Skip to content
The Believer's Library

Indian Revised Version(IRV) Odia - 2021

Mark 15 IRVOry

Show IRVOry only
Verse × ×
1 At dawn the chief priests, elders, scribes, and the whole council consulted together, bound Jesus, led him away, and handed him over to Pilate. ପ୍ରଭାତ ହେବାମାତ୍ରେ ସମସ୍ତେ ମହାସଭା, ଅର୍ଥାତ୍‍ ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କ ସହିତ ପ୍ରଧାନ ଯାଜକମାନେ ସଭା କରି ଯୀଶୁଙ୍କୁ ବାନ୍ଧି ଘେନିଯାଇ ପୀଲାତଙ୍କ ହସ୍ତରେ ସମର୍ପଣ କଲେ।
2 Pilate asked him, "Are you the King of the Jews?" "You say so," Jesus replied. ପୀଲାତ ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କର ରାଜା? ସେ ତାହାଙ୍କୁ ଉତ୍ତର ଦେଲେ, “ଆପଣ କହୁଅଛନ୍ତି।”
3 The chief priests kept accusing him of many things. ଆଉ ପ୍ରଧାନ ଯାଜକମାନେ ଯୀଶୁଙ୍କ ବିରୁଦ୍ଧରେ ଅନେକ ଅଭିଯୋଗ କରିବାକୁ ଲାଗିଲେ।
4 So Pilate questioned him again: "Have you no answer? See how many charges they bring against you." ସେଥିରେ ପୀଲାତ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ କିଛି ଉତ୍ତର ଦେଉ ନାହଁ? ଦେଖ, ଏମାନେ ତୁମ୍ଭ ବିରୁଦ୍ଧରେ କେତେ ଅଭିଯୋଗ କରୁଅଛନ୍ତି।
5 But Jesus said nothing more, and Pilate was amazed. କିନ୍ତୁ ଯୀଶୁ ଆଉ କୌଣସି ଉତ୍ତର ଦେଲେ ନାହିଁ, ସେଥିରେ ପୀଲାତ ଚମତ୍କୃତ ହେଲେ।
6 Now at the festival, Pilate used to release one prisoner for them—whoever they asked for. ମାତ୍ର ପର୍ବ ସମୟରେ ଲୋକମାନେ ଯେଉଁ ବନ୍ଦୀକୁ ମାଗୁଥିଲେ, ତାହାକୁ ସେ ସେମାନଙ୍କ ନିମନ୍ତେ ମୁକ୍ତ କରୁଥିଲେ।
7 A man called Barabbas was in prison with the rebels who had committed murder during the uprising. ଯେଉଁ ବିପ୍ଳବୀମାନେ ବିପ୍ଳବ ସମୟରେ ନରହତ୍ୟା କରିଥିଲେ, ସେମାନଙ୍କ ସହିତ ବାରବ୍ବା ନାମକ ଜଣେ ଲୋକ ବନ୍ଦୀ ଥିଲା।
8 The crowd came up and began asking Pilate to do for them what he always did. ତେଣୁ ଲୋକସମୂହ ଉପରକୁ ଯାଇ ତାହାଙ୍କୁ ଆପଣା ରୀତି ଅନୁସାରେ କରିବା ନିମନ୍ତେ ଅନୁରୋଧ କରିବାକୁ ଲାଗିଲେ।
9 "Do you want me to release for you the King of the Jews?" Pilate answered, ସେଥିରେ ପୀଲାତ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ କଅଣ ଇଚ୍ଛା କରୁଅଛ? ଆମ୍ଭେ କଅଣ ତୁମ୍ଭମାନଙ୍କ ନିମନ୍ତେ ଯିହୁଦୀମାନଙ୍କ ରାଜାଙ୍କୁ ମୁକ୍ତ କରିଦେବା?
10 for he knew it was out of envy that the chief priests had handed him over. କାରଣ ପ୍ରଧାନ ଯାଜକମାନେ ଯେ ଈର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ବୁଝିଲେ।
11 But the chief priests stirred up the crowd to have him release Barabbas for them instead. ମାତ୍ର ସେ ଯେପରି ସେମାନଙ୍କ ନିମନ୍ତେ ବରଂ ବାରବ୍ବାକୁ ମୁକ୍ତ କରନ୍ତି, ସେଥିପାଇଁ ପ୍ରଧାନ ଯାଜକମାନେ ଲୋକସମୂହକୁ ମତାଇଲେ।
12 "So what do you want me to do with the one you call King of the Jews?" Pilate asked them again. କିନ୍ତୁ ପୀଲାତ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, ତେବେ ଯାହାକୁ ତୁମ୍ଭେମାନେ ଯିହୁଦୀମାନଙ୍କର ରାଜା ବୋଲି କହୁଅଛ, ତାହା ପ୍ରତି ଆମ୍ଭେ କଅଣ କରିବା?
13 Crucify him!" they shouted back. ଲୋକସମୂହ ପୁଣି, ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ।
14 "Why? What evil has he done?" Pilate asked. But they shouted all the louder, "Crucify him!" ସେଥିରେ ପୀଲାତ ସେମାନଙ୍କୁ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ।
15 To satisfy the crowd, Pilate released Barabbas to them. He had Jesus flogged, and handed him over to be crucified. ଏଣୁ ପୀଲାତ ଲୋକସମୂହକୁ ସନ୍ତୁଷ୍ଟ କରିବାକୁ ଇଚ୍ଛା କରି ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ପୁଣି, ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ।
16 Soldiers led him away into the palace (the governor's headquarters) and called together the whole company of soldiers. ସେଥିରେ ସୈନ୍ୟମାନେ ତାହାଙ୍କୁ ପ୍ରାଙ୍ଗଣ, ଅର୍ଥାତ୍‍ ପ୍ରାସାଦ ଭିତରକୁ ଘେନିଯାଇ ସମସ୍ତ ସୈନ୍ୟଦଳକୁ ଡାକି ଏକତ୍ର କଲେ।
17 They dressed him in purple, twisted together a crown of thorns, and set it on him. ସେମାନେ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ ଓ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ;
18 And they began to salute him: "Hail, King of the Jews!" ଆଉ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କର ବନ୍ଦନା କରିବାକୁ ଲାଗିଲେ।
19 They kept beating his head with a staff, spat on him, and knelt in mock homage to him. ପୁଣି, ସେମାନେ ଗୋଟିଏ ନଳ ଘେନି ତାହାଙ୍କ ମୁଣ୍ଡରେ ଆଘାତ କଲେ, ଆଉ ଆଣ୍ଠୁ ମାଡ଼ି ପ୍ରଣାମ କରିବାକୁ ଲାଗିଲେ।
20 After mocking him, they stripped off the purple and put his own clothes on him, then led him out to crucify him. ସେମାନେ ତାହାଙ୍କୁ ପରିହାସ କଲା ଉତ୍ତାରେ ସେହି କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ। ପୁଣି, ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇବା ନିମନ୍ତେ ବାହାରକୁ ଘେନିଗଲେ।
21 They forced a passerby coming from the countryside—Simon of Cyrene, father of Alexander and Rufus—to carry his cross. ସେତେବେଳେ ଆଲେକ୍‌ଜାଣ୍ଡର ଓ ରୂଫଙ୍କ ପିତା ଶିମୋନ ନାମକ ଜଣେ କୂରୀଣୀୟ ଲୋକ ପଲ୍ଲୀଗ୍ରାମରୁ ଆସି ସେହି ବାଟ ଦେଇ ଯାଉଥିଲେ; ସେମାନେ ତାହାଙ୍କୁ ତାହାଙ୍କର କ୍ରୁଶ ବୋହିବା ପାଇଁ ବାଧ୍ୟ କଲେ।
22 They brought Jesus to the place called Golgotha (which means Place of a Skull). ଆଉ ସେମାନେ ତାହାଙ୍କୁ ଗଲ୍‌ଗଥା, ଅର୍ଥାତ୍‍ କପାଳସ୍ଥଳ ନାମକ ସ୍ଥାନକୁ ଆଣିଲେ।
23 They offered him wine mixed with myrrh, but he did not take it. ପୁଣି, ସେମାନେ ତାହାଙ୍କୁ ଗନ୍ଧରସ ମିଶ୍ରିତ ଦ୍ରାକ୍ଷାରସ ପିଇବାକୁ ଦେଲେ, କିନ୍ତୁ ସେ ତାହା ଗ୍ରହଣ କଲେ ନାହିଁ।
24 They crucified him. They divided his clothes among them, casting lots for what each would get. ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି, କିଏ କଅଣ ପାଇବ, ତାହା ଗୁଲିବାଣ୍ଟ ଦ୍ୱାରା ସ୍ଥିର କରି ତାହାଙ୍କ ବସ୍ତ୍ରସବୁ ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ।
25 It was nine in the morning when they crucified him. ଦିନ ନଅ ଘଣ୍ଟା ସମୟରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ।
26 The written notice of the charge against him read: THE KING OF THE JEWS. ଆଉ ତାହାଙ୍କ ଅଭିଯୋଗ ଲିପିରେ ଏହା ଲେଖା ଥିଲା, ଯିହୁଦୀମାନଙ୍କର ରାଜା।
27 They crucified two rebels with him, one on his right and one on his left. ପୁଣି, ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ଜଣେ ଓ ବାମ ପାର୍ଶ୍ୱରେ ଜଣେ, ଏହିପରି ଦୁଇ ଜଣ ଡକାଇତମାନଙ୍କୁ ସେମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଇଦେଲେ।
28 Not in this edition [ସେଥିରେ ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହେଲା, ସେ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ।]
29 Those passing by insulted him, shaking their heads, saying, "Ha! You who tear down the temple and build it in three days, ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ଡ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ, ବାଃ! ରେ ମନ୍ଦିର-ଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ,
30 save yourself and come down from the cross!" କ୍ରୁଶରୁ ଓହ୍ଲାଇ ଆପଣାକୁ ରକ୍ଷା କର।
31 Likewise the chief priests and scribes mocked him among themselves: "He saved others; himself he can't save. ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀମାନଙ୍କ ସହିତ ପରସ୍ପର ମଧ୍ୟରେ ତାହାଙ୍କୁ ପରିହାସ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରିପାରୁ ନାହିଁ।
32 Let the Christ, King of Israel, come down from the cross now, so we can see and believe." Those crucified with him also insulted him. ଇସ୍ରାଏଲର ରାଜା ଖ୍ରୀଷ୍ଟ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସନ୍ତୁ, ଯେପରି ଆମ୍ଭେମାନେ ତାହା ଦେଖି ବିଶ୍ୱାସ କରିବା। ପୁଣି, ଯେଉଁମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ନିନ୍ଦା କରିବାକୁ ଲାଗିଲେ।
33 At noon, darkness came over the whole land until three in the afternoon. ଦିନ ବାର ଘଣ୍ଟା ସମୟରେ ଦେଶଯାକ ଅନ୍ଧକାର ଘୋଟିଯାଇ ଦିନ ତିନି ଘଣ୍ଟା ପର୍ଯ୍ୟନ୍ତ ରହିଲା।
34 At three in the afternoon Jesus cried out loudly, "Eloi, Eloi, lema sabachthani?" meaning, "My God, my God, why have you forsaken me?" ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, “ଏଲୀ, ଏଲୀ, ଲାମା ଶବକ୍‌ଥାନୀ?” ଅର୍ଥାତ୍‍ “ହେ ମୋହର ଈଶ୍ବର, ହେ ମୋହର ଈଶ୍ବର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କଲ?”
35 When some of those standing nearby heard this, they said, "Listen, he's calling Elijah." ଏହା ଶୁଣି ପାଖରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି କହିଲେ, ଦେଖ, ସେ ଏଲୀୟଙ୍କୁ ଡାକୁଅଛି।
36 One ran, filled a sponge with sour wine, put it on a reed, and gave him a drink. "Let him be," he said, "let's see if Elijah comes to take him down." ପୁଣି, ଜଣେ ଦୌଡ଼ିଯାଇ ଗୋଟିଏ ଏଜୋବ ଅମ୍ଳରସରେ ପୂର୍ଣ୍ଣ କରି ତାହା ଖଣ୍ଡିଏ ନଳରେ ଲଗାଇ ତାହାଙ୍କୁ ପାନ କରିବାକୁ ଦେଇ କହିଲା, ରୁହ, ଏଲୀୟ ଏହାକୁ ଓହ୍ଲାଇବାକୁ ଆସୁଅଛନ୍ତି କି ନାହିଁ ଦେଖିବା।
37 With a loud cry, Jesus breathed his last. କିନ୍ତୁ ଯୀଶୁ ଉଚ୍ଚସ୍ୱର କରି ପ୍ରାଣତ୍ୟାଗ କଲେ।
38 And the curtain of the temple was torn in two from top to bottom. ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା।
39 The centurion facing Jesus saw how he breathed his last and said, "Truly this man was the Son of God." ତାହାଙ୍କ ସମ୍ମୁଖରେ ଠିଆ ହୋଇଥିବା ଶତ-ସେନାପତି ତାହାଙ୍କର ଏହି ପ୍ରକାର ପ୍ରାଣତ୍ୟାଗ ଦେଖି କହିଲେ, ସତ୍ୟ, ଏହି ବ୍ୟକ୍ତି ଈଶ୍ବରଙ୍କ ପୁତ୍ର ଥିଲେ।
40 Women were also watching from a distance, including Mary Magdalene, Mary the mother of James the younger and Joses, and Salome. କେତେକ ସ୍ତ୍ରୀଲୋକ ମଧ୍ୟ ଦୂରରୁ ଦେଖୁଥିଲେ; ସେମାନଙ୍କ ମଧ୍ୟରେ ମଗ୍‌ଦଲୀନୀ ମରୀୟମ, ସାନ ଯାକୁବ ଓ ଯୋସିଙ୍କ ମାତା ମରୀୟମ, ପୁଣି, ଶଲୋମୀ ଥିଲେ;
41 These women had followed him in Galilee and served him; many others who came up with him to Jerusalem were also there. ସେ ଗାଲିଲୀରେ ଥିବା ସମୟରେ ସେମାନେ ତାହାଙ୍କ ପଶ୍ଚାତ୍‌ଗମନ କରି ତାହାଙ୍କର ସେବା କରୁଥିଲେ; ତାହାଙ୍କ ସହିତ ଯିରୂଶାଲମ ସହରକୁ ଆସିଥିବା ଆହୁରି ଅନେକ ସ୍ତ୍ରୀଲୋକ ମଧ୍ୟ ଦେଖୁଥିଲେ।
42 Evening had come, and since it was Preparation Day—the day before the Sabbath. ବେଳ ଗଡ଼ିଆସନ୍ତେ ସେହି ଦିନ ଆୟୋଜନ ଦିନ, ଅର୍ଥାତ୍‍ ବିଶ୍ରାମବାରର ପୂର୍ବ ଦିନ ଥିବାରୁ,
43 Joseph of Arimathea, a prominent council member who himself was waiting for the kingdom of our Father, dared to go to Pilate and ask for Jesus' body. ହାରାମାଥୀୟାର ଯୋଷେଫ ନାମକ ମହାସଭାର ଜଣେ ସମ୍ଭ୍ରାନ୍ତ ସଭ୍ୟ, ଯେ ନିଜେ ମଧ୍ୟ ଈଶ୍ବରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ, ସେ ସାହସ ପୂର୍ବକ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ।
44 Pilate was surprised he was already dead; summoning the centurion, he asked if Jesus had been dead long. କିନ୍ତୁ ସେ ଯେ ମରିଗଲେଣି, ଏହା ଶୁଣି ପୀଲାତ ଚମତ୍କୃତ ହେଲେ, ଆଉ ଶତ-ସେନାପତିଙ୍କୁ ନିକଟକୁ ଡକାଇ ତାହାଙ୍କୁ ପଚାରିଲେ, ସେ କଅଣ ବହୁତ ବେଳ ହେଲା ମଲେଣି?
45 When he learned from the centurion that it was so, he granted the body to Joseph. ଶତ-ସେନାପତିଙ୍କଠାରୁ ତାହା ଜ୍ଞାତ ହୋଇ ସେ ଶବଟି ଯୋଷେଫଙ୍କୁ ଦେଲେ।
46 Joseph bought linen, took the body down, wrapped it in the cloth, and laid it in a tomb cut from rock. Then he rolled a stone against the tomb's entrance. ସେ ଖଣ୍ଡିଏ ସୂକ୍ଷ୍ମ ବସ୍ତ୍ର କିଣି ତାହାଙ୍କୁ ଓହ୍ଲାଇ ଆଣି ସେଥିରେ ତାହାଙ୍କୁ ଗୁଡ଼ାଇଲେ ଓ ପାହାଡ଼ରେ ଖୋଳା ହୋଇଥିବା ଗୋଟିଏ ସମାଧିରେ ତାହାଙ୍କୁ ଥୋଇଦେଇ ସମାଧି ଦ୍ୱାରରେ ଖଣ୍ଡିଏ ପଥର ଗଡ଼ାଇଦେଲେ।
47 Mary Magdalene and Mary the mother of Joses saw where he was laid. ତାହାଙ୍କୁ କେଉଁ ସ୍ଥାନରେ ରଖାଗଲା, ତାହା ମଗ୍‌ଦଲୀନୀ ମରୀୟମ ଓ ଯୋସିଙ୍କ ମାତା ମରୀୟମ ଦେଖିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]