Skip to content
The Believer's Library

Indian Revised Version(IRV) Odia - 2021

Matthew 12 IRVOry

Show IRVOry only
Verse × ×
1 At that time Jesus went through the grainfields on the Sabbath. His disciples were hungry and began to pluck heads of grain and eat them. ସେହି ସମୟରେ ଯୀଶୁ ବିଶ୍ରାମବାର ଦିନରେ ଶସ୍ୟକ୍ଷେତ୍ର ଦେଇ ଗଲେ, ଆଉ ତାହାଙ୍କର ଶିଷ୍ୟମାନେ କ୍ଷୁଧିତ ହୋଇ ଶସ୍ୟର ଶିଁଷା ଛିଣ୍ଡାଇ ଖାଇବାକୁ ଲାଗିଲେ।
2 Seeing this, the Pharisees said to him, "Look—your disciples are doing what's unlawful on the Sabbath." କିନ୍ତୁ ଫାରୂଶୀମାନେ ତାହା ଦେଖି ତାହାଙ୍କୁ କହିଲେ, ଦେଖ, ବିଶ୍ରାମବାର ଦିନରେ ଯାହା କରିବା ବିଧିସଙ୍ଗତ ନୁହେଁ, ତାହା ତୁମ୍ଭର ଶିଷ୍ୟମାନେ କରୁଅଛନ୍ତି।
3 He said to them, "Haven't you read what David did when he and his companions were hungry?" ମାତ୍ର ସେ ସେମାନଙ୍କୁ କହିଲେ, “ଦାଉଦ ଓ ତାହାଙ୍କ ସଙ୍ଗୀମାନେ କ୍ଷୁଧିତ ହେବା ସମୟରେ ସେ କଅଣ କରୁଥିଲେ, ତାହା କି ତୁମ୍ଭେମାନେ ପାଠ କରି ନାହଁ?
4 how he entered the house of our Father and ate the Presence bread, unlawful for him and his companions, reserved only for priests? ସେ କିପରି ଈଶ୍ବରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ଭୋଜନ କରିବା ବିଧିସଙ୍ଗତ ଥିଲା, କିନ୍ତୁ ତାଙ୍କର ଓ ତାହାଙ୍କ ସଙ୍ଗୀମାନଙ୍କର ଭୋଜନ କରିବା ବିଧିସଙ୍ଗତ ନ ଥିଲା, ତାହା ସେମାନେ ଭୋଜନ କରିଥିଲେ।
5 "Or haven't you read in the Law that on the Sabbath, priests in the temple break the Sabbath and are guiltless? କିମ୍ବା ବିଶ୍ରାମବାର ଦିନରେ ଯାଜକମାନେ ମନ୍ଦିର ମଧ୍ୟରେ ବିଶ୍ରାମବାରକୁ ଅପବିତ୍ର କଲେ ହେଁ ନିର୍ଦ୍ଦୋଷ ଅଟନ୍ତି, ମୋଶାଙ୍କ ବ୍ୟବସ୍ଥାରେ ତୁମ୍ଭେମାନେ କଅଣ ଏହା ପାଠ କରି ନାହଁ?
6 I tell you, something greater than the temple is here. ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି, ମନ୍ଦିର ଅପେକ୍ଷା ମହତ ବିଷୟ ଏଠାରେ ଅଛି।
7 If you knew what 'I want mercy, not sacrifice' means, you wouldn't have condemned the blameless. କିନ୍ତୁ ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ, ଏ ଉକ୍ତିର ଅର୍ଥ ଯେବେ ଜାଣିଥାଆନ୍ତ, ତେବେ ଏହି ନିର୍ଦ୍ଦୋଷ ଲୋକଙ୍କୁ ଦୋଷୀ କରି ନ ଥାଆନ୍ତ।
8 For the Son of Man is Lord of the Sabbath." କାରଣ ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି।”
9 He went on from there and entered their synagogue. ସେ ସେହି ସ୍ଥାନରୁ ଚାଲିଯାଇ ସେମାନଙ୍କ ସମାଜଗୃହରେ ପ୍ରବେଶ କଲେ।
10 A man with a withered hand was there. They asked him, "Is it lawful to heal on the Sabbath?"—hoping to accuse him. ଆଉ ଦେଖ, ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା। ପୁଣି, ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରିବା ଉଦ୍ଦେଶ୍ୟରେ ତାହାଙ୍କୁ ପଚାରିଲେ, ବିଶ୍ରାମବାର ଦିନରେ ସୁସ୍ଥ କରିବା କଅଣ ବିଧିସଙ୍ଗତ?
11 He said to them, "Who among you with a sheep, if it falls in a pit on the Sabbath, won't grab and pull it out? କିନ୍ତୁ ସେ ସେମାନଙ୍କୁ କହିଲେ, “ଯଦି କାହାରି ଗୋଟିଏ ମେଣ୍ଢା ଥାଏ ଓ ତାହା ବିଶ୍ରାମବାର ଦିନରେ ଖାତରେ ପଡ଼ିଯାଏ, ତାହାହେଲେ ଯେ ତାହାକୁ ଧରି ନ ଉଠାଇବ, ଏପରି ଲୋକ ତୁମ୍ଭମାନଙ୍କ ମଧ୍ୟରେ କିଏ ଅଛି?
12 How much more is a person worth than a sheep! So it's lawful to do good on the Sabbath." ତେବେ, ମେଣ୍ଢାଠାରୁ ମନୁଷ୍ୟ ଆହୁରି କେତେ ଅଧିକ ଶ୍ରେଷ୍ଠ। ଏଣୁ ବିଶ୍ରାମବାର ଦିନରେ ମଙ୍ଗଳ ସାଧନ କରିବା ବିଧିସଙ୍ଗତ।
13 Then he told him, "Stretch out your hand." He stretched it out, and it was restored, healthy like the other. ସେତେବେଳେ ସେ ସେହି ଲୋକଙ୍କୁ କହିଲେ, ତୁମ୍ଭର ହାତ ବଢ଼ାଅ।” ସେଥିରେ ସେ ହାତ ବଢ଼ାଇଲା ଓ ତାହା ଅନ୍ୟ ହାତ ପରି ପୁଣି, ଭଲ ହୋଇଗଲା।
14 But the Pharisees went out and plotted how to destroy him. କିନ୍ତୁ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ପାଇଁ ତାହାଙ୍କ ବିରୁଦ୍ଧରେ ମନ୍ତ୍ରଣା କଲେ।
15 Jesus, aware of this, withdrew from there. And many followed him, and he healed them all, ଯୀଶୁ ତାହା ଜାଣି ସେଠାରୁ ଅଲଗା ହୋଇ ବାହାରିଗଲେ, ପୁଣି, ଅନେକେ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସମସ୍ତଙ୍କୁ ସୁସ୍ଥ କଲେ
16 and he ordered them not to tell anyone about him. ଏବଂ ତାହାଙ୍କୁ ପ୍ରକାଶ ନ କରିବା ପାଇଁ ସେ ସେମାନଙ୍କୁ ଦୃଢ଼ରୂପେ ଆଜ୍ଞା ଦେଲେ,
17 This was to fulfill what was spoken by the prophet Isaiah: ଯେପରି, ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ,
18 "Look, my servant—Jesus—whom I have chosen, my beloved in whom my soul delights. I will put my Spirit upon him, and he will proclaim justice to the nations. ଦେଖ, ଆମ୍ଭର ଦାସ, ଯାହାଙ୍କୁ ଆମ୍ଭେ ମନୋନୀତ କରିଅଛୁ; ଆମ୍ଭର ପ୍ରିୟପାତ୍ର, ଯାହାଙ୍କଠାରେ ଆମ୍ଭ ଆତ୍ମାର ପରମ ସନ୍ତୋଷ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ଅଧିଷ୍ଠାନ କରାଇବା, ଆଉ ସେ ଅଣଯିହୁଦୀମାନଙ୍କ ପାଖରେ ନ୍ୟାୟବିଚାର ପ୍ରଚାର କରିବେ।
19 He will not quarrel or shout, nor will anyone hear his voice in the streets. ସେ ବିବାଦ କରିବେ ନାହିଁ, କିମ୍ବା ଉଚ୍ଚସ୍ୱର କରିବେ ନାହିଁ, କିମ୍ବା ଦାଣ୍ଡରେ କେହି ତାହାଙ୍କ ସ୍ୱର ଶୁଣିବ ନାହିଁ।
20 A bruised reed he will not break, and a smoldering wick he will not quench, until he brings justice to victory; ନ୍ୟାୟକୁ ଜୟଯୁକ୍ତ ନ କରିବା ପର୍ଯ୍ୟନ୍ତ ସେ ଛେଚା-ନଳ ଭାଙ୍ଗିବେ ନାହିଁ, ପୁଣି, ସଧୂମ ସଳିତା ଲିଭାଇବେ ନାହିଁ।
21 and in his name the nations will put their hope." ଆଉ, ତାହାଙ୍କ ନାମରେ ଅଣଯିହୁଦୀମାନେ ଭରସା ରଖିବେ।
22 Then someone brought him a blind, mute demon-oppressed man, and he healed him so the man could speak and see. ସେହି ସମୟରେ ଜଣେ ଭୂତଗ୍ରସ୍ତ ଅନ୍ଧ ଘୁଙ୍ଗାଲୋକକୁ ତାହାଙ୍କ ନିକଟକୁ ଅଣାଗଲା, ଆଉ ସେ ତାହାଙ୍କୁ ସୁସ୍ଥ କଲେ; ସେଥିରେ ସେହି ଘୁଙ୍ଗା କଥା କହି ପାରିଲା ଓ ଦେଖି ପାରିଲା।
23 And all the crowds were amazed and said, "Can this be the Son of David?" ପୁଣି, ଲୋକସମୂହ ଆଚମ୍ଭିତ ହୋଇ କହିବାକୁ ଲାଗିଲେ ଏ କଅଣ ଦାଉଦଙ୍କ ସନ୍ତାନ ନୁହଁନ୍ତି?
24 But hearing this, the Pharisees said, "This man drives out demons only by Beelzebul, prince of demons." ମାତ୍ର ଫାରୂଶୀମାନେ ତାହା ଶୁଣି କହିଲେ, ଏ ଲୋକଟା ଭୂତପତି ବାଲ୍‌ଜିବୂଲ୍‍ର ବିନା ସାହାଯ୍ୟରେ ଭୂତ ଛଡ଼ାଏ ନାହିଁ।
25 Knowing their thoughts, he said to them, "Every kingdom divided against itself is ruined, and no city or house divided against itself will stand. କିନ୍ତୁ ସେ ସେମାନଙ୍କ ମନର ଚିନ୍ତା ଜାଣି ସେମାନଙ୍କୁ କହିଲେ, “ଯେକୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ ତାହା ଧ୍ୱଂସ ହୋଇ ଯାଏ; ପୁଣି, ଯେକୌଣସି ନଗରରେ କିମ୍ବା ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ସ୍ଥିର ହୋଇ ରହିବ ନାହିଁ।
26 And if Satan casts out Satan, he is divided against himself. How then will his kingdom stand? ଆଉ, ଶୟତାନ ଯଦି ଶୟତାନକୁ ଛଡ଼ାଏ, ତାହାହେଲେ ସେ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି ତେବେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ?
27 If I drive out demons by Beelzebul, by whom do your sons drive them out? So they will be your judges. ମୁଁ ଯେବେ ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତମାନଙ୍କୁ ବାହାର କରେ ତେବେ ତୁମ୍ଭମାନଙ୍କ ସନ୍ତାନଗଣ କାହା ସାହାଯ୍ୟରେ ସେମାନଙ୍କୁ ବାହାର କରନ୍ତି। ଏଣୁ ସେମାନେ ହିଁ ତୁମ୍ଭମାନଙ୍କର ବିଚାରକର୍ତ୍ତା ହେବେ।
28 But if I drive out demons by the Spirit of our Father, then the kingdom of our Father has reached you. କିନ୍ତୁ ମୁଁ ଯଦି ଈଶ୍ବରଙ୍କ ଆତ୍ମାଙ୍କ ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି।
29 Or how can someone enter a strong man's house and carry off his goods, unless he first restrains the strong man? Then he can loot his house. ଅବା କେହି ପ୍ରଥମେ ବଳବାନ ଲୋକଙ୍କୁ ନ ବାନ୍ଧିଲେ କିପ୍ରକାରେ ତାହା ଘରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ର ସବୁ ଚୋରି କରିପାରେ? ତାହାକୁ ଆଗେ ବାନ୍ଧିଲେ ସିନା ତାହାର ଗୃହ ଲୁଣ୍ଠନ କରିବ।
30 Whoever is not with me is against me, and whoever does not gather with me scatters. ଯେ ମୋହର ସପକ୍ଷ ନୁହେଁ, ସେ ମୋହର ବିପକ୍ଷ, ପୁଣି, ଯେ ମୋʼ ସହିତ ସଂଗ୍ରହ କରେ ନାହିଁ, ସେ ଛିନ୍ନଭିନ୍ନ କରିପକାଏ।
31 So I tell you, every sin and blasphemy will be forgiven people, but blasphemy against the Spirit will not be forgiven. ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟମାନଙ୍କର ସମସ୍ତ ପାପ ଓ ନିନ୍ଦା କ୍ଷମା କରାଯିବ, କିନ୍ତୁ ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା କ୍ଷମା କରାଯିବ ନାହିଁ।
32 Whoever speaks against the Son of Man will be forgiven; whoever speaks against the Holy Spirit won't be forgiven—neither in this age nor the age to come. ଆଉ, ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ, ମାତ୍ର ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ କଥା କହିବ, ଏହି ଯୁଗରେ କି ଆଗାମୀ ଯୁଗରେ ତାହାକୁ କ୍ଷମା ଦିଆଯିବ ନାହିଁ।”
33 Make the tree good and its fruit good, or the tree bad and its fruit bad, for a tree is known by its fruit. “ଗଛକୁ ଭଲ କୁହ ଓ ତାହାର ଫଳକୁ ଭଲ କୁହ ନ ହେଲେ ଗଛକୁ ମନ୍ଦ କୁହ ଓ ତାହାର ଫଳକୁ ମନ୍ଦ କୁହ, କାରଣ ଫଳ ଦ୍ୱାରା ଗଛ ଚିହ୍ନାଯାଏ।
34 You brood of vipers! How can you speak good things since you're evil? For the mouth speaks the heart's overflow. ରେ କାଳସର୍ପର ବଂଶ, ତୁମ୍ଭେମାନେ ଦୁଷ୍ଟ ହୋଇ କିପ୍ରକାରେ ଭଲ କଥା କହିପାର? କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ।
35 A good person produces good from a good treasure; an evil person produces evil from an evil treasure. ଉତ୍ତମ ଲୋକ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି, ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ।
36 I tell you, on judgment day people will answer for every careless word they speak, କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି ମନୁଷ୍ୟମାନେ ଯେକୌଣସି ଅସାର କଥା କହନ୍ତି, ବିଚାର ଦିନରେ ସେମାନେ ସେଥିର ଉତ୍ତର ଦେବେ;
37 for by your words you will be justified, and by your words you will be condemned." ଯେଣୁ ତୁମ୍ଭ ବାକ୍ୟ ଦ୍ୱାରା ତୁମ୍ଭେ ନିର୍ଦ୍ଦୋଷ ଓ ତୁମ୍ଭ ବାକ୍ୟ ଦ୍ୱାରା ତୁମ୍ଭେ ଦୋଷୀ ବୋଲି ପ୍ରମାଣିତ ହେବ।”
38 Then some scribes and Pharisees said, "Teacher, we want a sign from you." ସେତେବେଳେ ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ମଧ୍ୟରୁ କେତେକ ଜଣ ତାହାଙ୍କୁ ଉତ୍ତର ଦେଲେ ହେ ଗୁରୁ, ଆମ୍ଭେମାନେ ଆପଣଙ୍କଠାରୁ ଗୋଟିଏ ଚିହ୍ନ ଦେଖିବାକୁ ଇଚ୍ଛା କରୁଅଛୁ।
39 He answered, "This evil, adulterous generation demands a sign. None will be given it except the sign of the prophet Jonah. କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, “ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଅନ୍ୱେଷଣ କରନ୍ତି, ମାତ୍ର ଭାବବାଦୀ ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ।
40 As Jonah was three days and three nights in the great fish's belly, so the Son of Man will be three days and three nights in the earth's heart. କାରଣ ଯୂନସ ଯେପରି ତିନି ଦିନ ଓ ତିନି ରାତି ଏକ ବୃହତ୍ ମତ୍ସ୍ୟର ପେଟରେ ଥିଲେ, ମନୁଷ୍ୟପୁତ୍ର ସେହିପରି ତିନି ଦିନ ଓ ତିନି ରାତି ଭୂଗର୍ଭରେ ରହିବେ।
41 Ninevites will rise at the judgment with this generation and condemn it, for they repented at Jonah's preaching, and something greater than Jonah is here. ନୀନିବୀ ସହରର ଲୋକମାନେ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ, କାରଣ ସେମାନେ ଯୂନସଙ୍କ ପ୍ରଚାରରେ ମନ-ପରିବର୍ତ୍ତନ କଲେ, ଆଉ ଦେଖ, ଯୂନସଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।
42 The queen of the South will rise at the judgment with this generation and condemn it, for she came from earth's ends to hear Solomon's wisdom—and look, something greater than Solomon is here. ଆଉ, ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଲେ, ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।”
43 When an unclean spirit leaves a person, it travels through dry places seeking rest, and finds none. “ଅଶୁଚି ଆତ୍ମା ଜଣେ ମନୁଷ୍ୟଠାରୁ ବାହାରିଗଲା ପରେ ଜଳଶୂନ୍ୟ ସ୍ଥାନ ସବୁ ଭ୍ରମଣ କରି ବିଶ୍ରାମ ଖୋଜେ ଓ ତାହା ପାଏ ନାହିଁ।
44 Then it says, 'I will return to my house I left.' Coming, it finds it empty, swept, and put in order. ସେଥିରେ ସେ କୁହେ, ମୁଁ ଯେଉଁ ଘରୁ ବାହାରି ଆସିଲି, ମୋହର ସେହି ଘରକୁ ଫେରିଯିବି; ପୁଣି, ସେ ଆସି ତାହା ଶୂନ୍ୟ, ମାର୍ଜିତ ଓ ସୁଶୋଭିତ ଦେଖେ।
45 Then it goes and brings along seven other spirits more evil than itself; they enter and settle there, and that person ends up worse off than before. So it will be with this evil generation." ସେତେବେଳେ ସେ ଯାଇ ଆପଣାଠାରୁ ଅଧିକ ମନ୍ଦ ଆଉ ସାତଟା ଆତ୍ମା ସାଙ୍ଗରେ ନେଇ ଆସେ, ପୁଣି, ସେମାନେ ପ୍ରବେଶ କରି ସେଠାରେ ବାସ କରନ୍ତି ଆଉ ସେହି ଲୋକର ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ମନ୍ଦ ହୁଏ। ଏହି ଦୁଷ୍ଟ ପୁରୁଷ ପ୍ରତି ମଧ୍ୟ ସେହି ପ୍ରକାର ଘଟିବ।”
46 While he was still speaking to the crowds, his mother and brothers stood outside, wanting to speak with him. ସେ ଲୋକସମୂହକୁ କଥା କହୁଥିବା ସମୟରେ, ଦେଖ, ତାହାଙ୍କ ମାଆ ଓ ଭାଇମାନେ ବାହାରେ ଠିଆ ହୋଇ ତାହାଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଥିଲେ।
47 Someone told him, "Look, your mother and your brothers are standing outside, wanting to speak to you." ସେଥିରେ ଜଣେ ତାହାଙ୍କୁ କହିଲା, ଦେଖନ୍ତୁ, ଆପଣଙ୍କ ମାଆ ଓ ଭାଇମାନେ ବାହାରେ ଠିଆ ହୋଇ ଆପଣଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଅଛନ୍ତି।
48 He answered the one who told him, "Who is my mother, and who are my brothers?" କିନ୍ତୁ ଯେ ତାହାଙ୍କୁ ଏହି କଥା କହିଲା ତାହାଙ୍କୁ ସେ ଉତ୍ତର ଦେଲେ, “ମୋହର ମାଆ କିଏ? ଆଉ, ମୋହର ଭାଇମାନେ କିଏ?”
49 And stretching out his hand toward his disciples, he said, "Here are my mother and my brothers! ପୁଣି, ସେ ଆପଣା ଶିଷ୍ୟମାନଙ୍କ ଆଡ଼କୁ ହାତ ବଢ଼ାଇ କହିଲେ, “ଦେଖ, ମୋହର ମାଆ ଓ ମୋହର ଭାଇମାନେ,
50 For whoever does the will of my Father in heaven is my brother and sister and mother." କାରଣ ଯେ କେହି ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମାଆ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]