Skip to content
The Believer's Library

Indian Revised Version(IRV) Odia - 2021

Matthew 13 IRVOry

Show IRVOry only
Verse × ×
1 On that day Jesus went out of the house and sat down beside the sea. ସେହି ଦିନ ଯୀଶୁ ଘରୁ ବାହାରିଯାଇ ସମୁଦ୍ରକୂଳରେ ବସିଲେ।
2 Large crowds gathered around him, so he got in a boat and sat, while the whole crowd stood on the shore. ସେଥିରେ ତାହାଙ୍କ ପାଖରେ ବହୁସଂଖ୍ୟକ ଲୋକ ଏକତ୍ର ହେବାରୁ ସେ ଯାଇ ଗୋଟିଏ ନୌକାରେ ବସିଲେ, ପୁଣି, ଲୋକସମୂହ କୂଳରେ ଠିଆ ହୋଇ ରହିଲେ।
3 And he told them many things in parables, saying: "Look, a sower went out to sow. ଆଉ, ସେ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କୁ ଅନେକ କଥା କହିଲେ ଦେଖ “ଜଣେ ବୁଣାଳୀ ବୁଣିବାକୁ ବାହାରିଗଲା।
4 And as he sowed, some seed fell along the path, and the birds came and devoured it. ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା ପୁଣି, ଚଢ଼େଇମାନେ ଆସି ସେଗୁଡ଼ିକ ଖାଇଗଲେ।
5 Other seed fell on rocky ground with little soil, and sprang up quickly since the soil lacked depth. ଆଉ କେତେକ ଅଳ୍ପ ମାଟି ଥିବା ପଥୁରିଆ ଭୂମିରେ ପଡ଼ିଲା ଏବଂ ବେଶୀ ମାଟି ନ ଥିବାରୁ ଶୀଘ୍ର ଗଜା ହେଲା,
6 When the sun rose, the plants were scorched; since they had no root, they withered. କିନ୍ତୁ ସୂର୍ଯ୍ୟ ଉଠନ୍ତେ ଜଳିପୋଡ଼ିଗଲା ଓ ଚେର ନ ଥିବାରୁ ଶୁଖିଗଲା।
7 Other seed fell among thorns, and the thorns grew up and choked it. ଆଉ କେତେକ କଣ୍ଟାଗଛଗୁଡ଼ାକ ମଝିରେ ପଡ଼ିଲା ପୁଣି, କଣ୍ଟାଗଛଗୁଡ଼ାକ ଉଠି ବଡ଼ ହୋଇ ସେଗୁଡ଼ିକୁ ଚାପି ପକାଇଲା।
8 Other seed fell on good soil, producing grain: some a hundredfold, some sixty, some thirty. ମାତ୍ର ଅନ୍ୟ କେତେକ ଭଲ ଭୂମିରେ ପଡ଼ିଲା ଓ ଫଳ ଫଳିଲା, କେତେକ ଶହେ ଗୁଣ କେତେକ ଷାଠିଏ ଗୁଣ କେତେକ ତିରିଶ ଗୁଣ।
9 Whoever has ears, let them hear." ଯିଏ ଶୁଣିବାକୁ ଇଚ୍ଛା କରୁଅଛି, ସେ ଶୁଣୁ।”
10 Then the disciples came to him and asked, "Why do you speak to them in parables?" ଏହାପରେ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି ପଚାରିଲେ, ଆପଣ କାହିଁକି ସେମାନଙ୍କୁ ଦୃଷ୍ଟାନ୍ତ ଦ୍ୱାରା କଥା କହୁଅଛନ୍ତି?
11 He said, "You've been given to know the secrets of the kingdom of our Father; they have not. ସେ ଉତ୍ତର ଦେଲେ, “କାରଣ ସ୍ୱର୍ଗରାଜ୍ୟର ନିଗୂଢ଼ ତତ୍ତ୍ୱସମୂହ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେମାନଙ୍କୁ ଦିଆଯାଇନାହିଁ।
12 Whoever has will be given more and have plenty; whoever has none loses even what he has. ଯେଣୁ ଯାହାର ଅଛି, ତାହାକୁ ଦିଆଯିବ, ଆଉ ତାହାର ପ୍ରଚୁର ହେବ; କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ।
13 This is why I speak to them in parables: they look but don't see; they listen but don't hear or understand. ‘ସେମାନେ ଦେଖୁ ଦେଖୁ ଦେଖନ୍ତି ନାହିଁ ଓ ଶୁଣୁ ଶୁଣୁ ଶୁଣନ୍ତି ନାହିଁ କି ବୁଝନ୍ତି ନାହିଁ; ଏଣୁ ମୁଁ ସେମାନଙ୍କୁ ଦୃଷ୍ଟାନ୍ତ ଦ୍ୱାରା କଥା କହୁଅଛି।
14 In them Isaiah's prophecy is fulfilled: 'You will hear and hear, yet never understand; you will see and see, yet never perceive.' ଆଉ ଯିଶାଇୟ ଭାବବାଦୀଙ୍କର ଏହି ଭାବବାଣୀ ସେମାନଙ୍କ ସମ୍ବନ୍ଧରେ ସଫଳ ହେଉଅଛି, ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ, ପୁଣି, ଦେଖୁ ଦେଖୁ ଦେଖିବ, କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ;
15 For this people's heart has grown calloused; they hardly hear with their ears, and they have closed their eyes—otherwise they might see with their eyes, hear with their ears, understand with their heart, and turn, and I would heal them.' କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା, ସେମାନେ କାନରେ କଷ୍ଟରେ ଶୁଣିଲେ ଓ ଆପଣା ଆପଣା ଆଖି ବୁଜିଲେ, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ କାନରେ ଶୁଣିବେ ନାହିଁ, ଆଉ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।’
16 But blessed are your eyes, for they see, and your ears, for they hear. କିନ୍ତୁ ଧନ୍ୟ ତୁମ୍ଭମାନଙ୍କର ଚକ୍ଷୁ, ଯେଣୁ ତାହା ଦେଖେ; ଧନ୍ୟ ତୁମ୍ଭମାନଙ୍କ କର୍ଣ୍ଣ, ଯେଣୁ ତାହା ଶୁଣେ।
17 I assure you: many prophets and righteous people longed to see what you see, and didn't; to hear what you hear, and didn't. କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ, ସେହିସବୁ ଅନେକ ଭାବବାଦୀ ଓ ଧାର୍ମିକ ଲୋକ ଦେଖିବାକୁ ଇଚ୍ଛା କଲେ, କିନ୍ତୁ ଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଶୁଣୁଅଛ, ସେହିସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ।”
18 Listen, then, to the parable of the sower. “ତେବେ ତୁମ୍ଭେମାନେ ବୀଜ ବୁଣାଳୀର ଦୃଷ୍ଟାନ୍ତ ଶୁଣ।
19 Everyone who hears the kingdom's word and doesn't grasp it—the evil one comes and snatches what was sown in his heart. This is the seed sown beside the path. ଯେ କେହି ରାଜ୍ୟର ବାକ୍ୟ ଶୁଣି ନ ବୁଝେ, ପାପାତ୍ମା ଆସି ତାହାର ହୃଦୟରେ ଯାହା ବୁଣାଯାଇଥିଲା, ତାହା ହରଣ କରିନିଏ, ସେ ଜଣକ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ।
20 Seed sown on rocky ground is the one who hears the word, immediately receiving it with joy, ଯେ ବାକ୍ୟ ଶୁଣିବାକ୍ଷଣି ଆନନ୍ଦରେ ତାହା ଗ୍ରହଣ କରେ, କିନ୍ତୁ ତାହାଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ହୋଇ ରୁହେ,
21 but having no root in themselves, they don't last; when trouble or persecution comes because of the word, they quickly fall away. ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଏ, ସେହି ଜଣକ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ।
22 The one sown among thorns hears the word, but worry over this age and wealth's deceit choke it, making it unproductive. ଯେ ବାକ୍ୟ ଶୁଣେ, ପୁଣି, ସାଂସାରିକ ଚିନ୍ତା ଓ ଧନର ମାୟା ବାକ୍ୟକୁ ଚାପିପକାଏ, ଆଉ ସେ ଫଳହୀନ ହୁଏ, ସେହି ଜଣକ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ।
23 But the seed sown on good soil hears the word and understands it. It bears fruit—100, sixty, or thirty times what was sown." କିନ୍ତୁ ଯେ ବାକ୍ୟ ଶୁଣି ବୁଝେ ଓ ପ୍ରକୃତରେ ଫଳ ଫଳେ, କେହି ଶହେ ଗୁଣ, କେହି ଷାଠିଏ ଗୁଣ, କେହି ତିରିଶ ଗୁଣ, ସେହି ଜଣକ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ।”
24 He gave them another parable: "The kingdom of our Father is like a man who sowed good seed in his field. ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ ଦେଇ କହିଲେ, “ସ୍ୱର୍ଗରାଜ୍ୟ ଆପଣା କ୍ଷେତରେ ଭଲ ବିହନ ବୁଣାଯାଇଥିବା ଜଣେ ବ୍ୟକ୍ତିଙ୍କ ସଦୃଶ;
25 But while everyone slept, his enemy came, sowed weeds among the wheat, and left. ମାତ୍ର ଲୋକେ ନିଦ୍ରା ଯାଇଥିବା ସମୟରେ ତାହାଙ୍କ ଶତ୍ରୁ ଆସି ସେହି ଗହମ ମଧ୍ୟରେ ବାଳୁଙ୍ଗା ବୁଣିଦେଇ ଚାଲିଗଲେ।
26 When the wheat sprouted and produced grain, then the weeds appeared as well. ଯେତେବେଳେ ପତ୍ର ବାହାରି ଫଳ ଫଳିବାକୁ ଲାଗିଲା, ସେତେବେଳେ ବାଳୁଙ୍ଗା ମଧ୍ୟ ଦେଖାଗଲା।
27 The owner's servants came saying, 'Master, didn't you sow good seed in your field? Where then did the weeds come from?' ସେଥିରେ ଘରମାଲିକଙ୍କ ଦାସମାନେ ତାହାଙ୍କ ପାଖକୁ ଆସି କହିଲେ, ‘ସାଆନ୍ତେ, ଆପଣ କଅଣ ନିଜ କ୍ଷେତରେ ଭଲ ବିହନ ବୁଣି ନ ଥିଲେ? ତେବେ ବାଳୁଙ୍ଗାଗୁଡ଼ାକ କେଉଁଠାରୁ ହେଲା?’
28 'An enemy did this,' he replied. 'So do you want us to go pull them up?' the servants asked him. ସେ ସେମାନଙ୍କୁ କହିଲେ, ‘ଜଣେ ଶତ୍ରୁ ଏହା କରିଅଛି।’ ପୁଣି, ଦାସମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ଯାଇ ସେଗୁଡ଼ାକ ଉପାଡ଼ି ଏକାଠି କରୁ, ଏହା କଅଣ ଆପଣଙ୍କର ଇଚ୍ଛା?
29 'No,' he said, 'because while you are pulling the weeds, you may uproot the wheat with them. କିନ୍ତୁ ସେ କହିଲେ, ‘ନା, କାଳେ ତୁମ୍ଭେମାନେ ବାଳୁଙ୍ଗା ଏକାଠି କରୁ କରୁ ସେଗୁଡ଼ାକ ସାଙ୍ଗରେ ଗହମ ଉପାଡ଼ି ପକାଇବ।
30 Let both grow together until harvest. At harvest time I'll tell the reapers: Gather the weeds first, bind them in bundles to burn; then gather the wheat into my barn.'" ଶସ୍ୟ ନ କାଟିବା ଯାଏ ଦୁହିଁକୁ ଏକାଠି ବଢ଼ିବାକୁ ଛାଡ଼ିଦିଅ, ଆଉ ଶସ୍ୟ କାଟିବା ସମୟରେ ମୁଁ କଟାଳିମାନଙ୍କୁ କହିବି, ପୋଡ଼ିବା ପାଇଁ ଆଗେ ବାଳୁଙ୍ଗା ଏକାଠି କରି ବିଡ଼ା ବାନ୍ଧ, କିନ୍ତୁ ଗହମ ମୋ ଅମାରରେ ସଂଗ୍ରହ କରି ରଖ।’”
31 He told them another parable: "The kingdom of our Father is like a mustard seed a man took and planted in his field. ସେ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ ଦେଇ କହିଲେ, “ସ୍ୱର୍ଗରାଜ୍ୟ ଏପ୍ରକାର ଗୋଟିଏ ସୋରିଷ ଦାନା ପରି, ଯାହା ନେଇ ଜଣେ ଲୋକ ଆପଣା କ୍ଷେତ୍ରରେ ବୁଣିଲା।
32 Though the smallest of all seeds, when grown it becomes the largest of garden plants, a tree where birds come to nest in its branches." ତାହା ତ ସବୁ ବୀଜଠାରୁ କ୍ଷୁଦ୍ର, ମାତ୍ର ତାହା ବଢ଼ିଲେ ସବୁ ଶାକଠାରୁ ବଡ଼ ହୋଇ ଏପରି ଗଛ ହୁଏ ଯେ, ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କରନ୍ତି।”
33 He gave them another parable: "The kingdom of our Father is like yeast a woman took and mixed into about twenty-five pounds of flour, until it spread through all the dough." ସେ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ, “ସ୍ୱର୍ଗରାଜ୍ୟ ଖମୀର ସଦୃଶ; ଜଣେ ସ୍ତ୍ରୀ ତାହା ନେଇ ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା ଆଉ ସେ ଶେଷରେ ସମସ୍ତ ଖମୀରମୟ ହେଲା।”
34 Jesus said all these things to the crowds in parables; he said nothing to them without a parable. ଏହି ସମସ୍ତ କଥା ଯୀଶୁ ଦୃଷ୍ଟାନ୍ତ ଦ୍ୱାରା ଲୋକସମୂହକୁ କହିଲେ, ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କୁ କିଛି କହୁ ନ ଥିଲେ,
35 This fulfilled what was spoken through the prophet: "I will open my mouth in parables; I will utter what's been hidden since the world was founded." ଯେପରି ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ଆମ୍ଭେ ଆପଣା ମୁଖ ଫିଟାଇ ଦୃଷ୍ଟାନ୍ତ ଦ୍ୱାରା କଥା କହିବା, ଜଗତ ସୃଷ୍ଟି ଦିନରୁ ଗୁପ୍ତ ବିଷୟସବୁ ବ୍ୟକ୍ତ କରିବା।
36 Then he left the crowds and entered the house. His disciples approached him and said, "Explain to us the parable of the weeds in the field." ପରେ ସେ ଲୋକମାନଙ୍କୁ ପରିତ୍ୟାଗ କରି ଗୃହରେ ପ୍ରବେଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି କହିଲେ, କ୍ଷେତର ବାଳୁଙ୍ଗାର ଦୃଷ୍ଟାନ୍ତ ଆମ୍ଭମାନଙ୍କୁ ସ୍ପଷ୍ଟ ରୂପେ ବୁଝାଇ ଦିଅନ୍ତୁ।
37 He answered, "The one who sowed the good seed is the Son of Man. ସେ ଉତ୍ତର ଦେଲେ, “ଉତ୍ତମ ବିହନ ଯେ ବୁଣନ୍ତି ସେ ମନୁଷ୍ୟପୁତ୍ର;
38 The field is the world. The good seed is the kingdom's children; the weeds are the evil one's children. କ୍ଷେତ ଜଗତ; ଭଲ ବିହନ ରାଜ୍ୟର ସନ୍ତାନମାନେ; ବାଳୁଙ୍ଗା ପାପାତ୍ମାର ସନ୍ତାନମାନେ;
39 The enemy who sowed them is the devil; the harvest is the end of the age; the harvesters are angels. ଯେଉଁ ଶତ୍ରୁ ତାହା ବୁଣିଲା, ସେ ଶୟତାନ; ଶସ୍ୟ କାଟିବା ସମୟ ଯୁଗାନ୍ତ, ପୁଣି, କଟାଳିସବୁ ଦୂତମାନେ।
40 As the weeds are gathered and burned in fire, so it will be at the end of the age. ଅତଏବ, ବାଳୁଙ୍ଗା ଯେପରି ଏକାଠି କରାଯାଇ ନିଆଁରେ ପୋଡ଼ାଯାଏ ଯୁଗାନ୍ତ ସମୟରେ ସେପରି ଘଟିବ।
41 The Son of Man will send his angels to weed out of his kingdom everything that causes sin and all who do evil. ମନୁଷ୍ୟପୁତ୍ର ଆପଣା ଦୂତମାନଙ୍କୁ ପଠାଇବେ, ଆଉ ସେମାନେ ତାହାଙ୍କ ରାଜ୍ୟରୁ ସମସ୍ତ ବିଘ୍ନଜନକ ବିଷୟ ଓ ଅଧର୍ମାଚାରୀମାନଙ୍କୁ ସଂଗ୍ରହ କରିବେ,
42 They will throw them into the blazing furnace, where there is weeping and grinding of teeth. ପୁଣି, ସେମାନଙ୍କୁ ଅଗ୍ନିକୁଣ୍ଡରେ ଫୋପାଡ଼ି ଦେବେ, ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ।
43 Then the righteous will shine like the sun in their Father's kingdom. The one with ears should listen." ସେତେବେଳେ ଧାର୍ମିକମାନେ ସେମାନଙ୍କ ପିତାଙ୍କ ରାଜ୍ୟରେ ସୂର୍ଯ୍ୟ ପରି ତେଜୋମୟ ଦେଖାଯିବେ। ଯାହାର କାନ ଅଛି, ସେ ଶୁଣୁ।”
44 The kingdom of our Father is like treasure hidden in a field. A man found it, hid it again, then joyfully sold all he had to buy that field. “ସ୍ୱର୍ଗରାଜ୍ୟ କ୍ଷେତ୍ରରେ ଗୁପ୍ତ ହୋଇଥିବା ଧନ ସଦୃଶ। ଜଣେ ଲୋକ ତାହା ଦେଖି ଗୋପନ କରି ରଖିଲା ଓ ଆନନ୍ଦରେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ସେହି କ୍ଷେତ୍ରକୁ କ୍ରୟ କଲା।”
45 "Again, the kingdom of our Father is like a merchant searching for fine pearls. “ପୁନଶ୍ଚ, ସ୍ୱର୍ଗରାଜ୍ୟ ଉତ୍ତମ ଉତ୍ତମ ମୁକ୍ତା ଅନ୍ୱେଷଣ କରୁଥିବା ଜଣେ ବଣିକ ଭଳି।
46 Finding one priceless pearl, he went and sold all he had and bought it. ଗୋଟିଏ ବହୁମୂଲ୍ୟ ମୁକ୍ତା ଦେଖି ସେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ସେହି ମୁକ୍ତାକୁ କ୍ରୟ କଲା।”
47 Again, our Father's kingdom is like a net cast into the lake, gathering fish of every kind. “ପୁନଶ୍ଚ, ସ୍ୱର୍ଗରାଜ୍ୟ ସମୁଦ୍ରରେ ନିକ୍ଷିପ୍ତ ସର୍ବ ପ୍ରକାର ମତ୍ସ୍ୟ ସଂଗ୍ରହକାରୀ ଗୋଟିଏ ଟଣା ଜାଲ ସଦୃଶ।
48 When full, the fishermen pulled it ashore, sat down, and collected the good fish in baskets, throwing out the bad. ତାହା ପୂର୍ଣ୍ଣ ହୁଅନ୍ତେ ଲୋକେ କୂଳକୁ ଟାଣି ଆଣିଲେ ପୁଣି, ବସି ଭଲଯାକ ଖାଳୋଇରେ ଏକାଠି କରି ରଖିଲେ କିନ୍ତୁ ମନ୍ଦଗୁଡ଼ାକ ଫୋପାଡ଼ିଦେଲେ।
49 So it will be at the age's end: angels will go out and separate the wicked from among the righteous, ଯୁଗାନ୍ତ ସମୟରେ ସେହିପରି ଘଟିବ; ଦୂତମାନେ ବାହାରି ଆସି ଧାର୍ମିକମାନଙ୍କ ମଧ୍ୟରୁ ଦୁଷ୍ଟମାନଙ୍କୁ ପୃଥକ୍ କରିବେ,
50 and throw them into the blazing furnace, where they will weep and grind their teeth." ପୁଣି, ସେମାନଙ୍କୁ ଅଗ୍ନିକୁଣ୍ଡରେ ପକାଇଦେବେ; ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ।”
51 "Have you understood all these things?" "Yes," they replied. “ତୁମ୍ଭେମାନେ କଅଣ ଏହିସବୁ କଥା ବୁଝିଲ” ସେମାନେ ତାହାଙ୍କୁ କହିଲେ ହଁ।
52 He said to them, "Every teacher of the law trained for our Father's kingdom is like a homeowner who brings treasures new and old out of his storeroom." ସେଥିରେ ସେ ସେମାନଙ୍କୁ କହିଲେ, “ତେବେ ଯେଉଁ ଗୃହକର୍ତ୍ତା ଆପଣା ଭଣ୍ଡାରରୁ ନୂଆ ଓ ପୁରୁଣା ପଦାର୍ଥ ବାହାର କରେ, ସ୍ୱର୍ଗରାଜ୍ୟର ଶିଷ୍ୟ ହୋଇଥିବା ପ୍ରତ୍ୟେକ ଶାସ୍ତ୍ରୀ ତାହାରି ସଦୃଶ।”
53 When Jesus had finished these parables, he moved on from there. ଯୀଶୁ ଏହି ସମସ୍ତ ଦୃଷ୍ଟାନ୍ତ ସମାପ୍ତ କଲା ପରେ ସେହି ସ୍ଥାନରୁ ଚାଲିଗଲେ।
54 Returning to his hometown, he taught in their synagogue, and they were amazed: "Where does this man get this wisdom and these mighty works? ଆଉ, ସେ ନିଜ ପୈତୃକ ନଗରକୁ ଆସି ଲୋକମାନଙ୍କୁ ସେମାନଙ୍କ ସମାଜଗୃହରେ ଏପରି ଶିକ୍ଷା ଦେଲେ ଯେ, ସେମାନେ ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ଏ ଲୋକର ଏପରି ବୁଦ୍ଧି ଓ ଶକ୍ତିର କାର୍ଯ୍ୟ କେଉଁଠାରୁ ହେଲା?
55 Isn't this the carpenter's son? Isn't his mother named Mary, and his brothers James, Joseph, Simon, and Judas? ଏ କି ସେହି ବଢ଼େଇର ପୁଅ ନୁହେଁ? ଏହାର ମାଆ ନାମ କଅଣ ମରୀୟମ ନୁହେଁ? ପୁଣି, ଏହାର ଭାଇମାନଙ୍କ ନାମ କଅଣ ଯାକୁବ, ଯୋଷେଫ, ଶିମୋନ ଓ ଯିହୂଦା ନୁହେଁ?
56 Aren't all his sisters here with us? Where then did this man get all these things?" ଆଉ, ଏହାର ଭଉଣୀମାନେ କଅଣ ସମସ୍ତେ ଆମ୍ଭମାନଙ୍କ ସାଙ୍ଗରେ ନାହାନ୍ତି? ତେବେ ସେ ଏହିସବୁ କେଉଁଠୁ ପାଇଲା?
57 They took offense at him. But Jesus said to them, "A prophet is honored everywhere except in his hometown and in his own household." ଆଉ, ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ। କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ଭାବବାଦୀ ନିଜ ପୈତୃକ ନଗର ଓ ସ୍ୱପରିବାର ବିନା ଅନ୍ୟ କୌଣସିଠାରେ ହତାଦର ହୁଅନ୍ତି ନାହିଁ।”
58 He didn't do many miracles there because of their lack of faith. ଆଉ, ସେ ସେମାନଙ୍କର ଅବିଶ୍ୱାସ ହେତୁ ସେଠାରେ ଅନେକ ମହତର କାର୍ଯ୍ୟ କଲେ ନାହିଁ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]