୁଥିଲା, ପୁଣି, ଯୀଶୁ ଯେପରି ସେମାନଙ୍କୁ ସେହି ଘୁଷୁରିଗୁଡ଼ାକ ମଧ୍ୟରେ ପଶିବା ପାଇଁ ଅନୁମତି ଦିଅନ୍ତି, ଏଥିପାଇଁ ସେମାନେ ତାହାଙ୍କୁ ବିନତି କଲେ।
33So the demons left the man and entered the pigs; the herd rushed down the cliff into the lake and drowned.IRVOryସେ ସେମାନଙ୍କୁ ଅନୁମତି ଦିଅନ୍ତେ, ଭୂତଗୁଡ଼ାକ ସେହି ମନୁଷ୍ୟଠାରୁ ବାହାରି ଘୁଷୁରିଗୁଡ଼ାକ ମଧ୍ୟରେ ପଶିଲେ; ସେଥିରେ ସେହି ଘୁଷୁରୀ ପଲ ଅତି ବେଗରେ ପାହାଡ ଉପରୁ ଦୌଡ଼ିଯାଇ ହ୍ରଦରେ ପଡ଼ି ବୁଡ଼ି ମଲେ।
34Herdsmen saw it, fled, and reported it in the city and in the countryside.IRVOryଚରାଉଥିବା ଲୋକମାନେ ସେହି ଘଟଣା ଦେଖି ପଳାଇଯାଇ ନଗର ଓ ପଲ୍ଲୀଗୁଡି଼କରେ ତାହା ଜଣାଇଲେ।
35The crowd came out to see what had happened. Reaching Jesus, they found the man freed of demons sitting at Jesus' feet, dressed and clear-minded—and fear seized them.IRVOryସେଥିରେ ଲୋକେ ସେହି ଘଟଣା ଦେଖିବାକୁ ବାହାରି ଆସିଲେ; ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି, ଯେଉଁ ମନୁଷ୍ୟଠାରୁ ଭୂତଗୁଡ଼ାକ ବାହାରିଥିଲେ, ତାହାକୁ ଲୁଗା ପିନ୍ଧି ଭଲ ମନରେ ଯୀଶୁଙ୍କ ପାଦ ତଳେ ବସିଥିବା ଦେଖି ଭୟ କଲେ।
36And those who had seen it told them how the demon-possessed man had been healed.IRVOryଆଉ, ଯେଉଁମାନେ ଦେଖିଲେ, ସେମାନେ ସେହି ଭୂତଗ୍ରସ୍ତ ଲୋକ କିପରି ସୁସ୍ଥ ହେଲା, ତାହା ସେମାନଙ୍କୁ ଜଣାଇଲେ।
37All the people of the Gerasene region asked him to leave them, because great fear gripped them. So he boarded the boat and went back.IRVOryସେଥିରେ ଗରାଶୀୟମାନଙ୍କ ଅଞ୍ଚଳର ଚାରିପାଖରେ ଥିବା ସମସ୍ତ ଲୋକ ସେମାନଙ୍କଠାରୁ ଯିବା ପାଇଁ ତାହାଙ୍କୁ ଅନୁରୋଧ କଲେ, କାରଣ ସେମାନେ ଅତ୍ୟନ୍ତ ଭୟଗ୍ରସ୍ତ ହୋଇଥିଲେ; ଆଉ, ସେ ଗୋଟିଏ ନୌକାରେ ଚଢ଼ି ଫେରିଆସିଲେ।
38The man the demons had left begged to go with him, but Jesus sent him away, saying,IRVOryକିନ୍ତୁ ଯେଉଁ ଲୋକଠାରୁ ଭୂତଗୁଡ଼ାକ ବାହାରିଯାଇଥିଲେ, ସେ ଯୀଶୁଙ୍କ ସାଙ୍ଗରେ ରହିବା ନିମନ୍ତେ ନିବେଦନ କରିବାକୁ ଲାଗିଲା;
39"Return home; tell how much our Father has done for you." He went, proclaiming throughout the whole city how much Jesus had done for him.IRVOryମାତ୍ର ସେ ତାହାଙ୍କୁ ବିଦାୟ କରି କହିଲେ, “ତୁମ୍ଭ ଘରକୁ ଫେରିଯାଅ, ପୁଣି, ଈଶ୍ବର ତୁମ୍ଭ ନିମନ୍ତେ ଯେଉଁ ଯେଉଁ କର୍ମ କରିଅଛନ୍ତି ସେହିସବୁ ବର୍ଣ୍ଣନା କର।” ସେଥିରେ ସେ ଚାଲିଯାଇ, ଯୀଶୁ ତାହା ନିମନ୍ତେ ଯେଉଁ ଯେଉଁ କର୍ମ କରିଥିଲେ, ସେହିସବୁ ନଗରଯାକ ଘୋଷଣା କରିବାକୁ ଲାଗିଲା।
40Now when Jesus returned, the crowd welcomed him, for they were all waiting for him.IRVOryଯୀଶୁ ଫେରିଆସନ୍ତେ ଲୋକସମୂହ ତାହାଙ୍କୁ ଆନନ୍ଦରେ ଗ୍ରହଣ କଲେ, କାରଣ ସମସ୍ତେ ତାହାଙ୍କ ଅପେକ୍ଷାରେ ଥିଲେ।
41A man named Jairus, a synagogue leader, came and fell at Jesus' feet, begging him to come to his house,IRVOryଆଉ, ଦେଖ, ଯାଈରସ ନାମକ ଜଣେ ବ୍ୟକ୍ତି ଆସିଲେ; ସେ ସମାଜଗୃହର ଅଧ୍ୟକ୍ଷ ଥିଲେ। ସେ ଯୀଶୁଙ୍କ ପାଦ ତଳେ ପଡ଼ି ଆପଣା ଗୃହକୁ ଆସିବା ନିମନ୍ତେ ତାହାଙ୍କୁ ବିନତି କଲେ,
42for he had an only daughter, about twelve years old, dying. As Jesus went, crowds pressed around him.IRVOryକାରଣ ତାହାଙ୍କର ପ୍ରାୟ ବାର ବର୍ଷ ବୟସର ଏକମାତ୍ର କନ୍ୟା ଥିଲା, ଆଉ ସେ ମୃତପ୍ରାୟ ହୋଇଥିଲା। କିନ୍ତୁ ସେ ଯାଉଥିବା ସମୟରେ ଲୋକସମୂହ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ।
43A woman had bled for twelve years; she had spent her whole livelihood on doctors, but none could heal her.IRVOryସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗରେ ଜଣେ ସ୍ତ୍ରୀଲୋକ, ଯେ ସମସ୍ତ ପୁଞ୍ଜି ସୁସ୍ଥ ହେବା ପାଇଁ ବୈଦ୍ୟମାନଙ୍କଠାରେ ଖର୍ଚ୍ଚ କରିଥିଲା କିନ୍ତୁ ସୁସ୍ଥ ହୋଇପାରି ନ ଥିଲା,
44Coming up behind him, she touched the tassel of his cloak, and her bleeding stopped instantly.IRVOryସେ ପଛଆଡ଼ୁ ଆସି ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଇଁଲା, ଆଉ, ସେହିକ୍ଷଣି ତାହାର ରକ୍ତସ୍ରାବ ବନ୍ଦ ହେଲା।
45Jesus said, "Who touched me?" When all denied it, Peter said, "Master, the crowds crowd and press against you."IRVOryସେଥିରେ ଯୀଶୁ କହିଲେ, “କିଏ ମୋତେ ଛୁଇଁଲା?” ମାତ୍ର ସମସ୍ତେ ଅସ୍ୱୀକାର କରନ୍ତେ, ପିତର କହିଲେ, ହେ ଗୁରୁ, ଲୋକସମୂହ ଯନ୍ତାଯନ୍ତି ହୋଇ ଆପଣଙ୍କ ଉପରେ ମାଡ଼ିପଡ଼ୁଅଛନ୍ତି।
46But Jesus said, "Someone touched me, for I felt that power had gone out from me."IRVOryକିନ୍ତୁ ଯୀଶୁ କହିଲେ, “କେହି ଜଣେ ମୋତେ ଛୁଇଁଲା, କାରଣ ମୋʼଠାରୁ ଶକ୍ତି ବାହାରିଗଲା ବୋଲି ମୁଁ ଜାଣିଲି।”
47Seeing she couldn't stay hidden, the woman came trembling, fell before him, and declared in front of everyone why she'd touched him and how she was instantly healed.IRVOryଯେତେବେଳେ ସ୍ତ୍ରୀଲୋକଟି ଦେଖିଲା ଯେ, ସେ ଲୁଚି ରହି ପାରିଲା ନାହିଁ, ସେତେବେଳେ ସେ ଥରି ଥରି ଆସି ତାହାଙ୍କ ପାଦ ତଳେ ପଡ଼ି, କାହିଁକି ତାହାଙ୍କୁ ଛୁଇଁଲା ପୁଣି, କିପରି ସେହିକ୍ଷଣି ସୁସ୍ଥ ହେଲା, ତାହା ସମସ୍ତ ଲୋକଙ୍କ ସାକ୍ଷାତରେ ପ୍ରକାଶ କଲା।
48And he said to her, "Daughter, your faith has healed you; go in peace."IRVOryସେଥିରେ ଯୀଶୁ ତାହାଙ୍କୁ କହିଲେ, “ଝିଅ, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି, ଶାନ୍ତିରେ ଚାଲିଯା।”
49While he was still speaking, someone from the synagogue leader's house said, "Your daughter has died; don't bother the Teacher anymore."IRVOryସେ ଏହି କଥା କହୁଥିବା ସମୟରେ ସମାଜଗୃହର ଅଧ୍ୟକ୍ଷଙ୍କ ଘରୁ ଜଣେ ଆସି କହିଲା, ଆପଣଙ୍କ ଝିଅ ମରିଗଲାଣି, ଗୁରୁଙ୍କୁ ଆଉ କଷ୍ଟ ଦିଅନ୍ତୁ ନାହିଁ।
50But Jesus heard and answered him, "Don't be afraid; just believe, and she'll be saved."IRVOryକିନ୍ତୁ ଯୀଶୁ ଏହା ଶୁଣି ତାହାଙ୍କୁ ଉତ୍ତର ଦେଲେ, “ଭୟ କର ନାହିଁ କେବଳ ବିଶ୍ୱାସ କର, ଆଉ ସେ ବଞ୍ଚିବ।”
51Arriving at the house, he let no one enter with him except Peter, John, James, and the child's father and mother.IRVOryପୁଣି, ସେ ଗୃହକୁ ଆସି ପିତର, ଯୋହନ ଓ ଯାକୁବ, ପୁଣି, ବାଳିକାର ପିତାମାତାଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଭିତରକୁ ଯିବା ପାଇଁ ଦେଲେ ନାହିଁ।
52All were weeping and mourning her, but he said, "Don't weep, for she's not dead, only asleep."IRVOryମାତ୍ର ସମସ୍ତେ ତାହା ପାଇଁ ରୋଦନ କରୁ କରୁ ଛାତିରେ ମାରିହେଉଥିଲେ। ସେଥିରେ ସେ କହିଲେ, “ରୋଦନ କର ନାହିଁ; ସେ ମରି ନାହିଁ, ମାତ୍ର ଶୋଇପଡ଼ିଅଛି।”
53And they laughed at him, knowing that she was dead.IRVOryକିନ୍ତୁ ସେ ମରିଯାଇଅଛି ବୋଲି ଜାଣିଥିବାରୁ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।
54But he took her by the hand and called out, "Child, get up."IRVOryମାତ୍ର ସେ ତାହାର ହାତ ଧରି ଡାକି କହିଲେ, “ଆଗୋ ବାଳିକା, ଉଠ।”
55Her spirit returned, and she got up instantly. He told them to give her something to eat.IRVOryସେଥିରେ ତାହାର ଆତ୍ମା ଫେରିଆସିଲା ଆଉ ସେ ସେହିକ୍ଷଣି ଉଠିଲା, ପୁଣି, ସେ ତାହାକୁ କିଛି ଖାଇବାକୁ ଦେବା ପାଇଁ ଆଜ୍ଞା ଦେଲେ।
56Her parents were amazed, but he ordered them to tell no one what had happened.IRVOryଏଥିରେ ତାହାର ପିତାମାତା ଆଚମ୍ଭିତ ହେଲେ; କିନ୍ତୁ ସେହି ଘଟଣାର କଥା କାହାକୁ ନ କହିବା ପାଇଁ ସେ ସେମାନଙ୍କୁ ଆଜ୍ଞା ଦେଲେ।
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app. Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]