Skip to content
The Believer's Library

Indian Revised Version(IRV) Odia - 2021

Mark 6 IRVOry

Show IRVOry only
Verse × ×
1 He went out from there and came to his hometown, and his disciples followed him. ଯୀଶୁ ସେହି ସ୍ଥାନରୁ ପ୍ରସ୍ଥାନ କରି ନିଜ ପୈତୃକ ନଗରକୁ ଆସିଲେ ଓ ତାହାଙ୍କ ଶିଷ୍ୟମାନେ ତାହାଙ୍କର ଅନୁସରଣ କଲେ।
2 On the Sabbath he began teaching in the synagogue. Many who heard were amazed: "Where did this man get this? What wisdom is this, given to him? How do such miracles happen through his hands? ବିଶ୍ରାମବାର ଉପସ୍ଥିତ ହୁଅନ୍ତେ ସେ ସମାଜଗୃହରେ ଶିକ୍ଷା ଦେବାକୁ ଲାଗିଲେ; ଆଉ ଅନେକେ ତାହାଙ୍କର କଥା ଶୁଣି ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ଏ ଲୋକର ଏହିସବୁ କେଉଁଠାରୁ ହେଲା? ପୁଣି, ଏହାକୁ ଯେଉଁ ଜ୍ଞାନ ଦିଆଯାଇଅଛି ଓ ଯେଉଁ ଶକ୍ତିର କାର୍ଯ୍ୟ ଏହାର ହସ୍ତ ଦ୍ୱାରା ସାଧିତ ହେଉଅଛି, ଏସବୁ ବା କଅଣ?
3 Isn't this the carpenter, Mary's son, brother of James, Joses, Judas, and Simon? Aren't his sisters here with us?" They were offended by him. ଏ କି ସେହି ବଢ଼େଇ ନୁହେଁ? ଏ କି ମରୀୟମର ପୁଅ, ଆଉ ଯାକୁବ, ଯୋସି, ଯିହୂଦା ଓ ଶିମୋନର ଭାଇ ନୁହେଁ? ପୁଣି, ଏହାର ଭଉଣୀମାନେ କି ଏଠାରେ ଆମ୍ଭମାନଙ୍କ ସାଙ୍ଗରେ ନାହାନ୍ତି? ଆଉ ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ।
4 Jesus said to them, "A prophet lacks honor only in his hometown, among his relatives, and in his own household." ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ନିଜ ପୈତୃକ ନଗର, ନିଜ ଜ୍ଞାତି ଓ ନିଜ ପରିବାର ବିନା ଭାବବାଦୀ ଅନ୍ୟ କୌଣସିଠାରେ ହତାଦର ହୁଅନ୍ତି ନାହିଁ।”
5 He could do no miracle there, except laying hands on a few sick and healing them. ପୁଣି, ଅଳ୍ପ କେତେକ ରୋଗୀ ଲୋକଙ୍କ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କରିବା ବିନା ସେ ସ୍ଥାନରେ ସେ ଆଉ କୌଣସି ମହତର କାର୍ଯ୍ୟ କରିପାରିଲେ ନାହିଁ।
6 He was amazed at their lack of faith. Then he went around the villages teaching. ପୁଣି, ସେମାନଙ୍କ ଅବିଶ୍ୱାସ ହେତୁ ଚମତ୍କୃତ ହେଲେ।
7 He called the twelve and began sending them out two by two, giving them authority over unclean spirits. ପରେ ସେ ଚାରିଆଡ଼େ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେବାକୁ ଲାଗିଲେ। ଇତିମଧ୍ୟରେ ସେ ବାର ଶିଷ୍ୟମାନଙ୍କୁ ନିକଟକୁ ଡାକି ସେମାନଙ୍କୁ ଦୁଇ ଦୁଇ ଜଣ କରି ପ୍ରେରଣ କରିବାକୁ ଆରମ୍ଭ କଲେ ଏବଂ ଅଶୁଚି ଆତ୍ମାମାନଙ୍କ ଉପରେ ସେମାନଙ୍କୁ ଅଧିକାର ଦେଲେ,
8 He ordered them to take only a staff for the road—no bread, no bag, no money in their belts, ଆଉ ଯାତ୍ରା ନିମନ୍ତେ କେବଳ ଖଣ୍ଡେ ବାଡ଼ି ବିନା ରୁଟି କି ଝୋଲି କି ଗାଞ୍ଜିଆରେ ପଇସା ନ ନେବାକୁ ସେମାନଙ୍କୁ ଆଜ୍ଞା ଦେଲେ;
9 but to wear sandals and not put on two tunics. କିନ୍ତୁ ସେମାନଙ୍କୁ ପାଦୁକା ପିନ୍ଧିବାକୁ କହିଲେ, ଦୁଇଟି ଅଙ୍ଗରଖା ପିନ୍ଧିବାକୁ ବାରଣ କଲେ।
10 And he said to them, "Wherever you enter a house, stay there until you leave that place. ପୁଣି, ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯେକୌଣସି ଗୃହରେ ପ୍ରବେଶ କରିବ, ସେ ସ୍ଥାନରୁ ପ୍ରସ୍ଥାନ ନ କରିବା ପର୍ଯ୍ୟନ୍ତ ସେଠାରେ ରୁହ।
11 Whatever place refuses to welcome or hear you, leaving there, shake the dust off your feet as testimony against them." ମାତ୍ର ଯେକୌଣସି ସ୍ଥାନରେ ଲୋକମାନେ ତୁମ୍ଭମାନଙ୍କୁ ଗ୍ରହଣ କରିବେ ନାହିଁ, ବା ତୁମ୍ଭମାନଙ୍କ କଥା ଶୁଣିବେ ନାହିଁ, ସେ ସ୍ଥାନରୁ ପ୍ରସ୍ଥାନ ସମୟରେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦଧୂଳି ଝାଡି଼ଦିଅ।”
12 So they went out and proclaimed that people should repent. ସେଥିରେ ସେମାନେ ପ୍ରସ୍ଥାନ କରି ମନ-ପରିବର୍ତ୍ତନ କରିବା ଯେ କର୍ତ୍ତବ୍ୟ, ଏହା ପ୍ରଚାର କଲେ,
13 And they drove out many demons and anointed many sick people with oil and healed them. ପୁଣି, ଅନେକ ଭୂତ ଛଡ଼ାଇଲେ ଓ ଅନେକ ରୋଗୀ ଲୋକଙ୍କୁ ତୈଳ ଲଗାଇ ସୁସ୍ଥ କଲେ।
14 King Herod heard of it, for Jesus's name had become known. Some were saying, "John the Baptist has been raised from the dead; that is why these miraculous powers are at work in him." ତାହାଙ୍କ ନାମ ବିଖ୍ୟାତ ହେବାରୁ ହେରୋଦ ରାଜା ତାହାଙ୍କ ବିଷୟରେ ଶୁଣିଲେ, ଆଉ ଲୋକେ କହୁଥିଲେ, ବାପ୍ତିଜକ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି।
15 But others said, "He's Elijah." Others said, "He's a prophet, like one of the prophets of old." କିନ୍ତୁ ଅନ୍ୟମାନେ କହୁଥିଲେ, ଏ ଏଲୀୟ; ପୁଣି, ଆଉ କେହି କହୁଥିଲେ, ଭାବବାଦୀମାନଙ୍କ ମଧ୍ୟରୁ କୌଣସି ଜଣକ ସଦୃଶ ଏ ଜଣେ ଭାବବାଦୀ।
16 But when Herod heard of it, he said, "John, whom I beheaded, has been raised." କିନ୍ତୁ ହେରୋଦ ଏହା ଶୁଣି କହିଲେ, ଯେଉଁ ଯୋହନଙ୍କ ମସ୍ତକ ଆମ୍ଭେ ଛେଦନ କରିଅଛୁ, ସେ ଉଠିଅଛନ୍ତି।
17 Herod had sent and seized John, binding him in prison because of Herodias, his brother Philip's wife, whom he had married. ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କୁ ବିବାହ କରିଥିବାରୁ ତାହାଙ୍କ ସକାଶେ ଆପେ ଲୋକ ପଠାଇ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ।
18 For John kept telling Herod, "It is not lawful for you to have your brother's wife." କାରଣ ଯୋହନ ହେରୋଦଙ୍କୁ କହୁଥିଲେ, ଆପଣା ଭାଇର ଭାର୍ଯ୍ୟାକୁ ରଖିବା ଆପଣଙ୍କର ବିଧିସଙ୍ଗତ ନୁହେଁ।
19 And Herodias held a grudge against him and wanted to kill him, but she could not, ସେଥିରେ ହେରୋଦିଆ ତାହାଙ୍କ ପ୍ରତି ଈର୍ଷାନ୍ୱିତ ହୋଇ ତାହାଙ୍କୁ ବଧ କରିବା ନିମନ୍ତେ ଇଚ୍ଛା କରୁଥିଲେ, ମାତ୍ର ପାରୁ ନ ଥିଲେ;
20 Herod feared John, knowing him righteous and holy, and protected him. Hearing John left Herod deeply puzzled, yet he gladly listened to him. କାରଣ ହେରୋଦ ଯୋହନଙ୍କୁ ଜଣେ ଧାର୍ମିକ ଓ ପବିତ୍ର ବ୍ୟକ୍ତି ଜାଣି ଭୟ କରୁଥିଲେ ଆଉ ତାହାଙ୍କୁ ରକ୍ଷା କରିବାକୁ ଚେଷ୍ଟା କରୁଥିଲେ, ପୁଣି, ତାହାଙ୍କ କଥା ଶୁଣି ଅତିଶୟ ଉଦ୍‌ବିଗ୍ନ ହେଲେ ସୁଦ୍ଧା ଆନନ୍ଦରେ ତାହା ଶୁଣୁଥିଲେ।
21 Then a fitting day came: Herod's birthday, when he gave a banquet for his nobles, military commanders, and Galilee's leading men. ପରେ ସୁଯୋଗର ଦିନ ଉପସ୍ଥିତ ହେଲା। ହେରୋଦ ଆପଣା ଜନ୍ମ ଦିନରେ ପାତ୍ର-ମନ୍ତ୍ରୀ, ପ୍ରଧାନ ପ୍ରଧାନ ସେନାପତି ଓ ଗାଲିଲୀର ବିଶିଷ୍ଟ ବ୍ୟକ୍ତିମାନଙ୍କ ନିମନ୍ତେ ରାତ୍ରି ସମୟରେ ଗୋଟିଏ ଭୋଜ ପ୍ରସ୍ତୁତ କଲେ;
22 When Herodias's daughter entered and danced, she delighted Herod and his dinner guests. The king told the girl, "Ask me for anything you want, and I'll give it to you." ଆଉ ହେରୋଦିଆଙ୍କ ନିଜର କନ୍ୟା ଭିତରକୁ ଆସି ନୃତ୍ୟ କରି ହେରୋଦ ଓ ତାହାଙ୍କ ସହିତ ଭୋଜରେ ଉପବିଷ୍ଟ ବ୍ୟକ୍ତିମାନଙ୍କୁ ମୁଗ୍ଧ କରିଦେଲା। ସେଥିରେ ରାଜା ବାଳିକାକୁ କହିଲେ, ଯାହା ଇଚ୍ଛା କରୁଅଛ, ମାଗ, ଆମ୍ଭେ ତୁମ୍ଭକୁ ତାହା ଦେବା।
23 He swore to her, "Whatever you ask me, I'll give you—up to half my kingdom." ପୁଣି, ସେ ତାହା ନିକଟରେ ଶପଥ କଲେ, ତୁମ୍ଭେ ଆମ୍ଭକୁ ଯାହା କିଛି ମାଗିବ, ରାଜ୍ୟର ଅର୍ଦ୍ଧେକ ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ଦେବା।
24 She went out and said to her mother, "What should I ask?" She said, "The head of John the Baptist." ତହିଁରେ ସେ ବାହାରିଯାଇ ଆପଣା ମାତାଙ୍କୁ ପଚାରିଲା, ମୁଁ କଅଣ ମାଗିବି? ସେ କହିଲେ ବାପ୍ତିଜକ ଯୋହନର ମସ୍ତକ।
25 She went in immediately, with urgency, to the king and asked, "I want you to give me this instant the head of John the Baptist on a platter." ସେହିକ୍ଷଣି ସେ ରାଜାଙ୍କ ନିକଟକୁ ଶୀଘ୍ର ଆସି ଏହା କହି ମାଗିଲା, ମୋହର ଇଚ୍ଛା ଯେ, ଆପଣ ବାପ୍ତିଜକ ଯୋହନର ମସ୍ତକ ଗୋଟିଏ ଥାଳିରେ ମୋତେ ଏହିକ୍ଷଣି ଦିଅନ୍ତୁ।
26 Deeply grieved, the king still wouldn't refuse her, because of his oaths and his guests. ଏଥିରେ ରାଜା ଅତ୍ୟନ୍ତ ଦୁଃଖିତ ହେଲେ ସୁଦ୍ଧା ଆପଣା ଶପଥ ଓ ଭୋଜନୋପବିଷ୍ଟ ବ୍ୟକ୍ତିମାନଙ୍କ ହେତୁ ମନା କରିବାକୁ ଇଚ୍ଛା କଲେ ନାହିଁ।
27 The king at once sent an executioner, ordering John's head brought. He went and beheaded him in the prison, ଏଣୁ ରାଜା ସେହିକ୍ଷଣି ଜଣେ ସୈନ୍ୟ ପଠାଇ ତାହାଙ୍କର ମସ୍ତକ ଆଣିବା ନିମନ୍ତେ ଆଜ୍ଞା ଦେଲେ। ସେଥିରେ ସେ ଯାଇ ବନ୍ଦୀଶାଳାରେ ତାହାଙ୍କ ମସ୍ତକ ଛେଦନ କଲା,
28 and brought his head on a platter, gave it to the girl, and the girl gave it to her mother. ଆଉ ତାହା ଗୋଟିଏ ଥାଳିରେ ଆଣି ବାଳିକାକୁ ଦେଲା, ପୁଣି, ବାଳିକା ତାହା ଘେନି ନିଜ ମାତାଙ୍କୁ ଦେଲା।
29 When John's disciples heard, they came, took his body, and laid it in a tomb. ତାହାଙ୍କ ଶିଷ୍ୟମାନେ ସେଥିର ସମ୍ବାଦ ପାଇ ଆସିଲେ ଓ ତାହାଙ୍କ ଶବ ଘେନିଯାଇ ସମାଧିରେ ରଖିଲେ।
30 The apostles gathered to Jesus and told him all that they had done and taught. ପରେ ପ୍ରେରିତମାନେ ଯୀଶୁଙ୍କ ନିକଟରେ ଏକତ୍ର ହେଲେ, ଆଉ ସେମାନେ ଯାହା ଯାହା କରିଥିଲେ ଓ ଯାହା ଯାହା ଶିକ୍ଷା ଦେଇଥିଲେ, ସେହିସବୁ ତାହାଙ୍କୁ ଜଣାଇଲେ।
31 He told them, "Come away by yourselves to a quiet place and rest a while." For many were coming and going, and they had no time to eat. ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଅଲଗା ହୋଇ ଗୋଟିଏ ନିର୍ଜନ ସ୍ଥାନକୁ ଯାଇ କିଛି ସମୟ ବିଶ୍ରାମ କର।” କାରଣ ଅନେକ ଲୋକ ଯିବା ଆସିବା କରୁଥିବାରୁ ସେମାନଙ୍କର ଭୋଜନ କରିବାକୁ ସୁଦ୍ଧା ସୁଯୋଗ ନ ଥିଲା।
32 And they went away in the boat to a desolate place by themselves. ତହିଁରେ ସେମାନେ ଅଲଗା ହୋଇ ନୌକାରେ ଗୋଟିଏ ନିର୍ଜନ ସ୍ଥାନକୁ ବାହାରିଗଲେ।
33 Many saw them leave and recognized them; they ran on foot from every town and got there ahead of them. କିନ୍ତୁ ଅନେକେ ସେମାନଙ୍କୁ ବାହାରି ଯିବାର ଦେଖିଲେ ଓ ଚିହ୍ନିଲେ, ପୁଣି, ଲୋକମାନେ ସମସ୍ତ ନଗରରୁ ପାଦଗତିରେ ସେଠାକୁ ଏକତ୍ର ଦୌଡ଼ିଯାଇ ସେମାନଙ୍କ ଆଗରେ ପହଞ୍ଚିଲେ।
34 Stepping ashore, he saw a large crowd and felt compassion for them, for they were like sheep without a shepherd, and began teaching them many things. ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକଙ୍କୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଥିଲେ; ପୁଣି, ସେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ।
35 When it was already late, his disciples came to him and said, "This is an isolated place, and it's already late. ବେଳ ବହୁତ ହେବାରୁ ତାହାଙ୍କ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଏ ସ୍ଥାନ ତ ନିର୍ଜନ, ପୁଣି, ବହୁତ ବେଳ ହେଲାଣି;
36 Send them away to go into the surrounding countryside and villages and buy themselves something to eat." ଲୋକମାନେ ଯେପରି ଚତୁର୍ଦ୍ଦିଗରେ ପଲ୍ଲୀ ଓ ଗ୍ରାମମାନଙ୍କୁ ଯାଇ ଆପଣା ଆପଣା ନିମନ୍ତେ ଖାଇବା ପାଇଁ କିଛି କିଣନ୍ତି, ଏଥିନିମନ୍ତେ ସେମାନଙ୍କୁ ବିଦାୟ ଦିଅନ୍ତୁ।
37 He replied, "You give them something to eat." They said, "Should we go buy 200 denarii of bread and give them it to eat?" କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ।” ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ କଅଣ ଯାଇ ଦୁଇ ଶହ ଦିନର ମଜୁରୀ ସମାନ ମୂଲ୍ୟର ରୁଟି କିଣି ଏମାନଙ୍କୁ ଭୋଜନ କରାଇବା?
38 He asked them, "How many loaves do you have? Go and see." They found out and said, "Five, and two fish." ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପାଖରେ କେତୋଟି ରୁଟି ଅଛି? ଯାଇ ଦେଖ।” ସେମାନେ ବୁଝି ଆସି ତାହାଙ୍କୁ କହିଲେ, ପାଞ୍ଚୋଟି, ପୁଣି, ଦୁଇଟି ମାଛ।
39 Then he commanded them all to sit down in groups on the green grass. ସେଥିରେ ସମସ୍ତେ ଯେପରି ଦଳ ଦଳ ହୋଇ କଅଁଳ ଘାସ ଉପରେ ବସନ୍ତି, ଏଥିପାଇଁ ସେ ସେମାନଙ୍କୁ ଆଜ୍ଞା ଦେଲେ।
40 So they sat down in groups, by hundreds and by fifties. ତହିଁରେ ସେମାନେ ଶହ ଶହ ଓ ପଚାଶ ପଚାଶ ଜଣ କରି ଦଳ ଦଳ ହୋଇ ବସିଲେ।
41 Taking the five loaves and two fish, he looked up to heaven, gave thanks and broke the loaves, gave them to the disciples to set before the people, and divided the two fish among them all. ପୁଣି ଯୀଶୁ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ଘେନି ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟିଗୁଡ଼ିକ ଭାଙ୍ଗି ଲୋକମାନଙ୍କୁ ପରିବେଷଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଦେବାକୁ ଲାଗିଲେ। ପୁଣି, ସେହି ଦୁଇ ମାଛ ସେ ସମସ୍ତଙ୍କ ମଧ୍ୟରେ ଭାଗ କରିଦେଲେ।
42 And they all ate and were satisfied. ସେଥିରେ ସମସ୍ତେ ଭୋଜନ କରି ତୃପ୍ତ ହେଲେ,
43 And they took up twelve baskets full of broken pieces and of the fish. ଆଉ ସେମାନେ ଭଙ୍ଗା ରୁଟିର ବଳକା ଉଠାଇ ବାର ଟୋକେଇ ଭର୍ତ୍ତି କଲେ ଏବଂ ଭାଗ କରାଯାଇଥିବା ମାଛରୁ ମଧ୍ୟ କିଛି କିଛି ଗୋଟାଇଲେ।
44 And those who ate the loaves were 5,000 men. ରୁଟି ଖାଇବା ଲୋକମାନେ ପାଞ୍ଚ ହଜାର ପୁରୁଷ ଥିଲେ।
45 At once he made his disciples board the boat and go ahead to the other side, toward Bethsaida, while dismissing the crowd. ସେହିକ୍ଷଣି ସେ ଆପଣା ଶିଷ୍ୟମାନଙ୍କୁ ନୌକାରେ ଚଢ଼ି ବେଥ୍‌ସାଇଦା ଆଡ଼କୁ ଅପର ପାରିକୁ ଆଗରେ ଯିବା ପାଇଁ ବଳାଇଲେ, ପୁଣି, ସେ ଇତିମଧ୍ୟରେ ଲୋକସମୂହକୁ ବିଦାୟ ଦେଲେ।
46 And after he had taken leave of them, he went up on the mountain to pray. ସେମାନଙ୍କଠାରୁ ବିଦାୟ ନେଲା ଉତ୍ତାରେ ଯୀଶୁ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ଗଲେ।
47 When evening came, the boat was out on the sea, and he was alone on the land. ସନ୍ଧ୍ୟା ହେବା ପରେ ନୌକାଟି ସମୁଦ୍ରର ମଧ୍ୟଭାଗରେ ଥିଲା ଓ ସେ ସ୍ଥଳରେ ଏକାକୀ ଥିଲେ।
48 He saw them straining at the oars, for the wind was against them. Around three in the morning he came to them, walking on the sea. He meant to pass by them, ପ୍ରତିକୂଳ ବାୟୁ ହେତୁ ସେମାନଙ୍କୁ ନୌକା ବାହିବାରେ କଷ୍ଟ ପାଉଥିବା ଦେଖି ସେ ପ୍ରାୟ ରାତ୍ରିର ଚତୁର୍ଥ ପ୍ରହରରେ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ, ଆଉ ସେମାନଙ୍କ ପାଖ ଦେଇ ଆଗକୁ ଚାଲିବା ପାଇଁ ଉଦ୍ୟତ ଥିଲେ।
49 but seeing him walk on the sea, they thought it was a ghost and cried out, କିନ୍ତୁ ସେମାନେ ତାହାଙ୍କୁ ସମୁଦ୍ର ଉପରେ ଚାଲିବା ଦେଖି ଭୂତ ବୋଲି ଭାବି ଚିତ୍କାର କଲେ,
50 for all saw him and were terrified; but immediately he spoke to them, saying, "Take heart; it is I. Do not be afraid." କାରଣ ସମସ୍ତେ ତାହାଙ୍କୁ ଦେଖି ଉଦ୍‌ବିଗ୍ନ ହୋଇଥିଲେ। ମାତ୍ର ସେ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି ସେମାନଙ୍କୁ କହିଲେ, “ସାହସ ଧର, ଏ ତ ମୁଁ, ଭୟ କର ନାହିଁ।”
51 He got into the boat with them, and the wind stopped; they were completely amazed among themselves, ପୁଣି, ସେ ସେମାନଙ୍କ ନିକଟକୁ ଯାଇ ନୌକାରେ ଚଢ଼ିଲେ, ଆଉ ପବନ ବନ୍ଦ ହେଲା। ସେଥିରେ ସେମାନେ ମନେ ମନେ ଅତ୍ୟନ୍ତ ଆଚମ୍ଭିତ ହେଲେ,
52 for they did not understand about the loaves, but their hearts were hardened. କାରଣ ରୁଟିର ଘଟଣାରେ ସେମାନଙ୍କର ଜ୍ଞାନ ଜନ୍ମି ନ ଥିଲା, ଯେଣୁ ସେମାନଙ୍କ ହୃଦୟ ଜଡ଼ ହୋଇଥିଲା।
53 When they had crossed over, they came to land at Gennesaret and moored to the shore. ସେମାନେ ପାର ହୋଇ ଗିନ୍ନେସରତ ଅଞ୍ଚଳରେ ପହଞ୍ଚି କୂଳରେ ନୌକା ବାନ୍ଧିଲେ।
54 And when they got out of the boat, the people immediately recognized him. ଆଉ ସେମାନେ ନୌକାରୁ ଓହ୍ଲାନ୍ତେ ଲୋକମାନେ ସେହିକ୍ଷଣି ତାହାଙ୍କୁ ଚିହ୍ନି,
55 They ran through that whole region and began carrying the sick on mats to wherever they heard he was. ସେହି ସମସ୍ତ ଅଞ୍ଚଳର ଚାରିଆଡ଼େ ଦୌଡ଼ିଗଲେ, ପୁଣି, ସେ ଯେଉଁ ଯେଉଁ ସ୍ଥାନରେ ଅଛନ୍ତି ବୋଲି ଶୁଣିଲେ, ସେହି ସେହି ସ୍ଥାନକୁ ପୀଡ଼ିତ ଲୋକମାନଙ୍କୁ ଖଟିଆରେ ବହି ଆଣିବାକୁ ଲାଗିଲେ।
56 Wherever he went—villages, towns, countryside—they laid the sick in the marketplaces, begging to touch just the edge of his cloak. All who touched it were healed. ପୁଣି, ସେ ଯେଉଁ ଯେଉଁ ଗ୍ରାମ, ନଗର ବା ପଲ୍ଲୀରେ ପ୍ରବେଶ କଲେ, ଲୋକେ ସେହିସବୁ ସ୍ଥାନର ହାଟବଜାର-ମାନଙ୍କରେ ରୋଗୀମାନଙ୍କୁ ଥୋଇଦେଇ, ସେମାନେ ଯେପରି ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଅନ୍ତି, ଏହା ତାହାଙ୍କୁ ବିନତି କରିବାକୁ ଲାଗିଲେ; ଆଉ ଯେତେ ଲୋକ ତାହାଙ୍କୁ ଛୁଇଁଲେ, ସମସ୍ତେ ସୁସ୍ଥ ହେଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]