Skip to content
The Believer's Library

Indian Revised Version(IRV) Odia - 2021

Mark 12 IRVOry

Show IRVOry only
Verse × ×
1 He began speaking to them in parables: "A man planted a vineyard, fenced it in, dug a winepress pit, built a watchtower, rented it to farmers, and left. ଏଥିଉତ୍ତାରେ ଯୀଶୁ ସେମାନଙ୍କୁ ଦୃଷ୍ଟାନ୍ତରେ କହିବାକୁ ଲାଗିଲେ। “ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହାର ଚାରିଆଡ଼େ ବାଡ଼ ଦେଲେ ଓ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀ-ଗୃହ ନିର୍ମାଣ କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ ଭାଗରେ ଦେଇ ବିଦେଶକୁ ଗମନ କଲେ।
2 At harvest time he sent a servant to the tenants to collect some of the vineyard's fruit. ପରେ କୃଷକମାନଙ୍କଠାରୁ ଦ୍ରାକ୍ଷାକ୍ଷେତ୍ରର ଫଳରୁ ଭାଗ ପାଇବା ନିମନ୍ତେ ସେ ଜଣେ ଦାସକୁ ଉପଯୁକ୍ତ ସମୟରେ ସେମାନଙ୍କ ନିକଟକୁ ପଠାଇଲେ।
3 But they seized him, beat him, and sent him away empty-handed. କିନ୍ତୁ ସେମାନେ ତାହାକୁ ଧରି ପ୍ରହାର କଲେ ଓ ଶୂନ୍ୟ ହସ୍ତରେ ଫେରାଇଦେଲେ।
4 Again he sent them another servant; they hit him on the head and dishonored him. ପୁଣି, ସେହି ବ୍ୟକ୍ତି କୃଷକମାନଙ୍କ ନିକଟକୁ ଆଉ ଜଣେ ଦାସକୁ ପଠାଇଲେ; ସେମାନେ ତାହାର ମଧ୍ୟ ମୁଣ୍ଡ ଫଟାଇଦେଲେ ଓ ତାହାକୁ ଅପମାନ କଲେ।
5 And he sent another, and they killed him—then many more, beating some and killing others." ସେ ଆଉ ଜଣକୁ ପଠାଇଲେ; ସେମାନେ ତାହାକୁ ମଧ୍ୟ ବଧ କଲେ। ସେଥିରେ ସେହି ବ୍ୟକ୍ତି ଆହୁରି ଅନେକଙ୍କୁ ପଠାଇଲେ; ସେମାନଙ୍କ ମଧ୍ୟରୁ କେତେକଙ୍କୁ ପ୍ରହାର କଲେ ଓ କେତେକଙ୍କୁ ବଧ କଲେ।
6 He had still one, a beloved son; last he sent him to them, saying, "They will respect my son." ତାହାଙ୍କ ନିକଟରେ ଆପଣା ପ୍ରିୟ ପୁତ୍ର ମାତ୍ର ରହିଥିଲେ। ମୋହର ପୁଅକୁ ସେମାନେ ମାନ୍ୟ କରିବେ, ଏହା ଭାବି ସେ ଅବଶେଷରେ ତାହାଙ୍କୁ କୃଷକମାନଙ୍କ ନିକଟକୁ ପଠାଇଲେ।
7 "But the tenants said to each other, 'This is the heir. Come, let's kill him—the inheritance will be ours.' ମାତ୍ର ସେହି କୃଷକମାନେ ପରସ୍ପର କହିଲେ, ଏ ତ ଉତ୍ତରାଧିକାରୀ, ଆସ, ଏହାକୁ ବଧ କରିବା; ତାହାହେଲେ ଅଧିକାର ଆମ୍ଭମାନଙ୍କର ହେବ।
8 So they took him and killed him and threw him out of the vineyard. ସେଥିରେ ସେମାନେ ତାହାଙ୍କୁ ଧରି ବଧ କଲେ ଓ ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇଦେଲେ।
9 So what will the vineyard's owner do? He'll come, destroy the tenants, and give the vineyard to others. ତେବେ ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା କଅଣ କରିବେ? ସେ ଆସି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଦେବେ।
10 Have you not read this Scripture: 'The stone the builders rejected has become the cornerstone; ତୁମ୍ଭେମାନେ କି ଧର୍ମଶାସ୍ତ୍ରର ଏହି ବାକ୍ୟ ମଧ୍ୟ ପାଠ କରି ନାହଁ, ‘ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା;
11 this was our Father's doing, and it is marvelous in our eyes'?" ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ?’”
12 They wanted to arrest him but feared the crowd, knowing he'd told the parable against them. So they left him and went away. ଏଥିରେ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ଯୀଶୁଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକସମୂହକୁ ଭୟ କଲେ; କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ, ଆଉ ସେମାନେ ତାହାଙ୍କୁ ପରିତ୍ୟାଗ କରି ଚାଲିଗଲେ।
13 They sent some of the Pharisees and Herodians to trap him in his words. ପରେ ଯୀଶୁଙ୍କ କଥାର ଛିଦ୍ର ଧରିବା ନିମନ୍ତେ ସେମାନେ ଫାରୂଶୀ ଓ ହେରୋଦୀୟମାନଙ୍କ ମଧ୍ୟରୁ କେତେକଙ୍କୁ ତାହାଙ୍କ ପାଖକୁ ପଠାଇଲେ।
14 They came and said to him, "Teacher, we know you're true and don't care what anyone thinks, since you don't judge by appearance but truly teach our Father's way. Is it lawful to pay taxes to Caesar, or not? Should we pay, or should we not?" ସେମାନେ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଓ କାହାକୁ ଭୟ କରନ୍ତି ନାହିଁ; କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ବରଙ୍କ ମାର୍ଗ ଶିକ୍ଷା ଦିଅନ୍ତି। କାଇସରଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ?
15 But, knowing their hypocrisy, he said to them, "Why are you testing me? Bring me a silver coin to look at." ଆମ୍ଭେମାନେ ଦେବା କି ନାହିଁ? କିନ୍ତୁ ଯୀଶୁ ସେମାନଙ୍କର କପଟତା ଜାଣି ସେମାନଙ୍କୁ କହିଲେ, “କାହିଁକି ମୋତେ ପରୀକ୍ଷା କରୁଅଛ? ଗୋଟିଏ ମୁଦ୍ରା ମୋʼ ପାଖକୁ ଆଣ, ମୁଁ ତାହା ଦେଖେ।”
16 They brought one, and he asked them, "Whose image and inscription is this?" They told him, "Caesar's." ତହିଁରେ ସେମାନେ ତାହା ଆଣିଲେ। ଯୀଶୁ ସେମାନଙ୍କୁ ପଚାରିଲେ, “ଏହି ମୂର୍ତ୍ତି ଓ ନାମ କାହାର?” ସେମାନେ ତାହାଙ୍କୁ କହିଲେ, କାଇସରଙ୍କର।
17 Jesus told them, "Give to Caesar what's Caesar's, and to our Father what's our Father's." They were amazed at him. ସେଥିରେ ଯୀଶୁ ସେମାନଙ୍କୁ କହିଲେ, “କାଇସରଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ବରଙ୍କର ଯାହା, ତାହା ଈଶ୍ବରଙ୍କୁ ଦିଅ।” ତହିଁରେ ସେମାନେ ଯୀଶୁଙ୍କ କଥାରେ ଅତ୍ୟନ୍ତ ଚମତ୍କୃତ ହେଲେ।
18 And the Sadducees came to him, who say there is no resurrection. And they questioned him, saying, ଏଥିଉତ୍ତାରେ ପୁନରୁତ୍ଥାନକୁ ଅସ୍ୱୀକାର କରୁଥିବା ସାଦ୍ଦୂକୀମାନେ ତାହାଙ୍କ ନିକଟକୁ ଆସି ପଚାରିବାକୁ ଲାଗିଲେ,
19 "Teacher, Moses wrote for us that if a man's brother dies leaving a wife but no child, the brother must marry her and raise up offspring for him. ହେ ଗୁରୁ, ମୋଶା ଆମ୍ଭମାନଙ୍କ ନିମନ୍ତେ ଲେଖିଅଛନ୍ତି ଯେ, ଯଦି କୌଣସି ଲୋକର ଭାଇ ମରେ, ଆଉ ତାହାର ଭାର୍ଯ୍ୟା ଜୀବିତା ଥାଏ, ପୁଣି, ତାହାର କୌଣସି ସନ୍ତାନ ନ ଥାଏ, ତାହାହେଲେ ତାହାର ଭାଇ ତାହାର ଭାର୍ଯ୍ୟାକୁ ଗ୍ରହଣ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ।
20 There were seven brothers; the first married, and when he died, left no children. ଦେଖନ୍ତୁ, ସାତ ଭାଇ ଥିଲେ; ପ୍ରଥମଟି ଗୋଟିଏ ସ୍ତ୍ରୀକୁ ବିବାହ କଲା ଓ ନିଃସନ୍ତାନ ହୋଇ ମଲା;
21 And the second married her, and he died leaving no children. And the third likewise. ପରେ ଦ୍ୱିତୀୟଟି ତାହାକୁ ଗ୍ରହଣ କରି ନିଃସନ୍ତାନ ହୋଇ ମଲା; ତୃତୀୟଟି ସେହି ପ୍ରକାର କଲା,
22 And none of the seven left any children. Last of all the woman also died. ଆଉ ସାତ ଜଣଯାକ ନିଃସନ୍ତାନ ହୋଇ ମଲେ; ସମସ୍ତଙ୍କ ଶେଷରେ ସେହି ସ୍ତ୍ରୀ ମଧ୍ୟ ମଲା।
23 At the resurrection, when they rise, whose wife will she be? The seven had her as wife." ପୁନରୁତ୍ଥାନ ସମୟରେ ଯେତେବେଳେ ସେମାନେ ଉଠିବେ, ସେତେବେଳେ ସେମାନଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ? ସାତ ଜଣଯାକ ତ ତାହାକୁ ବିବାହ କରିଥିଲେ।
24 Jesus said to them, "Isn't this why you're wrong—you know neither the Scriptures nor our Father's power? ଯୀଶୁ ସେମାନଙ୍କୁ କହିଲେ, “ଧର୍ମଶାସ୍ତ୍ର ପୁଣି, ଈଶ୍ବରଙ୍କ ଶକ୍ତି ମଧ୍ୟ ନ ଜାଣିବା କି ତୁମ୍ଭମାନଙ୍କ ଭ୍ରାନ୍ତିର କାରଣ ନୁହେଁ?
25 For when the dead rise, they neither marry nor are given in marriage, but are like the angels in heaven. ଯେଣୁ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ହେଲା ଉତ୍ତାରେ ଲୋକେ ବିବାହ କରନ୍ତି ନାହିଁ କିମ୍ବା ବିବାହିତା ହୁଅନ୍ତି ନାହିଁ, କିନ୍ତୁ ସ୍ୱର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି।
26 About the dead being raised, haven't you read in Moses' book, in the passage about the bush, how our Father told him, 'I am the God of Abraham, of Isaac, and of Jacob'? ମାତ୍ର ମୃତମାନେ ଯେ ଉତ୍ଥିତ ହୁଅନ୍ତି, ସେ ସମ୍ବନ୍ଧରେ ତୁମ୍ଭେମାନେ କି ମୋଶାଙ୍କ ଶାସ୍ତ୍ରରେ ବୁଦାର ବୃତ୍ତାନ୍ତରେ ପାଠ କରି ନାହଁ ଯେ ଈଶ୍ବର କିପରି ତାହାଙ୍କୁ କହିଲେ, ଆମ୍ଭେ ଅବ୍ରହାମଙ୍କ ଈଶ୍ବର, ଇସ୍‌ହାକଙ୍କ ଈଶ୍ବର ଓ ଯାକୁବଙ୍କ ଈଶ୍ବର?
27 He is not God of the dead, but of the living. You are badly mistaken." ସେ ମୃତମାନଙ୍କର ଈଶ୍ବର ନୁହଁନ୍ତି, ମାତ୍ର ଜୀବିତମାନଙ୍କର। ତୁମ୍ଭେମାନେ ବଡ଼ ଭ୍ରାନ୍ତ ହେଉଅଛ।”
28 One scribe approached, heard them debate, saw Jesus answered well, and asked, "Which commandment is most important of all?" ସେତେବେଳେ ଶାସ୍ତ୍ରୀମାନଙ୍କ ମଧ୍ୟରୁ ଜଣେ ପାଖକୁ ଆସି ସେମାନଙ୍କର ବାଦାନୁବାଦ ଶୁଣି ଓ ଯୀଶୁ ଯେ ସେମାନଙ୍କୁ ଯଥାର୍ଥ ଉତ୍ତର ଦେଇଅଛନ୍ତି, ଏହା ଜାଣି ତାହାଙ୍କୁ ପଚାରିଲେ, ସମସ୍ତ ଆଜ୍ଞା ମଧ୍ୟରେ କେଉଁ ଆଜ୍ଞା ପ୍ରଧାନ?
29 Jesus answered, "The most important is this: 'Hear, Israel: our Father is one.' ଯୀଶୁ ଉତ୍ତର ଦେଲେ, “ପ୍ରଧାନ ଆଜ୍ଞା ଏହି, ହେ ଇସ୍ରାଏଲ, ଶୁଣ; ପ୍ରଭୁ ଆମ୍ଭମାନଙ୍କ ଈଶ୍ବର ଏକମାତ୍ର ପ୍ରଭୁ ଅଟନ୍ତି;
30 Love your Father with all your heart, with all your soul, with all your mind, with all your strength." ‘ଆଉ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ମନ ଓ ସମସ୍ତ ଶକ୍ତି ଦେଇ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରେମ କର।’
31 "The second is this: 'Love your neighbor as yourself.' No commandment is greater than these." ଦ୍ୱିତୀୟଟି ଏହି, ‘ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।’ ଏହି ଆଜ୍ଞାଗୁଡ଼ିକ ଅପେକ୍ଷା ଆଉ କୌଣସି ଶ୍ରେଷ୍ଠ ଆଜ୍ଞା ନାହିଁ।”
32 The scribe said to him, "Well said, Teacher. You've said truly that he is one, and there's no other besides him. ସେଥିରେ ସେହି ଶାସ୍ତ୍ରୀ ତାହାଙ୍କୁ କହିଲେ, ହେ ଗୁରୁ, ତାହା ସତ୍ୟ, ସେ ଯେ ଏକ ଓ ତାହାଙ୍କ ବିନା ଆଉ କେହି ନାହିଁ, ଏହା ଆପଣ ଯଥାର୍ଥ କହିଅଛନ୍ତି;
33 Loving him with all the heart, all the understanding, all the strength, and loving one's neighbor as oneself, matters far more than all whole burnt offerings and sacrifices." ପୁଣି, ସମସ୍ତ ଅନ୍ତଃକରଣ, ସମସ୍ତ ବୁଦ୍ଧି ଓ ସମସ୍ତ ଶକ୍ତି ଦେଇ ତାହାଙ୍କୁ ପ୍ରେମ କରିବା ଏବଂ ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କରିବା ସମସ୍ତ ହୋମବଳି ଓ ବଳିଦାନ ଅପେକ୍ଷା ଗୁରୁତର।
34 Seeing he answered wisely, Jesus said to him, "You are not far from the kingdom of our Father." After that, no one dared ask him any more questions. ସେ ବୁଦ୍ଧି ସହିତ ଉତ୍ତର ଦେଇଅଛନ୍ତି ଦେଖି ଯୀଶୁ ତାହାଙ୍କୁ କହିଲେ, “ଈଶ୍ବରଙ୍କ ରାଜ୍ୟଠାରୁ ତୁମ୍ଭେ ଦୂରବର୍ତ୍ତୀ ନୁହଁ।” ଏଥିଉତ୍ତାରେ କେହି ତାହାଙ୍କୁ ଆଉ କୌଣସି ପ୍ରଶ୍ନ ପଚାରିବାକୁ ସାହସ କଲେ ନାହିଁ।
35 Teaching in the temple, Jesus asked, "How can the scribes say the Christ is the son of David? କିନ୍ତୁ ଯୀଶୁ ମନ୍ଦିରରେ ଶିକ୍ଷା ଦେଉଥିବା ସମୟରେ ଉତ୍ତର ଦେଲେ, “ଖ୍ରୀଷ୍ଟ ଯେ ଦାଉଦଙ୍କ ସନ୍ତାନ, ଏହା ଶାସ୍ତ୍ରୀମାନେ କିପରି କହନ୍ତି?
36 David himself said by the Holy Spirit: 'Our Father said to my Lord, "Sit at my right hand until I put your enemies under your feet."' ସ୍ୱୟଂ ଦାଉଦ ପବିତ୍ର ଆତ୍ମାଙ୍କ ଦ୍ୱାରା ପୂର୍ଣ୍ଣ ହୋଇ କହିଥିଲେ, ‘ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।’
37 "David himself calls the Christ Lord. How can the Christ be David's son?" The large crowd enjoyed listening to him. ସ୍ୱୟଂ ଦାଉଦ ତାହାଙ୍କୁ ପ୍ରଭୁ ବୋଲି କହନ୍ତି; ତେବେ ସେ କିପ୍ରକାରେ ତାହାଙ୍କର ସନ୍ତାନ?”
38 And in his teaching he said, "Beware of the scribes, who like walking in long robes and being greeted in the marketplaces, ସର୍ବସାଧାରଣ ଲୋକେ ଆନନ୍ଦରେ ତାହାଙ୍କ କଥା ଶୁଣୁଥିଲେ। ପୁନଶ୍ଚ, ସେ ଆପଣା ଶିକ୍ଷା ମଧ୍ୟରେ କହିଲେ, “ଶାସ୍ତ୍ରୀମାନଙ୍କଠାରୁ ସାବଧାନ! ସେମାନେ ଲମ୍ବା ବସ୍ତ୍ର ପରିଧାନ କରି ଭ୍ରମଣ କରିବାକୁ, ପୁଣି, ହାଟ ବଜାରରେ ନମସ୍କାର,
39 and to have the best seats in the synagogues and the places of honor at banquets, ସମାଜଗୃହରେ ପ୍ରଧାନ ଆସନ ଓ ଭୋଜିରେ ପ୍ରଧାନ ସ୍ଥାନ ଗ୍ରହଣ କରିବାକୁ ଭଲ ପାଆନ୍ତି;
40 who devour widows' houses and make long prayers just for show. These will receive the greater condemnation." ସେମାନେ ବିଧବାମାନଙ୍କର ଗୃହସବୁ ଗ୍ରାସ କରନ୍ତି ଓ ଛଳନା କରି ଦୀର୍ଘ ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ଡ ପାଇବେ।”
41 Sitting across from the treasury, he watched the crowd drop coins in; many rich people dropped in large sums. ପରେ ସେ ଭଣ୍ଡାର ସମ୍ମୁଖରେ ବସି ଲୋକସମୂହ କିପରି ଭଣ୍ଡାରରେ ପଇସା ପକାଉଅଛନ୍ତି, ତାହା ଦେଖୁଥିଲେ। ସେତେବେଳେ ଅନେକ ଧନୀ ଲୋକ ଭଣ୍ଡାରରେ ବେଶି ପକାଇଲେ;
42 And a poor widow came and put in two small copper coins, worth a penny. ଆଉ ଜଣେ ଦରିଦ୍ର ବିଧବା ଆସି ଏକ ପାହୁଲା ମୂଲ୍ୟର ଦୁଇ କ୍ଷୁଦ୍ର ମୁଦ୍ରା ଭଣ୍ଡାରରେ ପକାଇଲା।
43 Calling his disciples, he said, "Truly, I tell you, this poor widow put in more than all who put into the offering box. ତହିଁରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭଣ୍ଡାରରେ ମୁଦ୍ରା ପକାଉଥିବା ସମସ୍ତ ଲୋକଙ୍କ ଅପେକ୍ଷା ଏହି ଦରିଦ୍ର ବିଧବା ଅଧିକ ପକାଇଅଛି;
44 For they all gave from their surplus, but she gave from her poverty—all she had, her whole livelihood." କାରଣ ସମସ୍ତେ ଆପଣା ଆପଣା ଅତିରିକ୍ତ ଧନରୁ କିଛି କିଛି ପକାଇଲେ, କିନ୍ତୁ ଏ ଆପଣାର ଅନାଟନ ଅବସ୍ଥାରେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ତାହାର ଯାହା କିଛି ଥିଲା, ସେହିସବୁ ପକାଇଲା।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]