Skip to content
The Believer's Library

Indian Revised Version(IRV) Odia - 2021

Mark 14 IRVOry

Show IRVOry only
Verse × ×
1 Two days before Passover and Unleavened Bread, the chief priests and scribes were looking for a way to seize Jesus by trickery and kill him. ନିସ୍ତାର ପର୍ବ ଓ ଖମୀରଶୂନ୍ୟ ରୁଟିର ପର୍ବ ପଡ଼ିବାକୁ ଦୁଇ ଦିନ ଥିଲା। ସେହି ସମୟରେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ କିପରି ଯୀଶୁଙ୍କୁ ଛଳରେ ଧରି ବଧ କରିପାରନ୍ତି, ସେଥିର ଉପାୟ ଖୋଜୁଥିଲେ।
2 For they said, "Not during the feast, or the people might riot." କାରଣ ସେମାନେ କହିଲେ, ପର୍ବ ସମୟରେ ନୁହେଁ, କାଳେ ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ ହେବ।
3 While he was in Bethany, in Simon the leper's house, reclining at the table, a woman came with an alabaster flask of pure nard perfume, very costly. She broke the flask and poured it on his head. ସେ ବେଥନୀୟାରେ କୁଷ୍ଠରୋଗରୁ ସୁସ୍ଥ ପାଇଥିବା ଶିମୋନଙ୍କ ଗୃହରେ ଭୋଜନରେ ବସିଥିବା ସମୟରେ ଜଣେ ସ୍ତ୍ରୀଲୋକ ଗୋଟିଏ ପାତ୍ରରେ ବହୁମୂଲ୍ୟ ବିଶୁଦ୍ଧ ଜଟାମାଂସୀ ସୁଗନ୍ଧି ତୈଳ ଆଣି ସେହି ପାତ୍ର ଭାଙ୍ଗି ତାହାଙ୍କ ମସ୍ତକରେ ଢାଳିବାକୁ ଲାଗିଲେ।
4 There were some who said to themselves indignantly, "Why was this perfume wasted like that? କିନ୍ତୁ କେତେକ ଲୋକ ବିରକ୍ତ ହୋଇ ପରସ୍ପରକୁ କହିଲେ, ତୈଳ କାହିଁକି ଏପରି ନଷ୍ଟ ହେଲା?
5 For this perfume could have sold for over 300 denarii and given to the poor." And they scolded her. ଏହି ତୈଳ ତ ତିନିଶହ ଦିନର ମଜୁରୀ ସମାନ ଟଙ୍କାରୁ ଅଧିକ ମୂଲ୍ୟରେ ବିକ୍ରୟ କରାଯାଇ ଦରିଦ୍ରମାନଙ୍କୁ ଦିଆଯାଇ ପାରିଥାଆନ୍ତା। ତେଣୁ ସେମାନେ ସେହି ସ୍ତ୍ରୀଲୋକକୁ ଗାଳି କରିବାକୁ ଲାଗିଲେ।
6 But Jesus said, "Leave her alone. Why trouble her? She has done a beautiful thing for me. କିନ୍ତୁ ଯୀଶୁ କହିଲେ, “ତାହାକୁ ଛାଡ଼ିଦିଅ; କାହିଁକି ତାହାକୁ କଷ୍ଟ ଦେଉଅଛ? ସେ ମୋ ପ୍ରତି ଉତ୍ତମ କର୍ମ କରିଅଛି।
7 For the poor are always with you, and you can do good for them whenever you want; but you won't always have me. କାରଣ ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ଆଉ ତୁମ୍ଭମାନଙ୍କର ଯେତେବେଳେ ଇଚ୍ଛା, ସେତେବେଳେ ସେମାନଙ୍କର ଉପକାର କରିପାର; ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ନିକଟରେ ନ ଥିବି।
8 She has done what she could; she has anointed my body beforehand for burial. ତାହାର ଯାହା ସାଧ୍ୟ, ତାହା ସେ କରିଅଛି; ସେ ସମାଧି ନିମନ୍ତେ ମୋହର ଶରୀରକୁ ପୂର୍ବରୁ ତୈଳରେ ଅଭିଷେକ କରିଅଛି।
9 Truly, I tell you, wherever the gospel is preached worldwide, what she did will be told in memory of her." ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଜଗତର ଯେକୌଣସି ସ୍ଥାନରେ ସୁସମାଚାର ଘୋଷଣା କରାଯିବ, ସେ ସ୍ଥାନରେ ଏ ସ୍ତ୍ରୀଲୋକର ସ୍ମରଣାର୍ଥେ ତାହାର ଏହି କର୍ମର କଥା ମଧ୍ୟ କୁହାଯିବ।”
10 Then Judas Iscariot, one of the twelve, went to the chief priests to betray Jesus to them. ସେଥିରେ ବାର ଶିଷ୍ୟମାନଙ୍କ ମଧ୍ୟରୁ ଇଷ୍କାରିୟୋତୀୟ ଯିହୂଦା ନାମକ ଜଣେ ଯୀଶୁଙ୍କୁ ପ୍ରଧାନ ଯାଜକମାନଙ୍କ ହସ୍ତରେ ସମର୍ପଣ କରିବା ନିମନ୍ତେ ସେମାନଙ୍କ ନିକଟକୁ ଗଲା।
11 Hearing this, they were glad and promised him money. So he looked for a chance to betray Jesus. ସେମାନେ ତାହା ଶୁଣି ଆନନ୍ଦିତ ହେଲେ ଓ ତାହାଙ୍କୁ ଟଙ୍କା ଦେବା ପାଇଁ ପ୍ରତିଜ୍ଞା କଲେ। ସେଥିରେ ସେ ତାହାଙ୍କୁ ସୁବିଧା ଅନୁସାରେ କିପରି ଧରାଇଦେଇ ପାରେ, ଏହା ଅନ୍ୱେଷଣ କରିବାକୁ ଲାଗିଲା।
12 On the first day of Unleavened Bread, when they sacrificed the Passover lamb, his disciples asked him, "Where do you want us to go and prepare for you to eat the Passover?" ପରେ ଖମୀରଶୂନ୍ୟ ରୁଟି ପର୍ବର ପ୍ରଥମ ଦିନରେ, ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରାଯାଏ, ସେହି ଦିନ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ଆମ୍ଭେମାନେ ଯାଇ କେଉଁ ସ୍ଥାନରେ ଆପଣଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି?
13 He sent two of his disciples, "Go into the city; a man carrying a jar of water will meet you. Follow him, ସେଥିରେ ସେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣକୁ ଏହା କହି ପଠାଇଲେ, “ତୁମ୍ଭେମାନେ ନଗରକୁ ଯାଅ, ଆଉ ଜଳକୁମ୍ଭ ଘେନି ଯାଉଥିବା ଜଣେ ଲୋକ ତୁମ୍ଭମାନଙ୍କୁ ଭେଟିବ; ତାହାର ପଛେ ପଛେ ଯାଅ;
14 and wherever he enters, tell the house's owner, 'The Teacher says: Where is my guest room, where I may eat the Passover with my disciples?' ସେ ଯେଉଁ ଗୃହରେ ପ୍ରବେଶ କରିବ, ସେହି ଗୃହର କର୍ତ୍ତାଙ୍କୁ କୁହ, ଗୁରୁ ପଚାରୁଅଛନ୍ତି, ମୁଁ ମୋହର ଶିଷ୍ୟମାନଙ୍କ ସହିତ ଯେଉଁଠାରେ ନିସ୍ତାର ପର୍ବର ଭୋଜ ପାଳନ କରିବି, ମୋହର ସେହି ଅତିଥିଶାଳା କାହିଁ?
15 And he will show you a large upper room furnished and ready; there prepare for us." ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଓ ପ୍ରସ୍ତୁତ ଗୋଟିଏ ଉପରିସ୍ଥ ବୃହତ କୋଠରୀ ଦେଖାଇଦେବେ; ସେ ସ୍ଥାନରେ ଆମ୍ଭମାନଙ୍କ ପାଇଁ ପ୍ରସ୍ତୁତ କର।”
16 The disciples left, went to the city, found things as he had told them, and prepared the Passover. ତହିଁରେ ଶିଷ୍ୟମାନେ ପ୍ରସ୍ଥାନ କରି ନଗରରେ ପ୍ରବେଶ କଲେ, ପୁଣି, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ।
17 And when it was evening, Jesus came with the twelve. ସନ୍ଧ୍ୟା ହୁଅନ୍ତେ ସେ ବାର ଶିଷ୍ୟଙ୍କ ସହିତ ଆସିଲେ।
18 While they reclined and ate, Jesus said, "Truly, I tell you, one of you will betray me, one eating with me." ସେମାନେ ବସି ଭୋଜନ କରୁଥିବା ସମୟରେ ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ଯେ କି ମୋʼ ସାଙ୍ଗରେ ଭୋଜନ କରୁଅଛି, ସେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।”
19 They began to grieve and ask him, one by one, "Is it I?" ସେଥିରେ ଶିଷ୍ୟମାନେ ଦୁଃଖିତ ହୋଇ ଜଣ ଜଣ କରି ତାହାଙ୍କୁ ପଚାରିବାକୁ ଲାଗିଲେ, ସେ କଅଣ ମୁଁ?
20 He said to them, "One of the twelve, dipping bread with me into the dish. ଯୀଶୁ ସେମାନଙ୍କୁ କହିଲେ, “ବାରଜଣଙ୍କ ମଧ୍ୟରୁ ଜଣେ, ଯେ କି ମୋʼ ସହିତ ପାତ୍ରରେ ହାତ ବୁଡ଼ାଉଅଛି।
21 The Son of Man goes as the Scriptures said about him, but how terrible for that man who betrays him—better if he had never been born." ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖାଅଛି, ସେହିପରି ସେ ଯାଉଅଛନ୍ତି ସତ୍ୟ, କିନ୍ତୁ ଯେଉଁ ଲୋକ ଦ୍ୱାରା ମନୁଷ୍ୟପୁତ୍ର ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର! ସେହି ଲୋକ ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।”
22 As they ate, he took bread, blessed it, broke it, gave it to them, and said, "Take; this is my body." ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୁଟି ଘେନି ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, “ନିଅ, ଏହା ମୋହର ଶରୀର।”
23 He took a cup, gave thanks, gave it to them, and they all drank from it. ପୁଣି, ସେ ପାନପାତ୍ର ଘେନି ଧନ୍ୟବାଦ ଦେଇ ଶିଷ୍ୟମାନଙ୍କୁ ଦେଲେ ଓ ସମସ୍ତେ ସେଥିରୁ ପାନ କଲେ।
24 He said to them, "This is my blood of the covenant, poured out for many. ଆଉ, ଯୀଶୁ ସେମାନଙ୍କୁ କହିଲେ, “ଯେଉଁ ନିୟମର ରକ୍ତ ଅନେକଙ୍କ ନିମନ୍ତେ ଢାଳି ଦିଆଯାଏ, ଏ ମୋହର ସେହି ରକ୍ତ।
25 Truly I tell you, I will not drink wine again until that day when I drink it new in the kingdom of our Father." ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଦିନ ମୁଁ ଈଶ୍ବରଙ୍କ ରାଜ୍ୟରେ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଏହା ଆଉ କେବେ ହେଁ ପାନ କରିବି ନାହିଁ।”
26 And when they had sung a hymn, they went out to the Mount of Olives. ପୁଣି, ସେମାନେ ସ୍ତବଗାନ କଲା ଉତ୍ତାରେ ଜୀତପର୍ବତକୁ ବାହାରିଗଲେ।
27 Jesus said to them, "You will all stumble, for it's written: 'I will strike the shepherd, and the sheep will be scattered.' ସେତେବେଳେ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସମସ୍ତେ ବିଘ୍ନ ପାଇବ, କାରଣ ଲେଖାଅଛି, ‘ଆମ୍ଭେ ମେଷପାଳକକୁ ପ୍ରହାର କରିବା, ଆଉ ମେଷଗୁଡ଼ିକ ଛିନ୍ନଭିନ୍ନ ହୋଇଯିବେ।’
28 But after I am raised up, I will go ahead of you to Galilee." କିନ୍ତୁ ମୁଁ ଉତ୍ଥିତ ହେବା ପରେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯିବି।”
29 Peter said to him, "Even though they all fall away, I will not." ମାତ୍ର ପିତର ତାହାଙ୍କୁ କହିଲେ, ଯଦ୍ୟପି ସମସ୍ତେ ବିଘ୍ନ ପାଇବେ, ତଥାପି ମୁଁ ପାଇବି ନାହିଁ।
30 Jesus said to him, "Truly I tell you, today, this night, before the rooster crows twice, you will deny me three times." ଯୀଶୁ ତାହାଙ୍କୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ଏହି ରାତିରେ କୁକୁଡ଼ା ଦ୍ୱିତୀୟ ଥର ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ।”
31 But he insisted, "Even if I must die with you, I will never deny you." They all said the same. କିନ୍ତୁ ପିତର ଦୃଢ଼ରୂପେ କହିବାକୁ ଲାଗିଲେ, ଯଦି ମୋତେ ଆପଣଙ୍କ ସାଙ୍ଗରେ ମରିବାକୁ ହୁଏ, ତଥାପି ମୁଁ ଆପଣଙ୍କୁ କେବେ ହେଁ ଅସ୍ୱୀକାର କରିବି ନାହିଁ। ପୁଣି, ସମସ୍ତେ ମଧ୍ୟ ସେହି ପ୍ରକାର କହିଲେ।
32 They arrived at a place called Gethsemane, and he told his disciples, "Sit here while I pray." ପରେ ସେମାନେ ଗେଥ୍‌ଶିମାନୀ ନାମକ ଗୋଟିଏ ସ୍ଥାନକୁ ଆସିଲେ, ଆଉ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “ମୁଁ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏଠାରେ ବସିଥାଅ।”
33 He took Peter, James, and John, and began to feel deep distress and anguish. ପୁଣି, ସେ ପିତର, ଯାକୁବ ଓ ଯୋହନଙ୍କୁ ସାଙ୍ଗରେ ଘେନି ଅତ୍ୟନ୍ତ ବିସ୍ମୟାନ୍ୱିତ ଓ ବ୍ୟାକୁଳ ହେବାକୁ ଲାଗିଲେ।
34 He said to them, "My soul is crushed with grief, to death. Stay here and stay alert." ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟନ୍ତ ଶୋକାକୁଳ ହେଉଅଛି; ତୁମ୍ଭେମାନେ ଏଠାରେ ରହି ଜାଗିଥାଅ।”
35 Going a little farther, he fell to the ground and prayed that, if possible, the hour would pass from him. ପୁଣି, ଯୀଶୁ ଅଳ୍ପ ଦୂର ଆଗକୁ ଯାଇ ଭୂମିରେ ପଡ଼ି, ଯଦି ହୋଇପାରେ, ସେହି ସମୟ ତାହାଙ୍କଠାରୁ ଯେପରି ଦୂର ହୁଏ, ଏଥିନିମନ୍ତେ ପ୍ରାର୍ଥନା କରିବାକୁ ଲାଗିଲେ।
36 He said, "Abba, Father, all things are possible for you. Take this cup from me—but let it be your will, not mine." ଆଉ ଯୀଶୁ କହିଲେ, “ଆବ୍ବା, ପିତଃ, ସମସ୍ତ ତୁମ୍ଭର ସାଧ୍ୟ; ଏହି ପାନପାତ୍ର ମୋʼଠାରୁ ଦୂର କର; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା।”
37 He returned, found them asleep, and said to Peter, "Simon, are you asleep? Couldn't you stay awake one hour? ପୁଣି, ସେ ଆସି ଶିଷ୍ୟମାନଙ୍କୁ ନିଦ୍ରିତ ଦେଖିଲେ ଓ ପିତରଙ୍କୁ କହିଲେ, “ଶିମୋନ, ତୁମ୍ଭେ କଅଣ ଶୋଇପଡ଼ିଲ? ଘଣ୍ଟାଏ ହେଲେ ଜାଗି ପାରିଲ ନାହିଁ?
38 Watch and pray, so you don't fall into temptation. The spirit is willing, but the flesh is weak." ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ।”
39 And again he went away and prayed, saying the same words. ସେ ପୁନର୍ବାର ଯାଇ ପୂର୍ବ ପରି କଥା କହି ପ୍ରାର୍ଥନା କଲେ।
40 Again he found them sleeping, eyes heavy, not knowing how to answer him. ପୁନଶ୍ଚ ସେ ଆସି ସେମାନଙ୍କୁ ନିଦ୍ରିତ ଦେଖିଲେ, କାରଣ ସେମାନଙ୍କ ଆଖି ମାଡ଼ିପଡ଼ୁଥିଲା, ଆଉ ସେମାନେ ତାହାଙ୍କୁ କି ଉତ୍ତର ଦେବେ, ତାହା ଜାଣି ନ ଥିଲେ।
41 He came a third time and said, "Still sleeping and resting? Enough—the hour has come. Look, the Son of Man is handed over into the hands of sinners. ଯୀଶୁ ତୃତୀୟ ଥର ଆସି ଶିଷ୍ୟମାନଙ୍କୁ କହିଲେ, “ଅଳ୍ପ କ୍ଷଣ ଶୟନ କରି ବିଶ୍ରାମ କର; ଯଥେଷ୍ଟ ହେଲାଣି; ସେହି ସମୟ ଉପସ୍ଥିତ; ଦେଖ, ମନୁଷ୍ୟପୁତ୍ର ପାପୀମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି।
42 Rise, let us be going; see, my betrayer is here." ଉଠ, ଆମ୍ଭେମାନେ ଯିବା, ଦେଖ, ଯେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରୁଅଛି, ସେ ନିକଟବର୍ତ୍ତୀ।”
43 While he was still speaking, Judas—one of the twelve—arrived, and with him a crowd with swords and clubs from the chief priests, scribes, and elders. ଆଉ ତତ୍‌କ୍ଷଣାତ୍, ଯୀଶୁ କଥା କହୁଥିବା ସମୟରେ, ଦ୍ୱାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ଏବଂ ତାହା ସହିତ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗଙ୍କଠାରୁ ଲୋକସମୂହ ଖଡ୍ଗ ଓ ଠେଙ୍ଗା ଧରି ଆସିଲେ।
44 His betrayer had given them a signal: "The one I kiss is him—seize him and take him away securely." ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ସେମାନଙ୍କୁ ଏହି ସଙ୍କେତ ଦେଇ କହିଥିଲା, ମୁଁ ଯାହାଙ୍କୁ ଚୁମ୍ବନ କରିବି, ସେ ସେହି; ତାହାଙ୍କୁ ଧରି ସାବଧାନରେ ଘେନିଯିବ।
45 He came up to Jesus at once, said, "Rabbi!" and kissed him. ଏଣୁ ସେ ସେହିକ୍ଷଣି ତାହାଙ୍କ ପାଖକୁ ଯାଇ, ହେ ଗୁରୁ ବୋଲି କହି ତାହାଙ୍କୁ ଚୁମ୍ବନ କଲା।
46 And they laid hands on him and seized him. ସେଥିରେ ସେମାନେ ତାହାଙ୍କ ଉପରେ ହାତ ପକାଇ ତାହାଙ୍କୁ ଧରିଲେ।
47 One of the bystanders drew his sword, struck the high priest's servant, and cut off his ear. କିନ୍ତୁ ପାଖରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ ଜଣେ ଖଣ୍ଡା ବାହାର କଲେ ଏବଂ ମହାଯାଜକଙ୍କ ଦାସକୁ ଆଘାତ କରି ତାହାର କାନ କାଟିପକାଇଲେ।
48 Jesus said to them, "Have you come out with swords and clubs to seize me, like a robber? ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଡକାଇତ ବିରୁଦ୍ଧରେ ବାହାରିବା ପରି ଖଣ୍ଡା ଓ ଠେଙ୍ଗା ଘେନି ତୁମ୍ଭେମାନେ କଅଣ ମୋତେ ଧରିବାକୁ ଆସିଲ?
49 Every day I was with you in the temple teaching, and you didn't arrest me. But let the Scriptures be fulfilled." ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥାଇ ଶିକ୍ଷା ଦେଉଥିଲି, କିନ୍ତୁ ତୁମ୍ଭେମାନେ ମୋତେ ଧରିଲ ନାହିଁ; ମାତ୍ର ଧର୍ମଶାସ୍ତ୍ରର ବାକ୍ୟସମୂହ ଯେପରି ସଫଳ ହୁଏ, ସେଥିନିମନ୍ତେ ଏହି ସମସ୍ତ ଘଟୁଅଛି।”
50 And they all left him and fled. ସେତେବେଳେ ସମସ୍ତେ ତାହାଙ୍କୁ ଛାଡ଼ି ପଳାଇଗଲେ।
51 And a young man followed him, wearing nothing but a linen cloth. And they seized the young man, କିନ୍ତୁ ଜଣେ ଯୁବା ଉଲଗ୍ନ ଦେହରେ ଖଣ୍ଡେ ସରୁ ଚାଦର ଘୋଡ଼ାଇ ହୋଇ ତାହାଙ୍କ ପଛେ ପଛେ ଯାଉଥିଲା; ସେମାନେ ତାହାକୁ ଧରିଲେ,
52 but he left the linen cloth and ran away naked. ମାତ୍ର ସେ ସେହି ସରୁ ଚାଦର ଖଣ୍ଡିକ ଛାଡ଼ିଦେଇ ଖାଲି ଦେହରେ ପଳାଇଗଲା।
53 They led Jesus to the high priest, and all the chief priests and elders and scribes gathered. ପରେ ସେମାନେ ଯୀଶୁଙ୍କୁ ମହାଯାଜକଙ୍କ ନିକଟକୁ ଘେନିଗଲେ, ପୁଣି, ପ୍ରଧାନ ଯାଜକ, ପ୍ରାଚୀନ ଓ ଶାସ୍ତ୍ରୀମାନେ ସମସ୍ତେ ଆସି ଏକତ୍ର ହେଲେ।
54 Peter had followed at a distance, all the way into the high priest's courtyard, and sat with the guards, warming himself by the fire. ପିତର ଦୂରରେ ରହି ତାହାଙ୍କ ପଛେ ପଛେ ମହାଯାଜକଙ୍କ ପ୍ରାଙ୍ଗଣ ଭିତରକୁ ଗଲେ ଓ ପଦାତିକମାନଙ୍କ ସହିତ ବସି ନିଆଁ ସେକି ହେଉଥିଲେ।
55 The chief priests and the whole council sought testimony against Jesus to put him to death, but found none. ଇତିମଧ୍ୟରେ ପ୍ରଧାନ ଯାଜକମାନେ ଓ ସମସ୍ତ ମହାସଭା ଯୀଶୁଙ୍କୁ ବଧ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସାକ୍ଷ୍ୟ ଅନ୍ୱେଷଣ କରିବାକୁ ଲାଗିଲେ, କିନ୍ତୁ ପାଇଲେ ନାହିଁ;
56 For many gave false testimony against him, but their testimony did not agree. କାରଣ ଅନେକେ ତାହାଙ୍କ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେଲେ ହେଁ ସେମାନଙ୍କର ସାକ୍ଷ୍ୟ ମିଶିଲା ନାହିଁ।
57 And some stood up and gave false testimony against him, saying, ପରେ କେତେକ ଲୋକ ଉଠି ତାହାଙ୍କ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେଇ କହିବାକୁ ଲାଗିଲେ,
58 "We heard him say, 'I will destroy this temple made by hands, and in three days build another not made by hands.'" ଆମ୍ଭେମାନେ ଏହାକୁ ଏହି କଥା କହିବା ଶୁଣିଅଛୁ, ମୁଁ ଏହି ହସ୍ତକୃତ ମନ୍ଦିରକୁ ଭାଙ୍ଗି ତିନି ଦିନ ମଧ୍ୟରେ ଆଉ ଗୋଟିଏ ଅହସ୍ତକୃତ ମନ୍ଦିର ନିର୍ମାଣ କରିବି।
59 Yet even about this their testimony did not agree. କିନ୍ତୁ ଏଥିରେ ମଧ୍ୟ ସେମାନଙ୍କର ସାକ୍ଷ୍ୟ ମିଶିଲା ନାହିଁ।
60 The high priest stood up in the midst and asked Jesus, "You have no answer? What are these men testifying against you?" ତହିଁରେ ମହାଯାଜକ ମଧ୍ୟସ୍ଥଳରେ ଠିଆ ହୋଇ ଯୀଶୁଙ୍କୁ ପଚାରିଲେ, ତୁମ୍ଭ ବିରୁଦ୍ଧରେ ଏମାନେ ଏ ଯେଉଁ ସାକ୍ଷ୍ୟ ଦେଉଅଛନ୍ତି, ସେଥିରେ କିଛି ଉତ୍ତର ଦେଉ ନାହଁ?
61 He stayed silent, answered nothing. Again the high priest asked him, "Are you the Christ, the Son of the Blessed?" କିନ୍ତୁ ସେ ନୀରବ ହୋଇ ରହି କୌଣସି ଉତ୍ତର ଦେଲେ ନାହିଁ। ମହାଯାଜକ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ ପରମ-ଧନ୍ୟଙ୍କ ପୁତ୍ର ଖ୍ରୀଷ୍ଟ କି?
62 Jesus said, "I AM, and you will see the Son of Man seated at the right hand of the Mighty One and coming with heaven's clouds." ଯୀଶୁ କହିଲେ, “ମୁଁ ସେହି; ପୁଣି, ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ।”
63 And the high priest tore his clothes and said, "What further witnesses do we need? ସେଥିରେ ମହାଯାଜକ ଆପଣା ଅଙ୍ଗରଖା ଚିରି କହିଲେ, ସାକ୍ଷୀରେ ଆମ୍ଭମାନଙ୍କର ଆଉ କଅଣ ପ୍ରୟୋଜନ?
64 You have heard his blasphemy. What is your decision?" And they all condemned him as deserving death. ଆପଣମାନେ ତ ଈଶ୍ବର ନିନ୍ଦା ଶୁଣିଲେ; ଆପଣମାନଙ୍କର ବିଚାର କଅଣ? ଏଥିରେ ସେମାନେ ସମସ୍ତେ ସେ ପ୍ରାଣଦଣ୍ଡ ଯୋଗ୍ୟ ବୋଲି ମତ ଦେଲେ।
65 Some began spitting on him, covering his face, and punching him, saying to him, "Prophesy!" Then the guards slapped him. ପୁଣି, କେହି କେହି ତାହାଙ୍କ ଉପରେ ଛେପ ପକାଇବାକୁ ଲାଗିଲେ ଓ ତାହାଙ୍କ ମୁହଁ ଘୋଡ଼ାଇ ତାହାଙ୍କୁ ବିଧା ମାରି କହିବାକୁ ଲାଗିଲେ, ତୁ ପରା ଭାବବାଦୀ! ପ୍ରମାଣ ଦେ। ଆଉ ପଦାତିକମାନେ ଚାପୁଡ଼ା ମାରୁ ମାରୁ ତାହାଙ୍କୁ ଧରି ଘେନିଗଲେ।
66 While Peter was below in the courtyard, one of the high priest's servant girls came, ଇତିମଧ୍ୟରେ ପିତର ତଳେ ପ୍ରାଙ୍ଗଣରେ ଥିବା ସମୟରେ ମହାଯାଜକଙ୍କର ଦାସୀ ଆସି ପିତରଙ୍କୁ ନିଆଁ ସେକି ହେଉଥିବାର ଦେଖିଲା,
67 seeing Peter warming himself, she looked at him and said, "You too were with the Nazarene, Jesus." ଆଉ ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲା, ତୁମ୍ଭେ ମଧ୍ୟ ନାଜରିତୀୟ ଯୀଶୁଙ୍କ ସାଙ୍ଗରେ ଥିଲ।
68 But he denied it: "I don't know or understand what you mean." Then he went out to the entrance, and a rooster crowed. କିନ୍ତୁ ସେ ଅସ୍ୱୀକାର କରି କହିଲେ, ମୁଁ ତାହାକୁ ଜାଣେ ନାହିଁ, ଆଉ ତୁମ୍ଭେ କଅଣ କହୁଅଛ, ମୁଁ ବୁଝୁ ନାହିଁ। ପରେ ସେ ଦାଣ୍ଡଦ୍ୱାରକୁ ବାହାରିଗଲେ;
69 The servant girl saw him and again told the bystanders, "This man is one of them." ପୁଣି, ସେହି ଦାସୀ ତାହାଙ୍କୁ ଦେଖି ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ ଆଉ ଥରେ କହିବାକୁ ଲାଗିଲା, ଏ ସେମାନଙ୍କ ମଧ୍ୟରୁ ଜଣେ।
70 But he denied it again. A little later the bystanders again told Peter, "You truly are one of them, for you're a Galilean." କିନ୍ତୁ ସେ ପୁନର୍ବାର ଅସ୍ୱୀକାର କରିବାକୁ ଲାଗିଲେ। ପୁନଶ୍ଚ ଅଳ୍ପ ସମୟ ପରେ ପାଖରେ ଠିଆ ହୋଇଥିବା ଲୋକମାନେ ପିତରଙ୍କୁ କହିଲେ, ତୁମ୍ଭେ ନିଶ୍ଚୟ ସେମାନଙ୍କ ମଧ୍ୟରୁ ଜଣେ, କାରଣ ତୁମ୍ଭେ ତ ଗାଲିଲୀୟ ଲୋକ।
71 He began to call down curses on himself and swear, "I don't know this man you're talking about." କିନ୍ତୁ ସେ ଅଭିଶାପ ଦେଇ ଓ ଶପଥ କରି କହିବାକୁ ଲାଗିଲେ, ତୁମ୍ଭେମାନେ ଯେଉଁ ଲୋକର କଥା କହୁଅଛ, ମୁଁ ତାହାକୁ ଜାଣେ ନାହିଁ।
72 At once a rooster crowed a second time. Peter remembered Jesus' words: "Before the rooster crows twice, you will deny me three times." He broke down and wept. ସେହିକ୍ଷଣି କୁକୁଡ଼ା ଦ୍ୱିତୀୟ ଥର ରାବିଲା। ଏଥିରେ, “କୁକୁଡ଼ା ଦ୍ୱିତୀୟ ଥର ରାବିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ,” ଏହି ଯେଉଁ କଥା ଯୀଶୁ ପିତରଙ୍କୁ କହିଥିଲେ, ତାହା ତାହାଙ୍କ ମନରେ ପଡ଼ିଲା, ଆଉ ସେ ସେହି କଥା ଭାବି ରୋଦନ କରିବାକୁ ଲାଗିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]