Skip to content
The Believer's Library

Indian Revised Version(IRV) Odia - 2021

Mark 10 IRVOry

Show IRVOry only
Verse × ×
1 He left there for the region of Judea and beyond the Jordan; crowds gathered to him again, and as usual he taught them once more. ଯୀଶୁ ସେହି ସ୍ଥାନରୁ ପ୍ରସ୍ଥାନ କରି ଯିହୂଦିୟା ପ୍ରଦେଶର ସୀମା ଓ ଯର୍ଦ୍ଦନ ନଦୀର ଅପର ପାରିକୁ ଆସିଲେ; ଆଉ ଲୋକସମୂହ ପୁନର୍ବାର ତାହାଙ୍କ ନିକଟରେ ଏକତ୍ର ହୁଅନ୍ତେ ସେ ନିଜ ରୀତି ଅନୁସାରେ ସେମାନଙ୍କୁ ପୁଣି, ଶିକ୍ଷା ଦେବାକୁ ଲାଗିଲେ।
2 Some Pharisees came to test him, asking, "Is it lawful for a man to divorce his wife?" ଇତିମଧ୍ୟରେ ଫାରୂଶୀମାନେ ତାହାଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ଆପଣା ସ୍ତ୍ରୀକୁ ପରିତ୍ୟାଗ କରିବା କଅଣ ପୁରୁଷ ପକ୍ଷରେ ନ୍ୟାୟସଙ୍ଗତ?
3 He answered them, "What did Moses command you?" ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋଶା ତୁମ୍ଭମାନଙ୍କୁ କି ଆଜ୍ଞା ଦେଇଅଛନ୍ତି?”
4 They said, "Moses permitted a man to write a certificate of divorce and send her away." ସେମାନେ କହିଲେ, ତ୍ୟାଗପତ୍ର ଲେଖି ସ୍ତ୍ରୀକୁ ପରିତ୍ୟାଗ କରିବା ନିମନ୍ତେ ମୋଶା ଅନୁମତି ଦେଇଅଛନ୍ତି।
5 Jesus told them, "He wrote you this command because your hearts were hard. ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ସେ ତୁମ୍ଭମାନଙ୍କ ନିମନ୍ତେ ଏହି ଆଜ୍ଞା ଲେଖିଅଛନ୍ତି।
6 But from the beginning of creation, our Father made them male and female. କିନ୍ତୁ ସୃଷ୍ଟିର ଆରମ୍ଭରୁ ଈଶ୍ବର ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ।
7 'For this reason a man will leave his father and mother and be joined to his wife, ଏହି କାରଣରୁ ପୁରୁଷ ଆପଣା ପିତାମାତାଙ୍କଠାରୁ ଅଲଗା ହେବ, ଆଉ ସେମାନେ ଦୁହେଁ ଏକାଙ୍ଗ ହେବେ।
8 and the two will become one flesh.' So they are no longer two, but one flesh. ଏଣୁ ସେମାନେ ଆଉ ଦୁଇ ନୁହଁନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି।
9 Therefore what our Father has joined together, let no one separate." ଅତଏବ, ଈଶ୍ବର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ଭିନ୍ନ ନ କରୁ।”
10 Back in the house, the disciples asked him about this again. ପରେ ଶିଷ୍ୟମାନେ ଘରେ ଯୀଶୁଙ୍କୁ ଏ ବିଷୟ ପୁନର୍ବାର ପଚାରିବାକୁ ଲାଗିଲେ।
11 He said to them, "Whoever divorces his wife and marries another commits adultery against her, ସେଥିରେ ସେ ସେମାନଙ୍କୁ କହିଲେ, “ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ତାହା ବିରୁଦ୍ଧରେ ବ୍ୟଭିଚାର କରେ;
12 and if she divorces her husband and marries another, she commits adultery." ଆଉ, ଯଦି ସ୍ତ୍ରୀ ଆପଣା ସ୍ୱାମୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ତେବେ ସେ ବ୍ୟଭିଚାର କରେ।”
13 People were bringing children to him so that he might touch them, but the disciples rebuked them. ଯୀଶୁ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ଶିଶୁମାନଙ୍କୁ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ସେମାନଙ୍କୁ ଧମକ ଦେଲେ।
14 When Jesus saw this, he grew angry and said, "Let the children come to me; don't stop them, for the kingdom of our Father belongs to such as these. ଯୀଶୁ ତାହା ଦେଖି ବିରକ୍ତ ହୋଇ ସେମାନଙ୍କୁ କହିଲେ, “ଶିଶୁମାନଙ୍କୁ ମୋʼ ନିକଟକୁ ଆସିବାକୁ ଦିଅ, ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ବରଙ୍କ ରାଜ୍ୟ ଏହି ପ୍ରକାର ଲୋକମାନଙ୍କର।
15 Truly I tell you, whoever doesn't receive our Father's kingdom like a child will never enter it." ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଈଶ୍ବରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ।”
16 And he took them in his arms and blessed them, laying his hands on them. ପୁଣି, ଯୀଶୁ ଶିଶୁମାନଙ୍କୁ କୋଳରେ ଘେନି ଓ ସେମାନଙ୍କ ଉପରେ ହାତ ଥୋଇ ସେମାନଙ୍କୁ ଆଶୀର୍ବାଦ କଲେ।
17 As he started down the road, a man ran up, knelt before him, and asked, "Good Teacher, what must I do to inherit eternal life?" ସେ ପୁନର୍ବାର ଯାତ୍ରା ଆରମ୍ଭ କରିବା ସମୟରେ ଜଣେ ଦୌଡ଼ିଆସି ତାହାଙ୍କ ଛାମୁରେ ଆଣ୍ଠୁପାତି ତାହାଙ୍କୁ ପଚାରିଲେ, ହେ ସଦ୍‌ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି?
18 Jesus asked, "Why call me good? No one is good except our Father alone. ସେଥିରେ ଯୀଶୁ ତାହାଙ୍କୁ କହିଲେ, “ମୋତେ ଉତ୍ତମ ବୋଲି କାହିଁକି କହୁଅଛ? ଜଣଙ୍କ ବିନା, ଅର୍ଥାତ୍‍ ଈଶ୍ବରଙ୍କ ବିନା ଅନ୍ୟ କେହି ଉତ୍ତମ ନୁହେଁ।
19 You know the commandments: 'don't murder, commit adultery, steal, or give false testimony; don't defraud; honor your father and mother.'" ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ‘ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ପ୍ରବଞ୍ଚନା କର ନାହିଁ, ଆପଣା ପିତାମାତାଙ୍କୁ ସମାଦର କର।’”
20 He said to him, "Teacher, all these I have kept since my youth." ସେ ତାହାଙ୍କୁ କହିଲେ, ହେ ଗୁରୁ, ଏହି ସମସ୍ତ ମୁଁ ଯୌବନକାଳରୁ ପାଳନ କରି ଆସିଅଛି।
21 Jesus looked at him and loved him. "One thing you lack: go, sell everything you own, give to the poor—you'll have treasure in heaven—then come follow me." ଯୀଶୁ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାହାଙ୍କୁ ସ୍ନେହ କଲେ ଓ କହିଲେ, “ତୁମ୍ଭର ଗୋଟିଏ ବିଷୟ ଊଣା ଅଛି, ତୁମ୍ଭେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।”
22 At this word his face fell, and he went away grieving, for he had many possessions. କିନ୍ତୁ ଏହି କଥାରେ ତାହାଙ୍କ ମୁଖ ମଳିନ ହୋଇଗଲା ଓ ସେ ଦୁଃଖିତ ହୋଇ ଚାଲିଗଲେ, କାରଣ ତାହାଙ୍କର ବହୁତ ସମ୍ପତ୍ତି ଥିଲା।
23 Jesus looked around and told his disciples, "How hard it will be for the wealthy to enter the kingdom of our Father!" ସେଥିରେ ଯୀଶୁ ଚତୁର୍ଦ୍ଦିଗକୁ ଦୃଷ୍ଟିପାତ କରି ଆପଣା ଶିଷ୍ୟମାନଙ୍କୁ କହିଲେ, “ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବେ!”
24 The disciples were amazed at his words. Jesus said to them again, "Children, how hard it is to enter the kingdom of our Father! ତାହାଙ୍କ କଥା ଶୁଣି ଶିଷ୍ୟମାନେ ବିସ୍ମୟାନ୍ୱିତ ହେଲେ। କିନ୍ତୁ ଯୀଶୁ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, “ବତ୍ସଗଣ, ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବା କେଡ଼େ କଷ୍ଟକର!
25 A camel goes through a needle's eye easier than a rich person enters our Father's kingdom." ଈଶ୍ବରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ଯିବାର ସହଜ।”
26 They were even more astonished and said to one another, "Then who can be saved?" ଏଥିରେ ସେମାନେ ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହୋଇ ପରସ୍ପରକୁ କହିଲେ, ତେବେ କିଏ ପରିତ୍ରାଣ ପାଇ ପାରେ?
27 Jesus looked at them and said, "With man, impossible; but not with our Father, for all things are possible with our Father." ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ଏହା ମନୁଷ୍ୟ ନିମନ୍ତେ ଅସାଧ୍ୟ, କିନ୍ତୁ ଈଶ୍ବରଙ୍କ ନିମନ୍ତେ ନୁହେଁ; କାରଣ ଈଶ୍ବରଙ୍କ ନିମନ୍ତେ ସମସ୍ତ ସାଧ୍ୟ।”
28 Peter began to say to him, "Look, we have left everything and followed you." ପିତର ତାହାଙ୍କୁ କହିବାକୁ ଲାଗିଲେ, ଦେଖନ୍ତୁ, ଆମ୍ଭେମାନେ ସମସ୍ତ ପରିତ୍ୟାଗ କରି ଆପଣଙ୍କ ଅନୁଗାମୀ ହୋଇଅଛୁ।
29 Jesus said, "Truly I tell you, no one has left house or brothers or sisters or mother or father or children or fields for my sake and for the gospel, ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଲୋକ ମୋହର ଓ ସୁସମାଚାର ନିମନ୍ତେ ଗୃହ କିମ୍ବା ଭାଇ କି ଭଉଣୀ କି ମାତା କି ପିତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରିଅଛି,
30 "who won't receive a hundredfold now, in this time—houses, brothers, sisters, mothers, children, fields, with persecutions—and in the age to come, eternal life. ଆଉ ଏବେ ଇହକାଳରେ ତାଡ଼ନା ସଙ୍ଗେ ସଙ୍ଗେ ଶତ ଗୁଣରେ ଗୃହ, ଭାଇ, ଭଉଣୀ, ମାତା, ସନ୍ତାନସନ୍ତତି ଓ ଭୂମି, ପୁଣି, ପରକାଳରେ ଅନନ୍ତ ଜୀବନ ନ ପାଇବ, ଏପରି ଲୋକ କେହି ନାହିଁ।
31 But many who are first will be last, and the last first." କିନ୍ତୁ ପ୍ରଥମରେ ଥିବା ଅନେକ ଲୋକ ଶେଷରେ ପଡ଼ିବେ ଓ ଶେଷରେ ଥିବା ଅନେକ ଲୋକ ପ୍ରଥମ ହେବେ।”
32 On the road up to Jerusalem, Jesus walked ahead of them. They were amazed, and those following were afraid. Taking the twelve aside again, he began telling them what was about to happen to him: ସେମାନେ ଯିରୂଶାଲମ ସହରକୁ ଯାତ୍ରା କରୁଥିବା ସମୟରେ ପଥ ମଧ୍ୟରେ ଥିଲେ ଓ ଯୀଶୁ ସେମାନଙ୍କ ଆଗେ ଆଗେ ଯାଉଥିଲେ, ଆଉ ଶିଷ୍ୟମାନେ ବିସ୍ମୟାନ୍ୱିତ ଓ ପଛରେ ଆସୁଥିବା ଲୋକେ ଭୀତ ହୋଇଥିଲେ। ଏଣୁ ସେ ପୁନର୍ବାର ବାର ଶିଷ୍ୟଙ୍କୁ ଅନ୍ତର କରି, ତାହାଙ୍କ ପ୍ରତି ଯାହା ଯାହା ଘଟିବାକୁ ଯାଉଅଛି, ସେହିସବୁ ସେମାନଙ୍କୁ ଜଣାଇବାକୁ ଲାଗିଲେ।
33 "Look, we're going up to Jerusalem. The Son of Man will be handed over to the chief priests and scribes, who will condemn him to death and hand him over to the Gentiles. ଯୀଶୁ କହିଲେ, “ଦେଖ, ଆମ୍ଭେମାନେ ଯିରୂଶାଲମ ସହରକୁ ଯାତ୍ରା କରୁଅଛୁ; ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରେ ସମର୍ପିତ ହେବେ, ଆଉ ସେମାନେ ତାହାଙ୍କୁ ପ୍ରାଣ ଦଣ୍ଡାଦେଶ ଦେଇ ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପଣ କରିବେ,
34 They will mock him, spit on him, flog him, and kill him; after three days he will rise." ପୁଣି, ଶାସ୍ତ୍ରୀମାନେ ତାହାଙ୍କୁ ପରିହାସ କରିବେ, ତାହାଙ୍କ ଉପରେ ଛେପ ପକାଇବେ, ତାହାଙ୍କୁ କୋରଡ଼ା ମାରିବେ ଓ ବଧ କରିବେ, ଆଉ ତିନି ଦିନ ପରେ ସେ ପୁନରୁତ୍ଥିତ ହେବେ।”
35 James and John, Zebedee's sons, came to him and said, "Teacher, we want you to do for us whatever we ask." ପରେ ଜେବଦୀଙ୍କ ପୁତ୍ରମାନେ ଯାକୁବ ଓ ଯୋହନ ତାହାଙ୍କ ଛାମୁକୁ ଆସି କହିଲେ, ହେ ଗୁରୁ, ଆମ୍ଭମାନଙ୍କର ଇଚ୍ଛା ଯେ, ଆମ୍ଭେମାନେ ଆପଣଙ୍କଠାରୁ ଯାହା କିଛି ମାଗିବୁ, ତାହା ଆମ୍ଭମାନଙ୍କ ପାଇଁ ଆପଣ କରନ୍ତୁ।
36 He said to them, "What do you want me to do for you?" ତହୁଁ ସେ ସେମାନଙ୍କୁ ପଚାରିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ?”
37 They said to him, "Let us sit in your glory, one at your right, one at your left." ସେମାନେ ତାହାଙ୍କୁ କହିଲେ, ଆପଣ ମହିମାପ୍ରାପ୍ତ ହେଲେ ଯେପରି ଆମ୍ଭମାନଙ୍କ ମଧ୍ୟରୁ ଜଣେ ଆପଣଙ୍କ ଦକ୍ଷିଣ ପାର୍ଶ୍ୱରେ ଓ ଅନ୍ୟ ଜଣକ ବାମ ପାର୍ଶ୍ୱରେ ବସିବ, ଆମ୍ଭମାନଙ୍କୁ ଏହି ବର ଦିଅନ୍ତୁ।
38 Jesus said to them, "You don't know what you're asking. Can you drink the cup I drink, or be baptized with the baptism I'm baptized with?" କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କଅଣ ମାଗୁଅଛ, ତାହା ଜାଣୁ ନାହଁ। ମୁଁ ଯେଉଁ ପାତ୍ରରେ ପାନ କରୁଅଛି, ସେଥିରେ କି ତୁମ୍ଭେମାନେ ପାନ କରିପାର? ଅବା ମୁଁ ଯେଉଁ ବାପ୍ତିସ୍ମରେ ବାପ୍ତିଜିତ ହେଉଅଛି, ସେଥିରେ କି ତୁମ୍ଭେମାନେ ବାପ୍ତିଜିତ ହୋଇପାର?”
39 "We can," they said. Jesus said to them, "The cup I drink, you will drink; the baptism I'm baptized with, you will be baptized with, ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ପାରୁ। ଯୀଶୁ ସେମାନଙ୍କୁ କହିଲେ, “ମୁଁ ଯେଉଁ ପାତ୍ରରେ ପାନ କରୁଅଛି, ତୁମ୍ଭେମାନେ ସେଥିରେ ପାନ କରିବ, ପୁଣି, ମୁଁ ଯେଉଁ ବାପ୍ତିସ୍ମରେ ବାପ୍ତିଜିତ ହେଉଅଛି, ତୁମ୍ଭେମାନେ ସେଥିରେ ବାପ୍ତିଜିତ ହେବ;
40 but sitting at my right or left isn't mine to give - that's for those it's prepared for." କିନ୍ତୁ ମୋହର ଦକ୍ଷିଣ ଅବା ବାମ ପାର୍ଶ୍ୱରେ ବସିବାକୁ ଦେବା ମୋହର ଅଧିକାରର ବିଷୟ ନୁହେଁ, ବରଂ ଯେଉଁମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କରାଯାଇଅଛି, ସେମାନେ ବସିବେ।”
41 Hearing this, the ten grew indignant at James and John. ଅନ୍ୟ ଦଶ ଜଣ ଏହା ଶୁଣି ଯାକୁବ ଓ ଯୋହନଙ୍କ ଉପରେ ବିରକ୍ତ ହେବାକୁ ଲାଗିଲେ।
42 Jesus called them together and said, "You know that those regarded as rulers of the Gentiles dominate them, and their great ones wield power over them. ସେଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି କହିଲେ, “ଯେଉଁମାନେ ଅଣଯିହୁଦୀମାନଙ୍କର ଶାସନକର୍ତ୍ତା ରୂପେ ଗଣିତ, ସେମାନେ ସେମାନଙ୍କ ଉପରେ ପ୍ରଭୁତ୍ୱ କରନ୍ତି ଓ ଅଣଯିହୁଦୀମାନଙ୍କର ମହାନ ବ୍ୟକ୍ତିମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି, ଏହା ତୁମ୍ଭେମାନେ ଜାଣ।
43 But it isn't so among you. Instead, whoever wants to be great among you must be your servant, କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ସେପ୍ରକାର ନୁହେଁ; ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ମହାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ସେବକ ହେଉ,
44 and whoever wants to be first among you must be slave of all. ପୁଣି, ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ପ୍ରଧାନ ହେବାକୁ ଇଚ୍ଛା କରେ, ସେ ସମସ୍ତଙ୍କର ଦାସ ହେଉ।
45 For even the Son of Man came not to be served, but to serve, and to give his life as a ransom for many." କାରଣ ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ନିମନ୍ତେ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣା ପ୍ରାଣ ଦେବାକୁ ଆସିଅଛନ୍ତି।”
46 They came to Jericho. As Jesus and his disciples were leaving with a large crowd, blind Bartimaeus son of Timaeus sat begging by the road. ପରେ ସେମାନେ ଯିରୀହୋରେ ଉପସ୍ଥିତ ହେଲେ, ଆଉ ସେ ଆପଣା ଶିଷ୍ୟସମୂହ ଓ ବହୁସଂଖ୍ୟକ ଲୋକ ସହିତ ଯିରୀହୋରୁ ପ୍ରସ୍ଥାନ କରିବା ସମୟରେ ଟୀମାୟର ପୁତ୍ର ବାର୍ଟୀମୟ ନାମକ ଜଣେ ଅନ୍ଧ ଭିକ୍ଷୁକ ପଥ ପାର୍ଶ୍ୱରେ ବସିଥିଲା।
47 Hearing it was Jesus of Nazareth, he began to cry out, "Jesus, Son of David, have mercy on me!" ସେ ଯେ ନାଜରିତୀୟ ଯୀଶୁ, ଏହା ଶୁଣି ସେ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦଙ୍କ ସନ୍ତାନ ଯୀଶୁ, ମୋତେ ଦୟା କରନ୍ତୁ।
48 Many scolded him to be silent, but he shouted even louder, "Son of David, have mercy on me!" ଏଥିରେ ଅନେକେ ତାହାକୁ ତୁନି ହେବା ପାଇଁ ଧମକ ଦେବାକୁ ଲାଗିଲେ, କିନ୍ତୁ ସେ ଆହୁରି ଅଧିକ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦଙ୍କ ସନ୍ତାନ, ମୋତେ ଦୟା କରନ୍ତୁ।
49 Jesus stopped and said, "Call him." So they called the blind man: "Courage! Get up—he's calling you." ସେଥିରେ ଯୀଶୁ ଠିଆ ହୋଇ କହିଲେ, “ତାହାକୁ ଡାକ।” ସେମାନେ ସେହି ଅନ୍ଧ ଲୋକଟିକୁ ଡାକି କହିଲେ, ସାହସ ଧର, ଉଠ, ସେ ତୁମକୁ ଡାକୁଅଛନ୍ତି।
50 Throwing off his cloak, he jumped up and came to Jesus. ତହିଁରେ ସେ ଆପଣା ଚାଦର ଫୋପାଡ଼ିଦେଇ ଉଠି ଯୀଶୁଙ୍କ ନିକଟକୁ ଆସିଲା।
51 Jesus told him, "What do you want me to do for you?" The blind man told him, "Rabboni, let me see again." ଯୀଶୁ ତାହାକୁ ଉତ୍ତର ଦେଲେ, “ମୁଁ ତୁମ୍ଭ ପାଇଁ କଅଣ କରିବି ବୋଲି ତୁମ୍ଭେ ଇଚ୍ଛା କରୁଅଛ?” ସେହି ଅନ୍ଧ ଲୋକଟି ତାହାଙ୍କୁ କହିଲା, ହେ ଗୁରୁ, ମୁଁ ଯେପରି ଦୃଷ୍ଟି ପାଏ।
52 Jesus told him, "Go; your faith has healed you." At once he regained his sight and followed Jesus on the road. ଯୀଶୁ ତାହାକୁ କହିଲେ, “ଯାଅ, ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି।” ତତ୍‌କ୍ଷଣାତ୍ ସେ ଦୃଷ୍ଟି ପାଇ ପଥରେ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲା।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]