Skip to content
The Believer's Library

Indian Revised Version(IRV) Odia - 2021

Matthew 11 IRVOry

Show IRVOry only
Verse × ×
1 After Jesus finished instructing his twelve disciples, he left there to teach and preach in their towns. ଯୀଶୁ ଆପଣା ବାର ଜଣ ଶିଷ୍ୟଙ୍କୁ ଆଦେଶ ଦେବାର ସମାପ୍ତ କଲା ପରେ ଗାଲିଲୀର ନଗରସମୂହରେ ଶିକ୍ଷା ଦେବାକୁ ଓ ଘୋଷଣା କରିବାକୁ ସେ ସ୍ଥାନରୁ ବାହାରିଗଲେ।
2 John, hearing in prison of the Christ's works, sent word through his disciples, ଏଥିମଧ୍ୟରେ ବାପ୍ତିଜକ ଯୋହନ ଖ୍ରୀଷ୍ଟଙ୍କ କର୍ମର ବିବରଣ କାରାଗାରରେ ଶୁଣି ଆପଣା ଶିଷ୍ୟମାନଙ୍କ ଦ୍ୱାରା ତାହାଙ୍କୁ ପଚାରି ପଠାଇଲେ,
3 and asked him, "Are you the one who is to come, or should we look for another?" ଯାହାଙ୍କର ଆଗମନ ହେବ, ସେହି ବ୍ୟକ୍ତି କି ଆପଣ, ଅବା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ?
4 Jesus answered them, "Go and report to John what you hear and see: ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଯାଇ, ଯାହା ଯାହା ଶୁଣିଅଛ ଓ ଦେଖିଅଛ, ସେହିସବୁ ଯୋହନଙ୍କୁ ଜଣାଅ;
5 "Blind eyes see, the lame walk, those with leprosy are made clean, the deaf hear, the dead are raised, and good news is preached to the poor. ଅନ୍ଧମାନେ ଦୃଷ୍ଟି ପାଆନ୍ତି, ଖଞ୍ଜମାନେ ଗମନ କରନ୍ତି, କୁଷ୍ଠରୋଗୀମାନେ ଶୁଚି ହୁଅନ୍ତି, ବଧିରମାନେ ଶ୍ରବଣ କରନ୍ତି, ମୃତମାନେ ଉତ୍ଥାପିତ ହୁଅନ୍ତି, ପୁଣି, ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ;
6 And blessed is the one who does not stumble on account of me." ଆଉ, ଯେ କେହି ମୋʼ ଠାରେ ବିଘ୍ନର କାରଣ ନ ପାଏ, ସେ ଧନ୍ୟ।”
7 As they left, Jesus began telling the crowds about John: "What did you go out into the wilderness to see? A reed shaken by the wind? ସେମାନେ ଚାଲିଯାଉଥିବା ସମୟରେ ଯୀଶୁ ଯୋହନଙ୍କ ସମ୍ବନ୍ଧରେ ଲୋକସମୂହକୁ କହିବାକୁ ଲାଗିଲେ, “ତୁମ୍ଭେମାନେ କଅଣ ଦେଖିବା ପାଇଁ ପ୍ରାନ୍ତରକୁ ବାହାରିଯାଇଥିଲ? କଅଣ ପବନରେ ଦୋହଲୁଥିବା ଗୋଟିଏ ନଳ?
8 But why go out—to see a man dressed in soft clothes? Look, those who wear soft clothes are in royal palaces. ତାହାହେଲେ ତୁମ୍ଭେମାନେ କଅଣ ଦେଖିବା ପାଇଁ ବାହାରିଯାଇଥିଲ? କଅଣ ସୂକ୍ଷ୍ମ ବସ୍ତ୍ର ପିନ୍ଧିଥିବା ଜଣେ ବ୍ୟକ୍ତିଙ୍କୁ? ଦେଖ, ଯେଉଁମାନେ ସୂକ୍ଷ୍ମ ବସ୍ତ୍ର ପିନ୍ଧନ୍ତି, ସେମାନେ ରାଜପ୍ରାସାଦରେ ଥାଆନ୍ତି।
9 But why did you go out? To see a prophet? Yes, I tell you, far more than a prophet. ତାହା ନ ହେଲେ କି ନିମନ୍ତେ ବାହାରିଯାଇଥିଲ? କଅଣ ଜଣେ ଭାବବାଦୀଙ୍କୁ ଦେଖିବାକୁ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭାବବାଦୀଙ୍କ ଅପେକ୍ଷା ଅଧିକ ଶ୍ରେଷ୍ଠ ବ୍ୟକ୍ତିଙ୍କୁ;
10 This is the one written about: 'Look, I send my messenger ahead of you, who will prepare your way before you.' ଯାହାଙ୍କ ବିଷୟରେ ଏହା ଲେଖାଅଛି, ‘ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପଠାଉଅଛୁ, ସେ ତୁମ୍ଭ ସମ୍ମୁଖରେ ତୁମ୍ଭର ପଥ ପ୍ରସ୍ତୁତ କରିବ, ଏ ସେହି ବ୍ୟକ୍ତି।’
11 Truly I tell you: among those born of women, none greater than John the Baptist has arisen; yet the least in our Father's kingdom is greater than he. ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ତ୍ରୀଗର୍ଭଜାତ ସମସ୍ତଙ୍କ ମଧ୍ୟରେ ବାପ୍ତିଜକ ଯୋହନଙ୍କଠାରୁ ମହାନ କେହି ଉତ୍ପନ୍ନ ହୋଇ ନାହାନ୍ତି; ତଥାପି ସ୍ୱର୍ଗରାଜ୍ୟରେ ଯେ କ୍ଷୁଦ୍ରତମ, ସେ ତାହାଙ୍କଠାରୁ ମହାନ।
12 From John the Baptist's days until now, the kingdom of our Father endures violence, and the violent seize it. ଆଉ, ବାପ୍ତିଜକ ଯୋହନଙ୍କ ସମୟଠାରୁ ଆଜି ପର୍ଯ୍ୟନ୍ତ ସ୍ୱର୍ଗରାଜ୍ୟ ବଳରେ ଆକ୍ରାନ୍ତ ହେଉଅଛି; ପୁଣି, ବଳରେ ଆକ୍ରମଣକାରୀମାନେ ପରାକ୍ରମରେ ତାହା ଅଧିକାର କରୁଅଛନ୍ତି।
13 For all the Prophets and the Law prophesied until John, କାରଣ ସମସ୍ତ ଭାବବାଦୀ ଓ ମୋଶାଙ୍କ ବ୍ୟବସ୍ଥା ବାପ୍ତିଜକ ଯୋହନଙ୍କ ସମୟ ପର୍ଯ୍ୟନ୍ତ ଭାବବାଣୀ କରୁଥିଲେ।
14 and if you are willing to accept it, he is the Elijah who was to come. ଆଉ, ତୁମ୍ଭେମାନେ ଯେବେ ଗ୍ରହଣ କରିବାକୁ ଇଚ୍ଛା କର, ତେବେ ଯେଉଁ ଏଲୀୟଙ୍କ ଆସିବାର ଅଛି, ଏ ସେହି।
15 Whoever has ears, let him hear. ଯାହାର କାନ ଅଛି, ସେ ଶୁଣୁ।
16 To what can I compare this generation? It's like children sitting in the marketplaces, calling out to others: କିନ୍ତୁ ମୁଁ କାହା ସାଙ୍ଗରେ ବର୍ତ୍ତମାନ ପୁରୁଷର ତୁଳନା କରିବି? ପିଲାମାନଙ୍କ ପରି ଯେଉଁମାନେ ହାଟବଜାରରେ ବସି ଅନ୍ୟମାନଙ୍କୁ ଡାକି କହନ୍ତି,
17 'We played the flute for you, and you did not dance; we sang a funeral song, and you did not mourn.' ‘ଆମ୍ଭେମାନେ ତୁମ୍ଭମାନଙ୍କ ପାଖରେ ବଂଶୀ ବଜାଇଲୁ, ତୁମ୍ଭେମାନେ ନାଚିଲ ନାହିଁ; ଆମ୍ଭେମାନେ ବିଳାପ କଲୁ, ତୁମ୍ଭେମାନେ ଛାତିରେ ମାରି ହେଲ ନାହିଁ ବର୍ତ୍ତମାନ ପୁରୁଷ ସେମାନଙ୍କ ପରି।’
18 For John came neither eating nor drinking, and they say, 'He has a demon.' କାରଣ ଯୋହନ ଆସି ଭୋଜନପାନ କଲେ ନାହିଁ, ଆଉ ଲୋକେ କହନ୍ତି, ‘ସେ ଭୂତଗ୍ରସ୍ତ।’
19 The Son of Man came eating and drinking, and they say, 'A glutton and drunkard, a friend of tax collectors and sinners!' Yet wisdom is proved right by her deeds." ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି, ଆଉ ଲୋକେ କହନ୍ତି, ଦେଖ, ଏ ଜଣେ ପେଟୁକ ଓ ମଦୁଆ, କରଗ୍ରାହୀ ଓ ପାପୀମାନଙ୍କର ବନ୍ଧୁ; ମାତ୍ର ଜ୍ଞାନ ଆପଣା କର୍ମ ଦ୍ୱାରା ଯଥାର୍ଥ ବୋଲି ପ୍ରମାଣିତ ହେଲା।”
20 Then he began denouncing the towns where he'd done most of his miracles, because they hadn't repented. ସେତେବେଳେ ଯେଉଁ ଯେଉଁ ନଗରରେ ତାହାଙ୍କର ଅଧିକାଂଶ ଆଶ୍ଚର୍ଯ୍ୟର କାର୍ଯ୍ୟ କରାଯାଇଥିଲା, ସେହି ସେହି ନଗରକୁ ସେ ତିରସ୍କାର କରିବାକୁ ଲାଗିଲେ, କାରଣ ସେମାନେ ମନ-ପରିବର୍ତ୍ତନ କରି ନ ଥିଲେ।
21 "Woe to you, Chorazin! Woe to you, Bethsaida! For if the miracles done in you had been done in Tyre and Sidon, they'd have turned back long ago in mourning clothes and ashes. “ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥ୍‌ସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସୋର ଓ ସୀଦୋନ ସହରମାନଙ୍କରେ କରାଯାଇଥାଆନ୍ତା, ତେବେ ସେମାନେ ସମୟ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ-ପରିବର୍ତ୍ତନ କରିଥାଆନ୍ତେ।
22 But I tell you: judgment day will be more bearable for Tyre and Sidon than for you. ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ତୁମ୍ଭମାନଙ୍କ ଦଶା ଅପେକ୍ଷା ସୋର ଓ ସୀଦୋନର ଦଶା ସହନୀୟ ହେବ।
23 And you, Capernaum—will you be lifted to heaven? You'll be brought down to the grave. If the miracles done in you had been done in Sodom, it would still stand today. ଆଉ ରେ କଫର୍ନାହୂମ, ତୁ କଅଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ? ପାତାଳ ପର୍ଯ୍ୟନ୍ତ ତୋର ଅଧୋଗତି ହେବ, କାରଣ ତୋʼ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସଦୋମରେ କରାଯାଇଥାଆନ୍ତା, ତେବେ ତାହା ଆଜି ପର୍ଯ୍ୟନ୍ତ ରହିଥାଆନ୍ତା।
24 But I tell you: Sodom's land will fare better on judgment day than you." ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ତୋର ଦଶା ଅପେକ୍ଷା ସଦୋମ ଦେଶର ଦଶା ସହନୀୟ ହେବ।”
25 At that time Jesus said, "I praise you, Father, Sovereign of heaven and earth, for hiding this from the wise and discerning, and revealing it to infants. ସେହି ସମୟରେ ଯୀଶୁ ଉତ୍ତର ଦେଲେ, “ପିତଃ, ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି;
26 Yes, Father, for this pleased you. ହଁ, ପିତଃ, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା।
27 Everything was entrusted to me by my Father. Only the Father knows the Son, only the Son knows the Father, and anyone the Son chooses to reveal the Father to. ମୋହର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋʼ ଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ, କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି, ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ।
28 "Come to me, all you who are weary and burdened, and I will give you rest. ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି।
29 Put my yoke on you and learn from me, since I'm gentle and humble in heart, and you'll find rest for your souls. ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋʼ ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ;
30 For my yoke is easy, and my burden is light." ଯେଣୁ ମୋହର ଜୁଆଳି ସହଜ ଓ ମୋହର ଭାର ଉଶ୍ୱାସ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]