Skip to content
The Believer's Library

Indian Revised Version(IRV) Odia - 2021

Matthew 10 IRVOry

Show IRVOry only
Verse × ×
1 Jesus called his twelve disciples and gave them authority over unclean spirits, to drive them out and heal every disease and every sickness. ଇତିମଧ୍ୟରେ ସେ ଆପଣା ବାର ଶିଷ୍ୟମାନଙ୍କୁ ପାଖକୁ ଡାକି ସେମାନଙ୍କୁ ଅଶୁଚି ଆତ୍ମା ଛଡ଼ାଇବା ନିମନ୍ତେ ସେମାନଙ୍କ ଉପରେ ଅଧିକାର ଦେଲେ, ପୁଣି, ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରିବା ନିମନ୍ତେ ଅଧିକାର ଦେଲେ।
2 The twelve apostles' names: first, Simon called Peter, and Andrew his brother; James son of Zebedee, and John his brother; ସେହି ଦ୍ୱାଦଶ ପ୍ରେରିତମାନଙ୍କ ନାମ ଏହି, ପ୍ରଥମରେ ଶିମୋନ, ଯାହାକୁ ପିତର ବୋଲି କହନ୍ତି, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ,
3 Philip and Bartholomew; Thomas and Matthew the tax collector; James son of Alphaeus and Thaddaeus; ଫିଲିପ୍ପ ଓ ବାର୍ଥଲମୀ, ଥୋମା ଓ କରଗ୍ରାହୀ ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ ଓ ଥଦ୍ଦୀୟ,
4 Simon the Zealot and Judas Iscariot, who also betrayed him. କିଣାନୀୟ ଦଳର ଶିମୋନ ଓ ଇଷ୍କାରିୟୋତୀୟ ଯିହୂଦା, ଯେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା।
5 Jesus sent these twelve, instructing them: "Do not go to Gentile regions or enter a Samaritan town. ଯୀଶୁ ଏହି ବାର ଜଣଙ୍କୁ ପଠାଇ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ଅଣଯିହୁଦୀମାନଙ୍କ ପାଖକୁ ଯାଅ ନାହିଁ ଏବଂ ଶମିରୋଣୀୟମାନଙ୍କର କୌଣସି ନଗରରେ ପ୍ରବେଶ କର ନାହିଁ,
6 Go rather to the lost sheep of the house of Israel. ବରଂ ଇସ୍ରାଏଲ ବଂଶର ହଜିଯାଇଥିବା ମେଷମାନଙ୍କ ପାଖକୁ ଯାଅ।
7 As you go, proclaim this message: 'The kingdom of our Father has come near.' ପୁଣି, ଯାଉ ଯାଉ ସ୍ୱର୍ଗରାଜ୍ୟ ସନ୍ନିକଟ, ଏହି କଥା କହି ଘୋଷଣା କର।
8 Heal the sick, raise the dead, cleanse those with leprosy, drive out demons. Freely you received; freely give. ପୀଡ଼ିତମାନଙ୍କୁ ସୁସ୍ଥ କର, ମୃତମାନଙ୍କୁ ଉଠାଅ, କୁଷ୍ଠରୋଗୀମାନଙ୍କୁ ଶୁଚି କର, ଭୂତମାନଙ୍କୁ ବାହାର କର। ତୁମ୍ଭେମାନେ ବିନାମୂଲ୍ୟରେ ପାଇଅଛ, ବିନାମୂଲ୍ୟରେ ଦାନ କର।
9 Do not take any gold or silver or copper in your belts. ତୁମ୍ଭମାନଙ୍କ ଗାଞ୍ଜିଆରେ ସୁନା କି ରୂପା କି ତମ୍ବା, ଆଉ ଯାତ୍ରା ନିମନ୍ତେ ଝୋଲି
10 No travel bag, no second shirt, no sandals, no staff—the worker deserves his food. କିମ୍ବା ଦୁଇଟି ଅଙ୍ଗରଖା ଅବା ଜୋତା କିମ୍ବା ବାଡ଼ି ଆୟୋଜନ କର ନାହିଁ, କାରଣ କାର୍ଯ୍ୟକାରୀ ଆପଣା ଆହାରର ଯୋଗ୍ୟ।
11 Whatever town or village you enter, find out who is worthy there, and stay there until you leave. ଆଉ ତୁମ୍ଭେମାନେ ଯେକୌଣସି ନଗରରେ କି ଗ୍ରାମରେ ପ୍ରବେଶ କରିବ, ସେଠାରେ କେଉଁ ଲୋକ ଯୋଗ୍ୟ, ତାହା ଅନୁସନ୍ଧାନ କର, ପୁଣି, ନ ଯିବା ପର୍ଯ୍ୟନ୍ତ ସେଠାରେ ରୁହ।
12 As you enter the home, greet it. ଆଉ ଗୃହରେ ପ୍ରବେଶ କରିବା ସମୟରେ ତାହାକୁ ଆଶୀର୍ବାଦ କର;
13 If the home is worthy, let your peace rest on it; if not, let it return to you. ସେହି ଗୃହ ଯଦି ଯୋଗ୍ୟ, ତେବେ ତାହା ପ୍ରତି ତୁମ୍ଭମାନଙ୍କ ଶାନ୍ତି ବର୍ତ୍ତୁ, କିନ୍ତୁ ତାହା ଯଦି ଯୋଗ୍ୟ ନୁହେଁ, ତାହାହେଲେ ତୁମ୍ଭମାନଙ୍କ ଶାନ୍ତି ତୁମ୍ଭମାନଙ୍କ ପାଖକୁ ଫେରିଆସୁ।
14 If anyone won't welcome you or hear your words, shake the dust off your feet as you leave that house or town. ପୁଣି, ଯେ କେହି ତୁମ୍ଭମାନଙ୍କୁ ଗ୍ରହଣ କରିବ ନାହିଁ ଅବା ତୁମ୍ଭମାନଙ୍କ କଥା ଶୁଣିବ ନାହିଁ, ସେହି ଗୃହରୁ କିମ୍ବା ସେହି ନଗରରୁ ବାହାରିଯିବା ବେଳେ ତୁମ୍ଭମାନଙ୍କ ପାଦଧୂଳି ଝାଡ଼ିଦିଅ।
15 Truly I tell you: Sodom and Gomorrah will fare better on judgment day than that town. ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବିଚାର ଦିନରେ ସେହି ନଗରର ଦଶା ଅପେକ୍ଷା ସଦୋମ ଓ ଗମୋରା ଦେଶର ଦଶା ସହନୀୟ ହେବ।”
16 Look, I send you out as sheep among wolves; so be as shrewd as serpents, as innocent as doves. “ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି, ଅତଏବ ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ।
17 Beware of people; they will hand you over to councils and whip you in their synagogues. ମାତ୍ର ମନୁଷ୍ୟମାନଙ୍କଠାରୁ ସାବଧାନ ହୋଇଥାଅ, କାରଣ ସେମାନେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ ଓ ସେମାନଙ୍କ ସମାଜଗୃହ ସମୂହରେ କୋରଡ଼ା ମାରିବେ,
18 For my sake you'll be brought before governors and kings, as testimony to them and the Gentiles. ପୁଣି, ତୁମ୍ଭେମାନେ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ପାଖକୁ ଅଣାଯିବ; ତାହା ସେମାନଙ୍କ ଓ ଅଣଯିହୁଦୀମାନଙ୍କ ପ୍ରତି ସାକ୍ଷ୍ୟସ୍ୱରୂପ ହେବ।
19 But when they hand you over, don't worry about what to say or how—for what to say will be given you at that time, କିନ୍ତୁ ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କିପରି ବା କି କଥା କହିବ, ସେ ବିଷୟରେ ଚିନ୍ତିତ ହୁଅ ନାହିଁ, କାରଣ କଅଣ କହିବ, ତାହା ସେହି ସମୟରେ ତୁମ୍ଭମାନଙ୍କୁ ଦିଆଯିବ।
20 for it will not be you speaking, but the Spirit of your Father speaking through you. ଯେଣୁ ତୁମ୍ଭେମାନେ ବକ୍ତା ନୁହଁ, କିନ୍ତୁ ତୁମ୍ଭମାନଙ୍କ ପିତାଙ୍କ ଆତ୍ମା ଯେ କି ତୁମ୍ଭମାନଙ୍କ ଅନ୍ତରରେ କଥା କହନ୍ତି, ସେ ବକ୍ତା ଅଟନ୍ତି।
21 Brother will betray brother to death, father his child; children will rise against their parents and have them killed. ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ, ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ।
22 Everyone will hate you because of my name, but whoever holds out to the end will be saved. ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ, ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।
23 When persecuted in one town, flee to the next. I tell you truly: you won't finish Israel's towns before the Son of Man comes. କିନ୍ତୁ ସେମାନେ ଯେତେବେଳେ ତୁମ୍ଭମାନଙ୍କୁ ଏକ ନଗରରେ ତାଡ଼ନା କରିବେ, ସେତେବେଳେ ଅନ୍ୟ ନଗରକୁ ପଳାଇଯାଅ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ନଗରଗୁଡ଼ିକରେ ତୁମ୍ଭମାନଙ୍କ ଭ୍ରମଣ ଶେଷ ନ ହେବା ପୂର୍ବରୁ ମନୁଷ୍ୟପୁତ୍ର ଆଗମନ କରିବେ।
24 The student is not above the teacher, nor the servant above his master. ଶିଷ୍ୟ ଗୁରୁଠାରୁ କିମ୍ବା ଦାସ କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ।
25 It's enough for the student to become like the teacher, and the servant like the master. If they call the head of the house Beelzebul, how much more his household! ଶିଷ୍ୟ ଆପଣା ଗୁରୁ ଓ ଦାସ ଆପଣା କର୍ତ୍ତା ପରି ହେଲେ ସେମାନଙ୍କ ପକ୍ଷରେ ଯଥେଷ୍ଟ। ସେମାନେ ଯେବେ ଗୃହ କର୍ତ୍ତାଙ୍କୁ ବାଲ୍‌ଜିବୂଲ୍ ବୋଲି କହିଅଛନ୍ତି, ତେବେ ତାହାଙ୍କର ପରିଜନଙ୍କୁ ତ ଆହୁରି ଅଧିକ କହିବେ।”
26 So do not be afraid of them. There is nothing concealed that will not be disclosed, or hidden that will not be made known. “ଅତଏବ ସେମାନଙ୍କୁ ଭୟ କର ନାହିଁ; କାରଣ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ।
27 What I tell you in the dark, say in daylight; what's whispered in your ear, proclaim from rooftops. ମୁଁ ତୁମ୍ଭମାନଙ୍କୁ ଯାହା ଅନ୍ଧକାରରେ କହେ, ତାହା ଆଲୋକରେ କୁହ, ପୁଣି, ଯାହା ତୁମ୍ଭେମାନେ ଗୋପନରେ ଶୁଣ, ତାହା ଘର ଛାତ ଉପରେ ଘୋଷଣା କର।
28 Don't fear those who kill the body but not the soul; instead fear the One able to destroy both soul and body in hell. ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରିପାରନ୍ତି, ତାହାଙ୍କୁ ହିଁ ଭୟ କର।
29 Aren't two sparrows sold for a penny? Yet not one falls to the ground without your Father. ଦୁଇଟି ଘରଚଟିଆ କଅଣ ଗୋଟିଏ ପଇସାରେ ବିକାଯାଆନ୍ତି ନାହିଁ? ଆଉ ତୁମ୍ଭମାନଙ୍କର ପିତାଙ୍କର ଅନୁମତି ବିନା ସେମାନଙ୍କ ମଧ୍ୟରୁ ଗୋଟିଏ ହେଲେ ତଳେ ପଡ଼େ ନାହିଁ;
30 And even the very hairs of your head are all numbered. କିନ୍ତୁ ତୁମ୍ଭମାନଙ୍କ ମସ୍ତକର ସମସ୍ତ କେଶ ହିଁ ଗଣାଯାଇଅଛି।
31 So do not be afraid; you are worth more than many sparrows. ଏଣୁ ଭୟ କର ନାହିଁ, ତୁମ୍ଭେମାନେ ଅନେକ ଘରଚଟିଆ ଠାରୁ ଶ୍ରେଷ୍ଠ।”
32 Therefore, whoever acknowledges me before others, I will also acknowledge before my Father in heaven. “ଆଉ, ଯେ କେହି ଲୋକଙ୍କ ଆଗରେ ମୋତେ ସ୍ୱୀକାର କରିବ, ମୁଁ ମଧ୍ୟ ମୋହର ସ୍ୱର୍ଗସ୍ଥ ପିତାଙ୍କ ଆଗରେ ତାହାକୁ ସ୍ୱୀକାର କରିବି।
33 But whoever denies me before others, I'll deny before my Father in heaven. ମାତ୍ର ଯେ କେହି ଲୋକଙ୍କ ଆଗରେ ମୋତେ ଅସ୍ୱୀକାର କରିବ, ମୁଁ ମଧ୍ୟ ମୋହର ସ୍ୱର୍ଗସ୍ଥ ପିତାଙ୍କ ଆଗରେ ତାହାକୁ ଅସ୍ୱୀକାର କରିବି।”
34 Do not think I came to bring peace on earth; I came not to bring peace but a sword. “ମୁଁ ଯେ ପୃଥିବୀରେ ଶାନ୍ତି ଦେବାକୁ ଆସିଅଛି, ଏହା ମନେ କର ନାହିଁ; ଶାନ୍ତି ଦେବାକୁ ନ ଆସି ବରଂ ଖଡ୍ଗ ଦେବାକୁ ଆସିଅଛି।
35 For I came to pit a man against his father, a daughter against her mother, a daughter-in-law against her mother-in-law, କାରଣ ମୁଁ ‘ପିତାଙ୍କ ସହିତ ପୁତ୍ରର ଓ ମାତା ସହିତ କନ୍ୟାର ପୁଣି, ଶାଶୁ ସହିତ ବୋହୁର ବିରୋଧ ବଢ଼ାଇବାକୁ ଆସିଅଛି,
36 a man's enemies will be the members of his own household. ଆଉ ମନୁଷ୍ୟର ନିଜ ପରିଜନ ହିଁ ତାହାର ଶତ୍ରୁ ହେବେ।’
37 Whoever loves father or mother above me is unworthy of me; whoever loves son or daughter above me is unworthy of me. ଯେ ପିତା କି ମାତାକୁ ମୋʼଠାରୁ ଅଧିକ ପ୍ରିୟ ଜ୍ଞାନ କରେ, ସେ ମୋହର ଯୋଗ୍ୟ ନୁହେଁ, ପୁଣି, ଯେ ପୁତ୍ର କି କନ୍ୟାକୁ ମୋʼଠାରୁ ଅଧିକ ପ୍ରେମ କରେ, ସେ ମୋହର ଯୋଗ୍ୟ ନୁହେଁ।
38 Whoever does not take up his cross and follow me is not worthy of me. ଆଉ ଯେ ଆପଣା କ୍ରୁଶ ନେଇ ମୋହର ଅନୁଗମନ ନ କରେ, ସେ ମୋହର ଯୋଗ୍ୟ ନୁହେଁ।
39 Whoever finds his life loses it, and whoever loses his life for my sake finds it. ଯେ ଆପଣା ଜୀବନ ବଞ୍ଚାଏ, ସେ ତାହା ହରାଇବ, ଆଉ ଯେ ମୋ ନିମନ୍ତେ ଆପଣା ଜୀବନ ହରାଏ, ସେ ତାହା ବଞ୍ଚାଇବ।”
40 Whoever welcomes you welcomes me, and whoever welcomes me welcomes the One who sent me. “ଯେ ତୁମ୍ଭମାନଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।
41 Whoever welcomes a prophet as a prophet gets a prophet's reward, and whoever welcomes a righteous person as a righteous person gets a righteous person's reward. ଯେ ଭାବବାଦୀଙ୍କୁ ଭାବବାଦୀ ବୋଲି ଗ୍ରହଣ କରେ, ସେ ଭାବବାଦୀଙ୍କ ପୁରସ୍କାର ପାଇବ। ଆଉ ଯେ ଧାର୍ମିକ ବ୍ୟକ୍ତିଙ୍କୁ ଧାର୍ମିକ ବୋଲି ଗ୍ରହଣ କରେ, ସେ ଧାର୍ମିକ ବ୍ୟକ୍ତିଙ୍କ ପୁରସ୍କାର ପାଇବ।
42 And whoever gives just a cup of cold water to one of these little ones because he is my disciple, truly I tell you, will never lose his reward." ପୁଣି, ଯେ କେହି ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ମୋହର ଶିଷ୍ୟ ବୋଲି ଯଦି ଗିନାଏ ଥଣ୍ଡା ପାଣି ମଧ୍ୟ ପିଇବାକୁ ଦେବ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]