Skip to content
The Believer's Library

Indian Revised Version(IRV) Odia - 2021

Mark 2 IRVOry

Show IRVOry only
Verse × ×
1 A few days later, when Jesus came back to Capernaum, word spread that he was home. କେତେକ ଦିନ ଉତ୍ତାରେ ଯୀଶୁ ପୁନର୍ବାର କଫର୍ନାହୂମରେ ପ୍ରବେଶ କରନ୍ତେ ସେ ଗୃହରେ ଅଛନ୍ତି ବୋଲି ଜନରବ ହେଲା।
2 So many gathered that there was no room left, not even at the door, and he was speaking the word to them. ସେଥିରେ ଏତେ ଲୋକ ଏକତ୍ର ହେଲେ ଯେ, ଦ୍ୱାର ପାଖରେ ସୁଦ୍ଧା ଆଉ ସ୍ଥାନ ରହିଲା ନାହିଁ, ପୁଣି, ସେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରିବାକୁ ଲାଗିଲେ।
3 Then some men came, bringing to him a paralyzed man carried by four of them. ଇତିମଧ୍ୟରେ ଲୋକେ ଜଣେ ପକ୍ଷାଘାତ ରୋଗୀକୁ ଚାରି ଜଣଙ୍କ ଦ୍ୱାରା ବୁହାଇ ତାହାଙ୍କ ନିକଟକୁ ଘେନି ଆସିଲେ,
4 Unable to bring him to Jesus because of the crowd, they removed the roof over him, dug through it, and lowered the mat the paralyzed man lay on. କିନ୍ତୁ ଭିଡ଼ ହେତୁ ତାହାଙ୍କ ପାଖକୁ ଆଣି ନ ପାରିବାରୁ, ସେ ଯେଉଁ ସ୍ଥାନରେ ଥିଲେ, ସେହି ସ୍ଥାନର ଛାତ ଖୋଳି କାଢ଼ିପକାଇଲେ, ଆଉ ତାହା ଭାଙ୍ଗି, ଯେଉଁ ଖଟିଆରେ ପକ୍ଷାଘାତ ରୋଗୀଟି ଶୋଇଥିଲା, ତାହା ଓହ୍ଲାଇଦେଲେ।
5 When Jesus saw their faith, he said to the paralyzed man, "Son, your sins are forgiven." ଯୀଶୁ ସେମାନଙ୍କର ବିଶ୍ୱାସ ଦେଖି ସେହି ପକ୍ଷାଘାତ ରୋଗୀକୁ କହିଲେ, “ବତ୍ସ, ତୁମ୍ଭର ପାପସବୁ କ୍ଷମା କରାଗଲା।”
6 Now some of the scribes were sitting there, reasoning in their hearts, କିନ୍ତୁ ଶାସ୍ତ୍ରୀମାନଙ୍କ ମଧ୍ୟରୁ କେତେକ ସେ ସ୍ଥାନରେ ବସି ଆପଣା ଆପଣା ମନରେ ଏହା ତର୍କବିତର୍କ କରୁଥିଲେ,
7 "Why does this man speak this way? He is blaspheming! Who can forgive sins but God alone?" ଏ ଲୋକ କାହିଁକି ଏପରି କହୁଅଛି? ସେ ଈଶ୍ବର ନିନ୍ଦା କରୁଅଛି; କେବଳ ଜଣଙ୍କ ବିନା, ଅର୍ଥାତ୍‍ ଈଶ୍ବରଙ୍କ ବିନା ଆଉ କିଏ ପାପ କ୍ଷମା କରିପାରେ?
8 Immediately Jesus knew in his spirit they were reasoning this way within themselves, and said to them, "Why are you reasoning these things in your hearts? ସେମାନେ ଯେ ମନେ ମନେ ଏପରି ତର୍କବିତର୍କ କରୁଅଛନ୍ତି, ତାହା ଯୀଶୁ ନିଜ ଆତ୍ମାରେ ସେହିକ୍ଷଣି ଜ୍ଞାତ ହୋଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି ଏହି ସମସ୍ତ ତର୍କବିତର୍କ କରୁଅଛ?
9 Which is easier—telling the paralyzed man, 'Your sins are forgiven,' or, 'Get up, take your mat, and walk'? କଅଣ ସହଜ? ପକ୍ଷାଘାତ ରୋଗୀକୁ ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, କିଅବା, ଉଠ, ତୁମ୍ଭର ଖଟିଆ ଘେନି ଚାଲ ବୋଲି କହିବା?
10 But so you'll know the Son of Man has authority on earth to forgive sins"—he told the paralyzed man, କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର,” ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ,
11 "I say to you, get up, take your mat, and go home." “ମୁଁ ତୁମ୍ଭକୁ କହୁଅଛି, ଉଠ; ନିଜ ଖଟିଆ ଘେନି ଆପଣା ଘରକୁ ଚାଲିଯାଅ।”
12 He got up, immediately took his mat, and went out before them all, so that everyone was amazed and praised our Father, saying, "We've never seen anything like this." ସେଥିରେ ସେ ଉଠି ତତ୍‌କ୍ଷଣାତ୍ ଖଟିଆ ଘେନି ସମସ୍ତଙ୍କ ସାକ୍ଷାତରେ ବାହାରିଗଲା; ତହିଁରେ ସମସ୍ତେ ଆଚମ୍ଭିତ ହୋଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ କହିଲେ, ଆମ୍ଭେମାନେ ଏପରି କେବେ ହେଁ ଦେଖି ନ ଥିଲୁ।
13 Jesus went out beside the sea again; the whole crowd came to him, and he taught them. ଯୀଶୁ ପୁନର୍ବାର ସମୁଦ୍ରକୂଳକୁ ବାହାରିଗଲେ, ଆଉ ଲୋକସମୂହ ତାହାଙ୍କ ନିକଟକୁ ଆସନ୍ତେ ସେ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ।
14 Passing by, he saw Levi son of Alphaeus sitting at the tax booth and said, "Follow me." He got up and followed him. ପୁଣି, ସେ ଯାଉ ଯାଉ ଆଲଫିଙ୍କ ପୁତ୍ର ଲେବୀଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, “ମୋହର ଅନୁଗମନ କର।” ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ।
15 While Jesus reclined at the table in Levi's house, many tax collectors and sinners reclined with Jesus and his disciples, since many were following him. ଆଉ ଯୀଶୁ ତାହାଙ୍କ ଗୃହରେ ଭୋଜନ କରିବାକୁ ବସିବା ସମୟରେ ଅନେକ କରଗ୍ରାହୀ ଏବଂ ପାପୀ, ତାହାଙ୍କ ଓ ତାହାଙ୍କର ଶିଷ୍ୟମାନଙ୍କ ସାଙ୍ଗରେ ବସିଲେ; କାରଣ ସେମାନେ ଅନେକ ଥିଲେ ପୁଣି, ତାହାଙ୍କର ଅନୁଗମନ କରୁଥିଲେ।
16 Seeing him eat with sinners and tax collectors, the Pharisees' scribes asked his disciples, "Why does he eat with tax collectors and sinners?" ସେ ପାପୀ ଓ କରଗ୍ରାହୀମାନଙ୍କ ସହିତ ଭୋଜନ କରୁଅଛନ୍ତି, ଏହା ଦେଖି ଫାରୂଶୀ-ଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, ଏ କଅଣ? ସେ କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି!
17 Hearing this, Jesus said to them, "The healthy don't need a doctor, but the sick do. I didn't come to call the righteous, but sinners." ଯୀଶୁ ତାହା ଶୁଣି ସେମାନଙ୍କୁ କହିଲେ, “ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ପ୍ରୟୋଜନ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ପ୍ରୟୋଜନ ଅଛି; ମୁଁ ଧାର୍ମିକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ପାପୀମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସିଅଛି।”
18 John's disciples and the Pharisees were fasting. They came and asked him, "Why do John's disciples and the Pharisees' disciples fast, but yours don't?" ଯୋହନଙ୍କର ଶିଷ୍ୟମାନେ ଓ ଫାରୂଶୀମାନେ ଉପବାସ କରୁଥିଲେ। ସେଥିରେ ସେମାନେ ଆସି ତାହାଙ୍କୁ କହିଲେ, ଯୋହନଙ୍କ ଶିଷ୍ୟମାନେ ଓ ଫାରୂଶୀମାନଙ୍କର ଶିଷ୍ୟମାନେ ଉପବାସ କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି?
19 Jesus said to them, "Can wedding guests fast while the bridegroom is with them? As long as they have the bridegroom with them, they cannot fast. ଯୀଶୁ ସେମାନଙ୍କୁ କହିଲେ, “ବରଯାତ୍ରୀମାନଙ୍କ ସହିତ ବର ଥିବା ସମୟରେ ସେମାନେ କି ଉପବାସ କରିପାରନ୍ତି? ବର ଯେପର୍ଯ୍ୟନ୍ତ ସେମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ ସେମାନେ ଉପବାସ କରିପାରନ୍ତି ନାହିଁ।
20 But days will come when the bridegroom is taken from them; then, on that day, they will fast. କିନ୍ତୁ ସମୟ ଆସିବ, ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ି ନିଆଯିବ, ଆଉ ସେତେବେଳେ ସେହି ଦିନ ସେମାନେ ଉପବାସ କରିବେ।
21 No one sews unshrunk cloth on an old garment; otherwise the new patch tears away from the old, and the tear worsens. କେହି ନୂଆ ଲୁଗାର ତାଳି ପୁରୁଣା ଲୁଗାରେ ପକାଏ ନାହିଁ; ପକାଇଲେ ନୂଆ ତାଳି ପୁରୁଣା ଲୁଗାରୁ ବେଶି ଛିଣ୍ଡାଇନିଏ ଏବଂ ଆହୁରି ଅଧିକ ଚିରା ହୁଏ।
22 No one puts new wine into old wineskins; the wine bursts the skins, and both are ruined. New wine goes into new wineskins." ଆଉ କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖେ ନାହିଁ; ରଖିଲେ ତାହା କୁମ୍ପା ଫଟାଇଦିଏ, ପୁଣି, ଦ୍ରାକ୍ଷାରସ ଓ କୁମ୍ପା ଉଭୟ ନଷ୍ଟ ହୁଏ। କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖିବା ଉଚିତ।”
23 One Sabbath, he walked through the grainfields, and as they went, his disciples began picking heads of grain. ଥରେ ଯୀଶୁ ବିଶ୍ରାମବାର ଦିନରେ ଶସ୍ୟକ୍ଷେତ୍ର ଦେଇ ଯାଉଥିଲେ, ଆଉ ତାହାଙ୍କ ଶିଷ୍ୟମାନେ ଯାଉ ଯାଉ ଶସ୍ୟର ଶିଁଷା ଛିଣ୍ଡାଇବାକୁ ଲାଗିଲେ।
24 The Pharisees said to him, "Look, why are they doing what's not lawful on the Sabbath?" ଏଥିରେ ଫାରୂଶୀମାନେ ତାହାଙ୍କୁ କହିଲେ, ଦେଖ, ବିଶ୍ରାମବାର ଦିନରେ ଯାହା କରିବା ବିଧିସଙ୍ଗତ ନୁହେଁ,
25 And he said to them, "Have you never read what David did when he was in need and hungry, he and those with him, ଏମାନେ କାହିଁକି ତାହା କରୁଅଛନ୍ତି? ଯୀଶୁ ସେମାନଙ୍କୁ କହିଲେ, “ଦାଉଦଙ୍କର ଅଭାବ ସମୟରେ ଯେତେବେଳେ ସେ ଓ ତାହାଙ୍କ ସଙ୍ଗୀମାନେ କ୍ଷୁଧିତ ହୋଇଥିଲେ, ସେତେବେଳେ ସେ କଅଣ କରିଥିଲେ, ତାହା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ?
26 how he entered the house of our Father in the days of Abiathar the high priest, ate the bread of the Presence—which only priests may eat—and gave some to those with him?" ଅବିୟାଥର ମହାଯାଜକଙ୍କ ସମୟରେ ସେ କିପରି ଈଶ୍ବରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି ବିନା ଆଉ କାହାରି ଭୋଜନ କରିବା ବିଧିସଙ୍ଗତ ନୁହେଁ, ତାହା ଭୋଜନ କରିଥିଲେ, ପୁଣି, ଆପଣା ସଙ୍ଗୀମାନଙ୍କୁ ମଧ୍ୟ ଦେଇଥିଲେ।”
27 And he said to them, "The Sabbath was made for people, not man for the Sabbath. ଆଉ ସେ ସେମାନଙ୍କୁ କହିଲେ, “ବିଶ୍ରାମବାର ମନୁଷ୍ୟ ନିମନ୍ତେ ହୋଇଅଛି, ମନୁଷ୍ୟ ବିଶ୍ରାମବାର ନିମନ୍ତେ ହୋଇ ନାହିଁ।
28 So the Son of Man is Lord even of the Sabbath." ତେଣୁ ମନୁଷ୍ୟପୁତ୍ର ବିଶ୍ରାମବାରର ମଧ୍ୟ ପ୍ରଭୁ ଅଟନ୍ତି।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]