Skip to content
The Believer's Library

Indian Revised Version(IRV) Odia - 2021

Malachi 1 IRVOry

Show IRVOry only
Verse × ×
1 This is the word of our Father to Israel, delivered through Malachi. ମଲାଖିଙ୍କ ଦ୍ୱାରା ଇସ୍ରାଏଲ ଲୋକମାନଙ୍କ ପ୍ରତି ସଦାପ୍ରଭୁଙ୍କ ବାକ୍ୟ ଘୋଷଣା।
2 "I have loved you," says our Father. "But you ask, 'How have you loved us?' Wasn't Esau Jacob's brother?" declares our Father. "Yet I loved Jacob, ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କୁ ପ୍ରେମ କରିଅଛୁ। ତଥାପି ତୁମ୍ଭେମାନେ କହୁଅଛ, ‘ତୁମ୍ଭେ କାହିଁରେ ଆମ୍ଭମାନଙ୍କୁ ପ୍ରେମ କରିଅଛ?’” ସଦାପ୍ରଭୁ କହନ୍ତି, “ଏଷୌ କି ଯାକୁବର ଭାଇ ନ ଥିଲା? ତଥାପି ଆମ୍ଭେ ଯାକୁବକୁ ପ୍ରେମ କଲୁ।
3 but Esau I hated. I made his hill country wasteland, left his inheritance to desert jackals." ମାତ୍ର ଏଷୌକୁ ଆମ୍ଭେ ଅପ୍ରେମ କଲୁ ଓ ତାହାର ପର୍ବତଗଣକୁ ଧ୍ୱଂସର ସ୍ଥାନ କଲୁ, ଆଉ ତାହାର ଅଧିକାର ପ୍ରାନ୍ତରସ୍ଥ ଶୃଗାଳମାନଙ୍କର ସ୍ଥାନ କଲୁ।”
4 Edom may say, "We are shattered, but we will rebuild the ruins." But the Father of heaven's armies says: "They may build, but I will tear down. They will be called the Wicked Land, the people our Father stays angry with forever." ଇଦୋମ କହୁଅଛି, “ଆମ୍ଭେମାନେ ନିପାତିତ ହୋଇଅଛୁ ନିଶ୍ଚୟ, ମାତ୍ର ଆମ୍ଭେମାନେ ଫେରି ଉଜାଡ଼ ସ୍ଥାନସବୁ ନିର୍ମାଣ କରିବା।” ଏଥିପାଇଁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସେମାନେ ନିର୍ମାଣ କରିବେ, ମାତ୍ର ଆମ୍ଭେ ଭାଙ୍ଗି ପକାଇବା ଆଉ, ଲୋକମାନେ ସେମାନଙ୍କୁ ଦୁଷ୍ଟତାର ଦେଶ ଓ ପରମେଶ୍ୱରଙ୍କର ନିତ୍ୟ କ୍ରୋଧର ପାତ୍ର ସ୍ୱରୂପ ଗୋଷ୍ଠୀ ବୋଲି ନାମ ଦେବେ।”
5 Your own eyes will see it, and you'll say, 'Great is our Father—beyond Israel's borders!' ପୁଣି, ତୁମ୍ଭମାନଙ୍କର ସ୍ଵଚକ୍ଷୁ ତାହା ଦେଖିବ ଓ ତୁମ୍ଭେମାନେ କହିବ, “ସଦାପ୍ରଭୁ ଇସ୍ରାଏଲର ସୀମାର ବାହାରେ ମଧ୍ୟ ମହାନ ଅଟନ୍ତି।”
6 "A son honors his father, a servant his master. If I am a father, where is my honor? If a master, where is my respect? says the Father of heaven's armies to you priests who despise my name. But you ask, 'How have we despised your name?'" “ପୁତ୍ର ଆପଣା ପିତାକୁ ଓ ଦାସ ଆପଣା ମୁନିବକୁ ସମାଦର କରେ; ମାତ୍ର ଆମ୍ଭେ ଯଦି ପିତା ଅଟୁ, ତେବେ ଆମ୍ଭର ସମାଦର କାହିଁ? ଓ ଆମ୍ଭେ ଯଦି ମୁନିବ ଅଟୁ, ତେବେ ଆମ୍ଭ ପ୍ରତି ଭୟ କାହିଁ? ହେ ଆମ୍ଭ ନାମର ଅବଜ୍ଞାକାରୀ ଯାଜକଗଣ, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭମାନଙ୍କୁ ଏହା କହନ୍ତି। ପୁଣି, ତୁମ୍ଭେମାନେ କହୁଅଛ, ‘ଆମ୍ଭେମାନେ କାହିଁରେ ତୁମ୍ଭ ନାମ ଅବଜ୍ଞା କରିଅଛୁ।’
7 "You put unclean food on my altar, then ask, 'How have we made you unclean?' By calling our Father's table despised. ଆମ୍ଭ ଯଜ୍ଞବେଦିର ଉପରେ ଅଶୁଚି ରୁଟି ଉତ୍ସର୍ଗ କରି, ତଥାପି ତୁମ୍ଭେମାନେ କହୁଅଛ, ‘ଆମ୍ଭେମାନେ କାହିଁରେ ତୁମ୍ଭକୁ ଅଶୁଚି କରିଅଛୁ? ସଦାପ୍ରଭୁଙ୍କ ମେଜ ଯେ ତୁଚ୍ଛ,’ ଏହା କହି, ତାହା କରୁଅଛ।
8 When you offer a blind animal, isn't that evil? Offer the lame and sick—isn't that evil? Present it to your governor—will he be pleased with you? Will he accept you?" says the Father of heaven's armies. ପୁଣି, ତୁମ୍ଭେମାନେ ଯଜ୍ଞ ନିମନ୍ତେ ଯେତେବେଳେ ଅନ୍ଧ ପଶୁ ଉତ୍ସର୍ଗ କର, ତାହା କʼଣ ମନ୍ଦ ନୁହେଁ? ଓ ଯେତେବେଳେ ଲେଙ୍ଗଡ଼ା ଓ ରୋଗୀ ପଶୁ ଉତ୍ସର୍ଗ କର, ସେ କʼଣ ମନ୍ଦ ନୁହେଁ? ଏବେ ତୁମ୍ଭର ଦେଶାଧ୍ୟକ୍ଷକୁ ତାହା ଭେଟି ଦିଅ; ସେ କି ତୁମ୍ଭ ପ୍ରତି ପ୍ରସନ୍ନ ହେବେ? ଅବା ସେ କି ତୁମ୍ଭଙ୍କୁ ଗ୍ରହଣ କରିବେ? ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
9 "Now plead with our Father to be gracious to us. With such offerings from your hands, will he accept any of you?" says the Father of heaven's armies. ଆଉ, ପରମେଶ୍ୱର ଯେପରି ଆମ୍ଭମାନଙ୍କ ପ୍ରତି ଦୟାଳୁ ହେବେ, ଏଥିପାଇଁ ତାହାଙ୍କର ଅନୁଗ୍ରହ ପ୍ରାର୍ଥନା କରୁଅଛ; ମାତ୍ର ତୁମ୍ଭମାନଙ୍କ ଏପରି ଆଚରଣ ଦେଖି ସେ କʼଣ ତୁମ୍ଭମାନଙ୍କ ମଧ୍ୟରୁ କାହାକୁ ଗ୍ରହଣ କରିବେ? ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
10 "If only one of you would shut the doors, so you would not light useless fires on my altar! I take no pleasure in you," says the Father of heaven's armies, "and I will accept no offering from your hands. ଆଃ, ତୁମ୍ଭେମାନେ ଯେପରି ବୃଥାରେ ଆମ୍ଭ ଯଜ୍ଞବେଦି ଉପରେ ଅଗ୍ନି ଜ୍ୱଳାଇ ନ ପାରିବ, ଏଥିପାଇଁ କବାଟ ବନ୍ଦ କରିବାକୁ ଯଦି ତୁମ୍ଭମାନଙ୍କ ମଧ୍ୟରେ ଜଣେ ଥାଆନ୍ତା! ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କଠାରେ ଆମ୍ଭର କିଛି ସନ୍ତୋଷ ନାହିଁ, ଆଉ ତୁମ୍ଭମାନଙ୍କ ହସ୍ତରୁ ଆମ୍ଭେ ନୈବେଦ୍ୟ ଗ୍ରହଣ କରିବା ନାହିଁ।
11 From sunrise to sunset my name will be great among the nations. Everywhere incense and pure offerings will be brought to my name, because my name will be great among the nations," says the Father of heaven's armies. କାରଣ ସୂର୍ଯ୍ୟର ଉଦୟଠାରୁ ତହିଁର ଅସ୍ତ ହେବା ପର୍ଯ୍ୟନ୍ତ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ ଓ ପ୍ରତ୍ୟେକ ସ୍ଥାନରେ ଆମ୍ଭ ନାମ ଉଦ୍ଦେଶ୍ୟରେ ଧୂପ ଓ ପବିତ୍ର ନୈବେଦ୍ୟ ଉତ୍ସର୍ଗ କରାଯାଉଅଛି; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ।
12 "But you desecrate it, saying the Sovereign Father's table is unclean and its food may be despised." ମାତ୍ର ସଦାପ୍ରଭୁଙ୍କର ମେଜ ଅଶୁଚି ହୋଇଅଛି ଓ ତହିଁର ଫଳ, ଅର୍ଥାତ୍‍, ତାହାଙ୍କର ଖାଦ୍ୟ ତୁଚ୍ଛ, ଏହା କହି ତୁମ୍ଭେମାନେ ସେହି ନାମକୁ ଅଶୁଚି କରୁଅଛ।
13 "You say, 'What a burden!' and snort at it in contempt," says the Father of heaven's armies. "You bring stolen, lame, and diseased animals as offerings—should I accept them from you?" says our Father. ଆହୁରି, ତୁମ୍ଭେମାନେ କହୁଅଛ, ‘ଦେଖ, ଏହା କିପରି କ୍ଳାନ୍ତିଜନକ’ ଓ ତୁମ୍ଭେମାନେ ତାହା ତୁଚ୍ଛଜ୍ଞାନ କରିଅଛ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ଆଉ, ତୁମ୍ଭେମାନେ ବଳାତ୍କାରରେ ଧୃତ ଓ ଲେଙ୍ଗଡ଼ା ଓ ରୋଗୀ ପଶୁ ଆଣିଅଛ; ଏହିରୂପେ ତୁମ୍ଭେମାନେ ନୈବେଦ୍ୟ ଆଣୁଅଛ; ଏହା କି ଆମ୍ଭେ ତୁମ୍ଭମାନଙ୍କ ହସ୍ତରୁ ଗ୍ରହଣ କରିବା? ଏହା ସଦାପ୍ରଭୁ କହନ୍ତି।
14 "Cursed is the cheat who has a sound male in his flock and vows it, but sacrifices a defective animal to the Sovereign Father. For I am a great King," says the Father of heaven's armies, "and my name is to be feared among the nations." ମାତ୍ର ଆପଣା ପଲର ପୁଂପଶୁ ଥିଲେ ହେଁ ଯେଉଁ ପ୍ରତାରକ ମାନତ କରି ପ୍ରଭୁଙ୍କ ଉଦ୍ଦେଶ୍ୟରେ ଖୁନ୍ତବିଶିଷ୍ଟ ପଶୁ ଉତ୍ସର୍ଗ କରେ, ସେ ଅଭିଶପ୍ତ ହେଉ; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ମହାନ ରାଜା ଅଟୁ ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ଭୟଙ୍କର ଅଟେ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]