Skip to content
The Believer's Library

Indian Revised Version(IRV) Odia - 2021

Matthew 1 IRVOry

Show IRVOry only
Verse × ×
1 This is the genealogy of Jesus Christ, the son of David, the son of Abraham: ଅବ୍ରହାମଙ୍କ ସନ୍ତାନ ଓ ଦାଉଦଙ୍କ ସନ୍ତାନ ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ।
2 Abraham was the father of Isaac, Isaac the father of Jacob, and Jacob the father of Judah and his brothers. ଅବ୍ରହାମ ଇସ୍‌ହାକଙ୍କୁ ଜନ୍ମ ଦେଲେ, ଇସ୍‌ହାକ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ, ଯିହୂଦା ଓ ତାହାଙ୍କ ଭାଇମାନଙ୍କୁ ଜନ୍ମ ଦେଲେ,
3 Judah was the father of Perez and Zerah by Tamar, Perez the father of Hezron, and Hezron the father of Ram. ଯିହୂଦା ତାମରଙ୍କ ଗର୍ଭରୁ ପେରସ ଓ ସେରହଙ୍କୁ ଜନ୍ମ ଦେଲେ, ପେରସ ହିଷ୍ରୋଣଙ୍କୁ ଜନ୍ମ ଦେଲେ,
4 Ram was the father of Amminadab, Amminadab the father of Nahshon, and Nahshon the father of Salmon. ହିଷ୍ରୋଣ ଅରାମଙ୍କୁ ଜନ୍ମ ଦେଲେ, ଅରାମ ଅମ୍ମୀନାଦବଙ୍କୁ ଜନ୍ମ ଦେଲେ, ଅମ୍ମୀନାଦାବ ନହଶୋନଙ୍କୁ ଜନ୍ମ ଦେଲେ, ନହଶୋନ ସଲମୋନଙ୍କୁ ଜନ୍ମ ଦେଲେ,
5 Salmon was the father of Boaz by Rahab, Boaz the father of Obed by Ruth, and Obed the father of Jesse, ସଲମୋନ ରାହାବଙ୍କ ଗର୍ଭରୁ ବୋୟଜଙ୍କୁ ଜନ୍ମ ଦେଲେ, ବୋୟଜ ରୂତଙ୍କ ଗର୍ଭରୁ ଓବେଦଙ୍କୁ ଜନ୍ମ ଦେଲେ, ଓବେଦ ଯିଶୀଙ୍କୁ ଜନ୍ମ ଦେଲେ,
6 and Jesse the father of David the king. David was the father of Solomon by the wife of Uriah, ଯିଶୀ ଦାଉଦ ରାଜାଙ୍କୁ ଜନ୍ମ ଦେଲେ। ଦାଉଦ ଉରୀୟଙ୍କ ଭାର୍ଯ୍ୟାଙ୍କ ଗର୍ଭରୁ ଶଲୋମନଙ୍କୁ ଜନ୍ମ ଦେଲେ,
7 Solomon the father of Rehoboam, Rehoboam the father of Abijah, and Abijah the father of Asa. ଶଲୋମନ ରିହବୀୟାମଙ୍କୁ ଜନ୍ମ ଦେଲେ, ରିହବୀୟାମ ଅବୀୟଙ୍କୁ ଜନ୍ମ ଦେଲେ,
8 Asa was the father of Jehoshaphat, Jehoshaphat the father of Joram, and Joram the father of Uzziah. ଅବୀୟ ଆସାଙ୍କୁ ଜନ୍ମ ଦେଲେ, ଆସା ଯିହୋଶାଫଟଙ୍କୁ ଜନ୍ମ ଦେଲେ, ଯିହୋଶାଫଟ ଯୋରାମଙ୍କୁ ଜନ୍ମ ଦେଲେ, ଯୋରାମ ଉଜୀୟଙ୍କୁ ଜନ୍ମ ଦେଲେ,
9 Uzziah was the father of Jotham, Jotham the father of Ahaz, and Ahaz the father of Hezekiah. ଉଜୀୟ ଯୋଥମଙ୍କୁ ଜନ୍ମ ଦେଲେ, ଯୋଥମ ଆହସ୍‌ଙ୍କୁ ଜନ୍ମ ଦେଲେ, ଆହସ୍‌ ହିଜକୀୟଙ୍କୁ ଜନ୍ମ ଦେଲେ,
10 Hezekiah was the father of Manasseh, Manasseh the father of Amon, and Amon the father of Josiah, ହିଜକୀୟ ମନଃଶିଙ୍କୁ ଜନ୍ମ ଦେଲେ, ମନଃଶି ଆମୋନଙ୍କୁ ଜନ୍ମ ଦେଲେ, ଆମୋନ ଯୋଶୀୟଙ୍କୁ ଜନ୍ମ ଦେଲେ,
11 and Josiah the father of Jeconiah and his brothers, at the time of the exile to Babylon. ବାବିଲକୁ ନିର୍ବାସିତ ହେବା ସମୟରେ ଯୋଶୀୟ ଯିକନୀୟ ଓ ତାହାଙ୍କ ଭାଇମାନଙ୍କୁ ଜନ୍ମ ଦେଲେ।
12 After the exile to Babylon, Jeconiah was the father of Shealtiel, and Shealtiel the father of Zerubbabel. ବାବିଲକୁ ନିର୍ବାସିତ ହେବା ପରେ ଯିକନୀୟ ଶଲ୍ଟୀୟେଲଙ୍କୁ ଜନ୍ମ ଦେଲେ, ଶଲ୍‍ଟୀୟେଲ୍ ଜିରୁବାବିଲଙ୍କୁ ଜନ୍ମ ଦେଲେ,
13 Zerubbabel was the father of Abiud, Abiud the father of Eliakim, and Eliakim the father of Azor. ଜିରୁବାବିଲ ଅବୀହୁଦଙ୍କୁ ଜନ୍ମ ଦେଲେ, ଅବୀହୁଦ ଏଲୀୟାକିମଙ୍କୁ ଜନ୍ମ ଦେଲେ, ଏଲୀୟାକିମ ଆସୋରଙ୍କୁ ଜନ୍ମ ଦେଲ,
14 Azor was the father of Zadok, Zadok the father of Achim, and Achim the father of Eliud. ଆସୋର ସାଦୋକଙ୍କୁ ଜନ୍ମ ଦେଲେ, ସାଦୋକ ଆଖିମଙ୍କୁ ଜନ୍ମ ଦେଲେ, ଆଖିମ ଏଲିହୁଦଙ୍କୁ ଜନ୍ମ ଦେଲେ,
15 Eliud was the father of Eleazar, Eleazar the father of Matthan, and Matthan the father of Jacob, ଏଲିହୁଦ ଏଲୀୟାଜରଙ୍କୁ ଜନ୍ମ ଦେଲେ, ଏଲୀୟାଜର ମତ୍ତାନଙ୍କୁ ଜନ୍ମ ଦେଲେ,
16 and Jacob the father of Joseph, the husband of Mary—it was Mary from whom Jesus was born, who is called Christ. ମତ୍ତାନ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ ମରୀୟମଙ୍କ ସ୍ୱାମୀ ଯୋଷେଫଙ୍କୁ ଜନ୍ମ ଦେଲେ, ଏହି ମରୀୟମଙ୍କ ଗର୍ଭରୁ ଯୀଶୁ ଜନ୍ମ ହେଲେ, ତାହାଙ୍କୁ ଖ୍ରୀଷ୍ଟ କୁହାଯାଏ।
17 So all the generations from Abraham to David: fourteen generations; from David to the exile to Babylon: fourteen generations; from the exile to Babylon to Christ: fourteen generations. ଏହି ପ୍ରକାରେ ସମସ୍ତେ ଅବ୍ରହାମଙ୍କଠାରୁ ଦାଉଦଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ, ଆଉ ଦାଉଦଙ୍କ ଠାରୁ ବାବିଲ ନିର୍ବାସନ ପର୍ଯ୍ୟନ୍ତ ଚଉଦ ପୁରୁଷ, ପୁଣି, ବାବିଲ ନିର୍ବାସନଠାରୁ ଖ୍ରୀଷ୍ଟଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ।
18 Jesus Christ's birth happened this way: his mother Mary was pledged to Joseph, but before they united, she was found pregnant through the Holy Spirit. ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ଏହି ପ୍ରକାରେ ହେଲା। ତାହାଙ୍କ ମାତା ମରୀୟମଙ୍କର ଯୋଷେଫଙ୍କ ସହିତ ବିବାହ ନିର୍ବନ୍ଧ ହେଲା ପରେ ସେମାନଙ୍କ ସହବାସ ପୂର୍ବେ ସେ ପବିତ୍ର ଆତ୍ମାଙ୍କ ଦ୍ୱାରା ଗର୍ଭବତୀ ହୋଇଅଛନ୍ତି ବୋଲି ଜଣାପଡ଼ିଲା।
19 Because Joseph, her husband, was righteous and didn't want to disgrace her publicly, he decided to divorce her quietly. ଏଥିରେ ତାହାଙ୍କ ସ୍ୱାମୀ ଯୋଷେଫ ଧାର୍ମିକ ଥିବାରୁ ଏବଂ ତାହାଙ୍କୁ ପ୍ରକାଶରେ ନିନ୍ଦାର ପାତ୍ର କରିବାକୁ ଇଚ୍ଛା ନ କରିବାରୁ ଗୋପନରେ ତାହାଙ୍କୁ ପରିତ୍ୟାଗ କରିବାକୁ ସ୍ଥିର କଲେ।
20 While Joseph considered this, an angel of the Lord appeared to him in a dream: "Joseph, son of David, don't be afraid to take Mary as your wife—the child conceived in her is from the Holy Spirit. କିନ୍ତୁ ସେ ଏହା ମନସ୍ଥ କଲା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ତାହାଙ୍କୁ ଦର୍ଶନ ଦେଇ କହିଲେ, “ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭର ଭାର୍ଯ୍ୟା ମରୀୟମଙ୍କୁ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ତାହାଙ୍କର ଗର୍ଭ ପବିତ୍ର ଆତ୍ମାଙ୍କ ଦ୍ୱାରା ହୋଇଅଛି।
21 She will bear a son; name him Jesus, for he will save his people from their sins." ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ।”
22 All this took place to fulfill what our Father had spoken through the prophet: ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏସମସ୍ତ ଘଟିଲା,
23 "Look, the virgin will conceive and give birth to a son, and they will call him Immanuel" (which means, "our Father with us"). “ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ,” ଏହି ନାମର ଅର୍ଥ “ଆମ୍ଭମାନଙ୍କ ସହିତ ଈଶ୍ବର।”
24 Joseph woke and did as the angel of the Lord commanded him, taking Mary as his wife. ଏଥିରେ ଯୋଷେଫ ନିଦରୁ ଉଠି ପ୍ରଭୁଙ୍କ ଦୂତ ତାହାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେହିପରି କଲେ ଓ ନିଜ ଭାର୍ଯ୍ୟାଙ୍କୁ ଗ୍ରହଣ କଲେ;
25 He did not have relations with her until she gave birth to a son, and named him Jesus. କିନ୍ତୁ ସେ ପୁତ୍ର ପ୍ରସବ ନ କରିବା ପର୍ଯ୍ୟନ୍ତ ତାହାଙ୍କ ସହିତ ସହବାସ କଲେ ନାହିଁ, ଆଉ ସେ ପୁତ୍ରଙ୍କ ନାମ ଯୀଶୁ ଦେଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]