Skip to content
The Believer's Library

Indian Revised Version(IRV) Odia - 2021

Matthew 20 IRVOry

Show IRVOry only
Verse × ×
1 "For the kingdom of our Father is like a landowner who went out at dawn to hire workers for his vineyard. “କାରଣ ସ୍ୱର୍ଗରାଜ୍ୟ ଏପରି ଜଣେ ଗୃହକର୍ତ୍ତାଙ୍କ ସଦୃଶ, ଯେ ସକାଳ ହେବାମାତ୍ର ଆପଣା ଦ୍ରାକ୍ଷାକ୍ଷେତ୍ରରେ ମୂଲିଆ ଲଗାଇବାକୁ ବାହାରିଗଲେ।
2 He agreed to pay the workers a full day's wage and sent them into his vineyard. ଆଉ ସେ ମୂଲିଆମାନଙ୍କ ସହିତ ଦିନକୁ ଏକ ଦିନର ମୂଲ ପାଇଁ ଚୁକ୍ତି କରି ସେମାନଙ୍କୁ ଆପଣା ଦ୍ରାକ୍ଷାକ୍ଷେତ୍ରକୁ ପଠାଇଲେ।
3 About nine o'clock in the morning he went out and saw others standing idle in the marketplace. ପୁଣି, ପ୍ରାୟ ନଅଟା ସମୟରେ ବାହାରିଯାଇ ବଜାରରେ ଅନ୍ୟମାନଙ୍କୁ ନିଷ୍କର୍ମା ହୋଇ ଠିଆ ହୋଇଥିବା ଦେଖି ସେମାନଙ୍କୁ ମଧ୍ୟ କହିଲେ,
4 He told them, 'You too, go into the vineyard; I'll pay you whatever's right.' So they went. ‘ତୁମ୍ଭେମାନେ ସୁଦ୍ଧା ଦ୍ରାକ୍ଷାକ୍ଷେତ୍ରକୁ ଯାଅ, ପୁଣି, ଯାହା ଉଚିତ୍, ତାହା ତୁମ୍ଭମାନଙ୍କୁ ଦେବି;’ ଆଉ ସେମାନେ ଗଲେ।
5 Going out again about noon and about three in the afternoon, he did the same. ପୁଣି, ଥରେ ସେ ପ୍ରାୟ ବାରଟା ଓ ତିନିଟା ସମୟରେ ବାହାରିଯାଇ ସେହି ପ୍ରକାର କଲେ।
6 About five in the afternoon, he went out and found others standing there. He asked, 'Why have you stood here idle all day?'" ପୁଣି, ପ୍ରାୟ ପାଞ୍ଚଟା ସମୟରେ ସେ ବାହାରିଯାଇ ଆଉ କେତେକ ଜଣଙ୍କୁ ଠିଆ ହୋଇଥିବା ଦେଖି ସେମାନଙ୍କୁ ପଚାରିଲେ, ‘ତୁମ୍ଭେମାନେ କାହିଁକି ଏଠାରେ ଦିନଯାକ ନିଷ୍କର୍ମା ହୋଇ ଠିଆ ହୋଇଅଛ?’
7 "They said, 'Because no one hired us.' He said, 'You also go into the vineyard.' ସେମାନେ ତାହାଙ୍କୁ କହିଲେ, ‘କାରଣ କେହି ଆମ୍ଭମାନଙ୍କୁ ମୂଲ ଲଗାଇ ନାହାନ୍ତି।’ ସେ ସେମାନଙ୍କୁ କହିଲେ, ‘ତୁମ୍ଭେମାନେ ମଧ୍ୟ ଦ୍ରାକ୍ଷାକ୍ଷେତ୍ରକୁ ଯାଅ।’
8 "When evening came, the vineyard owner told his foreman, 'Call the workers and pay them their wages, from the last to the first.' ପରେ ସନ୍ଧ୍ୟା ହୁଅନ୍ତେ ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା ଆପଣା ବେବର୍ତ୍ତାଙ୍କୁ କହିଲେ, ‘ମୂଲିଆମାନଙ୍କୁ ଡାକି ଶେଷ ଲୋକମାନଙ୍କଠାରୁ ଆରମ୍ଭ କରି ପ୍ରଥମ ଲୋକମାନଙ୍କ ପର୍ଯ୍ୟନ୍ତ ମୂଲ ଦିଅ।’
9 And when those hired about five o'clock came, each of them received a full day's wage. ସେଥିରେ ଯେଉଁମାନେ ପ୍ରାୟ ପାଞ୍ଚଟା ସମୟରେ ମୂଲ ଲଗାଯାଇଥିଲେ, ସେମାନେ ଆସି ଏକ ଦିନର ମୂଲ ଲେଖାଏଁ ପାଇଲେ।
10 When the first came, they thought they would get more, but each got a full day's wage too. ପୁଣି, ପ୍ରଥମେ ଲଗାଯାଇଥିବା ମୂଲିଆମାନେ ଆସି ଅଧିକ ପାଇବେ ବୋଲି ମନେ କଲେ; ମାତ୍ର ସେମାନେ ମଧ୍ୟ ଏକ ଦିନର ମୂଲ ଲେଖାଏଁ ପାଇଲେ।
11 And on receiving it they grumbled at the landowner, କିନ୍ତୁ ତାହା ପାଇ ସେମାନେ ଘରର କର୍ତ୍ତାଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ,
12 saying, 'These last worked only one hour, yet you made them equal to us, who bore the day's burden and the scorching heat.' ‘ଏହି ଶେଷର ଲୋକମାନେ ଘଣ୍ଟାଏ ମାତ୍ର କାମ କଲେ, ଆଉ ଆମ୍ଭେମାନେ ଦିନଯାକ ଖଟି ଖଟି ଖରାରେ ଜଳି ପୋଡ଼ିଗଲେ ସୁଦ୍ଧା ତୁମ୍ଭେ ସେମାନଙ୍କୁ ଆମ୍ଭମାନଙ୍କ ସମାନ କଲ।’
13 "He answered one of them, 'Friend, I'm not wronging you. Didn't you agree with me for a full day's wage?' କିନ୍ତୁ ସେ ସେମାନଙ୍କ ମଧ୍ୟରୁ ଜଣକୁ ଉତ୍ତର ଦେଲେ, ‘ଭାଇ, ତୋʼ ପ୍ରତି ମୁଁ ଅନ୍ୟାୟ କରୁ ନାହିଁ; ତୁ କଅଣ ମୋ ସାଙ୍ଗରେ ଏକ ଦିନର ମୂଲ ପାଇଁ ଚୁକ୍ତି କରି ନ ଥିଲୁ?
14 Take what's yours and go. I want to give this last worker the same as you. ତୋର ଯାହା, ତାହା ନେଇ ଚାଲିଯା, କିନ୍ତୁ ଏହି ଶେଷ ଲୋକକୁ ସୁଦ୍ଧା ତୋʼ ପରି ଦେବା ପାଇଁ ମୋହର ଇଚ୍ଛା।
15 Can't I do what I want with what's mine? Or are you jealous because I'm generous? ନିଜ ସମ୍ପତ୍ତିକୁ ନିଜ ଇଚ୍ଛାନୁସାରେ ବ୍ୟବହାର କରିବାକୁ କଅଣ ମୋହର ଅଧିକାର ନାହିଁ? ନା ମୁଁ ଦାନଶୀଳ ହେବାରୁ ତୁ ଈର୍ଷାଦୃଷ୍ଟି କରୁଅଛୁ?’
16 So the last will be first, and the first last." ସେହିପରି ଶେଷରେ ଥିବା ଲୋକେ ପ୍ରଥମେ ହେବେ ଓ ପ୍ରଥମରେ ଥିବା ଲୋକେ ଶେଷରେ ପଡ଼ିବେ।”
17 As Jesus was going up to Jerusalem, he took the twelve aside and said to them on the way, ଯୀଶୁ ଯିରୂଶାଲମ ସହରକୁ ଯାତ୍ରା କରିବା ନିମନ୍ତେ ଉଦ୍ୟତ ହେଉଥିବା ସମୟରେ ଦ୍ୱାଦଶଙ୍କୁ ପୃଥକ୍ କରି ପଥ ମଧ୍ୟରେ ସେମାନଙ୍କୁ କହିଲେ,
18 "See, we are going up to Jerusalem, and the Son of Man will be given over to the chief priests and scribes, who will condemn him to death, “ଦେଖ, ଆମ୍ଭେମାନେ ଯିରୂଶାଲମ ସହରକୁ ଯାତ୍ରା କରୁଅଛୁ, ଆଉ ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରେ ସମର୍ପିତ ହେବେ,
19 and hand him over to the Gentiles to mock and flog and crucify—and on the third day he will be raised." ପୁଣି, ସେମାନେ ତାହାଙ୍କୁ ପ୍ରାଣ ଦଣ୍ଡାଜ୍ଞା ଦେଇ ପରିହାସ, କୋରଡ଼ା ପ୍ରହାର ଓ କ୍ରୁଶରେ ବଧ କରିବା ନିମନ୍ତେ ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ତୃତୀୟ ଦିବସରେ ସେ ଉଠିବେ।”
20 Then Zebedee's sons' mother came to him with her sons, kneeling to ask something of him. ସେତେବେଳେ ଜେବଦୀଙ୍କ ସ୍ତ୍ରୀ ଆପଣା ପୁତ୍ରମାନଙ୍କୁ ସାଙ୍ଗରେ ନେଇ ତାହାଙ୍କ ଛାମୁକୁ ଆସି ପ୍ରଣାମ କରି ତାହାଙ୍କଠାରୁ କିଛି ମାଗିଲେ।
21 He asked her, "What do you want?" She said, "Say my two sons will sit one at your right, one at your left, in your kingdom." ସେଥିରେ ସେ ତାହାଙ୍କୁ ପଚାରିଲେ, “ତୁମ୍ଭେ କଅଣ ଇଚ୍ଛା କରୁଅଛ?” ସେ ତାହାଙ୍କୁ କହିଲେ, ଆପଣଙ୍କ ରାଜ୍ୟରେ ଯେପରି ମୋହର ଏହି ଦୁଇ ପୁତ୍ରଙ୍କ ମଧ୍ୟରୁ ଜଣେ ଆପଣଙ୍କ ଦକ୍ଷିଣ ପାର୍ଶ୍ୱରେ ଓ ଅନ୍ୟ ଜଣେ ବାମ ପାର୍ଶ୍ୱରେ ବସନ୍ତି, ଏହା ଆଜ୍ଞା କରନ୍ତୁ।
22 But Jesus replied, "You don't know what you're asking. Can you drink the cup I am about to drink?" "We can," they said. କିନ୍ତୁ ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ କଅଣ ମାଗୁଅଛ, ତାହା ଜାଣୁ ନାହଁ। ମୁଁ ଯେଉଁ ପାତ୍ରରେ ପାନ କରିବାକୁ ଯାଉଅଛି, ସେଥିରେ କି ତୁମ୍ଭେମାନେ ପାନ କରିପାର?”
23 He said, "You will drink my cup, but seating at my right and left is not mine to give—it belongs to those my Father has prepared it for." ସେମାନେ ତାହାଙ୍କୁ କହିଲେ, ପାରୁ। ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ମୋହର ପାତ୍ରରେ ପାନ କରିବ ସତ, କିନ୍ତୁ ମୋହର ଦକ୍ଷିଣ ଓ ବାମ ପାର୍ଶ୍ୱରେ ବସିବାକୁ ଦେବା ମୋହର ଅଧିକାରର ବିଷୟ ନୁହେଁ, ବରଂ ଯେଉଁମାନଙ୍କ ନିମନ୍ତେ ମୋହର ପିତାଙ୍କ ଦ୍ୱାରା ସ୍ଥାନ ପ୍ରସ୍ତୁତ କରାଯାଇଅଛି, ସେମାନେ ବସିବେ।”
24 When the ten heard this, they were angry at the two brothers. ଅନ୍ୟ ଦଶ ଜଣ ଶିଷ୍ୟ ଏହା ଶୁଣି ସେହି ଦୁଇ ଭାଇଙ୍କ ଉପରେ ବିରକ୍ତ ହେଲେ।
25 Jesus called them over and said, "You know the rulers of the Gentiles lord it over them, and their powerful men hold authority over them. କିନ୍ତୁ ଯୀଶୁ ସେମାନଙ୍କୁ ପାଖକୁ ଡାକି କହିଲେ, “ଅଣଯିହୁଦୀମାନଙ୍କ ଶାସନକର୍ତ୍ତାମାନେ ସେମାନଙ୍କ ଉପରେ ପ୍ରଭୁତ୍ୱ କରନ୍ତି ଓ ମହାନ ବ୍ୟକ୍ତିମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି, ଏହା ତୁମ୍ଭେମାନେ ଜାଣ।
26 Not so among you. Rather, whoever wants to be great among you must be your servant, ତୁମ୍ଭମାନଙ୍କ ମଧ୍ୟରେ ସେପ୍ରକାର ନୁହେଁ, କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ମହାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ସେବକ ହେଉ,
27 and whoever wants to be first among you must be your slave, ଆଉ ଯେ କେହି ପ୍ରଧାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ଦାସ ହେଉ,
28 just as the Son of Man came not to be served but to serve, and to give his life as a ransom for many." ଯେପରି ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ପାଇଁ ମୁକ୍ତିର ମୂଲ୍ୟ ସ୍ୱରୂପେ ପ୍ରାଣ ଦେବାକୁ ଆସିଅଛନ୍ତି।”
29 And as they went out of Jericho, a great crowd followed him. ସେମାନେ ଯିରୀହୋରୁ ପ୍ରସ୍ଥାନ କରିବା ସମୟରେ ବହୁସଂଖ୍ୟକ ଲୋକ ତାହାଙ୍କର ପଛେ ପଛେ ଗଲେ।
30 Two blind men sitting by the road heard Jesus was passing and cried out, "Lord, have mercy on us, Son of David!" ଆଉ ଦେଖ, ପଥ ପାର୍ଶ୍ୱରେ ଦୁଇ ଜଣ ଅନ୍ଧ ଯୀଶୁ ସେହି ପଥ ଦେଇ ଯାଉଅଛନ୍ତି ବୋଲି ଶୁଣି ଉଚ୍ଚସ୍ୱର କରି କହିଲେ, ହେ ପ୍ରଭୁ, ଦାଉଦଙ୍କ ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ।
31 The crowd scolded them to be quiet, but they shouted louder, "Have mercy on us, Lord, Son of David!" ମାତ୍ର ଲୋକସମୂହ ସେମାନଙ୍କୁ ତୁନି ହେବା ପାଇଁ ଧମକ ଦେଲେ, କିନ୍ତୁ ସେମାନେ ଆହୁରି ଉଚ୍ଚସ୍ୱର କରି କହିଲେ, ହେ ପ୍ରଭୁ, ଦାଉଦଙ୍କ ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ।
32 And stopping, Jesus called them and said, "What do you want me to do for you?" ସେଥିରେ ଯୀଶୁ ଠିଆ ହୋଇ ସେମାନଙ୍କୁ ଡାକି ପଚାରିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ?”
33 They said to him, "Lord, let our eyes be opened." ସେମାନେ ତାହାଙ୍କୁ କହିଲେ, ହେ ପ୍ରଭୁ, ଯେପରି ଆମ୍ଭମାନଙ୍କର ଆଖି ଫିଟିଯାଏ।
34 And Jesus, moved with compassion, touched their eyes, and immediately they recovered their sight and followed him. ଆଉ ଯୀଶୁ ଦୟାରେ ବିଗଳିତ ହୋଇ ସେମାନଙ୍କର ଚକ୍ଷୁ ସ୍ପର୍ଶ କଲେ ଓ ସେହିକ୍ଷଣି ସେମାନେ ଦେଖି ପାରିଲେ ଓ ଯୀଶୁଙ୍କ ପଛେ ପଛେ ଚାଲିବାକୁ ଲାଗିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]