Skip to content
The Believer's Library

Indian Revised Version(IRV) Odia - 2021

Matthew 2 IRVOry

Show IRVOry only
Verse × ×
1 After Jesus was born in Bethlehem, Judea, in the days of King Herod, magi from the east arrived in Jerusalem, ହେରୋଦ ରାଜାଙ୍କ ସମୟରେ ଯିହୂଦିୟା ପ୍ରଦେଶର ବେଥଲିହିମରେ ଯୀଶୁଙ୍କ ଜନ୍ମ ହେବା ପରେ, ଦେଖ, ପୂର୍ବ ଦିଗରେ ଥିବା ଦେଶରୁ କେତେକ ପଣ୍ଡିତ ଯିରୂଶାଲମ ସହରକୁ ଆସି କହିଲେ,
2 saying, "Where is the one born king of the Jews? For we saw his star in the east and have come to worship him." “ଯିହୁଦୀମାନଙ୍କର ଯେଉଁ ରାଜା ଜନ୍ମଗ୍ରହଣ କରିଅଛନ୍ତି, ସେ କେଉଁଠାରେ? କାରଣ ଆମ୍ଭେମାନେ ପୂର୍ବ ଦିଗରେ ତାହାଙ୍କ ତାରା ଦେଖି ତାହାଙ୍କୁ ଆରାଧନା କରିବାକୁ ଆସିଅଛୁ।”
3 When Herod the king heard this, he was troubled, and all Jerusalem with him. ଏହା ଶୁଣି ହେରୋଦ ରାଜା ଓ ତାହାଙ୍କ ସହିତ ସମସ୍ତ ଯିରୂଶାଲମ ନିବାସୀ ଉଦ୍‌ବିଗ୍ନ ହେଲେ;
4 He gathered all the people's chief priests and scribes, asking where the Christ was to be born. ପୁଣି, ସେ ଲୋକଙ୍କର ସମସ୍ତ ପ୍ରଧାନ ଯାଜକ ଓ ଶାସ୍ତ୍ରୀଙ୍କୁ ଏକତ୍ର କରି, ଖ୍ରୀଷ୍ଟ କେଉଁଠାରେ ଜନ୍ମଗ୍ରହଣ କରିବେ, ତାହା ସେମାନଙ୍କଠାରୁ ବୁଝିବା ପାଇଁ ଚେଷ୍ଟା କଲେ।
5 They told him, "In Bethlehem of Judea, for this is what was written through the prophet: ସେମାନେ ତାହାଙ୍କୁ କହିଲେ, ଯିହୂଦିୟା ପ୍ରଦେଶର ବେଥଲିହିମରେ, କାରଣ ଭାବବାଦୀଙ୍କ ଦ୍ୱାରା ଏପରି ଲେଖାଅଛି,
6 'Yet you, Bethlehem, in Judah's land, are certainly not the least among Judah's rulers; for from you a ruler will emerge who will shepherd Israel, my people.'" “ଆଉ ଗୋ ଯିହୂଦାଙ୍କ ପ୍ରଦେଶର ବେଥଲିହିମ, ତୁ ଯିହୂଦାର ପ୍ରଧାନ ନଗରସମୂହ ମଧ୍ୟରେ କୌଣସି ପ୍ରକାରେ କ୍ଷୁଦ୍ରତମ ନୋହୁଁ, କାରଣ ଯେ ଆମ୍ଭର ଇସ୍ରାଏଲ ଲୋକଙ୍କୁ ପ୍ରତିପାଳନ କରିବେ, ଏପରି ଜଣେ ଶାସନକର୍ତ୍ତା ତୋʼଠାରୁ ଆସିବେ।”
7 Then Herod secretly summoned the magi and learned from them the exact time the star had appeared. ତାହାପରେ ହେରୋଦ ପଣ୍ଡିତମାନଙ୍କୁ ଗୋପନରେ ଡାକି, ସେହି ତାରା କେଉଁ ସମୟରେ ଦେଖାଗଲା, ଏହା ସେମାନଙ୍କଠାରୁ ଠିକ୍ ଭାବରେ ବୁଝିନେଲେ।
8 He sent them to Bethlehem, saying, "Go, search carefully for the child. When you find him, come back and tell me, so that I too may go and worship him." ପୁଣି, ସେ ସେମାନଙ୍କୁ ବେଥଲିହିମକୁ ପଠାଇ କହିଲେ, “ଆପଣମାନେ ଯାଇ ସେହି ଶିଶୁଙ୍କ ସମ୍ବନ୍ଧରେ ଠିକ୍ ଭାବରେ ଅନୁସନ୍ଧାନ କରନ୍ତୁ, ଆଉ ସନ୍ଧାନ ପାଇଲାକ୍ଷଣି ଆମ୍ଭକୁ ସମ୍ବାଦ ଦିଅନ୍ତୁ, ଯେପରି ଆମ୍ଭେ ମଧ୍ୟ ଯାଇ ତାହାଙ୍କୁ ପ୍ରଣାମ କରିବା।”
9 After hearing the king, they set out; the star they had seen in the east went ahead of them until it stopped over where the child was. ସେଥିରେ ସେମାନେ ରାଜାଙ୍କ କଥା ଶୁଣି ଚାଲିଗଲେ; ଆଉ ଦେଖ, ସେମାନେ ପୂର୍ବଦେଶରେ ଯେଉଁ ତାରା ଦେଖିଥିଲେ, ତାହା ସେମାନଙ୍କ ଆଗେ ଆଗେ ଯାଇ, ଯେଉଁଠାରେ ଶିଶୁ ଥିଲେ, ଶେଷରେ ସେହି ସ୍ଥାନ ଉପରେ ରହିଗଲା।
10 When they saw the star, they rejoiced with overwhelming joy. ସେମାନେ ତାରା ଦେଖି ମହାନନ୍ଦରେ ଅତିଶୟ ଆନନ୍ଦିତ ହେଲେ,
11 Entering the house, they saw the child with Mary his mother, fell down and worshiped him. They opened their treasure boxes and gave him gifts: gold, frankincense, and myrrh. ଆଉ, ଘର ଭିତରକୁ ଯାଇ ଶିଶୁଙ୍କୁ ତାହାଙ୍କ ମାତା ମରୀୟମଙ୍କ ସଙ୍ଗରେ ଦେଖି, ତାହାଙ୍କୁ ଭୂମିଷ୍ଠ ପ୍ରଣାମ କଲେ ଏବଂ ଆରାଧନା କଲେ, ପୁଣି, ଆପଣା ଆପଣା ପେଡ଼ି ଫିଟାଇ ତାହାଙ୍କୁ ସୁନା, କୁନ୍ଦୁରୁ ଓ ଗନ୍ଧରସ ଉପହାର ଦେଲେ।
12 Warned in a dream not to return to Herod, they went back to their own country by a different route. ପରେ ହେରୋଦଙ୍କ ନିକଟକୁ ବାହୁଡ଼ି ନ ଯିବାକୁ ସ୍ୱପ୍ନରେ ସତର୍କବାଣୀ ପାଇ ସେମାନେ ଅନ୍ୟ ପଥ ଦେଇ ଆପଣା ଦେଶକୁ ଚାଲିଗଲେ।
13 After they left, an angel of our Father appeared to Joseph in a dream: "Get up, take the child and his mother, flee to Egypt, and stay until I tell you—Herod is about to search for the child to kill him." ସେମାନେ ଚାଲିଯିବା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ଯୋଷେଫଙ୍କୁ ଦର୍ଶନ ଦେଇ କହିଲେ, “ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଅ, ପୁଣି, ଆମ୍ଭେ ତୁମ୍ଭକୁ ନ କହିବା ପର୍ଯ୍ୟନ୍ତ ସେଠାରେ ରୁହ, କାରଣ ଶିଶୁଙ୍କୁ ବିନାଶ କରିବା ନିମନ୍ତେ ହେରୋଦ ତାହାଙ୍କୁ ଅନ୍ୱେଷଣ କରିବାକୁ ଉଦ୍ୟତ।”
14 And he got up and took the child and his mother by night and left for Egypt, ଏଥିରେ ସେ ଉଠି ରାତ୍ରିରେ ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଇଗଲେ,
15 and stayed there until Herod died, fulfilling what our Father said through the prophet: "Out of Egypt I called my son." ଆଉ ହେରୋଦଙ୍କ ମରଣ ପର୍ଯ୍ୟନ୍ତ ସେଠାରେ ରହିଲେ, ଯେପରି ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, “ମିସରରୁ ଆମ୍ଭେ ଆପଣା ପୁତ୍ରଙ୍କୁ ଆହ୍ୱାନ କଲୁ।”
16 Then Herod, seeing the magi had outwitted him, grew furious and sent men to kill all boys two years old and under in Bethlehem and its whole region, matching the time he'd learned from the magi. ଇତିମଧ୍ୟରେ ହେରୋଦ ପଣ୍ଡିତମାନଙ୍କ ଦ୍ୱାରା ଆପଣାକୁ ପ୍ରବଞ୍ଚିତ ହେବା ଦେଖି ରାଗିଗଲେ, ଆଉ ସେମାନଙ୍କ ନିକଟରୁ ଉତ୍ତମ ରୂପେ ଯେଉଁ ସମୟରେ ବୁଝିଥିଲେ, ତଦନୁସାରେ ଦୁଇ ବର୍ଷ ଓ ସେଥିରୁ କମ୍ ବୟସ୍କ ଯେତେ ବାଳକ ବେଥଲିହିମ ପୁଣି, ସେଥିର ସମସ୍ତ ସୀମା ମଧ୍ୟରେ ଥିଲେ, ଲୋକ ପଠାଇ ସେହି ସମସ୍ତଙ୍କୁ ବଧ କରାଇଲେ।
17 This fulfilled what was spoken through Jeremiah the prophet: ସେତେବେଳେ ଯିରିମୀୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହେଲା,
18 "A voice was heard in Ramah, weeping and loud mourning, Rachel weeping for her children; she refused to be comforted, because they are no more." “ରାମାରେ ସ୍ୱର ଶୁଣାଗଲା, ରୋଦନ ଓ ଅତିଶୟ ବିଳାପ, ରାହେଲ ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କରୁଥିଲେ; ଆଉ ସେମାନେ ନାହାନ୍ତି ବୋଲି ସେ ସାନ୍ତ୍ୱନାର କଥା ମାନିବାକୁ ଇଚ୍ଛା କରୁ ନ ଥିଲେ।”
19 But when Herod died, an angel of our Father appeared in a dream to Joseph in Egypt, ହେରୋଦଙ୍କ ମୃତ୍ୟୁ ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ମିସରରେ ଯୋଷେଫଙ୍କୁ ସ୍ୱପ୍ନରେ ଦର୍ଶନ ଦେଇ କହିଲେ,
20 saying, "Get up, take the child and his mother, go to Israel's land, for those seeking the child's life are dead." “ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ଇସ୍ରାଏଲ ଦେଶକୁ ଯାଅ, କାରଣ ଯେଉଁମାନେ ଶିଶୁଙ୍କ ପ୍ରାଣ ବିନାଶ କରିବା ନିମନ୍ତେ ଚେଷ୍ଟା କରୁଥିଲେ, ସେମାନଙ୍କର ମୃତ୍ୟୁ ଘଟିଅଛି।”
21 So he got up, took the child and his mother, and went to Israel's land. ସେଥିରେ ସେ ଉଠି ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ଇସ୍ରାଏଲ ଦେଶକୁ ଆସିଲେ।
22 Hearing that Archelaus was ruling Judea in place of his father Herod, he was afraid to go there. Warned in a dream, he withdrew to the region of Galilee. ମାତ୍ର ଆର୍ଖିଲାୟ ଆପଣା ପିତା ହେରୋଦଙ୍କ ସ୍ଥାନରେ ଯିହୂଦିୟା ପ୍ରଦେଶର ରାଜା ହୋଇଅଛନ୍ତି, ଏହା ଶୁଣି ସେଠାକୁ ଯିବା ପାଇଁ ସେ ଭୟ କଲେ; କିନ୍ତୁ ସ୍ୱପ୍ନରେ ପ୍ରତ୍ୟାଦେଶ ପାଇ ସେ ଗାଲିଲୀ ଅଞ୍ଚଳକୁ ପଳାଇଗଲେ
23 He went and lived in a town called Nazareth, fulfilling the prophets' words: "He will be called a Nazarene." ଓ ନାଜରିତ ନାମକ ନଗରରେ ଯାଇ ବାସ କଲେ, ଯେପରି ଭାବବାଦୀମାନଙ୍କ ଦ୍ୱାରା ଉକ୍ତ ବାକ୍ୟ ସଫଳ ହୁଏ ଯେ, “ସେ ନାଜରିତୀୟ ବୋଲି ଖ୍ୟାତ ହେବେ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]