Skip to content
The Believer's Library

Indian Revised Version(IRV) Odia - 2021

Matthew 16 IRVOry

Show IRVOry only
Verse × ×
1 The Pharisees and Sadducees came to test him, asking him to show them a sign from heaven. ଫାରୂଶୀ ଓ ସାଦ୍ଦୂକୀମାନେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ସେମାନଙ୍କୁ ଆକାଶରୁ ଗୋଟିଏ ଚିହ୍ନ ଦେଖାଇବା ପାଇଁ ତାହାଙ୍କୁ ଅନୁରୋଧ କଲେ।
2 He replied, "When evening comes, you say, 'The weather will be fair, for the sky is red.' କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସନ୍ଧ୍ୟା ସମୟରେ ତୁମ୍ଭେମାନେ କହିଥାଅ, ‘ଭଲ ପାଗ ହେବ, କାରଣ ଆକାଶ ଲାଲ୍ ହୋଇଅଛି।’
3 "And in the morning, 'Stormy today, for the sky is red and gloomy.' You know how to read the sky's face, but can't read the times' signs. ଆଉ ପ୍ରାତଃକାଳରେ କହିଥାଅ, ‘ଆଜି ଝଡ଼ ହେବ, କାରଣ ଆକାଶ ଲାଲ୍ ଓ ମେଘୁଆ ହୋଇଅଛି।’ ତୁମ୍ଭେମାନେ ଆକାଶର ଲକ୍ଷଣର ଭେଦାଭେଦ ବୁଝି ପାରୁଅଛ, କିନ୍ତୁ କାଳର ଲକ୍ଷଣସବୁ ବୁଝି ପାରୁ ନାହଁ?
4 "An evil, unfaithful generation seeks a sign; no sign will be given except the sign of Jonah." Then he left them and went away. ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଖୋଜନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ।” ପୁଣି, ସେ ସେମାନଙ୍କୁ ପରିତ୍ୟାଗ କରି ଚାଲିଗଲେ।
5 When the disciples crossed to the other side, they had forgotten to bring bread. ଶିଷ୍ୟମାନେ ଅନ୍ୟ ପାରିରେ ପହଞ୍ଚି ଦେଖିଲେ ଯେ, ସେମାନେ ରୁଟି ନେବାକୁ ପାସୋରି ଯାଇଅଛନ୍ତି।
6 Jesus said to them, "Watch out and beware of the yeast of the Pharisees and Sadducees." ଯୀଶୁ ସେମାନଙ୍କୁ କହିଲେ, “ସତର୍କ ହୁଅ, ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀରଠାରୁ ସାବଧାନ ହୋଇଥାଅ।”
7 They discussed this among themselves and said, "It is because we brought no bread." ସେଥିରେ ସେମାନେ ପରସ୍ପର ମଧ୍ୟରେ ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭେମାନେ ରୁଟି ଆଣି ନାହୁଁ ବୋଲି ସେ ଏହା କହୁଅଛନ୍ତି।
8 Aware of this, Jesus said, "Why discuss among yourselves, you of little faith, that you have no bread? କିନ୍ତୁ ଯୀଶୁ ତାହା ଜାଣି କହିଲେ, “ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭମାନଙ୍କ ପାଖରେ ରୁଟି ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ?
9 Still, don't you understand? Don't you remember the five loaves for the 5,000, and how many baskets you collected? ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ବୁଝୁ ନାହଁ? ଅବା ସେହି ପାଞ୍ଚ ହଜାର ଲୋକଙ୍କ ପାଞ୍ଚୋଟି ରୁଟି, ଆଉ କେତେ ଟୋକେଇ ଉଠାଇଲ,
10 "Or the seven loaves for the 4,000, and how many baskets you gathered? କିମ୍ବା ସେହି ଚାରି ହଜାର ଲୋକଙ୍କ ସାତୋଟି ରୁଟି, ପୁଣି, କେତେ ଟୋକେଇ ଉଠାଇଲ, ସେହିସବୁ କି ତୁମ୍ଭର ମନେ ନାହିଁ?
11 "Why don't you understand I wasn't talking to you about bread? Watch out for the yeast of the Pharisees and Sadducees." ମୁଁ ଯେ ତୁମ୍ଭମାନଙ୍କୁ ରୁଟି ବିଷୟରେ କହି ନ ଥିଲି, ଏହା କିପରି ବୁଝୁ ନାହଁ? କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀର ବିଷୟରେ ସାବଧାନ ହୋଇଥାଅ।”
12 Then they understood that he had not told them to beware of the yeast in bread, but of the Pharisees' and Sadducees' teaching. ସେ ଯେ ରୁଟିର ଖମୀରଠାରୁ ସାବଧାନ ହୋଇ ରହିବା ପାଇଁ ନ କହି ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଶିକ୍ଷାରୁ ସାବଧାନ ହୋଇ ରହିବା ପାଇଁ ସେମାନଙ୍କୁ କହିଥିଲେ, ଏହା ସେମାନେ ସେତେବେଳେ ବୁଝିଲେ।
13 Arriving in the area of Caesarea Philippi, Jesus asked his disciples, "Who do people say the Son of Man is?" ପରେ ଯୀଶୁ କାଇସରିୟା ଫିଲିପ୍ପୀ ଅଞ୍ଚଳକୁ ଆସି ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, “ମନୁଷ୍ୟପୁତ୍ର କିଏ ବୋଲି ଲୋକେ କଅଣ କହନ୍ତି?”
14 They said, "Some say John the Baptist, others Elijah, still others Jeremiah or one of the prophets." ଏଥିରେ ସେମାନେ କହିଲେ, କେହି କେହି କହନ୍ତି, ବାପ୍ତିଜକ ଯୋହନ, କେହି କେହି ଏଲୀୟ, ଆଉ କେହି କେହି ଯିରିମୀୟ ଅବା ଭାବବାଦୀମାନଙ୍କ ମଧ୍ୟରୁ ଜଣେ।
15 He said to them, "But who do you say that I am?" ସେ ସେମାନଙ୍କୁ ପଚାରିଲେ, “କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ?”
16 Simon Peter replied, "You are the Christ, the Son of the living Father." ଶିମୋନ ପିତର ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ, ଜୀବନ୍ତ ଈଶ୍ବରଙ୍କ ପୁତ୍ର।
17 Jesus replied, "Simon son of Jonah, you are blessed—flesh and blood didn't reveal this to you, but my Father in heaven. ଏଥିରେ ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ହେ ଯୂନସର ପୁତ୍ର ଶିମୋନ, ତୁମ୍ଭେ ଧନ୍ୟ, କାରଣ ମନୁଷ୍ୟ ତୁମ୍ଭ ନିକଟରେ ଏହା ପ୍ରକାଶ କରି ନାହିଁ, ବରଂ ମୋହର ସ୍ୱର୍ଗସ୍ଥ ପିତା ଈଶ୍ବର ପ୍ରକାଶ କରିଅଛନ୍ତି।
18 "And I tell you: you are Peter, and on this rock I will build my church; the gates of the grave will not overpower it. ଆଉ ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି, ଏହି ପଥର ଉପରେ ମୁଁ ଆପଣା ମଣ୍ଡଳୀ ତୋଳିବି, ଆଉ ପାତାଳର ବଳ ତାହାକୁ ପରାଜୟ କରିବ ନାହିଁ।
19 "I will give you the keys of our Father's kingdom; whatever you bind on earth will have been bound in heaven, and whatever you release on earth will have been released in heaven." ମୁଁ ତୁମ୍ଭଙ୍କୁ ସ୍ୱର୍ଗରାଜ୍ୟର ଚାବି ଦେବି, ଆଉ ତୁମ୍ଭେ ପୃଥିବୀରେ ଯାହା କିଛି ବନ୍ଦ କରିବ, ସ୍ୱର୍ଗରେ ତାହା ବନ୍ଦ ରହିବ, ପୁଣି, ପୃଥିବୀରେ ଯାହା କିଛି ମୁକ୍ତ କରିବ, ସ୍ୱର୍ଗରେ ତାହା ମୁକ୍ତ ରହିବ।”
20 Then he strictly ordered the disciples to tell no one that he was the Christ. ସେତେବେଳେ ସେ ଯେ ଖ୍ରୀଷ୍ଟ ଅଟନ୍ତି, ଏହା କାହାକୁ ନ କହିବା ପାଇଁ ସେ ଶିଷ୍ୟମାନଙ୍କୁ ଦୃଢ଼ ଆଜ୍ଞା ଦେଲେ।
21 From then on, Jesus began telling his disciples he must go to Jerusalem, suffer much from the elders, chief priests, and scribes, be killed, and be raised on the third day. ସେହି ସମୟଠାରୁ ଯୀଶୁ ଖ୍ରୀଷ୍ଟ ଆପଣା ଶିଷ୍ୟମାନଙ୍କୁ ବୁଝାଇବାକୁ ଲାଗିଲେ ଯେ, ତାହାଙ୍କୁ ଅବଶ୍ୟ ଯିରୂଶାଲମ ସହରକୁ ଯିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରୁ ଅନେକ ଦୁଃଖଭୋଗ କରି ହତ ହେବାକୁ ହେବ, ପୁଣି, ତୃତୀୟ ଦିବସରେ ପୁନରୁତ୍ଥାନ ହେବାକୁ ହେବ।
22 Peter took him aside and rebuked him: "Never, Lord! This will never happen to you." ସେଥିରେ ପିତର ତାହାଙ୍କୁ ଅନ୍ୟ ଆଡ଼କୁ ଘେନିଯାଇ ଅନୁଯୋଗ କରି କହିବାକୁ ଲାଗିଲେ, ହେ ପ୍ରଭୁ, ଈଶ୍ବର ଆପଣଙ୍କୁ ଦୟା କରନ୍ତୁ, ଏହା ଆପଣଙ୍କ ପ୍ରତି କେବେ ହେଁ ନ ଘଟୁ।
23 But he turned and told Peter, "Get behind me, Satan! You are an obstacle to me, because you're not thinking about what our Father cares about, but what people care about." କିନ୍ତୁ ଯୀଶୁ ବୁଲିପଡ଼ି ପିତରଙ୍କୁ କହିଲେ, “ମୋ ଆଗରୁ ଦୂର ହୁଅ, ଶୟତାନ, ତୁମ୍ଭେ ମୋହର ବିଘ୍ନସ୍ୱରୂପ, କାରଣ ତୁମ୍ଭେ ଈଶ୍ବରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ।”
24 Then Jesus told his disciples, "Whoever wants to come after me must deny himself, take up his cross, and follow me. ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ନେଇ ମୋହର ଅନୁଗମନ କରୁ।
25 "For whoever wants to save his life will lose it, but whoever loses his life for my sake will find it. କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ପାଇବ।
26 "What good is it if a person gains the whole world but loses his soul? Or what can a person give in exchange for his soul? ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣା ଜୀବନ ହରାଏ, ତେବେ ତାହାର କି ଲାଭ ହେବ? କିମ୍ବା ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେବ?
27 "For the Son of Man is about to come in his Father's glory with his angels, and will then repay each person according to what they have done. ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ।
28 "Truly I tell you: some standing here will not taste death until they see the Son of Man coming in his kingdom." ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟପୁତ୍ରଙ୍କର ଆପଣା ରାଜ୍ୟରେ ଆଗମନ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଅାସ୍ୱାଦ ପାଇବେ ନାହିଁ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]