Skip to content
The Believer's Library

Indian Revised Version(IRV) Odia - 2021

Matthew 19 IRVOry

Show IRVOry only
Verse × ×
1 When Jesus finished these words, he left Galilee and went into the region of Judea, across the Jordan. ଯୀଶୁ ଏହି ସମସ୍ତ କଥା ସମାପ୍ତ କରିବା ପରେ ଗାଲିଲୀରୁ ଚାଲିଯାଇ ଯର୍ଦ୍ଦନ ନଦୀର ଆରପାରରେ ଥିବା ଯିହୂଦିୟା ପ୍ରଦେଶ ସୀମାରେ ଉପସ୍ଥିତ ହେଲେ।
2 Large crowds followed him, and he healed them there. ପୁଣି, ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସେଠାରେ ସେମାନଙ୍କୁ ସୁସ୍ଥ କଲେ।
3 Pharisees came to test him, asking, "Is it lawful for a man to divorce his wife for any cause?" ଏହି ସମୟରେ ଫାରୂଶୀମାନେ ତାହାଙ୍କ ପାଖକୁ ଆସି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ଯେକୌଣସି କାରଣରୁ ଆପଣା ସ୍ତ୍ରୀ କି ପରିତ୍ୟାଗ କରିବା କଅଣ ନ୍ୟାୟସଙ୍ଗତ?
4 He answered, "Haven't you read that our Father, who made them at the beginning, made them male and female, ସେ ଉତ୍ତର ଦେଲେ, “ତୁମ୍ଭେମାନେ କଅଣ ପାଠ କରି ନାହଁ ଯେ, ସୃଷ୍ଟିକର୍ତ୍ତା ଆଦ୍ୟରୁ ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ,”
5 and said, 'So a man will leave his father and mother and cling to his wife, and the two will become one flesh'? ଆଉ କହିଲେ, “ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ?”
6 So they are no longer two but one flesh; therefore, let no one separate what our Father has joined." “ଏଣୁ ସେମାନେ ଆଉ ଦୁଇ ନୁହଁନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି। ଅତଏବ ଈଶ୍ବର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ଅଲଗା ନ କରୁ।”
7 They said to him, "Why then did Moses command that a man give a divorce certificate and send her away?" ସେମାନେ ତାହାଙ୍କୁ ପଚାରିଲେ, ତେବେ ମୋଶା କାହିଁକି ତ୍ୟାଗପତ୍ର ଦେଇ ସ୍ତ୍ରୀକୁ ପରିତ୍ୟାଗ କରିବା ନିମନ୍ତେ ଆଜ୍ଞା ଦେଲେ?
8 He told them, "Moses let you divorce your wives because your hearts were hard, but it wasn't like that from the beginning. ଯୀଶୁ ସେମାନଙ୍କୁ କହିଲେ, “କାରଣ ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ମୋଶା ତୁମ୍ଭମାନଙ୍କୁ ଆପଣା ଆପଣା ସ୍ତ୍ରୀ କି ପରିତ୍ୟାଗ କରିବାକୁ ଅନୁମତି ଦେଲେ, କିନ୍ତୁ ଆଦ୍ୟରୁ ସେପରି ନ ଥିଲା।”
9 I tell you: whoever divorces his wife—except for sexual sin—and marries another commits adultery." “ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ସ୍ତ୍ରୀ କି ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ।”
10 The disciples said to him, "If that's the case between husband and wife, it's better not to marry." ଶିଷ୍ୟମାନେ ତାହାଙ୍କୁ କହିଲେ, ସ୍ତ୍ରୀ ସହିତ ମନୁଷ୍ୟର ଯଦି ଏହି ପ୍ରକାର ସମ୍ଵନ୍ଧ, ତେବେ ବିବାହ କରିବା ଭଲ ନୁହେଁ।
11 He said to them, "Not everyone can accept this word—only those it's given to. କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ସମସ୍ତେ ଏହି କଥା ଗ୍ରହଣ କରିପାରନ୍ତି ନାହିଁ, କେବଳ ଯେଉଁମାନଙ୍କୁ କ୍ଷମତା ଦିଆଯାଇଅଛି, ସେମାନେ କରିପାରନ୍ତି।
12 There are eunuchs born that way from their mother's womb; there are eunuchs made that way by others; and there are eunuchs who made themselves so for the kingdom of our Father. Let the one who can accept this, accept it." କାରଣ କେହି କେହି ମାତାର ଗର୍ଭରୁ ନପୁଂସକ ହୋଇ ଜନ୍ମ ହୋଇଅଛନ୍ତି, ଆଉ କେହି କେହି ମନୁଷ୍ୟମାନଙ୍କ ଦ୍ୱାରା ନପୁଂସକ କରାଯାଇଅଛନ୍ତି, ପୁଣି, ଆଉ କେହି କେହି ସ୍ୱର୍ଗରାଜ୍ୟ ସକାଶେ ଆପଣା ଆପଣାକୁ ନପୁଂସକ କରିଅଛନ୍ତି। ଯେଉଁ ଲୋକ ଗ୍ରହଣ କରିପାରେ, ସେ ଗ୍ରହଣ କରୁ।”
13 Then little children were brought to him so he could lay hands on them and pray, but the disciples rebuked those bringing them. ସେତେବେଳେ ଯୀଶୁ ଯେପରି ଶିଶୁମାନଙ୍କ ଉପରେ ହାତ ରଖି ପ୍ରାର୍ଥନା କରନ୍ତି, ଏଥିପାଇଁ ସେମାନେ ତାହାଙ୍କ ନିକଟକୁ ଅଣାଗଲେ। ମାତ୍ର ଶିଷ୍ୟମାନେ ଆଣୁଥିବା ଲୋକମାନଙ୍କୁ ଧମକ ଦେଲେ।
14 But Jesus said, "Let the little children come to me—don't stop them, for the kingdom of our Father belongs to ones like these." କିନ୍ତୁ ଯୀଶୁ କହିଲେ, “ଶିଶୁମାନଙ୍କୁ ଛାଡ଼ିଦିଅ, ସେମାନଙ୍କୁ ମୋ ପାଖକୁ ଆସିବାକୁ ମନା କର ନାହିଁ, କାରଣ ସ୍ୱର୍ଗରାଜ୍ୟ ଏହି ପ୍ରକାର ଲୋକମାନଙ୍କର।”
15 And he laid his hands on them and went on from there. ଆଉ, ସେ ସେମାନଙ୍କ ଉପରେ ହାତ ରଖି ସେଠାରୁ ଚାଲିଗଲେ।
16 Just then a man approached him and asked, "Teacher, what good must I do to obtain eternal life?" ଆଉ ଦେଖ, ଜଣେ ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନ ପ୍ରାପ୍ତ ହେବା ନିମନ୍ତେ ମୁଁ କେଉଁ ସତ୍କର୍ମ କରିବି?
17 He said to him, "Why ask me about what is good? Only one is good. If you want to enter life, keep the commandments." ସେ ତାହାଙ୍କୁ କହିଲେ, “ସତ୍ ବିଷୟରେ ମୋତେ କାହିଁକି ପଚାରୁଅଛ? ସତ୍ କେବଳ ଜଣେ; କିନ୍ତୁ ତୁମ୍ଭେ ଯଦି ଜୀବନରେ ପ୍ରବେଶ କରିବାକୁ ଇଚ୍ଛା କର, ତେବେ ଆଜ୍ଞାସବୁ ପାଳନ କର।”
18 "Which ones?" he asked. Jesus said, "Do not murder, do not commit adultery, do not steal, do not testify falsely, ସେ ତାହାଙ୍କୁ ପଚାରିଲେ, କି କି ପ୍ରକାର ଆଜ୍ଞା? ଯୀଶୁ କହିଲେ, “ଏହିସବୁ, ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ,
19 honor your father and mother, and love your neighbor as yourself." ପିତାମାତାଙ୍କୁ ସମାଦର କର; ପୁଣି, ତୁମ୍ଭର ପଡୋଶୀକି ଆତ୍ମତୁଲ୍ୟ ପ୍ରେମ କର।”
20 The young man said to him, "All these I have kept. What do I still lack?" ସେହି ଯୁବକ ତାହାଙ୍କୁ କହିଲେ, ଏହି ସମସ୍ତ ମୁଁ ପାଳନ କରିଅଛି, ମୋହର ଆଉ କଅଣ ଉଣା ଅଛି?
21 Jesus told him, "If you want to be complete, go, sell your possessions and give to the poor—you'll have treasure in heaven—then come, follow me." ଯୀଶୁ ତାହାଙ୍କୁ କହିଲେ, “ଯଦି ତୁମ୍ଭେ ସିଦ୍ଧ ହେବାକୁ ଇଚ୍ଛା କର, ତେବେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।”
22 When the young man heard this, he went away grieving, because he had great wealth. କିନ୍ତୁ ଏହି କଥା ଶୁଣି ଯୁବକଟି ଦୁଃଖିତ ହୋଇ ଚାଲିଗଲେ, କାରଣ ତାଙ୍କର ବହୁତ ସମ୍ପତ୍ତି ଥିଲା।
23 Jesus said to his disciples, "Truly, I tell you: a rich person will hardly enter our Father's kingdom. ସେଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଧନୀ ଲୋକ ଅତି କଷ୍ଟରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ।
24 I tell you again: a camel fits through the eye of a needle easier than a rich person enters our Father's kingdom." ପୁନଶ୍ଚ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବରଙ୍କ ରାଜ୍ୟରେ ଧନୀଲୋକଙ୍କର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ପ୍ରବେଶ କରିବା ସହଜ।”
25 When the disciples heard this, they were greatly astonished and asked, "Who then can be saved?" ଶିଷ୍ୟମାନେ ଏହା ଶୁଣି ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ତେବେ କିଏ ପରିତ୍ରାଣ ପାଇ ପାରେ?
26 Jesus looked at them and said, "This is impossible for people, but everything is possible with our Father." ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ଏହା ମନୁଷ୍ୟର ଅସାଧ୍ୟ, କିନ୍ତୁ ଈଶ୍ବରଙ୍କର ସମସ୍ତ ସାଧ୍ୟ।”
27 Then Peter said to him, "Look, we've left everything and followed you. What then will we have?" ସେଥିରେ ପିତର ତାହାଙ୍କୁ ଉତ୍ତର ଦେଲେ, ଦେଖନ୍ତୁ, ଆମ୍ଭେମାନେ ସମସ୍ତ ପରିତ୍ୟାଗ କରି ଆପଣଙ୍କ ଅନୁଗାମୀ ହୋଇଅଛୁ; ଆମ୍ଭେମାନେ ତେବେ କଅଣ ପାଇବା?
28 Jesus told them, "Truly: in the renewal, when the Son of Man sits on his glorious throne, you who followed me will also sit on twelve thrones, judging the twelve tribes of Israel. ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ନୂତନ ସୃଷ୍ଟିରେ ଯେତେବେଳେ ମନୁଷ୍ୟପୁତ୍ର ଆପଣା ଗୌରବମୟ ସିଂହାସନରେ ଉପବେଶନ କରିବେ, ସେତେବେଳେ, ମୋହର ଅନୁଗାମୀ ହୋଇଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ମଧ୍ୟ ଦ୍ୱାଦଶ ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ।”
29 "Everyone who has left houses or brothers or sisters or father or mother or children or fields for my name will receive one hundred times more and inherit eternal life. “ପୁଣି, ଯେ କେହି ମୋହର ନାମ ସକାଶେ ଗୃହ କି ଭାଇ କି ଭଉଣୀ କି ପିତା କି ମାତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରେ, ସେ ବହୁଗୁଣ ପାଇବ, ପୁଣି, ଅନନ୍ତ ଜୀବନର ଅଧିକାରୀ ହେବ।
30 But many who are first will be last, and many who are last will be first." କିନ୍ତୁ ପ୍ରଥମେ ଥିବା ଅନେକ ଲୋକ ଶେଷରେ ପଡ଼ିବେ ଓ ଶେଷରେ ଥିବା ଅନେକ ଲୋକ ପ୍ରଥମ ହେବେ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]