Skip to content
The Believer's Library

Indian Revised Version(IRV) Odia - 2021

Mark 3 IRVOry

Show IRVOry only
Verse × ×
1 Once again Jesus entered the synagogue, and a man with a withered hand was there. ପରେ ଯୀଶୁ ପୁନର୍ବାର ସମାଜଗୃହରେ ପ୍ରବେଶ କଲେ। ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା।
2 They watched closely to see if he'd heal the man on the Sabbath, to accuse Jesus. ଆଉ, ସେ ତାହାକୁ କେଜାଣି ବିଶ୍ରାମବାର ଦିନରେ ସୁସ୍ଥ କରିବେ, ଏହା ଦେଖିବା ପାଇଁ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରିପାରନ୍ତି।
3 Jesus said to the man with the withered hand, "Stand up and come forward." ସେଥିରେ ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ ଯୀଶୁ କହିଲେ, “ଆସ, ମଝିରେ ଠିଆ ହୁଅ।”
4 Then he asked them, "Is it lawful on the Sabbath to do good or to do harm, to save life or to kill?" But they stayed silent. ପୁଣି, ଯୀଶୁ ସେମାନଙ୍କୁ କହିଲେ, “ବିଶ୍ରାମବାର ଦିନରେ କଅଣ କରିବା ବିଧିସଙ୍ଗତ? ଭଲ କରିବା ନା ମନ୍ଦ କରିବା? ପ୍ରାଣ ରକ୍ଷା କରିବା ନା ବିନାଶ କରିବା?” କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ।
5 He looked around at them in anger, grieved by their hardness of heart, and told the man, "Stretch out your hand." He stretched it out, and his hand was restored. ସେଥିରେ ଯୀଶୁ ସେମାନଙ୍କ ହୃଦୟର କଠିନତା ସକାଶେ ଦୁଃଖିତ ହୋଇ କ୍ରୋଧରେ ଚାରିଅାଡ଼େ ସେମାନଙ୍କ ପ୍ରତି ଦୃଷ୍ଟିପାତ କରି ସେହି ଲୋକକୁ କହିଲେ, “ହାତ ବଢ଼ାଅ।” ସେ ଆପଣା ହାତ ବଢ଼ାଇଲା, ଆଉ ତାହା ପୁଣି, ଭଲ ହୋଇଗଲା।
6 Then the Pharisees went out and immediately began plotting with the Herodians how they might destroy him. ତହିଁରେ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସେହିକ୍ଷଣି ହେରୋଦୀୟମାନଙ୍କ ସହିତ ମନ୍ତ୍ରଣା କରିବାକୁ ଲାଗିଲେ।
7 Jesus withdrew with his disciples to the sea; a large crowd from Galilee followed, and from Judea, ଏଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଅନ୍ତର ହୋଇ ସମୁଦ୍ରକୂଳକୁ ବାହାରିଗଲେ, ପୁଣି, ଗାଲିଲୀରୁ ମହାଜନତା ତାହାଙ୍କର ପଶ୍ଚାତ୍‌ଗମନ କଲେ; ଆଉ ଯିହୂଦିୟା ପ୍ରଦେଶ,
8 from Jerusalem, Idumea, beyond the Jordan, and the region around Tyre and Sidon—hearing all he was doing, a great crowd came to him. ଯିରୂଶାଲମ, ଇଦୋମ, ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱ, ପୁଣି, ସୋର ଓ ସୀଦୋନ ସହରର ଚତୁର୍ଦ୍ଦିଗରୁ ମହାଜନତା ତାହାଙ୍କ ସମସ୍ତ କର୍ମର କଥା ଶୁଣି ତାହାଙ୍କ ନିକଟକୁ ଆସିଲେ।
9 He told his disciples to keep a small boat ready, because of the crowd, so they wouldn't crush him. ସେତେବେଳେ ଭିଡ଼ ସକାଶେ, ଲୋକସମୂହ ଯେପରି ତାହାଙ୍କ ଉପରେ ମାଡ଼ି ନ ପଡ଼ନ୍ତି, ଏଥିପାଇଁ ସେ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିମନ୍ତେ ଗୋଟିଏ ସାନ ନୌକା ନିକଟରେ ପ୍ରସ୍ତୁତ ରଖିବାକୁ କହିଲେ;
10 For he had healed so many that all who had diseases were pressing forward to touch him. କାରଣ ସେ ଅନେକ ଲୋକଙ୍କୁ ସୁସ୍ଥ କରିବାରୁ ପୀଡ଼ିତମାନେ ସମସ୍ତେ ତାହାଙ୍କୁ ସ୍ପର୍ଶ କରିବା ନିମନ୍ତେ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ।
11 Whenever the unclean spirits saw him, they fell before him, shouting, "You are the Son of God!" ଆଉ, ଅଶୁଚି ଆତ୍ମାଗୁଡ଼ାକ ଯେତେବେଳେ ତାହାଙ୍କୁ ଦେଖୁଥିଲେ, ସେମାନେ ତାହାଙ୍କ ସମ୍ମୁଖରେ ପଡ଼ି ଚିତ୍କାର କରି କହୁଥିଲେ, ତୁମ୍ଭେ ଈଶ୍ବରଙ୍କ ପୁତ୍ର।
12 But he firmly warned them not to reveal him. ସେଥିରେ ତାହାଙ୍କୁ ପ୍ରକାଶ ନ କରିବା ପାଇଁ ସେ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଲେ।
13 Jesus went up the mountain and called those he wanted; they came to him. ସେ ପର୍ବତ ଉପରକୁ ଯାଇ, ଯେଉଁମାନଙ୍କୁ ଇଚ୍ଛା କଲେ, ସେମାନଙ୍କୁ ନିକଟକୁ ଡାକିଲେ ଓ ସେମାନେ ତାହାଙ୍କ ପାଖକୁ ଆସିଲେ।
14 He appointed twelve, named apostles, so they could be with him and he could send them out to preach, ପୁଣି, ସେ ବାର ଜଣକୁ ନିଯୁକ୍ତ କଲେ, ଯେପରି ସେମାନେ ତାହାଙ୍କ ସାଙ୍ଗରେ ରହିବେ ଓ ସେ ସେମାନଙ୍କୁ ପ୍ରଚାର କରିବା ନିମନ୍ତେ ପ୍ରେରଣ କରିବେ,
15 and to have authority to drive out demons. ଆଉ ସେମାନେ ଭୂତ ଛଡ଼ାଇବାକୁ ଅଧିକାର ପାଇବେ।
16 These are the twelve he appointed: Simon, to whom he gave the name Peter; ଯୀଶୁ ଏହି ବାର ଜଣଙ୍କୁ ନିଯୁକ୍ତ କଲେ ଯଥା, ଶିମୋନ, ଯାହାଙ୍କୁ ସେ ପିତର ବୋଲି ଉପନାମ ଦେଲେ।
17 James son of Zebedee, and John his brother, whom he named Boanerges, meaning Sons of Thunder; ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ, ଯେଉଁମାନଙ୍କୁ ସେ ବିନେରିଗୋଷ୍, ଅର୍ଥାତ୍‍ ମେଘନାଦର ପୁତ୍ର ବୋଲି ଉପନାମ ଦେଲେ;
18 Andrew, Philip, Bartholomew, Matthew, Thomas, James son of Alphaeus, Thaddaeus, Simon the Zealot, ଆନ୍ଦ୍ରିୟ, ଫିଲିପ୍ପ, ବାର୍ଥଲମୀ, ମାଥିଉ, ଥୋମା, ଆଲଫିଙ୍କ ପୁତ୍ର ଯାକୁବ, ଥଦ୍ଦୀୟ, କିଣାନୀୟ ଶିମୋନ,
19 and Judas Iscariot, who betrayed him. ପୁଣି, ଇଷ୍କାରିୟୋତୀୟ ଯିହୂଦା, ଯେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା।
20 He went home; the crowd gathered again, so he and his disciples couldn't even eat. ପରେ ସେ ଘରକୁ ଆସିଲେ; ପୁନର୍ବାର ଲୋକସମୂହର ଏତେ ସମାଗମ ହେଲା ଯେ, ସେମାନେ ଭୋଜନ ସୁଦ୍ଧା କରିପାରିଲେ ନାହିଁ।
21 When his family heard, they went out to restrain him, for they said, "He's out of his mind." ତାହାଙ୍କ ଆତ୍ମୀୟମାନେ ଏହା ଶୁଣି ତାହାଙ୍କୁ ଧରି ଘେନିଯିବାକୁ ବାହାରି ଆସିଲେ, କାରଣ ସେମାନେ କହିଲେ, ତାହାଙ୍କର ମତିଭ୍ରମ ହେଲାଣି।
22 The scribes who came down from Jerusalem said, "He has Beelzebul," and, "By the prince of demons he drives out demons." ଆଉ, ଯିରୂଶାଲମ ସହରରୁ ଆସିଥିବା ଶାସ୍ତ୍ରୀମାନେ କହିଲେ, ଏହାକୁ ବାଲ୍‌ଜିବୂଲ୍ ଲାଗିଛି, ପୁଣି, ଭୂତପତିର ସାହାଯ୍ୟରେ ସେ ଭୂତ ଛଡ଼ାଏ।
23 So Jesus called them to him and spoke in parables: "How can Satan drive out Satan? ଏଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି ଦୃଷ୍ଟାନ୍ତ କଥାରେ ସେମାନଙ୍କୁ କହିଲେ, “ଶୟତାନ କିପ୍ରକାରେ ଶୟତାନକୁ ଛଡ଼ାଇ ପାରେ?
24 If a kingdom is divided against itself, that kingdom cannot stand. ଯଦି କୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତେବେ ସେହି ରାଜ୍ୟ ସ୍ଥିର ହୋଇ ରହି ପାରେ ନାହିଁ।
25 And if a house is divided against itself, that house will not be able to stand. ପୁଣି, ଯଦି କୌଣସି ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତେବେ ସେହି ଗୃହ ସ୍ଥିର ହୋଇ ରହି ପାରିବ ନାହିଁ।
26 And if Satan opposes himself and is divided, he cannot stand; his end has come. ସେହି ପ୍ରକାରେ, ଶୟତାନ ଯଦି ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି, ତେବେ ସେ ସ୍ଥିର ହୋଇ ରହି ପାରେ ନାହିଁ, କିନ୍ତୁ ତାହାର ସର୍ବନାଶ ଘଟିଲାଣି।
27 No one can enter a strong man's house and take his goods without first tying up the strong man—then he can plunder the house. ମାତ୍ର କେହି ପ୍ରଥମେ ବଳବାନ ଲୋକକୁ ନ ବାନ୍ଧିଲେ ତାହାର ଗୃହରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ର ସବୁ ଲୁଣ୍ଠନ କରିପାରେ ନାହିଁ; ତାହାକୁ ଆଗେ ବାନ୍ଧିଲେ ସିନା ସେ ତାହାର ଗୃହ ଲୁଣ୍ଠନ କରିବ।
28 Truly I tell you, all sins and insults against God will be forgiven children of mankind, whatever they say, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଲୋକମାନଙ୍କର ସମସ୍ତ ପାପ ଓ ସେମାନେ ଯେତେ ନିନ୍ଦାକଥା କହି ଈଶ୍ବର ନିନ୍ଦା କରନ୍ତି, ସେ ସମସ୍ତ କ୍ଷମା କରାଯିବ;
29 but whoever blasphemes against the Holy Spirit never has forgiveness; they are guilty of an eternal sin," କିନ୍ତୁ ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହେ, ତାହାର କୌଣସି କାଳେ ହିଁ କ୍ଷମା ନାହିଁ, ମାତ୍ର ସେ ଅନନ୍ତ ପାପରେ ଦୋଷୀ ଅଟେ।
30 for they were saying, "He has an unclean spirit." ତାହାକୁ ଅଶୁଚି ଆତ୍ମା ଲାଗିଛି, ଏହା ସେମାନେ କହିବାରୁ ସେ ଏହି କଥା କହିଲେ।”
31 His mother and brothers arrived and, standing outside, sent to him, calling him. ସେତେବେଳେ ତାହାଙ୍କ ମାଆ ଓ ଭାଇମାନେ ଆସି ବାହାରେ ଠିଆ ହୋଇ ତାହାଙ୍କୁ ଡକାଇ ପଠାଇଲେ।
32 A crowd sat around him and said to him, "Look, your mother and your brothers are outside, asking for you." ସେଥିରେ ତାହାଙ୍କ ଚତୁର୍ଦ୍ଦିଗରେ ବସିଥିବା ଲୋକସମୂହ ତାହାଙ୍କୁ କହିଲେ, ଦେଖନ୍ତୁ, ଆପଣଙ୍କ ମା, ଭାଇ ଓ ଭଉଣୀମାନେ ବାହାରେ ଥାଇ ଆପଣଙ୍କୁ ଖୋଜୁଅଛନ୍ତି।
33 He answered them, "Who are my mother and my brothers?" ସେ ସେମାନଙ୍କୁ ଉତ୍ତର ଦେଲେ, “ମୋହର ମାଆ ଓ ଭାଇମାନେ କିଏ?”
34 Looking around at those sitting in a circle around him, he said, "Here are my mother and my brothers! ଆଉ, ସେ ଆପଣା ଚାରିଆଡ଼େ ବସିଥିବା ଲୋକମାନଙ୍କ ପ୍ରତି ଦୃଷ୍ଟିପାତ କରି କହିଲେ, “ଦେଖ, ମୋହର ମାଆ ଓ ମୋହର ଭାଇମାନେ।
35 Whoever does the will of our Father is my brother and sister and mother." ଯେ କେହି ଈଶ୍ବରଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମା।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]