Skip to content
The Believer's Library

Indian Revised Version(IRV) Odia - 2021

Mark 16 IRVOry

Show IRVOry only
Verse × ×
1 When the Sabbath ended, Mary Magdalene, Mary the mother of James, and Salome bought spices to go anoint him. ବିଶ୍ରାମବାର ବିତିଗଲା ଉତ୍ତାରେ ମଗ୍‌ଦଲୀନୀ ମରୀୟମ, ଯାକୁବଙ୍କ ମାତା ମରୀୟମ ଓ ଶଲୋମୀ ସୁଗନ୍ଧିଦ୍ରବ୍ୟ କିଣିଲେ, ଯେପରି ସେମାନେ ଯାଇ ତାହାଙ୍କୁ ମଖାଇଦେଇ ପାରନ୍ତି।
2 Very early on the first day of the week, just after sunrise, they went to the tomb. ପୁଣି, ସପ୍ତାହର ପ୍ରଥମ ଦିବସର ଅତି ପ୍ରତ୍ୟୁଷରେ ସେମାନେ ସମାଧି ନିକଟକୁ ଗଲେ, ସେତେବେଳେ ସୂର୍ଯ୍ୟ ଉଠିଲା।
3 They asked each other, "Who will roll the stone away from the tomb's entrance for us?" ସେମାନେ ପରସ୍ପରକୁ କହୁଥିଲେ, କିଏ ଆମ୍ଭମାନଙ୍କ ପାଇଁ ସମାଧି-ଦ୍ୱାରରୁ ପଥରଟା ଗଡ଼ାଇଦେବ? କାରଣ ତାହା ଅତି ବୃହତ ଥିଲା।
4 But looking up, they saw the stone—very large—already rolled away. ଏପରି ସମୟରେ ସେମାନେ ଚାହିଁ ଦେଖିଲେ ଯେ, ପଥର ଗଡ଼ାଇ ଦିଆଯାଇଅଛି।
5 They entered the tomb and saw a young man dressed in a white robe, seated on the right. They were alarmed. ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳ ବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ୱରେ ବସିଥିବା ଦେଖି ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହେଲେ।
6 "Don't be alarmed," he said. "You're looking for Jesus the Nazarene, who was crucified. He's risen—he isn't here. Look, the place they laid him. ସେଥିରେ ସେ ସେମାନଙ୍କୁ କହିଲେ, ଭୟ କର ନାହିଁ; ତୁମ୍ଭେମାନେ କ୍ରୁଶରେ ହତ ନାଜରିତୀୟ ଯୀଶୁଙ୍କର ଅନ୍ୱେଷଣ କରୁଅଛ; ସେ ଉଠିଅଛନ୍ତି, ସେ ଏଠାରେ ନାହାନ୍ତି; ଦେଖ, ଏହି ସ୍ଥାନରେ ସେମାନେ ତାହାଙ୍କୁ ରଖିଥିଲେ।
7 But go, tell his disciples and Peter, 'He goes ahead of you to Galilee. You will see him there, as he told you.'" କିନ୍ତୁ ତୁମ୍ଭେମାନେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଓ ପିତରଙ୍କୁ କୁହ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି; ଯୀଶୁ ତୁମ୍ଭମାନଙ୍କୁ ଯେପରି କହିଥିଲେ, ସେପରି ତୁମ୍ଭେମାନେ ତାହାଙ୍କୁ ସେଠାରେ ଦେଖିବ।
8 Trembling and amazed, the women fled the tomb, telling no one—they were afraid. ସେଥିରେ ସେମାନେ ବାହାରି ସମାଧି ନିକଟରୁ ପଳାଇଗଲେ, କାରଣ ସେମାନେ ଭୟରେ କମ୍ପୁଥିଲେ ଓ ଆଶ୍ଚର୍ଯ୍ୟ ହୋଇଥିଲେ, ପୁଣି, କାହାକୁ କିଛି କହିଲେ ନାହିଁ, ଯେଣୁ ସେମାନେ ଭୀତ ହୋଇଥିଲେ।
9 Rising early the first day of the week, Jesus appeared first to Mary Magdalene, from whom he had driven seven demons. [ସପ୍ତାହର ପ୍ରଥମ ଦିବସ ପ୍ରତ୍ୟୁଷରେ ଯୀଶୁ ପୁନରୁତ୍ଥାନ କରି, ଯାହାଙ୍କଠାରୁ ସାତ ଭୂତ ଛଡ଼ାଇଥିଲେ, ସେହି ମଗ୍‌ଦଲୀନୀ ମରୀୟମଙ୍କୁ ପ୍ରଥମରେ ଦର୍ଶନ ଦେଲେ।
10 She went and told those who had been with him, who were mourning and weeping. ସେ ଯାଇ, ଯେଉଁମାନେ ତାହାଙ୍କ ସଙ୍ଗୀ ହୋଇଥିଲେ, ସେମାନଙ୍କୁ ସମ୍ବାଦ ଦେଲେ; ସେମାନେ ଶୋକ ଓ ରୋଦନ କରୁଥିଲେ।
11 Hearing Jesus was alive and seen by her, they did not believe it. ଯୀଶୁ ଯେ ଜୀବିତ ଅଟନ୍ତି ଓ ତାହାଙ୍କୁ ଦର୍ଶନ ଦେଇଅଛନ୍ତି, ଏହା ଶୁଣି ସେମାନେ ବିଶ୍ୱାସ କଲେ ନାହିଁ।
12 Afterward Jesus appeared, in a different form, to two of them walking in the country. ଏହି ସମସ୍ତ ଘଟଣା ଉତ୍ତାରେ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଗୋଟିଏ ପଲ୍ଲୀଗ୍ରାମକୁ ଯାଉଥିବା ସମୟରେ ସେ ଅନ୍ୟ ରୂପରେ ସେମାନଙ୍କୁ ଦର୍ଶନ ଦେଲେ,
13 They went back and reported it to the others, but they did not believe them either. ପୁଣି, ସେମାନେ ଯାଇ ଅନ୍ୟମାନଙ୍କୁ ସମ୍ବାଦ ଦେଲେ; କିନ୍ତୁ ସେମାନଙ୍କ କଥା ସୁଦ୍ଧା ସେମାନେ ବିଶ୍ୱାସ କଲେ ନାହିଁ।
14 Later Jesus appeared to the eleven as they reclined at a meal and rebuked their lack of faith and hardness of heart, because they hadn't believed those who saw him risen. ଏଥିଉତ୍ତାରେ ଏଗାର ଜଣ ଶିଷ୍ୟମାନେ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ୱାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁତ୍ଥିତ ଦେଖିଲେ, ସେମାନଙ୍କ କଥା ସେମାନେ ବିଶ୍ୱାସ କରି ନ ଥିଲେ।
15 He said to them, "Go into all the world and proclaim the good news to all creation. ପୁଣି, ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର।
16 Whoever believes and is baptized will be saved, but whoever does not believe will be condemned. ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ।
17 And these signs will follow those who believe: in my name they'll drive out demons, speak in new tongues. ଆଉ ଏହିସବୁ ଚିହ୍ନ ସେମାନଙ୍କର ଅନୁବର୍ତ୍ତୀ ହେବ ଯେଉଁମାନେ ତାହାଙ୍କଠାରେ ବିଶ୍ୱାସ କରନ୍ତି, ସେମାନେ ମୋ ନାମରେ ଭୂତ ଛଡ଼ାଇବେ, ନୂତନ ନୂତନ ଭାଷାରେ କଥା କହିବେ, ହସ୍ତରେ ସର୍ପ ଧରିବେ,
18 They will pick up snakes with their hands; if they drink deadly poison, it won't harm them; they will lay hands on the sick, and they will recover." ପୁଣି, ପ୍ରାଣନାଶକ କୌଣସି ପଦାର୍ଥ ପାନ କଲେ ସେମାନଙ୍କର କିଛି କ୍ଷତି ହେବ ନାହିଁ; ସେମାନେ ପୀଡ଼ିତମାନଙ୍କ ଉପରେ ହସ୍ତ ଥୋଇଲେ ସେମାନେ ସୁସ୍ଥ ହେବେ।”
19 After speaking to them, the Lord Jesus was taken up into heaven and sat at the right hand of our Father. ଏହି ରୂପେ ପ୍ରଭୁ ଯୀଶୁ ସେମାନଙ୍କୁ କଥା କହିବା ପରେ ସ୍ୱର୍ଗରେ ଗୃହୀତ ହୋଇ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ବସିଲେ।
20 They went out and preached everywhere, the Lord working with them, confirming his word through accompanying signs. କିନ୍ତୁ ସେମାନେ ପ୍ରସ୍ଥାନ କରି ସର୍ବତ୍ର ପ୍ରଚାର କଲେ, ଆଉ ପ୍ରଭୁ ସେମାନଙ୍କର ସହକର୍ମୀ ହୋଇ ଅନୁବର୍ତ୍ତୀ ଚିହ୍ନଗୁଡ଼ିକ ଦ୍ୱାରା ସେହି ବାକ୍ୟ ପ୍ରମାଣସିଦ୍ଧ କଲେ।]
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]