Skip to content
The Believer's Library

Indian Revised Version(IRV) Odia - 2021

Matthew 14 IRVOry

Show IRVOry only
Verse × ×
1 At that time Herod the tetrarch heard the reports about Jesus. ସେହି ସମୟରେ ସାମନ୍ତରାଜା ହେରୋଦ ଯୀଶୁଙ୍କ ବିଷୟରେ ସମ୍ବାଦ ଶୁଣି ଆପଣା ଦାସମାନଙ୍କୁ କହିଲେ,
2 He told his attendants, "This is John the Baptist, raised from the dead—that's why these powers are at work in him." ଏ ବାପ୍ତିଜକ ଯୋହନ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି।
3 For Herod had arrested John, chained him, and locked him in prison over Herodias, his brother Philip's wife, ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କ ସକାଶେ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ।
4 because John had been telling him, "It is not lawful for you to have her." କାରଣ ଯୋହନ ତାହାଙ୍କୁ କହୁଥିଲେ, ଏହାଙ୍କୁ ରଖିବା ଆପଣଙ୍କର ବିଧିସଙ୍ଗତ ନୁହେଁ।
5 Herod wanted to kill him but feared the crowd, since they held John as a prophet. ଆଉ, ସେ ତାହାଙ୍କୁ ବଧ କରିବାକୁ ଇଚ୍ଛା କଲେ ସୁଦ୍ଧା ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ।
6 But when Herod's birthday came, the daughter of Herodias danced before them and pleased Herod, କିନ୍ତୁ ହେରୋଦଙ୍କ ଜନ୍ମ ଦିନ ପଡ଼ନ୍ତେ, ହେରୋଦିଆଙ୍କ କନ୍ୟା ସଭା ମଧ୍ୟରେ ନୃତ୍ୟ କରି ହେରୋଦଙ୍କୁ ମୁଗ୍ଧ କରିଦେଲା।
7 so he promised with an oath to give her whatever she asked. ସେଥିରେ ସେ ଶପଥ କରି ପ୍ରତିଜ୍ଞା କଲେ ଯେ, ସେ ଯାହା କିଛି ମାଗିବ, ସେ ତାହାକୁ ତାହା ଦେବେ।
8 Prompted by her mother, she said, "Give me John the Baptist's head here, on a platter." ଆଉ, ସେ ଆପଣା ମାଆର ଶିକ୍ଷାରେ ପଡ଼ି କହିଲା ବାପ୍ତିଜକ ଯୋହନର ମସ୍ତକ ଏଠାରେ ଗୋଟିଏ ଥାଳିରେ ମୋତେ ଦିଅନ୍ତୁ।
9 The king was grieved, but because of his oaths and his dinner guests, he gave the order, ଏଥିରେ ରାଜା ଦୁଃଖିତ ହେଲେ ସୁଦ୍ଧା ନିଜ ଶପଥ ଓ ଆପଣା ସହିତ ଭୋଜିରେ ବସିଥିବା ବ୍ୟକ୍ତିମାନଙ୍କ ସକାଶେ ତାହା ଦେବାକୁ ଆଜ୍ଞା ଦେଲେ।
10 and he sent and had John beheaded in the prison. ପୁଣି, ଲୋକ ପଠାଇ ବନ୍ଦୀଶାଳାରେ ଯୋହନଙ୍କ ମସ୍ତକ ଛେଦନ କରାଇଲେ,
11 His head was brought on a platter, given to the girl, who brought it to her mother. ଆଉ ତାହାଙ୍କର ମସ୍ତକ ଗୋଟିଏ ଥାଳିରେ ଅଣାଯାଇ ସେହି ବାଳିକାକୁ ଦିଆଗଲା, ପୁଣି, ସେ ଆପଣା ମାଆ ନିକଟକୁ ତାହା ନେଇଗଲା।
12 Then John's disciples came, took the body, and buried it; and they went and told Jesus. ସେଥିରେ ତାହାଙ୍କ ଶିଷ୍ୟମାନେ ଆସି ଶବ ନେଇଯାଇ ତାହାଙ୍କୁ ସମାଧି ଦେଲେ ଓ ଯାଇ ଯୀଶୁଙ୍କୁ ଜଣାଇଲେ।
13 Hearing this, Jesus withdrew by boat to a remote place alone. But the crowds heard and followed him on foot from the towns. ଯୀଶୁ ତାହା ଶୁଣି ସେଠାରୁ ଅଲଗା ହୋଇ ନୌକାରେ ଗୋଟିଏ ଜନଶୂନ୍ୟ ସ୍ଥାନକୁ ଗଲେ। ଲୋକସମୂହ ଏହା ଶୁଣି ନଗରଗୁଡ଼ିକରୁ ଆସି ଚାଲିଚାଲି ତାହାଙ୍କର ପଶ୍ଚାତ୍‍ଗମନ କଲେ;
14 When he went ashore, he saw a big crowd, felt compassion for them, and healed their sick. ଆଉ, ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକକୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ ଓ ସେମାନଙ୍କର ରୋଗୀମାନଙ୍କୁ ସୁସ୍ଥ କଲେ।
15 When evening came, the disciples said to him, "This is an isolated place, and the hour is already late. Send the crowds away to go into the villages and buy themselves food." ବେଳ ଗଡ଼ିଯିବାରୁ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଏ ସ୍ଥାନ ତ ଜନଶୂନ୍ୟ, ପୁଣି, ବେଳ ତ ଗଲାଣି; ଏଣୁ ଲୋକସମୂହ ଯେପରି ଗ୍ରାମମାନଙ୍କୁ ଯାଇ ନିଜ ନିଜ ପାଇଁ ଖାଦ୍ୟ କିଣନ୍ତି, ସେଥିପାଇଁ ସେମାନଙ୍କୁ ବିଦାୟ ଦିଅନ୍ତୁ।
16 But Jesus told them, "They don't need to leave. You feed them." କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ସେମାନଙ୍କର ଯିବା ଆବଶ୍ୟକ ନୁହେଁ, ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ।”
17 They said to him, "We have nothing here but five loaves and two fish." ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କର ଏଠାରେ କେବଳ ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ଅଛି।
18 He said, "Bring them here to me." ସେ କହିଲେ, “ସେଗୁଡ଼ିକ ଏଠାକୁ ମୋʼ ପାଖକୁ ଆଣ।”
19 He told the crowds to sit on the grass. Taking the five loaves and two fish, he looked up to heaven, gave thanks, broke the loaves, and gave them to the disciples, who gave them to the crowds. ପୁଣି, ସେ ଲୋକସମୂହକୁ ଘାସ ଉପରେ ବସିବା ପାଇଁ ଆଜ୍ଞା ଦେଲେ, ଆଉ ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟି ଗୁଡ଼ିକ ଭାଙ୍ଗି ଶିଷ୍ୟମାନଙ୍କୁ ଦେଲେ ଆଉ ଶିଷ୍ୟମାନେ ଲୋକସମୂହକୁ ଦେଲେ।
20 They all ate and were satisfied, and they picked up twelve baskets full of the leftover pieces. ପୁଣି, ସମସ୍ତେ ଭୋଜନ କରି ତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା ତାହା ସେମାନେ ଉଠାଇ ବାର ଟୋକେଇ ଭର୍ତ୍ତି କଲେ।
21 Those who ate were about 5,000 men, besides women and children. ଭୋଜନ କରିବା ଲୋକେ, ସ୍ତ୍ରୀ ଓ ପିଲାମାନଙ୍କ ଛଡ଼ା, ପ୍ରାୟ ପାଞ୍ଚ ହଜାର ପୁରୁଷ ଥିଲେ।
22 Immediately he made the disciples board the boat and go ahead of him to the other side, while he sent the crowds away. ସେହିକ୍ଷଣି ଯୀଶୁ ଶିଷ୍ୟମାନଙ୍କୁ ନୌକାରେ ଚଢ଼ି ତାହାଙ୍କ ଆଗରେ ଅପର ପାରିକୁ ଯିବା ପାଇଁ ବଳାଇଲେ, ପୁଣି, ସେ ଇତିମଧ୍ୟରେ ଲୋକସମୂହକୁ ବିଦାୟ ଦେଲେ।
23 After sending the crowds away, he went up the mountain privately to pray. When evening came, he was there alone. ଲୋକସମୂହକୁ ବିଦାୟ ଦେଲା ପରେ ସେ ପ୍ରାର୍ଥନା କରିବା ପାଇଁ ବାହାରିଯାଇ ପର୍ବତ ଉପରକୁ ଗଲେ, ଆଉ ସନ୍ଧ୍ୟା ହେଲା ପରେ ସେ ସେଠାରେ ଏକାକୀ ଥିଲେ।
24 The boat was already far from land, battered by waves, the wind against them. କିନ୍ତୁ ନୌକା ସେତେବେଳେ କୂଳରୁ ଅନେକ ଦୂରରେ ଥିଲା ଏବଂ ପ୍ରତିକୂଳ ବାୟୁ ହେତୁ ତାହା ଟଳମଳ ହେଉଥିଲା।
25 About three o'clock in the morning he came to them, walking on the sea. କିନ୍ତୁ ରାତ୍ରିର ଚତୁର୍ଥ ପ୍ରହରରେ ଯୀଶୁ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ,
26 Seeing him walking on the sea, the disciples were terrified, saying, "A ghost!" and cried out in fear. ପୁଣି, ଶିଷ୍ୟମାନେ ତାହାଙ୍କୁ ସମୁଦ୍ର ଉପରେ ଚାଲିବାର ଦେଖି ଉଦ୍‌ବିଗ୍ନ ହୋଇ କହିଲେ, ଏ ତ ଭୂତ; ଆଉ, ସେମାନେ ଭୟରେ ଚିତ୍କାର କଲେ।
27 But Jesus spoke to them at once: "Take courage! It is I; do not be afraid." କିନ୍ତୁ ଯୀଶୁ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି କହିଲେ “ସାହସ ଧର ଏ ତ ମୁଁ, ଭୟ କର ନାହିଁ।”
28 Peter answered him, "Lord, if it is you, command me to come to you on the water." ସେଥିରେ ପିତର ଉତ୍ତର ଦେଲେ, ହେ ପ୍ରଭୁ, ଯେବେ ଆପଣ, ତେବେ ଜଳ ଉପରେ ଆପଣଙ୍କ ପାଖକୁ ଯିବା ପାଇଁ ମୋତେ ଆଜ୍ଞା କରନ୍ତୁ।
29 He said, "Come." Peter got out of the boat, walked on water, and went toward Jesus. ସେ କହିଲେ, “ଆସ।” ସେଥିରେ ପିତର ନୌକାରୁ ଓହ୍ଲାଇ ଜଳ ଉପରେ ଚାଲି ଯୀଶୁଙ୍କ ପାଖକୁ ଗଲେ।
30 But seeing the strong wind, he was afraid, and beginning to sink, he cried out, "Lord, save me!" ମାତ୍ର ସେ ପବନ ଦେଖି ଭୟ କଲେ, ପୁଣି, ବୁଡ଼ି ଯାଉ ଯାଉ ଚିତ୍କାର କରି କହିଲେ, ହେ ପ୍ରଭୁ, ମୋତେ ରକ୍ଷା କରନ୍ତୁ।
31 Jesus immediately reached out his hand, caught him, and said, "You of little faith, why did you doubt?" ଯୀଶୁ ସେହିକ୍ଷଣି ହାତ ବଢ଼ାଇ ତାହାକୁ ଧରି କହିଲେ, “ହେ ଅଳ୍ପ ବିଶ୍ୱାସୀ କାହିଁକି ସନ୍ଦେହ କଲ?”
32 And when they got into the boat, the wind died down. ପୁଣି, ସେମାନେ ନୌକାରେ ଚଢ଼ନ୍ତେ, ପବନ ବନ୍ଦ ହେଲା।
33 Then those in the boat worshiped him, saying, "Truly you are the Son of our Father." ସେଥିରେ ନୌକାରେ ଥିବା ଲୋକମାନେ ତାହାଙ୍କୁ ପ୍ରଣାମ କରି କହିଲେ, ଆପଣ ନିଶ୍ଚୟ ଈଶ୍ବରଙ୍କ ପୁତ୍ର।
34 When they had crossed over, they came to land at Gennesaret. ସେମାନେ ସମୁଦ୍ର ପାର ହୋଇ ଗିନ୍ନେସରତ ଅଞ୍ଚଳରେ ପହଞ୍ଚିଲେ।
35 When the men of that place recognized him, they sent word through that whole region and brought him all who were sick. ପୁଣି, ସେହି ସ୍ଥାନର ଲୋକମାନେ ତାହାଙ୍କୁ ଚିହ୍ନି ସେଥିର ଚତୁର୍ଦ୍ଦିଗସ୍ଥ ସମସ୍ତ ଅଞ୍ଚଳକୁ ସମ୍ବାଦ ପଠାଇଲେ ଏବଂ ଲୋକେ ସମସ୍ତ ରୋଗୀଙ୍କୁ ତାହାଙ୍କ ନିକଟକୁ ଆଣିଲେ;
36 They begged him to let them just touch the fringe of his robe, and all who touched it were healed. ଆଉ, ସେମାନେ ଯେପରି କେବଳ ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଅନ୍ତି, ଏହା ତାହାଙ୍କୁ ବିନତି କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଛୁଇଁଲେ ସମସ୍ତେ ସୁସ୍ଥ ହେଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]