Skip to content
The Believer's Library

Indian Revised Version(IRV) Odia - 2021

Luke 9 IRVOry

Show IRVOry only
Verse × ×
1 Jesus called the twelve together, gave them power and authority over all the demons and to heal diseases. ଇତିମଧ୍ୟରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଡାକି ଏକତ୍ର କରି ସେମାନଙ୍କୁ ସମସ୍ତ ଭୂତ ଉପରେ ପୁଣି, ରୋଗ ଆରୋଗ୍ୟ କରିବା ନିମନ୍ତେ ଶକ୍ତି ଓ ଅଧିକାର ଦେଲେ।
2 And he sent them out to proclaim the kingdom of our Father and to heal the sick. ଆଉ ସେ ସେମାନଙ୍କୁ ଈଶ୍ବରଙ୍କ ରାଜ୍ୟ ଘୋଷଣା ଓ ରୋଗୀମାନଙ୍କୁ ସୁସ୍ଥ କରିବା ନିମନ୍ତେ ପଠାଇଲେ।
3 He said to them, "Take nothing for the road: no staff, bag, bread, or money, and don't take two tunics each. ଏବଂ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ଯାତ୍ରା ନିମନ୍ତେ ବାଡ଼ି କି ଝୋଲି କି ରୁଟି କି ଟଙ୍କା କିଛି ହିଁ ନିଅ ନାହିଁ, କିମ୍ବା ଦୁଇଟି ଅଙ୍ଗରଖା ସାଙ୍ଗରେ ରଖ ନାହିଁ।
4 Whatever house you enter, stay there, and leave from there. ଆଉ ତୁମ୍ଭେମାନେ ଯେକୌଣସି ଗୃହରେ ପ୍ରବେଶ କରିବ, ସେ ସ୍ଥାନରୁ ନ ବାହାରିବା ପର୍ଯ୍ୟନ୍ତ ସେଠାରେ ରୁହ।
5 Wherever they won't welcome you, shake the dust off your feet as you leave that town, as a testimony against them." ଆଉ ଯେତେ ଲୋକ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି ନାହିଁ, ସେହି ନଗରରୁ ବାହାରିବା ସମୟରେ ସେମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦରୁ ଧୂଳି ଝାଡ଼ିପକାଅ।”
6 So they set out and went from village to village, proclaiming the good news and healing everywhere. ସେଥିରେ ସେମାନେ ଯାଇ ସବୁଆଡ଼େ ସୁସମାଚାର ପ୍ରଚାର ଓ ସୁସ୍ଥ କରୁ କରୁ ଗ୍ରାମେ ଗ୍ରାମେ ଭ୍ରମଣ କରିବାକୁ ଲାଗିଲେ।
7 Herod the tetrarch heard all that was happening, and was puzzled, because some said John had been raised from the dead, ଇତିମଧ୍ୟରେ ସାମନ୍ତରାଜା ହେରୋଦ ଏହି ସମସ୍ତ ଘଟଣା ବିଷୟ ଶୁଣି ଅବାକ୍ ହୋଇଗଲେ, କାରଣ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି ବୋଲି କେହି କେହି କହୁଥିଲେ;
8 others that Elijah had appeared, and still others that one of the prophets of old had risen. ପୁଣି, କେହି କେହି ଏଲୀୟ ଦେଖା ଦେଇଅଛନ୍ତି ବୋଲି ଏବଂ ଅନ୍ୟମାନେ ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ପୁନର୍ବାର ଉଠିଅଛନ୍ତି ବୋଲି କହୁଥିଲେ।
9 Herod said, "I beheaded John—so who is this I hear such things about?" He kept seeking to see him. କିନ୍ତୁ ହେରୋଦ କହିଲେ, ଯୋହନଙ୍କ ମସ୍ତକ ଆମ୍ଭେ ତ କାଟିଅଛୁ, ମାତ୍ର ଯାହାଙ୍କ ବିଷୟରେ ଆମ୍ଭେ ଏପ୍ରକାର କଥା ଶୁଣୁଅଛୁ, ଏ କିଏ? ଆଉ ସେ ତାହାଙ୍କୁ ଦେଖିବା ନିମନ୍ତେ ଚେଷ୍ଟା କରୁଥିଲେ।
10 When the apostles returned, they told Jesus all they had done. He took them and withdrew privately to a town called Bethsaida. ପରେ ପ୍ରେରିତମାନେ ଫେରିଆସି, ଯାହା ଯାହା କରିଥିଲେ, ସେହିସବୁ ତାହାଙ୍କ ନିକଟରେ ବର୍ଣ୍ଣନା କଲେ। ଆଉ ସେ ସେମାନଙ୍କୁ ସାଙ୍ଗରେ ଘେନି ଅନ୍ତର ହୋଇ ବେଥ୍‌ସାଇଦା ନାମକ ନଗରକୁ ଚାଲିଗଲେ।
11 But the crowds found out and followed him. He welcomed them, spoke to them of our Father's kingdom, and healed those who needed it. କିନ୍ତୁ ଲୋକସମୂହ ତାହା ଜାଣି ତାହାଙ୍କର ପଛେ ପଛେ ଗଲେ; ପୁଣି, ସେ ସଦୟ ହୋଇ ସେମାନଙ୍କୁ ଗ୍ରହଣ କରି ଈଶ୍ବରଙ୍କ ରାଜ୍ୟ ବିଷୟ ସେମାନଙ୍କୁ କହିବାକୁ ଲାଗିଲେ, ଆଉ ଯେଉଁମାନଙ୍କର ସୁସ୍ଥ ହେବାର ଆବଶ୍ୟକ ଥିଲା, ସେମାନଙ୍କୁ ସୁସ୍ଥ କଲେ।
12 As the day was ending, the Twelve came and said to him, "Send the crowd away to find lodging and food in the villages and countryside around us—we're in a remote place here." ଇତିମଧ୍ୟରେ ସନ୍ଧ୍ୟା ହେବାକୁ ଲାଗିଲା; ସେଥିରେ ବାର ଜଣ ଶିଷ୍ୟ ତାହାଙ୍କ ନିକଟକୁ ଆସି କହିଲେ, ଲୋକସମୂହ ଯେପରି ଚାରିପାଖ ଗ୍ରାମ ଓ ପଲ୍ଳୀଗୁଡ଼ିକୁ ଯାଇ ବସା ଓ ଖାଦ୍ୟ ପାଇ ପାରନ୍ତି, ସେଥିନିମନ୍ତେ ସେମାନଙ୍କୁ ବିଦାୟ ଦିଅନ୍ତୁ, କାରଣ ଆମ୍ଭେମାନେ ଏଠାରେ ଜନଶୂନ୍ୟ ସ୍ଥାନରେ ଅଛୁ।
13 He said, "You give them something to eat." They said, "We have only five loaves and two fish—unless we go and buy food for this whole crowd." କିନ୍ତୁ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ।” ସେମାନେ କହିଲେ, ଆମ୍ଭମାନଙ୍କ ପାଖରେ ପାଞ୍ଚୋଟି ରୁଟି ଓ ଦୁଇଟି ମାଛରୁ ଅଧିକ ନାହିଁ; ତାହାହେଲେ ଆମ୍ଭେମାନେ କଅଣ ଯାଇ ଏହି ସମସ୍ତ ଲୋକଙ୍କ ନିମନ୍ତେ ଖାଦ୍ୟ କିଣିବା?
14 For there were about 5,000 men. He told his disciples, "Seat them in groups of about fifty each." କାରଣ ସେମାନେ ପ୍ରାୟ ପାଞ୍ଚ ହଜାର ପୁରୁଷ ଥିଲେ। ଆଉ ସେ ଆପଣା ଶିଷ୍ୟମାନଙ୍କୁ କହିଲେ, “ପ୍ରାୟ ପଚାଶ ପଚାଶ ଜଣ କରି ସେମାନଙ୍କୁ ଦଳ ଦଳ କରି ବସାଅ।”
15 They did so, and had everyone sit down. ସେଥିରେ ସେମାନେ ସେହିପରି ସମସ୍ତଙ୍କୁ ବସାଇଲେ।
16 He took the five loaves and two fish, looked up to heaven, blessed and broke them, then kept giving them to the disciples to serve the crowd. ଆଉ, ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଅନାଇ କରି ସେହିସବୁ ଆଶୀର୍ବାଦ କଲେ, ପୁଣି, ଭାଙ୍ଗି ଲୋକମାନଙ୍କ ମଧ୍ୟରେ ବାଣ୍ଟିଦେବା ନିମନ୍ତେ ଶିଷ୍ୟମାନଙ୍କୁ ଦେବାକୁ ଲାଗିଲେ।
17 All ate and were satisfied; the leftover pieces filled twelve baskets. ସେଥିରେ ସମସ୍ତେ ଖାଇ ତୃପ୍ତ ହେଲେ, ଆଉ ଶିଷ୍ୟମାନେ ଆପଣା ନିକଟରେ ବଳିଥିବା ଭଙ୍ଗାଯାଇଥିବା ରୁଟିର ବାର ଟୋକେଇ ଉଠାଇ ନେଲେ।
18 Once, while praying alone with his disciples nearby, Jesus asked them, "Who do the crowds say I am?" ଥରେ ସେ ଏକାକୀ ପ୍ରାର୍ଥନା କରୁଥିବା ସମୟରେ ଶିଷ୍ୟମାନେ ତାହାଙ୍କ ସାଙ୍ଗରେ ଥିଲେ, ଆଉ ସେ ସେମାନଙ୍କୁ ପଚାରିଲେ, “ମୁଁ କିଏ ବୋଲି ଲୋକସମୂହ କଅଣ କହନ୍ତି?”
19 They answered, "John the Baptist. Others say Elijah. Still others, that an ancient prophet has risen." ଏଥିରେ ସେମାନେ ଉତ୍ତର ଦେଲେ, ବାପ୍ତିଜକ ଯୋହନ, କିନ୍ତୁ କେହି କେହି କହନ୍ତି, ଏଲୀୟ, ଆଉ କେହି କେହି କହନ୍ତି, ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ପୁନର୍ବାର ଉଠିଅଛନ୍ତି।
20 "But who do you say that I am?" he asked. Peter answered, "The Christ of our Father." ସେ ସେମାନଙ୍କୁ ପଚାରିଲେ, “କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ?” ପିତର ଉତ୍ତର ଦେଲେ, ଆପଣ “ଈଶ୍ବରଙ୍କ ଖ୍ରୀଷ୍ଟ।”
21 Jesus strictly warned them, ordering them to tell no one this, ସେଥିରେ ସେ ଏହା କାହାକୁ ନ କହିବା ପାଇଁ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଇ କହିଲେ,
22 saying, "The Son of Man must suffer many things and be rejected by the elders, chief priests, and scribes, and be killed, and on the third day be raised." “ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି, ତୃତୀୟ ଦିନରେ ପୁନରୁତ୍ଥାନ ନିଶ୍ଚୟ ହେବ।”
23 Then he told them all, "Whoever wants to come after me must deny himself and take up his cross daily and follow me. ସେତେବେଳେ ସେ ସମସ୍ତଙ୍କୁ କହିଲେ, “କେହି ଯେବେ ମୋହର ପଛରେ ଚାଲିବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ପ୍ରତିଦିନ ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ।
24 For whoever intends to save his life will lose it, but whoever loses his life because of me will save it. କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ।
25 For what use is it if someone gains the whole world, yet loses or forfeits himself? ଆଉ, ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣାକୁ ବିନାଶ କରେ ବା ହରାଏ, ତେବେ ତାହାର କି ଲାଭ?
26 Whoever is ashamed of me and my words, the Son of Man will be ashamed of him when he comes in his own glory and the glory of the Father and the holy angels. ଯେଣୁ ଯେ କେହି ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜିତ ହୁଏ, ମନୁଷ୍ୟପୁତ୍ର ଯେତେବେଳେ ଆପଣାର ଓ ପିତାଙ୍କର, ପୁଣି, ପବିତ୍ର ଦୂତମାନଙ୍କର ମହିମାରେ ଆସିବେ, ସେତେବେଳେ ସେ ତାହା ବିଷୟରେ ଲଜ୍ଜା ବୋଧ କରିବେ।
27 But I tell you truly, some standing here will not taste death before they see the kingdom of our Father." କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଈଶ୍ବରଙ୍କ ରାଜ୍ୟ ନ ଦେଖିବା ପର୍ଯ୍ୟନ୍ତ ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ୱାଦନ ପାଇବେ ନାହିଁ।”
28 About eight days after these words, Jesus took Peter, John, and James up a mountain to pray. ଏହି ସମସ୍ତ ଘଟଣାର ପ୍ରାୟ ଆଠ ଦିନ ପରେ ସେ ପିତର, ଯୋହନ ଓ ଯାକୁବଙ୍କୁ ସାଙ୍ଗରେ ନେଇ ପ୍ରାର୍ଥନା କରିବା ନିମନ୍ତେ ପର୍ବତ ଉପରକୁ ଗଲେ।
29 As he was praying, the appearance of his face changed, and his clothing became dazzling white. ପୁଣି, ସେ ପ୍ରାର୍ଥନା କରୁଥିବା ସମୟରେ ତାହାଙ୍କ ମୁଖର ରୂପ ପରିବର୍ତ୍ତିତ ହେଲା ଏବଂ ତାହାଙ୍କ ବସ୍ତ୍ର ଧଳା ଓ ଅତ୍ୟନ୍ତ ଆଲୋକମୟ ହେଲା।
30 And there were two men talking with him—Moses and Elijah, ଆଉ ଦେଖ, ମୋଶା ଓ ଏଲୀୟ, ଏହି ଦୁଇ ବ୍ୟକ୍ତି ତାହାଙ୍କ ସହିତ କଥାବାର୍ତ୍ତା କରିବାକୁ ଲାଗିଲେ;
31 who appeared in glory, speaking of his departure, which he was about to fulfill in Jerusalem. ସେମାନେ ଗୌରବରେ ଦର୍ଶନ ଦେଇ, ସେ ଯିରୂଶାଲମ ସହରରେ ଯେଉଁ ମହାପ୍ରସ୍ଥାନ କରିବାକୁ ଉଦ୍ୟତ ଥିଲେ, ସେ ବିଷୟରେ କହିଲେ।
32 Peter and his companions were weighed down with sleep; fully awake, they saw his glory and the two men standing with him. ସେତେବେଳେ ପିତର ଓ ତାହାଙ୍କ ସଙ୍ଗୀମାନେ ନିଦ୍ରାରେ ଭାରାକ୍ରାନ୍ତ ଥିଲେ; କିନ୍ତୁ ସେମାନେ ନିଦ୍ରାରୁ ଉଠନ୍ତେ ତାହାଙ୍କ ଗୌରବ ଓ ତାହାଙ୍କ ସହିତ ଠିଆ ହୋଇଥିବା ସେହି ଦୁଇ ଜଣ ବ୍ୟକ୍ତିଙ୍କୁ ଦେଖିଲେ।
33 As they were leaving him, Peter said to Jesus, "Master, it's good we're here. Let's make three shelters—one for you, one for Moses, one for Elijah." He didn't know what he was saying. ପୁଣି, ସେମାନେ ତାହାଙ୍କଠାରୁ ବାହାରିବା ସମୟରେ ପିତର ଯୀଶୁଙ୍କୁ କହିବାକୁ ଲାଗିଲେ, ହେ ଗୁରୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ, ଏହା ଉତ୍ତମ; ଆମ୍ଭେମାନେ ତିନୋଟି କୁଟୀର ନିର୍ମାଣ କରୁ, ଆପଣଙ୍କ ପାଇଁ ଗୋଟିଏ, ମୋଶାଙ୍କ ପାଇଁ ଗୋଟିଏ ଓ ଏଲୀୟଙ୍କ ପାଇଁ ଗୋଟିଏ। କିନ୍ତୁ ସେ କଅଣ କହୁଅଛନ୍ତି, ତାହା ଜାଣିଲେ ନାହିଁ।
34 As he spoke, a cloud came and covered them in shadow; entering it, they were afraid. ସେ ଏହା କହୁ କହୁ ଖଣ୍ଡେ ମେଘ ଆସି ସେମାନଙ୍କୁ ଆଚ୍ଛାଦନ କଲା, ଆଉ ସେମାନେ ମେଘରେ ପ୍ରବେଶ କରିବା ସମୟରେ ଭୟ କଲେ।
35 A voice from the cloud said, "This is my Son, my Chosen One—listen to him!" ପୁଣି, ସେହି ମେଘରୁ ଏହି ବାଣୀ ହେଲା, ଏ ଆମ୍ଭର ପୁତ୍ର, ଆମ୍ଭର ମନୋନୀତ, ଏହାଙ୍କ ବାକ୍ୟ ଶୁଣ।
36 When the voice ended, Jesus was found alone. They stayed silent, telling no one in those days what they had seen. ଆଉ, ସେହି ବାଣୀ ହେଲା ଉତ୍ତାରେ ଯୀଶୁ ଏକାକୀ ଦେଖାଗଲେ। ପୁଣି, ସେମାନେ ନୀରବ ରହିଲେ, ଆଉ ଯାହା ଯାହା ଦେଖିଥିଲେ, ସେଥିର କୌଣସି କଥା ସେ ସମୟରେ କାହାକୁ କହିଲେ ନାହିଁ।
37 The next day, when they came down from the mountain, a large crowd met him. ତହିଁ ଆରଦିନ ସେମାନେ ପର୍ବତରୁ ଓହ୍ଲାଇ ଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ସହିତ ସାକ୍ଷାତ କଲେ।
38 A man from the crowd shouted, "Teacher, please look at my son, because he's my only child. ଆଉ ଦେଖ, ଲୋକସମୂହ ମଧ୍ୟରୁ ଜଣେ ଉଚ୍ଚସ୍ୱରରେ କହିଲା, ହେ ଗୁରୁ ମୁଁ ଆପଣଙ୍କୁ ନିବେଦନ କରୁଅଛି ମୋʼ ପୁଅ ପ୍ରତି ଦୟା କରନ୍ତୁ, କାରଣ ସେ ମୋହର ଗୋଟିଏ ବୋଲି ପିଲା;
39 A spirit seizes him, and suddenly he cries out; it convulses him until he foams, scarcely leaving him, battering him. ଦେଖନ୍ତୁ, ତାହାକୁ ଗୋଟିଏ ଭୂତ ଧରେ, ଆଉ ସେ ହଠାତ୍‍ ଚିତ୍କାର କରି ଉଠେ, ପୁଣି, ସେ ତାହାକୁ ଏପରି ମୋଡ଼ିପକାଏ ଯେ ତାହାର ପାଟିରୁ ଫେଣ ବାହାରେ, ପୁଣି, ସେ ତାହାକୁ କ୍ଷତବିକ୍ଷତ କରି ତାହାଠାରୁ କଷ୍ଟରେ ବାହାରିଯାଏ।
40 I begged your disciples to drive it out, but they could not." ତାହାକୁ ଛଡ଼ାଇବା ନିମନ୍ତେ ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ ନିବେଦନ କରିଥିଲି, କିନ୍ତୁ ସେମାନେ ପାରିଲେ ନାହିଁ।
41 Jesus answered, "Distrustful, twisted generation, how long must I stay with you and endure you? Bring your son here." ଯୀଶୁ ଉତ୍ତର ଦେଲେ, “ଆରେ ଅବିଶ୍ୱାସୀ ଓ ବିପଥଗାମୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସଙ୍ଗରେ ରହି ତୁମ୍ଭମାନଙ୍କ ବ୍ୟବହାର ସହିବି? ତୁମ୍ଭର ପୁଅକୁ ଏଠିକି ନେଇଆସ।”
42 As the boy was coming, the demon threw him down and convulsed him. But Jesus rebuked the unclean spirit, healed the boy, and returned him to his father. ସେ ଆସୁ ଆସୁ ଭୂତ ତାହାକୁ ତଳେ ପକାଇଦେଇ ଭୟଙ୍କର ଭାବରେ ମୋଡ଼ିପକାଇଲା, କିନ୍ତୁ ଯୀଶୁ ଅଶୁଚି ଆତ୍ମାକୁ ଧମକ ଦେଲେ ଓ ବାଳକକୁ ସୁସ୍ଥ କରି ତାହାକୁ ତାହାର ପିତାଙ୍କ ହସ୍ତରେ ସମର୍ପଣ କଲେ।
43 All were astonished at our Father's majesty. While everyone was amazed at everything Jesus did, he said to his disciples, ସେଥିରେ ସମସ୍ତେ ଈଶ୍ବରଙ୍କର ମହାଶକ୍ତି ସକାଶେ ଆଶ୍ଚର୍ଯ୍ୟ ହେଲେ। ମାତ୍ର ସେ କରିଥିବା ସମସ୍ତ କାର୍ଯ୍ୟ ସକାଶେ ସମସ୍ତେ ଚକିତ ହେଉଥିବା ସମୟରେ ସେ ଆପଣା ଶିଷ୍ୟମାନଙ୍କୁ କହିଲେ,
44 "Store these words in your ears: the Son of Man will soon be delivered into human hands." “ଏହି ସମସ୍ତ କଥା ତୁମ୍ଭମାନଙ୍କ କାନରେ ପ୍ରବେଶ କରାଅ; କାରଣ ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଅଛନ୍ତି।”
45 But they didn't understand this word—hidden from them so they couldn't grasp it—and they were afraid to ask him about it. କିନ୍ତୁ ସେମାନେ ସେହି କଥା ବୁଝିଲେ ନାହିଁ, ଆଉ ତାହା ସେମାନଙ୍କଠାରୁ ଗୁପ୍ତ ଥିଲା, ଯେପରି ତାହା ସେମାନେ ବୁଝିପାରିବେ ନାହିଁ, ପୁଣି, ସେମାନେ ସେହି କଥା ବିଷୟରେ ତାହାଙ୍କୁ ପଚାରିବାକୁ ଭୟ କରୁଥିଲେ।
46 Now an argument arose among them as to which of them was the greatest. ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ସେ ବିଷୟରେ ସେମାନଙ୍କ ମଧ୍ୟରେ ତର୍କବିତର୍କ ହେଲା।
47 But Jesus, knowing their hearts' thoughts, took a child and stood him beside himself, କିନ୍ତୁ ଯୀଶୁ ସେମାନଙ୍କ ମନର ତର୍କବିତର୍କ ଜାଣି ଗୋଟିଏ ସାନ ପିଲାକୁ ନେଇ ଆପଣା ପାଖରେ ଠିଆ କରାଇ ସେମାନଙ୍କୁ କହିଲେ,
48 and told them, "Whoever receives this child in my name receives me, and whoever receives me receives the one who sent me. For the least among you all—that one is great." “ଯେ କେହି ମୋ ନାମରେ ଏହି ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ କେହି ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ; କାରଣ ତୁମ୍ଭ ସମସ୍ତଙ୍କ ମଧ୍ୟରେ ଯେ କ୍ଷୁଦ୍ର, ସେ ଶ୍ରେଷ୍ଠ।”
49 John said, "Master, we saw someone driving out demons in your name and tried to stop him, because he doesn't follow with us." ସେଥିରେ ଯୋହନ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ଜଣକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବାର ଦେଖିଲୁ, ଆଉ ସେ ଆମ୍ଭମାନଙ୍କ ସାଙ୍ଗରେ ଆପଣଙ୍କ ଅନୁଗାମୀ ନ ହେବାରୁ ତାହାକୁ ମନା କଲୁ।
50 "Do not stop him," Jesus said to him, "for whoever is not against you is for you." କିନ୍ତୁ ଯୀଶୁ ତାହାଙ୍କୁ କହିଲେ, “ମନା କର ନାହିଁ, କାରଣ ଯେ ତୁମ୍ଭମାନଙ୍କର ବିପକ୍ଷ ନୁହେଁ, ସେ ତୁମ୍ଭମାନଙ୍କର ସପକ୍ଷ।”
51 When the days neared for him to be taken up to heaven, Jesus resolutely set his face to go to Jerusalem. ପରେ ଯେତେବେଳେ ଯୀଶୁଙ୍କର ସ୍ୱର୍ଗକୁ ଯିବାର ସମୟ ସମ୍ପୂର୍ଣ୍ଣ ହୋଇଆସୁଥିଲା, ସେତେବେଳେ ସେ ଯିରୂଶାଲମ ସହରକୁ ଯିବା ନିମନ୍ତେ ମନକୁ ଦୃଢ଼ କରି,
52 He sent messengers ahead of him. They went and entered a Samaritan village to prepare for him, ନିଜ ଆଗେ ଦୂତମାନଙ୍କୁ ପଠାଇଲେ, ସେମାନେ ଯାଇ ତାହାଙ୍କ ନିମନ୍ତେ ଆୟୋଜନ କରିବାକୁ ଶମିରୋଣୀୟମାନଙ୍କର ଗୋଟିଏ ଗ୍ରାମରେ ପ୍ରବେଶ କଲେ;
53 but the people there did not welcome him, because he was heading for Jerusalem. କିନ୍ତୁ ସେ ଯିରୂଶାଲମ ସହରକୁ ଯିବା ନିମନ୍ତେ ମନସ୍ଥ କରିଅଛନ୍ତି ବୋଲି ଦେଖି ସେମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ।
54 Seeing this, the disciples James and John said, "Lord, do you want us to call down fire from heaven to consume them?" ଏହା ଦେଖି ଯାକୁବ ଓ ଯୋହନ, ଏହି ଦୁଇ ଶିଷ୍ୟ କହିଲେ, ପ୍ରଭୁ, [ଏଲୀୟ ମଧ୍ୟ ଯେପରି କରିଥିଲେ, ସେହିପରି] ଆକାଶରୁ ଅଗ୍ନି ପଡ଼ି ସେମାନଙ୍କୁ ବିନାଶ କରୁ, ଏହା ଆମ୍ଭେମାନେ କହିବୁ ବୋଲି କଅଣ ଆପଣଙ୍କର ଇଚ୍ଛା?
55 But he turned and rebuked them. କିନ୍ତୁ ସେ ବୁଲିପଡ଼ି ସେମାନଙ୍କୁ ଅନୁଯୋଗ କଲେ ଏବଂ କହିଲେ, ତୁମ୍ଭେମାନେ କେଉଁ ପ୍ରକାର ଆତ୍ମାର ଲୋକ, ଏହା ଜାଣୁ ନାହଁ। ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କର ପ୍ରାଣ ବିନାଶ କରିବାକୁ ନ ଆସି ବରଂ ରକ୍ଷା କରିବାକୁ ଆସିଅଛନ୍ତି।
56 And they went on to another village. ତାହା ପରେ ସେମାନେ ଆଉ ଗୋଟିଏ ଗ୍ରାମକୁ ଗଲେ।
57 As they walked the road, someone said to him, "I'll follow you wherever you go." ସେମାନେ ବାଟରେ ଯାଉଥିବା ସମୟରେ ଜଣେ ଲୋକ ତାହାଙ୍କୁ କହିଲେ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁଗମନ କରିବି।
58 Jesus said, "Foxes have dens, birds of the sky have nests, but the Son of Man has nowhere to lay his head." ଯୀଶୁ ତାହାଙ୍କୁ କହିଲେ, “କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ।”
59 To another he said, "Follow me." He replied, "Lord, first let me go bury my father." ପୁଣି, ସେ ଆଉ ଜଣକୁ କହିଲେ, “ମୋହର ଅନୁଗମନ କର।” କିନ୍ତୁ ସେ କହିଲେ, ପ୍ରଭୁ, ପ୍ରଥମେ ଯାଇ ମୋହର ପିତାଙ୍କ ମୃତ୍ୟୁ ପର୍ଯ୍ୟନ୍ତ ଅପେକ୍ଷା କରିବା ପାଇଁ ଏବଂ ତାହାଙ୍କୁ ସମାଧି ଦେବା ପର୍ଯ୍ୟନ୍ତ ରହିବା ପାଇଁ ମୋତେ ଅନୁମତି ଦିଅନ୍ତୁ।
60 But Jesus told him, "Let the dead bury their own dead, but you go proclaim the kingdom of our Father." ମାତ୍ର ସେ ତାହାଙ୍କୁ କହିଲେ, “ମୃତମାନଙ୍କୁ ଆପଣା ଆପଣା ମୃତ ଲୋକଙ୍କୁ ସମାଧି ଦେବା ପାଇଁ ଛାଡ଼ିଦିଅ, କିନ୍ତୁ ତୁମ୍ଭେ ଯାଇ ଈଶ୍ବରଙ୍କ ରାଜ୍ୟ ପ୍ରଚାର କର।”
61 Another also said, "I'll follow you, Lord, but first let me say goodbye to those at my house." ଆଉ ଜଣେ ମଧ୍ୟ କହିଲେ, ପ୍ରଭୁ, ମୁଁ ଆପଣଙ୍କର ଅନୁଗମନ କରିବି, ମାତ୍ର ପ୍ରଥମେ ମୋହର ଗୃହରେ ଥିବା ଲୋକମାନଙ୍କଠାରୁ ବିଦାୟ ନେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ।
62 Jesus replied, "No one who puts a hand to the plow and looks back is fit for our Father's kingdom." କିନ୍ତୁ ଯୀଶୁ ତାହାଙ୍କୁ କହିଲେ, “ଯେ ଲଙ୍ଗଳରେ ହାତ ଦେଇ ପଛକୁ ଚାହେଁ, ସେ ଈଶ୍ବରଙ୍କ ରାଜ୍ୟର ଯୋଗ୍ୟ ନୁହେଁ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]