Skip to content
The Believer's Library

Indian Revised Version(IRV) Odia - 2021

Mark 7 IRVOry

Show IRVOry only
Verse × ×
1 The Pharisees and some of the scribes who had come from Jerusalem gathered around Jesus, ପରେ ଫାରୂଶୀମାନେ ଓ ଯିରୂଶାଲମ ସହରରୁ ଆସିଥିବା କେତେକ ଶାସ୍ତ୍ରୀ ତାହାଙ୍କ ନିକଟରେ ଏକତ୍ର ହେଲେ।
2 and they saw that some of his disciples were eating bread with unclean hands—that is, unwashed. ସେମାନେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ କେତେକଙ୍କୁ ଅଶୁଚି, ଅର୍ଥାତ୍‍ ଅଧୁଆ ହାତରେ ଖାଇବା ଦେଖିଲେ।
3 (For the Pharisees and all the Jews don't eat unless they wash their hands ceremonially, keeping the elders' tradition. ଫାରୂଶୀମାନେ ଓ ସମସ୍ତ ଯିହୁଦୀ ଲୋକ ପ୍ରାଚୀନମାନଙ୍କ ପରମ୍ପରାଗତ ରୀତିନୀତି ପାଳନ କରି ଭଲ ରୂପେ ହାତ ନ ଧୋଇଲେ ଭୋଜନ କରନ୍ତି ନାହିଁ।
4 When they come from the market, they don't eat without washing. They also hold to many other traditions they've received—washing cups, pitchers, and copper vessels.). ପୁଣି, ହାଟବଜାରରୁ ଆସି ନିଜେ ଧୋଇ ନ ହେବା ପର୍ଯ୍ୟନ୍ତ ଖାଆନ୍ତି ନାହିଁ; ଆଉ, ଗିନା, ଢାଳ ଓ ପିତଳ ପାତ୍ରଗୁଡ଼ିକ ପାଣିରେ ବୁଡ଼ାଇ ଧୋଇବା ଇତ୍ୟାଦି ଅନ୍ୟାନ୍ୟ ଅନେକ ରୀତିନୀତି ପାଳନ କରିବା ନିମନ୍ତେ ସେମାନେ ଆଦେଶପ୍ରାପ୍ତ କରିଅଛନ୍ତି।
5 Then the Pharisees and scribes asked him, "Why don't your disciples follow the elders' tradition, but eat bread with unclean hands?" ଏଣୁ ଫାରୂଶୀମାନେ ଓ ଶାସ୍ତ୍ରୀମାନେ ତାହାଙ୍କୁ ପଚାରିଲେ, ଆପଣଙ୍କର ଶିଷ୍ୟମାନେ ପ୍ରାଚୀନମାନଙ୍କର ପରମ୍ପରାଗତ ରୀତିନୀତି ଅନୁସାରେ କାହିଁକି ଆଚରଣ ନ କରି ଅଶୁଚି ହସ୍ତରେ ଭୋଜନ କରନ୍ତି?
6 He replied, "Isaiah prophesied truly about you hypocrites, as written: 'These people honor me with their lips, but their heart is far from me.' ସେ ସେମାନଙ୍କୁ କହିଲେ, “ରେ କପଟୀମାନେ, ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଯଥାର୍ଥ ରୂପେ ଭାବବାଣୀ କହିଅଛନ୍ତି, ଯେପରି ଲେଖାଅଛି, ‘ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ।
7 'They worship me in vain, teaching as doctrines the commandments of men.' ସେମାନେ ମନୁଷ୍ୟମାନଙ୍କ ବିଧିଗୁଡ଼ିକୁ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି।’
8 You abandon the commandment of our Father and hold to the tradition of men." ତୁମ୍ଭେମାନେ ଈଶ୍ବରଙ୍କ ଆଜ୍ଞା ପରିତ୍ୟାଗ କରି ମନୁଷ୍ୟମାନଙ୍କ ପରମ୍ପରାଗତ ରୀତିନୀତି ଧରି ବସିଅଛ।”
9 He said to them, "You do a fine job setting aside our Father's commandment to keep your own tradition!" ପୁଣି, ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣା ପରମ୍ପରାଗତ ରୀତିନୀତି ପାଳନ କରିବା ନିମନ୍ତେ ଈଶ୍ବରଙ୍କ ଆଜ୍ଞା ଅଧିକ ଅଗ୍ରାହ୍ୟ କରୁଅଛ!
10 For Moses said, 'Honor your father and your mother,' and 'Whoever curses father or mother must be executed.' କାରଣ ମୋଶା କହିଅଛନ୍ତି, ‘ଆପଣା ପିତାମାତାଙ୍କୁ ସମାଦର କର, ଆଉ ଯେ କେହି ଆପଣା ପିତା କି ମାତାଙ୍କୁ ଅଭିଶାପ ଦିଏ, ସେ ନିଶ୍ଚୟ ପ୍ରାଣଦଣ୍ଡ ଭୋଗ କରିବ।’
11 "But you say: if anyone tells his father or mother, 'Whatever you'd have gained from me is Corban' (a gift devoted to our Father), କିନ୍ତୁ ତୁମ୍ଭେମାନେ କୁହ, କେହି ଯେବେ ପିତା କି ମାତାକୁ କହେ, ମୋʼଠାରୁ, ଯାହା ଦ୍ୱାରା ତୁମ୍ଭର ଉପକାର ହୋଇଥାଆନ୍ତା, ତାହା ‘କର୍ବାନ୍’, ଅର୍ଥାତ୍‍ ଈଶ୍ବରଙ୍କୁ ସମର୍ପିତ ହୋଇଅଛି,
12 then you no longer let him do anything for his father or mother. ତେବେ ତୁମ୍ଭେମାନେ ତାହାକୁ ପିତା କି ମାତାର କିଛି ଉପକାର କରିବାକୁ ଆଉ ଦେଉ ନ ଥାଅ;
13 So you cancel the word of our Father with your handed-down tradition. You do many things like this." ଏହି ରୂପେ ତୁମ୍ଭେମାନେ ସ୍ୱପ୍ରଚଳିତ ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ବରଙ୍କ ବାକ୍ୟ ବ୍ୟର୍ଥ କରୁଅଛ ଓ ସେହି ପ୍ରକାର ଅନେକ କର୍ମ କରୁଅଛ।”
14 He called the crowd again and said to them, "Listen to me, all of you, and understand: ସେ ପୁନର୍ବାର ଲୋକସମୂହକୁ ନିକଟକୁ ଡାକି ସେମାନଙ୍କୁ କହିଲେ, “ତୁମ୍ଭେମାନେ ସମସ୍ତେ ମୋʼ କଥା ଶୁଣ ଓ ବୁଝ।
15 Nothing outside a person entering him can make him unclean; rather, what comes out of a person is what makes him unclean." ମନୁଷ୍ୟର ବାହାରେ ଏପରି କୌଣସି ବିଷୟ ନାହିଁ, ଯାହାକି ତାହାର ଭିତରେ ପ୍ରବେଶ କରି ତାହାକୁ ଅଶୁଚି କରିପାରେ, କିନ୍ତୁ ଯାହା ଯାହା ମନୁଷ୍ୟଠାରୁ ବାହାରେ, ସେହିସବୁ ତାହାକୁ ଅଶୁଚି କରେ।
16 Not in this edition [ଯଦି କାହାର ଶୁଣିବାକୁ କାନ ଅଛି, ସେ ଶୁଣୁ।]”
17 When he had left the crowd and entered the house, his disciples asked him about the parable. ଆଉ ସେ ଲୋକସମୂହଠାରୁ ଗୃହ ମଧ୍ୟକୁ ଆସିଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ଦୃଷ୍ଟାନ୍ତଟିର ଭାବ ପଚାରିବାକୁ ଲାଗିଲେ।
18 He said to them, "Are you also this dull? Don't you understand nothing entering a person from outside can make him unclean, ସେଥିରେ ଯୀଶୁ ସେମାନଙ୍କୁ କହିବାକୁ ଲାଗିଲେ, “ତୁମ୍ଭେମାନେ ମଧ୍ୟ କଅଣ ସେହିପରି ଅବୋଧ? ଯାହା କିଛି ବାହାରୁ ମନୁଷ୍ୟ ଭିତରେ ପ୍ରବେଶ କରେ, ତାହା ତାହାକୁ ଅଶୁଚି କରିପାରେ ନାହିଁ,
19 since it doesn't enter his heart but his stomach, and then goes out into the sewer?" (Saying this, he declared all foods clean.). କାରଣ ତାହା ତାହାର ହୃଦୟରେ ପ୍ରବେଶ କରେ ନାହିଁ, ମାତ୍ର ଉଦରରେ ପ୍ରବେଶ କରି ଶୌଚ ଦ୍ୱାରା ବର୍ହିଗତ ହୁଏ ଓ ଏହି ପ୍ରକାରେ ସମସ୍ତ ଖାଦ୍ୟ ପରିଷ୍କୃତ ହୋଇଥାଏ, ଏହା କଅଣ ବୁଝୁ ନାହଁ?”
20 He said, "What comes out of a person—that makes him unclean. ଆଉ ସେ କହିଲେ, “ଯାହା ମନୁଷ୍ୟଠାରୁ ବାହାରେ, ତାହା ହିଁ ତାହାକୁ ଅଶୁଚି କରେ।
21 For from within, out of the human heart, come evil thoughts—sexual sin, theft, murder, କାରଣ ଭିତରୁ, ମନୁଷ୍ୟର ହୃଦୟରୁ, କୁଚିନ୍ତା ବାହାରେ,
22 adultery, greed, malice, deceit, sensuality, envy, slander, pride, and foolishness. ବେଶ୍ୟାଗମନ, ଚୋରି, ନରହତ୍ୟା, ବ୍ୟଭିଚାର, ଲୋଭ, ଦୁଷ୍ଟତା, ଶଠତା, କାମୁକତା, ଈର୍ଷାଦୃଷ୍ଟି, ନିନ୍ଦା, ଅହଙ୍କାର, ମୂର୍ଖତା;
23 All these evils come from inside and make a person unclean." ଏହି ସମସ୍ତ ମନ୍ଦ ବିଷୟ ଭିତରୁ ବାହାରି ମନୁଷ୍ୟକୁ ଅଶୁଚି କରେ।”
24 Jesus left there for the region of Tyre. He entered a house, wanting no one to know, but couldn't stay hidden. ଏଥିଉତ୍ତାରେ ସେ ସେଠାରୁ ଉଠି ସୋର ସୀମାକୁ ଗଲେ, ଆଉ ଗୋଟିଏ ଗୃହରେ ପ୍ରବେଶ କରି, କେହି ଯେପରି ତାହା ନ ଜାଣେ, ଏହା ଇଚ୍ଛା କରୁଥିଲେ, ମାତ୍ର ସେ ଗୁପ୍ତ ହୋଇ ରହି ପାରିଲେ ନାହିଁ।
25 Instead, a woman whose little daughter had an unclean spirit heard about him at once, came, and fell at his feet. ସେହିକ୍ଷଣି ଜଣେ ସ୍ତ୍ରୀ, ଯାହାର ଝିଅଟିକୁ ଅଶୁଚି ଆତ୍ମା ଲାଗିଥିଲା, ସେ ତାହାଙ୍କ ବିଷୟ ଶୁଣି ତାହାଙ୍କ ଚରଣ ତଳେ ଆସି ପଡ଼ିଲା।
26 The woman was Greek, Syrophoenician by birth. She kept asking him to drive the demon out of her daughter. ସେ ସୁରଫୈନୀକୀୟା ଜାତିର ଜଣେ ଗ୍ରୀକ୍‍ ସ୍ତ୍ରୀଲୋକ ଥିଲା। ତାହାର ଝିଅଠାରୁ ଭୂତ ଛଡ଼ାଇବା ନିମନ୍ତେ ସେ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲା।
27 He told her, "Let the children eat first, for it's not right to take their bread and toss it to the dogs." ସେଥିରେ ସେ ତାହାକୁ କହିଲେ, “ପ୍ରଥମେ ସନ୍ତାନମାନଙ୍କୁ ତୃପ୍ତ ହେବାକୁ ଦିଅ, କାରଣ ସନ୍ତାନମାନଙ୍କ ଆହାର ନେଇ କୁକୁରମାନଙ୍କ ପାଖରେ ପକାଇବା ଉଚିତ୍ ନୁହେଁ।”
28 But she replied to him, "Sir, even the dogs under the table eat the children's crumbs." କିନ୍ତୁ ସେ ତାହାଙ୍କୁ ଉତ୍ତର ଦେଲ, ହଁ, ପ୍ରଭୁ; କୁକୁରମାନେ ମଧ୍ୟ ମେଜ ତଳେ ପିଲାମାନଙ୍କ ଖାଦ୍ୟର ଗୁଣ୍ଡିଗୁଣ୍ଡା ଖାଆନ୍ତି।
29 He said to her, "Because of this answer, go—the demon has left your daughter." ସେଥିରେ ଯୀଶୁ ତାହାକୁ କହିଲେ, “ଏହି କଥା ନିମନ୍ତେ ଯାଅ, ତୁମ୍ଭ ଝିଅଠାରୁ ଭୂତ ବାହାରିଗଲାଣି।”
30 And she went home and found the child lying on the bed, and the demon gone. ପୁଣି, ସେ ଘରକୁ ଯାଇ ପିଲାଟି ଶଯ୍ୟାରେ ଶୋଇଥିବା ଓ ଭୂତ ବାହାରିଯାଇଥିବା ଦେଖିଲା।
31 Then Jesus left the territory of Tyre, went through Sidon to the Sea of Galilee, into the region of the Decapolis. ପୁନର୍ବାର ସେ ସୋର ସହରର ସୀମାରୁ ପ୍ରସ୍ଥାନ କରି ସୀଦୋନ ଓ ଦେକାପଲି ସହରର ସୀମା ମଧ୍ୟ ଦେଇ ଗାଲିଲୀ ସମୁଦ୍ର ନିକଟକୁ ଆସିଲେ।
32 They brought him a deaf man who could hardly speak, begging him to lay his hand on him. ଆଉ ଲୋକେ ଜଣେ କାଲ ଓ ଖନାକୁ ତାହାଙ୍କ ନିକଟକୁ ଆଣି ତାହା ଉପରେ ହାତ ଥୋଇବା ନିମନ୍ତେ ତାହାଙ୍କୁ ବିନତି କଲେ।
33 Jesus took him aside privately, away from the crowd, put his fingers in the man's ears, spit, and touched his tongue. ଯୀଶୁ ତାହାକୁ ଲୋକସମୂହ ମଧ୍ୟରୁ ଅନ୍ତର କରି ଏକାକୀ ଘେନିଯାଇ ତାହାର ଦୁଇ କାନରେ ଆପଣା ଅଙ୍ଗୁଳି ଦେଲେ ଓ ଛେପ ପକାଇ ତାହାର ଜିହ୍ୱାକୁ ଛୁଇଁଲେ,
34 Then, looking up to heaven, he sighed deeply and said to him, "Ephphatha!" (that is, "Be opened!"). ଆଉ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଦୀର୍ଘ ନିଶ୍ୱାସ ପକାଇ ତାହାକୁ କହିଲେ, “ଇପ୍‌ପଥଃ,” ଅର୍ଥାତ୍‍ “ଫିଟିଯା।”
35 And immediately his ears were opened, his tongue was released, and he began to speak plainly. ସେଥିରେ ତାହାର କର୍ଣ୍ଣ ଉନ୍ମୁକ୍ତ ହେଲା ଓ ଜିହ୍ୱାର ବନ୍ଧନ ସେହିକ୍ଷଣି ଫିଟିଗଲା, ଆଉ ସେ ସ୍ପଷ୍ଟ ରୂପେ କଥା କହିବାକୁ ଲାଗିଲା।
36 Jesus ordered them to tell no one; but the more he ordered, the more they proclaimed it. ପୁଣି, ଏ ବିଷୟ କାହାରିକୁ ନ କହିବା ନିମନ୍ତେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ; ମାତ୍ର ସେ ସେମାନଙ୍କୁ ଯେତେ ନିଷେଧ କଲେ, ସେମାନେ ସେତେ ଆହୁରି ଅଧିକ ତାହା ଘୋଷଣା କଲେ।
37 They were completely amazed: "He has done everything well—he makes the deaf hear and the mute speak." ଆଉ ଲୋକମାନେ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ସେ ସମସ୍ତ କର୍ମ ଉତ୍ତମ ରୂପେ କରିଅଛନ୍ତି; ସେ ବଧିରମାନଙ୍କୁ ଶୁଣିବା ଶକ୍ତି ଓ ମୂକମାନଙ୍କୁ କହିବା ଶକ୍ତି ସୁଦ୍ଧା ପ୍ରଦାନ କରନ୍ତି।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]