Skip to content
The Believer's Library

Indian Revised Version(IRV) Odia - 2021

Matthew 17 IRVOry

Show IRVOry only
Verse × ×
1 Six days later, Jesus took Peter, James, and John his brother, and led them up a high mountain alone. ଛଅ ଦିନ ପରେ ଯୀଶୁ ପିତର, ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ସାଙ୍ଗରେ ନେଇ ପୃଥକ୍ କରି ଗୋଟିଏ ଉଚ୍ଚ ପର୍ବତକୁ ନେଇଗଲେ।
2 He was transfigured before them: his face shone like the sun, his clothes turned white as light. ଆଉ ସେ ସେମାନଙ୍କ ଆଗରେ ରୂପାନ୍ତରିତ ହେଲେ; ତାହାଙ୍କର ମୁଖ ସୂର୍ଯ୍ୟ ପରି ଉଜ୍ଜ୍ୱଳ ଓ ତାହାଙ୍କ ବସ୍ତ୍ର ଆଲୋକ ପରି ଶୁଭ୍ରବର୍ଣ୍ଣ ହେଲା।
3 Suddenly, Moses and Elijah appeared to them, talking with him. ପୁଣି, ଦେଖ, ମୋଶା ଓ ଏଲୀୟ ତାହାଙ୍କ ସହିତ କଥାବାର୍ତ୍ତା କରୁଥିବା ସେମାନଙ୍କୁ ଦେଖାଗଲା।
4 Peter said to Jesus, "Lord, it's good we're here. If you want, I'll build three shelters—one for you, one for Moses, and one for Elijah." ସେଥିରେ ପିତର ଯୀଶୁଙ୍କୁ ଉତ୍ତର ଦେଲେ, ହେ ପ୍ରଭୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ, ଏହା ଉତ୍ତମ; ଆପଣଙ୍କର ଇଚ୍ଛା ହେଲେ ମୁଁ ଏଠାରେ ତିନୋଟି କୁଟୀର ନିର୍ମାଣ କରିବି, ଆପଣଙ୍କ ପାଇଁ ଗୋଟିଏ, ମୋଶାଙ୍କ ପାଇଁ ଗୋଟିଏ ଓ ଏଲୀୟଙ୍କ ପାଇଁ ଗୋଟିଏ।
5 While he was still speaking, a bright cloud covered them, and a voice from the cloud said, "This is my beloved Son; I delight in him. Listen to him." ସେ ଏହି କଥା କହୁ କହୁ, ଦେଖ, ଖଣ୍ଡେ ମେଘ ସେମାନଙ୍କୁ ଆଚ୍ଛାଦନ କଲା, ଆଉ ଦେଖ, ସେହି ମେଘରୁ ଏହି ବାଣୀ ହେଲା, “ଏ ଆମ୍ଭର ପ୍ରିୟ ପୁତ୍ର ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ ଏହାଙ୍କ ବାକ୍ୟ ଶୁଣ।”
6 When the disciples heard it, they fell on their faces and were terrified. ଏହା ଶୁଣି ଶିଷ୍ୟମାନେ ମୁହଁ ମାଡ଼ି ପଡ଼ିଗଲେ ଓ ଅତିଶୟ ଭୀତ ହେଲେ।
7 But Jesus came and touched them, "Rise, and do not be afraid." ସେଥିରେ ଯୀଶୁ ଆସି ସେମାନଙ୍କୁ ସ୍ପର୍ଶ କରି କହିଲେ, “ଉଠ, ଭୟ କର ନାହିଁ।”
8 When they looked up, they saw only Jesus. ପୁଣି, ସେମାନେ ଉପରକୁ ଚାହିଁ କେବଳ ଯୀଶୁଙ୍କ ବିନା ଆଉ କାହାରିକୁ ଦେଖିଲେ ନାହିଁ।
9 Descending the mountain, Jesus ordered them, "Tell no one the vision until the Son of Man is raised from the dead." ସେମାନେ ପର୍ବତରୁ ଓହ୍ଲାଇବା ସମୟରେ ଯୀଶୁ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ମନୁଷ୍ୟପୁତ୍ର ମୃତମାନଙ୍କ ମଧ୍ୟରୁ ନ ଉଠିବା ପର୍ଯ୍ୟନ୍ତ ଏ ଦର୍ଶନର କଥା କାହାରିକୁ କୁହ ନାହିଁ।”
10 The disciples asked him, "Then why do the scribes say that Elijah must come first?" ପୁଣି, ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ତେବେ ଶାସ୍ତ୍ରୀମାନେ କାହିଁକି କହନ୍ତି ଯେ, ପ୍ରଥମରେ ଅବଶ୍ୟ ଏଲୀୟଙ୍କର ଆଗମନ ହେବ?
11 He answered, "Elijah does come, and he will restore all things. ସେ ଉତ୍ତର ଦେଲେ, “ଏଲୀୟ ଆସି ସମସ୍ତ ବିଷୟ ପୁନଃସ୍ଥାପନ କରିବା କଥା ସତ,
12 But I tell you, Elijah has already come, and they didn't recognize him, but treated him as they pleased. So too the Son of Man is about to suffer at their hands." କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଏଲୀୟ ତ ଆସି ସାରିଲେଣି, ମାତ୍ର ଲୋକେ ତାହାଙ୍କୁ ନ ଚିହ୍ନି ଯାହା ଇଚ୍ଛା, ତାହା ହିଁ ତାହାଙ୍କ ପ୍ରତି କରିଅଛନ୍ତି। ସେହି ପ୍ରକାରେ ମନୁଷ୍ୟପୁତ୍ର ମଧ୍ୟ ସେମାନଙ୍କ ହାତରେ ଦୁଃଖଭୋଗ କରିବାକୁ ଯାଉଅଛନ୍ତି।”
13 Then the disciples understood that he was speaking to them about John the Baptist. ସେ ଯେ ସେମାନଙ୍କୁ ବାପ୍ତିଜକ ଯୋହନଙ୍କ ବିଷୟରେ କହିଲେ, ଶିଷ୍ୟମାନେ ସେତେବେଳେ ତାହା ବୁଝିଲେ।
14 And when they came to the crowd, a man came up to him, kneeling before him, ପରେ ସେମାନେ ଲୋକମାନଙ୍କ ନିକଟକୁ ଆସନ୍ତେ ଜଣେ ଲୋକ ତାହାଙ୍କ ନିକଟକୁ ଆସି ଆଣ୍ଠୋଇପଡ଼ି କହିଲା,
15 and saying, "Lord, have mercy on my son, for he has seizures and suffers terribly, often falling into fire, often into water. ହେ ପ୍ରଭୁ, ମୋହର ପୁଅକୁ ଦୟା କରନ୍ତୁ, କାରଣ ସେ ମୂର୍ଚ୍ଛାରୋଗରେ ବଡ଼ କଷ୍ଟ ପାଉଅଛି, ଯେଣୁ ସେ ଥରକୁଥର ନିଆଁରେ ଓ ଥରକୁଥର ପାଣିରେ ପଡ଼ୁଅଛି।
16 And I brought him to your disciples, and they could not heal him." ମୁଁ ଆପଣଙ୍କ ଶିଷ୍ୟମାନଙ୍କ ନିକଟକୁ ତାହାକୁ ଆଣିଥିଲି, ମାତ୍ର ସେମାନେ ତାହାକୁ ସୁସ୍ଥ କରିପାରିଲେ ନାହିଁ।
17 Jesus answered, "Unfaithful, twisted generation! How long must I remain with you, how long put up with you? Bring him here to me." ଯୀଶୁ ଉତ୍ତର ଦେଲେ, “ଆରେ ଅବିଶ୍ୱାସୀ ଓ ବିପଥଗାମୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ଏଠିକି ମୋ ପାଖକୁ ଆଣ।”
18 And Jesus rebuked the demon, and it came out of him, and the boy was healed instantly. ଆଉ ଯୀଶୁ ଭୂତକୁ ଧମକାନ୍ତେ ସେ ତାହାଠାରୁ ବାହାରିଗଲା ଓ ବାଳକଟି ସେହି ମୁହୂର୍ତ୍ତରୁ ସୁସ୍ଥ ହେଲା।
19 Then the disciples came to Jesus privately and said, "Why could we not cast it out?" ଏହାପରେ ଶିଷ୍ୟମାନେ ଗୋପନରେ ଯୀଶୁଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ କାହିଁକି ତାହାକୁ ଛଡ଼ାଇ ପାରିଲୁ ନାହିଁ।
20 He said to them, "Because your faith is small. Truly I tell you: with faith like a mustard seed, you will tell this mountain, 'Move from here to there,' and it will move. Nothing will be impossible for you." ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ଅଳ୍ପ ବିଶ୍ୱାସ ସକାଶେ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ପର୍ବତକୁ ‘ଏଠାରୁ ସେଠାକୁ ଘୁଞ୍ଚିଯା’ ବୋଲି କହିଲେ ତାହା ଘୁଞ୍ଚିଯିବ, ଆଉ କିଛି ହିଁ ତୁମ୍ଭମାନଙ୍କର ଅସାଧ୍ୟ ହେବ ନାହିଁ।
21 Not in this edition କିନ୍ତୁ ପ୍ରାର୍ଥନା ଓ ଉପବାସ ବିନା ଅନ୍ୟ କୌଣସି ଉପାୟରେ ଏପ୍ରକାର ଭୂତ ବାହାରିଯାଏ ନାହିଁ।”
22 While gathering in Galilee, Jesus told them, "The Son of Man is about to be handed over to men, ଆଉ ସେମାନେ ଗାଲିଲୀରେ ଏକତ୍ର ହେବା ସମୟରେ ଯୀଶୁ ସେମାନଙ୍କୁ କହିଲେ, “ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଅଛନ୍ତି,
23 they will kill him, and on the third day he will be raised." They were deeply grieved. ପୁଣି, ସେମାନେ ତାହାଙ୍କୁ ବଧ କରିବେ, ଆଉ ତୃତୀୟ ଦିବସରେ ସେ ଉଠିବେ। ଏଥିରେ ସେମାନେ ଅତ୍ୟନ୍ତ ଦୁଃଖିତ ହେଲେ।”
24 Arriving in Capernaum, the temple tax collectors approached Peter and asked, "Doesn't your teacher pay the temple tax?" ଏଥିମଧ୍ୟରେ ସେମାନେ କଫର୍ନାହୂମ ନଗରକୁ ଆସନ୍ତେ ମନ୍ଦିରର କର ଆଦାୟକାରୀ ଲୋକେ ପିତରଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭମାନଙ୍କର ଗୁରୁ କଅଣ ମନ୍ଦିରର କର ଦିଅନ୍ତି ନାହିଁ?
25 He said, "Yes." When he entered the house, Jesus spoke first: "What do you think, Simon? From whom do earthly kings collect tolls or taxes—from their own sons, or from others?" ସେ କହିଲେ, ହଁ, ଦିଅନ୍ତି। ଆଉ ସେ ଘରକୁ ଆସିଲା ପରେ ଯୀଶୁ ଆଗେ ତାହାକୁ କହିଲେ, “ଶିମୋନ, ତୁମ୍ଭର ମତ କଅଣ? ପୃଥିବୀର ରାଜାମାନେ କାହା ପାଖରୁ କର ବା ରାଜସ୍ୱ ନିଅନ୍ତି? ସେମାନଙ୍କ ସନ୍ତାନଗଣଙ୍କଠାରୁ କିମ୍ବା ବିଦେଶୀମାନଙ୍କଠାରୁ?”
26 And when Peter said, "From others," Jesus said to him, "Then the sons are free." ସେ ବିଦେଶୀମାନଙ୍କଠାରୁ ବୋଲି କହନ୍ତେ ଯୀଶୁ ତାହାଙ୍କୁ କହିଲେ, “ତେବେ ତ ପୁତ୍ରମାନେ ମୁକ୍ତ।
27 "But so we don't offend them, go to the sea, cast a hook, and take the first fish that comes up. Open its mouth and you'll find a coin. Take it and give it to them for me and you." କିନ୍ତୁ ଆମ୍ଭେମାନେ ଯେପରି ସେମାନଙ୍କ ବିଘ୍ନର କାରଣ ନ ହେଉ, ଏଥିପାଇଁ ସମୁଦ୍ରକୁ ଯାଇ ବନଶି ପକାଅ, ଆଉ ପ୍ରଥମେ ଯେଉଁ ମାଛ ପଡ଼ିବ, ତାହାକୁ ଧରି ତାହାର ମୁଖ ଫିଟାଇଲେ ଗୋଟିଏ ରୌପ୍ୟ-ମୁଦ୍ରା ପାଇବ; ତାହା ନେଇ ମୋ ପାଇଁ ଓ ତୁମ୍ଭ ପାଇଁ ସେମାନଙ୍କୁ ଦିଅ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]