Skip to content
The Believer's Library

Indian Revised Version(IRV) Odia - 2021

Mark 5 IRVOry

Show IRVOry only
Verse × ×
1 They came to the other side of the sea, to the region of the Gerasenes. ପରେ ସେମାନେ ସମୁଦ୍ରର ଅପର ପାର୍ଶ୍ୱସ୍ଥ ଗରାଶୀୟମାନଙ୍କ ଅଞ୍ଚଳରେ ଉପସ୍ଥିତ ହେଲେ।
2 As Jesus left the boat, a man with an unclean spirit met him at once, from the tombs. ଯୀଶୁ ନୌକାରୁ ଓହ୍ଲାଇବା ମାତ୍ରେ ଜଣେ ଅଶୁଚି ଆତ୍ମାବିଷ୍ଟ ଲୋକ ସମାଧି-ସ୍ଥାନରୁ ବାହାରି ତାହାଙ୍କୁ ଭେଟିଲା।
3 He lived among the tombs, and no one could bind him anymore, not even with a chain. ସେ ସମାଧି-ସ୍ଥାନରେ ବାସ କରୁଥିଲା, ପୁଣି, କେହି ତାହାକୁ ଜଞ୍ଜିରରେ ସୁଦ୍ଧା ଆଉ ବାନ୍ଧି ପାରୁ ନ ଥିଲେ,
4 For he'd often been bound with shackles and chains, but tore the chains apart and shattered the shackles—no one had strength to subdue him. କାରଣ ସେ ଅନେକ ଥର ବେଡ଼ି ଓ ଜଞ୍ଜିରରେ ବନ୍ଧା ହୋଇଥିଲା, କିନ୍ତୁ ସେ ଜଞ୍ଜିର ଛିଣ୍ଡାଇଦେଇ ବେଡ଼ିସବୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଥିଲା ଓ ତାହାକୁ ବଶରେ ରଖିବାକୁ କାହାର ବଳ ନ ଥିଲା।
5 Night and day, among the tombs and on the mountains, he cried out constantly, cutting himself with stones. ସେ ଦିନରାତି ସବୁବେଳେ ସମାଧି-ସ୍ଥାନ ଓ ପର୍ବତରେ ରହି ଚିତ୍କାର କରୁଥିଲା, ପୁଣି, ପ୍ରସ୍ତରରେ ଆପଣାକୁ କ୍ଷତବିକ୍ଷତ କରୁଥିଲା।
6 And when he saw Jesus from a distance, he ran and fell down before him. ସେ ଯୀଶୁଙ୍କୁ ଦୂରରୁ ଦେଖି ଦୌଡ଼ିଆସି ତାହାଙ୍କୁ ପ୍ରଣାମ କଲା,
7 Shouting loudly, he said, "What do you want with me, Jesus, Son of the Most High God? I beg you by God, don't torment me!" ଆଉ ଉଚ୍ଚସ୍ୱରରେ ଚିତ୍କାର କରି କହିଲା, ହେ ପରାତ୍ପର ଈଶ୍ବରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋହର କଅଣ ଅଛି? ତୁମ୍ଭକୁ ଈଶ୍ବରଙ୍କ ନାମରେ ଶପଥ ଦେଉଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ।
8 For Jesus had been saying to him, "Come out of the man, you unclean spirit!" କାରଣ ଯୀଶୁ ତାହାକୁ କହିବାକୁ ଯାଉଥିଲେ, “ରେ ଅଶୁଚି ଆତ୍ମା, ଏହି ଲୋକଠାରୁ ବାହାରିଯା।”
9 Jesus asked, "What is your name?" "Legion," he said, "we are many." ଆଉ ଯୀଶୁ ତାହାକୁ ପଚାରିଲେ, “ତୋର ନାଁ କଅଣ?” ସେ ତାହାକୁ କହିଲା, ମୋହର ନାଁ ବାହିନୀ, ଯେଣୁ ଆମେ ଅନେକ।
10 He kept begging him not to send them out of the region. ପୁଣି, ଯୀଶୁ ଯେପରି ସେମାନଙ୍କୁ ସେହି ଅଞ୍ଚଳରୁ ବାହାରକୁ ପଠାଇ ନ ଦିଅନ୍ତି, ସେଥିପାଇଁ ସେ ତାହାଙ୍କୁ ବହୁତ ବିନତି କଲା।
11 Now a great herd of pigs was feeding there on the hillside. ସେଠାରେ ପର୍ବତ କଡ଼ରେ ଗୋଟିଏ ଘୁଷୁରିପଲ ଚରୁଥିଲା।
12 And they begged him, "Send us to the pigs; let us enter them." ଆଉ ସେମାନେ ତାହାଙ୍କୁ ବିନତି କରି କହିଲେ, ସେହି ଘୁଷୁରିମାନଙ୍କ ଭିତରେ ପଶିବା ପାଇଁ ଆମ୍ଭମାନଙ୍କୁ ସେମାନଙ୍କ ମଧ୍ୟକୁ ପଠାଅ।
13 He gave permission. The unclean spirits came out and entered the pigs; the herd—about 2,000—rushed down the cliff into the sea and drowned in the sea. ସେ ସେମାନଙ୍କୁ ଅନୁମତି ଦିଅନ୍ତେ ଅଶୁଚି ଆତ୍ମାଗୁଡ଼ାକ ବାହାରି ଘୁଷୁରିମାନଙ୍କ ଭିତରେ ପଶିଲେ; ସେଥିରେ ସେହି ପଲ ଅତି ବେଗରେ ଦୌଡ଼ିଯାଇ ତୀଖସ୍ଥାନରୁ ସମୁଦ୍ରରେ ପଡ଼ି ବୁଡ଼ି ମଲେ। ଘୁଷୁରିମାନଙ୍କ ସଂଖ୍ୟା ପ୍ରାୟ ଦୁଇ ହଜାର ଥିଲା।
14 The herders fled and told it in town and country; people came to see what happened. ସେମାନଙ୍କୁ ଚରାଉଥିବା ଲୋକମାନେ ପଳାଇଯାଇ ନଗର ଓ ପଲ୍ଲୀଗୁଡ଼ିକରେ ତାହା ଜଣାଇଲେ; ସେଥିରେ ଲୋକେ କଅଣ ଘଟିଅଛି ବୋଲି ଦେଖିବାକୁ ଆସିଲେ।
15 They came to Jesus and saw the man who had been possessed by the demons, the one who'd had the legion, sitting there, dressed and thinking clearly—and they were afraid. ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି ସେହି ଭୂତଗ୍ରସ୍ତ, ଅର୍ଥାତ୍‍ ଯାହାକୁ ପୂର୍ବରେ ବାହିନୀ ଭୂତ ଲାଗିଥିଲା, ତାହାକୁ ଲୁଗା ପିନ୍ଧି ଭଲ ମନରେ ବସିଥିବା ଦେଖି ଭୀତ ହେଲେ।
16 Eyewitnesses told them what had happened to the demon-possessed man, and about the pigs. ଆଉ ଯେଉଁମାନେ ଦେଖିଥିଲେ, ସେମାନେ ସେହି ଭୂତଗ୍ରସ୍ତ ପ୍ରତି କିପରି କଅଣ ଘଟିଥିଲା, ଓ ଘୁଷୁରିମାନଙ୍କ ବିଷୟ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ।
17 And they began to beg Jesus to leave their region. ସେଥିରେ ସେମାନେ ସେମାନଙ୍କ ସୀମାରୁ ବାହାରିଯିବାକୁ ତାହାଙ୍କୁ ବିନତି କରିବାକୁ ଲାଗିଲେ।
18 As he was getting into the boat, the once-possessed man begged to be with him. ପରେ ସେ ନୌକାରେ ଚଢ଼ିବା ସମୟରେ, ଯେଉଁ ଲୋକକୁ ପୂର୍ବରେ ଭୂତ ଲାଗିଥିଲା, ସେ ତାହାଙ୍କ ସାଙ୍ଗରେ ରହିବା ନିମନ୍ତେ ଥରକୁଥର ବିନତି କଲା।
19 But Jesus refused, telling him instead, "Go home to your own people and tell them how much our Father has done for you, and how he has had mercy on you." କିନ୍ତୁ ଯୀଶୁ ଅନୁମତି ନ ଦେଇ ତାହାକୁ କହିଲେ, “ତୁମ୍ଭର ଗୃହକୁ, ତୁମ୍ଭର ଆତ୍ମୀୟମାନଙ୍କ ନିକଟକୁ ଯାଅ, ପୁଣି, ପ୍ରଭୁ ତୁମ୍ଭ ନିମନ୍ତେ ଯେ ଯେ କର୍ମ କରିଅଛନ୍ତି ଓ ତୁମ୍ଭ ପ୍ରତି ଯେଉଁ ଦୟା ଦେଖାଇଅଛନ୍ତି, ସେହିସବୁ ସେମାନଙ୍କୁ ଜଣାଅ।”
20 He went and began proclaiming in the Decapolis all Jesus had done for him, and everyone was amazed. ତହିଁରେ ସେ ଚାଲିଯାଇ, ଯୀଶୁ ତାହା ନିମନ୍ତେ ଯେଉଁ ଯେଉଁ କର୍ମ କରିଥିଲେ, ସେହିସବୁ ଦେକାପଲିରେ ଘୋଷଣା କରିବାକୁ ଲାଗିଲେ; ସେଥିରେ ସମସ୍ତେ ଚମତ୍କୃତ ହେଲେ।
21 When Jesus crossed again by boat to the other side, a large crowd gathered around him by the sea. ଯୀଶୁ ନୌକାରେ ପାର ହୋଇ ପୁନର୍ବାର ଅପର ପାରିକୁ ବାହୁଡ଼ିଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ; ଆଉ ସେ ସମୁଦ୍ରକୂଳରେ ରହିଲେ।
22 One of the synagogue leaders, named Jairus, came, saw Jesus, and fell at his feet, ସେତେବେଳେ ସମାଜଗୃହ ଅଧ୍ୟକ୍ଷଙ୍କ ମଧ୍ୟରୁ ଯାଈରସ ନାମକ ଜଣେ ବ୍ୟକ୍ତି ଆସି ତାହାଙ୍କୁ ଦେଖି ତାହାଙ୍କ ଚରଣ ତଳେ ପଡ଼ିଲେ,
23 and begged him urgently, "My little daughter is dying. Come, lay your hands on her, so she may be healed and live." ପୁଣି, ବହୁତ ବିନତି କରି କହିଲେ, ମୋହର କନ୍ୟାଟି ମୃତପ୍ରାୟ; ସେ ଯେପରି ରକ୍ଷା ପାଇ ବଞ୍ଚିବ, ଏଥିପାଇଁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ।
24 So Jesus went with him. And a great crowd followed him and pressed around him. ଏଥିରେ ସେ ତାହାଙ୍କ ସାଙ୍ଗରେ ଗଲେ, ପୁଣି, ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଯିବାକୁ ଲାଗିଲେ, ଆଉ ସେମାନେ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ।
25 And there was a woman with a discharge of blood that had gone on for twelve years. ସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ,
26 She had suffered much under many doctors, spent all she owned, gained nothing, and only grew worse. ଯେ କି ଅନେକ ବୈଦ୍ୟଙ୍କ ଦ୍ୱାରା ବହୁ କ୍ଲେଶ ଭୋଗ କରି ସର୍ବସ୍ୱ ବ୍ୟୟ କରିଥିଲେ ହେଁ କିଛିମାତ୍ର ଉପକାର ନ ପାଇ ବରଂ ଅଧିକ ପୀଡ଼ିତ ହୋଇ ପଡ଼ିଥିଲା,
27 Hearing about Jesus, she came up behind him in the crowd and touched his cloak. ସେ ଯୀଶୁଙ୍କ ବିଷୟ ଶୁଣି ଲୋକଗହଳି ମଧ୍ୟରେ ପଛଆଡ଼ୁ ଆସି ତାହାଙ୍କ ଲୁଗା ଛୁଇଁଲା;
28 For she kept saying, "If I just touch his garments, I will be made well." କାରଣ ସେ କହୁଥିଲା, କେବଳ ତାହାଙ୍କ ଲୁଗା ଛୁଇଁଲେ ମୁଁ ସୁସ୍ଥ ହେବି।
29 Her flow of blood dried up instantly, and she felt in her body that she was healed of her suffering. ସେହିକ୍ଷଣି ତାହାର ରକ୍ତସ୍ରାବ ବନ୍ଦ ହେଲା, ପୁଣି, ସେ ଯେ ରୋଗରୁ ଆରୋଗ୍ୟ ହୋଇଅଛି, ଏହା ସେ ନିଜ ଶରୀରରେ ଅନୁଭବ କଲା।
30 At once Jesus, aware that power had left him, turned around in the crowd and asked, "Who touched my clothes?" ସେହିକ୍ଷଣି ଯୀଶୁ ଆପଣାଠାରୁ ଶକ୍ତି ନିର୍ଗତ ହେବା ଅନ୍ତରରେ ଜ୍ଞାତ ହୋଇ ଲୋକଗହଳି ମଧ୍ୟରେ ବୁଲିପଡ଼ି କହିଲେ, “କିଏ ମୋହର ଲୁଗା ଛୁଇଁଲା?”
31 His disciples said to him, "You see the crowd crushing you, yet you ask, 'Who touched me?'" ତାହାଙ୍କ ଶିଷ୍ୟମାନେ ତାହାଙ୍କୁ କହିଲେ, ଆପଣ ଦେଖୁଅଛନ୍ତି ଯେ, ଲୋକସମୂହ ଆପଣଙ୍କ ଉପରେ ମାଡ଼ିପଡ଼ୁଅଛନ୍ତି, ଆଉ ଆପଣ କହୁଅଛନ୍ତି, “କିଏ ମୋତେ ଛୁଇଁଲା?”
32 And he looked around to see who had done it. କିନ୍ତୁ ଯେ ଏହା କରିଥିଲା, ତାହାକୁ ଦେଖିବା ନିମନ୍ତେ ସେ ଚାରିଆଡ଼େ ଦୃଷ୍ଟିପାତ କରିବାକୁ ଲାଗିଲେ।
33 But the woman, afraid and trembling, knowing what had happened to her, came, fell before him, and told him the whole truth. ସେଥିରେ ସେହି ସ୍ତ୍ରୀଲୋକଟି ଆପଣା ପ୍ରତି ଯାହା ଘଟିଅଛି, ତାହା ଜାଣି ଭୟରେ ଥରି ଥରି ଆସି ତାହାଙ୍କ ଚରଣ ତଳେ ପଡ଼ି ସମସ୍ତ ସତ୍ୟ କଥା ତାହାଙ୍କୁ କହିଲା।
34 He told her, "Daughter, your faith made you well. Go in peace, healed of your suffering." ତହିଁରେ ଯୀଶୁ ତାହାକୁ କହିଲେ, “ବତ୍ସେ, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି; ଶାନ୍ତିରେ ଚାଲିଯା ଓ ତୋହର ରୋଗରୁ ଆରୋଗ୍ୟ ହୋଇରହ।”
35 While he was still speaking, people came from the synagogue leader's house, saying, "Your daughter has died. Why bother the Teacher any longer?" ସେ ଏହି କଥା କହୁଥିବା ସମୟରେ ସମାଜଗୃହର ଅଧ୍ୟକ୍ଷଙ୍କ ଘରୁ ଲୋକେ ଆସି କହିଲେ, ଆପଣଙ୍କ ଝିଅଟି ମରିଗଲାଣି, ଗୁରୁଙ୍କୁ କାହିଁକି ଆଉ କଷ୍ଟ ଦେଉଅଛନ୍ତି?
36 But Jesus overheard what they said and told the synagogue leader, "Don't fear, only believe." କିନ୍ତୁ ଯୀଶୁ ସେ କଥା ଶୁଣି ନ ଶୁଣିଲା ପରି ସମାଜଗୃହର ଅଧ୍ୟକ୍ଷଙ୍କୁ କହିଲେ, “ଭୟ କର ନାହିଁ, କେବଳ ବିଶ୍ୱାସ କର।”
37 And he allowed no one to follow him except Peter, James, and John the brother of James. ପୁଣି, ଯୀଶୁ ପିତର, ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଯିବାକୁ ଦେଲେ ନାହିଁ।
38 They came to the synagogue leader's house and Jesus saw chaos—people weeping, wailing loudly. ସେମାନେ ସମାଜଗୃହର ଅଧ୍ୟକ୍ଷଙ୍କ ଘରକୁ ଆସନ୍ତେ, ସେ କୋଳାହଳ ହେଉଥିବା ଏବଂ ଲୋକେ ଅତ୍ୟନ୍ତ ରୋଦନ ଓ ବିଳାପ କରୁଥିବା ଦେଖିଲେ,
39 Entering, he said to them, "Why this commotion and crying? The child isn't dead, just asleep." ପୁଣି, ଭିତରକୁ ଯାଇ ସେମାନଙ୍କୁ କହିଲେ, “କାହିଁକି କୋଳାହଳ ଓ ରୋଦନ କରୁଅଛ? ପିଲାଟି ମରି ନାହିଁ, ମାତ୍ର ଶୋଇପଡ଼ିଅଛି।” ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।
40 They laughed at him. But he sent them all out, took the child's father and mother and his companions, and entered where the child was. କିନ୍ତୁ ସେ ସମସ୍ତଙ୍କୁ ବାହାର କରି ପିଲାର ବାପା ମାଆ ଓ ଆପଣା ସଙ୍ଗୀମାନଙ୍କୁ ସାଙ୍ଗରେ ଘେନି, ପିଲାଟି ଯେଉଁ ସ୍ଥାନରେ ଥିଲା, ସେହି ସ୍ଥାନରେ ପ୍ରବେଶ କଲେ,
41 He took her hand and said to her, "Talitha koum," which means, "Little girl, I say to you, get up!" ଆଉ ପିଲାର ହାତ ଧରି ତାହାକୁ କହିଲେ, “ଟଲିଥାକୁମ୍,” ଅର୍ଥାତ୍‍ “ଆଗୋ ବାଳିକା, ମୁଁ ତୋତେ କହୁଅଛି ଉଠ୍।”
42 At once the girl got up and walked—for she was twelve—and they were instantly overwhelmed with great amazement. ସେହିକ୍ଷଣି ବାଳିକାଟି ଉଠି ବୁଲାବୁଲି କରିବାକୁ ଲାଗିଲା; କାରଣ ତାହାର ବୟସ ବାର ବର୍ଷ ଥିଲା। ଏଥିରେ ସେମାନେ ଅତିଶୟ ଆଚମ୍ଭିତ ହୋଇଗଲେ।
43 He strictly ordered them to tell no one of this, and said to give her something to eat. ପୁଣି, କେହି ଯେପରି ଏହି ବିଷୟ ନ ଜାଣେ, ଏଥିପାଇଁ ସେ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଲେ, ଆଉ ବାଳିକାକୁ କିଛି ଖାଇବାକୁ ଦେବା ପାଇଁ କହିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]